03 – ମନୁଷ୍ୟ
ଏଗୁଡ଼ିକ ହେଉଛି ସର୍ବଶକ୍ତିମାନ ପରମେଶ୍ୱରଙ୍କ ପବିତ୍ର ବାକ୍ୟ।
ମଣିଷର କଥାରେ ଆମର ଆଗ୍ରହ ନାହିଁ।
ଯିଏ ଭଗବାନଙ୍କୁ ଭଲ ପାଏ... ଭଗବାନ ଏହା ବିଷୟରେ କହନ୍ତି: ମନୁଷ୍ୟ.
ଏଗୁଡ଼ିକ ହେଉଛି ସର୍ବଶକ୍ତିମାନ ପରମେଶ୍ୱରଙ୍କ ପବିତ୍ର ବାକ୍ୟ।
ମଣିଷର କଥାରେ ଆମର ଆଗ୍ରହ ନାହିଁ।
ଯିଏ ଭଗବାନଙ୍କୁ ଭଲ ପାଏ... ଭଗବାନ ଏହା ବିଷୟରେ କହନ୍ତି: ମନୁଷ୍ୟ.
କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା; ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ। ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୁଁ ଭଲ ରୂପେ ଜାଣେ।
”ଯିହୂଦୀ କି ଗ୍ରୀକ୍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ ।
”ସେହି ସମୟରେ ପୃଥିବୀ ପରମେଶ୍ୱରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା। ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି।
”ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।” ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ। ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।” ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ। ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା।
”ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।
”ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”
”ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।” ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ। ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା।
”ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”
”ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ।
”ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।”
”ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର। ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ସକାଶୁ ଅନୁତାପ କରି ମନରେ ଶୋକ କଲେ।
”ସେହି ସମୟରେ ପୃଥିବୀ ପରମେଶ୍ୱରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା। ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି।
”ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।
”କାରଣ ରକ୍ତରେ ପ୍ରାଣୀର ପ୍ରାଣ ଥାଏ; ପୁଣି, ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଆମ୍ଭେ ତାହା ବେଦି ଉପରେ ତୁମ୍ଭମାନଙ୍କୁ ଦେଇଅଛୁ, ଯେହେତୁ ପ୍ରାଣର ଗୁଣରେ ରକ୍ତ ହିଁ ପ୍ରାୟଶ୍ଚିତ୍ତ କରେ।
”ସଦାପ୍ରଭୁ ମୃତ୍ୟୁୁ ଘଟାନ୍ତି ଓ ସଜୀବ କରନ୍ତି; ସେ ପାତାଳକୁ ଓହ୍ଲାଇ ଆଣନ୍ତି ଓ ଉପରକୁ ଉଠାଇ ନିଅନ୍ତି।
”ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;
”ଆଉ, ସେ କହିଲା, “ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।”
”ଦେଖ, ସେ ଆପଣା ଦାସଗଣକୁ ବିଶ୍ୱାସ କରନ୍ତି ନାହିଁ ଓ ସେ ଆପଣା ଦୂତଗଣ ପ୍ରତି ତ୍ରୁଟିର ଦୋଷାରୋପ କରନ୍ତି; ତେବେ ଯେଉଁମାନେ ମୃତ୍ତିକା-ନିର୍ମିତ ଗୃହରେ ବାସ କରନ୍ତି, ସେମାନେ କଅଣ? ସେମାନଙ୍କ ଭିତ୍ତିମୂଳ ଧୂଳିରେ ସ୍ଥାପିତ, ସେମାନେ କୀଟ ତୁଲ୍ୟ ମର୍ଦ୍ଦିତ ହୁଅନ୍ତି।
”କାରଣ ଆମ୍ଭେମାନେ ତ କାଲିର ଲୋକ ଓ କିଛି ଜାଣୁ ନାହୁଁ, ଯେଣୁ ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ସ୍ୱରୂପ;
”ତୁମ୍ଭର ହସ୍ତ ମୋତେ ଗଢ଼ିଅଛି ଓ ସର୍ବାଙ୍ଗ ସୁସଂଯୁକ୍ତ କରି ମୋତେ ନିର୍ମାଣ କରିଅଛି; ତଥାପି ତୁମ୍ଭେ ମୋତେ ସଂହାର କରୁଅଛ। ମୁଁ ବିନୟ କରୁଅଛି, ସ୍ମରଣ କର, ତୁମ୍ଭେ ମୋତେ ମୃତ୍ତିକା ତୁଲ୍ୟ ଗଢ଼ିଅଛ ଓ ତୁମ୍ଭେ କ’ଣ ମୋତେ ପୁନର୍ବାର ଧୂଳି କରିବ? ତୁମ୍ଭେ କ’ଣ ଦୁଗ୍ଧ ନ୍ୟାୟ ମୋତେ ଢାଳି ନାହଁ ଓ ଛେନା ତୁଲ୍ୟ ମୋତେ ଶକ୍ତ କରି ନାହଁ? ତୁମ୍ଭେ ମୋତେ ଚର୍ମ ଓ ମାଂସରେ ବସ୍ତ୍ରାନ୍ୱିତ କରିଅଛ, ପୁଣି ଅସ୍ଥି ଓ ଶିରାରେ ମୋତେ ଏକତ୍ର ବୁଣିଅଛ। ତୁମ୍ଭେ ମୋତେ ଜୀବନ ଓ ଅନୁଗ୍ରହ ଦାନ କରିଅଛ ଓ ତୁମ୍ଭର ତତ୍ତ୍ୱାବଧାରଣ ମୋର ଆତ୍ମାକୁ ରକ୍ଷା କରିଅଛି।
”ତାହାଙ୍କ ହସ୍ତରେ ପ୍ରତ୍ୟେକ ଜୀବର ପ୍ରାଣ ଓ ସମୁଦାୟ ନରବଂଶର ଶ୍ୱାସବାୟୁ ଅଛି।
”ସ୍ତ୍ରୀଜାତ ମନୁଷ୍ୟ ଅଳ୍ପାୟୁ ଓ ଦୁଃଖରେ ପରିପୂର୍ଣ୍ଣ। ସେ ପୁଷ୍ପ ତୁଲ୍ୟ ପ୍ରସ୍ପୁଟିତ ହୋଇ କଟାଯାଏ; ମଧ୍ୟ ସେ ଛାୟା ତୁଲ୍ୟ ବହିଯାଇ ସ୍ଥିର ନ ଥାଏ।
”ତାହାର ଦିନସବୁ ନିର୍ଣ୍ଣୀତ, ତାହାର ମାସ-ସଂଖ୍ୟା ତୁମ୍ଭଠାରେ ଅଛି ଓ ତୁମ୍ଭେ ତାହାର ସୀମା ନିରୂପଣ କରିଅଛ, ଏଣୁ ସେ ତାହା ଲଙ୍ଘନ କରିପାରେ ନାହିଁ?
”ତେବେ ଘୃଣାର୍ହ ଓ ଭ୍ରଷ୍ଟ, ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ!
”କାରଣ ଅଳ୍ପ ବର୍ଷ ଗତ ହେଲେ ଯେଉଁ ପଥରେ ଯାଇ ମୁଁ ଫେରି ଆସିବି ନାହିଁ, ସେହି ପଥରେ ମୁଁ ଯିବି।
”ତେବେ କୀଟମାତ୍ର ମନୁଷ୍ୟ କ’ଣ! ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କ’ଣ?
”(କାରଣ ଏବେ ହେଁ ମୋର ଜୀବନ ମୋ’ ମଧ୍ୟରେ ସୁସ୍ଥ ଅଛି ଓ ମୋ’ ନାସିକାରେ ପରମେଶ୍ୱର ଦତ୍ତ ନିଶ୍ୱାସ ଅଛି;) ସେ ଜୀବିତ ଥିବା ପ୍ରମାଣେ, ନିଶ୍ଚୟ ମୋ’ ଓଷ୍ଠାଧର ଅଧର୍ମର କଥା କହିବ ନାହିଁ ଓ ମୋହର ଜିହ୍ୱା ପ୍ରତାରଣାର କଥା ଉଚ୍ଚାରଣ କରିବ ନାହିଁ।
”ପରମେଶ୍ୱରଙ୍କ ଆତ୍ମା ମୋତେ ସୃଷ୍ଟି କରିଅଛନ୍ତି ଓ ସର୍ବଶକ୍ତିମାନଙ୍କ ନିଶ୍ୱାସ ମୋତେ ଜୀବନ ଦିଅନ୍ତି।
”ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ?
”ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୁନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ। ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ; ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ; ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।
”ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।” ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ। ବିବେଚକ ଓ ପରମେଶ୍ୱରଙ୍କ ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ସଦାପ୍ରଭୁ ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କରନ୍ତି। ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି; ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ।
”ଦାଉଦଙ୍କର ଗୀତ। ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର। କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି।
”ସଦାପ୍ରଭୁ ସ୍ୱର୍ଗରୁ ଦୃଷ୍ଟିପାତ କରନ୍ତି; ସେ ସମସ୍ତ ଲୋକମାନଙ୍କୁ ନିରୀକ୍ଷଣ କରନ୍ତି; ସେ ଆପଣା ନିବାସ-ସ୍ଥାନରୁ ପୃଥିବୀ-ନିବାସୀ ସମସ୍ତଙ୍କ ଉପରେ ଦୃଷ୍ଟିପାତ କରନ୍ତି; ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି, ସେ ସେମାନଙ୍କର କର୍ମସବୁ ନିରୀକ୍ଷଣ କରନ୍ତି।
”“ହେ ସଦାପ୍ରଭୁ, ମୋହର ଅନ୍ତିମକାଳ ଓ ମୋ’ ଦିନର ପରିମାଣ କଅଣ, ମୋତେ ଜଣାଅ; ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ। ଦେଖ, ତୁମ୍ଭେ ମୋହର ଦିନ କେତେକ ମୁଷ୍ଟି ପରିମିତ କରିଅଛ; ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ ହିଁ ନିତାନ୍ତ ଅସାର। [ସେଲା]
”ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର। [ସେଲା]
”ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋ’ ମାତା ମୋତେ ଗର୍ଭରେ ଧାରଣ କଲା।
”ଭଗ୍ନ-ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।
”ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ସ୍ୱରରେ ଦାଉଦଙ୍କର ମସ୍କୀଲ୍। ପରମେଶ୍ୱର ନାହାନ୍ତି ବୋଲି ମୂର୍ଖ ଆପଣା ମନେ ମନେ କହିଅଛି। ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ। ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ୱର ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ। ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେମାନେ ସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ।
”ଆଉ, ସେମାନେ ଯେ ମାଂସମାତ୍ର ଓ ବହିଯାଇ ଫେରି ନ ଆସିବା ବାୟୁ ସ୍ୱରୂପ, ଏହା ସେ ସ୍ମରଣ କଲେ।
”ଆହେ, ମୋହର ସମୟ କିପରି ଅଳ୍ପ, ଏହା ସ୍ମରଣ କର; ତୁମ୍ଭେ କିପରି ଅସାରତା ନିମନ୍ତେ ମନୁଷ୍ୟ ସନ୍ତାନ ସମସ୍ତଙ୍କୁ ସୃଷ୍ଟି କରିଅଛ! ଯେ ମୃତ୍ୟୁୁ ନ ଦେଖି ଜୀବିତ ରହିବ ଓ ପାତାଳର ପରାକ୍ରମରୁ ଆପଣା ପ୍ରାଣ ମୁକ୍ତ କରିବ, ଏପରି ମନୁଷ୍ୟ କିଏ?
”ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ବଳ ଓ ପରିଶ୍ରମ ଦୁଃଖ ମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ[୩୯]
”ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ।
”ମୋହର ଦିନସବୁ କ୍ଷୟ ପାଉଥିବା ଛାୟା ତୁଲ୍ୟ ଓ ମୁଁ ତୃଣ ତୁଲ୍ୟ ଶୁଷ୍କ ହେଉଅଛି। ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ଓ ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ।
”କାରଣ ସେ ଆମ୍ଭମାନଙ୍କର ଗଠନ ଜାଣନ୍ତି; ଆମ୍ଭେମାନେ ଯେ ଧୂଳିମାତ୍ର, ଏହା ସେ ସ୍ମରଣ କରନ୍ତି। ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ; ଯେପରି କ୍ଷେତ୍ରର ଫୁଲ, ସେପରି ସେ ପ୍ରଫୁଲ୍ଲ ହୁଏ। ତହିଁ ଉପରେ ବାୟୁ ବହିଲେ, ତାହା ନ ଥାଏ, ପୁଣି, ତହିଁର ସ୍ଥାନ ଆଉ ତାହାର ପରିଚୟ ପାଇବ ନାହିଁ।
”ତୁମ୍ଭେ ଆପଣା ମୁଖ ଲୁଚାଇଲେ, ସେମାନେ ବ୍ୟାକୁଳ ହୁଅନ୍ତି; ତୁମ୍ଭେ ସେମାନଙ୍କ ନିଃଶ୍ୱାସ ହରଣ କଲେ, ସେମାନେ ମରନ୍ତି ଓ ପୁନର୍ବାର ଧୂଳିରେ ମିଶିଯା’ନ୍ତି।
”ସ୍ୱର୍ଗ ସଦାପ୍ରଭୁଙ୍କର ସ୍ୱର୍ଗ; ମାତ୍ର ସେ ମନୁଷ୍ୟ-ସନ୍ତାନଗଣକୁ ପୃଥିବୀ ଦେଇଅଛନ୍ତି। ମୃତମାନେ, କିଅବା ଯେଉଁମାନେ ନୀରବ ସ୍ଥାନରେ ଅବରୋହଣ କରନ୍ତି, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ;
”ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ ଓ ମୋହର ପରିଚୟ ନେଇଅଛ। ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଂକଳ୍ପ ବୁଝୁଅଛ। ତୁମ୍ଭେ ମୋହର ଗମନ ଓ ଶୟନ ଅନୁସନ୍ଧାନ କରୁଅଛ, ଆଉ ମୋହର ସକଳ ଗତି ଜାଣୁଅଛ। କାରଣ ହେ ସଦାପ୍ରଭୁ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋ’ ଜିହ୍ୱାରେ ନାହିଁ।
”କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା; ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ। ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୁଁ ଭଲ ରୂପେ ଜାଣେ। ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା। ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା। ହେ ପରମେଶ୍ୱର, ଆହୁରି ତୁମ୍ଭର ସଂକଳ୍ପସକଳ ମୋ’ ପ୍ରତି କିପରି ବହୁମୂଲ୍ୟ! ତହିଁର ସଂଖ୍ୟା କିପରି ଅଧିକ! ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ।
”ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ; ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ।
”ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ ସନ୍ତାନ ଉପରେ ନିର୍ଭର କର ନାହିଁ। ତାହାର ନିଃଶ୍ୱାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏ; ସେହି ଦିନ ତାହାର ସଂକଳ୍ପସବୁ ନଷ୍ଟ ହୁଏ।
”କୁଟିଳମନା ଲୋକେ ସଦାପ୍ରଭୁଙ୍କର ଘୃଣାପାତ୍ର, ମାତ୍ର ସରଳାଚାରୀମାନେ ତାହାଙ୍କର ତୁଷ୍ଟିକର।
”ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁ ଆଡ଼େ ଇଚ୍ଛା, ସେ ଆଡ଼େ ତାହା ଫେରାନ୍ତି। ମନୁଷ୍ୟର ସବୁ ଗତି ଆପଣା ଦୃଷ୍ଟିରେ ଯଥାର୍ଥ, ମାତ୍ର ସଦାପ୍ରଭୁ ହୃଦୟସବୁ ତୌଲନ୍ତି।
”ଧନବାନ ଓ ଦରିଦ୍ର ଏକତ୍ର ମିଳନ୍ତି; ସଦାପ୍ରଭୁ ସେସମସ୍ତଙ୍କର ସୃଷ୍ଟିକର୍ତ୍ତା।
”ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ବହି ନେଇ ପାରିବ, ଏପରି କିଛି ସଙ୍ଗେ ନେବ ନାହିଁ।
”ବହୁମୂଲ୍ୟ ତୈଳ ଅପେକ୍ଷା ଉତ୍ତମ ନାମ ଭଲ ଓ ଜନ୍ମ ଦିନ ଅପେକ୍ଷା ମରଣ ଦିନ ଭଲ।
”ପାପ ନ କରି ସତ୍କର୍ମ କରେ, ଏପରି ଜଣେ ଧାର୍ମିକ ନିଶ୍ଚୟ ପୃଥିବୀରେ ନାହିଁ।
”ଶ୍ୱାସବାୟୁ ଅଟକାଇ ରଖିବା ପାଇଁ ଶ୍ୱାସବାୟୁ ଉପରେ କୌଣସି ମନୁଷ୍ୟର କ୍ଷମତା ନାହିଁ; କିଅବା ମରଣ ଦିନ ଉପରେ ତାହାର କିଛି କ୍ଷମତା ନାହିଁ; ପୁଣି, ସେହି ଯୁଦ୍ଧରୁ ଛାଡ଼ ନାହିଁ; ଅଥବା ଦୁଷ୍ଟତାରେ ଆସକ୍ତ ଲୋକକୁ ଦୁଷ୍ଟତା ଉଦ୍ଧାର କରିବ ନାହିଁ।
”ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟଣା ହୁଏ; ଆହୁରି ମଧ୍ୟ ମନୁଷ୍ୟ ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କ ହୃଦୟରେ ପାଗଳାମି ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।
”ତୁମ୍ଭେ ଯେପରି ବାୟୁର ଗତି, ଅବା ଗର୍ଭବତୀର ଉଦରରେ ଅସ୍ଥି କିପରି ବଢ଼େ, ତାହା ଜାଣ ନାହିଁ, ସେପରି ସର୍ବସାଧକ ପରମେଶ୍ୱରଙ୍କ କର୍ମ ହିଁ ଜାଣ ନାହିଁ।
”ଏକ ଜଣର ରବ କହେ, “ପ୍ରଚାର କର,” ତହିଁରେ ଜଣେ କହିଲା, “କଅଣ ପ୍ରଚାର କରିବା?” “ମର୍ତ୍ତ୍ୟ ମାତ୍ର ତୃଣ ସ୍ୱରୂପ ଓ ତାହାର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପର ତୁଲ୍ୟ; ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମ୍ଳାନ ହୁଏ; କାରଣ ତହିଁ ଉପରେ ସଦାପ୍ରଭୁଙ୍କର ଶ୍ୱାସବାୟୁ ବହେ, ନିଶ୍ଚୟ ଲୋକମାନେ ତୃଣ ସ୍ୱରୂପ।
”ଯେ ଆକାଶମଣ୍ଡଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି;
”ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ, ଗର୍ଭରୁ ଯେ ତୁମ୍ଭକୁ ଗଢ଼ିଲେ, ସେ ଏହା କହନ୍ତି; “ଆମ୍ଭେ ସଦାପ୍ରଭୁ, ଆମ୍ଭେ ସବୁ କାର୍ଯ୍ୟ ସାଧନ କରୁ ଆମ୍ଭେ ଏକାକୀ ଆକାଶମଣ୍ଡଳ ବିସ୍ତାର କରୁ; ଆମ୍ଭେ ପୃଥିବୀକୁ ପ୍ରସାର କରୁ; ଆମ୍ଭର ସଙ୍ଗୀ କିଏ?
”ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,
”ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।
”ଯେହେତୁ ସଦାପ୍ରଭୁ କହନ୍ତି, “ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ, କିଅବା ତୁମ୍ଭମାନଙ୍କର ମାର୍ଗସକଳ ଆମ୍ଭର ମାର୍ଗ ପରି ନୁହେଁ।” “କାରଣ ପୃଥିବୀ ଅପେକ୍ଷା ଆକାଶମଣ୍ଡଳ ଯେପରି ଉଚ୍ଚ, ସେହିପରି ଆମ୍ଭର ମାର୍ଗସକଳ ତୁମ୍ଭମାନଙ୍କର ମାର୍ଗ ଅପେକ୍ଷା ଓ ଆମ୍ଭର ସଂକଳ୍ପ ସକଳ ତୁମ୍ଭମାନଙ୍କ ସଂକଳ୍ପ ଅପେକ୍ଷା ଉଚ୍ଚତର ଅଟେ।
”କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ। ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ; କାରଣ ତୁମ୍ଭେ ଆମ୍ଭମାନଙ୍କଠାରୁ ଆପଣା ମୁଖ ଲୁଚାଇଅଛ ଓ ଆମ୍ଭମାନଙ୍କର ଅପରାଧ ଦ୍ୱାରା ଆମ୍ଭମାନଙ୍କୁ କ୍ଷୟ କରିଅଛ। ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ।
”“ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍ବକ୍ତା କରି ନିଯୁକ୍ତ କରିଅଛୁ।”
”ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁନାହଁ;
”ସଦାପ୍ରଭୁ ଏହି କଥା କହନ୍ତି; “ଯେଉଁ ମନୁଷ୍ୟ, ମନୁଷ୍ୟ ଉପରେ ନିର୍ଭର କରେ ଓ ମାଂସକୁ ଆପଣାର ବାହୁ କରେ, ଆଉ ଯାହାର ହୃଦୟ ସଦାପ୍ରଭୁଙ୍କ ନିକଟରୁ ଦୂରକୁ ଯାଏ, ସେ ଶାପଗ୍ରସ୍ତ।
”ଅନ୍ତଃକରଣ ସବୁଠାରୁ କପଟମୟ ଓ ଅପ୍ରତୀକାର୍ଯ୍ୟ ରୂପେ ପୀଡ଼ିତ; କିଏ ତାହା ଜାଣିପାରେ? ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।
”ଦେଖ, ଯାବତୀୟ ପ୍ରାଣ ଆମ୍ଭର; ପିତାର ପ୍ରାଣ ଯେପରି, ପୁତ୍ରର ପ୍ରାଣ ହିଁ ସେହିପରି ଆମ୍ଭର; ଯେଉଁ ପ୍ରାଣୀ ପାପ କରେ, ସେହି ମରିବ।
”ଆହୁରି, ଆମ୍ଭେ ତୁମ୍ଭମାନଙ୍କୁ ଏକ ନୂତନ ହୃଦୟ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା; ଆଉ, ଆମ୍ଭେ ତୁମ୍ଭମାନଙ୍କ ମାଂସ ମଧ୍ୟରୁ ପ୍ରସ୍ତରମୟ ହୃଦୟ କାଢ଼ି ନେବା ଓ ଆମ୍ଭେ ତୁମ୍ଭମାନଙ୍କୁ ମାଂସମୟ ହୃଦୟ ଦେବା।
”ପ୍ରଭୁ, ସଦାପ୍ରଭୁ ଏହିସକଳ ଅସ୍ଥିକୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ପ୍ରବେଶ କରାଇବା ଓ ତୁମ୍ଭେମାନେ ଜୀବିତ ହେବ। ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପେଶୀରଜ୍ଜୁ ଦେବା ଓ ତୁମ୍ଭମାନଙ୍କ ଉପରେ ମାଂସ ଉତ୍ପନ୍ନ କରିବା, ଆଉ ଚର୍ମରେ ତୁମ୍ଭମାନଙ୍କୁ ଆଚ୍ଛାଦନ କରିବା ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ଦେବା, ଆଉ ତୁମ୍ଭେମାନେ ଜୀବିତ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
”ଆଉ ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ ।
”କିନ୍ତୁ ତୁମ୍ଭମାନଙ୍କ ମସ୍ତକର ସମସ୍ତ କେଶ ହିଁ ଗଣାଯାଇଅଛି । ଏଣୁ ଭୟ କର ନାହିଁ, ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ ।
”ଉତ୍ତମ ଲୋକ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ ।
”କିନ୍ତୁ ମୁଖରୁ ଯାହାସବୁ ବାହାରେ, ତାହା ହୃଦୟରୁ ବାହାରେ ଓ ତାହା ହିଁ ମନୁଷ୍ୟକୁ ଅଶୁଚି କରେ । କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୋରି, ମିଥ୍ୟା ସାକ୍ଷ୍ୟ ଓ ନିନ୍ଦା ବାହାରେ;
”କିନ୍ତୁ ଯୀଶୁ କହିଲେ, ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋ ପାଖକୁ ଆସିବାକୁ ମନା କର ନାହିଁ, କାରଣ ସ୍ୱର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର ।
”ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ ।
”କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ ବେଶ୍ୟାଗମନ, ଚୋରି, ନରହତ୍ୟା, ବ୍ୟଭିଚାର, ଲୋଭ, ଦୁଷ୍ଟତା, ଶଠତା, କାମୁକତା, ଈର୍ଷାଦୃଷ୍ଟି, ନିନ୍ଦା, ଅହଙ୍କାର, ମୁର୍ଖତା; ଏହି ସମସ୍ତ ମନ୍ଦ ବିଷୟ ଭିତରୁ ବାହାରି ମନୁଷ୍ୟକୁ ଅଶୁଚି କରେ ।
”କିନ୍ତୁ ସୃଷ୍ଟିର ଆରମ୍ଭରୁ ଈଶ୍ୱର ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ । ଏହି କାରଣରୁ ପୁରୁଷ ଆପଣା ପିତାମାତାଙ୍କଠାରୁ ଅଲଗା ହେବ, ଆଉ ସେମାନେ ଦୁହେଁ ଏକାଙ୍ଗ ହେବେ । ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି । ଅତଏବ, ଈଶ୍ୱର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଭିନ୍ନ ନ କରୁ ।
”ସେଥିରେ ଯୀଶୁ ତାହାଙ୍କୁ କହିଲେ, ମୋତେ ଉତ୍ତମ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍ ଈଶ୍ୱରଙ୍କ ବିନା ଅନ୍ୟ କେହି ଉତ୍ତମ ନୁହେଁ,।
”ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ; କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ ।
”କିନ୍ତୁ ତୁମ୍ଭମାନଙ୍କର ମସ୍ତକର ସମସ୍ତ କେଶ ହିଁ ଗଣାଯାଇଛି । ଭୟ କର ନାହିଁ; ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ ।
”ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ୱରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ; ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ୱରଙ୍କଠାରୁ ଜାତ ହେଲେ ।
”କିନ୍ତୁ ଯୀଶୁ ସେମାନଙ୍କୁ ବିଶ୍ୱାସ ନ କରି ସେମାନଙ୍କଠାରୁ ଆପଣାକୁ ପୃଥକ୍ ରଖିଲେ, କାରଣ ସେ ସମସ୍ତଙ୍କୁ ଜାଣୁଥିଲେ, ପୁଣି, କେହି ଯେ ମନୁଷ୍ୟ ବିଷୟରେ ସାକ୍ଷ୍ୟ ଦେବ, ଏହା ତାହାଙ୍କର ପ୍ରୟୋଜନ ନ ଥିଲା, ଯେଣୁ ମନୁଷ୍ୟ ଅନ୍ତରରେ କ'ଣ ଅଛି, ତାହା ସେ ଆପେ ଜାଣୁଥିଲେ ।
”ଯୀଶୁ ତାଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ୱରଙ୍କ ରାଜ୍ୟ ଦେଖି ପାରେ ନାହିଁ । ନୀକଦୀମ ତାହାଙ୍କୁ ପଚାରିଲେ, ବୃଦ୍ଧ ହେଲେ ମନୁଷ୍ୟ କି ପ୍ରକାର ଜନ୍ମ ହୋଇ ପାରେ? ସେ କ'ଣ ଦ୍ୱିତୀୟ ଥର ଆପଣା ମାତାର ଗର୍ଭରେ ପ୍ରବେଶ କରି ଜନ୍ମ ହୋଇ ପାରେ? ଯୀଶୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରି ପାରେ ନାହିଁ । ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା । ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ ।
”କାରଣ ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ ।
”ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ ।
”ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅଧଃସ୍ଥାନରୁ ଉତ୍ପନ, ମୁଁ ଊର୍ଦ୍ଧ୍ୱସ୍ଥାନରୁ ଉତ୍ପନ; ତୁମ୍ଭେମାନେ ଜଗତରୁ ଉତ୍ପନ, ମୁଁ ଜଗତରୁ ଉତ୍ପନ ନୁହେଁ । ତେଣୁ ତୁମ୍ଭେମାନେ ଆପଣା ଆପଣା ପାପରେ ମରିବ, ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ ଆପଣା ଆପଣା ପାପରେ ମରିବ ।
”କିଅବା ତାହାଙ୍କର କୌଣସି ଅଭାବ ଥିବାରୁ ମନୁଷ୍ୟହସ୍ତ ଦ୍ୱାରା ସେବିତ ହୁଅନ୍ତି ନାହିଁ, ଯେଣୁ ସେ ସ୍ୱୟଂ ସମସ୍ତଙ୍କୁ ଜୀବନ, ନିଶ୍ୱାସ, ଓ ସମସ୍ତ ପଦାର୍ଥ ଦାନ କରନ୍ତି । ଆଉ, ସେ ପୃଥିବୀର ସର୍ବତ୍ର ବାସ କରିବା ନିମନ୍ତେ ଏକ ବ୍ୟକ୍ତିଠାରୁ ସମସ୍ତ ମାନବଜାତି ସୃଷ୍ଟି କରିଅଛନ୍ତି; ସେ ସେମାନଙ୍କର ନିର୍ଦ୍ଦିଷ୍ଟ କାଳ ଓ ନିବାସର ସୀମା ସ୍ଥିର କରିଅଛନ୍ତି, ସେମାନେ ଯେପରି ଈଶ୍ୱରଙ୍କର ଅନ୍ୱେଷଣ କରି କାଳେ ଦରାଣ୍ଡି ଦରାଣ୍ଡି ତାହାଙ୍କର ଉଦ୍ଦେଶ୍ୟ ପାଇ ପାରନ୍ତି, ଯଦ୍ୟପି ସେ ଆମ୍ଭମାନଙ୍କର କାହାରିଠାରୁ ଦୂରରେ ନାହାଁନ୍ତି । କାରଣ ତାହାଙ୍କଠାରେ ଆମ୍ଭମାନଙ୍କର ଅସ୍ତି, ଗତି ଓ ସ୍ଥିତି, ଯେପରି ଆପଣମାନଙ୍କର ନିଜ କବିମାନଙ୍କ ମଧ୍ୟରୁ ସୁଦ୍ଧା କେତେକ କହିଅଛନ୍ତି, "କାରଣ ଆମ୍ଭେମାନେ ମଧ୍ୟ ତାହାଙ୍କ ବଂଶ ।"
”କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ୱରଙ୍କ କ୍ରୋଧ ପ୍ରକାଶିତ ହେଉଅଛି
”ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ, ପୁଣି, ଅକ୍ଷୟ ଈଶ୍ୱରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ । ଏଣୁ ଈଶ୍ୱର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ୱାରା କଳୁଷିତ ହୁଏ ।
”ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ୱର ସତ୍ୟ ବୋଲି ସ୍ୱୀକାର କରାଯାଉ, ଯେପରି ଲେଖା ଅଛି, "ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି, ବିଚାରିତ ହେବା ସମୟରେ ବିଜୟୀ ହେବ ।''
”ଯେପରି ଲେଖା ଅଛି, ଧାର୍ମିକ କେହି ନାହିଁ, ନା, ଜଣେ ସୁଦ୍ଧା ନାହିଁ, ଯେ ବୁଝେ, ଏପରି କେହି ନାହିଁ; ଯେ ଈଶ୍ୱରଙ୍କ ଅନ୍ୱେଷଣ କରେ, ଏପରି ଜଣେ ନାହିଁ; ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି, ଏକସାଙ୍ଗରେ ଅକର୍ମଣ୍ୟ ହୋଇଅଛନ୍ତି ଯେ ସତ୍କର୍ମ କରେ, ଏପରି କେହି ନାହିଁ, ନା, ଏପରି ଜଣେ ହେଲେ ନାହିଁ ।
”ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଈଶ୍ୱରଙ୍କ ଗୌରବରହିତ ହୋଇଅଛନ୍ତି,
”ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ ।
”ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଅତଏବ, ଆମ୍ଭେମାନେ ବାପ୍ତିସ୍ମ ଦ୍ୱାରା ମରଣରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇଅଛୁ, ଯେପରି ଖ୍ରୀଷ୍ଟ ପିତାଙ୍କ ଗୌରବ ଦ୍ୱାରା ମୃତ୍ୟୁମାନଙ୍କ ମଧ୍ୟରୁ ଯେଉଁ ପ୍ରକାରେ ଉତ୍ଥାପିତ ହେଲେ, ଆମ୍ଭେମାନେ ମଧ୍ୟ ସେହି ପ୍ରକାରେ ଜୀବନର ନୂତନ ଭାବରେ ଆଚରଣ କରୁ; କାରଣ ଯଦି ଆମ୍ଭେମାନେ ତାହାଙ୍କ ମୃତ୍ୟୁର ସାଦୃଶ୍ୟରେ ମୃତ୍ୟୁଭୋଗ କରି ତାହାଙ୍କ ସହିତ ଏକୀଭୂତ ହୋଇଅଛୁ, ତାହାହେଲେ ନିଶ୍ଚୟ ତାହାଙ୍କ ପୁନରୁତ୍ଥାନର ସାଦୃଶ୍ୟରେ ମଧ୍ୟ ଉତ୍ଥିତ ହୋଇ ତାହାଙ୍କ ସହିତ ଏକୀଭୂତ ହେବା । ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ୱରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ୱଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି, ଏହା ତ ଆମ୍ଭେମାନେ ଜାଣୁ, କାରଣ ଯେ ମରିଅଛି, ସେ ପାପରୁ ମୁକ୍ତ ହୋଇଅଛି । କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ୱାସ କରୁ । ଖ୍ରୀଷ୍ଟ ମୃତ୍ୟୁମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ୱ ନାହିଁ । କାରଣ ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ୱାରା ସେ ଥରେ ହିଁ ପାପ ପ୍ରତି ମୃତ୍ୟୁ ହେଲେ; କିନ୍ତୁ ସେ ଯେଉଁ ଜୀବନରେ ଜୀବିତ, ସେଥିରେ ସେ ଈଶ୍ୱରଙ୍କ ପ୍ରତି ଜୀବିତ ଅଟନ୍ତି । ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ୱରଙ୍କ ପ୍ରତି ଜୀବିତ ବୋଲି ଗଣନା କର । ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ୱ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷ- ଗୁଡ଼ାକର ବଶବର୍ତ୍ତୀ ହେବ; କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ୱରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ୱରଙ୍କ ନିକଟରେ ସମର୍ପଣ କର ।
”ତୁମ୍ଭମାନଙ୍କ ମାନବୀୟ ଦୁର୍ବଳତା ହେତୁ ମୁଁ ମନୁଷ୍ୟ ଭାବରେ କହୁଅଛି; ତୁମ୍ଭେମାନେ ଯେପରି ଅଧର୍ମ ନିମନ୍ତେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଅଶୁଚିତା ଓ ଅଧର୍ମ ନିକଟରେ ଦାସ ରୂପେ ସମର୍ପଣ କରିଥିଲ, ସେହିପରି ଏବେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ପବିତ୍ରତା ନିମନ୍ତେ ଧାର୍ମିକତା ନିକଟରେ ଦାସ ରୂପେ ସମର୍ପଣ କର ।
”କାରଣ ଯେତେବେଳେ ଆମ୍ଭେମାନେ ଶରୀରର ବଶରେ ଥିଲୁ, ସେତେବେଳେ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପାଭିଳାଷଗୁଡ଼ାକ ଆମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ମୃତ୍ୟୁ ନିମନ୍ତେ ଫଳ ଉତ୍ପନ୍ନ କରିବାକୁ କାର୍ଯ୍ୟ ସାଧନ କରୁଥିଲା,
”କାରଣ ମୋ'ଠାରେ, ଅର୍ଥାତ୍, ମୋ' ଶରୀରରେ ଯେକୌଣସି ଉତ୍ତମ ବିଷୟ ବାସ କରେ ନାହିଁ, ଏହା ମୁଁ ଜାଣେ, ଯେଣୁ ମୁଁ ଇଚ୍ଛା କରି ପାରୁଅଛି, କିନ୍ତୁ ଯାହା ଉତ୍ତମ, ତାହା କରିବା ନିମନ୍ତେ ମୋହର ସାମର୍ଥ୍ୟ ନାହିଁ ।
”ହାୟ, ଦୁର୍ଭାଗ୍ୟ ମନୁଷ୍ୟ ଯେ ମୁଁ, ମୋତେ ଏହି ମୃତ୍ୟୁର ଶରୀରରୁ କିଏ ଉଦ୍ଧାର କରିବ?
”ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ମୋଶାଙ୍କ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ୱର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ, ଯେପରି ଶାରୀରିକ ଭାବାନୁସାରେ ଆଚରଣ ନ କରି ଆତ୍ମିକ ଭାବାନୁସାରେ ଆଚରଣ କରିଥାଉ ଯେ ଆମ୍ଭେମାନେ, ଆମ୍ଭମାନଙ୍କଠାରେ ମୋଶାଙ୍କ ବ୍ୟବସ୍ଥାର ଧର୍ମବିଧି ସଫଳ ହୁଏ । କାରଣ ଯେଉଁମାନେ ଶାରୀରିକମନା, ସେମାନେ ଶାରୀରିକ ବିଷୟରେ ମନୋଯୋଗ କରନ୍ତି, କିନ୍ତୁ ଯେଉଁମାନେ ଆତ୍ମିକମନା, ସେମାନେ ଆତ୍ମିକ ବିଷୟରେ ମନୋଯୋଗ କରନ୍ତି । କାରଣ ଶାରୀରିକ ମନ ମୃତ୍ୟୁଜନକ, କିନ୍ତୁ ଆତ୍ମିକ ମନ ଜୀବନ ଓ ଶାନ୍ତିଦାୟକ; ଯେଣୁ ଶାରୀରିକ ମନ ଈଶ୍ୱରଙ୍କ ବିରୁଦ୍ଧରେ ଶତ୍ରୁତା; କାରଣ ତାହା ଈଶ୍ୱରଙ୍କ ବ୍ୟବସ୍ଥାର ବଶୀଭୂତ ନୁହେଁ, ପୁଣି, ବଶୀଭୂତ ହେବା ଅସମ୍ଭବ; ଯେଉଁମାନେ ଶରୀରର ବଶରେ ଅଛନ୍ତି, ସେମାନେ ଈଶ୍ୱରଙ୍କର ସନ୍ତୋଷପାତ୍ର ହୋଇ ପାରନ୍ତି ନାହିଁ । କିନ୍ତୁ ଈଶ୍ୱରଙ୍କ ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତାହାହେଲେ ତୁମ୍ଭେମାନେ ଶରୀରର ବଶରେ ନାହଁ, ମାତ୍ର ଆତ୍ମାଙ୍କ ବଶରେ ଅଛ । ଯଦି କେହି ଖ୍ରୀଷ୍ଟଙ୍କ ଆତ୍ମା ପାଇ ନ ଥାଏ, ତେବେ ସେ ତାହାଙ୍କର ନୁହେଁ ।
”କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନ ଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ ।
”ଏଥିର ଅର୍ଥ ଏହି, ଶାରୀରିକ ଭାବେ ଯେଉଁମାନେ ସନ୍ତାନ, ସେମାନେ ଯେ ଈଶ୍ୱରଙ୍କ ସନ୍ତାନ, ତାହା ନୁହେଁ, କିନ୍ତୁ ପ୍ରତିଜ୍ଞାର ସନ୍ତାନ ବଂଶ ରୂପେ ଗଣିତ ହୁଅନ୍ତି ।
”ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ ।
”କିନ୍ତୁ ସାଂସାରିକ ମନୁଷ୍ୟ ଈଶ୍ୱରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହି ସବୁ ତାହା ନିକଟରେ ମୂର୍ଖତା, ପୁଣି, ସେ ସେହି ସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ ।
”ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ୱରଙ୍କ ମନ୍ଦିର, ଆଉ ଈଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି; ଯଦି କୌଣସି ଲୋକ ଈଶ୍ୱରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ୱର ତାକୁ ନଷ୍ଟ କରିବେ କାରଣ ଈଶ୍ୱରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ ।
”ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ୱରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କ'ଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ; କାରଣ ତୁମ୍ଭେମାନେ ବିଶେଷ ମୂଲ୍ୟରେ କିଣାଯାଇଅଛ; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ୱରଙ୍କ ଗୌରବ ପ୍ରକାଶ କର ।
”କାରଣ ମନୁଷ୍ୟ ଦ୍ୱାରା ମୃତ୍ୟୁ ଉପସ୍ଥିତ ହୋଇଥିବାରୁ ମନୁଷ୍ୟ ଦ୍ୱାରା ମଧ୍ୟ ମୃତମାନଙ୍କର ପୁନରୁତ୍ଥାନ ଉପସ୍ଥିତ ହୋଇଅଛି । ଯେଣୁ ଆଦମ ଦ୍ୱାରା ଯେପରି ସମସ୍ତେ ମୃତ୍ୟୁଭୋଗ କରନ୍ତି, ସେହିପରି ମଧ୍ୟ ଖ୍ରୀଷ୍ଟଙ୍କ ଦ୍ୱାରା ସମସ୍ତେ ସଜୀବ ହେବେ ।
”ସମସ୍ତ ଶରୀର ଏକ ପ୍ରକାର ଶରୀର ନୁହେଁ, ମାତ୍ର ମନୁଷ୍ୟମାନଙ୍କ ଏକ ପ୍ରକାର ଶରୀର, ପଶୁମାନଙ୍କର ଅନ୍ୟ ପ୍ରକାର ଶରୀର, ପୁଣି, ପକ୍ଷୀମାନଙ୍କର ଆଉ ଏକ- ପ୍ରକାର ଶରୀର ଓ ମାଛମାନଙ୍କର ଅନ୍ୟ ପ୍ରକାର ଶରୀର ।
”ମୃତମାନଙ୍କର ପୁନରୁତ୍ଥାନ ମଧ୍ୟ ସେହି ପ୍ରକାର । କ୍ଷୟରେ ବୁଣାଯାଏ, ଅକ୍ଷୟ ହୋଇ ଉତ୍ଥିତ ହୁଏ; ଅନାଦରରେ ବୁଣାଯାଏ, ଗୌରବାନ୍ୱିତ ହୋଇ ଉତ୍ଥିତ ହୁଏ; ଦୁର୍ବଳତାରେ ବୁଣାଯାଏ, ଶକ୍ତି ଦ୍ବାରା ଉତ୍ଥିତ ହୁଏ; ପ୍ରାକୃତିକ ଶରୀର ବୁଣାଯାଏ, ଆତ୍ମିକ ଶରୀର ଉତ୍ଥିତ ହୁଏ । ଯଦି ପ୍ରାକୃତିକ ଶରୀର ଅଛି, ତେବେ ଆତ୍ମିକ ଶରୀରସୁଦ୍ଧା ଅଛି । ଏହିପରି ମଧ୍ୟ ଲେଖା ଅଛି, ପ୍ରଥମ ମନୁଷ୍ୟ ଆଦମ ଜୀବିତ ପ୍ରାଣୀ ହେଲେ ଶେଷ ଆଦମ ଜୀବନଦାୟକ ଆତ୍ମା ହେଲେ । ମାତ୍ର ଯାହା ଆତ୍ମିକ, ତାହା ପ୍ରଥମ ନୁହେଁ, କିନ୍ତୁ ଯାହା ପ୍ରାକୃତିକ, ତାହା ପ୍ରଥମ, ପରେ ଆତ୍ମିକ । ପ୍ରଥମ ମନୁଷ୍ୟ ପାର୍ଥିବ, ମୃତ୍ତିକାରେ ନିର୍ମିତ, ଦ୍ୱିତୀୟ ମନୁଷ୍ୟ ସ୍ୱର୍ଗରୁ ଆଗତ । ଯେଉଁମାନେ ମୃତ୍ତିକାରେ ନିର୍ମିତ, ସେମାନେ ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟ ତୁଲ୍ୟ, ପୁଣି, ଯେଉଁମାନେ ସ୍ୱର୍ଗୀୟ, ସେମାନେ ସ୍ୱର୍ଗରୁ ଆଗତ ସେହି ବ୍ୟକ୍ତି ତୁଲ୍ୟ । ଆଉ, ଆମ୍ଭେମାନେ ଯେପରି ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟର ପ୍ରତିମୂର୍ତ୍ତି ଧାରଣ କରିଅଛୁ, ସେପରି ସେହି ସ୍ୱର୍ଗୀୟ ବ୍ୟକ୍ତିଙ୍କ ପ୍ରତିମୂର୍ତ୍ତି ମଧ୍ୟ ଧାରଣ କରିବା । ହେ ଭାଇମାନେ, ମୁଁ ଏହା କହୁଅଛି, ରକ୍ତମାଂସ ଈଶ୍ୱରଙ୍କ ରାଜ୍ୟ ଅଧିକାର କରି ପାରେ ନାହିଁ, କିମ୍ବା କ୍ଷୟ ଅକ୍ଷୟତାକୁ ଅଧିକାର କରେ ନାହିଁ ।
”ତେଣୁ ଆମ୍ଭେମାନେ କ୍ଳାନ୍ତ ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି ।
”କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ବୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ୱରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ୱର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ । ଯେଣୁ ଆମ୍ଭେମାନେ ତ ଆମ୍ଭମାନଙ୍କ ସ୍ୱର୍ଗୀୟ ଗୃହରୂପ ବସ୍ତ୍ରରେ ପରିହିତ ହେବାକୁ ଏକାନ୍ତ ଇଚ୍ଛା କରି ଏହି ଗୃହରେ ଥାଉ ଥାଉ ଆର୍ତ୍ତନାଦ କରୁଅଛୁ; ଏହିପରି ପରିହିତ ହେଲେ ଆମ୍ଭେମାନେ ଉଲଙ୍ଗ ଦେଖାଯିବା ନାହିଁ । କାରଣ ଆମ୍ଭେମାନେ ଏହି ତମ୍ବୁରେ ବାସ କରି ଭାରଗ୍ରସ୍ତ ହୋଇ ଆର୍ତ୍ତନାଦ କରୁଅଛୁ; ଯେଣୁ ଆମ୍ଭେମାନେ ଯେ ପରିିଚ୍ଛଦ ତ୍ୟାଗ କରିବାକୁ ଇଚ୍ଛା କରୁ, ତାହା ନୁହେଁ, ମାତ୍ର ଜୀବନ ଯେପରି ମର୍ତ୍ତ୍ୟକୁ ଗ୍ରାସ କରେ, ଏଥି ନିମନ୍ତେ ଏହି ପରିଚ୍ଛଦ ଉପରେ ଅନ୍ୟ ବସ୍ତ୍ର ପରିଧାନ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ ।
”ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ୱରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ ।
”ଯିହୂଦୀ କି ଗ୍ରୀକ୍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ ।
”ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ । କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହି ସବୁ କରି ପାର ନାହିଁ ।
”ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି ।
”ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନନ୍ତ ଜୀବନରୂପ ଶସ୍ୟ କାଟିବ ।
”ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଲାଷ ଅନୁସାରେ ଜୀବନ ଯାପନ କରି ଶାରୀରିକ ଓ ମନର କାମନା ପୂର୍ଣ୍ଣ କରୁଥିଲୁ, ପୁଣି, ଅନ୍ୟମାନଙ୍କ ପରି ସୁଦ୍ଧା ସ୍ୱଭାବତଃ କ୍ରୋଧର ପାତ୍ର ଥିଲୁ;
”ସେମାନେ ଆପଣାମାନଙ୍କ ଠାରେ ଥିବା ମୁର୍ଖତା ହେତୁ ଓ ନିଜ ନିଜ ହୃଦୟର ଜଡତା ହେତୁ ଆପଣା ଆପଣା ବୁଦ୍ଧିରେ ଅନ୍ଧକାରାଚ୍ଛନ୍ନ ପୁଣି, ଈଶ୍ୱରଙ୍କଠାରୁ ବିଛିନ୍ନ ହୋଇଅଛନ୍ତି;
”କାରଣ ମୋ' ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି, ମୃତ୍ୟୁଭୋଗ ଲାଭଜନକ ।
”କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ୱରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ ।
”କାରଣ ଏପରି ଅନେକ ଅଛନ୍ତି, ଯେଉଁମାନଙ୍କର ଆଚରଣ ବିଷୟରେ ମୁଁ ତୁମ୍ଭମାନଙ୍କୁ ଥରକୁଥର କହିଅଛି, ଆଉ ବର୍ତ୍ତମାନ ମଧ୍ୟ କାନ୍ଦି କାନ୍ଦି କହୁଅଛି, ସେମାନେ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁ; ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି । ଆମ୍ଭେମାନେ ତ ସ୍ୱର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ; ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ ।
”ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ପ୍ରାଥମିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;
”ଏପରି ସ୍ଥଳେ ଗ୍ରୀକ୍ ଓ ଯିହୂଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି ।
”ଶାନ୍ତିଦାତା ଈଶ୍ୱର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ ।
”କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ, ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ;
”କାରଣ ଈଶ୍ୱର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାଁନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି ।
”କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଂକାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ, ଅକୃତଜ୍ଞ, ଅପବିତ୍ର, ସ୍ନେହଶୂନ୍ୟ, ଅମିଳନପ୍ରିୟ, ଅପବାଦକ, ଅଜିତେନ୍ଦ୍ରିୟ, ପ୍ରଚଣ୍ଡ, ଉତ୍ତମ ବିଷୟର ଘୃଣାକାରୀ, ବିଶ୍ୱାସଘାତକ, ଦୁଃସାହସୀ, ଦାମ୍ଭିକ ହେବେ ଓ ଈଶ୍ୱରପ୍ରିୟ ନ ହୋଇ ବରଂ ବିଳାସପ୍ରିୟ ହେବେ; ସେମାନେ ଭକ୍ତିର ବେଶ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ୱୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ ।
”ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତ ହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ୱାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ । ବରଂ ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ । ସେମାନେ ଈଶ୍ୱରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ ।
”କିନ୍ତୁ ଜଣେ କୌଣସି ସ୍ଥାନରେ ଏହି କଥା କହି ସାକ୍ଷ୍ୟ ଦେଇଅଛନ୍ତି, "ମନୁଷ୍ୟ କିଏ, ଯେ ତୁମ୍ଭେ ତାହାକୁ ସ୍ମରଣ କରିଥାଅ? ମନୁଷ୍ୟ-ସନ୍ତାନ କିଏ, ଯେ ତୁମ୍ଭେ ତାହାର ଯତ୍ନ ନେଇଥାଅ? ତୁମ୍ଭେ ଦୂତମାନଙ୍କଠାରୁ ତାହାକୁ ଅଳ୍ପ ନ୍ୟୂନ କରିଅଛ, ତୁମ୍ଭେ ତାହାକୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ଭୂଷିତ କରିଅଛ, ତୁମ୍ଭେ ତାହାର ଅଧୀନ କରି ସମସ୍ତ ବିଷୟ ପଦ ତଳେ ରଖିଅଛ ।'' ପ୍ରକୃତରେ ସେ ସମସ୍ତ ବିଷୟକୁ ତାହାର ବଶୀଭୂତ କରିବାରେ କୌଣସି ବିଷୟକୁ ତାହାର ବଶୀଭୂତ ନ କରି ଛାଡ଼ି ନାହାଁନ୍ତି। ଆମ୍ଭେମାନେ ଏପର୍ଯ୍ୟନ୍ତ ସମସ୍ତ ବିଷୟ ତାହାର ବଶୀଭୂତ ହୋଇଥିବାର ଦେଖୁ ନାହୁଁ ସତ,
”ଅତଏବ, ସନ୍ତାନମାନେ ରକ୍ତମାଂସର ସହଭାଗୀ ହୋଇଥିବାରୁ ଖ୍ରୀଷ୍ଟ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍, ଶୟତାନକୁ ବିନାଶ କରି ପାରନ୍ତି; ପୁଣି, ମୃତ୍ୟୁର ଭୟରେ ଯେଉଁମାନେ ଯାବଜୀବନ ଦାସତ୍ୱର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି ।
”କାରଣ ଈଶ୍ୱରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ଼୍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ । ଈଶ୍ୱରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ ।
”ମନୁଷ୍ୟମାନଙ୍କ ନିମନ୍ତେ ଯେପରି ଥରେମାତ୍ର ମୃତ୍ୟୁ,
”କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ୱାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ; ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ । ହେ ମୋହର ପ୍ରିୟ ଭାଇମାନେ, ଭ୍ରାନ୍ତ ହୁଅ ନାହିଁ ।
”କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ୱାସ ମଧ୍ୟ ମୃତ ।
”ଏବେ ଦେଖ, ଯେଉଁମାନେ କହୁଅଛ, ଆଜି କିମ୍ବା କାଲି ଆମ୍ଭେମାନେ ଅମୁକ ସହରକୁ ଯିବୁ ଓ ସେଠାରେ ଏକ ବର୍ଷ ପର୍ଯ୍ୟନ୍ତ ରହି ବାଣିଜ୍ୟ ବ୍ୟବସାୟ କରି ଲାଭ କରିବୁ; କିନ୍ତୁ କାଲି କ'ଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ । ତୁମ୍ଭମାନଙ୍କର ଜୀବନ କ'ଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ ।
”କାରଣ ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,
”ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।
”ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ; କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ। ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ୱରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।
”ଦେଖ, ପିତା ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ । ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା ।
”ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର ।
”ଦେଖ ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ । ହଁ ଆମେନ୍ ।
”