06 – ନର୍କ
ଏଗୁଡ଼ିକ ହେଉଛି ସର୍ବଶକ୍ତିମାନ ପରମେଶ୍ୱରଙ୍କ ପବିତ୍ର ବାକ୍ୟ।
ମଣିଷର କଥାରେ ଆମର ଆଗ୍ରହ ନାହିଁ।
ଯିଏ ଭଗବାନଙ୍କୁ ଭଲ ପାଏ... ଭଗବାନ ଏହା ବିଷୟରେ କହନ୍ତି: ନର୍କ.
ଏଗୁଡ଼ିକ ହେଉଛି ସର୍ବଶକ୍ତିମାନ ପରମେଶ୍ୱରଙ୍କ ପବିତ୍ର ବାକ୍ୟ।
ମଣିଷର କଥାରେ ଆମର ଆଗ୍ରହ ନାହିଁ।
ଯିଏ ଭଗବାନଙ୍କୁ ଭଲ ପାଏ... ଭଗବାନ ଏହା ବିଷୟରେ କହନ୍ତି: ନର୍କ.
ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ । ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା । ଏହି ମୃତ୍ୟୁ, ଅର୍ଥାତ୍ ଅଗ୍ନିମୟ ହ୍ରଦ, ଦ୍ୱିତୀୟ ମୃତ୍ୟୁ । ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା ।
”କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ୱେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ, ବରଂ ବିଚାରର ଏକ ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ଡତା ଅବଶିଷ୍ଟ ଥାଏ ।
”ଯୁଗାନ୍ତ ସମୟରେ ସେହିପରି ଘଟିବ; ଦୂତମାନେ ବାହାରି ଆସି ଧାର୍ମିକମାନଙ୍କ ମଧ୍ୟରୁ ଦୁଷ୍ଟମାନଙ୍କୁ ପୃଥକ୍ କରିବେ, ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ପକାଇଦେବେ; ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ ।
”ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭ ବିରୁଦ୍ଧରେ ପାପ କରିଅଛି, ଆମ୍ଭେ ଆପଣା ପୁସ୍ତକରୁ ତାହାର ନାମ କାଟି ପକାଇବା। ଏବେ ଯାଅ, ଆମ୍ଭେ ଯେଉଁ ଦେଶ ବିଷୟରେ ତୁମ୍ଭକୁ କହିଅଛୁ, ସେହି ଦେଶକୁ ଲୋକମାନଙ୍କୁ ନେଇ ଯାଅ; ଦେଖ, ଆମ୍ଭ ଦୂତ ତୁମ୍ଭ ଆଗେ ଆଗେ ଗମନ କରିବେ; ମାତ୍ର ଆମ୍ଭେ ପ୍ରତିଫଳ ଦେବା ଦିନରେ ସେମାନଙ୍କ ପାପର ପ୍ରତିଫଳ ସେମାନଙ୍କୁ ଦେବା।”
”ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ, ମାତ୍ର ତତ୍କ୍ଷଣେ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ, ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ତାହା ପାଇଁ ଛକି ରହିବ, ଆଉ ସଦାପ୍ରଭୁ ଆକାଶମଣ୍ଡଳ ତଳୁ ତାହାର ନାମ ଲୋପ କରିବେ।
”କାରଣ ଆମ୍ଭ କ୍ରୋଧରେ ଅଗ୍ନି ପ୍ରଜ୍ୱଳିତ ହେଲା, ତାହା ନୀଚତମ ପାତାଳ ପର୍ଯ୍ୟନ୍ତ ଜ୍ୱଳୁଅଛି ଓ ପୃଥିବୀକି ତଦୁତ୍ପନ୍ନ ବସ୍ତୁ ସହିତ ଗ୍ରାସ କରେ, ଆଉ ପର୍ବତମାନର ମୂଳଦୁଆ ଜ୍ୱଳାଏ।
”ମେଘ ଯେପରି କ୍ଷୟ ପାଇ ଅନ୍ତର୍ହିତ ହୁଏ, ସେପରି ଯେ ପାତାଳକୁ ଓହ୍ଲାଇଯାଏ, ସେ ଆଉ ଉଠି ଆସିବ ନାହିଁ।
”ଦୁଷ୍ଟଲୋକ ବିପଦର ଦିନ ପର୍ଯ୍ୟନ୍ତ ରକ୍ଷିତ? ଓ ସେମାନେ କୋପର ଦିନ ପର୍ଯ୍ୟନ୍ତ ଘେନା ଯା’ନ୍ତି?
”ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେମାନେ ସମସ୍ତେ ପାତାଳକୁ ଚାଲିଯିବେ।
”କାରଣ ତୁମ୍ଭେ ମୋ’ ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ; କିଅବା ତୁମ୍ଭେ ଆପଣା ପବିତ୍ର ଜନକୁ କ୍ଷୟ ପାଇବାକୁ ଦେବ ନାହିଁ।
”ପାତାଳର ରଜ୍ଜୁସବୁ ମୋ’ ଚାରିଆଡ଼େ ଥିଲା; ମୃତ୍ୟୁୁର ଫାନ୍ଦ ମୋ’ ଉପରେ ପଡ଼ିଲା।
”ତୁମ୍ଭ ହସ୍ତ ତୁମ୍ଭ ଶତ୍ରୁ ସମସ୍ତଙ୍କୁ ଧରିବ; ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭର ଘୃଣାକାରୀମାନଙ୍କୁ ଧରିବ। ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ୱଳିତ ଭାଟୀ ତୁଲ୍ୟ କରିବ। ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁ ଗ୍ରାସ କରିବେ, ପୁଣି, ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ।
”ମୃତ୍ୟୁୁ ସେମାନଙ୍କୁ ହଠାତ୍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି।
”ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ।
”ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ୱୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା।
”କାରଣ ମୋ’ ପ୍ରତି ତୁମ୍ଭର ଦୟା ମହତ୍; ପୁଣି, ତୁମ୍ଭେ ନୀଚସ୍ଥ ପାତାଳରୁ ମୋ’ ପ୍ରାଣକୁ ଉଦ୍ଧାର କରିଅଛ।
”ଜ୍ଞାନହୀନ ଲୋକ ଜାଣେ ନାହିଁ; କିଅବା ନିର୍ବୋଧ ଲୋକ ଏହା ବୁଝେ ନାହିଁ; ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ।
”କେହି କେହି ପରମେଶ୍ୱରଙ୍କ ବାକ୍ୟର ବିରୁଦ୍ଧାଚରଣ ଓ ସର୍ବୋପରିସ୍ଥଙ୍କ ମନ୍ତ୍ରଣା ତୁଚ୍ଛ କରିବା ସକାଶୁ, ସେମାନେ ଦୁଃଖ ଓ ଲୌହ ଶୃଙ୍ଖଳରେ ବଦ୍ଧ ହୋଇ ଅନ୍ଧକାରରେ ଓ ମୃତ୍ୟୁୁଛାୟାରେ ବସିଲେ;
”ସଦାପ୍ରଭୁ ଆପଣା ପ୍ରେମକାରୀ ସମସ୍ତଙ୍କୁ ରକ୍ଷା କରନ୍ତି; ମାତ୍ର ଦୁଷ୍ଟ ସମସ୍ତଙ୍କୁ ସେ ସଂହାର କରିବେ।
”ମାତ୍ର ସେହି ଲୋକ ଜାଣେ ନାହିଁ ଯେ, ମୃତ ଲୋକମାନେ ସେଠାରେ ଥା’ନ୍ତି, ପୁଣି, ତାହାର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି।
”ପାତାଳ ଓ ବିନାଶ ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ; ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ?
”ନୀଚସ୍ଥିତ ପାତାଳକୁ ତ୍ୟାଗ କରିବା ପାଇଁ ବୁଦ୍ଧିମାନ ଲୋକ ନିମନ୍ତେ ଜୀବନର ପଥ ଊର୍ଦ୍ଧ୍ୱଗାମୀ।
”ପିଲାକୁ ଶାସ୍ତି ଦେବାକୁ ତ୍ରୁଟି କର ନାହିଁ; ତୁମ୍ଭେ ତାହାକୁ ବାଡ଼ିରେ ମାରିଲେ ହେଁ ସେ ମରିବ ନାହିଁ। ତୁମ୍ଭେ ତାହାକୁ ବାଡ଼ିରେ ମାରିବ ଓ ପାତାଳରୁ ତାହାର ପ୍ରାଣ ରକ୍ଷା କରିବ।
”ଯେପରି ପାତାଳ ଓ ବିନାଶ ସ୍ଥାନ କେତେବେଳେ ତୃପ୍ତ ନୁହେଁ, ସେପରି ମନୁଷ୍ୟର ଇଚ୍ଛାସକଳ କେତେବେଳେ ତୃପ୍ତ ନୁହେଁ।
”ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ। ଯେହେତୁ ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ।
”ପୁଣି, ଇସ୍ରାଏଲର ଜ୍ୟୋତିଃ ଅଗ୍ନି ସ୍ୱରୂପ ହେବ ଓ ତାହାର ଧର୍ମସ୍ୱରୂପ ଅଗ୍ନିଶିଖା ସଦୃଶ ହେବେ, ଆଉ ତାହା ଜ୍ୱଳି ଗୋଟିଏ ଦିନରେ ତାହାର କାନକୋଳି ଓ କଣ୍ଟକ ବୃକ୍ଷସବୁ ଗ୍ରାସ କରିବ। ଆଉ, ସେ ତାହାର ବନ ଓ ଉର୍ବରା କ୍ଷେତ୍ରର ଗୌରବକୁ ପ୍ରାଣ ଓ ଶରୀର ସୁଦ୍ଧା ସଂହାର କରିବେ; ତହିଁରେ ଧ୍ୱଜାଧାରୀ କ୍ଷୀଣ ହେବା ବେଳେ ଯେପରି ହୁଏ, ସେହିପରି ହେବ।
”ସଦାପ୍ରଭୁ ବିଷୟକ ଭୟରେ ତାହାଙ୍କର ଆମୋଦ ହେବ; ପୁଣି, ସେ ଆପଣା ଚକ୍ଷୁର ଦୃଷ୍ଟି ଅନୁସାରେ ବିଚାର କରିବେ ନାହିଁ, କିଅବା ଆପଣା କର୍ଣ୍ଣପ୍ରାନ୍ତରେ ଶ୍ରବଣାନୁସାରେ ଅନୁଯୋଗ କରିବେ ନାହିଁ, ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ।
”ତୁମ୍ଭେମାନେ ହାହାକାର କର; କାରଣ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ; ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ନ୍ୟାୟ ତାହା ଆସିବ। ଏହେତୁ ସକଳ ହସ୍ତ ଦୁର୍ବଳ ହେବ ଓ ପ୍ରତ୍ୟେକ ମାନବ ହୃଦୟ ତରଳି ଯିବ; ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ। ଦେଖ, ଦେଶ ଧ୍ୱଂସ କରିବାକୁ ଓ ତହିଁ ମଧ୍ୟରୁ ପାପୀମାନଙ୍କୁ ବିନାଶ କରିବାକୁ ସଦାପ୍ରଭୁଙ୍କର ଦିନ ଭୟଙ୍କର; କ୍ରୋଧ ଓ ପ୍ରଚଣ୍ଡ କ୍ରୋଧ ସଂଯୁକ୍ତ ହୋଇ ଆସୁଅଛି। କାରଣ ଆକାଶମଣ୍ଡଳର ତାରାଗଣ ଓ ତହିଁର ନକ୍ଷତ୍ରଗଣ ଦୀପ୍ତି ଦେବେ ନାହିଁ; ସୂର୍ଯ୍ୟ ଆପଣା ଉଦୟ ସମୟରେ ଅନ୍ଧାରଗ୍ରସ୍ତ ହେବ ଓ ଚନ୍ଦ୍ର ଆପଣା ଜ୍ୟୋତ୍ସ୍ନା ପ୍ରକାଶ କରିବ ନାହିଁ। ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା।
”ଏହେତୁ ଆମ୍ଭେ ଆକାଶମଣ୍ଡଳକୁ କମ୍ପାନ୍ୱିତ କରିବା, ଆଉ ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଓ ତାହାଙ୍କ ପ୍ରଚଣ୍ଡ କ୍ରୋଧର ଦିନରେ ପୃଥିବୀ ଟଳି ସ୍ୱସ୍ଥାନ ଚ୍ୟୁତ ହେବ।
”ତୁମ୍ଭ ଆଗମନ ସମୟରେ ତୁମ୍ଭ ସଙ୍ଗେ ସାକ୍ଷାତ କରିବା ପାଇଁ ଅଧଃସ୍ଥ ପାତାଳ ଚାଳିତ ହୁଏ; ତାହା ତୁମ୍ଭ ନିମନ୍ତେ ମୃତମାନଙ୍କୁ, ପୃଥିବୀର ପ୍ରଧାନମାନଙ୍କୁ ହିଁ ଜଗାଏ; ତାହା ଗୋଷ୍ଠୀବର୍ଗର ରାଜାସକଳକୁ ସେମାନଙ୍କ ସିଂହାସନରୁ ଉଠାଇଅଛି। ସେମାନେ ସମସ୍ତେ ଉତ୍ତର ଦେଇ ତୁମ୍ଭକୁ କହିବେ, ତୁମ୍ଭେ ମଧ୍ୟ କ’ଣ ଆମ୍ଭମାନଙ୍କ ପରି କ୍ଷୀଣବଳ ହେଲ? ତୁମ୍ଭେ କ’ଣ ଆମ୍ଭମାନଙ୍କର ସମାନ ହେଲ? ତୁମ୍ଭର ଐଶ୍ୱର୍ଯ୍ୟ ଓ ତୁମ୍ଭ ନେବଲ ଯନ୍ତ୍ରର ସ୍ୱର ପାତାଳ ପର୍ଯ୍ୟନ୍ତ ଅବରୋହିତ ହୋଇଅଛି; କୀଟ ତୁମ୍ଭ ତଳେ ପ୍ରସାରିତ (ବିଛଣା) ଓ କୃମି ତୁମ୍ଭର ଆଚ୍ଛାଦନ ହୋଇଅଛି।
”ହେ ପ୍ରଭାତୀ ତାରା, ପ୍ରତ୍ୟୁଷର ପୁତ୍ର! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ! ପୁଣି, ତୁମ୍ଭେ ମନେ ମନେ କହିଥିଲ, ଆମ୍ଭେ ସ୍ୱର୍ଗାରୋହଣ କରିବା, ଆମ୍ଭେ ପରମେଶ୍ୱରଙ୍କ ନକ୍ଷତ୍ରଗଣର ଉର୍ଦ୍ଧ୍ୱରେ ଆପଣା ସିଂହାସନ ଉଚ୍ଚୀକୃତ କରିବା; ଆମ୍ଭେ ଉତ୍ତର ଦିଗର ପ୍ରାନ୍ତସ୍ଥିତ ସମାଗମ ପର୍ବତରେ ଉପବିଷ୍ଟ ହେବା; ଆମ୍ଭେ ମେଘମାଳର ଉଚ୍ଚସ୍ଥଳୀର ଉର୍ଦ୍ଧ୍ୱକୁ ଆରୋହଣ କରିବା; ଆମ୍ଭେ ସର୍ବୋପରିସ୍ଥଙ୍କର ତୁଲ୍ୟ ହେବା। ମାତ୍ର ତୁମ୍ଭେ ପାତାଳକୁ, ଗର୍ତ୍ତର ପ୍ରାନ୍ତ ସୀମାକୁ ଅବରୋହିତ ହେବ।
”ସେମାନେ ମରିଅଛନ୍ତି, ସେମାନେ ଆଉ ଜୀବିତ ହେବେ ନାହିଁ; ସେମାନେ ମୃତ ହୋଇଅଛନ୍ତି, ସେମାନେ ଉଠିବେ ନାହିଁ; ଏହେତୁ ତୁମ୍ଭେ ପ୍ରତିଫଳ ଦେଇ ସେମାନଙ୍କୁ ସଂହାର କରିଅଛ ଓ ସେମାନଙ୍କ ସ୍ମରଣ ଲୁପ୍ତ କରିଅଛ।
”କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ।”
”ତାହା ଦିବାରାତ୍ର ନିର୍ବାଣ ହେବ ନାହିଁ; ତହିଁର ଧୂମ ସଦାକାଳ ଉଠିବ; ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ; ଅନନ୍ତ କାଳ ତାହାର ମଧ୍ୟ ଦେଇ କେହି ଗମନ କରିବ ନାହିଁ।
”ଯେହେତୁ ପାତାଳ ତୁମ୍ଭର ପ୍ରଶଂସା କରି ନ ପାରେ, ମୃତ୍ୟୁୁ ତୁମ୍ଭର ଗୁଣ କୀର୍ତ୍ତନ କରି ନ ପାରେ; ଗର୍ତ୍ତଗାମୀମାନେ ତୁମ୍ଭର ସତ୍ୟତା ପାଇଁ ପ୍ରତ୍ୟାଶା କରି ନ ପାରନ୍ତି।
”କାରଣ ଦେଖ, ମହାତାପରେ ଆପଣାର କ୍ରୋଧ ଓ ପ୍ରଜ୍ୱଳିତ ଅଗ୍ନି ଦ୍ୱାରା ଆପଣା ଭର୍ତ୍ସନା ପ୍ରତିଦାନ କରିବା ପାଇଁ ସଦାପ୍ରଭୁ ଅଗ୍ନି ସହକାରେ ଆଗମନ କରିବେ ଓ ତାହାଙ୍କର ରଥସବୁ ଘୂର୍ଣ୍ଣିବାୟୁ ତୁଲ୍ୟ ହେବ। କାରଣ ସଦାପ୍ରଭୁ ଅଗ୍ନି ଦ୍ୱାରା ଓ ଆପଣା ଖଡ୍ଗ ଦ୍ୱାରା ଯାବତୀୟ ମର୍ତ୍ତ୍ୟ ସହିତ ବିବାଦ ନିଷ୍ପନ୍ନ କରିବେ; ତହିଁରେ ସଦାପ୍ରଭୁଙ୍କ ଦ୍ୱାରା ହତ ଲୋକ ଅନେକ ହେବେ।
”“ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ।”
”ଦେଖ, ଯାବତୀୟ ପ୍ରାଣ ଆମ୍ଭର; ପିତାର ପ୍ରାଣ ଯେପରି, ପୁତ୍ରର ପ୍ରାଣ ହିଁ ସେହିପରି ଆମ୍ଭର; ଯେଉଁ ପ୍ରାଣୀ ପାପ କରେ, ସେହି ମରିବ।
”ସେହି ଶୃଙ୍ଗର କଥିତ ଦର୍ପ-ବାକ୍ୟର ରବ ସକାଶୁ ସେହି ସମୟରେ ମୁଁ ଅନାଇଲି; ମୁଁ ଦେଖିଲି ଯେ, ଶେଷରେ ସେ ପଶୁ ହତ ହେଲା ଓ ତାହାର ଶରୀର ବିନଷ୍ଟ ହେଲା ଓ ସେ ଅଗ୍ନିରେ ଦଗ୍ଧ ହେବା ପାଇଁ ସମର୍ପିତ ହେଲା।
”ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ। ମାତ୍ର ବିଚାର ସଭା ବସିବ ଓ ସେମାନେ ଶେଷ ପର୍ଯ୍ୟନ୍ତ ତାହାର କର୍ତ୍ତୃତ୍ୱର କ୍ଷୟ ଓ ବିନାଶ କରିବା ପାଇଁ ତାହାଠାରୁ ତାହା ନେବେ।
”ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନନ୍ତ ଜୀବନ ଓ କେତେକେ ଲଜ୍ଜା ଓ ଅନନ୍ତ ଅବଜ୍ଞା ଭୋଗ ପାଇଁ ଉଠିବେ।
”“କାରଣ ଦେଖ, ସେହିଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
”କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, "ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?
”ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ ।
”ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ସଫା କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ ।"
”ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ନରହତ୍ୟା କର ନାହିଁ, ଆଉ ଯେ କେହି ନରହତ୍ୟା କରେ ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ । କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ । ପୁଣି, ଯେ କେହି ଆପଣା ଭାଇ କି ମୂର୍ଖ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ପାଷାଣ୍ଡ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ ।
”ଆଉ ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ । ପୁଣି, ତୁମ୍ଭର ଦକ୍ଷିଣ ହସ୍ତ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ ।
”ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ । ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ ।
”ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯାଏ । ଅତଏବ ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ ।
”ମୋତେ ପ୍ରଭୁ, ପ୍ରଭୁ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ । ସେ ଦିନ ଅନେକେ ମୋତେ କହିବେ, ହେ ପ୍ରଭୁ, ହେ ପ୍ରଭୁ, ଆମ୍ଭେମାନେ କି ତୁମ୍ଭ ନାମରେ ଭାବବାଣୀ କହିଲୁ ନାହିଁ? ପୁଣି, ତୁମ୍ଭ ନାମରେ କି ଭୂତମାନଙ୍କୁ ଛଡ଼ାଇଲୁ ନାହିଁ? ଆଉ ତୁମ୍ଭ ନାମରେ କି ଅନେକ ଆଶ୍ଚର୍ଯ୍ୟର କାର୍ଯ୍ୟ କଲୁ ନାହିଁ? ସେତେବେଳେ ମୁଁ ସେମାନଙ୍କୁ ସ୍ପଷ୍ଟରୂପେ କହିବି, ମୁଁ ତୁମ୍ଭମାନଙ୍କୁ କେବେ ହେଁ ଜାଣି ନାହିଁ । ହେ ଅଧର୍ମାଚାରୀମାନେ ମୋ ପାଖରୁ ଦୂର ହୁଅ ।
”ମାତ୍ର ରାଜ୍ୟର ସନ୍ତାନମାନେ ବାହାର ଅନ୍ଧକାରରେ ପକାଯିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।
”ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରି ପାରନ୍ତି, ତାହାଙ୍କୁ ହିଁ ଭୟ କର ।
”ଉତ୍ତମ ଲୋକ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ । କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ; ଯେଣୁ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ନିର୍ଦ୍ଦୋଷ ଓ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ଦୋଷୀ ବୋଲି ପ୍ରମାଣିତ ହେବ ।
”କ୍ଷେତ ଜଗତ; ଭଲ ବିହନ ରାଜ୍ୟର ସନ୍ତାନମାନେ; ବାଳୁଙ୍ଗା ପାପାତ୍ମାର ସନ୍ତାନମାନେ; ଯେଉଁ ଶତ୍ରୁ ତାହା ବୁଣିଲା, ସେ ଶୟତାନ; ଶସ୍ୟ କାଟିବା ସମୟ ଯୁଗାନ୍ତ, ପୁଣି, କଟାଳିସବୁ ଦୂତମାନେ । ଅତଏବ, ବାଳୁଙ୍ଗା ଯେପରି ଏକାଠି କରାଯାଇ ନିଆଁରେ ପୋଡ଼ାଯାଏ ଯୁଗାନ୍ତ ସମୟରେ ସେପରି ଘଟିବ । ମନୁଷ୍ୟପୁତ୍ର ଆପଣା ଦୂତମାନଙ୍କୁ ପଠାଇବେ, ଆଉ ସେମାନେ ତାହାଙ୍କ ରାଜ୍ୟରୁ ସମସ୍ତ ବିଘ୍ନଜନକ ବିଷୟ ଓ ଅଧର୍ମାଚାରୀମାନଙ୍କୁ ସଂଗ୍ରହ କରିବେ, ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ଫୋପାଡ଼ି ଦେବେ, ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ ।
”ଯୁଗାନ୍ତ ସମୟରେ ସେହିପରି ଘଟିବ; ଦୂତମାନେ ବାହାରି ଆସି ଧାର୍ମିକମାନଙ୍କ ମଧ୍ୟରୁ ଦୁଷ୍ଟମାନଙ୍କୁ ପୃଥକ୍ କରିବେ, ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ପକାଇଦେବେ; ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ ।
”ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ ।
”ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କ'ଣ ଦେବ? ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ ।
”ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ ।
”କିନ୍ତୁ ଯେ କେହି ମୋଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା ।
”ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ; ଦୁଇ ହସ୍ତ ଓ ଦୁଇ ପାଦ ନେଇ ଅନନ୍ତ ଅଗ୍ନିରେ ପଡ଼ିବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ । ଆଉ, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହାକୁ ଉପାଡ଼ି ଫୋପାଡ଼ିଦିଅ; ଦୁଇ ଚକ୍ଷୁ ନେଇ ଅଗ୍ନିମୟ ନର୍କରେ ପଡ଼ିବା ବରଂ ଏକ ଚକ୍ଷୁ ନେଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ ।
”କିନ୍ତୁ ରାଜା ନିମନ୍ତ୍ରିତ ଅତିଥିମାନଙ୍କୁ ଦେଖିବା ପାଇଁ ଭିତରକୁ ଆସି ସେଠାରେ ବିବାହବସ୍ତ୍ର ପରିଧାନ କରି ନ ଥିବା ଜଣେ ଲୋକକୁ ଦେଖି ତାହାକୁ କହିଲେ, ହେ ବନ୍ଧୁ, ତୁମ୍ଭେ ବିବାହବସ୍ତ୍ର ପରିଧାନ ନ କରି କିପରି ଏ ସ୍ଥାନକୁ ଆସିଲ? ମାତ୍ର ସେ ନିରୁତ୍ତର ହୋଇ ରହିଲା । ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।
”ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ?
”ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।
”କିନ୍ତୁ ସେମାନେ କିଣିବାକୁ ଯାଉଥିବା ସମୟରେ 'ବର' ଆସିଲେ, ପୁଣି, ଯେଉଁମାନେ ପ୍ରସ୍ତୁତ ଥିଲେ, ସେମାନେ ତାହାଙ୍କ ସହିତ ବିବାହ-ଉତ୍ସବରେ ଯୋଗଦାନ କରିବା ନିମନ୍ତେ ଗୃହରେ ପ୍ରବେଶ କଲେ, ଆଉ ଦ୍ୱାର ବନ୍ଦ କରାଗଲା । ଏହାପରେ ଅନ୍ୟ କନ୍ୟାମାନେ ମଧ୍ୟ ଆସି କହିଲେ, ହେ ପ୍ରଭୁ, ହେ ପ୍ରଭୁ, ଆମ ପାଇଁ ଦ୍ୱାର ଫିଟାଇଦିଅନ୍ତୁ । କିନ୍ତୁ ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୁଁ ତୁମ୍ଭମାନଙ୍କୁ ଜାଣେ ନାହିଁ ।
”ଆଉ, ତୁମ୍ଭେମାନେ ଏହି ଅକର୍ମଣ୍ୟ ଦାସକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।
”ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ, ପୁଣି, ତାହାଙ୍କ ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଛାଗଠାରୁ ମେଷ ପୃଥକ୍ କରି, ମେଷମାନଙ୍କୁ ଆପଣା ଦକ୍ଷିଣ ପାର୍ଶ୍ୱରେ ଓ ଛାଗମାନଙ୍କୁ ବାମ ପାର୍ଶ୍ୱରେ ରଖିବେ ।
”ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ କର, କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ ନାହିଁ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ ନାହିଁ; ପ୍ରବାସୀ ଥିଲି, ମୋତେ ଆଶ୍ରୟ ଦେଲ ନାହିଁ; ଉଲଙ୍ଗ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ ନାହିଁ; ଅସୁସ୍ଥ ଓ କାରାଗାରସ୍ଥ ଥିଲି, ମୋତେ ଦେଖିବାକୁ ଆସିଲ ନାହିଁ । ସେଥିରେ ସେମାନେ ମଧ୍ୟ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ କି ତୃଷିତ, ପ୍ରବାସୀ କି ଉଲଙ୍ଗ, ପୀଡ଼ିତ କି କାରଗାରସ୍ଥ ଦେଖି ଆପଣଙ୍କର ସେବା କଲୁ ନାହିଁ? ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋ ପ୍ରତି ହିଁ ତାହା କରି ନାହଁ । ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ ।
”କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନନ୍ତ ପାପରେ ଦୋଷୀ ଅଟେ ।
”ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ନିଜ ଜୀବନ ହରାଏ, ତେବେ ତାହାର କି ଲାଭ? ପୁଣି, ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେଇ ପାରେ?
”ଆଉ, ଯେ କେହି ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା । ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ । [କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ ।] ଆଉ, ତୁମ୍ଭର ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ,ଦୁଇ ପାଦ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ । [କାରଣ ନରକରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ ।] ପୁଣି, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ପକାଅ; ଦୁଇ ଚକ୍ଷୁ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଏକ ଚକ୍ଷୁ ଘେନି ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ; କାରଣ ନରକରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ ।
”ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ ।
”ଆପଣା ଖଳା ଉତ୍ତମ ରୂପେ ପରିଷ୍କାର କରିବା ନିମନ୍ତେ ଓ ନିଜ ଅମାରରେ ଗହମ ସଂଗ୍ରହ କରି ରଖିବା ନିମନ୍ତେ ତାହାଙ୍କ ହାତରେ କୁଲା ଅଛି, କିନ୍ତୁ ଅଗାଡ଼ିଯାକ ସେ ଅନନ୍ତ ଅଗ୍ନିରେ ପୋଡ଼ିପକାଇବେ ।
”ଯୀଶୁ ତାହାଙ୍କୁ ପଚାରିଲେ, ତୋର ନାଁ କ'ଣ? ସେ କହିଲା, ବାହିନୀ; କାରଣ ଅନେକ ଭୂତ ତାହାଠାରେ ପ୍ରବେଶ କରିଥିଲେ । ପୁଣି, ସେ ଯେପରି ସେମାନଙ୍କୁ ପାତାଳକୁ ଯିବା ପାଇଁ ଆଜ୍ଞା ନ ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କରିବାକୁ ଲାଗିଲେ ।
”ଆଉ, ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣାକୁ ବିନାଶ କରେ ବା ହରାଏ, ତେବେ ତାହାର କି ଲାଭ?
”ଆଉ, ରେ କଫର୍ନାହୂମ ତୁ କ'ଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ପତନ ହେବ । ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋ' କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋ' ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ ।
”କିନ୍ତୁ କାହାକୁ ଭୟ କରିବ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ବଧ କଲା ଉତ୍ତାରେ ନର୍କରେ ପକାଇବା ନିମନ୍ତେ ଯାହାଙ୍କର ଅଧିକାର ଅଛି, ତାହାଙ୍କୁ ଭୟ କର; ହଁ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତାହାଙ୍କୁ ଭୟ କର ।
”ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ ।
”ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୁ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କ' ଣ ଅଳ୍ପ? ସେଥିରେ ସେ ସେମାନଙ୍କୁ କହିଲେ, ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ । ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ, ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ । ସେହି ସମୟରେ ତୁମ୍ଭେମାନେ କହିବାକୁ ଲାଗିବ, ଆମ୍ଭେମାନେ ଆପଣଙ୍କ ସାକ୍ଷାତରେ ଭୋଜନପାନ କଲୁ, ପୁଣି, ଆପଣ ଆମ୍ଭମାନଙ୍କ ଦାଣ୍ଡମାନଙ୍କରେ ଶିକ୍ଷା ଦେଲେ; ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋ’ ପାଖରୁ ଦୂର ହୁଅ । ଯେତେବେଳେ ତୁମ୍ଭେମାନେ ଅବ୍ରାହାମ, ଇସ୍ହାକ, ଯାକୁବ ପୁଣି, ସମସ୍ତ ଭାବବାଦୀଙ୍କୁ ଈଶ୍ୱରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ ।
”ଜଣେ ଧନୀ ଲୋକ ଥିଲା, ସେ ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା; କିନ୍ତୁ ତାହାର ଫାଟକ ପାଖରେ ଲାଜାର ବୋଲି ଜଣେ ଭିକାରୀ ପଡ଼ି ରହିଥିଲା, ତାର ଦେହରେ ଘାଆ ଭର୍ତ୍ତି ହୋଇଥିଲା; ସେ ସେହି ଧନୀ ଲୋକର ମେଜରୁ ପଡ଼ିବା ଅଇଣ୍ଠାରୁ କିଛି ଖାଇ ପେଟ ପୁରାଇବାକୁ ଆଶା କରୁଥିଲା; ଆଉ କୁକୁରଗୁଡ଼ାକ ସୁଦ୍ଧା ଆସି ତାହାର ଘାଆ ସବୁ ଚାଟୁଥିଲେ । କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରାହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା । ଆଉ, ସେ ନର୍କଯନ୍ତ୍ରଣାରେ କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରାହାମ ଓ ତାହାଙ୍କ କୋଳରେ ଲାଜାରକୁ ଦେଖିଲେ । ସେଥିରେ ସେ ଡାକି କହିଲେ, ହେ ପିତା ଅବ୍ରାହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି । କିନ୍ତୁ ଅବ୍ରାହାମ କହିଲେ, ପୁଅରେ, ତୁ ଯେ ଜୀବିତ ଥିବା ସମୟରେ ତୋର ଭଲ ବିଷୟସବୁ ପାଇଲୁ, ଆଉ ଲାଜାର ସେହିପରି ମନ୍ଦ ବିଷୟସବୁ ପାଇଲା, ଏହା ମନେ କର; କିନ୍ତୁ ଏବେ ସେ ଏହି ସ୍ଥାନରେ ସାନ୍ତ୍ୱନା ପାଉଅଛି, ଆଉ ତୁ କଲବଲ ହେଉଅଛୁ । ତାହା ଛଡ଼ା ତୁମ ଓ ଆମ ମଧ୍ୟରେ ବହୁତ ବଡ଼ ବ୍ୟବଧାନ ଅଛି, ଯେପରି ଯେଉଁମାନେ ଏ ସ୍ଥାନରୁ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରନ୍ତି, ସେମାନେ ଯାଇ ପାରିବେ ନାହିଁ, କିମ୍ବା ସେ ସ୍ଥାନରୁ କେହି ଆମ୍ଭମାନଙ୍କ ନିକଟକୁ ପାର ହୋଇ ଆସି ପାରିବେ ନାହିଁ । ସେଥିରେ ସେ କହିଲେ, ହେ ପିତା, ତାହାହେଲେ ମୁଁ ଆପଣଙ୍କୁ ଅନୁରୋଧ କରୁଅଛି, ତାହାକୁ ମୋହର ବାପାଙ୍କ ଘରକୁ ପଠାଉନ୍ତୁ, କାରଣ ମୋହର ପାଞ୍ଚ ଭାଇ ଅଛନ୍ତି; ସେମାନେ ମଧ୍ୟ ଯେପରି ଏହି ଯନ୍ତ୍ରଣାମୟ ସ୍ଥାନକୁ ନ ଆସିବେ, ସେଥିପାଇଁ ସେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବେ । କିନ୍ତୁ ଅବ୍ରାହାମ କହିଲେ, ସେମାନଙ୍କ ନିକଟରେ ମୋଶା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଅଛି, ସେମାନେ ସେମାନଙ୍କର କଥା ଶୁଣନ୍ତୁ । ସେଥିରେ ସେ କହିଲେ, ହେ ପିତା ଅବ୍ରାହାମ, ତାହା ଯଥେଷ୍ଟ ନୁହେଁ, ମାତ୍ର ଯଦି ମୃତମାନଙ୍କ ପାଖରୁ ଜଣେ ସେମାନଙ୍କ ନିକଟକୁ ଯିବ, ତାହାହେଲେ ସେମାନେ ମନ ପରିବର୍ତ୍ତନ କରିବେ । କିନ୍ତୁ ସେ ତାହାକୁ କହିଲେ, ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କର କଥା ନ ଶୁଣନ୍ତି, ତାହାହେଲେ ମୃତମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହେଲେ ସୁଦ୍ଧା ସେମାନେ ପରାମର୍ଶ ଗ୍ରହଣ କରିବେ ନାହିଁ ।
”କାରଣ ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ । ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ୱର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ । ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ୱରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ । ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ । କାରଣ ଯେ କେହି କୁକର୍ମ କରେ, ଯେ ଜ୍ୟୋତିଃକୁ ଘୃଣା କରେ, ପୁଣି, କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ ।
”ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ୱରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ ।
”ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି, ସେମାନେ ଜୀବନର ପୁନରୁତ୍ଥାନ ନିମନ୍ତେ ଓ ଯେଉଁମାନେ ଅସତ୍ କର୍ମ କରିଅଛନ୍ତି, ସେମାନେ ଦଣ୍ଡର ପୁନରୁତ୍ଥାନ ନିମନ୍ତେ ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି ।
”କେହି ଯେବେ ମୋ'ଠାରେ ନ ରହେ, ତାହାହେଲେ ସେ ଶାଖା ପରି ବାହାରେ ପକାଇ ଦିଆଯାଏ ଓ ଶୁଖିଯାଏ, ପୁଣି, ଲୋକେ ସେଗୁଡ଼ାକ ଏକାଠି କରି ନିଆଁରେ ପକାଇ ଦିଅନ୍ତି ଓ ସେଗୁଡ଼ାକ ପୋଡ଼ିଯାଏ ।
”କାରଣ ତୁମ୍ଭେ ମୋହର ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ, କିଅବା ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ ।
”ଏହା ଜାଣିବାରୁ ସେ ଭବିଷ୍ୟଦ ଦର୍ଶନ ଦ୍ୱାରା ଖ୍ରୀଷ୍ଟଙ୍କର ପୁନରୁତ୍ଥାନ ବିଷୟରେ କହିଥିଲେ, କାରଣ ସେ ପାତାଳରେ ପରିତ୍ୟକ୍ତ ହେଲେ ନାହିଁ, କିଅବା ତାହାଙ୍କ ଶରୀର କ୍ଷୟ ପାଇଲା ନାହିଁ ।
”କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ୱରଙ୍କ କ୍ରୋଧ ପ୍ରକାଶିତ ହେଉଅଛି ଯେଣୁ ଈଶ୍ୱରଙ୍କ ସମ୍ବନ୍ଧରେ ଯାହା ଜ୍ଞାତବ୍ୟ, ତାହା ସେମାନଙ୍କ ଅନ୍ତରରେ ପ୍ରକାଶିତ ହୋଇଅଛି; ଈଶ୍ୱର ତ ସେମାନଙ୍କ ନିକଟରେ ତାହା ପ୍ରକାଶ କରିଅଛନ୍ତି । ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ୱରତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ । କାରଣ ସେମାନେ ଈଶ୍ୱରଙ୍କୁ ଜାଣି ତାହାଙ୍କୁ ଈଶ୍ୱର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା; ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ,
”କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ୱରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ; ସେ ପ୍ରତ୍ୟେକ ଲୋକକୁ ନିଜ ନିଜ କର୍ମାନୁସାରେ ଫଳ ଦେବେ; ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ, କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ ।
”କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ୱରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ ।
”ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ । କାରଣ ଜୀବନଦାୟକ ଆତ୍ମାଙ୍କ ମୋଶାଙ୍କ ବ୍ୟବସ୍ଥା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ମୋଶାଙ୍କ ବ୍ୟବସ୍ଥାରୁ ମୁକ୍ତ କରିଅଛି ।
”ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଈଶ୍ୱରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖା ଅଛି, "ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା' ।
”ଯେଣୁ ଲେଖା ଅଛି, "ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ, ପ୍ରତ୍ୟେକ ଆଣ୍ଠୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ୱା ଈଶ୍ୱରଙ୍କ ପ୍ରଶଂସା କରିବ ।" ଅତଏବ, ଆମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଈଶ୍ୱରଙ୍କ ଛାମୁରେ ନିଜ ନିଜର ହିସାବ ଦେବାକୁ ହେବ ।
”କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ । ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ପ୍ରବର୍ତ୍ତାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ୱରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ ।
”କାରଣ ଯେ ଅନ୍ୟାୟ କରେ, ସେ ଆପଣା ଅନ୍ୟାୟର ପ୍ରତିଫଳ ପାଇବ; ସେ ବିଷୟରେ କୌଣସି ମୁଖାପେକ୍ଷା ନାହିଁ ।
”ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ, ଅର୍ଥାତ୍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ୱାରା ଗୌରବାନ୍ୱିତ ହେବାକୁ ଓ ବିଶ୍ୱାସ କରିଥିବା ଲୋକସମସ୍ତଙ୍କ ଦ୍ୱାରା ଚମତ୍କାରର ଦୃଶ୍ୟସ୍ୱରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ୱାସ କରିଅଛ),
”ମନୁଷ୍ୟମାନଙ୍କ ନିମନ୍ତେ ଯେପରି ଥରେମାତ୍ର ମୃତ୍ୟୁ,
”କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ୱେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ, ବରଂ ବିଚାରର ଏକ ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ଡତା ଅବଶିଷ୍ଟ ଥାଏ ।
”ତେବେ ଭାବି ଦେଖ, ଯେ ଈଶ୍ୱରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ସାମାନ୍ୟ ବିଷୟ ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ! କାରଣ 'ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା,'ଯେ ଏହି କଥା କହିଅଛନ୍ତି, ତାହାଙ୍କୁ ଆମ୍ଭେମାନେ ଜାଣୁ; ପୁନଶ୍ଚ, 'ପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ' । ଜୀବିତ ଈଶ୍ୱରଙ୍କ ହସ୍ତରେ ପଡ଼ିବା ଭୟଙ୍କର ବିଷୟ ।
”ଯେଣୁ ଆମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ; ସେଥିରେ ମଧ୍ୟ ସେ ବନ୍ଦୀ ଆତ୍ମାମାନଙ୍କ ନିକଟକୁ ଯାଇ ପ୍ରଚାର କଲେ;
”କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ । ଆଉ, ଅନେକେ ସେମାନଙ୍କ କାମୁକତାର ଅନୁଗାମୀ ହେବେ, ଫଳତଃ ଏମାନଙ୍କ ହେତୁ ସତ୍ୟ ମାର୍ଗ ନିନ୍ଦିତ ହେବ । ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।
”କାରଣ ଈଶ୍ୱର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନର୍କରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ୱରରେ ରଖିଅଛନ୍ତି ସେ ପୁରାତନ ଜଗତକୁ ମଧ୍ୟ ଛାଡ଼ିଲେ ନାହିଁ, କିନ୍ତୁ କେବଳ ଧର୍ମପ୍ରଚାରକ ନୋହଙ୍କୁ ଅନ୍ୟ ସାତ ଜଣ ସହିତ ରକ୍ଷା କରି ଧର୍ମଭ୍ରଷ୍ଟ ଜଗତରେ ଜଳପ୍ଳାବନ ଘଟାଇଲେ; ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇବା ନିମନ୍ତେ ଦଣ୍ଡାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ୱରୂପ କଲେ, ପୁଣି, ସେ ଦୁରାଚାରୀମାନଙ୍କ କାମୁକତାପୂର୍ଣ୍ଣ ଆଚରଣରେ ବ୍ୟଥିତ ଧାର୍ମିକ ଲୋଟଙ୍କୁ ଉଦ୍ଧାର କଲେ, ଯେଣୁ ସେହି ଧାର୍ମିକ ଲୋକ ସେମାନଙ୍କ ମଧ୍ୟରେ ବାସ କରି ସେମାନଙ୍କ ଅନ୍ୟାୟ କାର୍ଯ୍ୟ ଦେଖି ଓ ସେ ବିଷୟ ଶୁଣି ପ୍ରତିଦିନ ଆପଣା ଧର୍ମପରାୟଣ ପ୍ରାଣରେ ଯନ୍ତ୍ରଣା ଭୋଗ କଲେ । ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି । ସେମାନେ ଦୁଃସାହସୀ ଓ ସ୍ୱେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ, ଯଦ୍ୟପି ଅଧିକ ଶକ୍ତି ଓ ପରାକ୍ରମଶାଳୀ ଦୂତମାନେ ପ୍ରଭୁଙ୍କ ଛାମୁରେ ନିନ୍ଦା କରି ସେମାନଙ୍କର ବିଚାର କରନ୍ତି ନାହିଁ ।
”ସେମାନେ ନିର୍ଜଳର ନିର୍ଝର ଓ ପ୍ରଚଣ୍ଡ ବାୟୁରେ ଚାଳିତ ମେଘ ତୁଲ୍ୟ, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ରକ୍ଷିତ ହୋଇଅଛି।
”ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି ।
”ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି ।
”ଯେ କେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନନ୍ତ ଜୀବନ ନ ଥାଏ, ଏହା ତୁମ୍ଭେମାନେ ଜାଣ ।
”ସେହି ସାକ୍ଷ୍ୟ ଏହି ଯେ, ଈଶ୍ୱର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି । ଯେ ପୁତ୍ରଙ୍କୁ ପାଇଅଛି, ସେ ଜୀବନ ପାଇଅଛି; ଯେ ଈଶ୍ୱରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ହିଁ ପାଇ ନାହିଁ ।
”କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ୱରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି ।
”ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚ ପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି । ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି ।
”ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ୱରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତ କାଳର ଫଳଶୂନ୍ୟବୃକ୍ଷ ସଦୃଶ; ସେମାନେ ଆପଣା ଆପଣା ଲଜ୍ଜା ସ୍ୱରୂପ ଫେଣ ଉଦ୍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ ତାରା ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଅନନ୍ତକାଳ ରଖାଯାଇଅଛି ।
”ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର ।
”ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି ।
”ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ ।
”ତତ୍ପରେ ପଞ୍ଚମ ଦୂତ ତୂରୀଧ୍ୱନୀ କରନ୍ତେ ମୁଁ ଆକାଶରୁ ଗୋଟିଏ ନକ୍ଷତ୍ର ପୃଥିବୀରେ ପତିତ ହେବାର ଦେଖିଲି; ତାହାକୁ ପାତାଳକୁଣ୍ଡର ଚାବି ଦିଆଗଲା । ସେ ସେହି ପାତାଳକୁଣ୍ଡ ଫିଟାନ୍ତେ ସେଥିରୁ ବୃହତ୍ ଭାଟିର ଧୂମ ପରି ଧୂମ ଉଠିଲା, ଆଉ ସେହି ପାତାଳକୁଣ୍ଡର ଧୂମ ହେତୁ ସୁର୍ଯ୍ୟ ପୁଣି, ଆକାଶ ଅନ୍ଧକାରାଛନ୍ନ ହେଲା ।
”ସେମାନଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ତୃତୀୟ ଦୂତ ଆସି ଉଚ୍ଚ ସ୍ଵରରେ କହିଲେ, ଯଦି କେହି ସେହି ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରେ ପୁଣି, ଆପଣା କପାଳରେ କି ହାତରେ ତାହାର ଚିହ୍ନ ଗ୍ରହଣ କରେ, ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ୱରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ । ଏପରି ଲୋକମାନଙ୍କ ଯନ୍ତ୍ରଣାର ଧୂମ ଯୁଗେ ଯୁଗେ ଉଠୁଥିବ; ଯେଉଁମାନେ ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରନ୍ତି ପୁଣି, ତାହାର ନାମର ଚିହ୍ନ ଗ୍ରହଣ କରନ୍ତି, ସେମାନଙ୍କର ଦିବାରାତ୍ର ବିଶ୍ରାମ ନାହିଁ ।
”ପୁଣି, ଯେଉଁ ପଶୁ ଥିଲା ଆଉ ଏବେ ନାହିଁ, ସେ ଅଷ୍ଟମ; ତଥାପି ସେ ସେହି ସପ୍ତ ରାଜାଙ୍କ ମଧ୍ୟରୁ ଜଣେ, ଆଉ ସେ ବିନାଶ ପାଇବ ।
”ସେ ମହା ଶଦ୍ଦ କରି ଉଚ୍ଚ ସ୍ଵରରେ କହିଲେ, ମହାନଗରୀ ବାବିଲ୍ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ ପୁଣି, ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟସ୍ଥାନ ହୋଇଅଛି । କାରଣ ଜାତିସମୂହ ତାହାର ବ୍ୟଭିଚାର କାମରୂପ ସୁରା ପାନ କରିଅଛନ୍ତି, ପୃଥିବୀର ରାଜାମାନେ ତାହା ସହିତ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀର ବଣିକମାନେ ତାହାର ବିଳାସିତାରେ ଧନୀ ହୋଇଅଛନ୍ତି ।
”ପ୍ରଦୀପର ଆଲୋକ ତୋ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ଜ୍ୱଳିତ ହେବ ନାହିଁ, ପୁଣି, ବର କନ୍ୟାଙ୍କ ଶବ୍ଦ ତୋ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ; କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ, ପୁଣି, ଭାବବାଦୀମାନଙ୍କର, ସାଧୁମାନଙ୍କର ଓ ପୃଥିବୀରେ ହତ ହୋଇଥିବା ସମସ୍ତଙ୍କର ରକ୍ତ ତାହା ମଧ୍ୟରେ ଦେଖାଯାଇଥିଲା ।
”କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାଯ୍ୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି । ପୁଣି, ସେ ଦ୍ୱିତୀୟ ଥର କହିଲେ, ହାଲ୍ଲିଲୂୟା; ତାହାର ଅଗ୍ନିର ଧୂମ ଯୁଗେ ଯୁଗେ ଉଠୁଥିବ ।
”ସେ ରକ୍ତନିମଜ୍ଜିତ ବସ୍ତ୍ର ପରିହିତ, ପୁଣି, ତାହାଙ୍କର ନାମ ଈଶ୍ୱରଙ୍କ ବାକ୍ୟ । ସ୍ୱର୍ଗସ୍ଥ ସୈନ୍ୟବାହିନୀ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିହିତ ହୋଇ ଶୁଭ୍ରବର୍ଣ୍ଣ ଅଶ୍ୱମାନଙ୍କ ଉପରେ ଆରୋହଣ କରି ତାହାଙ୍କ ପଶ୍ଚାତ୍ଗମନ କଲେ । ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ଼୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ ।
”ତତ୍ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଦଣ୍ଡାୟମାନ ହୋଇଥିବାର ଦେଖିଲି; ସେ ଆକାଶରେ ଉଡ଼ିବା ସମସ୍ତ ପକ୍ଷୀଙ୍କୁ ଉଚ୍ଚସ୍ୱରରେ ଡାକି କହିଲେ, ଆସ, ଈଶ୍ୱରଙ୍କ ମହାଭୋଜରେ ଏକତ୍ର ହୁଅ, ଯେପରି ତୁମ୍ଭେମାନେ ରାଜାମାନଙ୍କର, ସେନାପତିମାନଙ୍କର, ପରାକ୍ରମୀମାନଙ୍କର, ଅଶ୍ୱ ଓ ଅଶ୍ୱାରୋହୀମାନଙ୍କର, ସ୍ୱାଧୀନ ଓ ପରାଧିନ, କ୍ଷୁଦ୍ର ଓ ମହାନ ସମସ୍ତ ଲୋକଙ୍କର ମାଂସ ଭୋଜନ କରିବ ।
”ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ । ଅବଶିଷ୍ଟ ଲୋକେ ସେହି ଅଶ୍ୱାରୋହୀଙ୍କ ମୁଖ ନିର୍ଗତ ଖଡ଼୍ଗ ଦ୍ୱାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ ।
”ପରେ ମୁଁ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳକୁଣ୍ଡର ଚାବି ଓ ଗୋଟିଏ ବୃହତ୍ ଶିକୁଳି ଥିଲା । ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ, ପୁଣି, ତାହାକୁ ପାତାଳକୁଣ୍ଡରେ ନିକ୍ଷେପ କରି ସେଥିର ମୁଖ ବନ୍ଦ କଲେ ଓ ତାହା ଉପରେ ମୁଦ୍ରାଙ୍କ ଦେଲେ, ଯେପରି ସେହି ଏକ ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ସେ ଜାତିସମୂହକୁ ଆଉ ଭ୍ରାନ୍ତ କରି ପାରିବ ନାହିଁ; ଏହାପରେ ଅଳ୍ପ କାଳ ନିମନ୍ତେ ତାହାକୁ ମୁକ୍ତ ହେବାକୁ ହେବ ।
”ସେହି ଏକ ହଜାର ବର୍ଷ ଶେଷ ହୁଅନ୍ତେ ଶୟତାନ କାରାଗାରରୁ ମୁକ୍ତ ହେବ; ସେଥିରେ ସେ ପୃଥିବୀର ଚାରି କୋଣରେ ଥିବା ଜାତିସମୂହକୁ, ଅର୍ଥାତ୍ ସମୁଦ୍ରର ବାଲୁକା ସଦୃଶ ଅସଂଖ୍ୟ ଯେ ଗୋଗ୍ ଓ ମାଗଗ୍, ସେମାନଙ୍କୁ ଭ୍ରାନ୍ତ କରି ଯୁଦ୍ଧ ନିମନ୍ତେ ଏକତ୍ର କରିବାକୁ ବାହାରିଯିବ । ସେମାନେ ପୃଥିବୀର ପ୍ରଶସ୍ତ ସ୍ଥାନରେ ବିସ୍ତାରିତ ହୋଇ ସାଧୁମାନଙ୍କ ଶିବିର ଓ ପ୍ରିୟତମା ନଗରୀକୁ ବେଷ୍ଟନ କଲେ । ସେତେବେଳେ ସ୍ୱର୍ଗରୁ ଅଗ୍ନି ପଡ଼ି ସେମାନଙ୍କୁ ଗ୍ରାସ କଲା । ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ ।
”ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ । ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ । ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ । ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା । ଏହି ମୃତ୍ୟୁ, ଅର୍ଥାତ୍ ଅଗ୍ନିମୟ ହ୍ରଦ, ଦ୍ୱିତୀୟ ମୃତ୍ୟୁ । ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା ।
”କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ ।
”ଯେ ଅଧର୍ମାଚାରୀ, ସେ ଆହୁରି ଅଧର୍ମାଚରଣ କରୁ; ଯେ ଅଶୁଚି, ସେ ଆହୁରି ଅଶୁଚି ହେଉ; ପୁଣି, ଯେ ଧାର୍ମିକ, ସେ ଆହୁରି ଧର୍ମାଚରଣ କରୁ; ଯେ ପବିତ୍ର ସେ ଆହୁରି ପବିତ୍ର ହେଉ ।
”ଯେଉଁମାନେ ଏହି ପୁସ୍ତକର ଭାବବାଣୀସବୁ ଶ୍ରବଣ କରନ୍ତି, ସେମାନଙ୍କର ପ୍ରତ୍ୟେକ ଜଣକୁ ମୁଁ ସାକ୍ଷ୍ୟ ଦେଇ କହୁଅଛି, କେହି ଯଦି ଏହି ସବୁ ସଙ୍ଗରେ କିଛି ଯୋଗ କରେ, ତେବେ ଏହି ପୁସ୍ତକରେ ଲିଖିତ କ୍ଲେଶଗୁଡ଼ିକ ଈଶ୍ୱର ତାହା ପ୍ରତି ଘଟାଇବେ; ପୁଣି, କେହି ଯଦି ଏହି ଭାବବାଣୀ ପୁସ୍ତକର କୌଣସି ବାକ୍ୟ ଲୋପ କରେ, ତେବେ ଈଶ୍ୱର ଏହି ପୁସ୍ତକରେ ଲିଖିତ ଜୀବନବୃକ୍ଷ ଓ ପବିତ୍ର ନଗରୀରେ ତାହାର ଅଂଶ ଲୋପ କରିବେ ।
”