07 – ବିଚାର ଦିବସ

ଏଗୁଡ଼ିକ ହେଉଛି ସର୍ବଶକ୍ତିମାନ ପରମେଶ୍ୱରଙ୍କ ପବିତ୍ର ବାକ୍ୟ।
ମଣିଷର କଥାରେ ଆମର ଆଗ୍ରହ ନାହିଁ।
ଯିଏ ଭଗବାନଙ୍କୁ ଭଲ ପାଏ... ଭଗବାନ ଏହା ବିଷୟରେ କହନ୍ତି: ବିଚାର ଦିବସ.

ଶ୍ରେଷ୍ଠ 3ଟି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଦ୍ୟ

ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ । ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ ।

ମନୁଷ୍ୟମାନଙ୍କ ନିମନ୍ତେ ଯେପରି ଥରେମାତ୍ର ମୃତ୍ୟୁ,

ଯେ ମୋତେ ଅଗ୍ରାହ୍ୟ କରେ ଓ ମୋହର ବାକ୍ୟ ଗ୍ରହଣ କରେ ନାହିଁ, ତାହାର ବିଚାରକର୍ତ୍ତା ଅଛି; ମୁଁ ଯେଉଁ ବାକ୍ୟ କହିଅଛି, ତାହା ଶେଷ ଦିନରେ ତାହାର ବିଚାର କରିବ ।

କ୍ରମରେ ପ୍ରତ୍ୟେକ ପଦ - 177 ବାଇବଲ ପଦ

ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।

ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟ ବିଚାର କରିବେ ନାହିଁ?”

ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ତୁମ୍ଭେ ସିଦ୍ଧ ହେବ।

ମୁଁ ମଧ୍ୟ ତାହାଙ୍କ ପ୍ରତି ସିଦ୍ଧ ଥିଲି ଓ ମୁଁ ଆପଣା ଅଧର୍ମରୁ ଆପଣାକୁ ରକ୍ଷା କଲି।

ସେତେବେଳେ ବନସ୍ଥ ବୃକ୍ଷଶ୍ରେଣୀ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦରେ ଗାନ କରିବେ, କାରଣ, ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି।

ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।

ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଓ ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ; ପୁଣି, ମୋହର ଚର୍ମ ଏହି ରୂପେ ବିନଷ୍ଟ ହେଲା ଉତ୍ତାରେ ହେଁ ମୁଁ ମାଂସବିହୀନ ହୋଇ ପରମେଶ୍ୱରଙ୍କୁ ଦେଖିବି; ମୁଁ ତାହାଙ୍କୁ ଆପଣାର ସପକ୍ଷ ଦେଖିବି, ମୋହର ଚକ୍ଷୁ ତାହାଙ୍କୁ ଦେଖିବ, ଅନ୍ୟ ନୁହେଁ। ବକ୍ଷ ମଧ୍ୟରେ ମୋହର ହୃଦୟ କ୍ଷୀଣ ହେଉଅଛି। ମୋ’ଠାରେ ମୂଳକଥା ଦେଖାଯିବାରୁ ଯଦି ତୁମ୍ଭେମାନେ କୁହ, ଆମ୍ଭେମାନେ କିପରି ତାହାକୁ ତାଡ଼ନା କରିବା? ତେବେ ତୁମ୍ଭେମାନେ ଖଡ୍ଗ ବିଷୟରେ ଭୀତ ହୁଅ; କାରଣ କୋପ ଖଡ୍ଗରୂପ ଶାସ୍ତି ଆଣିବ; ତହିଁରେ ବିଚାର ଯେ ଅଛି, ତାହା ତୁମ୍ଭେମାନେ ଜାଣି ପାରିବ।

ଦୁଷ୍ଟଲୋକ ବିପଦର ଦିନ ପର୍ଯ୍ୟନ୍ତ ରକ୍ଷିତ? ଓ ସେମାନେ କୋପର ଦିନ ପର୍ଯ୍ୟନ୍ତ ଘେନା ଯା’ନ୍ତି?

ତେବେ ମୁଁ ଧର୍ମ ନିକ୍ତିରେ ତୌଲା ଯାଏ, ତହିଁରେ ପରମେଶ୍ୱର ମୋହର ସରଳତା ଜାଣି ପାରିବେ।

ଦୁଷ୍ଟମାନେ ସେପ୍ରକାର ନୁହଁନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି। ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ। କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।

ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି। ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ, ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ।

ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେମାନେ ସମସ୍ତେ ପାତାଳକୁ ଚାଲିଯିବେ।

ମଧ୍ୟ ମୁଁ ତାହାଙ୍କ ଉଦ୍ଦେଶ୍ୟରେ ସିଦ୍ଧ ଥିଲି ଓ ମୁଁ ନିଜ ଅପରାଧରୁ ଆପଣାକୁ ରକ୍ଷା କଲି।

ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦନ୍ତ କଡ଼ମଡ଼ କରେ। ପ୍ରଭୁ ତାହାକୁ ଉପହାସ କରିବେ। କାରଣ ତାହାର ଅନ୍ତିମ ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି।

ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ। [ସେଲା]

ସେମାନେ କ’ଣ ଅଧର୍ମ ଦ୍ୱାରା ରକ୍ଷା ପାଇବେ? ହେ ପରମେଶ୍ୱର, କ୍ରୋଧରେ ଗୋଷ୍ଠୀୟମାନଙ୍କୁ ନିପାତ କର। ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ; ତାହାସବୁ କ’ଣ ତୁମ୍ଭ ପୁସ୍ତକରେ ନାହିଁ?

ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ।

ତୁମ୍ଭେ କେବଳ ସ୍ୱଚକ୍ଷୁରେ ନିରୀକ୍ଷଣ କରିବ ଓ ଦୁଷ୍ଟମାନଙ୍କର ପ୍ରତିଫଳ ଦେଖିବ।

ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ।

ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ।

ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା।

ସଦାପ୍ରଭୁ ଆପଣା ପ୍ରେମକାରୀ ସମସ୍ତଙ୍କୁ ରକ୍ଷା କରନ୍ତି; ମାତ୍ର ଦୁଷ୍ଟ ସମସ୍ତଙ୍କୁ ସେ ସଂହାର କରିବେ।

ପରମେଶ୍ଵରଙ୍କ କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁୁରୁ ରକ୍ଷା କରେ।

ମୁଁ ମନେ ମନେ କହିଲି, “ପରମେଶ୍ୱର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ; କାରଣ ପ୍ରତ୍ୟେକ ମନସ୍କାମନା ଓ ପ୍ରତ୍ୟେକ କାର୍ଯ୍ୟ ପାଇଁ ସମୟ ଅଛି।”

ବହୁମୂଲ୍ୟ ତୈଳ ଅପେକ୍ଷା ଉତ୍ତମ ନାମ ଭଲ ଓ ଜନ୍ମ ଦିନ ଅପେକ୍ଷା ମରଣ ଦିନ ଭଲ।

ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ। ଯେହେତୁ ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ।

ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ।

ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା।

ସେ ମୃତ୍ୟୁୁକୁ ଅନନ୍ତ କାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।

ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରି ଦେବ।

ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବ; ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ। ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ୱରୂପ, ସୈନ୍ୟାଧିପତି ସଦାପ୍ରଭୁ, ତାହାଙ୍କର ନାମ।

ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ; ଶୋକାର୍ତ୍ତ ସମସ୍ତଙ୍କୁ ସାନ୍ତ୍ୱନା କରିବାକୁ;

କାରଣ ଦେଖ, ଆମ୍ଭେ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁ ଓ ପୂର୍ବ କାଳର ବିଷୟସବୁ ସ୍ମରଣ କରାଯିବ ନାହିଁ, କିଅବା ମନରେ ପଡ଼ିବ ନାହିଁ।

“କାରଣ ଆମ୍ଭେ ଯେଉଁ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେହିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ,” ଏହା ସଦାପ୍ରଭୁ କହନ୍ତି। “ଆଉ, ଏକ ଅମାବାସ୍ୟାଠାରୁ ଅନ୍ୟ ଅମାବାସ୍ୟା ପର୍ଯ୍ୟନ୍ତ ଓ ଏକ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମବାର ପର୍ଯ୍ୟନ୍ତ ଯାବତୀୟ ମର୍ତ୍ତ୍ୟ ଆମ୍ଭ ସମ୍ମୁଖରେ ଭଜନା କରିବା ପାଇଁ ଆସିବେ,” ଏହା ସଦାପ୍ରଭୁ କହନ୍ତି। “ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ।”

ଦେଖ, ଯାବତୀୟ ପ୍ରାଣ ଆମ୍ଭର; ପିତାର ପ୍ରାଣ ଯେପରି, ପୁତ୍ରର ପ୍ରାଣ ହିଁ ସେହିପରି ଆମ୍ଭର; ଯେଉଁ ପ୍ରାଣୀ ପାପ କରେ, ସେହି ମରିବ।

ମୁଁ ଦେଖୁ ଦେଖୁ, କେତେଗୋଟି ସିଂହାସନ ସ୍ଥାପିତ ହେଲା, ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ। ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ, ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷର ଲୋମ ତୁଲ୍ୟ ଥିଲା। ତାହାଙ୍କର ସିଂହାସନ ଅଗ୍ନିଶିଖାମୟ ଓ ତହିଁର ଚକ୍ରସକଳ ଜ୍ୱଳନ୍ତ ଅଗ୍ନି। ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାରସଭା ବସିଲା ଓ ପୁସ୍ତକମାନ ଫିଟାଗଲା।

ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିର କାଳ, ଅର୍ଥାତ୍‍, ଅନନ୍ତ କାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’

ମୁଁ ଦେଖିଲି, ଆଉ ସେହି ଶୃଙ୍ଗ ପବିତ୍ରଗଣଙ୍କ ସଙ୍ଗେ ଯୁଦ୍ଧ କଲା ଓ ସେମାନଙ୍କୁ ଜୟ କଲା; ଶେଷରେ ସେହି ଅନେକ କାଳର ବୃଦ୍ଧ ଆସିଲେ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ବିଚାର ଭାର ଦତ୍ତ ହେଲା ଓ ପବିତ୍ରଗଣଙ୍କର ରାଜ୍ୟ ଭୋଗ କରିବାର ସମୟ ଉପସ୍ଥିତ ହେଲା।

ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ। ମାତ୍ର ବିଚାର ସଭା ବସିବ ଓ ସେମାନେ ଶେଷ ପର୍ଯ୍ୟନ୍ତ ତାହାର କର୍ତ୍ତୃତ୍ୱର କ୍ଷୟ ଓ ବିନାଶ କରିବା ପାଇଁ ତାହାଠାରୁ ତାହା ନେବେ। ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତ-କାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ।

ସେହି ସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେହି ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର ସମୟ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେହି ସମୟରେ ଉଦ୍ଧାର ପାଇବେ। ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନନ୍ତ ଜୀବନ ଓ କେତେକେ ଲଜ୍ଜା ଓ ଅନନ୍ତ ଅବଜ୍ଞା ଭୋଗ ପାଇଁ ଉଠିବେ। ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନନ୍ତ କାଳ ପର୍ଯ୍ୟନ୍ତ ତେଜସ୍ୱୀ ହେବେ। ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ନଳାକାର ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ।

ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ।

କାରଣ ସକଳ ଗୋଷ୍ଠୀ ଉପରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ; ତୁମ୍ଭେ ଯେପରି କରିଅଛ, ତୁମ୍ଭ ପ୍ରତି ସେହିପରି କରାଯିବ; ତୁମ୍ଭ କୃତ ବ୍ୟବହାରର (ପ୍ରତିଫଳ) ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ।

କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, "ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?

ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ ।

ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ସଫା କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ ।"

ଆଉ ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ । ପୁଣି, ତୁମ୍ଭର ଦକ୍ଷିଣ ହସ୍ତ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ ।

କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇ ଦିଆଯିବ ।

ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ । ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ ।

ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ । ଲୋକମାନେ କି କଣ୍ଟାଗଛରୁ ଦ୍ରାକ୍ଷାଫଳ କିମ୍ବା କାନକୋଳି ଗଛରୁ ଡିମ୍ବିରି ଫଳ ତୋଳନ୍ତି? ସେହି ପ୍ରକାରେ ସବୁ ଭଲ ଗଛ ଭଲ ଫଳ ଫଳେ, କିନ୍ତୁ ମନ୍ଦ ଗଛ ମନ୍ଦ ଫଳ ଫଳେ। ଭଲ ଗଛ ମନ୍ଦ ଫଳ ଫଳି ନ ପାରେ, କିଅବା ମନ୍ଦ ଗଛ ଭଲ ଫଳ ଫଳି ନ ପାରେ । ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯାଏ । ଅତଏବ ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ ।

ମୋତେ ପ୍ରଭୁ, ପ୍ରଭୁ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ । ସେ ଦିନ ଅନେକେ ମୋତେ କହିବେ, ହେ ପ୍ରଭୁ, ହେ ପ୍ରଭୁ, ଆମ୍ଭେମାନେ କି ତୁମ୍ଭ ନାମରେ ଭାବବାଣୀ କହିଲୁ ନାହିଁ? ପୁଣି, ତୁମ୍ଭ ନାମରେ କି ଭୂତମାନଙ୍କୁ ଛଡ଼ାଇଲୁ ନାହିଁ? ଆଉ ତୁମ୍ଭ ନାମରେ କି ଅନେକ ଆଶ୍ଚର୍ଯ୍ୟର କାର୍ଯ୍ୟ କଲୁ ନାହିଁ? ସେତେବେଳେ ମୁଁ ସେମାନଙ୍କୁ ସ୍ପଷ୍ଟରୂପେ କହିବି, ମୁଁ ତୁମ୍ଭମାନଙ୍କୁ କେବେ ହେଁ ଜାଣି ନାହିଁ । ହେ ଅଧର୍ମାଚାରୀମାନେ ମୋ ପାଖରୁ ଦୂର ହୁଅ ।

ପୁଣି, ଯେ କେହି ତୁମ୍ଭମାନଙ୍କୁ ଗ୍ରହଣ କରିବ ନାହିଁ ଅବା ତୁମ୍ଭମାନଙ୍କ କଥା ଶୁଣିବ ନାହିଁ, ସେହି ଗୃହରୁ କିମ୍ବା ସେହି ନଗରରୁ ବାହାରିଯିବା ବେଳେ ତୁମ୍ଭମାନଙ୍କ ପାଦଧୂଳି ଝାଡ଼ିଦିଅ । ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ଗମୋରା ଦେଶର ଦଶା ସହନୀୟ ହେବ ।

ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରି ପାରନ୍ତି, ତାହାଙ୍କୁ ହିଁ ଭୟ କର ।

ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୁମ୍ଭମାନଙ୍କ ଦଶା ଅପେକ୍ଷା ସୋର ଓ ସୀଦୋନର ଦଶା ସହନୀୟ ହେବ। ଆଉ ରେ କଫର୍ନାହୂମ, ତୁ କ'ଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋ'ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସଦୋମରେ କରାଯାଇଥାନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାନ୍ତା | ତଥାପି ମୁଁ ତୁମ୍ଭମାନଙ୍କୁ କହିଅଛି, ବିଚାର ଦିନରେ ତୋର ଦଶା ଅପେକ୍ଷା ସଦୋମ ଦେଶର ଦଶା ସହନୀୟ ହେବ ।

କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ; ଯେଣୁ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ନିର୍ଦ୍ଦୋଷ ଓ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ଦୋଷୀ ବୋଲି ପ୍ରମାଣିତ ହେବ ।

କ୍ଷେତ ଜଗତ; ଭଲ ବିହନ ରାଜ୍ୟର ସନ୍ତାନମାନେ; ବାଳୁଙ୍ଗା ପାପାତ୍ମାର ସନ୍ତାନମାନେ; ଯେଉଁ ଶତ୍ରୁ ତାହା ବୁଣିଲା, ସେ ଶୟତାନ; ଶସ୍ୟ କାଟିବା ସମୟ ଯୁଗାନ୍ତ, ପୁଣି, କଟାଳିସବୁ ଦୂତମାନେ । ଅତଏବ, ବାଳୁଙ୍ଗା ଯେପରି ଏକାଠି କରାଯାଇ ନିଆଁରେ ପୋଡ଼ାଯାଏ ଯୁଗାନ୍ତ ସମୟରେ ସେପରି ଘଟିବ । ମନୁଷ୍ୟପୁତ୍ର ଆପଣା ଦୂତମାନଙ୍କୁ ପଠାଇବେ, ଆଉ ସେମାନେ ତାହାଙ୍କ ରାଜ୍ୟରୁ ସମସ୍ତ ବିଘ୍ନଜନକ ବିଷୟ ଓ ଅଧର୍ମାଚାରୀମାନଙ୍କୁ ସଂଗ୍ରହ କରିବେ, ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ଫୋପାଡ଼ି ଦେବେ, ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ । ସେତେବେଳେ ଧାର୍ମିକମାନେ ସେମାନଙ୍କ ପିତାଙ୍କ ରାଜ୍ୟରେ ସୂର୍ଯ୍ୟ ପରି ତେଜୋମୟ ଦେଖାଯିବେ । ଯାହାର କାନ ଅଛି, ସେ ଶୁଣୁ ।

ପୁନଶ୍ଚ, ସ୍ୱର୍ଗରାଜ୍ୟ ସମୁଦ୍ରରେ ନିକ୍ଷିପ୍ତ ସର୍ବ ପ୍ରକାର ମତ୍ସ୍ୟ ସଂଗ୍ରହକାରୀ ଗୋଟିଏ ଟଣା ଜାଲ ସଦୃଶ । ତାହା ପୂର୍ଣ୍ଣ ହୁଅନ୍ତେ ଲୋକେ କୂଳକୁ ଟାଣି ଆଣିଲେ ପୁଣି, ବସି ଭଲଯାକ ଖାଳୋଇରେ ଏକାଠି କରି ରଖିଲେ କିନ୍ତୁ ମନ୍ଦ ଗୁଡ଼ାକ ଫୋପାଡ଼ିଦେଲେ । ଯୁଗାନ୍ତ ସମୟରେ ସେହିପରି ଘଟିବ; ଦୂତମାନେ ବାହାରି ଆସି ଧାର୍ମିକମାନଙ୍କ ମଧ୍ୟରୁ ଦୁଷ୍ଟମାନଙ୍କୁ ପୃଥକ୍ କରିବେ, ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ପକାଇଦେବେ; ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ ।

କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୋରି, ମିଥ୍ୟା ସାକ୍ଷ୍ୟ ଓ ନିନ୍ଦା ବାହାରେ;

ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କ'ଣ ଦେବ? ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ ।

ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ ।

ସ୍ୱର୍ଗରାଜ୍ୟ ଏପରି ଜଣେ ରାଜାଙ୍କ ସଦୃଶ, ଯେ ଆପଣା ପୁତ୍ରଙ୍କ ବିବାହ-ଉତ୍ସବ ଆୟୋଜନ କଲେ, ଆଉ ସେହି ଉତ୍ସବକୁ ନିମନ୍ତ୍ରିତ ଲୋକମାନଙ୍କୁ ଆହ୍ୱାନ କରିବା ପାଇଁ ସେ ଆପଣା ଦାସମାନଙ୍କୁ ପଠାଇଲେ, କିନ୍ତୁ ସେମାନେ ଆସିବାକୁ ଇଚ୍ଛା କଲେ ନାହିଁ ।

କିନ୍ତୁ ରାଜା ନିମନ୍ତ୍ରିତ ଅତିଥିମାନଙ୍କୁ ଦେଖିବା ପାଇଁ ଭିତରକୁ ଆସି ସେଠାରେ ବିବାହବସ୍ତ୍ର ପରିଧାନ କରି ନ ଥିବା ଜଣେ ଲୋକକୁ ଦେଖି ତାହାକୁ କହିଲେ, ହେ ବନ୍ଧୁ, ତୁମ୍ଭେ ବିବାହବସ୍ତ୍ର ପରିଧାନ ନ କରି କିପରି ଏ ସ୍ଥାନକୁ ଆସିଲ? ମାତ୍ର ସେ ନିରୁତ୍ତର ହୋଇ ରହିଲା । ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।

ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ?

ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ ।

ସେତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ଭଳି ହେବ; ସେମାନେ ଆପଣା ଆପଣା ପ୍ରଦୀପ ନେଇ ବରଙ୍କ ସହିତ ଭେଟିବାକୁ ବାହାରିଲେ । ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ନିର୍ବୁଦ୍ଧି ଓ ପାଞ୍ଚ ଜଣ ସୁବୁଦ୍ଧି ଥିଲେ । ନିର୍ବୁଦ୍ଧିମାନେ ପ୍ରଦୀପ ନେବା ସମୟରେ ନିଜ ନିଜ ସହିତ ତୈଳ ନେଲେ ନାହିଁ, ମାତ୍ର ସୁବୁଦ୍ଧିମାନେ ଆପଣା ଆପଣା ପ୍ରଦୀପ ସହିତ ପାତ୍ରରେ ତୈଳ ନେଲେ । ବରଙ୍କ ଆସିବାର ବିଳମ୍ବ ହୁଅନ୍ତେ ସମସ୍ତେ ଢୁଳାଉ ଢୁଳାଉ ଶୋଇ ପଡ଼ିଲେ । କିନ୍ତୁ ଅର୍ଦ୍ଧରାତ୍ରରେ 'ଏହି ଦେଖ, ବର, ତାହାଙ୍କ ସାଙ୍ଗରେ ସାକ୍ଷାତ୍ କରିବାକୁ ବାହାର', ଏପରି କୋଳାହଳ ହେଲା । ସେତେବେଳେ ସେହି କନ୍ୟାସମସ୍ତେ ଉଠି ଆପଣା ପ୍ରଦୀପ ସଜାଡ଼ିଲେ । କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ, ତୁମ ତେଲରୁ ଆମକୁ ଟିକେ ଦିଅ, କାରଣ ଆମ ଦୀପସବୁ ଲିଭିଯାଉଅଛି । ମାତ୍ର ସୁବୁଦ୍ଧିମାନେ ଉତ୍ତର ଦେଲେ, ନାହିଁ, ନାହିଁ, ତୁମ ଆମ ପାଇଁ ତ ଅଣ୍ଟିବ ନାହିଁ, ବରଂ ଦୋକାନୀମାନଙ୍କ ପାଖକୁ ଯାଇ ଆପଣା ଆପଣା ନିମନ୍ତେ କିଣି ଆଣ । କିନ୍ତୁ ସେମାନେ କିଣିବାକୁ ଯାଉଥିବା ସମୟରେ 'ବର' ଆସିଲେ, ପୁଣି, ଯେଉଁମାନେ ପ୍ରସ୍ତୁତ ଥିଲେ, ସେମାନେ ତାହାଙ୍କ ସହିତ ବିବାହ-ଉତ୍ସବରେ ଯୋଗଦାନ କରିବା ନିମନ୍ତେ ଗୃହରେ ପ୍ରବେଶ କଲେ, ଆଉ ଦ୍ୱାର ବନ୍ଦ କରାଗଲା । ଏହାପରେ ଅନ୍ୟ କନ୍ୟାମାନେ ମଧ୍ୟ ଆସି କହିଲେ, ହେ ପ୍ରଭୁ, ହେ ପ୍ରଭୁ, ଆମ ପାଇଁ ଦ୍ୱାର ଫିଟାଇଦିଅନ୍ତୁ । କିନ୍ତୁ ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୁଁ ତୁମ୍ଭମାନଙ୍କୁ ଜାଣେ ନାହିଁ ।

ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ ।

ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ, ପୁଣି, ତାହାଙ୍କ ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଛାଗଠାରୁ ମେଷ ପୃଥକ୍ କରି, ମେଷମାନଙ୍କୁ ଆପଣା ଦକ୍ଷିଣ ପାର୍ଶ୍ୱରେ ଓ ଛାଗମାନଙ୍କୁ ବାମ ପାର୍ଶ୍ୱରେ ରଖିବେ । ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ; କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଅାଶ୍ରୟ ଦେଲ; ଉଲଙ୍ଗ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ; ଅସୁସ୍ଥ ଥିଲି, ମୋତେ ଦେଖି ଆସିଲ; କାରାଗାରରେ ଥିଲି; ମୋ ନିକଟକୁ ଆସିଲ । ସେଥିରେ ଧାର୍ମିକମାନେ ତାହାଙ୍କୁ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ ଦେଖି ଆହାର ଦେଲୁ? ଅବା ତୃଷିତ ଦେଖି ପାନ କରିବାକୁ ଦେଲୁ? ଆଉ, କେବେ ଆପଣଙ୍କୁ ପ୍ରବାସୀ ଦେଖି ଆଶ୍ରୟ ଦେଲୁ? କିମ୍ବା ଉଲଙ୍ଗ ଦେଖି ବସ୍ତ୍ର ପରିଧାନ କରାଇଲୁ? ଆଉ, କେବେ ଆପଣଙ୍କୁ ଅସୁସ୍ଥ ଅବା କାରାଗାରସ୍ଥ ଦେଖି ଆପଣଙ୍କ ନିକଟକୁ ଗଲୁ? ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ । ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ କର, କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ ନାହିଁ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ ନାହିଁ; ପ୍ରବାସୀ ଥିଲି, ମୋତେ ଆଶ୍ରୟ ଦେଲ ନାହିଁ; ଉଲଙ୍ଗ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ ନାହିଁ; ଅସୁସ୍ଥ ଓ କାରାଗାରସ୍ଥ ଥିଲି, ମୋତେ ଦେଖିବାକୁ ଆସିଲ ନାହିଁ । ସେଥିରେ ସେମାନେ ମଧ୍ୟ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ କି ତୃଷିତ, ପ୍ରବାସୀ କି ଉଲଙ୍ଗ, ପୀଡ଼ିତ କି କାରଗାରସ୍ଥ ଦେଖି ଆପଣଙ୍କର ସେବା କଲୁ ନାହିଁ? ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋ ପ୍ରତି ହିଁ ତାହା କରି ନାହଁ । ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ ।

କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନନ୍ତ ପାପରେ ଦୋଷୀ ଅଟେ ।

ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡି଼ଦିଅ ।

କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ ବେଶ୍ୟାଗମନ, ଚୋରି, ନରହତ୍ୟା, ବ୍ୟଭିଚାର, ଲୋଭ, ଦୁଷ୍ଟତା, ଶଠତା, କାମୁକତା, ଈର୍ଷାଦୃଷ୍ଟି, ନିନ୍ଦା, ଅହଙ୍କାର, ମୁର୍ଖତା;

ଆଉ, ଯେ କେହି ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା । ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ । [କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ ।] ଆଉ, ତୁମ୍ଭର ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ,ଦୁଇ ପାଦ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ । [କାରଣ ନରକରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ ।] ପୁଣି, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ପକାଅ; ଦୁଇ ଚକ୍ଷୁ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଏକ ଚକ୍ଷୁ ଘେନି ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ; କାରଣ ନରକରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ ।

ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ ।

ଆପଣା ଖଳା ଉତ୍ତମ ରୂପେ ପରିଷ୍କାର କରିବା ନିମନ୍ତେ ଓ ନିଜ ଅମାରରେ ଗହମ ସଂଗ୍ରହ କରି ରଖିବା ନିମନ୍ତେ ତାହାଙ୍କ ହାତରେ କୁଲା ଅଛି, କିନ୍ତୁ ଅଗାଡ଼ିଯାକ ସେ ଅନନ୍ତ ଅଗ୍ନିରେ ପୋଡ଼ିପକାଇବେ ।

କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ, । ଅତଏବ ତୁମ୍ଭେମାନେ ଯାହା ଅନ୍ଧକାରରେ କହିଅଛ, ସେହି ସବୁ ଆଲୋକରେ ଶୁଣାଯିବ, ପୁଣି, ଯାହା ଗୁପ୍ତ କୋଠରୀରେ ଗୋପନରେ କହିଅଛ, ତାହା ଘର ଛାତ ଉପରେ ଘୋଷଣା କରାଯିବ । କିନ୍ତୁ ମୋର ବନ୍ଧୁ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ଯେଉଁମାନେ ଶରୀରକୁ ବଧ କରନ୍ତି, ମାତ୍ର ତାହା ପରେ ଆଉ କିଛି କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ । କିନ୍ତୁ କାହାକୁ ଭୟ କରିବ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ବଧ କଲା ଉତ୍ତାରେ ନର୍କରେ ପକାଇବା ନିମନ୍ତେ ଯାହାଙ୍କର ଅଧିକାର ଅଛି, ତାହାଙ୍କୁ ଭୟ କର; ହଁ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତାହାଙ୍କୁ ଭୟ କର ।

ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ ।

ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୁ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କ' ଣ ଅଳ୍ପ? ସେଥିରେ ସେ ସେମାନଙ୍କୁ କହିଲେ, ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ । ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ, ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ । ସେହି ସମୟରେ ତୁମ୍ଭେମାନେ କହିବାକୁ ଲାଗିବ, ଆମ୍ଭେମାନେ ଆପଣଙ୍କ ସାକ୍ଷାତରେ ଭୋଜନପାନ କଲୁ, ପୁଣି, ଆପଣ ଆମ୍ଭମାନଙ୍କ ଦାଣ୍ଡମାନଙ୍କରେ ଶିକ୍ଷା ଦେଲେ; ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋ’ ପାଖରୁ ଦୂର ହୁଅ । ଯେତେବେଳେ ତୁମ୍ଭେମାନେ ଅବ୍ରାହାମ, ଇସ୍‌ହାକ, ଯାକୁବ ପୁଣି, ସମସ୍ତ ଭାବବାଦୀଙ୍କୁ ଈଶ୍ୱରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ ।

କିନ୍ତୁ ଭୋଜ ପ୍ରସ୍ତୁତ କଲେ ଦରିଦ୍ର, ପଙ୍ଗୁ, ଖଞ୍ଜ ଓ ଅନ୍ଧମାନଙ୍କୁ ନିମନ୍ତ୍ରଣ କର; ତାହାହେଲେ ତୁମ୍ଭେ ଧନ୍ୟ ହେବ, କାରଣ ତୁମ୍ଭକୁ ପ୍ରତିଦାନ ଦେବା ନିମନ୍ତେ ସେମାନଙ୍କର କିଛି ନାହିଁ; ଆଉ, ଧାର୍ମିକମାନଙ୍କ ପୁନରୁତ୍ଥାନ ସମୟରେ ତୁମ୍ଭକୁ ପ୍ରତିଦାନ ଦିଆଯିବ ।

ଆଉ କ୍ରୁଶରେ ଚଢ଼ାଯାଇ ଥିବା ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ନିନ୍ଦା କରି କହିବାକୁ ଲାଗିଲା, ତୁ କ'ଣ ଖ୍ରୀଷ୍ଟ ନୋହୁଁ? ନିଜକୁ ଓ ଆମ୍ଭମାନଙ୍କୁ ରକ୍ଷା କର । କିନ୍ତୁ ଅନ୍ୟ ଜଣକ ତାହାକୁ ଧମକ ଦେଇ ଉତ୍ତର ଦେଲା, ତୁ ସମାନ ଦଣ୍ଡ ତ ପାଉଅଛୁ, ତୁ ଈଶ୍ୱରଙ୍କୁ କ'ଣ ଭୟ ମଧ୍ୟ କରୁ ନାହୁଁ? ଆଉ ଆମ୍ଭେମାନେ ସିନା ନ୍ୟାୟଭାବରେ ଦଣ୍ଡ ଭୋଗୁଅଛୁ, କାରଣ ଆମ୍ଭେମାନେ ନିଜ ନିଜ କର୍ମର ସମୁଚିତ ଫଳ ପାଉଅଛୁ, କିନ୍ତୁ ଏହି ବ୍ୟକ୍ତି କୌଣସି ଦୋଷ କରି ନାହାଁନ୍ତି । ପୁଣି, ସେ କହିଲା, ହେ ଯୀଶୁ, ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ । ସେଥିରେ ସେ ତାହାକୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ତୁମ୍ଭେ ମୋହର ସହିତ ପାରଦୀଶରେ ଉପସ୍ଥିତ ହେବ ।

ଯୀଶୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରି ପାରେ ନାହିଁ ।

କାରଣ ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ । ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ୱର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ । ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ୱରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ । ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ । କାରଣ ଯେ କେହି କୁକର୍ମ କରେ, ଯେ ଜ୍ୟୋତିଃକୁ ଘୃଣା କରେ, ପୁଣି, କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ । କିନ୍ତୁ ଯେ କେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ୱରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ ।

ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ୱରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ ।

ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି । ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ୱରଙ୍କର ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ । କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି; ଆଉ, ସେ ମନୁଷ୍ୟପୁତ୍ର ହେବାରୁ ସେ ତାହାଙ୍କୁ ବିଚାର କରିବାର ଅଧିକାର ଦେଲେ । ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି, ସେମାନେ ଜୀବନର ପୁନରୁତ୍ଥାନ ନିମନ୍ତେ ଓ ଯେଉଁମାନେ ଅସତ୍‍ କର୍ମ କରିଅଛନ୍ତି, ସେମାନେ ଦଣ୍ଡର ପୁନରୁତ୍ଥାନ ନିମନ୍ତେ ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି ।

କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି ।

ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋ' ନିକଟକୁ ଆସି ପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି ।

ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି ।

ଯେ ମୋହର ମାଂସ ଭୋଜନ କରେ ଓ ମୋହର ରକ୍ତ ପାନ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି ।

ସେଥିରେ ସେ ପୁନର୍ବାର ସେମାନଙ୍କୁ କହିଲେ, ମୁଁ ଯାଉଅଛି, ଆଉ ତୁମ୍ଭେମାନେ ମୋତେ ଖୋଜିବ ଓ ଆପଣା ଆପଣା ପାପରେ ମରିବ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ ।

ମାର୍ଥା ତାହାଙ୍କୁ କହିଲେ, ସେ ଯେ ଶେଷ ଦିନରେ ପୁନରୁତ୍ଥାନ ସମୟରେ ଉଠିବ, ଏହା ମୁଁ ଜାଣେ । ଯୀଶୁ ତାଙ୍କୁ କହିଲେ, ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋ'ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ,

ଏବେ ଏହି ଜଗତର ବିଚାର ଉପସ୍ଥିତ; ଏବେ ଏହି ଜଗତର ଅଧିପତିକୁ ବାହାରେ ପକାଯିବ ।

ଯେ ମୋତେ ଅଗ୍ରାହ୍ୟ କରେ ଓ ମୋହର ବାକ୍ୟ ଗ୍ରହଣ କରେ ନାହିଁ, ତାହାର ବିଚାରକର୍ତ୍ତା ଅଛି; ମୁଁ ଯେଉଁ ବାକ୍ୟ କହିଅଛି, ତାହା ଶେଷ ଦିନରେ ତାହାର ବିଚାର କରିବ ।

କେହି ଯେବେ ମୋ'ଠାରେ ନ ରହେ, ତାହାହେଲେ ସେ ଶାଖା ପରି ବାହାରେ ପକାଇ ଦିଆଯାଏ ଓ ଶୁଖିଯାଏ, ପୁଣି, ଲୋକେ ସେଗୁଡ଼ାକ ଏକାଠି କରି ନିଆଁରେ ପକାଇ ଦିଅନ୍ତି ଓ ସେଗୁଡ଼ାକ ପୋଡ଼ିଯାଏ ।

ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି, ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ୱର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ ।

ଈଶ୍ୱର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି; କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି । ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା ।

ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ୱରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ୱୀକାର କରୁଅଛି । ଏ ହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ୱରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯତ୍ନ କରୁଥାଏ ।

ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ । ସେମାନେ ସର୍ବ ପ୍ରକାର ଅଧର୍ମ, ଦୁଷ୍ଟତା, ଲୋଭ, ହିଂସା, ଈର୍ଷା, ବଧ, ବିବାଦ, ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ; ସେମାନେ ଚୁଗୁଲିଆ, ନିନ୍ଦକ, ଈଶ୍ୱରଙ୍କ ଘୃଣ୍ୟ, ଅତ୍ୟାଚାରୀ, ଦାମ୍ଭିକ, ଅହଂକାରୀ, ଦୁଷ୍ଟକର୍ମର ଉତ୍ପାଦକ, ପିତାମାତାଙ୍କ ଅନାଜ୍ଞାବହ, ନିର୍ବୋଧ, ନିୟମ ଭଗ୍ନକାରୀ, ସ୍ୱାଭାବିକ ସ୍ନେହ-ରହିତ ଓ ନିର୍ଦ୍ଦୟ ଅଟନ୍ତି । ଯେଉଁମାନେ ଏହିପରି ଆଚରଣ କରନ୍ତି, ସେମାନେ ଯେ ମୃତ୍ୟୁର ଯୋଗ୍ୟ, ଈଶ୍ୱରଙ୍କର ଏହି ବିଧାନ ସେମାନେ ଜାଣିଲେ ସୁଦ୍ଧା କେବଳ ଯେ ଏହି ପ୍ରକାର ଆଚରଣ କରନ୍ତି ତାହା ନୁହେଁ, କିନ୍ତୁ ଏହିପରି ଆଚରଣ କରୁଥିବା ଲୋକମାନଙ୍କ ପକ୍ଷ ଆନନ୍ଦରେ ସମର୍ଥନ କରନ୍ତି ।

ଅତଏବ, ହେ ମନୁଷ୍ୟ, ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଯେ କେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ, କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ନିଜେ ସେହି ପ୍ରକାର କର୍ମ କରୁଥାଅ । ଆଉ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କ ବିରୁଦ୍ଧରେ ଈଶ୍ୱରଙ୍କ ବିଚାର ଯେ ନ୍ୟାୟସଙ୍ଗତ, ଏହା ଆମ୍ଭେମାନେ ଜାଣୁ । ଆଉ, ହେ ମନୁଷ୍ୟ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କର ବିଚାର କରି ଆପେ ସେହି ପ୍ରକାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଈଶ୍ୱରଙ୍କ ବିଚାରରୁ ପଳାୟନ କରି ପାର ବୋଲି କ'ଣ ମନେ କରୁଅଛ? କିମ୍ବା ଈଶ୍ୱରଙ୍କ କୃପା ଯେ ତୁମ୍ଭକୁ ମନ ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର କୃପା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ? କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ୱରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ; ସେ ପ୍ରତ୍ୟେକ ଲୋକକୁ ନିଜ ନିଜ କର୍ମାନୁସାରେ ଫଳ ଦେବେ; ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ, କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ । ପ୍ରଥମରେ ଯିହୂଦୀ ଓ ମଧ୍ୟ ଗ୍ରୀକ୍‍, ପ୍ରତ୍ୟେକ ଦୁଷ୍କର୍ମକାରୀ ଲୋକର ପ୍ରାଣ ଉପରେ କ୍ଳେଶ ଓ ସଙ୍କଟ ଘଟିବ, ମାତ୍ର ପ୍ରଥମରେ ଯିହୂଦୀ ଓ ମଧ୍ୟ ଗ୍ରୀକ୍‍, ପ୍ରତ୍ୟେକ ସତ୍କର୍ମକାରୀ ପ୍ରତି ଗୌରବ, ସମ୍ମାନ ଓ ଶାନ୍ତି ଘଟିବ । କାରଣ ଈଶ୍ୱରଙ୍କ ନିକଟରେ ମୁଖାପେକ୍ଷା ନାହିଁ ।

ଯେଣୁ ଯେତେ ମୋଶାଙ୍କ ବ୍ୟବସ୍ଥାବିହୀନ ହୋଇ ପାପ କରିଅଛନ୍ତି, ସେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ବିନା ବିନଷ୍ଟ ହେବେ; ଆଉ, ଯେତେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହୋଇ ପାପ କରିଅଛନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ବିଚାରିତ ହେବେ, କାରଣ ମୋଶାଙ୍କ ବ୍ୟବସ୍ଥାର ଶ୍ରୋତାମାନେ ଈଶ୍ୱରଙ୍କ ସାକ୍ଷାତରେ ଧାର୍ମିକ ନୁହଁନ୍ତି, କିନ୍ତୁ ମୋଶାଙ୍କ ବ୍ୟବସ୍ଥା ପାଳନକାରୀମାନେ ଧାର୍ମିକ ଗଣିତ ହେବେ । ଯେଣୁ ଅଣଯିହୂଦୀମାନଙ୍କର ସେହି ବ୍ୟବସ୍ଥା ନ ଥିଲେ ସୁଦ୍ଧା, ଯେତେବେଳେ ସେମାନେ ସ୍ୱାଭାବିକ ଭାବରେ ବ୍ୟବସ୍ଥାନୁଯାୟୀ କର୍ମ କରନ୍ତି, ସେତେବେଳେ ସେମାନେ ବ୍ୟବସ୍ଥା ନ ପାଇଲେ ହେଁ ଆପେ ଆପଣା ଆପଣା ପ୍ରତି ବ୍ୟବସ୍ଥା ସ୍ୱରୂପ ଅଟନ୍ତି; କାରଣ ସେମାନେ ବ୍ୟବସ୍ଥାର କର୍ମ ଆପଣା ଆପଣା ହୃଦୟରେ ଲିଖିତ ବୋଲି ଦେଖାନ୍ତି, ସେମାନଙ୍କ ବିବେକ ମଧ୍ୟ ସେଥିର ସାକ୍ଷ୍ୟ ଦିଏ, ଆଉ ସେମାନଙ୍କ ମନର ତର୍କବିତର୍କ ସେମାନଙ୍କୁ ଦୋଷୀ କିଅବା ନିର୍ଦ୍ଦୋଷ କରେ; ଯେଉଁ ଦିନରେ ଈଶ୍ୱର ମୋହର ସୁସମାଚାର ଅନୁସାରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ ।

ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହି ସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ୱରଙ୍କ ବିଚାରରେ ଦଣ୍ଡନୀୟ ହେବ;

ମାତ୍ର ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ଲେଖା ହୋଇଅଛି; କାରଣ ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କଲେ, ତାହାଙ୍କଠାରେ ବିଶ୍ୱାସ କରୁଅଛୁ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପକ୍ଷରେ ମଧ୍ୟ ତାହା ଗଣିତ ହେବ; ସେହି ଯୀଶୁ ଆମ୍ଭମାନଙ୍କ ଅପରାଧ ନିମନ୍ତେ ସମର୍ପିତ ହେଲେ, ପୁଣି, ଆମ୍ଭେମାନେ ଧାର୍ମିକ ଗଣିତ ହେବା ନିମନ୍ତେ ଉତ୍ଥାପିତ ହେଲେ ।

ଅତଏବ, ଆମ୍ଭେମାନେ ବାପ୍ତିସ୍ମ ଦ୍ୱାରା ମରଣରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇଅଛୁ, ଯେପରି ଖ୍ରୀଷ୍ଟ ପିତାଙ୍କ ଗୌରବ ଦ୍ୱାରା ମୃତ୍ୟୁମାନଙ୍କ ମଧ୍ୟରୁ ଯେଉଁ ପ୍ରକାରେ ଉତ୍ଥାପିତ ହେଲେ, ଆମ୍ଭେମାନେ ମଧ୍ୟ ସେହି ପ୍ରକାରେ ଜୀବନର ନୂତନ ଭାବରେ ଆଚରଣ କରୁ; କାରଣ ଯଦି ଆମ୍ଭେମାନେ ତାହାଙ୍କ ମୃତ୍ୟୁର ସାଦୃଶ୍ୟରେ ମୃତ୍ୟୁଭୋଗ କରି ତାହାଙ୍କ ସହିତ ଏକୀଭୂତ ହୋଇଅଛୁ, ତାହାହେଲେ ନିଶ୍ଚୟ ତାହାଙ୍କ ପୁନରୁତ୍ଥାନର ସାଦୃଶ୍ୟରେ ମଧ୍ୟ ଉତ୍ଥିତ ହୋଇ ତାହାଙ୍କ ସହିତ ଏକୀଭୂତ ହେବା ।

କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ୱରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ । କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ୱରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ ।

ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ । କାରଣ ଜୀବନଦାୟକ ଆତ୍ମାଙ୍କ ମୋଶାଙ୍କ ବ୍ୟବସ୍ଥା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ମୋଶାଙ୍କ ବ୍ୟବସ୍ଥାରୁ ମୁକ୍ତ କରିଅଛି ।

ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଈଶ୍ୱରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖା ଅଛି, "ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା' ।

କିନ୍ତୁ ତୁମ୍ଭେ କାହିଁକି ଆପଣା ଭାଇର ବିଚାର କରୁଅଛ? କିମ୍ବା ତୁମ୍ଭେ କାହିଁକି ଆପଣା ଭାଇକୁ ତୁଚ୍ଛ କରୁଅଛ? ଆମ୍ଭେମାନେ ସମସ୍ତେ ତ ଈଶ୍ୱରଙ୍କ ବିଚାରାସନ ଛାମୁରେ ଠିଆ ହେବା । ଯେଣୁ ଲେଖା ଅଛି, "ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ, ପ୍ରତ୍ୟେକ ଆଣ୍ଠୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ୱା ଈଶ୍ୱରଙ୍କ ପ୍ରଶଂସା କରିବ ।" ଅତଏବ, ଆମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଈଶ୍ୱରଙ୍କ ଛାମୁରେ ନିଜ ନିଜର ହିସାବ ଦେବାକୁ ହେବ ।

ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ ।

କାରଣ ଯେଉଁ ଭିତ୍ତିମୂଳ ସ୍ଥାପିତ ହୋଇଅଛି, ତାହା ବ୍ୟତୀତ ଅନ୍ୟ ଭିତ୍ତିମୂଳ କେହି ସ୍ଥାପନ କରି ପାରେ ନାହିଁ, ସେହି ଭିତ୍ତିମୂଳ ଯୀଶୁ ଖ୍ରୀଷ୍ଟ । କିନ୍ତୁ ଯଦି କେହି ସେହି ଭିତ୍ତିମୂଳ ଉପରେ ସୁନା, ରୂପା, ବହୁମୂଲ୍ୟ ପଥର, କାଠ, ଘାସ ବା ଛଣ ଦେଇ ନିର୍ମାଣ କରେ, ତାହାହେଲେ ପ୍ରତ୍ୟେକ ଜଣର କର୍ମ କି ପ୍ରକାର, ତାହା ପ୍ରକାଶ ପାଇବ, କାରଣ ସେହି ଦିନ ତାହା ପ୍ରକାଶ କରିବ, ଯେଣୁ ସେହି ଦିନ ଅଗ୍ନି ସହିତ ପ୍ରକାଶିତ ହେବ, ଆଉ ପ୍ରତ୍ୟେକ ଲୋକର କର୍ମ କି ପ୍ରକାର, ସେହି ଅଗ୍ନି ପରୀକ୍ଷା କରିବ । ଯେ ଯାହା ନିର୍ମାଣ କରିଅଛି, ତା'ର ସେହି କର୍ମ ଯଦି ରହିବ, ତେବେ ସେ ପୁରସ୍କାର ପାଇବ; ଯଦି କାହାରି କର୍ମ ପୋଡ଼ିଯିବ, ତା'ର କ୍ଷତି ହେବ, ତଥାପି ସେ ନିଜେ ରକ୍ଷା ପାଇବ, କିନ୍ତୁ ତାହା ଅଗ୍ନି ମଧ୍ୟ ଦେଇ ଗମନ କଲାପରି ହେବ ।

ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ୱରଙ୍କଠାରୁ ପ୍ରଶଂସା ପାଇବ ।

ଅବା, ଅଧାର୍ମିକମାନେ ଯେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍‍ ଆଚାରୀ କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ । ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ୱରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ ।

କିନ୍ତୁ ଯଦି ଆମ୍ଭେମାନେ ଆପଣା ଆପଣାର ବିଚାର କରନ୍ତୁ, ତେବେ ବିଚାରିତ ହେଉ ନ ଥାଆନ୍ତୁ ।

କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି । କାରଣ ମନୁଷ୍ୟ ଦ୍ୱାରା ମୃତ୍ୟୁ ଉପସ୍ଥିତ ହୋଇଥିବାରୁ ମନୁଷ୍ୟ ଦ୍ୱାରା ମଧ୍ୟ ମୃତମାନଙ୍କର ପୁନରୁତ୍ଥାନ ଉପସ୍ଥିତ ହୋଇଅଛି । ଯେଣୁ ଆଦମ ଦ୍ୱାରା ଯେପରି ସମସ୍ତେ ମୃତ୍ୟୁଭୋଗ କରନ୍ତି, ସେହିପରି ମଧ୍ୟ ଖ୍ରୀଷ୍ଟଙ୍କ ଦ୍ୱାରା ସମସ୍ତେ ସଜୀବ ହେବେ । କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା କ୍ରମାନୁସାରେ ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ; ତତ୍ପରେ ଯୁଗାନ୍ତ ଉପସ୍ଥିତ ହେବ, ସେ ସମୟରେ ସେ ସମସ୍ତ କର୍ତ୍ତାପଣ, ସମସ୍ତ କ୍ଷମତା ଓ ଶକ୍ତି ଲୋପ କଲା ଉତ୍ତାରେ ପିତା ଈଶ୍ୱରଙ୍କୁ ରାଜତ୍ୱ ସମର୍ପଣ କରିବେ । କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ୱ କରିବାକୁ ହେବ । ଶେଷ ଶତ୍ରୁ ସ୍ୱରୂପେ ମୃତ୍ୟୁକୁ ଲୋପ କରାଯିବ; କାରଣ ସେ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କଲେ। ଯେତେବେଳେ ସେ କହନ୍ତି, ସମସ୍ତ ବିଷୟ ବଶୀଭୂତ କରାଯାଇଅଛି, ଏହା ସ୍ପଷ୍ଟ, ସମସ୍ତ ବିଷୟ ଯେ ତାହାଙ୍କର ବଶୀଭୂତ କଲେ, ସେ ସେହି ସବୁର ଅନ୍ତର୍ଗତ ନୁହଁନ୍ତି । ଆଉ ସମସ୍ତ ବିଷୟ ପୁତ୍ରଙ୍କ ବଶୀଭୂତ କରାଗଲା ଉତ୍ତାରେ, ଯେ ସମସ୍ତ ବିଷୟ ତାହାଙ୍କର ବଶୀଭୂତ କଲେ, ସ୍ୱୟଂ ପୁତ୍ର ମଧ୍ୟ ତାହାଙ୍କର ବଶୀଭୂତ ହେବେ, ଯେପରି ଈଶ୍ୱର ସର୍ବେସର୍ବା ହୁଅନ୍ତି ।

ମୃତମାନଙ୍କର ପୁନରୁତ୍ଥାନ ମଧ୍ୟ ସେହି ପ୍ରକାର । କ୍ଷୟରେ ବୁଣାଯାଏ, ଅକ୍ଷୟ ହୋଇ ଉତ୍ଥିତ ହୁଏ; ଅନାଦରରେ ବୁଣାଯାଏ, ଗୌରବାନ୍ୱିତ ହୋଇ ଉତ୍ଥିତ ହୁଏ; ଦୁର୍ବଳତାରେ ବୁଣାଯାଏ, ଶକ୍ତି ଦ୍ବାରା ଉତ୍ଥିତ ହୁଏ; ପ୍ରାକୃତିକ ଶରୀର ବୁଣାଯାଏ, ଆତ୍ମିକ ଶରୀର ଉତ୍ଥିତ ହୁଏ । ଯଦି ପ୍ରାକୃତିକ ଶରୀର ଅଛି, ତେବେ ଆତ୍ମିକ ଶରୀରସୁଦ୍ଧା ଅଛି । ଏହିପରି ମଧ୍ୟ ଲେଖା ଅଛି, ପ୍ରଥମ ମନୁଷ୍ୟ ଆଦମ ଜୀବିତ ପ୍ରାଣୀ ହେଲେ ଶେଷ ଆଦମ ଜୀବନଦାୟକ ଆତ୍ମା ହେଲେ । ମାତ୍ର ଯାହା ଆତ୍ମିକ, ତାହା ପ୍ରଥମ ନୁହେଁ, କିନ୍ତୁ ଯାହା ପ୍ରାକୃତିକ, ତାହା ପ୍ରଥମ, ପରେ ଆତ୍ମିକ । ପ୍ରଥମ ମନୁଷ୍ୟ ପାର୍ଥିବ, ମୃତ୍ତିକାରେ ନିର୍ମିତ, ଦ୍ୱିତୀୟ ମନୁଷ୍ୟ ସ୍ୱର୍ଗରୁ ଆଗତ । ଯେଉଁମାନେ ମୃତ୍ତିକାରେ ନିର୍ମିତ, ସେମାନେ ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟ ତୁଲ୍ୟ, ପୁଣି, ଯେଉଁମାନେ ସ୍ୱର୍ଗୀୟ, ସେମାନେ ସ୍ୱର୍ଗରୁ ଆଗତ ସେହି ବ୍ୟକ୍ତି ତୁଲ୍ୟ । ଆଉ, ଆମ୍ଭେମାନେ ଯେପରି ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟର ପ୍ରତିମୂର୍ତ୍ତି ଧାରଣ କରିଅଛୁ, ସେପରି ସେହି ସ୍ୱର୍ଗୀୟ ବ୍ୟକ୍ତିଙ୍କ ପ୍ରତିମୂର୍ତ୍ତି ମଧ୍ୟ ଧାରଣ କରିବା ।

ହେ ଭାଇମାନେ, ମୁଁ ଏହା କହୁଅଛି, ରକ୍ତମାଂସ ଈଶ୍ୱରଙ୍କ ରାଜ୍ୟ ଅଧିକାର କରି ପାରେ ନାହିଁ, କିମ୍ବା କ୍ଷୟ ଅକ୍ଷୟତାକୁ ଅଧିକାର କରେ ନାହିଁ । ଦେଖ, ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଅଛି, ଆମ୍ଭେମାନେ ସମସ୍ତେ ମହାନିଦ୍ରାପ୍ରାପ୍ତ ହେବା ନାହିଁ, କିନ୍ତୁ ଏକ ମୁହୂର୍ତ୍ତରେ, ଚକ୍ଷୁର ପଲକରେ, ଶେଷ ତୂରୀଧ୍ୱନିରେ ଆମ୍ଭେମାନେ ସମସ୍ତେ ପରିବର୍ତ୍ତିତ ହେବା; କାରଣ ତୂରୀ ବାଜିବ, ଆଉ ମୃତମାନେ ଅକ୍ଷୟ ହୋଇ ଉତ୍ଥିତ ହେବେ, ପୁଣି, ଆମ୍ଭେମାନେ ପରିବର୍ତ୍ତିତ ହେବା । କାରଣ ଏହି କ୍ଷୟ ଶରୀରକୁ ଅକ୍ଷୟତାରୂପ ବସ୍ତ୍ର ପରିଧାନ କରିବାକୁ ହେବ, ଆଉ ଏହି ମର୍ତ୍ତ୍ୟ ଶରୀରକୁ ଅମରତାରୂପ ବସ୍ତ୍ର ପରିଧାନ କରିବାକୁ ହେବ । କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଓ ଏହି ମର୍ତ୍ତ୍ୟ ଶରୀର ଅମରତାରୂପ ବସ୍ତ୍ର ପରିଧାନ କଲା ଉତ୍ତାରେ ଏହି ଲିଖିତ ବାକ୍ୟ ସଫଳ ହେବ,

କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ । ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ପ୍ରବର୍ତ୍ତାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ୱରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ ।

କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ଡଗୋଳ ହୁଏ; କାଳେ ମୁଁ ପୁନର୍ବାର ଉପସ୍ଥିତ ହେଲେ ମୋହର ଈଶ୍ୱର ତୁମ୍ଭମାନଙ୍କ ସମ୍ବନ୍ଧରେ ମୋତେ ପୁନର୍ବାର ଅବନତ କରନ୍ତି, ପୁଣି, ଯେଉଁମାନେ ପୂର୍ବରେ ପାପ କରିଅଛନ୍ତି, ଆଉ ଆପଣା ଆପଣା କୃତ ଅଶୁଚିତା, ବ୍ୟଭିଚାର ଓ କାମୁକତା ସକାଶେ ଅନୁତାପ କରି ନାହାଁନ୍ତି, ଏପରି ଅନେକ ଲୋକଙ୍କ ନିିମନ୍ତେ ମୁଁ ଶୋକ କରେ ।

ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟରୂପେ ଜଣା: ବ୍ୟଭିଚାର, ଅଶୁଚିତା କାମୁକତା, ପ୍ରତିମାପୂଜା, ନରହତ୍ୟା, କୁହୁକ, ଶତ୍ରୁତା, ବିବାଦ, ଦ୍ୱେଷ, କ୍ରୋଧ, ସ୍ୱାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା, ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ ।

ଭ୍ରାନ୍ତ ନ ହୁଅ; ଈଶ୍ୱର ବିଦୃପର ପାତ୍ର ନୁହଁନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ । ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନନ୍ତ ଜୀବନରୂପ ଶସ୍ୟ କାଟିବ ।

ତାହାଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କ ଠାରେ ତାହାଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।

କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହି ସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ; ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ । କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ଦେବପୂଜକ -ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ୱରଙ୍କର ରାଜ୍ୟରେ ଅଧିକାର ନାହିଁ । କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ୱରଙ୍କ କ୍ରୋଧ ବର୍ତ୍ତେ ।

ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ, ଏବଂ କୌଣସି ପ୍ରକାରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହୋଇ ପାରେ ।

ଆମ୍ଭେମାନେ ତ ସ୍ୱର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ; ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ ।

ସେ ଆମ୍ଭମାନଙ୍କୁ ଅନ୍ଧକାରର କ୍ଷମତାରୁ ଉଦ୍ଧାର କରି ଆପଣା ପ୍ରେମପାତ୍ର ପୁତ୍ରଙ୍କ ରାଜ୍ୟ ମଧ୍ୟକୁ ସ୍ଥାନାନ୍ତର କରିଅଛନ୍ତି; ଯୀଶୁଙ୍କଠାରେ ଆମ୍ଭେମାନେ ମୁକ୍ତି, ଅର୍ଥାତ୍‍, ପାପ କ୍ଷମା ପାଇଅଛୁ ।

କିନ୍ତୁ ଏବେ ସେ ତୁମ୍ଭମାନଙ୍କୁ ମଧ୍ୟ ଆପଣା ସାକ୍ଷାତରେ ପବିତ୍ର, ଅନିନ୍ଦନୀୟ ଓ ନିର୍ଦ୍ଦୋଷ କରି ସ୍ଥାପନ କରିବା ନିମନ୍ତେ ଖ୍ରୀଷ୍ଟଙ୍କ ମାଂସମୟ ଶରୀରରେ ମୃତ୍ୟୁ ଦ୍ୱାରା ତୁମ୍ଭମାନଙ୍କୁ ଆପଣା ସହିତ ମିଳିତ କରିଅଛନ୍ତି; ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହି ସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି ।

ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍‍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହି ସବୁ ପ୍ରତି ମୃତ ହୁଅ; ଏହି ସବୁ ହେତୁରୁ ଈଶ୍ୱରଙ୍କ କ୍ରୋଧ ବର୍ତ୍ତେ ପୂର୍ବେ ତୁମ୍ଭେମାନେ ମଧ୍ୟ ଏହି ସବୁ ବିଷୟରେ ଆସକ୍ତ ଥାଇ ସେହି ପ୍ରକାରେ ଆଚରଣ କରୁଥିଲ। କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହି ସବୁ ବିଷୟ, ଅର୍ଥାତ୍‍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହି ସବୁ ପରିତ୍ୟାଗ କର । ପରସ୍ପର ମିଥ୍ୟା କୁହ ନାହିଁ ତୁମ୍ଭେମାନେ ତ ପୁରାତନ ସ୍ୱଭାବ ଓ

କାରଣ ଯେ ଅନ୍ୟାୟ କରେ, ସେ ଆପଣା ଅନ୍ୟାୟର ପ୍ରତିଫଳ ପାଇବ; ସେ ବିଷୟରେ କୌଣସି ମୁଖାପେକ୍ଷା ନାହିଁ ।

ସେ ତୁମ୍ଭମାନଙ୍କ ହୃଦୟ ସୁସ୍ଥିର କରି ରଖନ୍ତୁ, ଯେପରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଆପଣା ସମସ୍ତ ସାଧୁଙ୍କ ସହିତ ଆଗମନ କରିବା ସମୟରେ ତୁମ୍ଭେମାନେ ଆମ୍ଭମାନଙ୍କ ଈଶ୍ୱର ଓ ପିତାଙ୍କ ଛାମୁରେ ପବିତ୍ରତାରେ ଅନିନ୍ଦନୀୟ ଦେଖାଯିବ ।

ଶାନ୍ତିଦାତା ଈଶ୍ୱର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ ।

ଈଶ୍ୱରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ୱରଙ୍କ ଉଚିତ ବିଚାରର ପ୍ରତ୍ୟକ୍ଷ ପ୍ରମାଣ, କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କଷ୍ଟ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ୱରଙ୍କ ପକ୍ଷରେ ନ୍ୟାୟର ବିଷୟ; ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ, ଅର୍ଥାତ୍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ୱାରା ଗୌରବାନ୍ୱିତ ହେବାକୁ ଓ ବିଶ୍ୱାସ କରିଥିବା ଲୋକସମସ୍ତଙ୍କ ଦ୍ୱାରା ଚମତ୍କାରର ଦୃଶ୍ୟସ୍ୱରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ୱାସ କରିଅଛ), ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍ ପ୍ରଭୁଙ୍କ ପାଖରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ ।

କିନ୍ତୁ ମୋଶାଙ୍କ ବ୍ୟବସ୍ଥା ଧାର୍ମିକ ଲୋକ ନିମନ୍ତେ ନିରୂପିତ ନ ହୋଇ ସ୍ୱେଚ୍ଛାଚାରୀ ଓ ଅବାଧ୍ୟ, ଅଧାର୍ମିକ ଓ ପାପୀ, ଅଶୁଚି ଓ ଧର୍ମଦ୍ୱେଷୀ, ପିତୃହନ୍ତା ଓ ମାତୃହନ୍ତା, ନରହନ୍ତା, ବ୍ୟଭିଚାରୀ, ପୁଂମୈଥୁନକାରୀ, ମନୁଷ୍ୟଚୋର, ମିଥ୍ୟାବାଦୀ ଓ ମିଥ୍ୟା ଶପଥକାରୀମାନଙ୍କ ନିମନ୍ତେ ପୁଣି, ଉତ୍ତମ ଶିକ୍ଷାର ବିପରୀତରେ ଯେକୌଣସି ବିଷୟ ଥାଏ, ତାହା ନିମନ୍ତେ ଯେ ନିରୂପିତ ହୋଇଅଛି, ଏହା ଜାଣି ଯଦି କେହି ମୋଶାଙ୍କ ବ୍ୟବସ୍ଥାର ଉଚିତ୍ ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଅାମ୍ଭେମାନେ ଜାଣୁ; ଏହା ତ ମୋ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ୱରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ ।

ସେମାନେ ଯେପରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ ।

କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ, ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ;

ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି କଳଙ୍କ ଶୂନ୍ୟ ଓ ଅନିନ୍ଦନୀୟ ହୋଇ ରୁହ ।

ଏହି ବାକ୍ୟ ବିଶ୍ୱାସଯୋଗ୍ୟ, ଯଦି ତାହାଙ୍କ ସହିତ ମରିଅଛୁ, ତେବେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା; ଯଦି ଆମ୍ଭେମାନେ ଧୖେର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବ; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ;

ମୁଁ ଈଶ୍ୱରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି,

କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ । ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ୱାସ ରକ୍ଷା କରିଅଛି; ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ ।

ଅତଏବ, ଶୁଣାଯାଇଥିବା ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ୍, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ। କାରଣ ଦୂତମାନଙ୍କ ଦ୍ୱାରା କଥିତ ବାକ୍ୟ ଯଦି ଅଟଳ ହୋଇ ରହିଲା, ଆଉ ପ୍ରତ୍ୟେକ ଆଜ୍ଞାଲଙ୍ଘନ ଓ ଅବାଧ୍ୟତା ଯଥାର୍ଥ ଦଣ୍ଡ ପାଇଲା, ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;

ମନୁଷ୍ୟମାନଙ୍କ ନିମନ୍ତେ ଯେପରି ଥରେମାତ୍ର ମୃତ୍ୟୁ,

ସେତେବେଳେ ମୁଁ କହିଲି, ଦେଖ, ଶାସ୍ତ୍ରରେ ମୋ' ବିଷୟରେ ଲେଖା ଅଛି, ହେ ଈଶ୍ୱର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି ।

ପୁଣି, ପ୍ରେମ ଓ ସତ୍‍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ, ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ଡଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ ଦେଉ, ବିଶେଷତଃ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ । କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ୱେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ, ବରଂ ବିଚାରର ଏକ ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ଡତା ଅବଶିଷ୍ଟ ଥାଏ ।

କାରଣ 'ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା,'ଯେ ଏହି କଥା କହିଅଛନ୍ତି, ତାହାଙ୍କୁ ଆମ୍ଭେମାନେ ଜାଣୁ; ପୁନଶ୍ଚ, 'ପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ' । ଜୀବିତ ଈଶ୍ୱରଙ୍କ ହସ୍ତରେ ପଡ଼ିବା ଭୟଙ୍କର ବିଷୟ ।

କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଈଶ୍ୱରଙ୍କ ନଗର, ଅର୍ଥାତ୍‍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ, ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ୱର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,

ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ୱର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ ।

ଯେଣୁ ଅଣଯିହୂଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;

କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ତାହାଙ୍କ ଛାମୁରେ ସେମାନଙ୍କୁ ହିସାବ ଦେବାକୁ ହେବ । କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ୱରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ । ମାତ୍ର ସମସ୍ତ ବିଷୟର ଅନ୍ତିମକାଳ ସନ୍ନିକଟ । ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,

କାରଣ ଈଶ୍ୱରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ୱରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କ'ଣ ନ ହେବ!

କାରଣ ଈଶ୍ୱର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନର୍କରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ୱରରେ ରଖିଅଛନ୍ତି

ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି । ସେମାନେ ଦୁଃସାହସୀ ଓ ସ୍ୱେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ, ଯଦ୍ୟପି ଅଧିକ ଶକ୍ତି ଓ ପରାକ୍ରମଶାଳୀ ଦୂତମାନେ ପ୍ରଭୁଙ୍କ ଛାମୁରେ ନିନ୍ଦା କରି ସେମାନଙ୍କର ବିଚାର କରନ୍ତି ନାହିଁ । କିନ୍ତୁ ଏମାନେ ଅଜ୍ଞାନ ପଶୁ ତୁଲ୍ୟ ସ୍ୱଭାବାନୁସାରେ ଧୃତ ଓ ବିନଷ୍ଟ ହେବା ନିମନ୍ତେ ଜାତ ହୋଇ, ଯେଉଁ ଯେଉଁ ବିଷୟ ଅଜ୍ଞାତ, ସେହି ସେହି ବିଷୟର ନିନ୍ଦା କରି ସେଗୁଡ଼ାକର ବିନାଶରେ ନିଜେ ବିନଷ୍ଟ ହେବେ, ପୁଣି, ଅନ୍ୟାୟ ବେତନ ସ୍ୱରୂପେ ଅଧର୍ମର ଫଳ ଭୋଗ କରିବେ; ସେମାନେ ଦିନବେଳେ ବିଳାସ କରିବାରେ ସୁଖ ପାଆନ୍ତି, ପୁଣି, କଳଙ୍କ ଓ ନିନ୍ଦାର କାରଣ ହୋଇ ତୁମ୍ଭମାନଙ୍କ ସହିତ ଭୋଜନପାନରେ ସୁଖ ପାଇବା ସମୟରେ ଆପଣାମାନଙ୍କର ଭ୍ରଷ୍ଟ କଳ୍ପନାରେ ଉନ୍ମତ୍ତ ହୁଅନ୍ତି । ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ, ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ; କିନ୍ତୁ ସେ ଆପଣା ଅପରାଧ ସକାଶେ ଅନୁଯୋଗ ପ୍ରାପ୍ତ ହେଲା, ଗୋଟିଏ ମୂକ ପଶୁ ମନୁଷ୍ୟ ସ୍ୱରରେ କଥା କହି ଭାବବାଦୀର ଉନ୍ମତ୍ତତା ନିବୃତ୍ତ କଲା । ସେମାନେ ନିର୍ଜଳର ନିର୍ଝର ଓ ପ୍ରଚଣ୍ଡ ବାୟୁରେ ଚାଳିତ ମେଘ ତୁଲ୍ୟ, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ରକ୍ଷିତ ହୋଇଅଛି।

ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି । କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ । ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି ।

ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ । ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ । ଏହି ସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଈଶ୍ୱରଙ୍କ ଯେଉଁ ଦିନରେ ଆକାଶମଣ୍ଡଳ ଜ୍ୱଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ, ସେହି ଦିନର ଆଗମନର ଅପେକ୍ଷା କରି, ତାହା ଯେପରି ଶୀଘ୍ର ଆସିବ, ଏଥିପାଇଁ ତୁମ୍ଭେମାନେ ସଦାଚାରୀ ଓ ଧର୍ମପରାୟଣ ହେବା ଉଚିତ । ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଗୋଟିଏ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀର ଅପେକ୍ଷାରେ ଅଛୁ, ଯାହା ଧାର୍ମିକତାର ଆବାସସ୍ଥଳ ହେବ ।

ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର;

ଦେଖ, ପିତା ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ । ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା । ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କ'ଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ । ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା ।

ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧିନରେ ଥାଏ । ଯେ କେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନନ୍ତ ଜୀବନ ନ ଥାଏ, ଏହା ତୁମ୍ଭେମାନେ ଜାଣ ।

ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ ।

ସେହି ସାକ୍ଷ୍ୟ ଏହି ଯେ, ଈଶ୍ୱର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି । ଯେ ପୁତ୍ରଙ୍କୁ ପାଇଅଛି, ସେ ଜୀବନ ପାଇଅଛି; ଯେ ଈଶ୍ୱରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ହିଁ ପାଇ ନାହିଁ ।

ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚ ପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି । ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି ।

ସେମାନେ ଆପଣା ଆପଣା ଲଜ୍ଜା ସ୍ୱରୂପ ଫେଣ ଉଦ୍‍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ ତାରା ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଅନନ୍ତକାଳ ରଖାଯାଇଅଛି ।

ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ,ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁ ସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁ ସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି ।

ଯେଉଁମାନେ ସନ୍ଦେହରେ ପଡ଼ିଥାଆନ୍ତି, ଏପରି କେତେକଙ୍କୁ ଦୟା କରି ଅଗ୍ନିରୁ କାଢ଼ିଲା ପରି ରକ୍ଷା କର । ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର । ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,

ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ, ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି ।

ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ୱରଙ୍କ ପାରଦୀଶରେ ଥିବା ଜୀବନ ବୃକ୍ଷର ଫଳ ଖାଇବାକୁ ଦେବୁ ।

ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ ।

ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳ ବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପ ନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ୱୀକାର କରିବୁ ।

ମୁଁ ଯେପରି ଜୟ କରି ମୋର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋର ସିଂହାସନରେ ବସିବାକୁ ଦେବି ।

ସେମାନେ ଉଚ୍ଚସ୍ୱରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ?

ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ ।

ଅଣଯିହୂଦୀମାନେ କ୍ରୁଦ୍ଧ ହୋଇଥିଲେ, କିନ୍ତୁ ତୁମ୍ଭର କ୍ରୋଧ ଉପସ୍ଥିତ ହେଲେ, ପୁଣି, ମୃତମାନଙ୍କ ବିଚାର କରିବା ସମୟରେ ଏବଂ ତୁମ୍ଭର ଦାସ ଭାବବାଦୀମାନଙ୍କୁ, ସାଧୁମାନଙ୍କୁ ଓ ତୁମ୍ଭ ନାମର ଭୟକାରୀ ସାନ ଓ ବଡ଼ ସମସ୍ତ ଲୋକଙ୍କୁ ପୁରସ୍କାର ଦେବାର ଆଉ ପୃଥିବୀ ବିନାଶକାରୀମାନଙ୍କୁ ବିନାଶ କରିବାର ସମୟ ଉପସ୍ଥିତ ହେଲା । ସେତେବେଳେ ସ୍ୱର୍ଗରେ ଥିବା ଈଶ୍ୱରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା ।

ସେମାନଙ୍କ ମୁଖରେ କୌଣସି ମିଥ୍ୟାକଥା ନାହିଁ, ସେମାନେ ନିର୍ଦ୍ଦୋଷ ।

ଈଶ୍ୱରଙ୍କୁ ଭୟ କର ଓ ତାହାଙ୍କୁ ଗୌରବ ଦିଅ, କାରଣ ତାହାଙ୍କ ବିଚାର ସମୟ ଉପସ୍ଥିତ, ପୁଣି, ଯେ ଆକାଶ, ପୃଥିବୀ, ସମୁଦ୍ର ଓ ନିର୍ଝରିଣୀ ସମୂହ ସୃଷ୍ଟି କରିଅଛନ୍ତି, ତାହାଙ୍କୁ ପ୍ରଣାମ କର ।

ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ୱରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ । ଏପରି ଲୋକମାନଙ୍କ ଯନ୍ତ୍ରଣାର ଧୂମ ଯୁଗେ ଯୁଗେ ଉଠୁଥିବ; ଯେଉଁମାନେ ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରନ୍ତି ପୁଣି, ତାହାର ନାମର ଚିହ୍ନ ଗ୍ରହଣ କରନ୍ତି, ସେମାନଙ୍କର ଦିବାରାତ୍ର ବିଶ୍ରାମ ନାହିଁ ।

ସେତେବେଳେ ମୁଁ ଜଳାଧିପତି ଦୂତଙ୍କୁ ଏହା କହିବାର ଶୁଣିଲି, ହେ ବର୍ତ୍ତମାନ ଓ ଅତୀତ, ପୁଣି, ପବିତ୍ର ଯେ ତୁମ୍ଭେ ନ୍ୟାୟକର୍ତ୍ତା ବୋଲି ଏହିପରି ବିଚାର କରିଅଛି; ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିରେ ଯୋଗ୍ୟ । ସେତେବେଳେ ମୁଁ ବେଦିରୁ ଏହା ଶୁଣିଲି, ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ ।

ଏଥିଉତ୍ତାରେ ମୁଁ ସ୍ଵର୍ଗରେ ମହାଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ୱରଙ୍କର, କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାଯ୍ୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି । ପୁଣି, ସେ ଦ୍ୱିତୀୟ ଥର କହିଲେ, ହାଲ୍ଲିଲୂୟା; ତାହାର ଅଗ୍ନିର ଧୂମ ଯୁଗେ ଯୁଗେ ଉଠୁଥିବ ।

ସେତେବେଳେ ସେ ମୋତେ କହିଲେ, ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ । ଆଉ ସେ ମୋତେ କହିଲେ, ଏହି ସବୁ ଈଶ୍ୱରଙ୍କ ସତ୍ୟ ବାକ୍ୟ ।

ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି ।

ପରେ ମୁଁ ସିଂହାସନସମୂହ ଦେଖିଲି; ସେହି ସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ୱରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ । ଅବଶିଷ୍ଟ ମୃତ ଲୋକମାନେ ସେହି ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ଜୀବିତ ହେଲେ ନାହିଁ । ଏହା ହିଁ ପ୍ରଥମ ପୁନରୁତ୍ଥାନ ।

ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ । ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ । ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ । ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା । ଏହି ମୃତ୍ୟୁ, ଅର୍ଥାତ୍ ଅଗ୍ନିମୟ ହ୍ରଦ, ଦ୍ୱିତୀୟ ମୃତ୍ୟୁ । ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା ।

ପରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ଦେଖିଲି, କାରଣ ପ୍ରଥମ ଆକାଶମଣ୍ଡଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି, ସମୁଦ୍ର ଆଉ ନ ଥିଲା । ପୁଣି, ମୁଁ ପବିତ୍ର ନଗରୀ, ଅର୍ଥାତ୍ ନୂତନ ଯିରୁଶାଲମକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତା ହୋଇ ସ୍ୱର୍ଗରୁ ଈଶ୍ୱରଙ୍କ ନିକଟରୁ ଅବତରଣ କରିବାର ଦେଖିଲି । ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ୱରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ, ପୁଣି, ଈଶ୍ୱର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି ।

ପରେ ସିଂହାସନ ଉପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ । ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ । ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି । ଆମ୍ଭେ ଆଲଫା ଏବଂ ଓମେଗା, ଆରମ୍ଭ ଓ ଶେଷ । ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୁଲ୍ୟରେ ପାନ କରିବାକୁ ଦେବୁ । ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ୱର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ । କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ ।

କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ ।

ଯେ ଅଧର୍ମାଚାରୀ, ସେ ଆହୁରି ଅଧର୍ମାଚରଣ କରୁ; ଯେ ଅଶୁଚି, ସେ ଆହୁରି ଅଶୁଚି ହେଉ; ପୁଣି, ଯେ ଧାର୍ମିକ, ସେ ଆହୁରି ଧର୍ମାଚରଣ କରୁ; ଯେ ପବିତ୍ର ସେ ଆହୁରି ପବିତ୍ର ହେଉ । ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି ।

Odia - ଓଡ଼ିଆ - OR

ORIRV'17 - Odia Indian Revised Version Oriya - 2021

This Bible text is from Oriya Indian Revised Version IRV Odia 2021
https://open.bible/bibles/oriya-bridge-text-bible/
provided by: Bridge Connectivity Solutions Pvt Ltd, available by Creative Commons CC-BY-SA-4.0,
and this new compilation is shared as www.creativecommons.org/licenses/by-sa/4.0.
Languages are made available to you by www.ipedge.net