08 – ଯୀଶୁ

ଏଗୁଡ଼ିକ ହେଉଛି ସର୍ବଶକ୍ତିମାନ ପରମେଶ୍ୱରଙ୍କ ପବିତ୍ର ବାକ୍ୟ।
ମଣିଷର କଥାରେ ଆମର ଆଗ୍ରହ ନାହିଁ।
ଯିଏ ଭଗବାନଙ୍କୁ ଭଲ ପାଏ... ଭଗବାନ ଏହା ବିଷୟରେ କହନ୍ତି: ଯୀଶୁ.

ଶ୍ରେଷ୍ଠ 3ଟି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଦ୍ୟ

କାରଣ ଦୃଶ୍ୟ ଓ ଅଦୃଶ୍ୟ, ସ୍ୱର୍ଗରେ ଓ ପୃଥିବୀରେ ସମସ୍ତ ବିଷୟ ତାହାଙ୍କ ଦ୍ୱାରା ସୃଷ୍ଟି ହେଲା, ସିଂହାସନ କି ପ୍ରଭୁତ୍ୱ କି ଆଧିପତ୍ୟ କି କର୍ତ୍ତାପଣ, ସମସ୍ତ ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ ସୃଷ୍ଟ ହୋଇଅଛି; ସମସ୍ତ ବିଷୟ ସୃଷ୍ଟ ହେବା ପୂର୍ବରୁ ସେ ଅଛନ୍ତି ଓ ତାହାଙ୍କଠାରେ ସମସ୍ତ ବିଷୟର ଅସ୍ତିତ୍ୱ ଅଛି ।

ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ ।" ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥି ନିମନ୍ତେ ଏସମସ୍ତ ଘଟିଲା, "ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ", ଏହି ନାମର ଅର୍ଥ "ଆମ୍ଭମାନଙ୍କ ସହିତ ଈଶ୍ୱର" ।

ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି, ସିଂହାସନ, ପ୍ରାଣୀ ଓ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ୱର ଶୁଣିଲି ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଓ ଅୟୁତ ଅୟୁତ । ସେମାନେ ଉଚ୍ଚସ୍ୱରରେ କହୁଥିଲେ, ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି । ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତା' ମଧ୍ୟରେ ଥିବା ସମସ୍ତ ଏହା କହୁଥିବା ଶୁଣିଲି, ପ୍ରଶଂସା ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର । ସେଥିରେ ଚାରି ପ୍ରାଣୀ କହିଲେ, ଆମେନ୍, ପୁଣି, ପ୍ରାଚୀନମାନେ ଉବୁଡ଼ ହୋଇ ପ୍ରଣାମ କଲେ ।

କ୍ରମରେ ପ୍ରତ୍ୟେକ ପଦ - 391 ବାଇବଲ ପଦ

ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”

ଆଉ ଇସ୍‍ହାକ ଆପଣା ପିତା ଅବ୍ରହାମଙ୍କୁ ଡାକି କହିଲା, “ହେ ମୋହର ପିତଃ।” ତହିଁରେ ସେ ଉତ୍ତର କଲେ, “ପୁତ୍ର, ଦେଖ, ମୁଁ ଏଠାରେ।” ସେତେବେଳେ ସେ ପଚାରିଲା, “ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢା ଛୁଆ କାହିଁ?” ତହିଁରେ ଅବ୍ରହାମ କହିଲେ, “ପୁତ୍ର, ପରମେଶ୍ୱର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ।” ତହୁଁ ଦୁହେଁ ଏକତ୍ର ଚାଲିଗଲେ।

ତହିଁରେ ପରମେଶ୍ୱର ମୋଶାଙ୍କୁ କହିଲେ, “ଆମ୍ଭେ ଯେ ଅଛୁ, ସେ ଅଛୁ,” ପୁଣି, ସେ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିବ, ସ୍ୱୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି।”

ଆଉ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ପାପ କରେ; ଯଦ୍ୟପି ସେ ତାହା ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ, ପୁଣି ଆପଣାର ଅପରାଧ ବୋହିବ। ସେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ରୂପେ ଯାଜକ ନିକଟକୁ ଆଣିବ; ପୁଣି ଯେଉଁ ବିଷୟରେ ସେ ଭୁଲବଶତଃ ପାପ କଲା ଓ ତାହା ଜାଣିଲା ନାହିଁ, ଯାଜକ ତହିଁ ସକାଶୁ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।

ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଓ ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ;

ପ୍ରଧାନ ବାଦ୍ୟକର ନିମନ୍ତେ ଆୟେଲତ୍‍ହସଶହର (ଅଋଣର ମୃଗୀ) ସ୍ୱରରେ ଦାଉଦଙ୍କର ଗୀତ। ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୋତେ ସାହାଯ୍ୟ କରିବାରୁ ଓ ମୋ’ ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ?

ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋ’ ଅନ୍ତ୍ର ମଧ୍ୟରେ ତରଳି ଯାଏ। ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁୁର ଧୂଳିକି ଆଣିଅଛ। କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି। ମୁଁ ଆପଣା ଅସ୍ଥିସବୁ ଗଣିପାରେ; ସେମାନେ ମୋତେ ଅନାଇ ଚାହିଁ ରହିଥା’ନ୍ତି। ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି ଓ ସେମାନେ ମୋ’ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି।

ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୁ, ସତ୍ୟମୟ ପରମେଶ୍ୱର, ତୁମ୍ଭେ ମୋତେ ମୁକ୍ତ କରିଅଛ।

ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ଡେ ହେଲେ ଭଗ୍ନ ହୁଏ ନାହିଁ।

ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।

ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।

ଆମ୍ଭେ ମଧ୍ୟ ତାହାକୁ ଆମ୍ଭର ପ୍ରଥମଜାତ, ପୃଥିବୀସ୍ଥ ରାଜାଗଣ ମଧ୍ୟରେ ସର୍ବୋଚ୍ଚ କରିବା।

ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି।

କିଏ ସ୍ୱର୍ଗାରୋହଣ କରି ସେଠାରୁ ଅବରୋହଣ କରିଅଛି? କିଏ ଆପଣା ମୁଷ୍ଟିରେ ବାୟୁ ଏକତ୍ର କରିଅଛି? କିଏ ଆପଣା ବସ୍ତ୍ରରେ ଜଳସମୂହକୁ ବାନ୍ଧିଅଛି? କିଏ ପୃଥିବୀର ସବୁ ସୀମା ନିରୂପଣ କରିଅଛି? ତାହାଙ୍କର ନାମ କଅଣ? ତାହାଙ୍କ ପୁତ୍ରର ନାମ କଅଣ? ଏହା ଯେବେ ଜାଣ, ତେବେ କୁହ।

ଉଷୀୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା। ତାହାଙ୍କ ନିକଟରେ ସରାଫଗଣ ଠିଆ ହେଲେ; ସେ ପ୍ରତ୍ୟେକର ଛଅ ଛଅ ପକ୍ଷ ଥିଲା; ପ୍ରତ୍ୟେକେ ଦୁଇ ପକ୍ଷରେ ଆପଣା ଆପଣା ମୁଖ ଆଚ୍ଛାଦନ କଲେ, ଦୁଇ ପକ୍ଷରେ ଚରଣ ଆଚ୍ଛାଦନ କଲେ ଓ ଦୁଇ ପକ୍ଷରେ ଉଡ଼ିଲେ। ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।”

ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ। ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦହି ଓ ମଧୁ ଖାଇବ। କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେହି ଦେଶ ପରିତ୍ୟକ୍ତ ହେବ।

ଯେଉଁ ଗୋଷ୍ଠୀ ଅନ୍ଧକାରରେ ଭ୍ରମଣ କଲେ, ସେମାନେ ମହାଆଲୁଅ ଦେଖିଅଛନ୍ତି; ଯେଉଁମାନେ ମୃତ୍ୟୁୁଚ୍ଛାୟାରୂପ ଦେଶରେ ବାସ କଲେ, ସେମାନଙ୍କ ଉପରେ ଦୀପ୍ତି ଉଦିତ ହୋଇଅଛି।

କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ। ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।

ଏଥିଉତ୍ତାରେ ଯିଶୀର ଗଣ୍ଡିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ; ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ;

ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ। ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୀର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ ସ୍ଥାନ ଗୌରବାନ୍ୱିତ ହେବ।

ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ଓ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ। ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ।

ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟ ବିଚାର ଆଣିବେ।

ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ୱର ଆଉ ନାହିଁ।

ମୁଁ ପ୍ରହାରକ ପ୍ରତି ଆପଣା ପିଠି, ଦାଢ଼ି ଉପାଡ଼ିବା ଲୋକମାନଙ୍କ ପ୍ରତି ଆପଣା ଗାଲ ପାତି ଦେଲି; ମୁଁ ଅପମାନ ଓ ଛେପ ପକାଇବାରୁ ମୋହର ମୁଖ ଲୁଚାଇ ନାହିଁ।

ଦେଖ, ଆମ୍ଭର ଦାସ ସୁବିବେଚନାପୂର୍ବକ ବ୍ୟବହାର କରିବେ, ସେ ଉନ୍ନତ, ଉଚ୍ଚ ପଦପ୍ରାପ୍ତ ଓ ମହାମହିମ ହେବେ। ମନୁଷ୍ୟ ଅପେକ୍ଷା ତାହାଙ୍କର ଆକୃତି ଓ ମନୁଷ୍ୟ ସନ୍ତାନଗଣ ଅପେକ୍ଷା ତାହାଙ୍କର ରୂପ ଅଧିକ ବିକୃତ ହେବାରୁ ଯେପରି ଅନେକେ ତାହାଙ୍କ ବିଷୟରେ ଚମତ୍କୃତ ହୋଇଥିଲେ, ସେହିପରି ସେ ଅନେକ ଦେଶୀୟମାନଙ୍କୁ ଛିଞ୍ଚିବେ; ରାଜାମାନେ ତାହାଙ୍କ ଛାମୁରେ ଆପଣା ଆପଣା ମୁଖ ବନ୍ଦ କରିବେ; କାରଣ ଯାହା ସେମାନଙ୍କୁ କୁହାଯାଇ ନ ଥିଲା, ତାହା ସେମାନେ ଦେଖିବେ ଓ ଯାହା ସେମାନେ ଶୁଣି ନ ଥିଲେ, ତାହା ସେମାନେ ବୁଝିବେ।

ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି? କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ। ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀ ଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ। ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାସବୁ ବହନ କରିଅଛନ୍ତି। ତଥାପି ଆମ୍ଭେମାନେ ତାହାଙ୍କୁ ଆହତ ଓ ପରମେଶ୍ୱରଙ୍କ ଦ୍ୱାରା ପ୍ରହାରିତ ଓ ଦୁଃଖଗ୍ରସ୍ତ ବୋଲି ମଣିଲୁ। ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ; ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ଓ ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ। ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି। ସେ ଉପଦ୍ରବ ପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ। ସେ ଉପଦ୍ରବ ଓ ବିଚାର ଦ୍ୱାରା ଦୂରୀକୃତ ହେଲେ; ଆଉ, ସେ ଯେ ଜୀବିତ ଲୋକମାନଙ୍କ ଦେଶରୁ ଉଚ୍ଛିନ୍ନ ହେଲେ, ଏହା ତାହାଙ୍କ ସମୟର ଲୋକମାନଙ୍କ ମଧ୍ୟରେ କିଏ ବିବେଚନା କଲା? ଆମ୍ଭ ଲୋକମାନଙ୍କର ଅପରାଧ ନିମନ୍ତେ ସେ ପ୍ରହାରିତ ହେଲେ। ପୁଣି, ସେ କୌଣସି ଦୌରାତ୍ମ୍ୟ ନ କଲେ ହେଁ ଓ ତାହାଙ୍କ ମୁଖରେ କୌଣସି ଛଳ ନ ଥିଲେ ହେଁ ଲୋକମାନେ ଦୁଷ୍ଟଗଣର ସହିତ ତାହାଙ୍କର କବର ନିରୂପଣ କଲେ ଓ ମୃତ୍ୟୁୁରେ ସେ ଧନବାନର ସଙ୍ଗୀ ହେଲେ। ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ। ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ। ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟିତ ବିଭାଗ କରି ନେବେ; କାରଣ ସେ ମୃତ୍ୟୁୁମୁଖରେ ଆପଣା ପ୍ରାଣ ଢାଳି ଦେଲେ; ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।

ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ’ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ; ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ; ଶୋକାର୍ତ୍ତ ସମସ୍ତଙ୍କୁ ସାନ୍ତ୍ୱନା କରିବାକୁ; ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍‍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।

ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।

ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା, ଏପରି ସମୟ ଆସୁଅଛି; ମିସର ଦେଶରୁ ସେମାନଙ୍କର ପୂର୍ବପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ,” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।” ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ; ପୁଣି, ‘ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ’ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ;” କାରଣ ସଦାପ୍ରଭୁ କହନ୍ତି, “ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”

ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାଚ ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ା ଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।

ଏଥିରେ ରାଜା ନବୂଖଦ୍‍ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲା। ସେ ଆପଣା ମନ୍ତ୍ରୀମାନଙ୍କୁ କହିଲା, ଆମ୍ଭେମାନେ କି ତିନି ଲୋକଙ୍କୁ ବାନ୍ଧି ଅଗ୍ନି ମଧ୍ୟରେ ପକାଇ ନ ଥିଲୁ? ସେମାନେ ରାଜାକୁ ଉତ୍ତର କରି କହିଲେ, ସତ୍ୟ ମହାରାଜ। ରାଜା ଉତ୍ତର କରି କହିଲା, ଦେଖ, ମୁଁ ଅଗ୍ନି ମଧ୍ୟରେ ଗମନ କରିବାର ଚାରି ମୁକ୍ତ ଲୋକ ଦେଖୁଅଛି ଓ ସେମାନଙ୍କର କୌଣସି କ୍ଷତି ହୋଇ ନାହିଁ; ପୁଣି, ଚତୁର୍ଥ ଲୋକର ମୂର୍ତ୍ତି ପରମେଶ୍ୱରଙ୍କ ପୁତ୍ର ସଦୃଶ୍ୟ।

ମୁଁ ଦେଖୁ ଦେଖୁ, କେତେଗୋଟି ସିଂହାସନ ସ୍ଥାପିତ ହେଲା, ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ। ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ, ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷର ଲୋମ ତୁଲ୍ୟ ଥିଲା। ତାହାଙ୍କର ସିଂହାସନ ଅଗ୍ନିଶିଖାମୟ ଓ ତହିଁର ଚକ୍ରସକଳ ଜ୍ୱଳନ୍ତ ଅଗ୍ନି। ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାରସଭା ବସିଲା ଓ ପୁସ୍ତକମାନ ଫିଟାଗଲା।

ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ। ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।

ଏଥିପାଇଁ ତୁମ୍ଭେ ଜ୍ଞାତ ହୁଅ ଓ ବୁଝ ଯେ, ଯିରୂଶାଲମକୁ ପୁନଃସ୍ଥାପନ ଓ ନିର୍ମାଣ କରିବାର ଆଜ୍ଞା ପ୍ରକାଶ ହେବା ସମୟଠାରୁ ଅଧିପତି, ଅଭିଷିକ୍ତ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସାତ ସପ୍ତାହ ହେବ; ପୁଣି, ସଙ୍କଟ କାଳରେ ହିଁ ତାହା ଛକ ଓ ପରିଖା ସହିତ ତିନି କୋଡ଼ି ଦୁଇ ସପ୍ତାହ ପୁନଃର୍ନିର୍ମିତ ହେବ। ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନା ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଳାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି।

ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦି କାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।

ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ୍ ହେବେ।

ଏହି ଗୃହର ପୂର୍ବ କାଳର ଐଶ୍ୱର୍ଯ୍ୟ ଅପେକ୍ଷା ଶେଷ କାଳର ଐଶ୍ୱର୍ଯ୍ୟ ଅଧିକ ଗୁରୁତର ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ପୁଣି, ଏହି ସ୍ଥାନରେ ଆମ୍ଭେ ଶାନ୍ତି ପ୍ରଦାନ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍‍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।

ଆଉ, ସଦାପ୍ରଭୁ ମୋତେ କହିଲେ, “ଏହା କୁମ୍ଭକାର ନିକଟରେ ପକାଇ ଦିଅ, ଏହି ବିଲକ୍ଷଣ ମୂଲ୍ୟରେ ସେମାନେ ଆମ୍ଭର ମୂଲ୍ୟ ନିର୍ଣ୍ଣୟ କରିଅଛନ୍ତି।” ତହିଁରେ ମୁଁ ସେହି ତିରିଶ ରୌପ୍ୟ ମୁଦ୍ରା ନେଇ ସଦାପ୍ରଭୁଙ୍କ ଗୃହରେ କୁମ୍ଭକାର ନିକଟରେ ପକାଇ ଦେଲି

ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍‍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।

ପୁଣି, ତୁମ୍ଭର ଦୁଇ ବାହୁ ମଧ୍ୟରେ ଏହି କ୍ଷତଦାଗସବୁ କଅଣ? ଏହା କେହି ତାହାକୁ ପଚାରିଲେ, ସେ ଉତ୍ତର କରିବ, ‘ମୁଁ ଆପଣା ବନ୍ଧୁମାନଙ୍କ ଗୃହରେ ଯେଉଁ ଆଘାତ ପାଇଥିଲି, ଏହିସବୁ ସେହି।’” ହେ ଖଡ୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ପାଳକକୁ ଆଘାତ କର,” ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।”

ଅବ୍ରାହାମଙ୍କ ସନ୍ତାନ ଓ ଦାଉଦଙ୍କ ସନ୍ତାନ ଯୀଶୁଖ୍ରୀଷ୍ଟଙ୍କ ବଂଶାବଳୀ ।

ମତ୍ତାନ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ମରିୟମଙ୍କ ସ୍ୱାମୀ ଯୋଷେଫଙ୍କୁ ଜନ୍ମ ଦେଲେ, ଏହି ମରିୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ, ତାହାଙ୍କୁ ଖ୍ରୀଷ୍ଟ କୁହାଯାଏ ।

ଏହି ପ୍ରକାରେ ସମସ୍ତେ ଅବ୍ରହାମଙ୍କଠାରୁ ଦାଉଦଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ, ଆଉ ଦାଉଦଙ୍କ ଠାରୁ ବାବିଲୋନ ନିର୍ବାସନ ପର୍ଯ୍ୟନ୍ତ ଚଉଦ ପୁରୁଷ, ପୁଣି, ବାବିଲୋନ ନିର୍ବାସନଠାରୁ ଖ୍ରୀଷ୍ଟଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ ।

ଯୀଶୁଖ୍ରୀଷ୍ଟଙ୍କ ଜନ୍ମ ଏହି ପ୍ରକାରେ ହେଲା । ତାହାଙ୍କ ମାତା ମରିୟମଙ୍କର ଯୋଷେଫଙ୍କ ସହିତ ବିବାହ ନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା ।

ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ ।" ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥି ନିମନ୍ତେ ଏସମସ୍ତ ଘଟିଲା, "ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ", ଏହି ନାମର ଅର୍ଥ "ଆମ୍ଭମାନଙ୍କ ସହିତ ଈଶ୍ୱର" ।

କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାହାଙ୍କ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ ।

ହେରୋଦ ରାଜାଙ୍କ ସମୟରେ ଯିହୂଦା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବଦେଶର କେତେକ ପଣ୍ଡିତ ଯିରୂଶାଲମକୁ ଆସି କହିଲେ, "ଯିହୂଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବଦେଶରେ ତାହାଙ୍କ ତାରା ଦେଖି ତାହାଙ୍କୁ ପ୍ରଣାମ କରିବାକୁ ଆସିଅଛୁ ।" ଏହା ଶୁଣି ହେରୋଦ ରାଜା ଓ ତାହାଙ୍କ ସହିତ ସମସ୍ତ ଯିରୂଶାଲମ ନିବାସୀ ଉଦ୍‌ବିଗ୍ନ ହେଲେ; ପୁଣି, ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଓ ଶାସ୍ତ୍ରୀଙ୍କୁ ଏକତ୍ର କରି, ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ, ତାହା ସେମାନଙ୍କଠାରୁ ବୁଝିନେବାକୁ ଚେଷ୍ଟା କଲେ । ସେମାନେ ତାହାଙ୍କୁ କହିଲେ, "ଯିହୂଦା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ୱାରା ଏପରି ଲେଖା ଅଛି, 'ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋ'ଠାରୁ ଆସିବେ ।'"

ଆଉ, ଘର ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରିୟମଙ୍କ ସଙ୍ଗରେ ଦେଖି, ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ, ପୁଣି, ଆପଣା ଆପଣା ପେଡ଼ି ଫିଟାଇ ତାହାଙ୍କୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ ।

ମୁଁ ସିନା ତୁମ୍ଭମାନଙ୍କୁ ମନ ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ । ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ସଫା କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ ।"

ସେତେବେଳେ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ଗାଲିଲୀରୁ ଯର୍ଦନକୁ ଆସିଲେ । କିନ୍ତୁ ଯୋହନ ତାହାଙ୍କୁ ମନା କରିବାକୁ ଚେଷ୍ଟା କରି କହିଲେ, ଆପଣଙ୍କ ଦ୍ୱାରା ବାପ୍ତିଜିତ ହେବା ମୋହର ଆବଶ୍ୟକ, ଆଉ ଆପଣ ମୋ ନିକଟକୁ ଆସୁଅଛନ୍ତି? ମାତ୍ର ଯୀଶୁ ତାହାଙ୍କୁ ଉତ୍ତର ଦେଲେ, "ଏବେ ରାଜି ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉଚିତ ।" ସେଥିରେ ସେ ତାହାଙ୍କ କଥାରେ ରାଜି ହେଲେ । ଯୀଶୁ ବାପ୍ତିଜିତ ହେଲାକ୍ଷଣି ଜଳରୁ ଉଠି ଆସିଲେ, ଆଉ ଦେଖ, ଆକାଶ ଉନ୍ମୁକ୍ତ ହେଲା, ପୁଣି, ସେ ଈଶ୍ୱରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ । ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, "ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ ।"

ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ, ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ ।

ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, "ମନପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ ।"

ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ବୁଲିବାକୁ ଲାଗିଲେ, ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ । ପୁଣି, ଗାଲିଲୀ, ଦେକାପଲି, ଯିରୂଶାଲମ, ଯିହୂଦା ପ୍ରଦେଶ ଓ ଯର୍ଦନର ଅପର ପାରିରୁ ବହୁସଂଖ୍ୟକ ଲୋକ ଆସି ତାହାଙ୍କ ପଛରେ ଗଲେ ।

ମୁଁ ଯେ ମୋଶାଙ୍କ ବ୍ୟବସ୍ଥା କି ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଲୋପ କରିବାକୁ ଆସିଅଛି, ଏପରି ଭାବ ନାହିଁ; ଲୋପ କରିବାକୁ ଆସି ନାହିଁ ବରଂ ସଫଳ କରିବାକୁ ଆସିଅଛି ।

ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କ'ଣ ଖାଇବ ବା କ'ଣ ପିଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କ'ଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ । ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ?

ମୋତେ ପ୍ରଭୁ, ପ୍ରଭୁ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ ।

ସେଥିରେ ଯୀଶୁ ତାହାକୁ କହିଲେ, କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ ।

ସେଥିରେ ଲୋକମାନେ ଚମତ୍କୃତ ହୋଇ କହିଲେ, ଏ କିପରି ବ୍ୟକ୍ତି ଯେ ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି ।

ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ?

କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର, ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଚାଲିଯାଅ ।

ଏହାପରେ ଯୀଶୁ ସେମାନଙ୍କ ସମାଜଗୃହସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର ପୁଣି, ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ ।

ଇତିମଧ୍ୟରେ ସେ ଆପଣା ଦ୍ୱାଦଶ ଶିଷ୍ୟଙ୍କୁ ପାଖକୁ ଡାକି ସେମାନଙ୍କୁ ଅଶୁଚି ଆତ୍ମା ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି, ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ ।

ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ ।

ଆଉ, ଯେ କେହି ଲୋକଙ୍କ ଆଗରେ ମୋତେ ସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ସ୍ୱୀକାର କରିବି । ମାତ୍ର ଯେ କେହି ଲୋକଙ୍କ ଆଗରେ ମୋତେ ଅସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ଅସ୍ୱୀକାର କରିବି ।

ମୁଁ ଯେ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି, ଏହା ମନେ କର ନାହିଁ; ଶାନ୍ତି ଦେବାକୁ ନ ଆସି ବରଂ ଖଡ଼୍ଗ ଦେବାକୁ ଆସିଅଛି । କାରଣ ମୁଁ ପିତାଙ୍କ ସହିତ ପୁତ୍ରର ଓ ମାତା ସହିତ କନ୍ୟାର ପୁଣି, ଶାଶୁ ସହିତ ବୋହୁର ବିରୋଧ ବଢାଇବାକୁ ଆସିଅଛି,

ଯେ ପିତା କି ମାତାକୁ ମୋଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ । ଆଉ ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ ।

ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ଲୋକେ କହନ୍ତି, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ; ମାତ୍ର ଜ୍ଞାନ ଆପଣା କର୍ମ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହେଲା ।

ମୋର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋ'ବିଷୟ ମୋଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ ।

ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ଥ ଲୋକ ସମସ୍ତେ, ମୋ' ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି । ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋ'ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ; ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ |

କାରଣ ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି ।

ଆଉ, ତାହାଙ୍କ ନାମରେ ଅଣଯିହୂଦୀମାନେ ଭରସା ରଖିବେ ।

ସେହି ସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଘୁଙ୍ଗାଲୋକ ତାହାଙ୍କ ପାଖକୁ ଅଣାଗଲା, ଆଉ ସେ ତାହାଙ୍କୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା । ପୁଣି, ଲୋକସମୂହ ଆଚମ୍ଭିତ ହୋଇ କହିବାକୁ ଲାଗିଲେ ଏ କ'ଣ ଦାଉଦ ସନ୍ତାନ ନୁହଁନ୍ତି?

କିନ୍ତୁ ସେ ସେମାନଙ୍କ ମନର ଚିନ୍ତା ଜାଣି ସେମାନଙ୍କୁ କହିଲେ, ଯେକୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ ତାହା ଧ୍ୱଂସ ହୋଇ ଯାଏ; ପୁଣି, ଯେକୌଣସି ନଗରରେ କିମ୍ବା ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ସ୍ଥିର ହୋଇ ରହିବ ନାହିଁ । ‌

କିନ୍ତୁ ମୁଁ ଯଦି ଈଶ୍ୱରଙ୍କ ଆତ୍ମାଙ୍କ ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି ।

କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତି ଏକ ବଡ଼ ମାଛର ପେଟରେ ଥିଲେ, ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତି ଭୂଗର୍ଭରେ ରହିବେ ।

କାରଣ ଯେ କେହି ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମାଁ ।

ମନୁଷ୍ୟପୁତ୍ର ଆପଣା ଦୂତମାନଙ୍କୁ ପଠାଇବେ, ଆଉ ସେମାନେ ତାହାଙ୍କ ରାଜ୍ୟରୁ ସମସ୍ତ ବିଘ୍ନଜନକ ବିଷୟ ଓ ଅଧର୍ମାଚାରୀମାନଙ୍କୁ ସଂଗ୍ରହ କରିବେ,

ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ । ପୁଣି, ସେମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ବାର ଟୋକେଇ ଭର୍ତ୍ତି କଲେ । ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ ।

କିନ୍ତୁ ରାତ୍ରିର ଚତୁର୍ଥ ପ୍ରହରରେ ଯୀଶୁ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, ପୁଣି, ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦ୍‌ବିଗ୍ନ ହୋଇ କହିଲେ, ଏ ତ ଭୂତ; ଆଉ, ସେମାନେ ଭୟରେ ଚିତ୍କାର କଲେ ।

ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଈଶ୍ୱରଙ୍କ ପୁତ୍ର ।

ପୁଣି, ସେହି ସ୍ଥାନର ଲୋକମାନେ ତାହାଙ୍କୁ ଚିହ୍ନି ସେଥିର ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳକୁ ସମ୍ବାଦ ପଠାଇଲେ ଏବଂ ଲୋକେ ସମସ୍ତ ରୋଗୀଙ୍କୁ ତାହାଙ୍କ ନିକଟକୁ ଆଣିଲେ; ଆଉ, ସେମାନେ ଯେପରି କେବଳ ତାହାଙ୍କ ବସ୍ତ୍ରର ଧାର ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଛୁଇଁଲେ ସମସ୍ତେ ସୁସ୍ଥ ହେଲେ ।

ପୁଣି, ବହୁସଂଖ୍ୟକ ଲୋକ ଖଞ୍ଜ, ପଙ୍ଗୁ, ଅନ୍ଧ, ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ, ପୁଣି, ସେ ସେମାନଙ୍କୁ ସୁସ୍ଥ କଲେ ।

ଆଉ ଯୀଶୁ ସେହି ସାତୋଟି ରୁଟି ଓ ମାଛଗୁଡ଼ିକ ଘେନି ଧନ୍ୟବାଦ ଦେଇ ସେହି ସବୁ ଶିଷ୍ୟମାନଙ୍କୁ ଦିଅନ୍ତେ ସେମାନେ ଲୋକସମୂହକୁ ଦେଲେ । ଆଉ ସମସ୍ତେ ଭୋଜନ କରି ପରିତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା, ତାହା ସେମାନେ ଉଠାଇ ସାତ ଟୋକେଇ ଭର୍ତ୍ତି କଲେ । ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ଚାରି ହଜାର ପୁରୁଷ ଥିଲେ ।

ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ୱରଙ୍କ ପୁତ୍ର ।

ସେତେବେଳେ ସେ ଯେ ଖ୍ରୀଷ୍ଟ ଅଟନ୍ତି, ଏହା କାହାକୁ ନ କହିବା ପାଇଁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ ।

ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ଅନେକ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି, ତୃତୀୟ ଦିବସରେ ଉତ୍ଥିତ ହେବାକୁ ହେବ ।

ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ ।

ଆଉ ସେ ସେମାନଙ୍କ ଆଗରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା ।

ସେ ଏହି କଥା କହୁ କହୁ, ଦେଖ, ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, "ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ" ଏହାଙ୍କ ବାକ୍ୟ ଶୁଣ ।

ଆଉ ସେମାନେ ଗାଲିଲୀରେ ଏକତ୍ର ହେବା ସମୟରେ ଯୀଶୁ ସେମାନଙ୍କୁ କହିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି, ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ । ଏଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହେଲେ ।

ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି । [କାରଣ ଯାହା ହଜିଅଛି, ତାହା ରକ୍ଷା କରିବା ନିମନ୍ତେ ମନୁଷ୍ୟପୁତ୍ର ଆସିଅଛନ୍ତି ।]

କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି ।

ଯୀଶୁ ତାହାଙ୍କୁ କହିଲେ, ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର ।

ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରୁଅଛୁ, ଆଉ ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, ପୁଣି, ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଜ୍ଞା ଦେଇ ପରିହାସ, କୋରଡ଼ା ପ୍ରହାର ଓ କ୍ରୁଶରେ ବଧ କରିବା ନିମନ୍ତେ ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ ।

ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାଁନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି ।

ପୁଣି, ଲୋକମାନଙ୍କ ମଧ୍ୟରୁ ଅଧିକାଂଶ ଆପଣା ଆପଣା ଲୁଗା ପଥରେ ବିଛାଇଲେ ଓ ଅନ୍ୟମାନେ ଗଛରୁ ଡାଳ କାଟି ଆଣି ବାଟରେ ବିଛାଇଦେବାକୁ ଲାଗିଲେ । ଆଉ ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ଦାଉଦ ସନ୍ତାନ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା ।

ପରେ ଯୀଶୁ ଈଶ୍ୱରଙ୍କ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କିଣାବିକା କରୁଥିବା ସମସ୍ତ ଲୋକଙ୍କୁ ବାହାର କରିଦେଲେ, ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ, ଆଉ ଯୀଶୁ ସେମାନଙ୍କୁ କହିଲେ, ଲେଖା ଅଛି, ଆମ୍ଭର ଗୃହ ପ୍ରାର୍ଥନାର ଗୃହ ବୋଲି ପରିଚିତ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଡକାୟତମାନଙ୍କ ବାସସ୍ଥାନ କରୁଅଛ । ପୁଣି, ମନ୍ଦିରରେ ଅନ୍ଧ ଓ ଖଞ୍ଜ ଲୋକେ ତାହାଙ୍କ ପାଖକୁ ଆସନ୍ତେ ସେ ସେମାନଙ୍କୁ ସୁସ୍ଥ କଲେ । କିନ୍ତୁ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ଓ ମନ୍ଦିର ମଧ୍ୟରେ ହୋଶାନ୍ନା ଦାଉଦ ସନ୍ତାନ ବୋଲି ଉଚ୍ଚ ସ୍ୱର କରୁଥିବା ପିଲାମାନଙ୍କୁ ଦେଖି ବିରକ୍ତ ହେଲେ,

ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ? ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ିନିଆଯିବ, ପୁଣି, ଯେଉଁ ଜାତି ସେଥିର ଫଳ ଫଳିବ, ତାହାକୁ ଦିଆଯିବ। ଆଉ ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ ।

ଫାରୂଶୀମାନେ ଏକତ୍ର ହୋଇଥିବା ସମୟରେ ଯୀଶୁ ସେମାନଙ୍କୁ ପଚାରିଲେ, ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ମତ କ'ଣ? ସେ କାହାର ସନ୍ତାନ? ସେମାନେ ତାହାଙ୍କୁ କହିଲେ, ଦାଉଦଙ୍କର । ଯୀଶୁ ସେମାନଙ୍କୁ କହିଲେ, ତେବେ ଦାଉଦ କିପ୍ରକାରେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ପ୍ରଭୁ ବୋଲି କହନ୍ତି? ଯଥା, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ । ଅତଏବ, ଦାଉଦ ଯଦି ତାହାଙ୍କୁ ପ୍ରଭୁ ବୋଲି କହନ୍ତି, ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ? ସେଥିରେ କେହି ତାହାଙ୍କୁ ପଦେ ହେଲେ ଉତ୍ତର ଦେଇ ପାରିଲେ ନାହିଁ, ପୁଣି, ସେହି ଦିନଠାରୁ କେହି ତାହାଙ୍କୁ ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ ।

ଆଉ ତୁମ୍ଭେମାନେ ନେତା ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ନେତା ଜଣେ, ସେ ଖ୍ରୀଷ୍ଟ ।

ସେହି ସମୟରେ ଲୋକେ ତୁମ୍ଭମାନଙ୍କୁ କଷ୍ଟ ଭୋଗିବା ପାଇଁ ସମର୍ପଣ କରିବେ ଓ ତୁମ୍ଭମାନଙ୍କୁ ବଧ କରିବେ, ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତ ଜାତିଙ୍କ ଦ୍ୱାରା ଘୃଣିତ ହେବ।

କାରଣ ବିଜୁଳି ଯେପରି ପୂର୍ବଦିଗରୁ ମାରି ପଶ୍ଚିମଦିଗ ପର୍ଯ୍ୟନ୍ତ ଦେଖାଯାଏ, ସେପରି ମନୁଷ୍ୟପୁତ୍ରଙ୍କର ଆଗମନ ହେବ ।

ସେତେବେଳେ ଆକାଶରେ ମନୁଷ୍ୟପୁତ୍ରଙ୍କର ଲକ୍ଷଣ ଦେଖାଯିବ, ପୁଣି, ସେ ସମୟରେ ପୃଥିବୀର ସମସ୍ତ ଗୋଷ୍ଠୀ ବିଳାପ କରିବେ ଏବଂ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ ।

ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ ।

ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ, ପୁଣି, ତାହାଙ୍କ ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଛାଗଠାରୁ ମେଷ ପୃଥକ୍ କରି, ମେଷମାନଙ୍କୁ ଆପଣା ଦକ୍ଷିଣ ପାର୍ଶ୍ୱରେ ଓ ଛାଗମାନଙ୍କୁ ବାମ ପାର୍ଶ୍ୱରେ ରଖିବେ । ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;

ଆଉ, ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ନେଇ ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, ନିଅ, ଭୋଜନ କର, ଏହା ମୋହର ଶରୀର । ପୁଣି, ସେ ପାନପାତ୍ର ନେଇ ଧନ୍ୟବାଦ ଦେଲେ ଓ ସେମାନଙ୍କୁ ଦେଇ କହିଲେ, ଏଥିରୁ ସମସ୍ତେ ପାନ କର, କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ । କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ଦିନ ମୁଁ ଆପଣା ପିତାଙ୍କ ରାଜ୍ୟରେ ତୁମ୍ଭମାନଙ୍କ ସହିତ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଆଜିଠାରୁ ଏହା କେବେ ହେଁ ପାନ କରିବି ନାହିଁ ।

ସେତେବେଳେ ସେ ସେମାନଙ୍କୁ କହିଲେ, ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି, ତୁମ୍ଭେମାନେ ଏଠାରେ ରହି ମୋ ସାଙ୍ଗରେ ଜାଗିଥାଅ ।

ଅଥବା ତୁମ୍ଭେ କ'ଣ ମନେ କରୁଅଛ ଯେ, ମୁଁ ମୋହର ପିତାଙ୍କୁ ବିନତି କରି ପାରେ ନାହିଁ ଓ ସେ ଏହିକ୍ଷଣି ମୋ ନିମନ୍ତେ ଦ୍ୱାଦଶ ବାହିନୀ ଅପେକ୍ଷା ଅଧିକ ଦୂତଙ୍କୁ ପଠାଇଦେବେ ନାହିଁ? ତେବେ ଏହି ପ୍ରକାରେ ଅବଶ୍ୟ ଘଟିବ ବୋଲି ଧର୍ମଶାସ୍ତ୍ରର ବାକ୍ୟ କି ପ୍ରକାର ସଫଳ ହେବ?

କିନ୍ତୁ ଯୀଶୁ ମୌନ ହୋଇ ରହିଲେ । ସେଥିରେ ମହାଯାଜକ ତାହାଙ୍କୁ କହିଲେ, ଆମ୍ଭେ ତୁମ୍ଭକୁ ଜୀବନ୍ତ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛୁ, ଆମ୍ଭମାନଙ୍କୁ କୁହ, ତୁମ୍ଭେ କି ଈଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ? ଯୀଶୁ ତାହାଙ୍କୁ କହିଲେ, ଆପଣ କହିଅଛନ୍ତି; ଆହୁରି ମୁଁ ଆପଣମାନଙ୍କୁ କହୁଅଛି, ଅଦ୍ୟାବଧି ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ ।

ସେତେବେଳେ ସେମାନେ ତାହାଙ୍କ ମୁହଁରେ ଛେପ ପକାଇ ତାହାଙ୍କୁ ବିଧା ମାରିଲେ; ଆଉ କେହି କେହି ତାହାଙ୍କୁ ଚାପୁଡ଼ା ମାରି କହିଲେ, ରେ ଖ୍ରୀଷ୍ଟ, ତୁ ପରା ଭାବବାଦୀ, ଆମ୍ଭମାନଙ୍କୁ କହ ତ, କିଏ ତୋତେ ମାଇଲା?

ଇତିମଧ୍ୟରେ ଯୀଶୁ ଶାସନକର୍ତ୍ତାଙ୍କ ସମ୍ମୁଖରେ ଠିଆ କରାଗଲେ, ଆଉ ଶାସନକର୍ତ୍ତା ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୂଦୀମାନଙ୍କ ରାଜା? ଯୀଶୁ କହିଲେ, ଆପଣ କହୁଅଛନ୍ତି ।

ଅତଏବ, ସେମାନେ ଏକତ୍ର ହୋଇଥିବା ସମୟରେ ପୀଲାତ ସେମାନଙ୍କୁ ପଚାରିଲେ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିଦେବା ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ? ବାରବ୍ବାକୁ, ନା ଯାହାକୁ ଖ୍ରୀଷ୍ଟ ବୋଲି କହନ୍ତି, ସେହି ଯୀଶୁକୁ?

ପୀଲାତ ସେମାନଙ୍କୁ ପଚାରିଲେ, ତେବେ କାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି କ'ଣ କରିବା? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ ।

ପୁଣି, ସେମାନେ ତାହାଙ୍କ ବସ୍ତ୍ର କାଢ଼ିନେଇ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ, ଆଉ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କର ଦକ୍ଷିଣ ହସ୍ତରେ ଖଣ୍ଡିଏ ନଳ ଦେଲେ, ପୁଣି, ତାହାଙ୍କ ସମ୍ମୁଖରେ ଜାଣୁ ପାତି, ହେ ଯିହୂଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କୁ ପରିହାସ କଲେ । ଆଉ, ସେମାନେ ତାହାଙ୍କ ଉପରେ ଛେପ ପକାଇଲେ ଓ ସେହି ନଳ ନେଇ ତାହାଙ୍କ ମୁଣ୍ଡରେ ମାରିବାକୁ ଲାଗିଲେ । ପୁଣି, ସେମାନେ ତାହାଙ୍କୁ ପରିହାସ କଲା ପରେ ସେହି ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ ଓ ତାହାଙ୍କୁ କ୍ରୁଶରେ ଚଢ଼ାଇବାକୁ ଘେନିଗଲେ ।

ଆଉ, ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ୱରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୂଦୀମାନଙ୍କର ରାଜା ଯୀଶୁ ।

ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କ ସହିତ ପରିହାସ କରିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହିଁ । ସେ ପରା ଇସ୍ରାଏଲର ରାଜା, ସେ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସୁ, ତେବେ ଆମ୍ଭେମାନେ ତାହାଠାରେ ବିଶ୍ୱାସ କରିବା । ସେ ଈଶ୍ୱରଙ୍କଠାରେ ବିଶ୍ୱାସ କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାକୁ ରକ୍ଷା କରନ୍ତୁ । ସେ ତ କହିଥିଲା, ମୁଁ ଈଶ୍ୱରଙ୍କ ପୁତ୍ର ।

ଆଉ ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, ଏଲୀ, ଏଲୀ, ଲାମା ସବକ୍‌ଥାନୀ? ଅର୍ଥାତ୍, ହେ ମୋହର ଈଶ୍ୱର, ହେ ମୋହର ଈଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?

କିନ୍ତୁ ଯୀଶୁ ପୁନର୍ବାର ଉଚ୍ଚସ୍ୱରରେ ଡାକି ପ୍ରାଣତ୍ୟାଗ କଲେ । ପୁଣି, ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା, ପୁଣି, ସମାଧିସମୂହ ଉନ୍ମୁକ୍ତ ହେଲା ଓ ମହାନିଦ୍ରାଗତ ଅନେକ ସାଧୁଲୋକଙ୍କ ଶରୀର ଉତ୍ଥାପିତ ହେଲା, ପୁଣି, ତାହାଙ୍କ ପୁନରୁତ୍ଥାନ ପରେ ସେମାନେ ସମାଧିରୁ ବାହାରି ପୁଣି, ନଗରୀରେ ପ୍ରବେଶ କଲେ ଓ ଅନେକଙ୍କୁ ଦର୍ଶନ ଦେଲେ । ଶତସେନାପତି ଓ ତାହାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟଣା ଦେଖି ଅତ୍ୟନ୍ତ ଭୀତ ହୋଇ ରହିଲେ, ସତ୍ୟ, ଏ ଈଶ୍ୱରଙ୍କ ପୁତ୍ର ଥିଲେ ।

ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସି ସେହି ପଥର ଖଣ୍ଡିକ ଗଡ଼ାଇଦେଇ ତାହା ଉପରେ ବସିଲେ । ତାହାଙ୍କ ରୂପ ବିଜୁଳି ପରି ଓ ତାହାଙ୍କର ବସ୍ତ୍ର ବରଫ ପରି ଧଳା ରଙ୍ଗ ଥିଲା, ପୁଣି, ତାହାଙ୍କ ଭୟରେ ପ୍ରହରୀମାନେ କମ୍ପମାନ ହୋଇ ମୃତବ୍ୟକ୍ତିମାନଙ୍କ ପରି ହେଲେ । କିନ୍ତୁ ଦୂତ ସ୍ତ୍ରୀଲୋକମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଭୟ କର ନାହିଁ, କାରଣ ତୁମ୍ଭେମାନେ ଯେ କ୍ରୁଶରେ ହତ ଯୀଶୁଙ୍କୁ ଖୋଜୁଅଛ, ତାହା ମୁଁ ଜାଣେ । ସେ ଏଠାରେ ନାହାଁନ୍ତି, କାରଣ ସେ ଯେପରି କହିଥିଲେ, ସେହିପରି ଉଠିଅଛନ୍ତି । ଆସ, ସେ ଯେଉଁଠାରେ ଶୋଇଥିଲେ ସେହି ସ୍ଥାନ ଦେଖ । ଆଉ, ତୁମ୍ଭେମାନେ ଶୀଘ୍ର ଯାଇ ତାହାଙ୍କ ଶିଷ୍ୟମାନଙ୍କୁ କୁହ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ପୁଣି, ଦେଖ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି, ସେଠାରେ ତୁମ୍ଭେମାନେ ତାହାଙ୍କର ଦର୍ଶନ ପାଇବ; ଦେଖ, ମୁଁ ତୁମ୍ଭମାନଙ୍କୁ କହିଲି ।

ଆଉ ଦେଖ, ଯୀଶୁ ସେମାନଙ୍କୁ ସାକ୍ଷାତ କରି କହିଲେ, ତୁମ୍ଭମାନଙ୍କର ମଙ୍ଗଳ ହେଉ । ତହୁଁ ସେମାନେ ନିକଟକୁ ଆସି ତାହାଙ୍କ ପାଦ ଧରି ତାହାଙ୍କୁ ପ୍ରଣାମ କଲେ । ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଭୟ କର ନାହିଁ, ତୁମ୍ଭେମାନେ ଯାଇ ମୋହର ଭାଇମାନଙ୍କୁ ଜଣାଅ, ସେମାନେ ଗାଲିଲୀକୁ ଯାଆନ୍ତୁ; ସେଠାରେ ସେମାନେ ମୋହର ଦର୍ଶନ ପାଇବେ ।

ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି । ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ, ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହି ସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ।

ଈଶ୍ୱରଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ସୁସମାଚାରର ଆରମ୍ଭ ।

ମୁଁ ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଲି, ମାତ୍ର ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦେବେ ।

ସେହି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଆସି ଯର୍ଦ୍ଦନରେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ । ଆଉ, ସେହିକ୍ଷଣି ସେ ଜଳରୁ ଉଠି ଆସିବା ସମୟରେ ଆକାଶ ଉନ୍ମୁକ୍ତ ହେବା ଓ ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଓହ୍ଲାଇ ଆସିବା ଦେଖିଲେ, ପୁଣି, ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ । ସେହିକ୍ଷଣି ଆତ୍ମା ତାହାଙ୍କୁ ପ୍ରାନ୍ତରକୁ ଘେନିଗଲେ । ଯୀଶୁ ପ୍ରାନ୍ତରରେ ଚାଳିଶ ଦିନ ରହି ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିଲେ; ସେ ବନ୍ୟ ପଶୁମାନଙ୍କ ସହିତ ରହିଲେ, ପୁଣି, ଦୂତମାନେ ତାହାଙ୍କ ସେବା କରୁଥିଲେ ।

ପରେ ସେମାନେ କଫର୍ନାହୂମକୁ ଗଲେ, ଆଉ ସେହିକ୍ଷଣି ସେ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ । ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ସେ ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ । ସେହିକ୍ଷଣି ସେମାନଙ୍କ ସମାଜଗୃହରେ ଥିବା ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ଚିତ୍କାର କରି କହିଲା, ହେ ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ୱରଙ୍କ ସେହି ପବିତ୍ର ବ୍ୟକ୍ତି । ଯୀଶୁ ତାହାକୁ ଧମକ ଦେଇ କହିଲେ, ଚୁପ୍ କର୍, ଏହାଠାରୁ ବାହାରିଯା । ସେଥିରେ ସେହି ଅଶୁଚି ଆତ୍ମା ତାହାକୁ ମୋଡ଼ିପକାଇ ଅତି ଉଚ୍ଚସ୍ୱରରେ ପାଟି କରି ତାହାଠାରୁ ବାହାରିଗଲା । ଏଥିରେ ସମସ୍ତେ ଏତେ ବିସ୍ମୟାନ୍ୱିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କ'ଣ? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି । ସେଥିରେ ତାହାଙ୍କ ସମ୍ବନ୍ଧୀୟ ସମାଚାର ସେହିକ୍ଷଣି ଗାଲିଲୀର ଚାରିଆଡ଼େ ସମସ୍ତ ଅଞ୍ଚଳରେ ବ୍ୟାପିଗଲା ।

ସେଥିରେ ସେ ନାନା ପ୍ରକାର ରୋଗରେ ପୀଡ଼ିତ ଅନେକ ରୋଗୀଙ୍କୁ ସୁସ୍ଥ କଲେ ଓ ଅନେକ ଭୂତ ଛଡ଼ାଇଲେ, ପୁଣି, ସେ ଭୂତମାନଙ୍କୁ କଥା କହିବାକୁ ଦେଲେ ନାହିଁ, କାରଣ ସେମାନେ ତାହାଙ୍କୁ ଚିହ୍ନୁ ଥିଲେ ।

କିନ୍ତୁ ସେ ବାହାରିଯାଇ ସେହି ବିଷୟ ଅଧିକ ଘୋଷଣା କରି ଚାରିଅାଡ଼େ ଏତେ କହିବାକୁ ଲାଗିଲା ଯେ, ଯୀଶୁ ଆଉ ପ୍ରକାଶରେ କୌଣସି ନଗରରେ ପ୍ରବେଶ କରି ପାରିଲେ ନାହିଁ, ମାତ୍ର ବାହାରେ ନିର୍ଜନ ସ୍ଥାନମାନଙ୍କରେ ରହିଲେ; ଆଉ, ଲୋକମାନେ ଚତୁର୍ଦ୍ଦିଗରୁ ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ ।

ପୁଣି, ସେ ଯେଉଁ ଯେଉଁ ଗ୍ରାମ, ନଗର ବା ପଲ୍ଲୀରେ ପ୍ରବେଶ କଲେ, ଲୋକେ ସେହି ସବୁ ସ୍ଥାନର ହାଟବଜାର ମାନଙ୍କରେ ରୋଗୀମାନଙ୍କୁ ଥୋଇଦେଇ, ସେମାନେ ଯେପରି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅଁନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ; ଆଉ ଯେତେ ଲୋକ ତାହାଙ୍କୁ ଛୁଇଁଲେ, ସମସ୍ତେ ସୁସ୍ଥ ହେଲେ ।

ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କ'ଣ କହୁଅଛ? ପିତର ତାହାଙ୍କୁ ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ ।

ଆଉ, ଯୀଶୁ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ଯେ, ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତିନି ଦିନ ପରେ ପୁନରୁତ୍ଥାନ କରିବାକୁ ହେବ ।

କାରଣ ଯୀଶୁ ଆପଣା ଶିଷ୍ୟମାନଙ୍କୁ ଏହି କଥା କହି ଶିକ୍ଷା ଦେଉଥିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି, ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ସେ ହତ ହେଲା ଉତ୍ତାରେ ତିନି ଦିନ ପରେ ପୁନରୁତ୍ଥାନ କରିବେ ।

ସେମାନେ ଯିରୂଶାଲମକୁ ଯାତ୍ରା କରୁଥିବା ସମୟରେ ପଥ ମଧ୍ୟରେ ଥିଲେ ଓ ଯୀଶୁ ସେମାନଙ୍କ ଆଗେ ଆଗେ ଯାଉଥିଲେ, ଆଉ ଶିଷ୍ୟମାନେ ବିସ୍ମୟାନ୍ୱିତ ଓ ପଛରେ ଆସୁଥିବା ଲୋକେ ଭୀତ ହୋଇଥିଲେ । ଏଣୁ ସେ ପୁନର୍ବାର ବାର ଶିଷ୍ୟଙ୍କୁ ଅନ୍ତର କରି, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହି ସବୁ ସେମାନଙ୍କୁ ଜଣାଇବାକୁ ଲାଗିଲେ । ଯୀଶୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରୁଅଛୁ; ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, ଆଉ ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଦେଶ ଦେଇ ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପଣ କରିବେ, ପୁଣି, ଶାସ୍ତ୍ରୀମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ଉପରେ ଛେପ ପକାଇବେ, ତାହାଙ୍କୁ କୋରଡ଼ା ମାରିବେ ଓ ବଧ କରିବେ, ଆଉ ତିନି ଦିନ ପରେ ସେ ପୁନରୁତ୍ଥିତ ହେବେ ।

କାରଣ ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାଁନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣା ପ୍ରାଣ ଦେବାକୁ ଆସିଅଛନ୍ତି ।

ତାହା ପରେ ସେମାନେ ଯିରୂଶାଲମକୁ ଆସିଲେ, ଆଉ ଯୀଶୁ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କ୍ରୟବିକ୍ରୟ କରୁଥିବା ଲୋକମାନଙ୍କୁ ବାହାର କରିଦେବାକୁ ଲାଗିଲେ, ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ, ଆଉ ମନ୍ଦିର ମଧ୍ୟ ଦେଇ କାହାରିକୁ କୌଣସି ପାତ୍ର ଘେନିଯିବାକୁ ଅନୁମତି ଦେଲେ ନାହିଁ, ପୁଣି, ସେ ସେମାନଙ୍କୁ ଶିକ୍ଷା ଦେଉ ଦେଉ କହିଲେ, ଏହା କ'ଣ ଲେଖା ନାହିଁ, ଆମ୍ଭର ଗୃହ ସମସ୍ତ ଜାତି ନିମନ୍ତେ ପ୍ରାର୍ଥନାଗୃହ ବୋଲି କୁହାଯିବ? କିନ୍ତୁ ତୁମ୍ଭେମାନେ ତାହାକୁ 'ଡକାୟତମାନଙ୍କ ଗହ୍ୱର' କରିଅଛ । ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏହା ଶୁଣି ତାହାଙ୍କୁ କିପ୍ରକାରେ ବିନାଶ କରି ପାରନ୍ତି, ତାହା ଚେଷ୍ଟା କରିବାକୁ ଲାଗିଲେ; କାରଣ ଲୋକସମୂହ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେବାରୁ ସେମାନେ ତାହାଙ୍କୁ ଭୟ କରୁଥିଲେ ।

କିନ୍ତୁ ଯୀଶୁ ମନ୍ଦିରରେ ଶିକ୍ଷା ଦେଉଥିବା ସମୟରେ ଉତ୍ତର ଦେଲେ, ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଶାସ୍ତ୍ରୀମାନେ କିପରି କହନ୍ତି?

ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ; ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ ।

ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମରେ ଓ ମହାମହିମା ସହ ମେଘମାଳାରେ ଆଗମନ କରିବା ଦେଖିବେ ।

ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ ।

ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ନିଅ, ଏହା ମୋହର ଶରୀର । ପୁଣି, ସେ ପାନପାତ୍ର ଘେନି ଧନ୍ୟବାଦ ଦେଇ ଶିଷ୍ୟମାନଙ୍କୁ ଦେଲେ ଓ ସମସ୍ତେ ସେଥିରୁ ପାନ କଲେ । ଆଉ, ଯୀଶୁ ସେମାନଙ୍କୁ କହିଲେ, ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ଢାଳି ଦିଆଯାଏ, ଏ ମୋହର ସେହି ରକ୍ତ ।

କିନ୍ତୁ ସେ ନୀରବ ହୋଇ ରହି କୌଣସି ଉତ୍ତର ଦେଲେ ନାହିଁ। ମହାଯାଜକ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କି ମଙ୍ଗଳମୟଙ୍କ ପୁତ୍ର ଖ୍ରୀଷ୍ଟ? ଯୀଶୁ କହିଲେ, ମୁଁ ସେହି; ପୁଣି, ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ ।

ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୂଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, ଆପଣ କହୁଅଛନ୍ତି ।

ସେମାନେ ତାହାଙ୍କୁ ବାଇଗଣୀ ରଙ୍ଗର ବସ୍ତ୍ର ପିନ୍ଧାଇଲେ ଓ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ; ଆଉ, ହେ ଯିହୂଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କର ବନ୍ଦନା କରିବାକୁ ଲାଗିଲେ । ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ଡରେ ଆଘାତ କଲେ, ଆଉ ଆଣ୍ଠୁ ମାଡ଼ି ପ୍ରଣାମ କରିବାକୁ ଲାଗିଲେ । ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି ବାଇଗଣୀ ରଙ୍ଗର ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ । ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ ।

ଆଉ ତାହାଙ୍କ ଅଭିଯୋଗ ଲିପିରେ ଏହା ଲେଖା ଥିଲା, ଯିହୂଦୀମାନଙ୍କର ରାଜା । ପୁଣି, ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତଙ୍କୁ ସେମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଇଦେଲେ । [ସେଥିରେ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ ।]

ଇସ୍ରାଏଲର ରାଜା ଖ୍ରୀଷ୍ଟ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସନ୍ତୁ, ଯେପରି ଆମ୍ଭେମାନେ ତାହା ଦେଖି ବିଶ୍ୱାସ କରିବା । ପୁଣି, ଯେଉଁମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ନିନ୍ଦା କରିବାକୁ ଲାଗିଲେ ।

ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, 'ଏଲୋହୀ, ଏଲୋହୀ, ଲାମା ଶବକ୍‌ଥାନୀ?' ଅର୍ଥାତ୍ ହେ ମୋହର ଈଶ୍ୱର, ହେ ମୋହର ଈଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?

କିନ୍ତୁ ଯୀଶୁ ଉଚ୍ଚ ସ୍ୱର କରି ପ୍ରାଣତ୍ୟାଗ କଲେ । ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା । ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ୱରଙ୍କ ପୁତ୍ର ଥିଲେ ।

ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ । ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାଁନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖଥିଲେ । `କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ଯୀଶୁ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ । ସେଥିରେ ସେମାନେ ବାହାରି ସମାଧି ନିକଟରୁ ପଳାଇଗଲେ, କାରଣ ସେମାନେ ଭୟରେ କମ୍ପୁଥିଲେ ଓ ଆଶ୍ଚର୍ଯ୍ୟ ହୋଇଥିଲେ, ପୁଣି, କାହାକୁ କିଛି କହିଲେ ନାହିଁ, ଯେଣୁ ସେମାନେ ଭୀତ ହୋଇଥିଲେ ।

ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ । କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ ।

ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ । ସେ ମହାନ ହେବେ ଓ ମହାନ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ୱର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ, ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ, ପୁଣି, ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ ।

କିନ୍ତୁ ମରୀୟମ ଦୂତଙ୍କୁ କହିଲେ, ଏହା କିପରି ହେବ? ମୁଁ ତ ପୁରୁଷକୁ ଜାଣେ ନାହିଁ । ଦୂତ ତାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ୱରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ ।

ପୁଣି, ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ଡରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା ।

କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ । ଆଉ ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ୱରୁପ ହେବ, ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ଡରେ ଶୋଇଥିବାର ଦେଖିବ । ପୁଣି, ହଠାତ୍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ୱରଙ୍କ ପ୍ରଶଂସା କରୁ କରୁ କହିଲେ, ଊର୍ଦ୍ଧ୍ୱଲୋକରେ ଈଶ୍ୱରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି ।

ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରିୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ, ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି, ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ଼୍ଗ ବିଦ୍ଧ କରିବ ।

ସମସ୍ତ ଲୋକ ବାପ୍ତିଜିତ ହେଲା ପରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଖୋଲା ହେଲା, ପୁଣି, ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ ।

ଏହାପରେ ଯୀଶୁ ଆତ୍ମାଙ୍କ ଶକ୍ତିରେ ଗାଲିଲୀକୁ ଫେରିଗଲେ, ଆଉ ଚାରିଆଡ଼େ ସମସ୍ତ ଅଞ୍ଚଳରେ ତାହାଙ୍କ ଖ୍ୟାତି ବ୍ୟାପିଗଲା । ପୁଣି, ସେ ସେମାନଙ୍କର ସମାଜଗୃହ ସମୂହରେ ଶିକ୍ଷା ଦେଇ ସମସ୍ତଙ୍କଠାରୁ ଗୌରବ ପାଇବାକୁ ଲାଗିଲେ ।

ସେଥିରେ ଯିଶାଈୟ ଭାବବାଦୀଙ୍କ ପୁସ୍ତକ ତାହାଙ୍କୁ ଦିଆଗଲା, ଆଉ ସେ ତାହା ଫିଟାଇ, ଯେଉଁ ସ୍ଥାନରେ ଏହି ବାକ୍ୟ ଲିଖିତ ଅଛି, ତାହା ପାଇଲେ, ପ୍ରଭୁଙ୍କର ଆତ୍ମା ମୋଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ, ଆଉ ପ୍ରଭୁଙ୍କ ଅନୁଗ୍ରହ ବର୍ଷ ଘୋଷଣା କରିବାକୁ ସେ ମୋତେ ପଠାଇଅଛନ୍ତି । ପରେ ସେ ପୁସ୍ତକ ବନ୍ଦ କରି, ପରିଚାରକକୁ ତାହା ଫେରାଇଦେଇ ବସିଲେ । ଆଉ ସମାଜଗୃହରେ ସମସ୍ତଙ୍କ ଦୃଷ୍ଟି ତାହାଙ୍କ ଉପରେ ସ୍ଥିର ହୋଇ ରହିଲା । ପୁଣି, ସେ ସେମାନଙ୍କୁ କହିବାକୁ ଲାଗିଲେ, ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ ଶୁଣିବା ଅନୁସାରେ ସଫଳ ହେଲା ।

ଆଉ ସେମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ତାହାଙ୍କ ବାକ୍ୟ ଅଧିକାରଯୁକ୍ତ ଥିଲା । ଦିନେ ସମାଜଗୃହରେ ଜଣେ ଅଶୁଚି ଭୂତଗ୍ରସ୍ତ ଲୋକ ଥିଲା; ସେ ଉଚ୍ଚ ସ୍ୱରରେ ଚିତ୍କାର କଲା, ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କ'ଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ ତାହା ମୁଁ ଜାଣେ; ତୁମ୍ଭେ ଈଶ୍ୱରଙ୍କର ସେହି ପବିତ୍ର ବ୍ୟକ୍ତି । ଯୀଶୁ ତାହାକୁ ଧମକ ଦେଇ କହିଲେ ଚୁପ୍ କର୍, ଏହାଠାରୁ ବାହାରିଯା । ସେଥିରେ ସେହି ଭୂତ ତାହାକୁ ମଧ୍ୟ ସ୍ଥାନରେ ପକାଇଦେଇ ତାହାର କୌଣସି କ୍ଷତି ନ କରି ତାହାଠାରୁ ବାହାରିଗଲା । ଏଥିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରିଯାଆନ୍ତି ।

ପୁଣି, ଭୂତମାନେ ମଧ୍ୟ ଚିତ୍କାର କରୁ କରୁ ତୁମ୍ଭେ ଈଶ୍ୱରଙ୍କ ପୁତ୍ର ବୋଲି କହି ଅନେକଙ୍କଠାରୁ ବାହାରିଗଲେ । ଆଉ, ଯୀଶୁ ସେମାନଙ୍କୁ ଧମକ ଦେଇ କଥା କହିବାକୁ ଦେଲେ ନାହିଁ, କାରଣ ସେ ଯେ ଖ୍ରୀଷ୍ଟ, ଏହା ସେମାନେ ଜାଣିଥିଲେ ।

ସେ କଥା ଶେଷ କରି ଶିମୋନଙ୍କୁ କହିଲେ, ଗଭୀର ଜଳକୁ ଯାଇ ମାଛ ଧରିବା ନିମନ୍ତେ ତୁମ୍ଭମାନଙ୍କର ଜାଲ ପକାଅ । ଏଥିରେ ଶିମୋନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ରାତିଯାକ ପରିଶ୍ରମ କରି କିଛି ଧରି ନାହୁଁ; କିନ୍ତୁ ଆପଣଙ୍କ କଥାରେ ମୁଁ ଜାଲ ପକାଇବି । ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି, ସେମାନଙ୍କ ଜାଲ ଛିଣ୍ଡିବାକୁ ଲାଗିଲା । ସେଥିରେ ସେମାନଙ୍କର ଯେଉଁ ସହକର୍ମୀମାନେ ଅନ୍ୟ ନୌକାରେ ଥିଲେ, ସେମାନେ ଯେପରି ଆସି ସାହାଯ୍ୟ କରନ୍ତି, ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ । ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ, ସେଗୁଡ଼ିକ ବୁଡ଼ିବାକୁ ଲାଗିଲା । କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଯିବା ହେଉନ୍ତୁ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ ।

କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଆପଣା ଆପଣା ମନରେ କ'ଣ ତର୍କବିତର୍କ କରୁଅଛ?

ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ ।

ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କ'ଣ କହୁଅଛ? ପିତର ଉତ୍ତର ଦେଲେ, ଆପଣ ଈଶ୍ୱରଙ୍କ ଖ୍ରୀଷ୍ଟ" । ସେଥିରେ ସେ ଏହା କାହାକୁ ନ କହିବା ପାଇଁ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଇ କହିଲେ, ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତୃତୀୟ ଦିନରେ ଉଠିବାକୁ ହେବ ।

ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋ’ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ ।

ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ୱରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ; କିନ୍ତୁ ଯେ ଲୋକଙ୍କ ସାକ୍ଷାତରେ ମୋତେ ଅସ୍ୱୀକାର କରିବ, ତାହାକୁ ଈଶ୍ୱରଙ୍କ ଦୂତମାନଙ୍କ ସାକ୍ଷାତରେ ଅସ୍ୱୀକାର କରାଯିବ ।

ପରେ ସେ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ; କାରଣ ଯୀଶୁ ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପିତ ହେବେ, ପୁଣି, ସେମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ପ୍ରତି ଅତ୍ୟାଚାର କରି ତାହାଙ୍କ ଉପରେ ଛେପ ପକାଇବେ, ତାହାଙ୍କୁ କୋରଡ଼ା ମାରି ବଧ କରିବେ, ଆଉ ତୃତୀୟ ଦିନରେ ସେ ପୁନର୍ବାର ଉଠିବେ ।

କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି ।

ଆଉ, ସେ ମନ୍ଦିରରେ ପ୍ରବେଶ କରି ବେପାରୀ ମାନଙ୍କୁ ବାହାର କରିବାକୁ ଲାଗିଲେ, ଲେଖା ଅଛି, ଆମ୍ଭର ଗୃହ ପ୍ରାର୍ଥନାଗୃହ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଦୁଷ୍କର୍ମକାରୀମାନଙ୍କର ବାସସ୍ଥାନ କରିଅଛ । ଆଉ ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ମାତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଲୋକଙ୍କର ନେତାମାନଙ୍କ ସହିତ ତାହାଙ୍କୁ ବିନାଶ କରିବାକୁ ଚେଷ୍ଟା କରୁଥିଲେ, କିନ୍ତୁ ଲୋକ ସମସ୍ତେ ଆଗ୍ରହରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କ'ଣ କରିବେ ବୋଲି ସ୍ଥିର କରି ପାରୁ ନ ଥିଲେ ।

କିନ୍ତୁ ସେ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତେବେ ଏହି ଯେଉଁ ବାକ୍ୟ ଲେଖା ଅଛି, ତାହାର ଅର୍ଥ କ'ଣ, ଗୃହନିର୍ମାଣକାରୀମାନେ ଯେଉଁ ପଥରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହେଲା? ଯେ କେହି ସେହି ପଥର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ସେହି ପଥର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୁର୍ଣ୍ଣବିଚୂର୍ଣ୍ଣ କରିବ ।

ପୁଣି, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ ।

ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ମେଘରେ ଆଗମନ କରିବା ଦେଖିବେ ।

ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ ।

ପୁଣି, ସେ ରୁଟି ଘେନି ଧନ୍ୟବାଦ ଦେଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଦତ୍ତ ହେଉଥିବା ମୋହର ଶରୀର ଏହି; ମୋତେ ସ୍ମରଣ କରିବା ନିମନ୍ତେ ଏହା କର । ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେ,ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ ।

ମାତ୍ର ତୁମ୍ଭେମାନେ ମୋହର ସମସ୍ତ ପରୀକ୍ଷାରେ ମୋ' ସହିତ ରହି ଆସିଅଛ; ଏଣୁ ମୋହର ପିତା ଯେପରି ମୋ ନିମନ୍ତେ ରାଜ୍ୟ ନିରୂପଣ କଲେ, ମୁଁ ମଧ୍ୟ ସେପରି ତୁମ୍ଭମାନଙ୍କ ନିମନ୍ତେ ନିରୂପଣ କରୁଅଛି, ଯେପରି ତୁମ୍ଭେମାନେ ମୋହର ରାଜ୍ୟରେ ମୋ ମେଜରେ ଭୋଜନପାନ କରିବ, ପୁଣି, ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ ।

ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ର ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂଇଁରେ ପଡ଼ିଲା ।

କିନ୍ତୁ ଏହାପରେ ମନୁଷ୍ୟପୁତ୍ର ଈଶ୍ୱରଙ୍କ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହେବେ । ସେଥିରେ ସମସ୍ତେ ପଚାରିଲେ, ତେବେ ତୁମ୍ଭେ କ'ଣ ଈଶ୍ୱରଙ୍କ ପୁତ୍ର? ସେ ସେମାନଙ୍କୁ କହିଲେ, ମୁଁ ସେହି ବୋଲି ଆପଣମାନେ କହୁଅଛନ୍ତି ।

ଏଥିରେ ପୀଲାତ ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କି ଯିହୂଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, ଆପଣ କହୁଅଛନ୍ତି ।

ଆଉ ସେମାନେ କପାଳ ନାମକ ସ୍ଥାନରେ ଉପସ୍ଥିତ ହୋଇ ସେଠାରେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣକୁ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ କ୍ରୁଶରେ ଚଢ଼ାଇଲେ। ସେତେବେଳେ ଯୀଶୁ କହିଲେ, ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କ'ଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ । ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ ।

ପୁଣି, ତାହାଙ୍କ ଊର୍ଦ୍ଧ୍ୱରେ ଏହି ଲିପି ମଧ୍ୟ ଲେଖା ଥିଲା, "ଏ ଯିହୂଦୀମାନଙ୍କର ରାଜା ।"

ପୁଣି, ସେ କହିଲା, ହେ ଯୀଶୁ, ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ । ସେଥିରେ ସେ ତାହାକୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ତୁମ୍ଭେ ମୋହର ସହିତ ପାରଦୀଶରେ ଉପସ୍ଥିତ ହେବ ।

ସେତେବେଳେ ପ୍ରାୟ ବାର ଘଣ୍ଟା ସମୟ ହୋଇଥିଲା, ଆଉ ସୂର୍ଯ୍ୟର କିରଣ ନିସ୍ତେଜ ହେବାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା, ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ମଝିରୁ ଚିରିଗଲା । ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି । ଏହା କହି ସେ ପ୍ରାଣତ୍ୟାଗ କଲେ ।

ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳ ବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ୱେଷଣ କରୁଅଚ୍ଛ? ସେ ଏଠାରେ ନାହାଁନ୍ତି, ମାତ୍ର ଉଠିଅଛନ୍ତି । ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,

ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ ।

ପୁଣି, ସେ ସେମାନଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତାରେ ଧର୍ମଶାସ୍ତ୍ରରେ ମୋ' ବିଷୟରେ ଯାହା ଯାହା ଲେଖା ଅଛି, ସେହି ସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି । ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ମନ ଉନ୍ମୁକ୍ତ କଲେ; ଆଉ ସେମାନଙ୍କୁ କହିଲେ, ଏହି ପ୍ରକାରେ ଲେଖା ଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନର୍ବାର ଜୀବିତ ହେବେ, ପୁଣି, ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ ।

ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅଲଗା ହୋଇ ସ୍ୱର୍ଗକୁ ନୀତ ହେଲେ । ଆଉ ସେମାନେ ତାହାଙ୍କୁ ପ୍ରଣାମ କରି ମହାନନ୍ଦରେ ଯିରୂଶାଲମକୁ ବାହୁଡ଼ିଗଲେ,

ଆଦ୍ୟରେ ବାକ୍ୟ ଥିଲେ, ବାକ୍ୟ ଈଶ୍ୱରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ୱର ଥିଲେ । ସେ ଆଦ୍ୟରେ ଈଶ୍ୱରଙ୍କ ସହିତ ଥିଲେ । ତାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ ହେଲା; ଆଉ ଯେ ସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ ।

ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ୱାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ । ସେ ଆପଣା ରାଜ୍ୟକୁଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ । ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍‍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ୱରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ; ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ୱରଙ୍କଠାରୁ ଜାତ ହେଲେ । ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ ।

କାରଣ ମୋଶାଙ୍କ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା ।

ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ୱରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି ।

ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ୱରଙ୍କ ମେଷଶାବକ ।

ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅନୁବାଦ କଲେ ଏହି ନାମର ଅର୍ଥ ଖ୍ରୀଷ୍ଟ) ଦେଖା ପାଇଅଛୁ ।

ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଈଶ୍ୱରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା ।

ଆଉ, ସେଠାରେ ଯିହୂଦୀମାନଙ୍କ ଶୁଚିକରଣ ରୀତି ଅନୁସାରେ ଦୁଇ ବା ତିନି ମହଣିଆ ଛଅଗୋଟା ପଥର ଜାହାଲା ରଖାଯାଇଥିଲା । ଯୀଶୁ ସେମାନଙ୍କୁ କହିଲେ, ଜାହାଲାଗୁଡ଼ିକ ପାଣିରେ ଭର୍ତ୍ତି କର । ସେଥିରେ ସେମାନେ ସେହି ସବୁ ଫନ୍ଦ ପର୍ଯ୍ୟନ୍ତ ଭର୍ତ୍ତି କଲେ । ଆଉ, ସେ ସେମାନଙ୍କୁ କହିଲେ, ଏବେ କାଢ଼ିନେଇ ଭୋଜର ଅଧ୍ୟକ୍ଷଙ୍କ ନିକଟକୁ ଘେନିଯାଅ । ସେଥିରେ ସେମାନେ ଘେନିଗଲେ । ଭୋଜର ଅଧ୍ୟକ୍ଷ ଦ୍ରାକ୍ଷାରସ ହୋଇଥିବା ସେହି ପାଣିକୁ ଚାଖି ତାହା କେଉଁଠାରୁ ଆସିଲା, ଏହା ଜାଣି ନ ଥିବାରୁ (କିନ୍ତୁ ଯେଉଁ ପରିଚାରକମାନେ ପାଣି କାଢ଼ିଥିଲେ, ସେମାନେ ଜାଣିଥିଲେ) ବରଙ୍କୁ ଡାକି କହିଲେ, ସମସ୍ତେ ପ୍ରଥମରେ ଭଲ ଦ୍ରାକ୍ଷାରସ ଦେଇଥାଆନ୍ତି, ଆଉ ଲୋକେ ମାତାଲ ହେଲା ଉତ୍ତାରେ ମନ୍ଦ ଦିଅନ୍ତି; ତୁମ୍ଭେ ଏପର୍ଯ୍ୟନ୍ତ ଭଲ ଦ୍ରାକ୍ଷାରସ ରଖିଅଛ ।

ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇ ପକାଇଲେ; ଆଉ, ସେ କାପ୍ତା ବ୍ୟବସାୟୀମାନଙ୍କୁ କହିଲେ, ଏଗୁଡ଼ାକ ଏଠାରୁ ଘେନିଯାଅ, ମୋହର ପିତାଙ୍କର ଗୃହକୁ ବାଣିଜ୍ୟର ଗୃହ କର ନାହିଁ । ତୁମ୍ଭ ଗୃହ ନିମନ୍ତେ ଉଦ୍‍ଯୋଗ ମୋତେ ଗ୍ରାସ କରିବ, ଏହା ଲେଖା ଅଛି ବୋଲି ତାହାଙ୍କ ଶିଷ୍ୟମାନଙ୍କର ମନରେ ପଡ଼ିଲା । ସେଥିରେ ଯିହୂଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯେ ଏ ସମସ୍ତ କରିବାକୁ ଅଧିକାର ପାଇଅଛ, ଆମ୍ଭମାନଙ୍କୁ ସେଥିର କି ଚିହ୍ନ ଦେଖାଉଅଛ? ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଏହି ମନ୍ଦିରକୁ ବିନାଶ କର, ଆଉ ତିନି ଦିନ ମଧ୍ୟରେ ମୁଁ ତାହା ତୋଳି ଦେବି ।

ମୁଁ ତୁମ୍ଭମାନଙ୍କୁ ପାର୍ଥିବ ବିଷୟ କହିଲେ ଯଦି ତୁମ୍ଭେମାନେ ବିଶ୍ୱାସ ନ କର, ତେବେ ତୁମ୍ଭମାନଙ୍କୁ ସ୍ୱର୍ଗୀୟ ବିଷୟ କହିଲେ କିପରି ବିଶ୍ୱାସ କରିବ? ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ । ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ସର୍ପକୁ ଊର୍ଦ୍ଧ୍ୱକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହି ପ୍ରକାର ଊର୍ଦ୍ଧ୍ୱକୁ ଉଠାଯିବେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ । କାରଣ ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ । ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ୱର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ । ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ୱରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ ।

ଯେ ଊର୍ଦ୍ଧ୍ୱରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ; ଯେ ପୃଥିବୀରୁ ଉତ୍ପନ୍ନ, ସେ ପାର୍ଥିବ, ଆଉ ସେ ପାର୍ଥିବ କଥା କହେ; ଯେ ସ୍ୱର୍ଗରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ ।

ପିତା ପୁତ୍ରଙ୍କୁ ପ୍ରେମ କରନ୍ତି, ପୁଣି, ସମସ୍ତ ବିଷୟ ତାହାଙ୍କ ହସ୍ତରେ ଅର୍ପଣ କରିଅଛନ୍ତି । ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ୱରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ ।

ଯୀଶୁ ତାହାକୁ ଉତ୍ତର ଦେଲେ, ଯେ କେହି ଏହି ଜଳ ପାନ କରେ, ସେ ପୁନର୍ବାର ତୃଷିତ ହେବ; କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ ।

ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମସୀହ, ଯାହାଙ୍କୁ ଖ୍ରୀଷ୍ଟ କହନ୍ତି, ସେ ଆସୁଅଛନ୍ତି ବୋଲି ମୁଁ ଜାଣେ; ଯେତେବେଳେ ସେ ଆସିବେ, ସେ ଆମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ । ଯୀଶୁ ତାହାକୁ କହିଲେ, ତୁମ୍ଭ ସହିତ କଥା କହୁଅଛି ଯେ ମୁଁ, ମୁଁ ସେହି ଅଟେ ।

ଏହି କାରଣରୁ ଯିହୂଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଆହୁରି ଅଧିକ ଚେଷ୍ଟା କରିବାକୁ ଲାଗିଲେ, ଯେଣୁ ସେ ଯେ ବିଶ୍ରାମବାର ବିଧି ଲଙ୍ଘନ କରୁଥିଲେ, କେବଳ ତାହା ନୁହେଁ, ମାତ୍ର ଈଶ୍ୱରଙ୍କୁ ଆପଣା ପିତା ବୋଲି କହି ନିଜକୁ ଈଶ୍ୱରଙ୍କ ସହିତ ସମାନ କରୁଥିଲେ । ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ପୁତ୍ର ପିତାଙ୍କୁ ଯାହା କରୁଥିବା ଦେଖନ୍ତି, ତାହା ଛଡ଼ା ସେ ନିଜେ କିଛି ହିଁ କରି ପାରନ୍ତି ନାହିଁ । କାରଣ ସେ ଯାହା ଯାହା କରନ୍ତି, ପୁତ୍ର ମଧ୍ୟ ସେହି ସବୁ ସେପ୍ରକାରେ କରନ୍ତି । କାରଣ ପିତା ପୁତ୍ରଙ୍କୁ ସ୍ନେହ କରନ୍ତି, ପୁଣି, ଆପେ ଯାହା ଯାହା କରନ୍ତି, ସେହି ସବୁ ତାହାଙ୍କୁ ଦେଖାନ୍ତି, ଆଉ ତୁମ୍ଭେମାନେ ଯେପରି ଚମତ୍କୃତ ହୁଅ, ଏଥି ନିମନ୍ତେ ସେ ତାହାଙ୍କୁ ଏହାଠାରୁ ଆହୁରି ମହତ‍ ମହତ‍ କର୍ମ ଦେଖାଇବେ । ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି । ପୁଣି, ପିତା ମଧ୍ୟ କାହାର ବିଚାର କରନ୍ତି ନାହିଁ, ମାତ୍ର ସମସ୍ତେ ପିତାଙ୍କୁ ଯେଉଁ ପ୍ରକାରେ ସମାଦର କରନ୍ତି, ସେହି ପ୍ରକାରେ ପୁତ୍ରଙ୍କୁ ମଧ୍ୟ ଯେପରି ସମାଦର କରିବେ, ସେଥିନିମନ୍ତେ ପୁତ୍ରଙ୍କୁ ସମସ୍ତ ବିଚାର କରିବାର ଅଧିକାର ଦେଇଅଛନ୍ତି । ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ । ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି ।

ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ୱରଙ୍କର ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ । କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି; ଆଉ, ସେ ମନୁଷ୍ୟପୁତ୍ର ହେବାରୁ ସେ ତାହାଙ୍କୁ ବିଚାର କରିବାର ଅଧିକାର ଦେଲେ । ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି, ସେମାନେ ଜୀବନର ପୁନରୁତ୍ଥାନ ନିମନ୍ତେ ଓ ଯେଉଁମାନେ ଅସତ୍‍ କର୍ମ କରିଅଛନ୍ତି, ସେମାନେ ଦଣ୍ଡର ପୁନରୁତ୍ଥାନ ନିମନ୍ତେ ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି ।

ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୁଁ ସେହି ଜୀବନଦାୟକ ଆହାର; ଯେ ମୋ' ନିକଟକୁ ଆସେ, ସେ କଦାପି କ୍ଷୁଧିତ ହେବ ନାହିଁ, ଆଉ ଯେ ମୋ'ଠାରେ ବିଶ୍ୱାସ କରେ, ସେ କଦାପି ତୃଷିତ ହେବ ନାହିଁ ।

କାରଣ ମୁଁ ନିଜ ଇଚ୍ଛା ସାଧନ କରିବାକୁ ଅବତରଣ ନ କରି ବରଂ ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବାକୁ ସ୍ୱର୍ଗରୁ ଅବତରଣ କରିଅଛି ।

ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି ।

ସେଥିରେ ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟପୁତ୍ରଙ୍କର ମାଂସ ଭୋଜନ ନ କଲେ ଓ ତାହାଙ୍କ ରକ୍ତ ପାନ ନ କଲେ, ତୁମ୍ଭମାନଙ୍କଠାରେ ଜୀବନ ନାହିଁ । ଯେ ମୋହର ମାଂସ ଭୋଜନ କରେ ଓ ମୋହର ରକ୍ତ ପାନ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି । କାରଣ ମୋହର ମାଂସ ପ୍ରକୃତ ଖାଦ୍ୟ ଓ ମୋହର ରକ୍ତ ପ୍ରକୃତ ପେୟ । ଯେ ମୋହର ମାଂସ ଭୋଜନ କରେ ଓ ମୋ' ରକ୍ତ ପାନ କରେ, ସେ ମୋ'ଠାରେ ରହେ ଓ ମୁଁ ତାହାଠାରେ ରହେ ।

ଅତଏବ, ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ଏହା ଶୁଣି କହିଲେ, ଏ ଘୃଣାଜନକ କଥା, କିଏ ଏହା ଶୁଣି ପାରେ? କିନ୍ତୁ ଯୀଶୁ, ତାହାଙ୍କ ଶିଷ୍ୟମାନେ ଯେ ସେ ବିଷୟରେ ବଚସା କରୁଅଛନ୍ତି, ତାହା ଅନ୍ତରରେ ଅବଗତ ହୋଇ ସେମାନଙ୍କୁ କହିଲେ, ଏହା କ'ଣ ତୁମ୍ଭମାନଙ୍କ ବିଘ୍ନର କାରଣ ହେଉଅଛି? ତାହାହେଲେ ମନୁଷ୍ୟପୁତ୍ର ପୂର୍ବରେ ଯେଉଁ ସ୍ଥାନରେ ଥିଲେ, ସେ ସ୍ଥାନକୁ ଯେବେ ତାହାଙ୍କୁ ଆରୋହଣ କରିବା ଦେଖିବ, ତେବେ କ'ଣ? ଆତ୍ମା ଜୀବନଦାୟକ; ମାଂସ କୌଣସି ଉପକାର କରେ ନାହିଁ; ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହିଅଛି, ସେହି ସବୁ ଆତ୍ମା ଓ ଜୀବନ ଅଟେ ।

ଆଉ ସେ କହିଲେ, ଏହି ହେତୁ ମୁଁ ତୁମ୍ଭମାନଙ୍କୁ କହିଅଛି, ପିତାଙ୍କଠାରୁ ଅନୁଗ୍ରହ ଦତ୍ତ ନ ହେଲେ କେହି ମୋ' ନିକଟକୁ ଆସି ପାରେ ନାହିଁ ।

ସେହି ସମୟଠାରୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ବିମୁଖ ହୋଇ ବାହାରିଗଲେ, ପୁଣି, ତାହାଙ୍କ ସାଙ୍ଗରେ ଆଉ ଗମନାଗମନ କଲେ ନାହିଁ । ସେଥିରେ ଯୀଶୁ ଦ୍ୱାଦଶଙ୍କୁ ପଚାରିଲେ, ତୁମ୍ଭେମାନେ ମଧ୍ୟ କ'ଣ ଚାଲିଯିବାକୁ ଇଚ୍ଛା କରୁଅଛ? ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୁ, କାହା ପାଖକୁ ଯିବା? ଆପଣଙ୍କ ପାଖରେ ଅନନ୍ତ ଜୀବନର ବାକ୍ୟ ଅଛି;

ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋହର ଶିକ୍ଷା ମୋ' ନିଜର ନୁହେଁ, କିନ୍ତୁ ମୋ' ପ୍ରେରଣକର୍ତ୍ତାଙ୍କର । କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ୱରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ । ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ୱେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ୱେଷଣ କରେ, ସେ ସତ, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ ।

ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ ।

କିନ୍ତୁ ମୁଁ ଯଦି ବିଚାର କରେ, ତେବେ ସୁଦ୍ଧା ମୋହର ବିଚାର ଯଥାର୍ଥ; କାରଣ ମୁଁ ଏକାକୀ ନୁହେଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ମୋ' ସାଙ୍ଗରେ ଅଛନ୍ତି ।

ମୁଁ ନିଜେ ନିଜର ସାକ୍ଷୀ, ପୁଣି, ମୋହର ପ୍ରେରଣକର୍ତ୍ତା ପିତା ମୋ' ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ।

ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅଧଃସ୍ଥାନରୁ ଉତ୍ପନ, ମୁଁ ଊର୍ଦ୍ଧ୍ୱସ୍ଥାନରୁ ଉତ୍ପନ; ତୁମ୍ଭେମାନେ ଜଗତରୁ ଉତ୍ପନ, ମୁଁ ଜଗତରୁ ଉତ୍ପନ ନୁହେଁ । ତେଣୁ ତୁମ୍ଭେମାନେ ଆପଣା ଆପଣା ପାପରେ ମରିବ, ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ ଆପଣା ଆପଣା ପାପରେ ମରିବ ।

ଅତଏବ, ଯୀଶୁ କହିଲେ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କୁ ଗୌରବ ଦେବ, ସେତେବେଳେ ମୁଁ ଯେ ସେହି ବ୍ୟକ୍ତି ଓ ମୁଁ ନିଜରୁ କିଛି ନ କରି ବରଂ ପିତା ମୋତେ ଯେପ୍ରକାର ଶିକ୍ଷା ଦେଲେ, ସେହି ପ୍ରକାର ଏସମସ୍ତ କଥା ଯେ କହୁଅଛି, ଏହା ତୁମ୍ଭେମାନେ ବୁଝିବ । ମୋହର ପ୍ରେରଣକର୍ତ୍ତା ମୋ' ସାଙ୍ଗରେ ଅଛନ୍ତି; ସେ ମୋତେ ଏକାକୀ କରି ନାହାନ୍ତି, କାରଣ ମୁଁ ସର୍ବଦା ତାହାଙ୍କର ସନ୍ତୋଷଜନକ କାର୍ଯ୍ୟ କରେ ।

ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅବ୍ରହାମଙ୍କ ଜନ୍ମ ପୂର୍ବରୁ ମୁଁ ଅଛି ।

ସେମାନେ ଯେ ତାକୁ ବାହାର କରିଦେଇଅଛନ୍ତି, ଯୀଶୁ ଏହା ଶୁଣି ତା'ର ଦେଖା ପାଇ କହିଲେ, ତୁମ୍ଭେ କ'ଣ ମନୁଷ୍ୟପୁତ୍ରଙ୍କଠାରେ ବିଶ୍ୱାସ କରୁଅଛ? ସେ ଉତ୍ତର ଦେଲା, ହେ ପ୍ରଭୁ, ସେ କିଏ କହନ୍ତୁ, ଯେପରି ମୁଁ ତାହାଙ୍କଠାରେ ବିଶ୍ୱାସ କରିବି? ଯୀଶୁ ତାକୁ କହିଲେ, ତୁମ୍ଭେ ତାହାଙ୍କୁ ଦେଖିଅଛ, ଆଉ ଯେ ତୁମ୍ଭ ସାଙ୍ଗରେ କଥା କହୁଅଛନ୍ତି, ସେ ସେହି । ସେଥିରେ ସେ କହିଲା, ପ୍ରଭୁ ମୁଁ ବିଶ୍ୱାସ କରୁଅଛି; ଆଉ, ସେ ତାହାଙ୍କୁ ପ୍ରଣାମ କଲା ।

ତେଣୁ ଯୀଶୁ ପୁନର୍ବାର କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୁଁ ମେଷଗୁଡ଼ିକର ଦ୍ୱାର ।

ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ ।

ମୁଁ ଉତ୍ତମ ମେଷପାଳକ । ପିତା ଯେପରି ମୋତେ ଜାଣନ୍ତି ଓ ମୁଁ ପିତାଙ୍କୁ ଜାଣେ, ସେହିପରି ମୁଁ ମୋ' ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋ' ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି, ମେଷଗୁଡ଼ିକ ନିମନ୍ତେ ମୁଁ ମୋର ପ୍ରାଣ ଦିଏ । ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ । ମୁଁ ମୋହର ପ୍ରାଣ ଦାନ କରିବାରୁ ପିତା ମୋତେ ପ୍ରେମ କରନ୍ତି, ଆଉ ମୁଁ ମୋହର ପ୍ରାଣ ପୁନର୍ବାର ଗ୍ରହଣ କରିବା ନିମନ୍ତେ ତାହା ଦାନ କରେ । କେହି ମୋ'ଠାରୁ ତାହା ନେଇଯାଇ ନାହିଁ, ମାତ୍ର ମୁଁ ଆପେ ତାହା ଦାନ କରେ । ତାହା ଦାନ କରିବାକୁ ମୋହର ଅଧିକାର ଅଛି ଓ ତାହା ପୁନର୍ବାର ଗ୍ରହଣ କରିବାକୁ ମୋହର ଅଧିକାର ଅଛି । ମୁଁ ମୋହର ପିତାଙ୍କଠାରୁ ଏହି ଆଜ୍ଞା ପାଇଅଛି ।

ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହିଅଛି, କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ; ମୋହର ପିତାଙ୍କ ନାମରେ ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେହି ସବୁ ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି; କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ, କାରଣ ତୁମ୍ଭେମାନେ ମୋହର ପଲର ମେଷ ନୁହଁ । ମୋ' ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି, ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋ' ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ । ମୋହର ପିତା ମୋତେ ଯାହା ଦେଇଅଛନ୍ତି, ତାହା ସବୁଠାରୁ ବହୁମୂଲ୍ୟ, ଆଉ ପିତାଙ୍କ ହସ୍ତରୁ କେହି ତାହା ହରଣ କରି ପାରେ ନାହିଁ । ମୁଁ ଓ ପିତା ଏକ ।

ମୁଁ ଓ ପିତା ଏକ । ଯିହୂଦୀମାନେ ତାହାଙ୍କୁ ଫୋପାଡ଼ିବା ନିମନ୍ତେ ଆଉ ଥରେ ପଥର ଆଣିଲେ । ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ପିତାଙ୍କଠାରୁ ଅନେକ ଉତ୍ତମ କର୍ମ ତୁମ୍ଭମାନଙ୍କୁ ଦେଖାଇଅଛି; ସେହି ସବୁ କର୍ମ ମଧ୍ୟରୁ କେଉଁ କର୍ମ ନିମନ୍ତେ ମୋତେ ପଥର ଫୋପାଡ଼ୁଅଛ? ଯିହୂଦୀମାନେ ତାହାଙ୍କୁ ଉତ୍ତର ଦେଲେ, ଉତ୍ତମ କର୍ମ ନିମନ୍ତେ ଆମ୍ଭେମାନେ ତୋତେ ପଥର ଫୋପାଡ଼ୁ ନାହୁଁ, କିନ୍ତୁ ଈଶ୍ୱର ନିନ୍ଦା ନିମନ୍ତେ, ପୁଣି, ତୁ ମନୁଷ୍ୟ ହୋଇ ଆପଣାକୁ ଈଶ୍ୱର ବୋଲାଉଥିବାରୁ ।

କିନ୍ତୁ ଯଦି ମୁଁ କରେ, ତାହାହେଲେ ଯଦ୍ୟପି ତୁମ୍ଭେମାନେ ମୋତେ ବିଶ୍ୱାସ ନ କର, ତଥାପି ପିତା ଯେ ମୋ'ଠାରେ ଅଛନ୍ତି ଓ ମୁଁ ପିତାଙ୍କଠାରେ ଅଛି, ଏହା ଯେପରି ତୁମ୍ଭେମାନେ ଜାଣ ଓ ବୁଝ, ଏଥି ନିମନ୍ତେ କର୍ମସବୁ ବିଶ୍ୱାସ କର ।

ଯୀଶୁ ତାଙ୍କୁ କହିଲେ, ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋ'ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ, ପୁଣି, ଯେ କେହି ବଞ୍ଚେ ଓ ମୋ'ଠାରେ ବିଶ୍ୱାସ କରେ, ସେ କଦାପି ମରିବ ନାହିଁ; ଏହା କ'ଣ ବିଶ୍ୱାସ କରୁଅଛ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ଯାହାଙ୍କର ଜଗତକୁ ଆଗମନ କରିବାର ଥିଲା, ଆପଣ ଯେ ଈଶ୍ୱରଙ୍କ ପୁତ୍ର ସେହି ଖ୍ରୀଷ୍ଟ, ଏହା ମୋହର ବିଶ୍ୱାସ ।

ଯୀଶୁ କାନ୍ଦିଲେ ।

ସେ ଏହା କହି ଉଚ୍ଚସ୍ୱରରେ ଡାକିଲେ, ଲାଜାର, ବାହାରି ଆସ । ମୃତ ଲୋକଟି ବାହାରି ଆସିଲେ; ତାଙ୍କ ହାତ ଓ ପାଦ ସମାଧିବସ୍ତ୍ରରେ ବନ୍ଧା ହୋଇଥିଲା, ପୁଣି, ତାଙ୍କ ମୁଖରେ ଖଣ୍ଡେ ଗାମୁଛା ଗୁଡ଼ା ହୋଇଥିଲା । ଯୀଶୁ ସେମାନଙ୍କୁ କହିଲେ, ଏହାଙ୍କ ବନ୍ଧନ ଫିଟାଇ ଚାଲିଯିବାକୁ ଦିଅ ।

ତହିଁ ଆରଦିନ ପର୍ବକୁ ଆସିଥିବା ବହୁସଂଖ୍ୟକ ଲୋକ ଯୀଶୁ ଯିରୂଶାଲମକୁ ଆସୁଅଛନ୍ତି ବୋଲି ଶୁଣି ଖଜୁରୀ ବାହୁଙ୍ଗା ଘେନି ତାହାଙ୍କୁ ଭେଟିବା ନିମନ୍ତେ ବାହାରିଗଲେ ଓ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା । ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଧନ୍ୟ ଇସ୍ରାଏଲର ରାଜା ।

ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମନୁଷ୍ୟପୁତ୍ର ମହିମାନ୍ୱିତ ହେବା ନିମନ୍ତେ ସମୟ ଉପସ୍ଥିତ ।

ପିତଃ, ଆପଣା ନାମ ମହିମାନ୍ୱିତ କର । ସେଥିରେ ଆକାଶରୁ ଏହି ବାଣୀ ହେଲା, ଆମ୍ଭେ ତାହା ମହିମାନ୍ୱିତ କରିଅଛୁ, ଆଉ ପୁନର୍ବାର ମହିମାନ୍ୱିତ କରିବୁ ।

ଆଉ, ମୁଁ ଯଦି ପୃଥିବୀରୁ ଊର୍ଦ୍ଧ୍ୱକୁ ଉତ୍ଥିତ ହେବି, ତାହାହେଲେ ସମସ୍ତଙ୍କୁ ଆପଣା ନିକଟକୁ ଆକର୍ଷଣ କରିବି । ସେ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ଏହା କହିଲେ ।

ଯିଶାଇୟ ଏହି ସବୁ କହିଲେ, କାରଣ ସେ ତାହାଙ୍କର ମହିମା ଦେଖିଲେ ଓ ତାହାଙ୍କ ବିଷୟରେ କଥା କହିଲେ ।

ଯେ ମୋତେ ଅଗ୍ରାହ୍ୟ କରେ ଓ ମୋହର ବାକ୍ୟ ଗ୍ରହଣ କରେ ନାହିଁ, ତାହାର ବିଚାରକର୍ତ୍ତା ଅଛି; ମୁଁ ଯେଉଁ ବାକ୍ୟ କହିଅଛି, ତାହା ଶେଷ ଦିନରେ ତାହାର ବିଚାର କରିବ । କାରଣ ମୁଁ ଆପଣାଠାରୁ କହି ନାହିଁ, ମାତ୍ର ମୁଁ କ'ଣ କହିବି ଓ କ'ଣ ବ୍ୟକ୍ତ କରିବି, ତାହା ମୋହର ପ୍ରେରଣକର୍ତ୍ତା ପିତା ମୋତେ ଆଜ୍ଞା ଦେଇଅଛନ୍ତି;

ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ ।

ସେ ବାହାରିଗଲା ଉତ୍ତାରେ ଯୀଶୁ କହିଲେ, ଏବେ ମନୁଷ୍ୟପୁତ୍ର ମହିମାନ୍ୱିତ ହେଲେ ଓ ତାହାଙ୍କଠାରେ ଈଶ୍ୱର ମହିମାନ୍ୱିତ ହେଲେ । ଯଦି ଈଶ୍ୱର ତାହାଙ୍କଠାରେ ମହିମାନ୍ୱିତ ହେଲେ, ତେବେ ଈଶ୍ୱର ମଧ୍ୟ ତାହାଙ୍କୁ ଆପଣାଠାରେ ମହିମାନ୍ୱିତ କରିବେ, ପୁଣି, ଶୀଘ୍ର ତାହାଙ୍କୁ ମହିମାନ୍ୱିତ କରିବେ ।

ଯୀଶୁ ତାଙ୍କୁ କହିଲେ, ମୁଁ ପଥ, ସତ୍ୟ ଓ ଜୀବନ; ମୋ' ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ । ଯଦି ତୁମ୍ଭେମାନେ ମୋତେ ଜାଣିଥାଆନ୍ତ, ତାହାହେଲେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ; ଏବେ ହେଁ ତାହାଙ୍କୁ ଜାଣୁଅଛ ଓ ତାହାଙ୍କୁ ଦେଖିଅଛ ।

ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋ'ଠାରେ ଅଛନ୍ତି, ଏକଥା କ'ଣ ବିଶ୍ୱାସ କରୁ ନାହଁ? ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହେ, ସେହି ସବୁ ମୋ' ନିଜରୁ କହେ ନାହିଁ, କିନ୍ତୁ ପିତା ମୋ'ଠାରେ ଥାଇ ଆପଣା କର୍ମ କରୁଅଛନ୍ତି । ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋ'ଠାରେ ଅଛନ୍ତି, ମୋହର ଏହି କଥା ବିଶ୍ୱାସ କର, ନତୁବା କର୍ମ ଯୋଗୁଁ ହେଲେ ବିଶ୍ୱାସ କର ।

ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋ'ଠାରେ ଯେ ବିଶ୍ୱାସ କରେ, ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେ ମଧ୍ୟ ସେହି ସବୁ କରିବ, ଆଉ ସେ ସବୁ ଅପେକ୍ଷା ଅଧିକ ମହତ‍ କର୍ମ କରିବ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି । ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥି ନିମନ୍ତେ ତୁମ୍ଭେମାନେ ମୋ' ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି । ଯଦି ତୁମ୍ଭେମାନେ ମୋ' ନାମରେ କୌଣସି ବିଷୟ ମୋତେ ମାଗିବ, ମୁଁ ତାହା କରିବି । ଯଦି ତୁମ୍ଭେମାନେ ମୋତେ ପ୍ରେମ କର, ତାହାହେଲେ ମୋହର ଆଜ୍ଞାସବୁ ପାଳନ କରିବ ।

ମୁଁ ଯେ ମୋହର ପିତାଙ୍କଠାରେ ପୁଣି, ତୁମ୍ଭେମାନେ ଯେ ମୋ'ଠାରେ ଓ ମୁଁ ତୁମ୍ଭମାନଙ୍କଠାରେ ଅଛି, ଏହା ସେ ଦିନ ତୁମ୍ଭେମାନେ ଜାଣିବ ।

ଯେ ମୋତେ ପ୍ରେମ କରେ ନାହିଁ, ସେ ମୋହର ବାକ୍ୟ ପାଳନ କରେ ନାହିଁ, ଆଉ ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣୁଅଛ, ତାହା ମୋହର ନୁହେଁ, ମାତ୍ର ମୋହର ପ୍ରେରଣକର୍ତ୍ତା ପିତାଙ୍କର ।

ମୁଁ ଯେ ଯାଉଅଛି ଓ ତୁମ୍ଭମାନଙ୍କ ନିକଟକୁ ପୁଣି, ଆସୁଅଛି, ମୋହର ଏହି କଥା ତ ଶୁଣିଅଛ । ଯଦି ତୁମ୍ଭେମାନେ ମୋତେ ପ୍ରେମ କରୁଥାଆନ୍ତ, ତାହାହେଲେ ମୁଁ ମୋହର ପିତାଙ୍କ ନିକଟକୁ ଯାଉଅଛି ବୋଲି ଆନନ୍ଦ କରିଥାଆନ୍ତ, କାରଣ ପିତା ମୋ'ଠାରୁ ମହାନ‍ ।

ମୁଁ ପ୍ରକୃତ ଦ୍ରାକ୍ଷାଲତା, ପୁଣି, ମୋହର ପିତା କୃଷକ ।

ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋ'ଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋ' ବିନା ତୁମ୍ଭେମାନେ କିଛି କରି ପାର ନାହିଁ । କେହି ଯେବେ ମୋ'ଠାରେ ନ ରହେ, ତାହାହେଲେ ସେ ଶାଖା ପରି ବାହାରେ ପକାଇ ଦିଆଯାଏ ଓ ଶୁଖିଯାଏ, ପୁଣି, ଲୋକେ ସେଗୁଡ଼ାକ ଏକାଠି କରି ନିଆଁରେ ପକାଇ ଦିଅନ୍ତି ଓ ସେଗୁଡ଼ାକ ପୋଡ଼ିଯାଏ । ଯଦି ତୁମ୍ଭେମାନେ ମୋ'ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ ।

ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ । ମୁଁ ଯେପରି ମୋହର ପିତାଙ୍କ ଆଜ୍ଞା ପାଳନ କରି ତାହାଙ୍କ ପ୍ରେମରେ ସ୍ଥିର ହୋଇ ରହିଥାଏ, ସେପ୍ରକାର ତୁମ୍ଭେମାନେ ଯେବେ ମୋହର ଆଜ୍ଞା ପାଳନ କର, ତାହାହେଲେ ମୋହର ପ୍ରେମରେ ସ୍ଥିର ହୋଇ ରହିବ । ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥି ନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି ।

ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର, ଏହି ମୋହର ଆଜ୍ଞା । ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ ।

ଯଦି ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ ।

ଯେ ମୋତେ ଘୃଣା କରେ, ସେ ମୋର ପିତାଙ୍କୁ ମଧ୍ୟ ଘୃଣା କରେ ।

ସେ ମୋତେ ଗୌରବାନ୍ୱିତ କରିବେ, କାରଣ ସେ ମୋ' ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ । ଯାହା ଯାହା ପିତାଙ୍କର, ସେହି ସବୁ ମୋହର; ଏହି ହେତୁ ମୁଁ କହିଲି, ସେ ମୋହର ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ ।

ଆପଣ ଯେ ସମସ୍ତ ବିଷୟ ଜାଣନ୍ତି, ପୁଣି, କେହି ଆପଣଙ୍କୁ ପ୍ରଶ୍ନ କରିବାର ଯେ ଆପଣଙ୍କର ପ୍ରୟୋଜନ ନାହିଁ, ତାହା ଏବେ ଆମ୍ଭେମାନେ ଜାଣିଲୁ; ଈଶ୍ୱରଙ୍କ ନିକଟରୁ ଆପଣ ଆସିଅଛନ୍ତି ବୋଲି ଆମ୍ଭେମାନେ ଏହା ଦ୍ୱାରା ବିଶ୍ୱାସ କରୁଅଛୁ ।

ଦେଖ, ସମୟ ଆସୁଅଛି, ହଁ, ଆସିଲାଣି, ଯେତେବେଳେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକେ ଆପଣା ଆପଣା ଘରକୁ ପଳାଇଯିବ, ଆଉ ମୋତେ ଏକାକୀ ପରିତ୍ୟାଗ କରିବ; ତଥାପି ମୁଁ ଏକାକୀ ନୁହେଁ, କାରଣ ପିତା ମୋ' ସାଙ୍ଗରେ ଅଛନ୍ତି । ତୁମ୍ଭେମାନେ ଯେପରି ମୋ'ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସବୁ ବିଷୟ କହିଅଛି । ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି ।

ଯୀଶୁ ଏହି ସମସ୍ତ କଥା କହି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ୱିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ୱିତ କରନ୍ତି, ଯେପ୍ରକାର ତୁମ୍ଭେ ତାହାଙ୍କୁ ଯେଉଁ ଯେଉଁ ଲୋକମାନଙ୍କୁ ଦେଇଅଛ, ସେମାନଙ୍କୁ ଅନନ୍ତ ଜୀବନ ଦେବା ନିମନ୍ତେ ତାହାଙ୍କୁ ସମସ୍ତ ମର୍ତ୍ତ୍ୟ ଉପରେ ଅଧିକାର ଦେଲ । ଆଉ, ଏକମାତ୍ର ସତ୍ୟ ଈଶ୍ୱର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ । ତୁମ୍ଭେ ମୋତେ ଯେଉଁ କର୍ମ କରିବାକୁ ଦେଇଅଛ, ତାହା ମୁଁ ସମାପ୍ତ କରି ପୃଥିବୀରେ ତୁମ୍ଭକୁ ମହିମାନ୍ୱିତ କରିଅଛି । ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ବାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ୱିତ କର ।

ମୁଁ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି; ଜଗତ ନିମନ୍ତେ ପ୍ରାର୍ଥନା କରୁ ନାହିଁ, କିନ୍ତୁ ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି, କାରଣ ସେମାନେ ତୁମ୍ଭର; ଯାହା ଯାହା ମୋହର, ସେହି ସବୁ ତୁମ୍ଭର, ପୁଣି, ଯାହା ଯାହା ତୁମ୍ଭର, ସେହି ସବୁ ମୋହର; ଆଉ, ମୁଁ ସେମାନଙ୍କଠାରେ ମହିମାନ୍ୱିତ ହୋଇଅଛି ।

କିନ୍ତୁ ଏବେ ମୁଁ ତୁମ୍ଭ ନିକଟକୁ ଯାଉଅଛି, ଆଉ ସେମାନଙ୍କ ଅନ୍ତରେ ମୋହର ଆନନ୍ଦ ଯେପରି ସମ୍ପୂର୍ଣ୍ଣ ହୁଏ, ସେଥିନିମନ୍ତେ ଜଗତରେ ଥାଉ ଥାଉ ମୁଁ ଏହାସବୁ କହୁଅଛି । ମୁଁ ସେମାନଙ୍କୁ ତୁମ୍ଭର ବାକ୍ୟ ଦାନ କରିଅଛି, ଆଉ ଜଗତ ସେମାନଙ୍କୁ ଘୃଣା କରିଅଛି, କାରଣ ମୁଁ ଯେପରି ଏ ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେହିପରି ଏହି ଜଗତରୁ ଉତ୍ପନ୍ନ ନୁହଁନ୍ତି ।

ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋ'ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ । ଆଉ, ତୁମ୍ଭେ ମୋତେ ଯେଉଁ ମହିମା ଦେଇଅଛ, ମୁଁ ସେମାନଙ୍କୁ ତାହା ଦେଇଅଛି, ଯେପରି ଆମ୍ଭେମାନେ ଯେପ୍ରକାରେ ଏକ, ସେମାନେ ସେପ୍ରକାରେ ଏକ ହୁଅନ୍ତି; ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋ'ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ । ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା ।

ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାଜରିତୀୟ ଯୀଶୁକୁ । ସେ ସେମାନଙ୍କୁ କହିଲେ, ମୁଁ ସେହି । ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା । ଯୀଶୁ ଯେତେବେଳେ ସେମାନଙ୍କୁ କହିଲେ, ମୁଁ ସେହି, ସେତେବେଳେ ସେମାନେ ପଛକୁ ହଟିଯାଇ ଭୂମିରେ ପଡ଼ିଗଲେ ।

ଯୀଶୁ ଉତ୍ତର ଦେଲେ, ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ନୁହେଁ; ଯଦି ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ହୋଇଥାଆନ୍ତା, ତାହାହେଲେ ମୁଁ ଯେପରି ଯିହୂଦୀମାନଙ୍କ ହସ୍ତରେ ସମର୍ପିତ ନ ହୁଅନ୍ତି, ସେଥିପାଇଁ ମୋହର ପରିଚାରକମାନେ ଯୁଦ୍ଧ କରନ୍ତେ; କିନ୍ତୁ ମୋହର ରାଜ୍ୟ ପ୍ରକୃତରେ ତତ୍‍ସମ୍ବନ୍ଧୀୟ ନୁହେଁ । ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କ'ଣ ଜଣେ ରାଜା ନୁହଁ? ଯୀଶୁ ଉତ୍ତର ଦେଲେ, ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା । ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥି ନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି । ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ ।

ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣ ବସ୍ତ୍ର ପିନ୍ଧାଇଲେ; ସେମାନେ ତାହାଙ୍କ ନିକଟକୁ ଆସି କହିଲେ, ହେ ଯିହୂଦୀମାନଙ୍କ ରାଜା, ନମସ୍କାର; ପୁଣି, ସେମାନେ ତାହାଙ୍କୁ ଚାପୁଡ଼ା ମାରିବାକୁ ଲାଗିଲେ ।

ଯିହୂଦୀମାନେ ତାଙ୍କୁ ଉତ୍ତର ଦେଲେ, ଆମ୍ଭମାନଙ୍କର ଗୋଟିଏ ମୋଶାଙ୍କ ବ୍ୟବସ୍ଥା ଅଛି ଓ ସେହି ମୋଶାଙ୍କ ବ୍ୟବସ୍ଥା ଅନୁସାରେ ସେ ପ୍ରାଣଦଣ୍ଡର ଯୋଗ୍ୟ, କାରଣ ସେ ନିଜକୁ ଈଶ୍ୱରଙ୍କ ପୁତ୍ର ବୋଲି କହିଅଛି

ସେ ଦିନ ନିସ୍ତାର ପର୍ବର ଆୟୋଜନ ଦିନ, ଆଉ ସେତେବେଳେ ସକାଳ ପ୍ରାୟ ଛଅ ଘଣ୍ଟା ହୋଇଥିଲା । ପୁଣି, ସେ ଯିହୂଦୀମାନଙ୍କୁ କହିଲେ, ଦେଖ, ତୁମ୍ଭମାନଙ୍କ ରାଜା! ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ । ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କ'ଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ ।

ଆଉ, ପୀଲାତ ଗୋଟିଏ ଅଭିଯୋଗପତ୍ର ମଧ୍ୟ ଲେଖି କ୍ରୁଶ ଉପରେ ଲଗାଇଦେଲେ । ସେଥିରେ ଲେଖା ଥିଲା, ନାଜରିତୀୟ ଯୀଶୁ, ଯିହୂଦୀମାନଙ୍କ ରାଜା । ଯିହୂଦୀମାନଙ୍କ ମଧ୍ୟରୁ ଅନେକେ ଏହି ଅଭିଯୋଗପତ୍ର ପାଠ କଲେ, କାରଣ ଯେଉଁ ସ୍ଥାନରେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଯାଇଥିଲା, ତାହା ନଗରର ନିକଟରେ ଥିଲା; ପୁଣି, ସେହି ପତ୍ର ଏବ୍ରୀ, ଲାଟୀନ୍‍ ଓ ଗ୍ରୀକ୍‍ ଭାଷାରେ ଲେଖା ହୋଇଥିଲା । ତେଣୁ ଯିହୂଦୀମାନଙ୍କର ପ୍ରଧାନ ଯାଜକମାନେ ପୀଲାତଙ୍କୁ କହିଲେ, ଯିହୂଦୀମାନଙ୍କ ରାଜା ବୋଲି ନ ଲେଖି ବରଂ ମୁଁ ଯିହୂଦୀମାନଙ୍କର ରାଜା ବୋଲି ସେ କହିଲା, ଏହା ଲେଖନ୍ତୁ । ପୀଲାତ ଉତ୍ତର ଦେଲେ, ଆମ୍ଭେ ଯାହା ଲେଖିଛୁ, ଲେଖିଛୁ ।

ଏହାପରେ ଯୀଶୁ ଧର୍ମଶାସ୍ତ୍ରର ବାକ୍ୟ ଯେପରି ସଫଳ ହୁଏ, ଏଥି ନିମନ୍ତେ ସମସ୍ତ ବିଷୟ ଏବେ ସମାପ୍ତ ହୋଇଅଛି ବୋଲି ଜାଣି କହିଲେ, ମୋତେ ତୃଷା ଲାଗୁଅଛି ।

ସେଥିରେ ଯୀଶୁ ସେହି ଅମ୍ଳରସ ପାନ କରି କହିଲେ, ସମାପ୍ତ ହେଲା; ଆଉ, ସେ ମସ୍ତକ ଅବନତ କରି ପ୍ରାଣତ୍ୟାଗ କଲେ ।

ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ । ସେମାନେ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ । ସେ ଏହା କହି ପଛକୁ ବୁଲିପଡ଼ି ଯୀଶୁଙ୍କୁ ଠିଆ ହୋଇଥିବା ଦେଖିଲେ, କିନ୍ତୁ ସେ ଯେ ଯୀଶୁ, ତାହା ଜାଣିଲେ ନାହିଁ । ଯୀଶୁ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ? କାହାର ଅନ୍ୱେଷଣ କରୁଅଛ? ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି । ଯୀଶୁ ତାଙ୍କୁ କହିଲେ, ମରିୟମ । ସେ ବୁଲିପଡ଼ି ଏବ୍ରୀ ଭାଷାରେ ତାହାଙ୍କୁ କହିଲେ, ରାବ୍ବୂନୀ, ଅର୍ଥାତ୍‍, ହେ ଗୁରୁ ।

ସେହି ଦିନ, ଅର୍ଥାତ୍‍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୂଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ ।

ଆଠ ଦିନ ପରେ ତାହାଙ୍କ ଶିଷ୍ୟମାନେ ପୁନର୍ବାର ଭିତରେ ଥିଲେ ଓ ଥୋମା ସେମାନଙ୍କ ସାଙ୍ଗରେ ଥିଲେ । ଦ୍ୱାରସବୁ ରୁଦ୍ଧ ଥିବା ସମୟରେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ । ପରେ ସେ ଥୋମାଙ୍କୁ କହିଲେ, ଏଆଡ଼େ ତୁମ୍ଭର ଆଙ୍ଗୁଳି ବଢ଼ାଇ ମୋହର ହାତ ଦେଖ ଓ ହାତ ବଢ଼ାଇ ମୋହର କକ୍ଷଦେଶରେ ଦିଅ; ଅବିଶ୍ୱାସୀ ନ ହୋଇ ବିଶ୍ୱାସୀ ହୁଅ । ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ୱର ।

ଯୀଶୁ ଶିଷ୍ୟମାନଙ୍କ ସାକ୍ଷାତରେ ଏହିପରି ଅନେକ ଓ ବିଭିନ୍ନ ପ୍ରକାର ଆଶ୍ଚର୍ଯ୍ୟକର୍ମ ସାଧନ କଲେ, ସେହି ସବୁ ଏହି ପୁସ୍ତକରେ ଲେଖା ହୋଇ ନାହିଁ; କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଈଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥି ନିମନ୍ତେ ଏସମସ୍ତ ଲେଖାଯାଇଅଛି ।

ସେ ସେମାନଙ୍କୁ କହିଲେ, ନୌକାର ଡାହାଣ ପାଖରେ ଜାଲ ପକାଅ, ଆଉ ତୁମ୍ଭେମାନେ ପାଇବ । ସେଥିରେ ସେମାନେ ଜାଲ ପକାଇଲେ, ଆଉ ଏତେ ମାଛ ପଡ଼ିଲା ଯେ, ସେମାନେ ତାହା ଟାଣି ପାରିଲେ ନାହିଁ । ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଫୁଙ୍ଗା ଦେହ ହୋଇଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ;

ପୁଣି, ଯୀଶୁ ଆହୁରି ଅନେକ ଅନେକ କର୍ମ ମଧ୍ୟ କରିଥିଲେ; ସେହି ସବୁ ଯଦି ଗୋଟି ଗୋଟି କରି ଲେଖା ଯାଆନ୍ତା, ତାହାହେଲେ ଏତେ ପୁସ୍ତକ ଲେଖା ହୁଅନ୍ତା ଯେ, ମୋହର ବିଚାରରେ ସମୁଦାୟ ଜଗତରେ ସୁଦ୍ଧା ସେହି ସବୁ ରଖିବା ନିମନ୍ତେ ସ୍ଥାନ ହୁଅନ୍ତା ନାହିଁ ।

ସେ ମଧ୍ୟ ଆପଣା ଦୁଃଖଭୋଗ ଉତ୍ତାରେ ଅନେକ ପ୍ରମାଣ ଦ୍ୱାରା ସେମାନଙ୍କ ନିକଟରେ ନିଜକୁ ଜୀବିତ ଦେଖାଇଲେ, ପୁଣି, ଚାଳିଶ ଦିନ ପର୍ଯ୍ୟନ୍ତ ବାରମ୍ବାର ସେମାନଙ୍କୁ ଦର୍ଶନ ଦେଇ ଈଶ୍ୱରଙ୍କ ରାଜ୍ୟ ସମ୍ବନ୍ଧୀୟ ବିଷୟ ଗୁଡ଼ିକ କହିଲେ ।

ସେ ଏହି ସମସ୍ତ କଥା କହିବା ପରେ, ସେମାନେ ଦେଖୁ ଦେଖୁ ସେ ଊର୍ଦ୍ଧ୍ୱକୁ ନୀତ ହେଲେ, ଆଉ ଖଣ୍ଡେ ମେଘ ତାହାଙ୍କୁ ସେମାନଙ୍କ ଦୃଷ୍ଟିଗୋଚରରୁ ଘେନିଗଲା । ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ ।

ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ । ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଈଶ୍ୱରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ୱର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି,ଏହା ଅାପଣମାନେ ନିଜେ ଜାଣନ୍ତି; ସେହି ବ୍ୟକ୍ତି ଈଶ୍ୱରଙ୍କ ନିରୂୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାରୋପଣ କରି ବଧ କରିଥିଲେ;

ଏହା ଜାଣିବାରୁ ସେ ଭବିଷ୍ୟଦ ଦର୍ଶନ ଦ୍ୱାରା ଖ୍ରୀଷ୍ଟଙ୍କର ପୁନରୁତ୍ଥାନ ବିଷୟରେ କହିଥିଲେ, କାରଣ ସେ ପାତାଳରେ ପରିତ୍ୟକ୍ତ ହେଲେ ନାହିଁ, କିଅବା ତାହାଙ୍କ ଶରୀର କ୍ଷୟ ପାଇଲା ନାହିଁ ।

ଅତଏବ, ଈଶ୍ୱର ଯୀଶୁଙ୍କୁ ଉନ୍ନତ କରି ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ବସାଇ ତାହାଙ୍କ ସହିତ ରାଜତ୍ୱ କରିବାକୁ ଅଧିକାର ଦେଲେ, ଏବଂ ସେ ଆମ୍ଭମାନଙ୍କୁ ପବିତ୍ର ଆତ୍ମାଙ୍କୁ ଦେଲେ ଯାହାଙ୍କୁ ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି ।

ଅତଏବ, ସମସ୍ତ ଇସ୍ରାଏଲକୂଳ ନିଶ୍ଚୟ ଜାଣନ୍ତୁ ଯେ, ଯେଉଁ ଯୀଶୁଙ୍କୁ ଆପଣମାନ କ୍ରୁଶରେ ବଧ କଲେ, ତାହାଙ୍କୁ ଈଶ୍ୱର, ପ୍ରଭୁ ଓ ଖ୍ରୀଷ୍ଟ ଉଭୟ ପଦରେ ନିଯୁକ୍ତ କରିଅଛନ୍ତି ।

କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁୁ ଈଶ୍ୱର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ ।

ତାହାହେଲେ ଆପଣମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲ ଲୋକ ଜ୍ଞାତ ହେଉନ୍ତୁ ଯେ, ଯେଉଁ ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କୁ ଆପଣମାନେ କ୍ରୁଶରେ ବଧ କରିଅଛନ୍ତି, ଯାହାଙ୍କୁ ଈଶ୍ୱର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ତାହାଙ୍କ ନାମରେ, ହଁ, ତାହାଙ୍କ ଦ୍ୱାରା ଏହି ଲୋକଟି ସୁସ୍ଥ ହୋଇ ଆପଣମାନଙ୍କ ସାକ୍ଷାତରେ ଠିଆ ହୋଇଅଛି । ଗୃହ ନିର୍ମାଣକାରୀ ଯେ ଆପଣମାନେ, ଆପଣମାନଙ୍କ ଦ୍ୱାରା ଯେଉଁ ପ୍ରସ୍ତର ଅଗ୍ରାହ୍ୟ ହୋଇଥିଲା, ଯାହା କୋଣର ପ୍ରଧାନ ପ୍ରସ୍ତର ହେଲା, ସେ ସେହି ପ୍ରସ୍ତର ଅଟନ୍ତି । ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ ।

ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର ତାହାଙ୍କୁ ଉଠାଇଅଛନ୍ତି । ପୁଣି, ସେ ଯେପରି ଇସ୍ରାଏଲକୁ ମନ ପରିବର୍ତ୍ତନ ଓ ପାପ କ୍ଷମା ଦାନ କରନ୍ତି, ଏଥି ନିମନ୍ତେ ଈଶ୍ୱର ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଅଧିପତି ଓ ତ୍ରାଣକର୍ତ୍ତା ସ୍ୱରୂୂପେ ଉନ୍ନତ କରିଅଛନ୍ତି ।

କିନ୍ତୁ ସେ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସ୍ୱର୍ଗ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ଆଉ ଈଶ୍ୱରଙ୍କ ମହିମା ଓ ଯୀଶୁଙ୍କୁ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖି କହିଲେ, ଦେଖନ୍ତୁ, ମୁଁ ସ୍ୱର୍ଗକୁ ଖୋଲା ହୋଇଥିବା ଓ ମନୁଷ୍ୟପୁତ୍ରଙ୍କୁ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖୁଅଛି ।

ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନିଆଗଲେ, ପୁଣି, ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ ।

ସେ ତ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ ।

ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ୱର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ୱର ତାହାଙ୍କ ସହବର୍ତ୍ତୀ ଥିଲେ ।

ତାହାଙ୍କୁ ଈଶ୍ୱର ତୃତୀୟ ଦିବସରେ ଉଠାଇ ପ୍ରତ୍ୟକ୍ଷ ହେବାକୁ ଦେଲେ; ସମସ୍ତ ଲୋକଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ ନାହିଁ, ମାତ୍ର ଈଶ୍ୱରଙ୍କ ଦ୍ୱାରା ପୂର୍ବନିରୂପିତ ସାକ୍ଷୀ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ । ସେ ମୃତମାନଙ୍କ ମଧ୍ୟରୁ ଉଠିଲା ପରେ ଆମ୍ଭେମାନେ ତାହାଙ୍କ ସହିତ ଭୋଜନପାନ କଲୁ, ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି, ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ୱର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ । ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି ।

ପୁଣି, ଖ୍ରୀଷ୍ଟଙ୍କର ଯେ ଦୁଃଖଭୋଗ ଓ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କରିବା ଆବଶ୍ୟକ ଥିଲା, ଆଉ ସେ ଯେଉଁ ଯୀଶୁଙ୍କୁ ସେମାନଙ୍କ ନିକଟରେ ଘୋଷଣା କରୁଅଛନ୍ତି, ସେ ଯେ ଖ୍ରୀଷ୍ଟ,ଏହାର ସ୍ପଷ୍ଟ ପ୍ରମାଣ ଦେଲେ ।

ଅର୍ଥାତ୍ ଖ୍ରୀଷ୍ଟ ନିଶ୍ଚୟ ଦୁଃଖଭୋଗ କରି ପୁଣି, ପ୍ରଥମେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥିତ ହୋଇ ସ୍ୱଜାତି ଓ ଅଣଯିହୂଦୀମାନଙ୍କ ନିକଟରେ ଆଲୋକ ପ୍ରକାଶ କରିବେ ।

ସେହି ଯୀଶୁ ଖ୍ରୀଷ୍ଟ ଶରୀର ସମ୍ବନ୍ଧରେ ଦାଉଦଙ୍କ ବଂଶଜାତ, କିନ୍ତୁ ଧର୍ମମୟ ପବିତ୍ର ଆତ୍ମା ସମ୍ବନ୍ଧରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଦ୍ୱାରା ଈଶ୍ୱରଙ୍କ ପୁତ୍ର ବୋଲି ଶକ୍ତି ସହ ନିର୍ଦ୍ଧିଷ୍ଟ ହେଲେ

ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ସହିତ ଶାନ୍ତିରେ ଅଛୁ;

କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ୱର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି । ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ୱାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ୱାରା ଈଶ୍ୱରଙ୍କ କ୍ରୋଧରୁ ରକ୍ଷା ପାଇବା । କାରଣ ଆମ୍ଭେମାନେ ଶତ୍ରୁ ଥିବା ସମୟରେ ଯଦି ଈଶ୍ୱରଙ୍କ ସହିତ ତାହାଙ୍କ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ମିଳିତ ହେଲୁ, ତାହାହେଲେ ଏହା ଅଧିକ ସୁନିଶ୍ଚିତ ଯେ, ଆମ୍ଭେମାନେ ମିଳିତ ହୋଇ ତାହାଙ୍କ ଜୀବନ ଦ୍ୱାରା ପରିତ୍ରାଣ ପାଇବା । ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ |

କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ୱାସ କରୁ । ଖ୍ରୀଷ୍ଟ ମୃତ୍ୟୁମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ୱ ନାହିଁ । କାରଣ ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ୱାରା ସେ ଥରେ ହିଁ ପାପ ପ୍ରତି ମୃତ୍ୟୁ ହେଲେ; କିନ୍ତୁ ସେ ଯେଉଁ ଜୀବନରେ ଜୀବିତ, ସେଥିରେ ସେ ଈଶ୍ୱରଙ୍କ ପ୍ରତି ଜୀବିତ ଅଟନ୍ତି । ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ୱରଙ୍କ ପ୍ରତି ଜୀବିତ ବୋଲି ଗଣନା କର ।

କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ୱରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ ।

ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ । କାରଣ ଜୀବନଦାୟକ ଆତ୍ମାଙ୍କ ମୋଶାଙ୍କ ବ୍ୟବସ୍ଥା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ମୋଶାଙ୍କ ବ୍ୟବସ୍ଥାରୁ ମୁକ୍ତ କରିଅଛି । ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ମୋଶାଙ୍କ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ୱର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,

ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଙ୍ଗତା, କି ବିପଦ, କି ଖଡ଼୍ଗ?

କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ, ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ୱରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରି ପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ ।

ପିତୃପୁରୁଷମାନେ ସେମାନଙ୍କର, ଆଉ ଶାରୀରିକଭାବେ ସେମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଉତ୍ପନ୍ନ; ସେହି ସର୍ବାଧିପତି ଈଶ୍ୱର ଯୁଗେ ଯୁଗେ ଧନ୍ୟ, ଆମେନ୍‍ ।

ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;

କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି, ପୁନର୍ଜୀବିତ ହେଲେ ।

କାରଣ ଖ୍ରୀଷ୍ଟ ମୋତେ ବାପ୍ତିସ୍ମ ଦେବା ନିମନ୍ତେ ପ୍ରେରଣ କଲେ ନାହିଁ, ମାତ୍ର ସୁସମାଚାର ପ୍ରଚାର କରିବା ନିମନ୍ତେ ପ୍ରେରଣ କଲେ; ତାହା ମଧ୍ୟ ବାକ୍ୟ ଆଡ଼ମ୍ବରରେ ନୁହେଁ, କାଳେ ଖ୍ରୀଷ୍ଟଙ୍କ କ୍ରୁଶ ବ୍ୟର୍ଥ ହୁଏ । କାରଣ ବିନାଶ ପ୍ରାପ୍ତ ହେଉଥିବା ଲୋକମାନଙ୍କ ପ୍ରତି କ୍ରୁଶର କଥା ମୂର୍ଖତା ମାତ୍ର, କିନ୍ତୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଆମ୍ଭମାନଙ୍କ ପ୍ରତି ତାହା ଈଶ୍ୱରଙ୍କ ଶକ୍ତି ଅଟେ ।

କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୂଦୀମାନଙ୍କ ନିମନ୍ତେ ବିଘ୍ନସ୍ୱରୂପ ଓ ଅଣଯିହୂଦୀମାନଙ୍କ ନିମନ୍ତେ ମୂର୍ଖତାସ୍ୱରୂପ, କିନ୍ତୁ ଯିହୂଦୀ ହେଉ ବା ଗ୍ରୀକ୍‍ ହେଉ, ଯେଉଁମାନେ ଆହୂତ, ସେମାନଙ୍କ ନିମନ୍ତେ ଖ୍ରୀଷ୍ଟ ଈଶ୍ୱରଙ୍କ ଶକ୍ତି ଓ ଈଶ୍ୱରଙ୍କ ଜ୍ଞାନସ୍ୱରୂପ ଅଟନ୍ତି ।

କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ୱରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍‍, ଧାର୍ମିକତା, ପବିତ୍ରତା ଓ ମୁକ୍ତିସ୍ୱରୂପ ହୋଇଅଛନ୍ତି ।

କାରଣ ଯୀଶୁ ଖ୍ରୀଷ୍ଟ, ଅର୍ଥାତ୍‍ କ୍ରୁଶରେ ହତ ଯୀଶୁଖ୍ରୀଷ୍ଟଙ୍କ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କୌଣସି ବିଷୟ ନ ଜାଣିବାକୁ ମୁଁ ମନସ୍ଥ କଲି ।

ଏହି ଯୁଗର ନେତାମାନଙ୍କ ମଧ୍ୟରେ କେହି ତାହା ଜାଣି ନାହାଁନ୍ତି, କାରଣ ସେମାନେ ତାହା ଜାଣିଥିଲେ ଗୌରବମୟ ପ୍ରଭୁଙ୍କୁ କ୍ରୁଶରେ ହତ କରି ନ ଥାଆନ୍ତେ;

ଅର୍ଥାତ୍‍, ତୁମ୍ଭେମାନେ ଓ ମୋହର ଆତ୍ମା ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଶକ୍ତି ସହକାରେ ସମବେତ ହୋଇ ଏହା ସ୍ଥିର କରିଅଛୁ ଯେ,

ତୁମ୍ଭେମାନେ ତ ଖମୀରଶୂନ୍ୟ ଲୋକ, ଏଣୁ ଯେପରି ତୁମ୍ଭେମାନେ ନୂଆ ପିଣ୍ଡୁଳା ହୋଇ ପାର, ଏଥିପାଇଁ ପୁରୁଣା ଖମୀର ବାହାର କରିପକାଅ; କାରଣ ଆମ୍ଭମାନଙ୍କ ନିସ୍ତାର ପର୍ବର ମେଷଶାବକ, ଅର୍ଥାତ୍‍ ଖ୍ରୀଷ୍ଟ, ମଧ୍ୟ ବଳୀକୃତ ହୋଇଅଛନ୍ତି ।

ତଥାପି ଆମ୍ଭମାନଙ୍କର ଏକମାତ୍ର ଈଶ୍ୱର, ଅର୍ଥାତ୍‍ ଯେଉଁ ପିତାଙ୍କଠାରୁ ସମସ୍ତ ବିଷୟ ହୋଇଅଛି, ଆଉ ଆମ୍ଭେମାନେ ତାହାଙ୍କ ନିମନ୍ତେ ହୋଇଅଛୁ, ପୁଣି, ଏକମାତ୍ର ପ୍ରଭୁ, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟ, ତାହାଙ୍କ ଦ୍ୱାରା ସମସ୍ତ ବିଷୟ ହୋଇଅଛି, ପୁଣି, ତାହାଙ୍କ ଦ୍ୱାରା ଆମ୍ଭେମାନେ ହୋଇଅଛୁ ।

ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ୱରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ "ଯୀଶୁ ଅଭିଶପ୍ତ' ବୋଲି କୁହେ ନାହିଁ, ପୁଣି, କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ "ଯୀଶୁ ପ୍ରଭୁ' ବୋଲି କହିପାରେ ନାହିଁ ।

ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଶରୀର, ଆଉ ଏକ ଏକ ଜଣ ଏକ ଏକ ଅଙ୍ଗ ସ୍ୱରୂପ । ପୁଣି, ଈଶ୍ୱର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି ।

କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ, ସମାଧିପ୍ରାପ୍ତ ହେଲେ, ଶାସ୍ତ୍ର ଅନୁସାରେ ତୃତୀୟ ଦିବସରେ ଉତ୍ଥିତ ହେଲେ; ସେ କୈଫାଙ୍କୁ, ଆଉ, ତାହା ପରେ ଦ୍ୱାଦଶଙ୍କୁ ଦର୍ଶନ ଦେଲେ; ଏଉତ୍ତାରେ ଏକାଥରେ ପାଞ୍ଚ ଶହଠାରୁ ଅଧିକ ଭାଇମାନଙ୍କୁ ଦର୍ଶନ ଦେଲେ; ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଜି ପର୍ଯ୍ୟନ୍ତ ଜୀବିତ ଅଛନ୍ତି, କିନ୍ତୁ କେହି କେହି ମହାନିଦ୍ରାପ୍ରାପ୍ତ ହୋଇଅଛନ୍ତି ।

କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି । କାରଣ ମନୁଷ୍ୟ ଦ୍ୱାରା ମୃତ୍ୟୁ ଉପସ୍ଥିତ ହୋଇଥିବାରୁ ମନୁଷ୍ୟ ଦ୍ୱାରା ମଧ୍ୟ ମୃତମାନଙ୍କର ପୁନରୁତ୍ଥାନ ଉପସ୍ଥିତ ହୋଇଅଛି । ଯେଣୁ ଆଦମ ଦ୍ୱାରା ଯେପରି ସମସ୍ତେ ମୃତ୍ୟୁଭୋଗ କରନ୍ତି, ସେହିପରି ମଧ୍ୟ ଖ୍ରୀଷ୍ଟଙ୍କ ଦ୍ୱାରା ସମସ୍ତେ ସଜୀବ ହେବେ । କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା କ୍ରମାନୁସାରେ ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ; ତତ୍ପରେ ଯୁଗାନ୍ତ ଉପସ୍ଥିତ ହେବ, ସେ ସମୟରେ ସେ ସମସ୍ତ କର୍ତ୍ତାପଣ, ସମସ୍ତ କ୍ଷମତା ଓ ଶକ୍ତି ଲୋପ କଲା ଉତ୍ତାରେ ପିତା ଈଶ୍ୱରଙ୍କୁ ରାଜତ୍ୱ ସମର୍ପଣ କରିବେ । କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ୱ କରିବାକୁ ହେବ । ଶେଷ ଶତ୍ରୁ ସ୍ୱରୂପେ ମୃତ୍ୟୁକୁ ଲୋପ କରାଯିବ; କାରଣ ସେ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କଲେ। ଯେତେବେଳେ ସେ କହନ୍ତି, ସମସ୍ତ ବିଷୟ ବଶୀଭୂତ କରାଯାଇଅଛି, ଏହା ସ୍ପଷ୍ଟ, ସମସ୍ତ ବିଷୟ ଯେ ତାହାଙ୍କର ବଶୀଭୂତ କଲେ, ସେ ସେହି ସବୁର ଅନ୍ତର୍ଗତ ନୁହଁନ୍ତି । ଆଉ ସମସ୍ତ ବିଷୟ ପୁତ୍ରଙ୍କ ବଶୀଭୂତ କରାଗଲା ଉତ୍ତାରେ, ଯେ ସମସ୍ତ ବିଷୟ ତାହାଙ୍କର ବଶୀଭୂତ କଲେ, ସ୍ୱୟଂ ପୁତ୍ର ମଧ୍ୟ ତାହାଙ୍କର ବଶୀଭୂତ ହେବେ, ଯେପରି ଈଶ୍ୱର ସର୍ବେସର୍ବା ହୁଅନ୍ତି ।

କିନ୍ତୁ ସେମାନଙ୍କର ଜ୍ଞାନଚକ୍ଷୁ ଜଡ଼ୀଭୂତ ହୋଇଅଛି, କାରଣ ଆଜି ପର୍ଯ୍ୟନ୍ତ ପୁରାତନ ନିୟମ ପାଠ ସମୟରେ ସେହି ଆବରଣ ପୂର୍ବ ପରି ରହିଅଛି, ଆଉ ଖ୍ରୀଷ୍ଟଙ୍କଠାରେ ସେହି ଆବରଣର ଯେ ଲୋପ ହେଉଅଛି, ଏହା ପ୍ରକାଶ ପାଉ ନାହିଁ ।

କିନ୍ତୁ ଯଦ୍ୟପି ଆମ୍ଭମାନଙ୍କ ସୁସମାଚାର ଆଚ୍ଛାଦିତ ଥାଏ, ତାହା ବିନାଶପ୍ରାପ୍ତମାନଙ୍କ ପକ୍ଷରେ ଆଚ୍ଛାଦିତ; ଈଶ୍ୱରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥି ନିମନ୍ତେ ଏହି ଜଗତ୍‍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି । କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ । ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ୱର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ୱରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି ।

କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ ।

ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି ।

ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା,ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ୱରଙ୍କର ଧାର୍ମିକତାସ୍ୱରୂପ ହେଉ ।

କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ ।

ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋ'ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍‍, ଈଶ୍ୱରଙ୍କ ଯେଉଁ ପୁତ୍ର ମୋତେ ପ୍ରେମ କରି ମୋ' ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି ।

ଯୀଶୁଖ୍ରୀଷ୍ଟଙ୍କ ହେତୁ ଅବ୍ରାହାମଙ୍କର ଆଶୀର୍ବାଦ ଯେପରି ଅଣଯିହୂଦୀମାନଙ୍କ ପ୍ରତିବର୍ତ୍ତେ, ପୁଣି, ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,

କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାଧୀନ ହେଲେ, ଯେପରି ସେ ମୂଲ୍ୟ ଦେଇ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ ମୁକ୍ତ କରନ୍ତି, ପୁଣି, ଆମ୍ଭେମାନେ ପୁତ୍ରତ୍ୱର ଅଧିକାରପ୍ରାପ୍ତ ହେଉ ।

ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ୱର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି; ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କ'ଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କ'ଣ, ପୁଣି, ବିଶ୍ୱାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ୱ କ'ଣ, ଏହି ସବୁ ଜାଣି ପାର; ସେହି ଶକ୍ତି ଯେ ଖ୍ରୀଷ୍ଟଙ୍କଠାରେ ସାଧନ କରି ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି, ପ୍ରଭୁତ୍ୱ ପୁଣି, ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ, ସେ ସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ୱର୍ଗରେ ଆପଣା ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରାଇଲେ, ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ; ସେହି ମଣ୍ଡଳୀ ତାହାଙ୍କ ଶରୀର ସ୍ୱରୂପ, ଅର୍ଥାତ୍ ଯେ ସମସ୍ତ ବିଷୟକୁ ସର୍ବତୋଭାବେ ପୂର୍ଣ୍ଣ କରନ୍ତି, ତାହାଙ୍କ ପୂର୍ଣ୍ଣତା ।

ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେହି କୋଣର ପ୍ରଧାନ ପ୍ରସ୍ତର; ତାହାଙ୍କଠାରେ ପ୍ରତ୍ୟେକ ଗୃହ ଏକତ୍ର ସଂଲଗ୍ନ ହୋଇ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ସ୍ୱରୂପେ ବୃଦ୍ଧି ପାଉଅଛି; ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଈଶ୍ୱରଙ୍କ ଆତ୍ମିକ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ ।

ଯେ ଅବତରଣ କରିଥିଲେ, ସେ ଯେପରି ସମସ୍ତ ବିଷୟ ପୂର୍ଣ୍ଣ କରନ୍ତି, ଏଥିପାଇଁ ସେ ମଧ୍ୟ ସମସ୍ତ ସ୍ୱର୍ଗର ଊର୍ଦ୍ଧ୍ୱକୁ ଆରୋହଣ କଲେ।)

କିନ୍ତୁୁ ସତ୍ୟ ଅବଲମ୍ବନ କରି ମସ୍ତକ ସ୍ଵରୂପ ଯେ ଖ୍ରୀଷ୍ଟ, ତାହାଙ୍କ ଉଦ୍ଦେଶ୍ୟରେ ସର୍ବ ବିଷୟରେ ପ୍ରେମରେ ବୃଦ୍ଧି ପାଉ; ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧିର ସାହାଯ୍ୟ ଦ୍ୱାରା ପୁଣି, ପ୍ରତ୍ୟେକ ଅଂଶର କାର୍ଯ୍ୟସାଧକ ଶକ୍ତି ଅନୁସାରେ ସୁଖଚିତ ଓ ସୁସଂଯୁକ୍ତ ହୋଇ ପ୍ରେମରେ ଆପଣାର ନିଷ୍ଠା ନିମନ୍ତେ ନିଜର ବୃଦ୍ଧି ସାଧନ କରୁଅଛି ।

ଅତଏବ ପ୍ରିୟ ସନ୍ତାନମାନଙ୍କ ପରି ଈଶ୍ୱରଙ୍କ ଅନୁକାରୀ ହୁଅ; ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ଵରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।

ଯେଣୁ ଆମ୍ଭେମାନେ ତାହାଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ ।

ଖ୍ରୀଷ୍ଟ ଯୀଶୁଙ୍କର ଯେପରି ମନ ଥିଲା, ତୁମ୍ଭମାନଙ୍କର ସେହିପରି ମନ ହେଉ; ସେ ଈଶ୍ୱରରୂପୀ ହେଲେ ହେଁ ଈଶ୍ୱରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ, କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ; ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ । ଏହି କାରଣରୁ ଈଶ୍ୱର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି, ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି, ଯେପରି ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଆଣ୍ଠୁ ଯୀଶୁଙ୍କ ନାମରେ ନତ ହେବ, ପୁଣି, ପିତା ଈଶ୍ୱରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।

ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ, ଏବଂ କୌଣସି ପ୍ରକାରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହୋଇ ପାରେ ।

ସେ ଆମ୍ଭମାନଙ୍କୁ ଅନ୍ଧକାରର କ୍ଷମତାରୁ ଉଦ୍ଧାର କରି ଆପଣା ପ୍ରେମପାତ୍ର ପୁତ୍ରଙ୍କ ରାଜ୍ୟ ମଧ୍ୟକୁ ସ୍ଥାନାନ୍ତର କରିଅଛନ୍ତି; ଯୀଶୁଙ୍କଠାରେ ଆମ୍ଭେମାନେ ମୁକ୍ତି, ଅର୍ଥାତ୍‍, ପାପ କ୍ଷମା ପାଇଅଛୁ । ସେ ଅଦୃଶ୍ୟ ଈଶ୍ୱରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ, କାରଣ ଦୃଶ୍ୟ ଓ ଅଦୃଶ୍ୟ, ସ୍ୱର୍ଗରେ ଓ ପୃଥିବୀରେ ସମସ୍ତ ବିଷୟ ତାହାଙ୍କ ଦ୍ୱାରା ସୃଷ୍ଟି ହେଲା, ସିଂହାସନ କି ପ୍ରଭୁତ୍ୱ କି ଆଧିପତ୍ୟ କି କର୍ତ୍ତାପଣ, ସମସ୍ତ ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ ସୃଷ୍ଟ ହୋଇଅଛି; ସମସ୍ତ ବିଷୟ ସୃଷ୍ଟ ହେବା ପୂର୍ବରୁ ସେ ଅଛନ୍ତି ଓ ତାହାଙ୍କଠାରେ ସମସ୍ତ ବିଷୟର ଅସ୍ତିତ୍ୱ ଅଛି । ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି । କାରଣ ଈଶ୍ୱରଙ୍କ ସନ୍ତୋଷ ହେଲା ଯେ, ତାହାଙ୍କଠାରେ ସମସ୍ତ ପୂର୍ଣ୍ଣତା ବାସ କରିବ, ପୁଣି, ତାହାଙ୍କ କ୍ରୁଶର ରକ୍ତରେ ସେ ଶାନ୍ତି ସ୍ଥାପନ କରି ତାହାଙ୍କ ଦ୍ୱାରା ଆପଣା ସହିତ ସମସ୍ତର ମିଳନ କରନ୍ତି, ହଁ, ତାହାଙ୍କ ଦ୍ୱାରା ପୃଥିବୀ ବା ସ୍ୱର୍ଗରେ ସ୍ଥିତ ସମସ୍ତ ବିଷୟର ମିଳନ କରନ୍ତି ।

ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍‍ ଈଶ୍ୱରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି । ସେହି ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବୁଦ୍ଧିରୂପ ସମସ୍ତ ଧନ ନିହିତ ଅଛି।

କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ୱରତ୍ତ୍ୱ ଦେହବନ୍ତ ହୋଇ ବାସ କରେ, ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ୱରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ ।

ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ଅସ୍ତ୍ରଶସ୍ତ୍ର ଛଡ଼ାଇ ପ୍ରକାଶରେ ସେମାନଙ୍କ ପ୍ରଦର୍ଶନପୂର୍ବକ କ୍ରୁଶରେ ବିଜୟ ଯାତ୍ରା କରିଅଛନ୍ତି ।

ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ୱସ୍ଥାନ ବିଷୟସବୁ ଅନ୍ୱେଷଣ କର ।

କାରଣ ଏକମାତ୍ର ଈଶ୍ୱର ଅଛନ୍ତି, ଆଉ ଈଶ୍ୱର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ; ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି ।

ଈଶ୍ୱରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି । ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ଗୃହୀତ ହେଲେ ।

ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି କଳଙ୍କ ଶୂନ୍ୟ ଓ ଅନିନ୍ଦନୀୟ ହୋଇ ରୁହ । ସେ ପରମଧନ୍ୟ ଏକମାତ୍ର ସମ୍ରାଟ, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ, ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ । ଆମେନ୍ ।

ମୁଁ ଈଶ୍ୱରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି,

ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ୱର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥି ନିମନ୍ତେ ଶିକ୍ଷା ଦେଉଅଛି ।

ଈଶ୍ୱର ଅତୀତରେ ବିଭିନ୍ନ ସ୍ଥାନରେ ଓ ବିଭିନ୍ନ ପ୍ରକାରେ ଭାବବାଦୀମାନଙ୍କ ଦ୍ୱାରା ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ କଥା କହି ଏହି ଶେଷକାଳରେ ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ତାହାଙ୍କୁ ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ ଓ ତାହାଙ୍କ ଦ୍ୱାରା ମଧ୍ୟ ସମସ୍ତ ବିଶ୍ୱ ସୃଷ୍ଟି କଲେ; ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରିଅଛନ୍ତି,

କାରଣ ଈଶ୍ୱର ଦୂତମାନଙ୍କ ମଧ୍ୟରୁ କାହାକୁ କେବେ ଏହା କହିଅଛନ୍ତି, "ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ?'' ପୁନଶ୍ଚ, "ଆମ୍ଭେ ତାହାଙ୍କର ପିତା ହେବା, ଆଉ ସେ ଆମ୍ଭର ପୁତ୍ର ହେବେ?'' ପୁଣି, ଯେଉଁ ସମୟରେ ସେ ପ୍ରଥମଜାତଙ୍କୁ ପୁନର୍ବାର ଜଗତ ମଧ୍ୟରେ ପ୍ରବେଶ କରାଇବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି, ଈଶ୍ୱରଙ୍କର ସମସ୍ତ ଦୂତ ତାହାଙ୍କୁ ପ୍ରଣାମ କରନ୍ତୁ ।

ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, "ହେ ଈଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ ।'' "ତୁମ୍ଭେ ଧାର୍ମିକତାକୁ ପ୍ରେମ କରିଅଛ ଓ ଅଧାର୍ମିକତାକୁ ଘୃଣା କରିଅଛ, ତେଣୁ ଈଶ୍ୱର, ତୁମ୍ଭର ଈଶ୍ୱର, ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷେକ କରିଅଛନ୍ତି ।'' ଆହୁରି, "ହେ ପ୍ରଭୁ, ତୁମ୍ଭେ ଆରମ୍ଭରୁ ହିଁ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି, ଆକାଶମଣ୍ଡଳ ତୁମ୍ଭ ହସ୍ତକୃତ କର୍ମ'' "ସେହି ସବୁ ବିନଷ୍ଟ ହେବ, କିନ୍ତୁ ତୁମ୍ଭେ ଚିରସ୍ଥାୟୀ; ଆଉ ସେହି ସବୁ ବସ୍ତ୍ର ପରି କ୍ଷୟ ପାଇଯିବ,'' "ପୁଣି, ତୁମ୍ଭେ ଚାଦର ପରି, ହଁ ବସ୍ତ୍ର ପରି ସେହି ସବୁ ଗୁଡ଼ାଇବ, ଆଉ ସେହି ସବୁ ପରିବର୍ତ୍ତିତ ହେବ । କିନ୍ତୁ ତୁମ୍ଭେ ସର୍ବଦା ସମାନ, ପୁଣି, ତୁମ୍ଭର ବର୍ଷସମୂହ କେବେ ଶେଷ ହେବ ନାହିଁ ।''

କାରଣ ସେ ନିଜେ ପରୀକ୍ଷିତ ହୋଇ ଦୁଃଖଭୋଗ କରିଥିବାରୁ ପରୀକ୍ଷିତ ହେଉଥିବା ଲୋକମାନଙ୍କ ଉପକାର କରିବା ନିମନ୍ତେ ସକ୍ଷମ ଅଟନ୍ତି ।

ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;

ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ୱରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ । କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାଁନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ ।

ଯେ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ ପୁତ୍ର ହେଲେ ହେଁ ଦୁଃଖଭୋଗ ଦ୍ୱାରା ଆଜ୍ଞାବହତା ଶିକ୍ଷା କଲେ, ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ; ଏହେତୁ ସେ ଈଶ୍ୱରଙ୍କ କର୍ତ୍ତୃକ ମଲ୍‍କୀଷେଦକଙ୍କ ସଦୃଶ ମହାଯାଜକ ବୋଲି ନାମ ପ୍ରାପ୍ତ ହେଲେ ।

କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ତ୍ୱ ପ୍ରାପ୍ତ ହୋଇଅଛନ୍ତି । ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ୱରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ । କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ । ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି । ଯେଣୁ ମୋଶାଙ୍କ ବ୍ୟବସ୍ଥା ଦୁର୍ବଳତାବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ, କିନ୍ତୁ ଯେଉଁ ଶପଥବାକ୍ୟ ମୋଶାଙ୍କ ବ୍ୟବସ୍ଥା ପରେ ହୋଇଥିଲା, ତାହା ଅନନ୍ତକାଳ ପର୍ଯ୍ୟନ୍ତ ସିଦ୍ଧିପ୍ରାପ୍ତ ପୁତ୍ରଙ୍କୁ ନିଯୁକ୍ତ କରେ ।

ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି;

କାରଣ ପ୍ରଥମ ନିୟମ ଯଦି ଦୋଷରହିତ ହୋଇଥାଆନ୍ତା, ତେବେ ଦ୍ୱିତୀୟ ନିୟମର କଥା ଉଠି ନ ଥାଆନ୍ତା । ଯେଣୁ ସେ ସେଥିର ଦୋଷ ପ୍ରକାଶ କରି ସେମାନଙ୍କୁ କହନ୍ତି, ପ୍ରଭୁ କହନ୍ତି, ଦେଖ, ସମୟ ଆସୁଅଛି, ଯେତେବେଳେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୂଦା ବଂଶ ସହିତ ଗୋଟିଏ ନୂତନ ନିୟମ ସ୍ଥାପନ କରିବା;

ସେ ନୂତନ ନିୟମ ବୋଲି କହିବା ଦ୍ୱାରା ପ୍ରଥମକୁ ପୁରାତନ କରିଅଛନ୍ତି; ଆଉ ଯାହା ପୁରାତନ ଓ ଜୀର୍ଣ୍ଣ ହୋଇଯାଉଅଛି, ତାହାର ଲୋପ ହେବାର ସମୟ ସନ୍ନିକଟ ।

କିନ୍ତୁ ଖ୍ରୀଷ୍ଟ ବର୍ତ୍ତମାନ ଉତ୍ତମ ବିଷୟର ମହାଯାଜକ ସ୍ୱରୂପେ ଉପସ୍ଥିତ ହୋଇ ଏହି ସୃଷ୍ଟିରୁ ଭିନ୍ନ ଅହସ୍ତକୃତ ମହତ୍ ଓ ଶ୍ରେଷ୍ଠତର ତମ୍ବୁ ଦେଇ ଯାଇ ଛାଗ ଓ ଗୋବତ୍ସର ରକ୍ତ ନୁହେଁ, ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନନ୍ତ ମୁକ୍ତି ସାଧନ କରିଅଛନ୍ତି ।

ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଈଶ୍ୱରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି । କାରଣ ଚୁକ୍ତି କରାଯାଇଥିଲେ ଚୁକ୍ତି କରିଥିବା ବ୍ୟକ୍ତିଙ୍କ ମୃତ୍ୟୁର ପ୍ରମାଣ ଆବଶ୍ୟକ । ଯେଣୁ ମୃତ୍ୟୁ ଘଟିଲେ ଚୁକ୍ତି ବଳବନ୍ତ ହୁଏ, କାରଣ ଚୁକ୍ତି କରିଥିବା ଲୋକ ଜୀବିତ ଥିବା ପର୍ଯ୍ୟନ୍ତ ତାହା କଦାପି କାର୍ଯ୍ୟକାରୀ ହୁଏ ନାହିଁ । ଏଥି ନିମନ୍ତେ ପ୍ରଥମ ନିୟମ ମଧ୍ୟ ବିନା ରକ୍ତରେ ପ୍ରତିଷ୍ଠିତ ହୋଇ ନ ଥିଲା ।

ପୁଣି, ମୋଶାଙ୍କ ବ୍ୟବସ୍ଥା ଅନୁସାରେ ପ୍ରାୟ ସମସ୍ତ ବିଷୟ ରକ୍ତ ଦ୍ୱାରା ଶୁଚିକୃତ ହୁଏ, ଆଉ ରକ୍ତପାତ ବିନା ପାପ କ୍ଷମା ହୁଏ ନାହିଁ ।

କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଈଶ୍ୱରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ୱର୍ଗରେ ପ୍ରବେଶ କରିଅଛନ୍ତି ।

ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେମାତ୍ର ଉତ୍ସର୍ଗୀକୃତ ହୋଇ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ ।

ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଚିରକାଳ ପାଇଁ ଉପବେଶ ନ କଲେ;

ଅତଏବ, ହେ ଭାଇମାନେ, ଯୀଶୁ ବିଚ୍ଛେଦବସ୍ତ୍ର, ଅର୍ଥାତ୍‍, ଆପଣା ଶରୀର ଦ୍ୱାରା ଯେଉଁ ନୂତନ ଓ ଜୀବନଦାୟକ ପଥ ଆମ୍ଭମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି, ସେହି ପଥରେ ଯୀଶୁଙ୍କ ରକ୍ତ ଦ୍ୱାରା ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ନିମନ୍ତେ ଆମ୍ଭମାନଙ୍କର ସାହସ ଥିବାରୁ ପୁଣି, ଈଶ୍ୱରଙ୍କ ମନ୍ଦିର ଉପରେ ନିଯୁକ୍ତ ଆମ୍ଭମାନଙ୍କର ଜଣେ ମହାଯାଜକ ଥିବାରୁ

ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ୱରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି । ତୁମ୍ଭେମାନେ ଯେପରି ଆପଣା ଆପଣା ମନରେ ଶ୍ରାନ୍ତକ୍ଳାନ୍ତ ନ ହୁଅ; ଏଥିପାଇଁ ଯେ ପାପୀମାନଙ୍କଠାରୁ ଆପଣା ବିରୁଦ୍ଧରେ ଏଡ଼େ ପ୍ରତିକୂଳାଚରଣ ସହ୍ୟ କଲେ, ତାହାଙ୍କ ବିଷୟ ବିବେଚନା କର ।

ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ ।

ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି ।

ଯେଉଁ ଶାନ୍ତିଦାତା ଈଶ୍ୱର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍‍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ; ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ । ଯୁଗେ ଯୁଗେ ଗୌରବ ତାହାଙ୍କର । ଆମେନ୍‍ ।

ହେ ମୋହର ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ ।

ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ, ଅର୍ଥାତ୍‍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି । ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ୱରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ ।

ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ । ସେ ଜଗତର ପତ୍ତନ ପୂର୍ବରୁ ନିରୁପିତ ହୋଇ ତୁମ୍ଭମାନଙ୍କ ନିମନ୍ତେ ଶେଷକାଳରେ ପ୍ରକାଶିତ ହୋଇଅଛନ୍ତି; ଯେଉଁ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ୱରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ୱର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି ।

ଜୀବନ୍ତ ପ୍ରସ୍ତର ସ୍ୱରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ୱାରା ଅଗ୍ରାହ୍ୟ ହେଲେ ସତ, କିନ୍ତୁ ଈଶ୍ୱରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି, ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ । କାରଣ ଶାସ୍ତ୍ରରେ ଲିଖିତ ଅଛି, ଦେଖ, ଆମ୍ଭେ ସିୟୋନରେ ଗୋଟିଏ ମନୋନୀତ ଓ ବହୁମୂଲ୍ୟ କୋଣର ପ୍ରଧାନ ପ୍ରସ୍ତର ସ୍ଥାପନ କରୁଅଛୁ, ଆଉ ଯେ ତାହାଙ୍କଠାରେ ବିଶ୍ୱାସ କରିବ, ସେ ଲଜ୍ଜିତ ହେବ ନାହିଁ ।

ଏଣୁ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର ପୁଣି, ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା; ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ ।

ଏଥି ନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି; ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା । ସେ ନିନ୍ଦା ପାଇବା ସମୟରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ କରିବା ସମୟରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ; ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ । କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ ।

ଯେଣୁ ଆମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;

ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍‍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ୱରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି; ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି ।

ଶିମୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ୱାସ ପ୍ରାପ୍ତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ଈଶ୍ୱର ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ବିଷୟକ ଜ୍ଞାନ ଦ୍ୱାରା ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ଓ ଶାନ୍ତି ପ୍ରଚୁର ପରିମାଣରେ ହେଉ ।

ଆଉ ଏହି ପ୍ରକାରେ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଅନନ୍ତ ରାଜ୍ୟରେ ସ୍ୱଚ୍ଛନ୍ଦରେ ପ୍ରବେଶ କରିବାକୁ ତୁମ୍ଭମାନଙ୍କୁ ଦିଆଯିବ ।

କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ବନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ । ଯେଣୁ ଯେତେବେଳେ ମହା ଗୌରବ ମଧ୍ୟରୁ ତାହାଙ୍କ ପ୍ରତି ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ, ସେତେବେଳେ ସେ ପିତା ଈଶ୍ୱରଙ୍କଠାରୁ ସମ୍ଭ୍ରମ ଓ ଗୌରବପ୍ରାପ୍ତ ହେଲେ;

ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ । ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର ।

ହେ ମୋହର ପ୍ରିୟମାନେ, ତୁମ୍ଭେମାନେ ଯେପରି ପାପ ନ କର, ଏଥି ନିମନ୍ତେ ମୁଁ ଏହି ସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି । କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ । ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି।

ଆଉ ତୁମ୍ଭେମାନେ ଜାଣ ଯେ, ସେ ପାପ ବୋହିନେଇଯିବା ପାଇଁ ପ୍ରକାଶିତ ହେଲେ, ଆଉ ତାହାଙ୍କଠାରେ ପାପ ନାହିଁ ।

ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ୱରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ୱର ଓ ଅନନ୍ତ ଜୀବନ ଅଟନ୍ତି ।

ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ୱର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର । ଆମେନ୍‍ ।

ଯୋହନ ଆସିଆରେ ଥିବା ସପ୍ତ ମଣ୍ଡଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି, ପୁଣି, ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ ପରି ଆପଣା ଈଶ୍ୱର ଓ ପିତାଙ୍କ ନିକଟରେ ଯାଜକ ସ୍ୱରୂପେ ନିଯୁକ୍ତି କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ । ଆମେନ୍ । ଦେଖ ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ । ହଁ ଆମେନ୍ ।

ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ, ସେହି ପ୍ରଭୁ ଈଶ୍ୱର କହନ୍ତି, ଆମ୍ଭେ ଆରମ୍ଭ ଓ ଶେଷ ।

ତୁମ୍ଭେ ଯାହା ଦର୍ଶନ କରୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ମଣ୍ଡଳୀ, ଅର୍ଥାତ୍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା, ସାର୍ଦ୍ଦୀ, ଫିଲାଦେଲ୍‌ଫିଆ ଓ ଲାଅଦିକୀଆ ନିକଟକୁ ପ୍ରେରଣ କର ।

କିଏ ମୋ ସହିତ କଥା କହୁଅଛନ୍ତି, ଏହା ଦେଖିବା ନିମନ୍ତେ ମୁଁ ବୁଲିପଡ଼ିଲି । ଆଉ ବୁଲିପଡ଼ନ୍ତେ ମୁଁ ଦେଖିଲି, ସପ୍ତ ସୁବର୍ଣ୍ଣ ପ୍ରଦୀପ, ପୁଣି, ସେହି ପ୍ରଦୀପଗୁଡ଼ିକର ମଧ୍ୟସ୍ଥଳରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ବ୍ୟକ୍ତି; ସେ ପାଦ ପର୍ଯ୍ୟନ୍ତ ବସ୍ତ୍ରରେ ଆଚ୍ଛାଦିତ ଓ ବକ୍ଷସ୍ଥଳରେ ସୁବର୍ଣ୍ଣ ପଟୁକା ଦ୍ୱାରା ବେଷ୍ଟିତ; ଯୀଶୁଙ୍କ ମସ୍ତକ ହିମତୁଲ୍ୟ ଶୁଭ୍ର ଓ କେଶ ଲୋମ ପରି ଶୁକ୍ଲବର୍ଣ୍ଣ, ଆଉ ତାହାଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ, ତାହାଙ୍କ ପାଦ ଭାଟିରେ ପରିଷ୍କୃତ ଉଜ୍ଜ୍ୱଳ ପିତଳ ତୁଲ୍ୟ ଓ ତାହାଙ୍କ ସ୍ୱର ମହା ଜଳକଲ୍ଲୋଳର ସଦୃଶ । ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ଣ ଦ୍ୱିଧାର ଖଡ଼୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା ।

ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ, ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି ।

ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି । ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୂଦାୟ ପୃଥିବୀରେ ପ୍ରେରିତ ଈଶ୍ୱରଙ୍କର ସପ୍ତ ଆତ୍ମା ।

ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,

ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି, ସିଂହାସନ, ପ୍ରାଣୀ ଓ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ୱର ଶୁଣିଲି ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଓ ଅୟୁତ ଅୟୁତ । ସେମାନେ ଉଚ୍ଚସ୍ୱରରେ କହୁଥିଲେ, ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି । ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତା' ମଧ୍ୟରେ ଥିବା ସମସ୍ତ ଏହା କହୁଥିବା ଶୁଣିଲି, ପ୍ରଶଂସା ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର । ସେଥିରେ ଚାରି ପ୍ରାଣୀ କହିଲେ, ଆମେନ୍, ପୁଣି, ପ୍ରାଚୀନମାନେ ଉବୁଡ଼ ହୋଇ ପ୍ରଣାମ କଲେ ।

ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହାଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରିବାହୁଙ୍ଗା ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛନ୍ତି; ସେମାନେ ଉଚ୍ଚସ୍ୱରରେ କହୁଅଛନ୍ତି, ପରିତ୍ରାଣ, ସିଂହାସନ ଉପବିଷ୍ଟ ଆମ୍ଭମାନଙ୍କ ଈଶ୍ୱରଙ୍କର ଓ ମେଷଶାବକଙ୍କର କାର୍ଯ୍ୟ । ପୁଣି, ସମସ୍ତ ଦୂତ ସିଂହାସନ, ପ୍ରାଚୀନବର୍ଗ ଓ ଚାରି ପ୍ରାଣୀଙ୍କ ଚତୁର୍ଦ୍ଦିଗରେ ଉଭା ହୋଇଅଛନ୍ତି ଆଉ ସିଂହାସନ ସମ୍ମୁଖରେ ଉବୁଡ଼ ହୋଇପଡ଼ି ଈଶ୍ୱରଙ୍କୁ ପ୍ରଣାମ କରି କହୁଅଛନ୍ତି,

କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟକୁ ସେମାନଙ୍କୁ କଢ଼ାଇ ନେବେ, ପୁଣି, ଈଶ୍ୱର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ ।

ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ ।

ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ ।

ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ୧୪୪,୦୦୦ (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି ।

ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଶୁଭ୍ରବର୍ଣ୍ଣ ଖଣ୍ଡେ ମେଘ, ତହିଁ ଉପରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ଉପବିଷ୍ଟ, ତାହାଙ୍କ ମସ୍ତକରେ ସୁବର୍ଣ୍ଣ ମୁକୁଟ ଓ ହସ୍ତରେ ତୀକ୍ଷ୍ଣ ଦାଆ ।

ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ ।

ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି । ତାହାଙ୍କ ଚକ୍ଷୁ ଅଗ୍ନିଶିଖା ସଦୃଶ, ତାହାଙ୍କ ମସ୍ତକରେ ଅନେକ ମୁକୁଟ, ଆଉ ତାହାଙ୍କର ଗୋଟିଏ ନାମ ଲିଖିତ ଅଛି, ସେହି ନାମ ତାହାଙ୍କ ବିନା ଅନ୍ୟ କେହି ଜାଣେ ନାହିଁ । ସେ ରକ୍ତନିମଜ୍ଜିତ ବସ୍ତ୍ର ପରିହିତ, ପୁଣି, ତାହାଙ୍କର ନାମ ଈଶ୍ୱରଙ୍କ ବାକ୍ୟ । ସ୍ୱର୍ଗସ୍ଥ ସୈନ୍ୟବାହିନୀ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିହିତ ହୋଇ ଶୁଭ୍ରବର୍ଣ୍ଣ ଅଶ୍ୱମାନଙ୍କ ଉପରେ ଆରୋହଣ କରି ତାହାଙ୍କ ପଶ୍ଚାତ୍‍ଗମନ କଲେ । ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ଼୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ । ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘ ଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ ।

ପରେ ସିଂହାସନ ଉପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ । ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ । ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି । ଆମ୍ଭେ ଆଲଫା ଏବଂ ଓମେଗା, ଆରମ୍ଭ ଓ ଶେଷ । ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୁଲ୍ୟରେ ପାନ କରିବାକୁ ଦେବୁ ।

କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ । ଈଶ୍ୱର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ ।

ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି । ଆମ୍ଭେ ଆଲଫା ଏବଂ ଓମେଗା, ପ୍ରଥମ ଓ ଶେଷ, ଆଦି ଓ ଅନ୍ତ ।

ଆମ୍ଭେ ଯୀଶୁ, ମଣ୍ଡଳୀମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଏହି ସମସ୍ତ ସାକ୍ଷ୍ୟ ଦେବା ପାଇଁ ଆମ୍ଭର ଦୂତକୁ ପ୍ରେରଣ କରିଅଛୁ । ଆମ୍ଭେ ଦାଉଦଙ୍କ ମୂଳ ଓ ବଂଶଜ, ସେହି ଉଜ୍ଜ୍ୱଳ ପ୍ରଭାତୀ ତାରା ।

ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି, ସେ କହନ୍ତି, ସତ୍ୟ, ଆମ୍ଭେ ଶୀଘ୍ର ଆସୁଅଛୁ । ଆମେନ୍, ହେ ପ୍ରଭୁ ଯୀଶୁ, ଆସନ୍ତୁ । ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ସମସ୍ତଙ୍କ ସହବର୍ତ୍ତୀ ହେଉ । ଆମେନ୍ ।

Odia - ଓଡ଼ିଆ - OR

ORIRV'17 - Odia Indian Revised Version Oriya - 2021

This Bible text is from Oriya Indian Revised Version IRV Odia 2021
https://open.bible/bibles/oriya-bridge-text-bible/
provided by: Bridge Connectivity Solutions Pvt Ltd, available by Creative Commons CC-BY-SA-4.0,
and this new compilation is shared as www.creativecommons.org/licenses/by-sa/4.0.
Languages are made available to you by www.ipedge.net