10 – ବାପ୍ତିସ୍ମ
ଏଗୁଡ଼ିକ ହେଉଛି ସର୍ବଶକ୍ତିମାନ ପରମେଶ୍ୱରଙ୍କ ପବିତ୍ର ବାକ୍ୟ।
ମଣିଷର କଥାରେ ଆମର ଆଗ୍ରହ ନାହିଁ।
ଯିଏ ଭଗବାନଙ୍କୁ ଭଲ ପାଏ... ଭଗବାନ ଏହା ବିଷୟରେ କହନ୍ତି: ବାପ୍ତିସ୍ମ.
ଏଗୁଡ଼ିକ ହେଉଛି ସର୍ବଶକ୍ତିମାନ ପରମେଶ୍ୱରଙ୍କ ପବିତ୍ର ବାକ୍ୟ।
ମଣିଷର କଥାରେ ଆମର ଆଗ୍ରହ ନାହିଁ।
ଯିଏ ଭଗବାନଙ୍କୁ ଭଲ ପାଏ... ଭଗବାନ ଏହା ବିଷୟରେ କହନ୍ତି: ବାପ୍ତିସ୍ମ.
ଯୀଶୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରି ପାରେ ନାହିଁ । ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା ।
”ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ ମନ ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ ।
”ଏହା ଶୁଣି ସମସ୍ତ ଲୋକ, ଏପରିକି କରଗ୍ରାହୀମାନେ ସୁଦ୍ଧା ଯୋହନଙ୍କ ବାପ୍ତିସ୍ମରେ ବାପ୍ତିଜିତ ହୋଇଥିବାରୁ ଈଶ୍ୱରଙ୍କୁ ଯଥାର୍ଥ ବୋଲି ସ୍ୱୀକାର କଲେ; କିନ୍ତୁ ଫାରୂଶୀମାନେ ଓ ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞମାନେ ତାହାଙ୍କ ଦ୍ୱାରା ବାପ୍ତିଜିତ ନ ହୋଇ ନିଜ ନିଜ ବିଷୟରେ ଈଶ୍ୱରଙ୍କ ଯୋଜନା ଅଗ୍ରାହ୍ୟ କଲେ ।
”ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।
”ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ହୃଦୟର ଅଗ୍ରଚର୍ମ ସୁନ୍ନତ କର, ଆଉ ଶକ୍ତଗ୍ରୀବ ହୁଅ ନାହିଁ।
”ମୋ’ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋ’ ପାପରୁ ମୋତେ ଶୁଚି କର।
”ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।
”ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;
”ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ?
”ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା। ଆହୁରି, ଆମ୍ଭେ ତୁମ୍ଭମାନଙ୍କୁ ଏକ ନୂତନ ହୃଦୟ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା; ଆଉ, ଆମ୍ଭେ ତୁମ୍ଭମାନଙ୍କ ମାଂସ ମଧ୍ୟରୁ ପ୍ରସ୍ତରମୟ ହୃଦୟ କାଢ଼ି ନେବା ଓ ଆମ୍ଭେ ତୁମ୍ଭମାନଙ୍କୁ ମାଂସମୟ ହୃଦୟ ଦେବା। ପୁଣି, ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଆମ୍ଭର ପରମେଶ୍ୱରଙ୍କ ଆତ୍ମା ସ୍ଥାପନ କରିବା ଓ ତୁମ୍ଭମାନଙ୍କୁ ଆମ୍ଭର ବିଧିରୂପ ପଥରେ ଚଳାଇବା, ତହିଁରେ ତୁମ୍ଭେମାନେ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କରିବ।
”ସେତେବେଳେ ଯିରୂଶାଲମ ଓ ସମସ୍ତ ଯିହୂଦା ପ୍ରଦେଶ ପୁଣି, ଯର୍ଦନ ନିକଟବର୍ତ୍ତୀ ସମସ୍ତ ଅଞ୍ଚଳର ଲୋକମାନେ ବାହାରି ତାହାଙ୍କ ପାଖକୁ ଆସିବାକୁ ଲାଗିଲେ, ଆଉ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦନ ନଦୀରେ ବାପ୍ତିଜିତ ହେଲେ । କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, "ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା? ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର,
”ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ । ମୁଁ ସିନା ତୁମ୍ଭମାନଙ୍କୁ ମନ ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ । ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ସଫା କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ ।"
”ସେତେବେଳେ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ଗାଲିଲୀରୁ ଯର୍ଦନକୁ ଆସିଲେ । କିନ୍ତୁ ଯୋହନ ତାହାଙ୍କୁ ମନା କରିବାକୁ ଚେଷ୍ଟା କରି କହିଲେ, ଆପଣଙ୍କ ଦ୍ୱାରା ବାପ୍ତିଜିତ ହେବା ମୋହର ଆବଶ୍ୟକ, ଆଉ ଆପଣ ମୋ ନିକଟକୁ ଆସୁଅଛନ୍ତି? ମାତ୍ର ଯୀଶୁ ତାହାଙ୍କୁ ଉତ୍ତର ଦେଲେ, "ଏବେ ରାଜି ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉଚିତ ।" ସେଥିରେ ସେ ତାହାଙ୍କ କଥାରେ ରାଜି ହେଲେ । ଯୀଶୁ ବାପ୍ତିଜିତ ହେଲାକ୍ଷଣି ଜଳରୁ ଉଠି ଆସିଲେ, ଆଉ ଦେଖ, ଆକାଶ ଉନ୍ମୁକ୍ତ ହେଲା, ପୁଣି, ସେ ଈଶ୍ୱରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ । ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, "ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ ।"
”ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ଯଦି ତୁମ୍ଭେମାନେ ମୋତେ ତାହା କହିବ, ତେବେ କେଉଁ ଅଧିକାରରେ ମୁଁ ଏହି ସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି । ଯୋହନଙ୍କର ବାପ୍ତିସ୍ମ କେଉଁଠାରୁ ହୋଇଥିଲା? ସ୍ୱର୍ଗରୁ ବା ମନୁଷ୍ୟଠାରୁ? ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ ଆମ୍ଭମାନଙ୍କୁ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ? କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମୂହକୁ ତ ଭୟ! କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି । ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ । ସେ ମଧ୍ୟ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ ।
”ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ, ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହି ସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ।
”ବାପ୍ତିଜକ ଯୋହନ ପ୍ରାନ୍ତରରେ ଉପସ୍ଥିତ ହୋଇ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ । ସେଥିରେ ସମଗ୍ର ଯିହୂଦା ପ୍ରଦେଶ ଓ ସମସ୍ତ ଯିରୂଶାଲମ ନିବାସୀ ବାହାରି ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ ଓ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ । ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା କଟିରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ପଙ୍ଗପାଳ ଓ ବନମଧୁ ଖାଉଥିଲେ । ସେ ଘୋଷଣା କରି କହିବାକୁ ଲାଗିଲେ, ମୋ'ଠାରୁ ଯେ ଅଧିକ ଶକ୍ତିମାନ, ସେ ମୋ' ଉତ୍ତାରେ ଆସୁଅଛନ୍ତି; ମୁଁ ଅବନତ ହୋଇ ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ଯୋଗ୍ୟ ନୁହେଁ । ମୁଁ ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଲି, ମାତ୍ର ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦେବେ ।
”ସେହି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଆସି ଯର୍ଦ୍ଦନରେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ । ଆଉ, ସେହିକ୍ଷଣି ସେ ଜଳରୁ ଉଠି ଆସିବା ସମୟରେ ଆକାଶ ଉନ୍ମୁକ୍ତ ହେବା ଓ ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଓହ୍ଲାଇ ଆସିବା ଦେଖିଲେ, ପୁଣି, ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ ।
”କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ ଉତ୍ତର ଦିଅ, ତାହାହେଲେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ତୁମ୍ଭମାନଙ୍କୁ କହିବି । ଯୋହନଙ୍କର ବାପ୍ତିସ୍ମ ସ୍ୱର୍ଗରୁ ନା ମନୁଷ୍ୟଠାରୁ ହେଲା? ମୋତେ ଉତ୍ତର ଦିଅ । ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ? ଅବା ମନୁଷ୍ୟଠାରୁ ବୋଲି କଅଣ କହିବା? ସେମାନେ ଲୋକସମୂହକୁ ଭୟ କରୁଥିଲେ; କାରଣ ସମସ୍ତେ ଯୋହନଙ୍କୁ ପ୍ରକୃତରେ ଜଣେ ଭାବବାଦୀ ବୋଲି ମାନୁଥିଲେ । ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ ଯୀଶୁ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ ।
”ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର । ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ । ଆଉ ଏହି ସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ,
”ସେଥିରେ ସେ ଯର୍ଦନର ନିକଟବର୍ତ୍ତୀ ସମସ୍ତ ଅଞ୍ଚଳକୁ ଯାଇ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ,
”ଅତଏବ, ଯୋହନ ତାଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ବାହାରି ଆସୁଥିବା ଲୋକସମୂହକୁ କହିଲେ, ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା? ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରାହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରାହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି । ଆଉ, ଏବେ ସୁଦ୍ଧା ଗଛଗୁଡ଼ାକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ ।
”କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କ'ଣ କରିବା?
”ଯୋହନ ସମସ୍ତଙ୍କୁ ଉତ୍ତର ଦେଲେ, ମୁଁ ସିନା ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋଠାରୁ ଯେ ଅଧିକ ଶକ୍ତିମାନ, ସେ ଆସୁଅଛନ୍ତି, ତାହାଙ୍କର ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ । ଆପଣା ଖଳା ଉତ୍ତମ ରୂପେ ପରିଷ୍କାର କରିବା ନିମନ୍ତେ ଓ ନିଜ ଅମାରରେ ଗହମ ସଂଗ୍ରହ କରି ରଖିବା ନିମନ୍ତେ ତାହାଙ୍କ ହାତରେ କୁଲା ଅଛି, କିନ୍ତୁ ଅଗାଡ଼ିଯାକ ସେ ଅନନ୍ତ ଅଗ୍ନିରେ ପୋଡ଼ିପକାଇବେ ।
”ସମସ୍ତ ଲୋକ ବାପ୍ତିଜିତ ହେଲା ପରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଖୋଲା ହେଲା, ପୁଣି, ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ ।
”ଏହା ଶୁଣି ସମସ୍ତ ଲୋକ, ଏପରିକି କରଗ୍ରାହୀମାନେ ସୁଦ୍ଧା ଯୋହନଙ୍କ ବାପ୍ତିସ୍ମରେ ବାପ୍ତିଜିତ ହୋଇଥିବାରୁ ଈଶ୍ୱରଙ୍କୁ ଯଥାର୍ଥ ବୋଲି ସ୍ୱୀକାର କଲେ; କିନ୍ତୁ ଫାରୂଶୀମାନେ ଓ ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞମାନେ ତାହାଙ୍କ ଦ୍ୱାରା ବାପ୍ତିଜିତ ନ ହୋଇ ନିଜ ନିଜ ବିଷୟରେ ଈଶ୍ୱରଙ୍କ ଯୋଜନା ଅଗ୍ରାହ୍ୟ କଲେ ।
”ଆଉ, ଯୋହନ ସାକ୍ଷ୍ୟ ଦେଇ କହିଲେ, ମୁଁ ଆତ୍ମାଙ୍କୁ କପୋତ ପରି ଆକାଶରୁ ଅବତରଣ କରିବା ଦେଖିଅଛି, ଆଉ ସେ ତାହାଙ୍କ ଉପରେ ଅବସ୍ଥାନ କଲେ । ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, ମାତ୍ର ଯେ ମୋତେ ଜଳରେ ବାପ୍ତିସ୍ମ ଦେବାକୁ ପଠାଇଲେ, ସେ ମୋତେ କହିଲେ, ଯାହାଙ୍କ ଉପରେ ଆତ୍ମାଙ୍କୁ ଅବତରଣ ଓ ଅବସ୍ଥାନ କରିବା ଦେଖିବ, ଯେ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦିଅନ୍ତି, ସେ ସେହି ବ୍ୟକ୍ତି । ଆଉ, ମୁଁ ତାହା ଦେଖିଅଛି ଓ ସେ ଈଶ୍ୱରଙ୍କ ପୁତ୍ର ବୋଲି ସାକ୍ଷ୍ୟ ଦେଇଅଛି ।
”ଯୀଶୁ ତାଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ୱରଙ୍କ ରାଜ୍ୟ ଦେଖି ପାରେ ନାହିଁ । ନୀକଦୀମ ତାହାଙ୍କୁ ପଚାରିଲେ, ବୃଦ୍ଧ ହେଲେ ମନୁଷ୍ୟ କି ପ୍ରକାର ଜନ୍ମ ହୋଇ ପାରେ? ସେ କ'ଣ ଦ୍ୱିତୀୟ ଥର ଆପଣା ମାତାର ଗର୍ଭରେ ପ୍ରବେଶ କରି ଜନ୍ମ ହୋଇ ପାରେ? ଯୀଶୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରି ପାରେ ନାହିଁ । ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା । ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ ।
”ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିହୂଦା ପ୍ରଦେଶକୁ ଗଲେ, ଆଉ ସେ ସେ ସ୍ଥାନରେ ସେମାନଙ୍କ ସହିତ ରହି ବାପ୍ତିସ୍ମ ଦେବାକୁ ଲାଗିଲେ । ଯୋହନ ମଧ୍ୟ ଶାଲମ ନିକଟସ୍ଥ ଏନୋନରେ ବାପ୍ତିସ୍ମ ଦେଉଥିଲେ, କାରଣ ସେ ସ୍ଥାନରେ ବହୁତ ଜଳ ଥିଲା, ଆଉ ଲୋକେ ଆସି ବାପ୍ତିସ୍ମ ଗ୍ରହଣ କରୁଥିଲେ ।
”ସେଥିମଧ୍ୟରେ ଶୌଚକ୍ରିୟା ସମ୍ବନ୍ଧରେ ଯୋହନଙ୍କ ଶିଷ୍ୟମାନଙ୍କ ପକ୍ଷରୁ ଜଣେ ଯିହୂଦୀ ସହିତ ବାଦାନୁବାଦ ଘଟିଲା । ଆଉ, ସେମାନେ ଯୋହନଙ୍କ ନିକଟକୁ ଯାଇ ତାଙ୍କୁ କହିଲେ, ହେ ଗୁରୁ, ଯେ ଯର୍ଦନର ଅପର ପାରିରେ ଆପଣଙ୍କ ସହିତ ଥିଲେ, ଯାହାଙ୍କ ସମ୍ବନ୍ଧରେ ଆପଣ ସାକ୍ଷ୍ୟ ଦେଇଅଛନ୍ତି, ଦେଖନ୍ତୁ, ସେ ବାପ୍ତିସ୍ମ ଦେଉଅଛନ୍ତି ଓ ସମସ୍ତେ ତାହାଙ୍କ ନିକଟକୁ ଯାଉଅଛନ୍ତି । ଯୋହନ ଉତ୍ତର ଦେଲେ, ସ୍ୱର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇ ପାରେ ନାହିଁ ।
”ଯୀଶୁ ଯେ ଯୋହନଙ୍କ ଅପେକ୍ଷା ଅଧିକ ଶିଷ୍ୟ କରୁଅଛନ୍ତି ଓ ବାପ୍ତିସ୍ମ ଦେଉଅଛନ୍ତି (ଯଦ୍ୟପି ଯୀଶୁ ଆପେ ବାପ୍ତିସ୍ମ ଦେଉ ନ ଥିଲେ, ମାତ୍ର ତାହାଙ୍କ ଶିଷ୍ୟମାନେ ଦେଉଥିଲେ), ଏହା ଫାରୂଶୀମାନେ ଶୁଣିଅଛନ୍ତି ବୋଲି ଯେତେବେଳେ ପ୍ରଭୁ ଜାଣିଲେ, ସେତେବେଳେ ସେ ଯିହୂଦା ପ୍ରଦେଶ ପରିତ୍ୟାଗ କରି ପୁନର୍ବାର ଗାଲିଲୀକୁ ପ୍ରସ୍ଥାନ କଲେ ।
”ଯଦି ତୁମ୍ଭେମାନେ ମୋତେ ପ୍ରେମ କର, ତାହାହେଲେ ମୋହର ଆଜ୍ଞାସବୁ ପାଳନ କରିବ ।
”ଥରେ ସେମାନଙ୍କ ସହିତ ଭୋଜନରେ ବସିବା ସମୟରେ ସେ ସେମାନଙ୍କୁ ଏହି ଆଜ୍ଞା ଦେଲେ, ତୁମ୍ଭେମାନେ ଯିରୂଶାଲମରୁ ପ୍ରସ୍ଥାନ କର ନାହିଁ, କିନ୍ତୁ ପିତାଙ୍କର ଯେଉଁ ପ୍ରତିଜ୍ଞା ବିଷୟ ମୋ'ଠାରୁ ଶୁଣିଅଛ, ସେଥିର ଅପେକ୍ଷାରେ ରହିଥାଅ; କାରଣ ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ଅଳ୍ପ ଦିନ ମଧ୍ୟରେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ ।
”ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ । ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ଡ ପବନର ଶବ୍ଦ ତୁଲ୍ୟ ଗୋଟିଏ ଶବ୍ଦ ହଠାତ୍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ଚାରିଆଡ଼େ ବ୍ୟାପିଗଲା, ଆଉ ନିଆଁ ଭଳି ଜିହ୍ୱାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରକୁ ଉହ୍ଲାଇ ଆସିଲା । ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ ।
”ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ ମନ ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ ।
”ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ । ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ । ଆଉ, ଲୋକ ସମସ୍ତେ ଭୀତ ହେବାକୁ ଲାଗିଲେ; ପ୍ରେରିତମାନଙ୍କ ଦ୍ୱାରା ମଧ୍ୟ ଅନେକ ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧିତ ହେବାକୁ ଲାଗିଲା ।
”କିନ୍ତୁ ଫିଲିପ୍ପ ଈଶ୍ୱରଙ୍କ ରାଜ୍ୟ ଓ ଯୀଶୁଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାହାଙ୍କ କଥାରେ ବିଶ୍ୱାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ । ଆଉ, ଶିମୋନ ନିଜେ ମଧ୍ୟ ବିଶ୍ୱାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଥେ ସାଥେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଆଶ୍ଚର୍ଯ୍ୟର କାର୍ଯ୍ୟ ଦେଖି ଆଚମ୍ବିତ ହେବାକୁ ଲାଗିଲା ।
”ଶମିରୋଣର ଲୋକମାନେ ଯେ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି,ଏହା ଯେତେବେଳେ ଯିରୂଶାଲମରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ । ସେମାନେ ଯାଇ,ସେହି ଲୋକମାନେ ଯେପରି ପବିତ୍ର ଆତ୍ମା ପ୍ରାପ୍ତ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ପାଇଁ ପ୍ରାର୍ଥନା କଲେ, କାରଣ ଏପର୍ଯ୍ୟନ୍ତ ସେ ସେମାନଙ୍କ ମଧ୍ୟରୁ କାହାରି ଉପରେ ଆସି ନ ଥିଲେ, କେବଳ ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ । ସେତେବେଳେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ, ଆଉ ସେମାନେ ପବିତ୍ର ଆତ୍ମା ପ୍ରାପ୍ତ ହେଲେ ।
”ଆଉ ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ,ଏଠାରେ ତ ଜଳ ଅଛି,ମୋହର ବାପ୍ତିଜିତ ହେବା ନିମନ୍ତେ କ'ଣ ବାଧା ଅଛି? [ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ୱାସ କରନ୍ତି, ତାହାହେଲେ ହୋଇ ପାରେ । ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ୱରଙ୍କ ପୁତ୍ର,ଏହା ମୁଁ ବିଶ୍ୱାସ କରୁଅଛି ।] ପୁଣି, ସେ ରଥ ଠିଆ କରିବାକୁ ଆଜ୍ଞା ଦେଲେ, ଆଉ ଫିଲିପ୍ପ ଓ ନପୁଂସକ ଉଭୟ ଜଳ ଭିତରକୁ ଓହ୍ଲାଇଗଲେ, ଆଉ ଫିଲିପ୍ପ ତାହାଙ୍କୁ ବାପ୍ତିସ୍ମ ଦେଲେ । ସେମାନେ ଜଳ ମଧ୍ୟରୁ ଉଠି ଆସନ୍ତେ ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କ ଘେନିଗଲେ, ପୁଣି, ନପୁଂସକ ତାହାଙ୍କୁ ଆଉ ଦେଖିଲେ ନାହିଁ; ତଥାପି ସେ ଆନନ୍ଦ କରୁ କରୁ ଆପଣା ପଥରେ ଚାଲିଗଲେ । କିନ୍ତୁ ଫିଲିପ୍ପ ଅଷ୍ଦୋଦ୍ ନାମକ ସ୍ଥାନରେ ଦେଖାଗଲେ, ଆଉ ସେ ଯାଉ ଯାଉ ନଗରେ ନଗରେ ସୁସମାଚାର ପ୍ରଚାର କରି କାଇସରିୟାରେ ଯାଇ ପହଞ୍ଚିଲେ ।
”ସେହିକ୍ଷଣି ତାହାଙ୍କ ଆଖିରୁ କାତି ପରି କ'ଣ ଖସିପଡ଼ିଲା ଓ ସେ ଦୃଷ୍ଟି ପାଇଲେ; ପୁଣି, ସେ ଉଠି ବାପ୍ତିଜିତ ହେଲେ,
”ସେତେବେଳେ ପିତର ଉତ୍ତର ଦେଲେ, ଏହି ଯେଉଁ ଲୋକମାନେ ଆମ୍ଭମାନଙ୍କ ପରି ପବିତ୍ର ଆତ୍ମା ପ୍ରାପ୍ତ ହୋଇଅଛନ୍ତି, ଏମାନେ ଯେପରି ବାପ୍ତିଜିତ ନ ହୁଅନ୍ତି, ସେଥିନିମନ୍ତେ କି କେହି ଜଳ ନିଷେଧ କରି ପାରେ? ପୁଣି, ସେ ସେମାନଙ୍କୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ନେବା ନିମନ୍ତେ ଆଦେଶ ଦେଲେ । ପରେ ସେମାନେ କିଛି ଦିନ ରହିବା ପାଇଁ ତାହାଙ୍କୁ ଅନୁରୋଧ କଲେ ।
”ସେତେବେଳେ ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ମୋହର ସ୍ମରଣରେ ପଡ଼ିଲା, ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ । ଅତଏବ, ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ସମୟରେ ଈଶ୍ୱର ଯେପରି ଆମ୍ଭମାନଙ୍କୁ ଦାନ ଦେଇଥିଲେ, ସେହିପରି ଯେବେ ସେମାନଙ୍କୁ ସୁଦ୍ଧା ସମାନ ଦାନ ଦେଲେ, ମୁଁ କିଏ ଯେ ଈଶ୍ୱରଙ୍କୁ ପ୍ରତିରୋଧ କରି ପାରିଥାନ୍ତି? ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ୱରଙ୍କର ପ୍ରଶଂସା କରି କହିଲେ, ତେବେ ଈଶ୍ୱର ଅଣଯିହୂଦୀମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନ ପରିବର୍ତ୍ତନ ଦାନ କରିଅଛନ୍ତି ।
”ତାହାଙ୍କ ବଂଶରୁ ଈଶ୍ୱର ପ୍ରତିଜ୍ଞାନୁସାରେ ଇସ୍ରାଏଲ ନିମନ୍ତେ ଜଣେ ତ୍ରାଣକର୍ତ୍ତା; ଅର୍ଥାତ୍ ଯୀଶୁଙ୍କୁ ଉତ୍ପନ୍ନ କରିଅଛନ୍ତି । ତାହାଙ୍କ ଆଗମନ ପୂର୍ବେ ଯୋହନ ସମସ୍ତ ଇସ୍ରାଏଲ ଲୋକଙ୍କ ନିକଟରେ ପ୍ରଥମରେ ମନପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିଥିଲେ;
”ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ୱରଭକ୍ତା ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ । ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି,ଏଥି ନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ । ପୁଣି, ସେ ଓ ତାହାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋହର ଗୃହକୁ ଆସି ବାସ କରନ୍ତୁ; ଆଉ ସେ ଆମ୍ଭମାନଙ୍କୁ ବାଧ୍ୟ କଲେ ।
”ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର, ତାହାହେଲେ ତୁମ୍ଭେ ଏବଂ ତୁମ୍ଭ ସପରିବାର ପରିତ୍ରାଣ ପାଇବ । ପରେ ସେମାନେ ତାହାଙ୍କୁ ଓ ତାହାଙ୍କ ଗୃହରେ ଥିବା ସମସ୍ତଙ୍କୁ ଈଶ୍ୱରଙ୍କ ବାକ୍ୟ କହିଲେ । ଆଉ ସେ ସେମାନଙ୍କୁ ରାତ୍ରିର ସେହି ସମୟରେ ଘେନିଯାଇ ସେମାନଙ୍କ ପ୍ରହାରର କ୍ଷତସବୁ ଧୋଇଦେଲେ, ପୁଣି, ସେ ଓ ତାହାଙ୍କର ସମସ୍ତେ ସେହିକ୍ଷଣି ବାପ୍ତିଜିତ ହେଲେ ।
”କିନ୍ତୁ ସମାଜଗୃହର ଅଧ୍ୟକ୍ଷ କ୍ରୀଷ୍ପ ଏବଂ ସପରିବାର ପ୍ରଭୁଙ୍କଠାରେ ବିଶ୍ୱାସ କଲେ, ଆଉ କରିନ୍ଥୀୟମାନଙ୍କ ମଧ୍ୟରୁ ଅନେକ ଶୁଣି ବିଶ୍ୱାସ କରିବାକୁ ଲାଗିଲେ ଓ ବାପ୍ତିଜିତ ହେଲେ ।
”ସେ ସେମାନଙ୍କୁ ପଚାରିଲେ, ବିଶ୍ୱାସ କରିବା ସମୟରେ କ'ଣ ତୁମ୍ଭେମାନେ ପବିତ୍ର ଆତ୍ମାଙ୍କୁ ପାଇଥିଲ? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନା ପବିତ୍ର ଆତ୍ମା ଯେ ଦତ୍ତ ହୋଇଅଛନ୍ତି, ତାହା ସୁଦ୍ଧା ଆମ୍ଭେମାନେ ଶୁଣିନାହୁଁ । ତେଣୁ ସେ ପଚାରିଲେ, ତେବେ ତୁମ୍ଭେମାନେ କାହିଁରେ ବାପ୍ତିଜିତ ହୋଇଥିଲ? ସେମାନେ କହିଲେ, ଯୋହନଙ୍କ ବାପ୍ତିସ୍ମରେ । ସେଥିରେ ପାଉଲ କହିଲେ, ଯୋହନ ମନପରିବର୍ତ୍ତନର ବାପ୍ତିସ୍ମରେ ବାପ୍ତିସ୍ମ ଦେଇ, ତାହାଙ୍କ ପରେ ଯେ ଆସିବେ, ତାହାଙ୍କଠାରେ ଅର୍ଥାତ୍ ଯୀଶୁଙ୍କଠାରେ ବିଶ୍ୱାସ କରିବାକୁ ହେବ ବୋଲି ଲୋକମାନଙ୍କୁ କହୁଥିଲେ । ସେମାନେ ଏହା ଶୁଣି ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହେଲେ, ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ ।
”ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ ।
”ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଅତଏବ, ଆମ୍ଭେମାନେ ବାପ୍ତିସ୍ମ ଦ୍ୱାରା ମରଣରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇଅଛୁ, ଯେପରି ଖ୍ରୀଷ୍ଟ ପିତାଙ୍କ ଗୌରବ ଦ୍ୱାରା ମୃତ୍ୟୁମାନଙ୍କ ମଧ୍ୟରୁ ଯେଉଁ ପ୍ରକାରେ ଉତ୍ଥାପିତ ହେଲେ, ଆମ୍ଭେମାନେ ମଧ୍ୟ ସେହି ପ୍ରକାରେ ଜୀବନର ନୂତନ ଭାବରେ ଆଚରଣ କରୁ; କାରଣ ଯଦି ଆମ୍ଭେମାନେ ତାହାଙ୍କ ମୃତ୍ୟୁର ସାଦୃଶ୍ୟରେ ମୃତ୍ୟୁଭୋଗ କରି ତାହାଙ୍କ ସହିତ ଏକୀଭୂତ ହୋଇଅଛୁ, ତାହାହେଲେ ନିଶ୍ଚୟ ତାହାଙ୍କ ପୁନରୁତ୍ଥାନର ସାଦୃଶ୍ୟରେ ମଧ୍ୟ ଉତ୍ଥିତ ହୋଇ ତାହାଙ୍କ ସହିତ ଏକୀଭୂତ ହେବା । ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ୱରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ୱଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି, ଏହା ତ ଆମ୍ଭେମାନେ ଜାଣୁ, କାରଣ ଯେ ମରିଅଛି, ସେ ପାପରୁ ମୁକ୍ତ ହୋଇଅଛି । କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ୱାସ କରୁ ।
”ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ୱରଙ୍କ ପ୍ରତି ଜୀବିତ ବୋଲି ଗଣନା କର ।
”କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କଠାରେ ଥାଆନ୍ତି, ତାହାହେଲେ ଶରୀର ପାପ ହେତୁ ମୃତ ଅଟେ, ମାତ୍ର ଆତ୍ମା ଧାର୍ମିକତା ହେତୁ ଜୀବିତ ଅଟେ ।
”ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ୱରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ ।
”ଯେଣୁ ଆମ୍ଭେମାନେ ଯିହୂଦୀ ହେଉ ବା ଗ୍ରୀକ୍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛ ।
”ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି ।
”କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କର ସନ୍ତାନ ହୋଇଅଛ; ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ ।
”ଏହି ସଂସାରର ଭାବାନୁସାରେ ପୁଣି, ଆକାଶମଣ୍ଡଳ ରାଜ୍ୟର ଅଧିପତି,
”ପୁଣି, ତାହାଙ୍କ ସହିତ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି, ଯେପରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି,
”ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ୱାନର ଏକ ଭରସାରେ ମଧ୍ୟ ଆହୁତ ହୋଇଅଛ; ଏକ ପ୍ରଭୁ, ଏକ ବିଶ୍ୱାସ, ଏକ ବାପ୍ତିସ୍ମ, ସମସ୍ତଙ୍କ ଏକ ଈଶ୍ୱର ଓ ପିତା;
”ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ତାହାକୁ ପରିଷ୍କାର କରି ପବିତ୍ର କରନ୍ତି, ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ, ଆଉ ସେହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି ।
”ଆହୁରି ମଧ୍ୟ ତୁମ୍ଭେମାନେ ଶାରୀରିକ ସ୍ୱଭାବ ତ୍ୟାଗ କରି ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଅହସ୍ତକୃତ ସୁନ୍ନତରେ, ଅର୍ଥାତ୍ ଖ୍ରୀଷ୍ଟୀୟ ସୁନ୍ନତରେ ସୁନ୍ନତ ପ୍ରାପ୍ତ ହୋଇଅଛ; ତୁମ୍ଭେମାନେ ବାପ୍ତିସ୍ମରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇ, ଯେଉଁ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ କାର୍ଯ୍ୟସାଧକ ଶକ୍ତିରେ ବିଶ୍ୱାସ କରି ଖ୍ରୀଷ୍ଟଙ୍କ ସହିତ ମଧ୍ୟ ଉତ୍ଥାପିତ ହୋଇଅଛ ।
”ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନ ପରିବର୍ତ୍ତନ, ଈଶ୍ୱରଙ୍କଠାରେ ବିଶ୍ୱାସ, ନାନା ବାପ୍ତିସ୍ମ ସମ୍ବନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମୃତମାନଙ୍କ ପୁନରୁତ୍ଥାନ ଓ ଅନନ୍ତ ବିଚାର ସ୍ୱରୂପ ଭିତ୍ତିମୂଳ ପୁନର୍ବାର ନ ବସାଇ ସିଦ୍ଧି ଲାଭ କରିବା ନିମନ୍ତେ ଅଗ୍ରସର ହେଉ । ହଁ, ଈଶ୍ୱରଙ୍କ ଅନୁମତି ହେଲେ ଆମ୍ଭେମାନେ ଏହା କରିବା ।
”ଅତଏବ, ହେ ଭାଇମାନେ, ଯୀଶୁ ବିଚ୍ଛେଦବସ୍ତ୍ର, ଅର୍ଥାତ୍, ଆପଣା ଶରୀର ଦ୍ୱାରା ଯେଉଁ ନୂତନ ଓ ଜୀବନଦାୟକ ପଥ ଆମ୍ଭମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି, ସେହି ପଥରେ ଯୀଶୁଙ୍କ ରକ୍ତ ଦ୍ୱାରା ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ନିମନ୍ତେ ଆମ୍ଭମାନଙ୍କର ସାହସ ଥିବାରୁ ପୁଣି, ଈଶ୍ୱରଙ୍କ ମନ୍ଦିର ଉପରେ ନିଯୁକ୍ତ ଆମ୍ଭମାନଙ୍କର ଜଣେ ମହାଯାଜକ ଥିବାରୁ ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ୱରଙ୍କ ନିକଟବର୍ତ୍ତୀ ହେଉ;
”ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର; ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍ ଈଶ୍ୱରଙ୍କ ଜୀବନ୍ତ ଓ ନିତ୍ୟସ୍ଥାୟୀ ବାକ୍ୟ ଦ୍ୱାରା ନୂତନୀକୃତ ହୋଇଅଛ ।
”ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ୱରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି;
”ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ୱାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତି, ସେମାନେ ଧନ୍ୟ ।
”