11 – ପାପ
ଏଗୁଡ଼ିକ ହେଉଛି ସର୍ବଶକ୍ତିମାନ ପରମେଶ୍ୱରଙ୍କ ପବିତ୍ର ବାକ୍ୟ।
ମଣିଷର କଥାରେ ଆମର ଆଗ୍ରହ ନାହିଁ।
ଯିଏ ଭଗବାନଙ୍କୁ ଭଲ ପାଏ... ଭଗବାନ ଏହା ବିଷୟରେ କହନ୍ତି: ପାପ.
ଏଗୁଡ଼ିକ ହେଉଛି ସର୍ବଶକ୍ତିମାନ ପରମେଶ୍ୱରଙ୍କ ପବିତ୍ର ବାକ୍ୟ।
ମଣିଷର କଥାରେ ଆମର ଆଗ୍ରହ ନାହିଁ।
ଯିଏ ଭଗବାନଙ୍କୁ ଭଲ ପାଏ... ଭଗବାନ ଏହା ବିଷୟରେ କହନ୍ତି: ପାପ.
କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ୱେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ, ବରଂ ବିଚାରର ଏକ ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ଡତା ଅବଶିଷ୍ଟ ଥାଏ ।
”ସେମାନେ ପରମେଶ୍ୱରଙ୍କ ନିୟମ ପାଳନ କଲେ ନାହିଁ ଓ ତାହାଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଅସ୍ୱୀକାର କଲେ;
”ତେଣୁ ତୁମ୍ଭେମାନେ ଆପଣା ଆପଣା ପାପରେ ମରିବ, ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ ଆପଣା ଆପଣା ପାପରେ ମରିବ ।
”ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରି ପାର, ମାତ୍ର, ସଦସତ୍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”
”ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।
”ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ। ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ। ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ?” ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।” ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ?”
”ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।” ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।”
”ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ, ଏଥିପାଇଁ ସଦାପ୍ରଭୁ ପରମେଶ୍ୱର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରି ଦେଲେ ଓ ସେ ଯେଉଁ ମୃତ୍ତିକାରୁ ନୀତ ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ। ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।
”ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ। ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ? ଆଉ କାହିଁକି ଦୁଃଖିତ ହେଉଅଛ? ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।” ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ।
”ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।
”ସଦାପ୍ରଭୁ ଆହୁରି କହିଲେ, “ସଦୋମ ଓ ହମୋରାର ବିରୁଦ୍ଧରେ ମହାଧ୍ୱନି ଉଠୁଅଛି, ସେମାନଙ୍କର ପାପ ଅତିଶୟ ଗୁରୁତର;
”ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ। ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ। ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା; ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାକାରୀ।
”ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେକେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।
”ତୁମ୍ଭେ ନରହତ୍ୟା କରିବ ନାହିଁ। ତୁମ୍ଭେ ବ୍ୟଭିଚାର କରିବ ନାହିଁ। ତୁମ୍ଭେ ଚୋରି କରିବ ନାହିଁ। ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ। ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।
”ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ପରୀକ୍ଷା କରିବାକୁ ଓ ତୁମ୍ଭେମାନେ ଯେପରି ପାପ ନ କରିବ, ଏଥିପାଇଁ ଆପଣାର ଭୟାନକତା ତୁମ୍ଭମାନଙ୍କ ଚକ୍ଷୁଗୋଚର କରିବାକୁ ପରମେଶ୍ୱର ଆସିଅଛନ୍ତି।”
”ପୁଣି, ଯେକେହି ଆପଣା ପିତା କିମ୍ବା ମାତାକୁ ପ୍ରହାର କରେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ। ଆଉ ଯେକେହି ମନୁଷ୍ୟକୁ ଚୋରି କରି ଯଦି ବିକ୍ରୟ କରେ, ଅବା ସେ ଯଦି ତାହାର ଅଧିକାରରେ ପ୍ରାପ୍ତ ହୁଏ, ତେବେ ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ। ଯେକେହି ଆପଣା ପିତା କିମ୍ବା ମାତାକୁ ଅଭିଶାପ ଦିଏ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
”ଯେକେହି ପଶୁ ସହିତ ଯୌନ ସମ୍ପର୍କ ରଖେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
”ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ।
”ପୁଣି ଉକ୍ତ କୌଣସି ଏକ ବିଷୟରେ ସେ ଦୋଷୀ ହେଲେ, ଆପଣାର ସେହି କୃତ ପାପ ସ୍ୱୀକାର କରିବା ତାହାର କର୍ତ୍ତବ୍ୟ।
”ଆଉ, ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ ପ୍ରତିବାସୀର ଭାର୍ଯ୍ୟା ନିକଟକୁ ଗମନ କରିବ ନାହିଁ।
”ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ୍ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁ ଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
”ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ।
”ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ କୌଣସି ପଶୁଠାରେ ଗମନ କରିବ ନାହିଁ; କିଅବା କୌଣସି ସ୍ତ୍ରୀ ଆପଣା ସହିତ ସଂସର୍ଗ କରାଇବାକୁ କୌଣସି ପଶୁର ସମ୍ମୁଖରେ ଠିଆ ହେବ ନାହିଁ; ଏହା ତ ପାଷାଣ୍ଡତା।
”ତେଣୁ ଯେଉଁମାନେ ଏହିସବୁ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବେ, ସେହି କର୍ମକାରୀ ପ୍ରାଣୀମାନେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।
”ତୁମ୍ଭେମାନେ ଚୋରି କରିବ ନାହିଁ, କିଅବା ପ୍ରବଞ୍ଚନା କରିବ ନାହିଁ, କି ପରସ୍ପର ମିଥ୍ୟା କହିବ ନାହିଁ।
”ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ।
”ତୁମ୍ଭେମାନେ ବିଚାର ଅବା ମାପ ଅବା ତୌଲ କିଅବା ପରିମାଣ ବିଷୟରେ ଅଧର୍ମ କରିବ ନାହିଁ। ଯଥାର୍ଥ ଦଣ୍ଡି, ଯଥାର୍ଥ ବଟଖରା, ଯଥାର୍ଥ ଐଫା ଓ ଯଥାର୍ଥ ହିନ୍, ତୁମ୍ଭମାନଙ୍କର ହେବ; ଯେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
”ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
”ଆଉ, ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଯେକେହି ଆପଣା ପରମେଶ୍ୱରଙ୍କୁ ଅଭିଶାପ ଦିଏ, ସେ ଆପଣା ଅପରାଧ ବୋହିବ। ପୁଣି, ଯେକେହି ଆପଣା ସଦାପ୍ରଭୁଙ୍କ ନାମର ନିନ୍ଦା କରେ, ସେ ଅବଶ୍ୟ ହତ ହେବ; ସମସ୍ତ ମଣ୍ଡଳୀ ତାହାକୁ ନିଶ୍ଚୟ ପଥର ମାରି ବଧ କରିବେ; ବିଦେଶୀ ହେଉ ବା ସ୍ୱଦେଶୀ ହେଉ, ସଦାପ୍ରଭୁଙ୍କ ନାମର ନିନ୍ଦା କଲେ ହତ ହେବ।
”ଆଉ, କୌଣସି ମନୁଷ୍ୟ ଯଦି ଆପଣା ପ୍ରତିବାସୀର ଶରୀରରେ ଖୁଣ କରେ, ତେବେ ସେ ଯେପରି କରିଅଛି, ସେହିପରି ତାହା ପ୍ରତି କରାଯିବ। କ୍ଷତ ପରିଶୋଧରେ କ୍ଷତ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ; ମନୁଷ୍ୟର ଦେହରେ ଯେ ଯେପରି ଖୁଣ କରିଅଛି, ତାହା ପ୍ରତି ସେହି ପ୍ରକାର କରାଯିବ।
”ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ;
”“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ଵା ସ୍ତ୍ରୀ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ମନୁଷ୍ୟମାନଙ୍କ ମଧ୍ୟରେ ପ୍ରଚଳିତ କୌଣସି ପାପ କରେ ଓ ସେହି ପ୍ରାଣୀ ଦଣ୍ଡନୀୟ ହୁଏ,
”ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ପାପ କରିଅଛୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ।” ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।
”ମାତ୍ର ତୁମ୍ଭେମାନେ ଯଦି ସେହିପରି ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି, ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ।
”ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ। ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି (ବସ୍ତୁର) ପ୍ରତିମୂର୍ତ୍ତି (ନିର୍ମାଣ କରିବ ନାହିଁ)। ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ; କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ। ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା; ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର (ପୁରୁଷ) ପର୍ଯ୍ୟନ୍ତ ଦୟାକାରୀ।
”ତୁମ୍ଭେ ମିଥ୍ୟାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ନାମ ନେବ ନାହିଁ; ଯେହେତୁ ଯେକେହି ମିଥ୍ୟାରେ ତାହାଙ୍କ ନାମ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।
”ତୁମ୍ଭେ ନରହତ୍ୟା କରିବ ନାହିଁ। କିଅବା ତୁମ୍ଭେ ବ୍ୟଭିଚାର କରିବ ନାହିଁ। କିଅବା ତୁମ୍ଭେ ଚୋରି କରିବ ନାହିଁ। କିଅବା ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ। କିଅବା ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଲୋଭ କରିବ ନାହିଁ; କିଅବା ତୁମ୍ଭେ ଆପଣା ପ୍ରତିବାସୀର ଗୃହ, କି ତାହାର କ୍ଷେତ୍ର, ତାହାର ଦାସ, କି ତାହାର ଦାସୀ, ତାହାର ଗୋରୁ, କି ତାହାର ଗର୍ଦ୍ଦଭ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।
”ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେପରି ଆଜ୍ଞା ଦେଇଅଛନ୍ତି, ତଦନୁସାରେ ପାଳନ କରିବା ପାଇଁ ମନୋଯୋଗ କରିବ; ତୁମ୍ଭେମାନେ ତହିଁର ଦକ୍ଷିଣରେ କି ବାମରେ ଫେରିବ ନାହିଁ।
”ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ; ତୁମ୍ଭେ ଯେପରି ଫାନ୍ଦରେ ନ ପଡ଼ିବ, ଏଥିପାଇଁ ସେହିସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ, କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ, କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣିତ ବସ୍ତୁ; ପୁଣି ତୁମ୍ଭେ ସେହି ଘୃଣିତ ବସ୍ତୁ ଆପଣା ଗୃହକୁ ଆଣିବ ନାହିଁ, ଆଣିଲେ ତାହା ତୁଲ୍ୟ ବର୍ଜିତ ହେବ; ତୁମ୍ଭେ ତାହା ଅତିଶୟ ଘୃଣା କରିବ ଓ ଅତିଶୟ ତୁଚ୍ଛଜ୍ଞାନ କରିବ; ଯେହେତୁ ତାହା ବର୍ଜନୀୟ ବସ୍ତୁ।
”ତୁମ୍ଭେ ଆପଣା ଥଳୀରେ ଊଣା ଅଧିକ ଓଜନର ନାନା ପ୍ରକାର ବଟଖରା ରଖିବ ନାହିଁ। ତୁମ୍ଭେ ଆପଣା ଗୃହରେ ଊଣା ଅଧିକ ପରିମାଣର ପାତ୍ର ରଖିବ ନାହିଁ। ତୁମ୍ଭେ ଯଥାର୍ଥ ଓ ନ୍ୟାୟ ବଟଖରା ରଖିବ, ପୁଣି ଯଥାର୍ଥ ଓ ନ୍ୟାୟ ପରିମାଣ ପାତ୍ର ରଖିବ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦିନ ଦୀର୍ଘ ହେବ। କାରଣ ଯେଉଁମାନେ ଏପରି ଅଧର୍ମ କର୍ମ କରନ୍ତି, ସେହି ସମସ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣାଯୋଗ୍ୟ।
”“ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, ‘ଆମେନ୍’ (ଏହିପରି ହେଉ)।
”“ଯେକେହି ବିଦେଶୀ, ପିତୃହୀନ ଓ ବିଧବାର ବିଚାର ଅନ୍ୟାୟ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’
”“ଯେକେହି ଆପଣା ପ୍ରତିବାସୀକୁ ଗୋପନରେ ବଧ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’
”“ଯେକେହି ନିର୍ଦ୍ଦୋଷ ପ୍ରାଣୀକୁ ବଧ କରିବାକୁ ଲାଞ୍ଚ ନିଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’
”“ଯେକେହି ଏହି ବ୍ୟବସ୍ଥାର କଥାସବୁ ପାଳିବାକୁ ତହିଁରେ ଆସ୍ଥା ନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’
”ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ।
”ସେମାନେ ଅନ୍ୟ ଦେବତାମାନଙ୍କ ଦ୍ୱାରା ତାହାଙ୍କର ଦ୍ୱେଷ ଜନ୍ମାଇଲେ, ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ସେମାନେ ତାହାଙ୍କୁ ବିରକ୍ତ କଲେ। ଯେଉଁମାନେ ଭୂତ, ପରମେଶ୍ୱର ନୁହନ୍ତି, ଯେଉଁ ଦେବତାମାନଙ୍କୁ ସେମାନେ ଜାଣିଲେ ନାହିଁ, ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁମାନଙ୍କୁ ଡରିଲେ ନାହିଁ, ଏପରି ସଦ୍ୟ ଉତ୍ପନ୍ନ ନୂତନ ଦେବତାମାନଙ୍କ ଉଦ୍ଦେଶ୍ୟରେ ସେମାନେ ବଳିଦାନ କଲେ।
”ଏଥିରେ ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ କହିଲେ, ଆମ୍ଭେମାନେ ପାପ କରିଅଛୁ; ତୁମ୍ଭକୁ ଯାହା କିଛି ଭଲ ଦିଶେ, ତାହା ଆମ୍ଭମାନଙ୍କ ପ୍ରତି କର ପଛେ, ମାତ୍ର ଆମ୍ଭେମାନେ ବିନୟ କରୁଅଛୁ, ଆଜି ଆମ୍ଭମାନଙ୍କୁ ରକ୍ଷା କର।
”ସେ ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା ଓ ଯାହା ଦୃଷ୍ଟିରେ ଯାହା ଭଲ ଦିଶିଲା, ସେ ତାହା କଲା।
”ଏରୂପେ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଯୁବା ଲୋକଙ୍କର ପାପ ଅତି ଭାରୀ ହେଲା; କାରଣ ସେହି ଲୋକମାନେ ସଦାପ୍ରଭୁଙ୍କ ନୈବେଦ୍ୟ ତୁଚ୍ଛଜ୍ଞାନ କଲେ।
”ଯେହେତୁ ବିଦ୍ରୋହ ମନ୍ତ୍ରପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇ ଥିବା ପାଇଁ ତୁଚ୍ଛ କରିଅଛନ୍ତି।
”ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି, କାରଣ ଯେ ପାପ ନ କରେ, ଏପରି କୌଣସି ମନୁଷ୍ୟ ନାହିଁ, ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲେ ଯେବେ ଶତ୍ରୁଗଣ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ ଅବା ନିକଟସ୍ଥ ଶତ୍ରୁଦେଶକୁ ନେଇ ଯା’ନ୍ତି;
”ପୁଣି ସେମାନେ ଆପଣାମାନଙ୍କ ପୁତ୍ରକନ୍ୟାଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ, ପୁଣି ମନ୍ତ୍ର ଓ ଗଣକତା ବ୍ୟବହାର କଲେ, ଆଉ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ଆପଣାମାନଙ୍କୁ ବିକ୍ରୟ କଲେ। ଏହେତୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତିଶୟ କ୍ରୁଦ୍ଧ ହେଲେ ଓ ସେମାନଙ୍କୁ ଆପଣା ଦୃଷ୍ଟିରୁ ଦୂର କଲେ। କେବଳ ଯିହୁଦା ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲା ନାହିଁ।
”ତେବେ ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରୁ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣ ଓ ସେମାନଙ୍କର ବିଚାର ନିଷ୍ପତ୍ତି କର; ଆଉ ତୁମ୍ଭ ବିରୁଦ୍ଧରେ ପାପକାରୀ ଆପଣା ଲୋକମାନଙ୍କୁ କ୍ଷମା କର।
”ମଧ୍ୟ ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଆପଣା ସନ୍ତାନସନ୍ତତିମାନଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ; ଆଉ, ସେ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ ଓ ମାୟାକର୍ମ କଲେ, ପୁଣି ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ବ୍ୟବହାର କଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।
”ଯେଉଁମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେସମସ୍ତଙ୍କର ପଥ ଏହି ପ୍ରକାର ଓ ଧର୍ମହୀନ ଲୋକର ଭରସା ବିନଷ୍ଟ ହେବ,
”ମୁଁ ପାପ କଲେ, ତୁମ୍ଭେ ମୋତେ ଲକ୍ଷ୍ୟ କରୁଅଛ ଓ ତୁମ୍ଭେ ମୋର ଅଧର୍ମରୁ ମୋତେ ମୁକ୍ତ କରିବ ନାହିଁ।
”ମାତ୍ର ତୁମ୍ଭେମାନେ ମିଥ୍ୟାବାକ୍ୟରଚକ, ତୁମ୍ଭେ ସମସ୍ତେ ମୂଲ୍ୟହୀନ ବୈଦ୍ୟ।
”ମୋହର ଅପରାଧ ଓ ପାପ କେତେ? ମୋହର ଅଧର୍ମ ଓ ପାପ ମୋତେ ଜଣାଅ।
”ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ? ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ?
”ସେ ମନୁଷ୍ୟମାନଙ୍କ ସାକ୍ଷାତରେ ଗାନ କରି କହେ, ମୁଁ ପାପ କରିଅଛି ଓ ନ୍ୟାୟର ବିପରୀତ କରିଅଛି ଓ ତାହା ମୋହର ଲାଭଜନକ ହୋଇ ନାହିଁ। ସେ ମୋହର ପ୍ରାଣକୁ ଗର୍ତ୍ତଗମନରୁ ମୁକ୍ତ କରିଅଛନ୍ତି ଓ ମୋହର ଜୀବନ ଆଲୁଅ ଦେଖିବ।
”ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,
”ଦୁଷ୍ଟମାନେ ସେପ୍ରକାର ନୁହଁନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି। ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ। କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।
”ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ କରିବ? [ସେଲା]
”ଅହଂକାରୀ ତୁମ୍ଭ ସାକ୍ଷାତରେ ଠିଆ ହେବ ନାହିଁ; ତୁମ୍ଭେ ସମସ୍ତ ଅଧର୍ମାଚାରୀଙ୍କୁ ଘୃଣା କରୁଅଛ। ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ହତ୍ୟାକାରୀ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି।
”ଦୁଷ୍ଟର ଗର୍ବରେ ଦରିଦ୍ର ତପ୍ତ ଭାବରେ ତାଡ଼ିତ ହୁଏ; ସେମାନେ, ଆପଣାମାନଙ୍କ କଳ୍ପିତ କୌଶଳରେ ଧରା ପଡ଼ନ୍ତୁ। କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ। ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ୱର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର।
”ତାହାର ମୁଖ ଅଭିଶାପ, ଛଳନା ଓ ଉପଦ୍ରବରେ ପରିପୂର୍ଣ୍ଣ; ତାହାର ଜିହ୍ୱା ତଳେ ଅନିଷ୍ଟ ଓ ଅଧର୍ମ ଥାଏ।
”ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।” ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ।
”ମୋହର କ୍ଳେଶ ଓ ଦୁଃଖ ପ୍ରତି ଦୃଷ୍ଟିପାତ କର; ପୁଣି, ମୋହର ପାପସବୁ କ୍ଷମା କର।
”ଦାଉଦଙ୍କ ଗୀତ। ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ।
”ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [ସେଲା]
”ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନା ମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି।
”କ୍ରୋଧରୁ କ୍ଷାନ୍ତ ହୁଅ ଓ କୋପ ତ୍ୟାଗ କର; ଆପଣାକୁ ବିରକ୍ତ କର ନାହିଁ, ତାହା କେବଳ ଦୁଷ୍କର୍ମ କରିବାକୁ ପ୍ରବର୍ତ୍ତାଏ।
”ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା ପାପ ଲାଗି ଖେଦିତ ହେବି।
”ମୁଁ କହିଲି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର; ମୋ’ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି।”
”ପ୍ରଧାନ ବାଦ୍ୟକାର ନିମନ୍ତେ ଦାଉଦଙ୍କର ଗୀତ। ଦାଉଦ ବତ୍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍ବକ୍ତା ଆସିବା ସମୟରେ ରଚିତ। ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋ’ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର। ମୋ’ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋ’ ପାପରୁ ମୋତେ ଶୁଚି କର। କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି ଓ ମୋ’ ପାପ ସର୍ବଦା ମୋ’ ସମ୍ମୁଖରେ ଅଛି। ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ।
”ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋ’ ମାତା ମୋତେ ଗର୍ଭରେ ଧାରଣ କଲା।
”ମୋ’ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋ’ ଅପରାଧସବୁ ମାର୍ଜନା କର। ହେ ପରମେଶ୍ୱର, ମୋ’ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋ’ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର। ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋ’ଠାରୁ ନିଅ ନାହିଁ।
”ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି।
”ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ସ୍ୱରରେ ଦାଉଦଙ୍କର ମସ୍କୀଲ୍। ପରମେଶ୍ୱର ନାହାନ୍ତି ବୋଲି ମୂର୍ଖ ଆପଣା ମନେ ମନେ କହିଅଛି। ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ। ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ୱର ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ। ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେମାନେ ସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ।
”ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ।
”ହେ ପରମେଶ୍ୱର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ; ଆଉ, ମୋହର ପାପସବୁ ତୁମ୍ଭଠାରୁ ଗୁପ୍ତ ନୁହେଁ।
”ସେମାନେ ପରମେଶ୍ୱରଙ୍କ ନିୟମ ପାଳନ କଲେ ନାହିଁ ଓ ତାହାଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଅସ୍ୱୀକାର କଲେ;
”ତଥାପି ସେମାନେ ତାହାଙ୍କ ବିରୁଦ୍ଧରେ ପାପ କରିବାକୁ ଓ ମରୁଭୂମିରେ ସର୍ବୋପରିସ୍ଥଙ୍କ ପ୍ରତିକୂଳରେ ବିଦ୍ରୋହାଚରଣ କରିବାକୁ ନିରସ୍ତ ନୋହିଲେ।
”ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧ ଆମ୍ଭମାନଙ୍କ ପ୍ରତିକୂଳରେ ସ୍ମରଣ କର ନାହିଁ; ତୁମ୍ଭର କରୁଣା ଶୀଘ୍ର ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେଉ। କାରଣ ଆମ୍ଭେମାନେ ଅତି କ୍ଷୀଣ ହୋଇଅଛୁ। ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର ଓ ଆପଣା ନାମ ସକାଶେ ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କ ପାପସବୁ ମାର୍ଜନା କର।
”ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ।
”ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି। ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି;
”ଯେ ପ୍ରତାରଣା କରେ, ସେ ମୋ’ ଗୃହ ମଧ୍ୟରେ ବାସ କରିବ ନାହିଁ। ଯେ ମିଥ୍ୟା କହେ, ସେ ମୋ’ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ।
”ସେ ଆମ୍ଭମାନଙ୍କ ପାପ ପ୍ରମାଣେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରି ନାହାନ୍ତି, କିଅବା ଆମ୍ଭମାନଙ୍କ ଅଧର୍ମାନୁସାରେ ଆମ୍ଭମାନଙ୍କୁ ପ୍ରତିଫଳ ଦେଇ ନାହାନ୍ତି। କାରଣ ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ, ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ। ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି।
”ଆମ୍ଭେମାନେ ଆପଣାମାନଙ୍କ ପୂର୍ବପୁରୁଷଗଣ ତୁଲ୍ୟ ପାପ କରିଅଛୁ, ଆମ୍ଭେମାନେ ଅପରାଧ କରିଅଛୁ, ଆମ୍ଭେମାନେ ଅଧର୍ମ କରିଅଛୁ।
”ମାତ୍ର ଅନ୍ୟ ଦେଶୀୟମାନଙ୍କ ସଙ୍ଗେ ମିଶ୍ରିତ ହେଲେ ଓ ସେମାନଙ୍କ କ୍ରିୟାସବୁ ଶିଖିଲେ। ଆଉ, ସେମାନଙ୍କ ଦେବତାଗଣର ସେବା କଲେ; ତାହା ସେମାନଙ୍କ ପ୍ରତି ଫାନ୍ଦ ସ୍ୱରୂପ ହେଲା। ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ ବଳିଦାନ କଲେ। ପୁଣି, ସେମାନେ କିଣାନ ଦେଶର ଦେବତାଗଣ ଉଦ୍ଦେଶ୍ୟରେ ବଳିଦାନ କରି ନିର୍ଦ୍ଦୋଷ ରକ୍ତ, ଅର୍ଥାତ୍, ଆପଣା ଆପଣା ପୁତ୍ରକନ୍ୟାଗଣର ରକ୍ତପାତ କଲେ; ତହିଁରେ ଦେଶ ରକ୍ତରେ ଅଶୁଚି ହେଲା। ଏହିରୂପେ ସେମାନେ ଆପଣା ଆପଣା କାର୍ଯ୍ୟ ଦ୍ୱାରା ଅପବିତ୍ର ହେଲେ ଓ ବ୍ୟବହାରରେ ବ୍ୟଭିଚାର କଲେ।
”ଆଲେଫ୍। ଯେଉଁମାନେ ଆଚରଣରେ ସିଦ୍ଧ, ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ।
”ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି।
”ତୁମ୍ଭ ବିଧିରୁ ଭ୍ରାନ୍ତ ସମସ୍ତଙ୍କୁ ତୁମ୍ଭେ ତୁଚ୍ଛ ଜ୍ଞାନ କରିଅଛ; କାରଣ ସେମାନଙ୍କ ପ୍ରବଞ୍ଚନା ମିଥ୍ୟା।
”ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋ’ ଚକ୍ଷୁରୁ ଜଳଧାରା ବହୁଅଛି। ସାଦେ।
”ହେ ପରମେଶ୍ୱର, ମୋହର ଅନୁସନ୍ଧାନ କର ଓ ମୋ’ ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଂକଳ୍ପସବୁ ଜ୍ଞାତ ହୁଅ; ଆଉ, ମୋ’ ଅନ୍ତରରେ ଦୁଷ୍ଟତାର କୌଣସି ଆଚରଣ ଅଛି କି ନାହିଁ, ଏହା ଦେଖ, ପୁଣି, ଅନନ୍ତ ପଥରେ ମୋତେ ଗମନ କରାଅ।
”ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ।
”ବେଲିଆଲ୍ ସନ୍ତାନ, ଅପରାଧୀ ମନୁଷ୍ୟ; ସେ ସର୍ବଦା କୁଟିଳ ମୁଖ କରି ଚାଲେ; ସେ ଆଖିରେ ଠାରଇ, ସେ ଗୋଡ଼ରେ କଥା କହଇ, ସେ ଅଙ୍ଗୁଳି ଦ୍ୱାରା ସଙ୍କେତ କରେ; ତାହାର ଅନ୍ତଃକରଣରେ କୁଟିଳତା ଥାଏ, ସେ ସର୍ବଦା ଅନିଷ୍ଟ ଚିନ୍ତା କରେ; ସେ କଳିର ବୀଜ ବୁଣେ।
”ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି; ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ। ଅହଙ୍କାର-ଦୃଷ୍ଟି, ମିଥ୍ୟାବାଦୀ-ଜିହ୍ୱା ଓ ନିର୍ଦ୍ଦୋଷର ରକ୍ତପାତକାରୀ-ହସ୍ତ; ଅନିଷ୍ଟ ଚିନ୍ତକ ଅନ୍ତଃକରଣ, କୁକର୍ମ କରିବାକୁ ବେଗଗାମୀ ଚରଣ; ମିଥ୍ୟାସାକ୍ଷୀ ଯେ ମିଥ୍ୟା କହେ ଓ ଯେ ଭାଇମାନଙ୍କ ମଧ୍ୟରେ କଳିର ବୀଜ ବୁଣେ।
”ସଦାପ୍ରଭୁଙ୍କ ବିଷୟକ ଭୟ, ମନ୍ଦତା ପ୍ରତି ଘୃଣା; ଅହଙ୍କାର, ଦାମ୍ଭିକତା ଓ କୁପଥ ଏବଂ କୁଟିଳମୁଖ ମୁଁ ଘୃଣା କରେ।
”କୁଟିଳମନା ଲୋକେ ସଦାପ୍ରଭୁଙ୍କର ଘୃଣାପାତ୍ର, ମାତ୍ର ସରଳାଚାରୀମାନେ ତାହାଙ୍କର ତୁଷ୍ଟିକର। ମନ୍ଦ ଲୋକ ହାତ ଧରାଧରି ହେଲେ ହେଁ ଅଦଣ୍ଡିତ ନୋହିବେ, ମାତ୍ର ଧାର୍ମିକର ବଂଶ ରକ୍ଷା ପ୍ରାପ୍ତ ହେବେ।
”ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦେଖାଯାଏ; ମାତ୍ର ତାହାର ଶେଷରେ ମୃତ୍ୟୁୁର ପଥ ଥାଏ।
”କୁସଂକଳ୍ପ ସଦାପ୍ରଭୁଙ୍କ ନିକଟରେ ଘୃଣାର ବିଷୟ; ମାତ୍ର ମନୋହର କଥା ଶୁଚି। ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ, ମାତ୍ର ଯେଉଁ ଲୋକ ଲାଞ୍ଚ ଘୃଣା କରେ, ସେ ବଞ୍ଚିବ।
”ମନରେ ଗର୍ବୀ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କଠାରେ ଘୃଣିତ, ହାତ ଧରାଧରି ହେଲେ ହେଁ ସେ ଅଦଣ୍ଡିତ ନୋହିବ।
”କୁଟିଳ ମନୁଷ୍ୟ କଳି ବୁଣେ, ପୁଣି କର୍ଣ୍ଣେଜପ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ।
”ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ।
”ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ରୂପେ ଘୃଣିତ।
”ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ରକ୍ଷା ପାଇବ ନାହିଁ।
”ଅଜ୍ଞାନର ସଂକଳ୍ପ ପାପଯୁକ୍ତ; ପୁଣି, ନିନ୍ଦକ ମନୁଷ୍ୟମାନଙ୍କ ନିକଟରେ ଘୃଣିତ।
”ମିଥ୍ୟାବାଦୀ-ଜିହ୍ୱା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ; ପୁଣି, ଚାଟୁବାଦୀ ମୁଖ ସର୍ବନାଶ ଜନ୍ମାଏ।
”ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ।
”ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ। ଯେଉଁ ଲୋକ ସବୁବେଳେ କୁକର୍ମ କରିବାକୁ ଭୟ ରଖେ, ସେ ଧନ୍ୟ; ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ।
”ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି।
”ଆପଣା ଦୃଷ୍ଟିରେ ନିର୍ମଳ, ଏପରି ଏକ ବଂଶ ଅଛି, ତଥାପି ସେମାନେ ଆପଣା ମଳିନତାରୁ ଧୌତ ହୋଇ ନାହାନ୍ତି।
”କ୍ରୋଧ କରିବା ପାଇଁ ଆପଣା ଆତ୍ମାରେ ଚଞ୍ଚଳ ହୁଅ ନାହିଁ; କାରଣ ମୂର୍ଖମାନଙ୍କ ହୃଦୟରେ କ୍ରୋଧ ଅବସ୍ଥାନ କରେ।
”ପାପ ନ କରି ସତ୍କର୍ମ କରେ, ଏପରି ଜଣେ ଧାର୍ମିକ ନିଶ୍ଚୟ ପୃଥିବୀରେ ନାହିଁ।
”ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ। ଯେହେତୁ ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ।
”ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;
”ସଦାପ୍ରଭୁ କହନ୍ତି, ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂରବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହିସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ।
”ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ।
”ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ। ସେମାନଙ୍କ ପ୍ରାଣର ସନ୍ତାପ ହେବ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି।
”ଯେଉଁମାନେ ମନ୍ଦକୁ ଭଲ ଓ ଭଲକୁ ମନ୍ଦ କୁହନ୍ତି; ଯେଉଁମାନେ ଅନ୍ଧାରକୁ ଆଲୁଅ ଓ ଆଲୁଅକୁ ଅନ୍ଧାର ଭଳି ମନେ କରନ୍ତି; ଯେଉଁମାନେ ତିକ୍ତକୁ ମିଷ୍ଟ ଓ ମିଷ୍ଟକୁ ତିକ୍ତ ଭଳି ମନେ କରନ୍ତି, ସେମାନେ ସନ୍ତାପର ପାତ୍ର! ଯେଉଁମାନେ ଆପଣା ଆପଣା ଦୃଷ୍ଟିରେ ଜ୍ଞାନବାନ ଓ ଆପଣା ଆପଣା ବୋଧରେ ବୁଦ୍ଧିମାନ, ସେମାନେ ସନ୍ତାପର ପାତ୍ର!
”ଏଥିନିମନ୍ତେ ଅଗ୍ନିର ଜିହ୍ୱା ଯେପରି ନଡ଼ା ଗ୍ରାସ କରେ ଓ ଶୁଷ୍କ ତୃଣ ଯେପରି ଅଗ୍ନି ଶିଖାରେ ଭସ୍ମସାତ୍ ହୁଏ, ସେହିପରି ସେମାନଙ୍କର ମୂଳ ସଢ଼ିଯିବ ଓ ସେମାନଙ୍କର ପୁଷ୍ପ ଧୂଳି ପରି ଉଡ଼ିଯିବ; କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି।
”ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା।
”କାରଣ ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ, ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଶୁଣିବାକୁ ଅସମ୍ମତ ସନ୍ତାନ;
”କାରଣ ପାଷାଣ୍ଡତା ବ୍ୟବହାର କରିବା ପାଇଁ ଓ ସଦାପ୍ରଭୁଙ୍କ ପ୍ରତିକୂଳରେ ଭ୍ରାନ୍ତିର କଥା କହିବା ପାଇଁ, କ୍ଷୁଧିତର ପ୍ରାଣ ଶୂନ୍ୟ କରିବା ପାଇଁ ଓ ତୃଷିତର ଜଳ ବାରଣ କରିବା ପାଇଁ ମୂଢ଼ ଲୋକ ଦୁଷ୍ଟତାର କଥା କହିବ ଓ ତାହାର ହୃଦୟ ଅଧର୍ମ କଳ୍ପନା କରିବ। ଆହୁରି, ଖଳ ଲୋକର ଉପାୟସବୁ ମନ୍ଦ; ସେ ନମ୍ର ଲୋକକୁ, ଅର୍ଥାତ୍, ଯଥାର୍ଥ କଥା କହିବା ବେଳେ ଦୀନହୀନକୁ ମିଥ୍ୟା କଥା ଦ୍ୱାରା ନାଶ କରିବା ପାଇଁ କୁସଂକଳ୍ପ କଳ୍ପନା କରେ।
”ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ। ଆମ୍ଭଙ୍କୁ ସ୍ମରଣ କରାଅ; ଆମ୍ଭେମାନେ ପରସ୍ପରର ବିଚାର କରୁ; ତୁମ୍ଭେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା କଥା କୁହ।
”ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ; ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ଓ ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ। ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।
”ଆହୁରି, ସେହି କୁକ୍କୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତି ଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି।
”ତୁମ୍ଭେମାନେ କାହାକୁ ଉପହାସ କରୁଅଛ? ତୁମ୍ଭେମାନେ କାହାଆଡ଼େ ମୁଖ ମେଲାଇ ଜିହ୍ୱା ବାହାର କରୁଅଛ? ତୁମ୍ଭେମାନେ କି ଅଧର୍ମର ସନ୍ତାନ ଓ ଅସତ୍ୟତାର ବଂଶ ନୁହଁ?
”ମାତ୍ର ତୁମ୍ଭମାନଙ୍କର ଅପରାଧସବୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଥିପାଇଁ ସେ ଶୁଣିବେ ନାହିଁ। କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତରେ ଓ ତୁମ୍ଭେମାନେ ମିଥ୍ୟା କହିଅଛ, ଓ ତୁମ୍ଭମାନଙ୍କର ଜିହ୍ୱା ଦୁଷ୍ଟତା ବକେ; କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ; ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କହନ୍ତି; ସେମାନେ ଅନିଷ୍ଟକୁ ଗର୍ଭରେ ଧାରଣ କରନ୍ତି ଓ ଅପରାଧ ପ୍ରସବ କରନ୍ତି।
”କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ।
”ପ୍ରଭୁ, ସଦାପ୍ରଭୁ କହନ୍ତି, ଯଦ୍ୟପି ତୁମ୍ଭେ ଆପଣାକୁ ସୋଡ଼ାରେ ଧୌତ କର ଓ ବହୁତ ସାବୁନ ଲଗାଅ, ତଥାପି ଆମ୍ଭ ଦୃଷ୍ଟିରେ ତୁମ୍ଭ ଅଧର୍ମ ଚିହ୍ନିତ ହୋଇ ରହିଅଛି।
”ସଦାପ୍ରଭୁ କହନ୍ତି, “ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ୱୀକାର କର।”
”ଆମ୍ଭେମାନେ ନିଜ ଲଜ୍ଜାରେ ଶୟନ କରୁ ଓ ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ; କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କ ପିତୃପୁରୁଷମାନେ ବାଲ୍ୟ କାଳରୁ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ ଓ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କରି ନାହୁଁ।
”ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ?
”ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ।”
”ହେ ପୃଥିବୀ, ଶୁଣ; ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କ କଳ୍ପନାସମୂହର ଫଳ ବର୍ତ୍ତାଇବା, କାରଣ ସେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହାନ୍ତି ଓ ଆମ୍ଭର ବ୍ୟବସ୍ଥା ସେମାନେ ଅଗ୍ରାହ୍ୟ କରିଅଛନ୍ତି।
”ଦେଖ, ଯଦ୍ଦ୍ୱାରା ଉପକାର ହୋଇ ନ ପାରେ, ଏପରି ମିଥ୍ୟା କଥାରେ ତୁମ୍ଭେମାନେ ବିଶ୍ୱାସ କରୁଅଛ। ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରିବ, ତହୁଁ ଆମ୍ଭ ନାମରେ ଖ୍ୟାତ ଏହି ଗୃହ ମଧ୍ୟକୁ ଆସି ଆମ୍ଭ ସମ୍ମୁଖରେ ଠିଆ ହେବ, ଆଉ କହିବ, ‘ଆମ୍ଭେମାନେ ଉଦ୍ଧାର ପାଇଲୁ; ଯେପରି ଏହିସବୁ ଘୃଣାଯୋଗ୍ୟ କର୍ମ କରିପାରୁ?’
”ତେବେ ଯିରୂଶାଲମସ୍ଥ ଏହି ଲୋକମାନେ ଚିରକାଳ ବିପଥଗମନରେ କାହିଁକି ବିପଥଗାମୀ ହୋଇଅଛନ୍ତି? ସେମାନେ ପ୍ରବଞ୍ଚନା ଦୃଢ଼ ରୂପେ ଧରନ୍ତି, ସେମାନେ ଫେରିବାକୁ ଅସମ୍ମତ।
”ଆମ୍ଭେ ମନୋଯୋଗ କରି ଶୁଣିଲୁ, ମାତ୍ର ସେମାନେ ଯଥାର୍ଥ କଥା କହିଲେ ନାହିଁ; ହାୟ ହାୟ, ମୁଁ କ’ଣ କରିଅଛି! ଏହା କହି କେହି ଆପଣା ଦୁଷ୍ଟତା ସକାଶେ ଅନୁତାପ କରେ ନାହିଁ; ଯେପରି ଊର୍ଦ୍ଧ୍ୱଶ୍ୱାସରେ ଅଶ୍ୱ ଯୁଦ୍ଧରେ ଦୌଡ଼େ, ସେପରି ପ୍ରତ୍ୟେକ ଲୋକ ଆପଣା ଆପଣା ପଥରେ ଦୌଡ଼େ।
”ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, “ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ,” ଏହା ସଦାପ୍ରଭୁ କହନ୍ତି। ତୁମ୍ଭେମାନେ ପ୍ରତ୍ୟେକେ ଆପଣା ମିତ୍ରଗଣ ବିଷୟରେ ସାବଧାନ ହୁଅ ଓ କୌଣସି ଭ୍ରାତାଠାରେ ବିଶ୍ୱାସ କର ନାହିଁ; କାରଣ ପ୍ରତ୍ୟେକ ଭ୍ରାତା ନିତାନ୍ତ ଅପହରଣ କରିବ ଓ ପ୍ରତ୍ୟେକ ମିତ୍ର ନିନ୍ଦା ଘେନି ବୁଲିବ। ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ୱାକୁ ମିଥ୍ୟା କହିବା ପାଇଁ ଶିଖାଇ ଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି।
”ସେମାନଙ୍କର ଜିହ୍ୱା ପ୍ରାଣନାଶକ ତୀର ସ୍ୱରୂପ; ତାହା ପ୍ରବଞ୍ଚନାର କଥା କହେ; ଲୋକେ ମୁଖରେ ପ୍ରତିବାସୀ ସଙ୍ଗେ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରେ ଛକି ବସନ୍ତି।”
”ଆହୁରି, ସଦାପ୍ରଭୁ କହନ୍ତି, “କାରଣ ଏହି, ଆମ୍ଭେ ସେମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ରଖିଲୁ, ତାହା ସେମାନେ ତ୍ୟାଗ କରିଅଛନ୍ତି ଓ ଆମ୍ଭର ବାକ୍ୟ ପାଳନ କରି ନାହାନ୍ତି, କିଅବା ତଦନୁସାରେ ଆଚରଣ କରି ନାହାନ୍ତି; ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍ ନାମକ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି।”
”ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦିଏ, ତଥାପି ତୁମ୍ଭେ ଆପଣା ନାମ ସକାଶୁ କାର୍ଯ୍ୟ କର; କାରଣ ଆମ୍ଭମାନଙ୍କର ବିପଥଗମନ ଅପାର; ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
”ହେ ସଦାପ୍ରଭୁ, ଆମ୍ଭେମାନେ ଆପଣାମାନଙ୍କ ଦୁଷ୍ଟତା ଓ ଆମ୍ଭମାନଙ୍କ ପିତୃଲୋକମାନଙ୍କର ଅଧର୍ମ ସ୍ୱୀକାର କରୁଅଛୁ; କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
”ଅନ୍ତଃକରଣ ସବୁଠାରୁ କପଟମୟ ଓ ଅପ୍ରତୀକାର୍ଯ୍ୟ ରୂପେ ପୀଡ଼ିତ; କିଏ ତାହା ଜାଣିପାରେ?
”ଯିରୂଶାଲମର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରାର ସମାନ ଅଟନ୍ତି।”
”ତଥାପି ଆମ୍ଭେ ଅତି ପ୍ରଭାତରେ ଉଠି ଆମ୍ଭର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇ କହିଲୁ, ‘ଆଃ, ଏହି ଘୃଣାଯୋଗ୍ୟ କାର୍ଯ୍ୟ ତୁମ୍ଭେମାନେ କର ନାହିଁ, ଆମ୍ଭେ ତାହା ଘୃଣା କରୁ।’
”ତହିଁରେ ତୁମ୍ଭମାନଙ୍କର ଦୁଷ୍କ୍ରିୟା ସକାଶୁ ଓ ତୁମ୍ଭମାନଙ୍କର କୃତ ଘୃଣାଯୋଗ୍ୟ କର୍ମ ସକାଶୁ ସଦାପ୍ରଭୁ ଆଉ ସହ୍ୟ କରି ପାରିଲେ ନାହିଁ; ଏହେତୁ ତୁମ୍ଭମାନଙ୍କର ଦେଶ ଆଜିର ସଦୃଶ୍ୟ ଉତ୍ସନ୍ନ ଓ ବିସ୍ମୟଜନକ, ଅଭିଶପ୍ତ ଓ ନିବାସୀବିହୀନ ହୋଇଅଛି।
”ମାତ୍ର ଇସ୍ରାଏଲ ବଂଶ ତୁମ୍ଭ କଥା ଶୁଣିବେ ନାହିଁ; କାରଣ ସେମାନେ ଆମ୍ଭ କଥା ଶୁଣିବେ ନାହିଁ; ସମୁଦାୟ ଇସ୍ରାଏଲ ବଂଶ ଶକ୍ତଗ୍ରୀବ ଓ କଠିନ ଚିତ୍ତ ଅଟନ୍ତି।
”ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭର ଅଶୁଚିତା ଢଳା ଯାଇଅଛି ଓ ତୁମ୍ଭର ପ୍ରେମିକଗଣର ସଙ୍ଗେ ତୁମ୍ଭର ବ୍ୟଭିଚାର ହେତୁ ତୁମ୍ଭର ଉଲଙ୍ଗତା ଅନାବୃତ ହୋଇଅଛି, ଏଥିପାଇଁ, ପୁଣି, ତୁମ୍ଭର ଘୃଣାଯୋଗ୍ୟ ସକଳ ଦେବତାର ନିମନ୍ତେ ଓ ତୁମ୍ଭେ ସେମାନଙ୍କୁ ଆପଣା ସନ୍ତାନଗଣର ଯେଉଁ ରକ୍ତ ଦେଇଅଛ; ତହିଁ ସକାଶୁ;
”ଦେଖ, ତୁମ୍ଭ ଭଗିନୀ ସଦୋମର ଏହି ଅଧର୍ମ ଥିଲା; ତାହାର ଓ ତାହାର କନ୍ୟାଗଣର ଅହଙ୍କାର, ଭକ୍ଷ୍ୟର ପୂର୍ଣ୍ଣତା ଓ ସମୃଦ୍ଧି ଜନିତ ଶାନ୍ତି ଥିଲା, ସେ ଦରିଦ୍ର ଓ ଦୀନହୀନଙ୍କର ହସ୍ତ ସବଳ କଲା ନାହିଁ।
”ଦେଖ, ଯାବତୀୟ ପ୍ରାଣ ଆମ୍ଭର; ପିତାର ପ୍ରାଣ ଯେପରି, ପୁତ୍ରର ପ୍ରାଣ ହିଁ ସେହିପରି ଆମ୍ଭର; ଯେଉଁ ପ୍ରାଣୀ ପାପ କରେ, ସେହି ମରିବ।
”ଯେଉଁ ପ୍ରାଣୀ ପାପ କରେ, ସେହି ମରିବ; ପୁତ୍ର ପିତାର ଅଧର୍ମର ଭାର ବହିବ ନାହିଁ କିଅବା ପିତା ପୁତ୍ରର ଅଧର୍ମର ଭାର ବହିବ ନାହିଁ; ଧାର୍ମିକର ଧାର୍ମିକତା ତାହାରି ଉପରେ ବର୍ତ୍ତିବ ଓ ଦୁଷ୍ଟର ଦୁଷ୍ଟତା ତାହାରି ଉପରେ ବର୍ତ୍ତିବ।
”ମାତ୍ର ଦୁଷ୍ଟ ଯଦି ଆପଣାର କୃତ ସକଳ ପାପରୁ ଫେରେ ଓ ଆମ୍ଭର ବିଧିସକଳ ପାଳନ କରେ, ପୁଣି, ନ୍ୟାୟ ଓ ଧର୍ମାଚରଣ କରେ, ତେବେ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ। ତାହାର କୃତ କୌଣସି ଅପରାଧ ତାହା ବିରୁଦ୍ଧରେ ସ୍ମରଣ କରାଯିବ ନାହିଁ; ସେ ଯେଉଁ ଧର୍ମାଚରଣ କରିଅଛି, ତଦ୍ଦ୍ୱାରା ବଞ୍ଚିବ। ପ୍ରଭୁ, ସଦାପ୍ରଭୁ କହନ୍ତି, “ଦୁଷ୍ଟର ମରଣରେ କି ଆମ୍ଭର କିଛି ସନ୍ତୋଷ ଅଛି? ବରଂ ସେ ଆପଣା କୁପଥରୁ ଫେରି ବଞ୍ଚୁ, ଏଥିରେ କି ଆମ୍ଭର ସନ୍ତୋଷ ନାହିଁ?
”ମାତ୍ର ଧାର୍ମିକ ଲୋକ ଯଦି ଆପଣା ଧାର୍ମିକତାରୁ ଫେରି ଅଧର୍ମ କରେ ଓ ଦୁଷ୍ଟ ଲୋକର କୃତ ସକଳ ଘୃଣାଯୋଗ୍ୟ କ୍ରିୟାନୁଯାୟୀ ଆଚରଣ କରେ, ତେବେ ସେ କି ବଞ୍ଚିବ? ତାହାର କୃତ କୌଣସି ଧର୍ମକର୍ମ ସ୍ମରଣ କରାଯିବ ନାହିଁ; ସେ ଯେଉଁ ସତ୍ୟ-ଲଙ୍ଘନ କରିଅଛି, ସେହି ସତ୍ୟ-ଲଙ୍ଘନରେ ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପରେ ସେ ମରିବ।
”ଧାର୍ମିକ ଲୋକ ଯେତେବେଳେ ଆପଣା ଧାର୍ମିକତାରୁ ଫେରି ଅଧର୍ମ କରେ ଓ ତହିଁରେ ମରେ, ସେତେବେଳେ ସେ ଯେଉଁ ଅଧର୍ମ କରିଅଛି, ତହିଁରେ ହିଁ ମରିବ।
”ପୁନର୍ବାର ଦୁଷ୍ଟ ଲୋକ ଯେତେବେଳେ ଆପଣା କୃତ ଦୁଷ୍ଟତାରୁ ଫେରେ, ଆଉ ନ୍ୟାୟ ଓ ଧର୍ମାଚରଣ କରେ, ସେତେବେଳେ ସେ ଆପଣା ପ୍ରାଣ ଜୀବିତ ରକ୍ଷା କରିବ। ସେ ବିବେଚନା କରେ ଓ ଆପଣା କୃତ ସମସ୍ତ ଅପରାଧରୁ ଫେରେ, ଏଥିପାଇଁ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ।
”ଏଥିପାଇଁ ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକକୁ ତାହାର ଆଚାର ବ୍ୟବହାରାନୁସାରେ ବିଚାର କରିବା,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। “ତୁମ୍ଭେମାନେ ଫେର, ଆପଣାମାନଙ୍କର ସମସ୍ତ ଅପରାଧରୁ ବିମୁଖ ହୁଅ; ତହିଁରେ ଅଧର୍ମ ତୁମ୍ଭମାନଙ୍କର ବିନାଶଜନକ ନୋହିବ। ତୁମ୍ଭେମାନେ ଆପଣାମାନଙ୍କର କୃତ ସମସ୍ତ ଅପରାଧ ଆପଣାମାନଙ୍କଠାରୁ ଦୂର କରି ଦିଅ ଓ ଆପଣାମାନଙ୍କ ପାଇଁ ନୂତନ ଅନ୍ତଃକରଣ ଓ ନୂତନ ଆତ୍ମା ପ୍ରସ୍ତୁତ କର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ?” ଯେହେତୁ ଯେ ମରେ, ତାହାର ମରଣରେ ଆମ୍ଭର କିଛି ସନ୍ତୋଷ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; “ଏଥିପାଇଁ ତୁମ୍ଭେମାନେ ଫେରି ବଞ୍ଚ।”
”ଆଉ, ଯହିଁରେ ତୁମ୍ଭେମାନେ ଆପଣାମାନଙ୍କୁ ଅଶୁଚି କରିଅଛ, ଆପଣାମାନଙ୍କର ସେହି ଆଚାର ବ୍ୟବହାର ଓ କ୍ରିୟାସକଳ ତୁମ୍ଭେମାନେ ସେଠାରେ ସ୍ମରଣ କରିବ ଓ ଆପଣାମାନଙ୍କର କୃତ ସମସ୍ତ କୁକ୍ରିୟା ସକାଶୁ ଆପଣାମାନଙ୍କୁ ଘୃଣା କରିବ।
”ଧାର୍ମିକ ଲୋକ ଆପଣା ଧାର୍ମିକତାରୁ ଫେରି ଅଧର୍ମ କଲେ, ସେ ତହିଁରେ ହିଁ ମରିବ। ପୁଣି, ଦୁଷ୍ଟ ଲୋକ ଆପଣା ଦୁଷ୍ଟତାରୁ ଫେରି ନ୍ୟାୟ ଓ ଧର୍ମାଚରଣ କଲେ, ସେ ତହିଁରେ ବଞ୍ଚିବ।
”ତୁମ୍ଭେମାନେ ଆପଣା ଆପଣା ଖଡ୍ଗରେ ନିର୍ଭର କରୁଅଛ ଓ ଘୃଣାଯୋଗ୍ୟ କର୍ମ କରୁଅଛ ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଅଶୁଚି କରୁଅଛ, ଆଉ ତୁମ୍ଭେମାନେ କି ଦେଶ ଅଧିକାର କରିବ?”
”ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ।
”ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ, ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି;
”ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା। ସେହି ସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ୱା ପ୍ରବଞ୍ଚକ।
”“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
”ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ ।"
”ସେତେବେଳେ ଯିରୂଶାଲମ ଓ ସମସ୍ତ ଯିହୂଦା ପ୍ରଦେଶ ପୁଣି, ଯର୍ଦନ ନିକଟବର୍ତ୍ତୀ ସମସ୍ତ ଅଞ୍ଚଳର ଲୋକମାନେ ବାହାରି ତାହାଙ୍କ ପାଖକୁ ଆସିବାକୁ ଲାଗିଲେ, ଆଉ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦନ ନଦୀରେ ବାପ୍ତିଜିତ ହେଲେ ।
”ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ନରହତ୍ୟା କର ନାହିଁ, ଆଉ ଯେ କେହି ନରହତ୍ୟା କରେ ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ । କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ । ପୁଣି, ଯେ କେହି ଆପଣା ଭାଇ କି ମୂର୍ଖ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ପାଷାଣ୍ଡ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ ।
”ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ବ୍ୟଭିଚାର କର ନାହିଁ । କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି କୌଣସି ସ୍ତ୍ରୀ ପ୍ରତି କାମଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି । ଆଉ ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ । ପୁଣି, ତୁମ୍ଭର ଦକ୍ଷିଣ ହସ୍ତ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ ।
”ଆହୁରି ଉକ୍ତ ଅଛି, ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରେ, ସେ ତାହାକୁ ଛାଡ଼ପତ୍ର ଦେଉ । କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀକୁ ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରେ, ସେ ତାହାକୁ ବ୍ୟଭିଚାରିଣୀ କରାଏ; ଆଉ ଯେ କେହି ପରିତ୍ୟକ୍ତା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ ।
”ଅତଏବ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ ।
”ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର । [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର । ଆମେନ୍ ।]
”କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ; କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ ।
”ସେହି ପ୍ରକାରେ ସବୁ ଭଲ ଗଛ ଭଲ ଫଳ ଫଳେ, କିନ୍ତୁ ମନ୍ଦ ଗଛ ମନ୍ଦ ଫଳ ଫଳେ। ଭଲ ଗଛ ମନ୍ଦ ଫଳ ଫଳି ନ ପାରେ, କିଅବା ମନ୍ଦ ଗଛ ଭଲ ଫଳ ଫଳି ନ ପାରେ । ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯାଏ । ଅତଏବ ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ ।
”ମୋତେ ପ୍ରଭୁ, ପ୍ରଭୁ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ । ସେ ଦିନ ଅନେକେ ମୋତେ କହିବେ, ହେ ପ୍ରଭୁ, ହେ ପ୍ରଭୁ, ଆମ୍ଭେମାନେ କି ତୁମ୍ଭ ନାମରେ ଭାବବାଣୀ କହିଲୁ ନାହିଁ? ପୁଣି, ତୁମ୍ଭ ନାମରେ କି ଭୂତମାନଙ୍କୁ ଛଡ଼ାଇଲୁ ନାହିଁ? ଆଉ ତୁମ୍ଭ ନାମରେ କି ଅନେକ ଆଶ୍ଚର୍ଯ୍ୟର କାର୍ଯ୍ୟ କଲୁ ନାହିଁ? ସେତେବେଳେ ମୁଁ ସେମାନଙ୍କୁ ସ୍ପଷ୍ଟରୂପେ କହିବି, ମୁଁ ତୁମ୍ଭମାନଙ୍କୁ କେବେ ହେଁ ଜାଣି ନାହିଁ । ହେ ଅଧର୍ମାଚାରୀମାନେ ମୋ ପାଖରୁ ଦୂର ହୁଅ ।
”ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନଙ୍କର ସମସ୍ତ ପାପ ଓ ନିନ୍ଦା କ୍ଷମା କରାଯିବ, କିନ୍ତୁ ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କ୍ଷମା କରାଯିବ ନାହିଁ । ଆଉ, ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ, ମାତ୍ର ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ, ଏହି ଯୁଗରେ କି ଆଗାମୀ ଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ ।
”କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ; ଯେଣୁ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ନିର୍ଦ୍ଦୋଷ ଓ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ଦୋଷୀ ବୋଲି ପ୍ରମାଣିତ ହେବ ।
”କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୋରି, ମିଥ୍ୟା ସାକ୍ଷ୍ୟ ଓ ନିନ୍ଦା ବାହାରେ;
”ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କ'ଣ ଦେବ?
”କିନ୍ତୁ ଯେ କେହି ମୋଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା ।
”ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ; ଦୁଇ ହସ୍ତ ଓ ଦୁଇ ପାଦ ନେଇ ଅନନ୍ତ ଅଗ୍ନିରେ ପଡ଼ିବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ । ଆଉ, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହାକୁ ଉପାଡ଼ି ଫୋପାଡ଼ିଦିଅ; ଦୁଇ ଚକ୍ଷୁ ନେଇ ଅଗ୍ନିମୟ ନର୍କରେ ପଡ଼ିବା ବରଂ ଏକ ଚକ୍ଷୁ ନେଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ ।
”ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ । କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ । ତଥାପି ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ଡଳୀକୁ କୁହ, ଓ ସେ ମଣ୍ଡଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ଅଣଯିହୂଦୀ ଓ କରଗ୍ରାହୀ ପରି ହେଉ ।
”ସେତେବେଳେ ପିତର ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି? କି ସାତ ଥର ପର୍ଯ୍ୟନ୍ତ? ଯୀଶୁ ତାହାଙ୍କୁ କହିଲେ, ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁ ନାହିଁ,
”ତୁମ୍ଭେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକୁ କ୍ଷମା ନ କର, ତାହାହେଲେ ମୋହର ସ୍ୱର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ ।
”ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀ କି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ ।
”ଆଉ ଦେଖ, ଜଣେ ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୁଁ କେଉଁ ସତ୍କର୍ମ କରିବି? ସେ ତାହାଙ୍କୁ କହିଲେ, ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର । ସେ ତାହାଙ୍କୁ ପଚାରିଲେ, କି କି ପ୍ରକାର ଆଜ୍ଞା? ଯୀଶୁ କହିଲେ, ଏହି ସବୁ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ପିତାମାତାଙ୍କୁ ସମାଦର କର; ପୁଣି, ତୁମ୍ଭର ପଡୋଶୀକି ଆତ୍ମତୁଲ୍ୟ ପ୍ରେମ କର ।
”ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଗିନା ଓ ଥାଳିର ବାହାର ସଫା କରୁଥାଅ, ମାତ୍ର ଭିତରେ ସେଗୁଡ଼ାକ ଲୁଣ୍ଠନକର୍ମ ଓ ଇନ୍ଦ୍ରିୟସେବାରେ ପରିପୂର୍ଣ୍ଣ ।
”ପୁଣି, ଅଧର୍ମ ବୃଦ୍ଧି ପାଇବାରୁ ଅଧିକାଂଶ ଲୋକଙ୍କର ପ୍ରେମ ଶୀତଳ ହୋଇଯିବ ।
”ଏଥିରୁ ସମସ୍ତେ ପାନ କର, କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ ।
”ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ ।
”ବାପ୍ତିଜକ ଯୋହନ ପ୍ରାନ୍ତରରେ ଉପସ୍ଥିତ ହୋଇ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ । ସେଥିରେ ସମଗ୍ର ଯିହୂଦା ପ୍ରଦେଶ ଓ ସମସ୍ତ ଯିରୂଶାଲମ ନିବାସୀ ବାହାରି ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ ଓ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ ।
”କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ୱରଙ୍କ ରାଜ୍ୟ ସନ୍ନିକଟ; ମନପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ୱାସ କର ।
”ଆଉ ସେ କହିଲେ, ଯାହା ମନୁଷ୍ୟଠାରୁ ବାହାରେ, ତାହା ହିଁ ତାହାକୁ ଅଶୁଚି କରେ । କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ ବେଶ୍ୟାଗମନ, ଚୋରି, ନରହତ୍ୟା, ବ୍ୟଭିଚାର, ଲୋଭ, ଦୁଷ୍ଟତା, ଶଠତା, କାମୁକତା, ଈର୍ଷାଦୃଷ୍ଟି, ନିନ୍ଦା, ଅହଙ୍କାର, ମୁର୍ଖତା; ଏହି ସମସ୍ତ ମନ୍ଦ ବିଷୟ ଭିତରୁ ବାହାରି ମନୁଷ୍ୟକୁ ଅଶୁଚି କରେ ।
”ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ । [କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ ।]
”ଆଉ, ତୁମ୍ଭର ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ,ଦୁଇ ପାଦ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ । [କାରଣ ନରକରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ ।]
”ପୁଣି, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ପକାଅ; ଦୁଇ ଚକ୍ଷୁ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଏକ ଚକ୍ଷୁ ଘେନି ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ; କାରଣ ନରକରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ ।
”ସେ ପୁନର୍ବାର ଯାତ୍ରା ଆରମ୍ଭ କରିବା ସମୟରେ ଜଣେ ଦୌଡ଼ିଆସି ତାହାଙ୍କ ଛାମୁରେ ଆଣ୍ଠୁପାତି ତାହାଙ୍କୁ ପଚାରିଲେ, ହେ ସଦ୍ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି? ସେଥିରେ ଯୀଶୁ ତାହାଙ୍କୁ କହିଲେ, ମୋତେ ଉତ୍ତମ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍ ଈଶ୍ୱରଙ୍କ ବିନା ଅନ୍ୟ କେହି ଉତ୍ତମ ନୁହେଁ,। ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର ।
”ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ ।
”[କିନ୍ତୁ ତୁମ୍ଭେମାନେ ଯଦି କ୍ଷମା ନ କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ ।]
”ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ ।
”କାରଣ ଅନ୍ଧକାର ଓ ମୃତ୍ୟୁଛାୟାରେ ବସିଥିବା ଲୋକଙ୍କୁ ଆଲୋକ ଦେବା ନିମନ୍ତେ,
”ସେଥିରେ ସେ ଯର୍ଦନର ନିକଟବର୍ତ୍ତୀ ସମସ୍ତ ଅଞ୍ଚଳକୁ ଯାଇ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ,
”ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସୁସ୍ଥ ଲୋକମାନଙ୍କର ଚିକିତ୍ସକଙ୍କଠାରେ ଆବଶ୍ୟକତା ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକତା ଅଛି । ମୁଁ ଧାର୍ମିକ ଲୋକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ମନ ପରିବର୍ତ୍ତନ କରିବା ନିମନ୍ତେ ପାପୀମାନଙ୍କୁ ଆହ୍ୱାନ କରିବାକୁ ଆସିଅଛି ।
”ଏଣୁ ମୁଁ ତୁମ୍ଭକୁ କହୁଅଛି, ଏହାର ଅନେକ ପାପ କ୍ଷମା ହୋଇଅଛି, କାରଣ ସେ ବହୁତ ପ୍ରେମ କଲା; କିନ୍ତୁ ଯାହାକୁ ଅଳ୍ପ କ୍ଷମା ଦିଆଯାଏ, ସେ ଅଳ୍ପ ପ୍ରେମ କରେ । ଆଉ ସେ ସେହି ସ୍ତ୍ରୀକୁ କହିଲେ, ତୋହର ପାପସବୁ କ୍ଷମା ହୋଇଅଛି । ସେଥିରେ ତାହାଙ୍କ ସାଙ୍ଗରେ ଭୋଜନରେ ବସିଥିବା ଲୋକମାନେ ମନେ ମନେ କହିବାକୁ ଲାଗିଲେ, ପାପ ସୁଦ୍ଧା କ୍ଷମା କରୁଅଛି ଯେ, ଏ କିଏ?
”ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ୱାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି ।
”ଆମ୍ଭମାନଙ୍କର ପାପସବୁ କ୍ଷମା କର, କାରଣ ଆମ୍ଭେମାନେ ମଧ୍ୟ ଆପଣା ଆପଣାର ପ୍ରତ୍ୟେକ ଅପରାଧିକୁ କ୍ଷମା କରୁ । ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ ।
”ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେଉଁମାନଙ୍କର ମନ ପରିବର୍ତ୍ତନ କରିବାର ଆବଶ୍ୟକ ନାହିଁ, ଏପରି ଅନେଶତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ ।
”ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେ ମନପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ୱରଙ୍କ ଦୂତମାନଙ୍କ ଆଗରେ ଆନନ୍ଦ ହୁଏ ।
”ସେଥିରେ ସେ କହିଲେ, ହେ ପିତା ଅବ୍ରାହାମ, ତାହା ଯଥେଷ୍ଟ ନୁହେଁ, ମାତ୍ର ଯଦି ମୃତମାନଙ୍କ ପାଖରୁ ଜଣେ ସେମାନଙ୍କ ନିକଟକୁ ଯିବ, ତାହାହେଲେ ସେମାନେ ମନ ପରିବର୍ତ୍ତନ କରିବେ । କିନ୍ତୁ ସେ ତାହାକୁ କହିଲେ, ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କର କଥା ନ ଶୁଣନ୍ତି, ତାହାହେଲେ ମୃତମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହେଲେ ସୁଦ୍ଧା ସେମାନେ ପରାମର୍ଶ ଗ୍ରହଣ କରିବେ ନାହିଁ ।
”ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ । ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ ସେ ଯଦି ମନ ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ । ପୁଣି, ଯଦି ସେ ଦିନ ଭିତରେ ସାତ ଥର ତୁମ୍ଭ ବିରୁଦ୍ଧରେ ପାପ କରେ ଓ ସାତ ଥର ତୁମ୍ଭ ନିକଟକୁ ଫେରିଆସି ମୁଁ ମନ ପରିବର୍ତ୍ତନ କରୁଅଛି ବୋଲି କହେ, ତେବେ ତାହାକୁ କ୍ଷମା କର ।
”କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ହେ ଈଶ୍ୱର, ମୁଁ ପାପୀ ମୋତେ ଦୟା କରନ୍ତୁ ।
”ଜଣେ ଯିହୂଦୀ ଧର୍ମଗୁରୁ ତାହାଙ୍କୁ ପଚାରିଲେ, ହେ ସଦ୍ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି? ସେଥିରେ ଯୀଶୁ ତାହାଙ୍କୁ କହିଲେ, ମୋତେ ସତ୍ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍ ଈଶ୍ୱରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ । ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର ।
”ପୁଣି, ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ ।
”ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ୱରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି ।
”ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ସର୍ପକୁ ଊର୍ଦ୍ଧ୍ୱକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହି ପ୍ରକାର ଊର୍ଦ୍ଧ୍ୱକୁ ଉଠାଯିବେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ । କାରଣ ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ । ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ୱର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ । ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ୱରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ । ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ । କାରଣ ଯେ କେହି କୁକର୍ମ କରେ, ଯେ ଜ୍ୟୋତିଃକୁ ଘୃଣା କରେ, ପୁଣି, କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ । କିନ୍ତୁ ଯେ କେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ୱରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ ।
”ଏହାପରେ ଯୀଶୁ ମନ୍ଦିରରେ ତାହାର ଦେଖା ପାଇ ତାକୁ କହିଲେ, ଦେଖ, ତୁମ୍ଭେ ସୁସ୍ଥ ହୋଇଅଛ, ଆଉ ପାପ କର ନାହିଁ, ଯେପରି ତୁମ୍ଭ ପ୍ରତି ଅଧିକ ଦୁର୍ଦ୍ଦଶା ନ ଘଟେ ।
”ହେ ଗୁରୁ, ଏହି ସ୍ତ୍ରୀଲୋକଟି ବ୍ୟଭିଚାର କର୍ମ କରୁଥିବା ସମୟରେ ଧରାପଡ଼ିଅଛି । ଏହିପରି ଲୋକମାନଙ୍କୁ ପଥର ଫୋପାଡ଼ି ମାରିବାକୁ ମୋଶା ଆମ୍ଭମାନଙ୍କୁ ମୋଶାଙ୍କ ବ୍ୟବସ୍ଥାରେ ଆଜ୍ଞା ଦେଇଅଛନ୍ତି; ତେବେ ଆପଣ କ'ଣ କହୁଅଛନ୍ତି? ସେମାନେ ଯେପରି ତାହାଙ୍କ ବିରୁଦ୍ଧରେ ଅଭିଯୋଗର କାରଣ ପାଇ ପାରନ୍ତି, ଏଥି ନିମନ୍ତେ ସେମାନେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ । କିନ୍ତୁ ଯୀଶୁ ଅଧୋମୁଖ ହୋଇ ଅଙ୍ଗୁଳି ଦ୍ୱାରା ଭୂମିରେ ଲେଖିବାକୁ ଲାଗିଲେ । ମାତ୍ର ସେମାନେ ତାହାଙ୍କୁ ପୁନଃ ପୁନଃ ପଚାରନ୍ତେ, ସେ ମସ୍ତକ ଉତ୍ତୋଳନ କରି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଯେ ନିଷ୍ପାପ, ସେ ପ୍ରଥମରେ ତାକୁ ପଥର ଫୋପାଡ଼ୁ । ପୁନର୍ବାର ସେ ଅଧୋମୁଖ ହୋଇ ଭୂମିରେ ଲେଖିବାକୁ ଲାଗିଲେ । ତାହା ଶୁଣି ସେମାନେ ବଡ଼ଠାରୁ ଆରମ୍ଭ କରି ଜଣ ଜଣ ହୋଇ ବାହାରିଯିବାକୁ ଲାଗିଲେ, ଆଉ କେବଳ ଯୀଶୁ ଓ ମଧ୍ୟସ୍ଥଳରେ ସେହି ସ୍ତ୍ରୀଲୋକ ଅବଶିଷ୍ଟ ରହିଲେ । ପୁଣି, ଯୀଶୁ ମସ୍ତକ ଉତ୍ତୋଳନ କରି ତାକୁ କହିଲେ, ଗୋ ନାରୀ, ସେମାନେ କାହାନ୍ତି? କେହି କ'ଣ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କଲେ ନାହିଁ? ସେ କହିଲା, କେହି ନାହିଁ, ପ୍ରଭୁ । ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ ।]
”ତେଣୁ ତୁମ୍ଭେମାନେ ଆପଣା ଆପଣା ପାପରେ ମରିବ, ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ ଆପଣା ଆପଣା ପାପରେ ମରିବ ।
”ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ପାପ କରେ, ସେ ପାପର ଦାସ ।
”ଈଶ୍ୱର ଯେ ପାପୀମାନଙ୍କ କଥା ଶୁଣନ୍ତି ନାହିଁ, ଏହା ଆମ୍ଭେମାନେ ଜାଣୁ, କିନ୍ତୁ ଯଦି କେହି ଈଶ୍ୱରଭକ୍ତ ହୋଇ ତାହାଙ୍କର ଇଚ୍ଛା ସାଧନ କରେ, ତାହାହେଲେ ସେ ତା'ର କଥା ଶୁଣନ୍ତି ।
”ଯେ ମୋତେ ଅଗ୍ରାହ୍ୟ କରେ ଓ ମୋହର ବାକ୍ୟ ଗ୍ରହଣ କରେ ନାହିଁ, ତାହାର ବିଚାରକର୍ତ୍ତା ଅଛି; ମୁଁ ଯେଉଁ ବାକ୍ୟ କହିଅଛି, ତାହା ଶେଷ ଦିନରେ ତାହାର ବିଚାର କରିବ ।
”ଯଦି ତୁମ୍ଭେମାନେ ମୋତେ ପ୍ରେମ କର, ତାହାହେଲେ ମୋହର ଆଜ୍ଞାସବୁ ପାଳନ କରିବ ।
”ସେ ଆସି ପାପ, ଧାର୍ମିକତା ଓ ବିଚାର ବିଷୟରେ ଜଗତକୁ ପ୍ରମାଣ ଦେବେ; ପାପ ବିଷୟରେ - କାରଣ ସେମାନେ ମୋ'ଠାରେ ବିଶ୍ୱାସ କରନ୍ତି ନାହିଁ; ଧାର୍ମିକତା ବିଷୟରେ- କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି ଓ ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ; ବିଚାର ବିଷୟରେ- କାରଣ ଏହି ଜଗତର ଅଧିପତି ବିଚାରିତ ହୋଇଅଛି ।
”ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ ମନ ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ ।
”ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇ ପାରେ, ଏଥିନିମନ୍ତେ ମନ ପରିବର୍ତ୍ତନ କରି ଫେରି ଆସନ୍ତୁ,
”ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି ।
”ଅତଏବ, ତୁମ୍ଭର ଏହି ଦୁଷ୍ଟ ପଣରୁ ମନ ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇ ପାରେ;
”ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ ।
”କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ୱରଙ୍କ କ୍ରୋଧ ପ୍ରକାଶିତ ହେଉଅଛି
”ଏଣୁ ଈଶ୍ୱର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ୱାରା କଳୁଷିତ ହୁଏ । କାରଣ ସେମାନେ ଈଶ୍ୱରଙ୍କ ସତ୍ୟ ପରିବର୍ତ୍ତେ ମିଥ୍ୟା ଗ୍ରହଣ କଲେ ଓ ସୃଷ୍ଟ ବସ୍ତୁର ପୂଜା ଓ ସେବା କଲେ ମାତ୍ର ସୃଷ୍ଟିକର୍ତ୍ତାଙ୍କୁ କଲେ ନାହିଁ; ଯେ ଯୁଗେ ଯୁଗେ ଧନ୍ୟ । ଆମେନ୍ । ଏହି କାରଣରୁ ଈଶ୍ୱର ସେମାନଙ୍କୁ ଜଘନ୍ୟ ପାପ ପ୍ରବୃତ୍ତିରେ ସମର୍ପଣ କଲେ, କାରଣ ସେମାନଙ୍କ ସ୍ତ୍ରୀମାନେ ସ୍ୱାଭାବିକ ବ୍ୟବହାର ପରିବର୍ତ୍ତେ ଅସ୍ୱାଭାବିକ ବ୍ୟବହାର କଲେ, ପୁଣି, ସେହିପରି ପୁରୁଷମାନେ ମଧ୍ୟ ସ୍ୱାଭାବିକ ସ୍ତ୍ରୀସଙ୍ଗ ପରିତ୍ୟାଗ କରି ପରସ୍ପର ଆପଣା ଆପଣା କାମନାରେ ଦଗ୍ଧ ହେଲେ, ପୁରୁଷ ସହିତ ପୁରୁଷ କୁତ୍ସିତ କର୍ମ କଲେ, ପୁଣି, ଆପଣା ଆପଣାଠାରେ ନିଜ ନିଜ ଭ୍ରଷ୍ଟତାର ସମୁଚିତ ପ୍ରତିଫଳ ପାଇଲେ ।
”ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ । ସେମାନେ ସର୍ବ ପ୍ରକାର ଅଧର୍ମ, ଦୁଷ୍ଟତା, ଲୋଭ, ହିଂସା, ଈର୍ଷା, ବଧ, ବିବାଦ, ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ; ସେମାନେ ଚୁଗୁଲିଆ, ନିନ୍ଦକ, ଈଶ୍ୱରଙ୍କ ଘୃଣ୍ୟ, ଅତ୍ୟାଚାରୀ, ଦାମ୍ଭିକ, ଅହଂକାରୀ, ଦୁଷ୍ଟକର୍ମର ଉତ୍ପାଦକ, ପିତାମାତାଙ୍କ ଅନାଜ୍ଞାବହ, ନିର୍ବୋଧ, ନିୟମ ଭଗ୍ନକାରୀ, ସ୍ୱାଭାବିକ ସ୍ନେହ-ରହିତ ଓ ନିର୍ଦ୍ଦୟ ଅଟନ୍ତି । ଯେଉଁମାନେ ଏହିପରି ଆଚରଣ କରନ୍ତି, ସେମାନେ ଯେ ମୃତ୍ୟୁର ଯୋଗ୍ୟ, ଈଶ୍ୱରଙ୍କର ଏହି ବିଧାନ ସେମାନେ ଜାଣିଲେ ସୁଦ୍ଧା କେବଳ ଯେ ଏହି ପ୍ରକାର ଆଚରଣ କରନ୍ତି ତାହା ନୁହେଁ, କିନ୍ତୁ ଏହିପରି ଆଚରଣ କରୁଥିବା ଲୋକମାନଙ୍କ ପକ୍ଷ ଆନନ୍ଦରେ ସମର୍ଥନ କରନ୍ତି ।
”ଅତଏବ, ହେ ମନୁଷ୍ୟ, ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଯେ କେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ, କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ନିଜେ ସେହି ପ୍ରକାର କର୍ମ କରୁଥାଅ ।
”କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ । ପ୍ରଥମରେ ଯିହୂଦୀ ଓ ମଧ୍ୟ ଗ୍ରୀକ୍, ପ୍ରତ୍ୟେକ ଦୁଷ୍କର୍ମକାରୀ ଲୋକର ପ୍ରାଣ ଉପରେ କ୍ଳେଶ ଓ ସଙ୍କଟ ଘଟିବ,
”ଯେଉଁ ଦିନରେ ଈଶ୍ୱର ମୋହର ସୁସମାଚାର ଅନୁସାରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ ।
”ତେବେ କ'ଣ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ? ନା, କୌଣସି ପ୍ରକାରେ ନୁହେଁ, କାରଣ ଯିହୂଦୀ ଓ ଗ୍ରୀକ୍ ସମସ୍ତେ ଯେ ପାପର ଅଧିନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ, ଯେପରି ଲେଖା ଅଛି, ଧାର୍ମିକ କେହି ନାହିଁ, ନା, ଜଣେ ସୁଦ୍ଧା ନାହିଁ, ଯେ ବୁଝେ, ଏପରି କେହି ନାହିଁ; ଯେ ଈଶ୍ୱରଙ୍କ ଅନ୍ୱେଷଣ କରେ, ଏପରି ଜଣେ ନାହିଁ; ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି, ଏକସାଙ୍ଗରେ ଅକର୍ମଣ୍ୟ ହୋଇଅଛନ୍ତି ଯେ ସତ୍କର୍ମ କରେ, ଏପରି କେହି ନାହିଁ, ନା, ଏପରି ଜଣେ ହେଲେ ନାହିଁ ।
”ଈଶ୍ୱରଙ୍କ ଭୟ ସେମାନଙ୍କ ଆଖି ଆଗରେ ନ ଥାଏ । ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହି ସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ୱରଙ୍କ ବିଚାରରେ ଦଣ୍ଡନୀୟ ହେବ;
”କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ପ୍ରାଣୀ ତାହାଙ୍କ ଛାମୁରେ ଧାର୍ମିକ ଗଣିତ ହେବ ନାହିଁ, ଯେହେତୁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପର ଜ୍ଞାନ ଜନ୍ମେ ।
”ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଈଶ୍ୱରଙ୍କ ଗୌରବରହିତ ହୋଇଅଛନ୍ତି, ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି । ଈଶ୍ୱର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ, ତାହାଙ୍କ ରକ୍ତରେ ବିଶ୍ୱାସ ଦ୍ୱାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି,
”"ଯେଉଁମାନଙ୍କର ଅପରାଧସବୁ କ୍ଷମା ହୋଇଅଛି, ଆଉ ଯେଉଁମାନଙ୍କର ପାପସବୁ ଆଚ୍ଛାଦିତ ହୋଇଅଛି, ସେମାନେ ଧନ୍ୟ ।
”କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ୱର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି । ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ୱାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ୱାରା ଈଶ୍ୱରଙ୍କ କ୍ରୋଧରୁ ରକ୍ଷା ପାଇବା ।
”ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ । କାରଣ ମୋଶାଙ୍କ ବ୍ୟବସ୍ଥା ପର୍ଯ୍ୟନ୍ତ ପାପ ଜଗତରେ ଥିଲା, କିନ୍ତୁ ମୋଶାଙ୍କ ବ୍ୟବସ୍ଥା ନ ଥିଲେ ପାପ ଗଣାଯାଏ ନାହିଁ;
”ଏହାଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା, ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ୱ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଅନନ୍ତ ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ୱ କରିବ ।
”ତେବେ, ଆମ୍ଭେମାନେ କ'ଣ କରିବା? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା? ତାହା କେବେ ହେଁ ନ ହେଉ । ପାପ ପ୍ରତି ମୃତ୍ୟୁ ଯେ ଆମ୍ଭେମାନେ, କିପରି ସେଥିରେ ଆଉ ଆମ୍ଭେମାନେ ଜୀବନ କାଟିବା? ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ?
”ଅତଏବ, ଆମ୍ଭେମାନେ ବାପ୍ତିସ୍ମ ଦ୍ୱାରା ମରଣରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇଅଛୁ, ଯେପରି ଖ୍ରୀଷ୍ଟ ପିତାଙ୍କ ଗୌରବ ଦ୍ୱାରା ମୃତ୍ୟୁମାନଙ୍କ ମଧ୍ୟରୁ ଯେଉଁ ପ୍ରକାରେ ଉତ୍ଥାପିତ ହେଲେ, ଆମ୍ଭେମାନେ ମଧ୍ୟ ସେହି ପ୍ରକାରେ ଜୀବନର ନୂତନ ଭାବରେ ଆଚରଣ କରୁ; କାରଣ ଯଦି ଆମ୍ଭେମାନେ ତାହାଙ୍କ ମୃତ୍ୟୁର ସାଦୃଶ୍ୟରେ ମୃତ୍ୟୁଭୋଗ କରି ତାହାଙ୍କ ସହିତ ଏକୀଭୂତ ହୋଇଅଛୁ, ତାହାହେଲେ ନିଶ୍ଚୟ ତାହାଙ୍କ ପୁନରୁତ୍ଥାନର ସାଦୃଶ୍ୟରେ ମଧ୍ୟ ଉତ୍ଥିତ ହୋଇ ତାହାଙ୍କ ସହିତ ଏକୀଭୂତ ହେବା । ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ୱରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ୱଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି, ଏହା ତ ଆମ୍ଭେମାନେ ଜାଣୁ, କାରଣ ଯେ ମରିଅଛି, ସେ ପାପରୁ ମୁକ୍ତ ହୋଇଅଛି ।
”ଏହା ତ ଆମ୍ଭେମାନେ ଜାଣୁ, କାରଣ ଯେ ମରିଅଛି, ସେ ପାପରୁ ମୁକ୍ତ ହୋଇଅଛି । କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ୱାସ କରୁ । ଖ୍ରୀଷ୍ଟ ମୃତ୍ୟୁମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ୱ ନାହିଁ । କାରଣ ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ୱାରା ସେ ଥରେ ହିଁ ପାପ ପ୍ରତି ମୃତ୍ୟୁ ହେଲେ; କିନ୍ତୁ ସେ ଯେଉଁ ଜୀବନରେ ଜୀବିତ, ସେଥିରେ ସେ ଈଶ୍ୱରଙ୍କ ପ୍ରତି ଜୀବିତ ଅଟନ୍ତି । ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ୱରଙ୍କ ପ୍ରତି ଜୀବିତ ବୋଲି ଗଣନା କର ।
”ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ୱ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷ- ଗୁଡ଼ାକର ବଶବର୍ତ୍ତୀ ହେବ; କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ୱରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ୱରଙ୍କ ନିକଟରେ ସମର୍ପଣ କର । କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ ।
”ତେବେ କ'ଣ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥି ନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ । ମୃତ୍ୟୁଜନକ ପାପ କିମ୍ବା ଧାର୍ମିିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କ'ଣ ଜାଣ ନାହିଁ?
”କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ, ପୁଣି, ପାପରୁ ମୁକ୍ତ ହୋଇ ଧାର୍ମିକତାର ଦାସ ହୋଇଅଛ । ତୁମ୍ଭମାନଙ୍କ ମାନବୀୟ ଦୁର୍ବଳତା ହେତୁ ମୁଁ ମନୁଷ୍ୟ ଭାବରେ କହୁଅଛି; ତୁମ୍ଭେମାନେ ଯେପରି ଅଧର୍ମ ନିମନ୍ତେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଅଶୁଚିତା ଓ ଅଧର୍ମ ନିକଟରେ ଦାସ ରୂପେ ସମର୍ପଣ କରିଥିଲ, ସେହିପରି ଏବେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ପବିତ୍ରତା ନିମନ୍ତେ ଧାର୍ମିକତା ନିକଟରେ ଦାସ ରୂପେ ସମର୍ପଣ କର ।
”କାରଣ ତୁମ୍ଭେମାନେ ପାପର ଦାସ ଥିବା ସମୟରେ ଧାର୍ମିକତା ସମ୍ବନ୍ଧରେ ସ୍ୱାଧୀନ ଥିଲ । ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା? ଯେ ସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜାବୋଧ କରୁଅଛ, କେବଳ ସେତିକି ମାତ୍ର; ସେହି ସମସ୍ତର ପରିଣାମ ତ ମୃତ୍ୟୁ ।
”କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ୱରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ । କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ୱରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ ।
”କାରଣ ଯେତେବେଳେ ଆମ୍ଭେମାନେ ଶରୀରର ବଶରେ ଥିଲୁ, ସେତେବେଳେ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପାଭିଳାଷଗୁଡ଼ାକ ଆମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ମୃତ୍ୟୁ ନିମନ୍ତେ ଫଳ ଉତ୍ପନ୍ନ କରିବାକୁ କାର୍ଯ୍ୟ ସାଧନ କରୁଥିଲା, କିନ୍ତୁ ଯଦ୍ୱାରା ଆମ୍ଭେମାନେ ଆବଦ୍ଧ ଥିଲୁ, ସେଥିପ୍ରତି ମୃତ ହୋଇ ଆମ୍ଭେମାନେ ଏବେ ମୋଶାଙ୍କ ବ୍ୟବସ୍ଥାରୁ ମୁକ୍ତ ହୋଇଅଛୁ; ଏଣୁ ଆମ୍ଭେମାନେ ଆକ୍ଷରିକ ପୁରାତନ ଭାବରେ ଦାସ୍ୟକର୍ମ ନ କରି ଆତ୍ମାର ନୂତନ ଭାବରେ ଦାସ୍ୟକର୍ମ କରୁଅଛୁ ।
”ତେବେ, ଆମ୍ଭେମାନେ କ'ଣ କହିବା? ମୋଶାଙ୍କ ବ୍ୟବସ୍ଥା କ'ଣ ପାପ? ତାହା କେବେ ହେଁ ନ ହେଉ । ବରଂ ପାପ କ'ଣ, ତାହା ମୋଶାଙ୍କ ବ୍ୟବସ୍ଥା ବିନା ମୁଁ ଜାଣି ନ ଥାଆନ୍ତି; କାରଣ ଲୋଭ କର ନାହିଁ, ମୋଶାଙ୍କ ବ୍ୟବସ୍ଥା ଏହା କହି ନ ଥିଲେ, ଲୋଭ କଅଣ, ତାହା ମୁଁ ଜାଣି ନ ଥାଆନ୍ତି । କିନ୍ତୁ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋ'ଠାରେ ସବୁପ୍ରକାର ଲୋଭ ଜନ୍ମାଇଲା; କାରଣ ମୋଶାଙ୍କ ବ୍ୟବସ୍ଥା ବିନା ପାପ ମୃତ । ଆଉ, ମୁଁ ଏକ ସମୟରେ ମୋଶାଙ୍କ ବ୍ୟବସ୍ଥା ବିନା ଜୀବିତ ଥିଲି, କିନ୍ତୁ ଆଜ୍ଞା ଆସନ୍ତେ ପାପ ଜୀବିତ ହେଲା, ପୁଣି, ମୁଁ ମୃତ ହେଲି; ସେଥିରେ ଜୀବନଦାୟକ ଯେଉଁ ଆଜ୍ଞା, ତାହା ମୋ' ପକ୍ଷରେ ମୃତ୍ୟୁଦାୟକ ବୋଲି ଜଣାଗଲା । କାରଣ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋତେ ପ୍ରତାରଣା କଲା, ପୁଣି, ତାହା ଦ୍ୱାରା ମୋତେ ବଧ କଲା ।
”କିନ୍ତୁ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋ'ଠାରେ ସବୁପ୍ରକାର ଲୋଭ ଜନ୍ମାଇଲା; କାରଣ ମୋଶାଙ୍କ ବ୍ୟବସ୍ଥା ବିନା ପାପ ମୃତ ।
”ତେବେ, ଯାହା ଉତ୍ତମ, ତାହା କି ମୋ' ପକ୍ଷରେ ମୃତ୍ୟୁଦାୟକ ହେଲା? ତାହା କେବେ ହେଁ ନ ହେଉ । କିନ୍ତୁ ପାପ ମୃତ୍ୟୁଦାୟକ ହେଲା, ଯେପରି ଯାହା ଉତ୍ତମ, ତାହା ଦେଇ ମୋ' ପ୍ରତି ମୃତ୍ୟୁ ସାଧନ କରିବା ଦ୍ୱାରା ପାପ, ପାପ ବୋଲି ପ୍ରକାଶ ପାଏ, ପୁଣି, ଯେପରି ଆଜ୍ଞା ଦ୍ୱାରା ପାପ ଅତିଶୟ ପାପମୟ ହୁଏ ।
”ଯେଣୁ, ମୋଶାଙ୍କ ବ୍ୟବସ୍ଥା ଯେ ଆତ୍ମିକ, ଏହା ଆମ୍ଭେମାନେ ଜାଣୁ; କିନ୍ତୁ ମୁଁ ଶାରୀରିକ, ପାପର କ୍ରୀତଦାସ । କାରଣ ମୁଁ ଯାହା କରେ, ତାହା ଜାଣେ ନାହିଁ; ଯେଣୁ ମୁଁ ଯାହା ଇଚ୍ଛା କରେ, ତାହା କରେ ନାହିଁ, ବରଂ ଯାହା ମୁଁ ଘୃଣା କରେ, ତାହା ହିଁ କରେ। କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ମୋଶାଙ୍କ ବ୍ୟବସ୍ଥା ଯେ ଉତ୍ତମ, ତାହା ମୁଁ ସ୍ୱୀକାର କରେ । ଏଣୁ ମୁଁ ଆଉ ତାହା କରୁ ନାହିଁ, କିନ୍ତୁ ମୋ'ଠାରେ ବାସ କରୁଥିବା ପାପ ତାହା କରୁଅଛି । କାରଣ ମୋ'ଠାରେ, ଅର୍ଥାତ୍, ମୋ' ଶରୀରରେ ଯେକୌଣସି ଉତ୍ତମ ବିଷୟ ବାସ କରେ ନାହିଁ, ଏହା ମୁଁ ଜାଣେ, ଯେଣୁ ମୁଁ ଇଚ୍ଛା କରି ପାରୁଅଛି, କିନ୍ତୁ ଯାହା ଉତ୍ତମ, ତାହା କରିବା ନିମନ୍ତେ ମୋହର ସାମର୍ଥ୍ୟ ନାହିଁ । କାରଣ ଯେଉଁ ଉତ୍ତମ କର୍ମ କରିବାକୁ ମୁଁ ଇଚ୍ଛା କରେ, ତାହା କରେ ନାହିଁ, କିନ୍ତୁ ଯେଉଁ ମନ୍ଦ କର୍ମ କରିବାକୁ ମୁଁ ଇଚ୍ଛା କରେ ନାହିଁ, ତାହା କରେ । କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ମୁଁ ନିଜେ ତାହା ଆଉ କରେ ନାହିଁ, ମାତ୍ର ମୋ'ଠାରେ ବାସ କରୁଥିବା ପାପ ତାହା କରେ ।
”ଅତଏବ, ଉତ୍ତମ କର୍ମ କରିବାକୁ ଇଚ୍ଛୁକ ଯେ ମୁଁ, ମୋ' ନିକଟରେ ଯେ ମନ୍ଦ ଉପସ୍ଥିତ, ଏହି ମୋଶାଙ୍କ ବ୍ୟବସ୍ଥା ମୁଁ ଦେଖୁଅଛି । କାରଣ ଆନ୍ତରିକ ପୁରୁଷର ଭାବାନୁସାରେ ମୁଁ ଈଶ୍ୱରଙ୍କ ମୋଶାଙ୍କ ବ୍ୟବସ୍ଥାରେ ଆନନ୍ଦ କରେ, କିନ୍ତୁ ମୁଁ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଗୋଟିଏ ଭିନ୍ନ ମୋଶାଙ୍କ ବ୍ୟବସ୍ଥା ଦେଖେ, ତାହା ମୋହର ମନର ମୋଶାଙ୍କ ବ୍ୟବସ୍ଥା ବିପକ୍ଷରେ ଯୁଦ୍ଧ କରେ, ଆଉ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଯେଉଁ ପାପର ମୋଶାଙ୍କ ବ୍ୟବସ୍ଥା ଅଛି, ମୋତେ ସେଥିର ବନ୍ଦୀ କରିଦିଏ । ହାୟ, ଦୁର୍ଭାଗ୍ୟ ମନୁଷ୍ୟ ଯେ ମୁଁ, ମୋତେ ଏହି ମୃତ୍ୟୁର ଶରୀରରୁ କିଏ ଉଦ୍ଧାର କରିବ? ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉଦ୍ଧାର ହେତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ । ଅତଏବ, ମୁଁ ନିଜେ ମନ ଦ୍ୱାରା ଈଶ୍ୱରଙ୍କ ମୋଶାଙ୍କ ବ୍ୟବସ୍ଥାର ଦାସ, କିନ୍ତୁ ଶରୀର ଦ୍ୱାରା ପାପ ମୋଶାଙ୍କ ବ୍ୟବସ୍ଥାର ଦାସ ଅଟେ ।
”ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ । କାରଣ ଜୀବନଦାୟକ ଆତ୍ମାଙ୍କ ମୋଶାଙ୍କ ବ୍ୟବସ୍ଥା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ମୋଶାଙ୍କ ବ୍ୟବସ୍ଥାରୁ ମୁକ୍ତ କରିଅଛି । ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ମୋଶାଙ୍କ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ୱର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ, ଯେପରି ଶାରୀରିକ ଭାବାନୁସାରେ ଆଚରଣ ନ କରି ଆତ୍ମିକ ଭାବାନୁସାରେ ଆଚରଣ କରିଥାଉ ଯେ ଆମ୍ଭେମାନେ, ଆମ୍ଭମାନଙ୍କଠାରେ ମୋଶାଙ୍କ ବ୍ୟବସ୍ଥାର ଧର୍ମବିଧି ସଫଳ ହୁଏ । କାରଣ ଯେଉଁମାନେ ଶାରୀରିକମନା, ସେମାନେ ଶାରୀରିକ ବିଷୟରେ ମନୋଯୋଗ କରନ୍ତି, କିନ୍ତୁ ଯେଉଁମାନେ ଆତ୍ମିକମନା, ସେମାନେ ଆତ୍ମିକ ବିଷୟରେ ମନୋଯୋଗ କରନ୍ତି । କାରଣ ଶାରୀରିକ ମନ ମୃତ୍ୟୁଜନକ, କିନ୍ତୁ ଆତ୍ମିକ ମନ ଜୀବନ ଓ ଶାନ୍ତିଦାୟକ; ଯେଣୁ ଶାରୀରିକ ମନ ଈଶ୍ୱରଙ୍କ ବିରୁଦ୍ଧରେ ଶତ୍ରୁତା; କାରଣ ତାହା ଈଶ୍ୱରଙ୍କ ବ୍ୟବସ୍ଥାର ବଶୀଭୂତ ନୁହେଁ, ପୁଣି, ବଶୀଭୂତ ହେବା ଅସମ୍ଭବ; ଯେଉଁମାନେ ଶରୀରର ବଶରେ ଅଛନ୍ତି, ସେମାନେ ଈଶ୍ୱରଙ୍କର ସନ୍ତୋଷପାତ୍ର ହୋଇ ପାରନ୍ତି ନାହିଁ ।
”ଅତଏବ, ହେ ଭାଇମାନେ, ଆମ୍ଭେମାନେ ଋଣୀ, କିନ୍ତୁ ଶାରୀରିକ ଭାବାନୁସାରେ ଜୀବନ ଯାପନ କରିବାକୁ ଶରୀର ନିକଟରେ ନୁହେଁ; କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନ ଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ ।
”ଆଉ, ଯେତେବେଳେ ଆମ୍ଭେ ସେମାନଙ୍କର ପାପସବୁ ହରଣ କରିବା, ସେତେବେଳେ ଏହା ସେମାନଙ୍କ ସହିତ ଆମ୍ଭର ନିୟମ ହେବ ।
”ପ୍ରେମ ନିଷ୍କପଟ ହେଉ । ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ;
”କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି, ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର ।
”ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ । ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ ।
”କିନ୍ତୁ ତୁମ୍ଭେ କାହିଁକି ଆପଣା ଭାଇର ବିଚାର କରୁଅଛ? କିମ୍ବା ତୁମ୍ଭେ କାହିଁକି ଆପଣା ଭାଇକୁ ତୁଚ୍ଛ କରୁଅଛ? ଆମ୍ଭେମାନେ ସମସ୍ତେ ତ ଈଶ୍ୱରଙ୍କ ବିଚାରାସନ ଛାମୁରେ ଠିଆ ହେବା ।
”କିନ୍ତୁ ଯେ ସନ୍ଦେହ କରି ଭୋଜନ କରେ, ସେ ଦଣ୍ଡନୀୟ ହୁଏ, କାରଣ ସେ ବିଶ୍ୱାସରେ ଭୋଜନ କରେ ନାହିଁ; ଆଉ ଯାହା କିଛି ବିଶ୍ୱାସରୁ ହୁଏ ନାହିଁ, ତାହା ପାପ ।
”ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି; କାରଣ ଏହିପରି ଲୋକେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି ।
”ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ୱରଙ୍କ ମନ୍ଦିର, ଆଉ ଈଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି; ଯଦି କୌଣସି ଲୋକ ଈଶ୍ୱରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ୱର ତାକୁ ନଷ୍ଟ କରିବେ କାରଣ ଈଶ୍ୱରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ ।
”ବ୍ୟଭିଚାରୀମାନଙ୍କ ସହିତ ସମ୍ପର୍କ ନ ରଖିବା ପାଇଁ ମୁଁ ତୁମ୍ଭମାନଙ୍କୁ ମୋହର ପତ୍ରରେ ଲେଖିଥିଲି; ଏହି ଜଗତର ବ୍ୟଭିଚାରୀ କି ଧନଲୋଭୀ କି ପରଦ୍ରବ୍ୟ ଲୁଣ୍ଠନକାରୀ କି ପ୍ରତିମାପୂଜକମାନଙ୍କ ସହିତ ଯେ ଆଦୌ ସମ୍ପର୍କ ନ ରଖିବ, ତାହା ନୁହେଁ; ତାହାହେଲେ ତୁମ୍ଭମାନଙ୍କୁ ଜଗତରୁ ବାହାରିଯିବାକୁ ପଡ଼ିବ; କିନ୍ତୁ ମୋହର ଲେଖିବାର ଭାବ ଏହା ଥିଲା ଯେ, ଯଦି କୌଣସି ଲୋକ ଭ୍ରାତା ବୋଲି ଖ୍ୟାତ ହୋଇ ବ୍ୟଭିଚାରୀ କି ଧନଲୋଭୀ କି ପ୍ରତିମାପୂଜକ କି ନିନ୍ଦକ କି ମତୁଆଳ କି ପରଦ୍ରବ୍ୟ ଲୁଣ୍ଠନକାରୀ ହୁଏ, ତେବେ ଏପରିଲୋକ ସହିତ ସମ୍ପର୍କ ରଖ ନାହିଁ, ପୁଣି, ତାହା ସାଙ୍ଗରେ ଭୋଜନ ସୁଦ୍ଧା କର ନାହିଁ । କାରଣ ବାହାର ଲୋକମାନଙ୍କର ବିଚାର କରିବାରେ ମୋହର କ'ଣ ଅଛି? ଭିତରେ ଯେଉଁମାନେ ଅଛନ୍ତି, ସେମାନଙ୍କର ବିଚାର କି ତୁମ୍ଭେମାନେ କର ନାହିଁ? କିନ୍ତୁ ଯେଉଁମାନେ ବାହାରେ ଅଛନ୍ତି, ସେମାନଙ୍କ ବିଚାର ଈଶ୍ୱର କରିବେ । ସେହି ଦୁଷ୍ଟ ଲୋକକୁ ତୁମ୍ଭମାନଙ୍କ ମଧ୍ୟରୁ ବାହାର କରିଦିଅ ।
”ଅବା, ଅଧାର୍ମିକମାନେ ଯେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ । ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ୱରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ ।
”ବ୍ୟଭିଚାରଠାରୁ ପଳାୟନ କର । ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ । ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ୱରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କ'ଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ; କାରଣ ତୁମ୍ଭେମାନେ ବିଶେଷ ମୂଲ୍ୟରେ କିଣାଯାଇଅଛ; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ୱରଙ୍କ ଗୌରବ ପ୍ରକାଶ କର ।
”ଯେପରି ସେମାନଙ୍କ ମଧ୍ୟରେ କେତେକ ବ୍ୟଭିଚାର କରି ଏକ ଦିନରେ ତେଇଶ ହଜାର ମରିଗଲେ, ସେପରି ଆମ୍ଭେମାନେ ବ୍ୟଭିଚାର ନ କରୁ । ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରଭୁଙ୍କୁ ପରୀକ୍ଷା କରି ସର୍ପ ଦ୍ୱାରା ବିନଷ୍ଟ ହେଲେ, ସେପରି ଆମ୍ଭେମାନେ ପ୍ରଭୁଙ୍କୁ ପରୀକ୍ଷା ନ କରୁ । ଯେପରି ସେମାନଙ୍କ ମଧ୍ୟରେ କେତେକ ଲୋକ ବଚସା କରି ସଂହାରକ ଦ୍ୱାରା ବିନଷ୍ଟ ହେଲେ, ସେପରି ତୁମ୍ଭେମାନେ ବଚସା କର ନାହିଁ । ଏହି ସମସ୍ତ ଦୃଷ୍ଟାନ୍ତ ସ୍ୱରୂପେ ସେମାନଙ୍କ ପ୍ରତି ଘଟିଲା, ଆଉ ଯେଉଁମାନଙ୍କ ସମୟରେ ଯୁଗାନ୍ତ କାଳ ଉପସ୍ଥିତ ହୋଇଅଛି, ଏପରି ଯେ ଆମ୍ଭେମାନେ, ଆମ୍ଭମାନଙ୍କ ଚେତନା ନିମନ୍ତେ ସେହି ସବୁ ଲେଖାଯାଇଅଛି । ଏଣୁ ଯେ ଆପଣାକୁ ସ୍ଥିର ବୋଲି ମନେ କରେ, ସେ ଯେପରି ପତିତ ନ ହୁଏ, ଏଥି ନିମନ୍ତେ ସେ ସାବଧାନ ହେଉ ।
”ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ୱର ବିଶ୍ୱାସ୍ୟ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରି ପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ ।
”କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ, ସମାଧିପ୍ରାପ୍ତ ହେଲେ, ଶାସ୍ତ୍ର ଅନୁସାରେ ତୃତୀୟ ଦିବସରେ ଉତ୍ଥିତ ହେଲେ;
”ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ । ଯଥାର୍ଥରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଈଶ୍ୱରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି ।
”ମୃତ୍ୟୁର ନାହୁଡ଼ ପାପ, ଆଉ ପାପର ବଳ ମୋଶାଙ୍କ ବ୍ୟବସ୍ଥା;
”କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ ।
”ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା,ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ୱରଙ୍କର ଧାର୍ମିକତାସ୍ୱରୂପ ହେଉ ।
”ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ୱରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ ।
”କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ଡଗୋଳ ହୁଏ; କାଳେ ମୁଁ ପୁନର୍ବାର ଉପସ୍ଥିତ ହେଲେ ମୋହର ଈଶ୍ୱର ତୁମ୍ଭମାନଙ୍କ ସମ୍ବନ୍ଧରେ ମୋତେ ପୁନର୍ବାର ଅବନତ କରନ୍ତି, ପୁଣି, ଯେଉଁମାନେ ପୂର୍ବରେ ପାପ କରିଅଛନ୍ତି, ଆଉ ଆପଣା ଆପଣା କୃତ ଅଶୁଚିତା, ବ୍ୟଭିଚାର ଓ କାମୁକତା ସକାଶେ ଅନୁତାପ କରି ନାହାଁନ୍ତି, ଏପରି ଅନେକ ଲୋକଙ୍କ ନିିମନ୍ତେ ମୁଁ ଶୋକ କରେ ।
”କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧିନ ବୋଲି ଗଣନା କରିଅଛି ।
”ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ । କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହି ସବୁ କରି ପାର ନାହିଁ । କିନ୍ତୁ ଯଦି ତୁମ୍ଭେମାନେ ଆତ୍ମାଙ୍କ ଦ୍ୱାରା ପରିଚାଳିତ ହୁଅ, ତେବେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ ।
”ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟରୂପେ ଜଣା: ବ୍ୟଭିଚାର, ଅଶୁଚିତା କାମୁକତା, ପ୍ରତିମାପୂଜା, ନରହତ୍ୟା, କୁହୁକ, ଶତ୍ରୁତା, ବିବାଦ, ଦ୍ୱେଷ, କ୍ରୋଧ, ସ୍ୱାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା, ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ ।
”ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି । ଯଦି ଆମ୍ଭେମାନେ ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହୋଇଅଛୁ, ତେବେ ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ ।
”ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ି ପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ ।
”ଭ୍ରାନ୍ତ ନ ହୁଅ; ଈଶ୍ୱର ବିଦୃପର ପାତ୍ର ନୁହଁନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ । ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନନ୍ତ ଜୀବନରୂପ ଶସ୍ୟ କାଟିବ ।
”ତାହାଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କ ଠାରେ ତାହାଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।
”ଏହି ସଂସାରର ଭାବାନୁସାରେ ପୁଣି, ଆକାଶମଣ୍ଡଳ ରାଜ୍ୟର ଅଧିପତି, ଅର୍ଥାତ୍ ଯେଉଁ ଆତ୍ମା ଏବେ ହେଁ ଅନାଜ୍ଞାବହ ସନ୍ତାନମାନଙ୍କ ଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୁର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ; ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଲାଷ ଅନୁସାରେ ଜୀବନ ଯାପନ କରି ଶାରୀରିକ ଓ ମନର କାମନା ପୂର୍ଣ୍ଣ କରୁଥିଲୁ, ପୁଣି, ଅନ୍ୟମାନଙ୍କ ପରି ସୁଦ୍ଧା ସ୍ୱଭାବତଃ କ୍ରୋଧର ପାତ୍ର ଥିଲୁ;
”ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ; ସେମାନେ ଆପଣାମାନଙ୍କ ଠାରେ ଥିବା ମୁର୍ଖତା ହେତୁ ଓ ନିଜ ନିଜ ହୃଦୟର ଜଡତା ହେତୁ ଆପଣା ଆପଣା ବୁଦ୍ଧିରେ ଅନ୍ଧକାରାଚ୍ଛନ୍ନ ପୁଣି, ଈଶ୍ୱରଙ୍କଠାରୁ ବିଛିନ୍ନ ହୋଇଅଛନ୍ତି; ସେମାନେ ଜଡବତ୍ ହୋଇ ଧନଲୋଭରେ ଆସକ୍ତ ହେବା ସଙ୍ଗେ ସଙ୍ଗେ ସର୍ବପ୍ରକାର ଅଶୁଚି କର୍ମ କରିବା ନିମନ୍ତେ ଆପଣା ଆପଣାକୁ କାମୁକତାରେ ସମର୍ପଣ କରିଅଛନ୍ତି ।
”ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ, ପୁଣି, ତୁମ୍ଭମାନଙ୍କ ମନରେ ନୂତନୀକୃତ ହୋଇ, ଯେଉଁ ନୂତନ ସ୍ୱଭାବ ଈଶ୍ୱରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ ।
”ସମସ୍ତ ପ୍ରକାର କଟୁ ଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି, ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୁର ହେଉ;
”କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହି ସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ; ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ । କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ଦେବପୂଜକ -ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ୱରଙ୍କର ରାଜ୍ୟରେ ଅଧିକାର ନାହିଁ । କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ୱରଙ୍କ କ୍ରୋଧ ବର୍ତ୍ତେ ।
”ଅନ୍ଧକାରର ନିଷ୍ଫଳ କର୍ମ ସବୁର ସହଭାଗୀ ହୁଅ ନାହିଁ,ବରଂ ସେ ସବୁର ଦୋଷହିଁ ଦେଖାଇଦିଅ; କାରଣ ସେମାନେ ଯାହାସବୁ ଗୁପ୍ତରେ କରନ୍ତି, ସେହି ସବୁ କଥା କହିବା ସୁଦ୍ଧା ଲଜ୍ଜାଜନକ,
”ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,
”ଆଉ, ପୂର୍ବେ ଦୁଷ୍କର୍ମ କରି ତୁମ୍ଭେମାନେ ଈଶ୍ୱରଙ୍କଠାରୁ ପୃଥକ୍ ଓ ମନରେ ତାହାଙ୍କର ଶତ୍ରୁ ଥିଲ, କିନ୍ତୁ ଏବେ ସେ ତୁମ୍ଭମାନଙ୍କୁ ମଧ୍ୟ ଆପଣା ସାକ୍ଷାତରେ ପବିତ୍ର, ଅନିନ୍ଦନୀୟ ଓ ନିର୍ଦ୍ଦୋଷ କରି ସ୍ଥାପନ କରିବା ନିମନ୍ତେ ଖ୍ରୀଷ୍ଟଙ୍କ ମାଂସମୟ ଶରୀରରେ ମୃତ୍ୟୁ ଦ୍ୱାରା ତୁମ୍ଭମାନଙ୍କୁ ଆପଣା ସହିତ ମିଳିତ କରିଅଛନ୍ତି;
”ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହି ସବୁ ପ୍ରତି ମୃତ ହୁଅ; ଏହି ସବୁ ହେତୁରୁ ଈଶ୍ୱରଙ୍କ କ୍ରୋଧ ବର୍ତ୍ତେ ପୂର୍ବେ ତୁମ୍ଭେମାନେ ମଧ୍ୟ ଏହି ସବୁ ବିଷୟରେ ଆସକ୍ତ ଥାଇ ସେହି ପ୍ରକାରେ ଆଚରଣ କରୁଥିଲ। କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହି ସବୁ ବିଷୟ, ଅର୍ଥାତ୍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହି ସବୁ ପରିତ୍ୟାଗ କର । ପରସ୍ପର ମିଥ୍ୟା କୁହ ନାହିଁ ତୁମ୍ଭେମାନେ ତ ପୁରାତନ ସ୍ୱଭାବ ଓ
”କାରଣ ଯେ ଅନ୍ୟାୟ କରେ, ସେ ଆପଣା ଅନ୍ୟାୟର ପ୍ରତିଫଳ ପାଇବ; ସେ ବିଷୟରେ କୌଣସି ମୁଖାପେକ୍ଷା ନାହିଁ ।
”କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ୱରଙ୍କ ଇଚ୍ଛା, ଅର୍ଥାତ୍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ, ଆଉ, ଯେପରି ଈଶ୍ୱରଙ୍କ ସମ୍ବନ୍ଧରେ ଅଜ୍ଞ ଅଣଯିହୂଦୀମାନଙ୍କ ପରି କାମାଭିଳାଷୀ ନ ହୋଇ,
”କାରଣ ଈଶ୍ୱର ଆମ୍ଭମାନଙ୍କୁ ଅଶୁଚିତାରେ ଜୀବନ ଯାପନ କରିବା ନିମନ୍ତେ ଆହ୍ୱାନ ନ କରି ପବିତ୍ର ହେବା ନିମନ୍ତେ ଆହ୍ୱାନ କରିଅଛନ୍ତି । ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ୱର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ ।
”ବରଂ ସମସ୍ତ ବିଷୟ ପରୀକ୍ଷା କର; ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ । ଶାନ୍ତିଦାତା ଈଶ୍ୱର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ ।
”ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
”ନରହନ୍ତା, ବ୍ୟଭିଚାରୀ, ପୁଂମୈଥୁନକାରୀ, ମନୁଷ୍ୟଚୋର, ମିଥ୍ୟାବାଦୀ ଓ ମିଥ୍ୟା ଶପଥକାରୀମାନଙ୍କ ନିମନ୍ତେ ପୁଣି, ଉତ୍ତମ ଶିକ୍ଷାର ବିପରୀତରେ ଯେକୌଣସି ବିଷୟ ଥାଏ, ତାହା ନିମନ୍ତେ ଯେ ନିରୂପିତ ହୋଇଅଛି, ଏହା ଜାଣି ଯଦି କେହି ମୋଶାଙ୍କ ବ୍ୟବସ୍ଥାର ଉଚିତ୍ ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଅାମ୍ଭେମାନେ ଜାଣୁ;
”ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ । ତଥାପି ଯେଉଁମାନେ ଭବିଷ୍ୟତ କାଳରେ ଅନନ୍ତ ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବେ, ସେମାନଙ୍କ ନିକଟରେ ଏକ ଉଦାହରଣ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥି ନିମନ୍ତେ ମୁଁ ଦୟା ପ୍ରାପ୍ତ ହେଲି ।
”ଯେଉଁମାନେ ପାପ କରନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟ ପାଆନ୍ତି ।
”କାହାରି କାହାରି ପାପ ବିଚାର ପୂର୍ବରୁ, କାହାରି କାହାରି ଅବା ପରେ ପ୍ରକାଶ ପାଏ ।
”ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହି ସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ । କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି ।
”କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଂକାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ, ଅକୃତଜ୍ଞ, ଅପବିତ୍ର, ସ୍ନେହଶୂନ୍ୟ, ଅମିଳନପ୍ରିୟ, ଅପବାଦକ, ଅଜିତେନ୍ଦ୍ରିୟ, ପ୍ରଚଣ୍ଡ, ଉତ୍ତମ ବିଷୟର ଘୃଣାକାରୀ, ବିଶ୍ୱାସଘାତକ, ଦୁଃସାହସୀ, ଦାମ୍ଭିକ ହେବେ ଓ ଈଶ୍ୱରପ୍ରିୟ ନ ହୋଇ ବରଂ ବିଳାସପ୍ରିୟ ହେବେ; ସେମାନେ ଭକ୍ତିର ବେଶ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ୱୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ । କାରଣ ଏମାନଙ୍କ ମଧ୍ୟରେ ଏପରିଲୋକ ଅଛନ୍ତି, ଯେଉଁମାନେ ଘରେ ଘରେ ପଶି ପାପରେ ଭାରାକ୍ରାନ୍ତ ଓ ବିଭିନ୍ନ କୁଅଭିଳାଷରେ ଚାଳିତ ନିର୍ବୋଧ ସ୍ତ୍ରୀମାନଙ୍କୁ ଆପଣାର ବଶବର୍ତ୍ତୀ କରନ୍ତି; ଏହି ସ୍ତ୍ରୀଲୋକମାନେ ସର୍ବଦା ଶିକ୍ଷା କରୁଥିଲେ ମଧ୍ୟ ସତ୍ୟ ଜାଣିବା ପାଇଁ କଦାପି ସମର୍ଥ ହୁଅନ୍ତି ନାହିଁ ।
”କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ ।
”ସେମାନେ ଈଶ୍ୱରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ ।
”କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ ।
”କାରଣ ସେ ନିଜେ ପରୀକ୍ଷିତ ହୋଇ ଦୁଃଖଭୋଗ କରିଥିବାରୁ ପରୀକ୍ଷିତ ହେଉଥିବା ଲୋକମାନଙ୍କ ଉପକାର କରିବା ନିମନ୍ତେ ସକ୍ଷମ ଅଟନ୍ତି ।
”କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥି ନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;
”ଉକ୍ତ ଅଛି, ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଯେପରି ବିରକ୍ତି ଜନ୍ମାଇବା ସ୍ଥାନରେ ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର ।
”କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାଁନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ ।
”କାରଣ କେବଳ ଏକ ବଳିର ଉତ୍ସର୍ଗ ଦ୍ୱାରା ସେ ପବିତ୍ରୀକୃତ ହେଉଥିବା ଲୋକମାନଙ୍କୁ ଚିରକାଳ ପାଇଁ ସିଦ୍ଧ କରିଅଛନ୍ତି । ଆଉ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କୁ ସେ ବିଷୟରେ ସାକ୍ଷ୍ୟ ଦିଅନ୍ତି; କାରଣ ପ୍ରଭୁ ଏହି କଥା କହନ୍ତି, ସେହି ସମୟ ଉତ୍ତାରେ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ହୃଦୟରେ ଆପଣା ମୋଶାଙ୍କ ବ୍ୟବସ୍ଥା ଦେବା, ପୁଣି, ସେମାନଙ୍କ ମନରେ ସେହି ସବୁ ଲେଖିବା, ଏହା କହିଲା ଉତ୍ତାରେ ସେ କହନ୍ତି, ସେମାନଙ୍କ ପାପ ଓ ସେମାନଙ୍କ ଅପରାଧସବୁ ଆମ୍ଭେ ଆଉ ସ୍ମରଣ କରିବା ନାହିଁ । ଏହି ସମସ୍ତ କ୍ଷମା ହେବା ସ୍ଥଳେ ପାପ ନିମନ୍ତେ ଆଉ ବଳି ଉତ୍ସର୍ଗ କରିବା ଅନାବଶ୍ୟକ ।
”କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ୱେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ, ବରଂ ବିଚାରର ଏକ ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ଡତା ଅବଶିଷ୍ଟ ଥାଏ । କେହି ମୋଶାଙ୍କ ବ୍ୟବସ୍ଥାକୁ ଅମାନ୍ୟ କଲେ, ସେ ଦୟା ପ୍ରାପ୍ତ ନ ହୋଇ ଦୁଇ କିମ୍ବା ତିନି ଜଣ ସାକ୍ଷୀଙ୍କ ପ୍ରମାଣରେ ହତ ହୁଏ; ତେବେ ଭାବି ଦେଖ, ଯେ ଈଶ୍ୱରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ସାମାନ୍ୟ ବିଷୟ ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ! କାରଣ 'ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା,'ଯେ ଏହି କଥା କହିଅଛନ୍ତି, ତାହାଙ୍କୁ ଆମ୍ଭେମାନେ ଜାଣୁ; ପୁନଶ୍ଚ, 'ପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ' । ଜୀବିତ ଈଶ୍ୱରଙ୍କ ହସ୍ତରେ ପଡ଼ିବା ଭୟଙ୍କର ବିଷୟ ।
”ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧିଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ ।
”ତୁମ୍ଭେମାନେ ପାପ ବିରୁଦ୍ଧରେ ଯୁଦ୍ଧ କରି ଏଯାଏଁ ରକ୍ତବ୍ୟୟ ପର୍ଯ୍ୟନ୍ତ ପ୍ରତିରୋଧ କରି ନାହଁ,
”ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,
”ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ୱର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ ।
”ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ । କେହି ପରୀକ୍ଷିତ ହେଲେ, ମୋହର ଏହି ପରୀକ୍ଷା ଈଶ୍ୱରଙ୍କ ଆଡ଼ୁ ହେଉଅଛି ବୋଲି ନ କହୁ, କାରଣ ଈଶ୍ୱର ମନ୍ଦରେ ପରୀକ୍ଷିତ ହୋଇ ପାରନ୍ତି ନାହିଁ, ଆଉ ସେ ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ । କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ୱାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ; ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ । ହେ ମୋହର ପ୍ରିୟ ଭାଇମାନେ, ଭ୍ରାନ୍ତ ହୁଅ ନାହିଁ ।
”ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର । କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ ।
”କାରଣ ଯେ କେହି ସମସ୍ତ ମୋଶାଙ୍କ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ, ତେବେ ସେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ଡନୀୟ ହୁଏ ।
”ବିଶ୍ୱାସୀମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ? କ'ଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ? ତୁମ୍ଭେମାନେ କାମନା କରିଥାଅ; କିନ୍ତୁ ପାଇ ନ ଥାଅ; ତୁମ୍ଭେମାନେ ବଧ ଓ ଈର୍ଷା କରିଥାଅ, କିନ୍ତୁ ପ୍ରାପ୍ତ ହେବାକୁ ଅକ୍ଷମ ହୋଇଥାଅ; ତୁମ୍ଭେମାନେ ବିବାଦ ଓ ଯୁଦ୍ଧ କରିଥାଅ, ତୁମ୍ଭେମାନେ ପାଇ ନ ଥାଅ, କାରଣ ତୁମ୍ଭେମାନେ ମାଗି ନ ଥାଅ;
”ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ୱରଙ୍କର ଶତ୍ରୁତା, ଏହା କ'ଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ୱରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ । ନା ତୁମ୍ଭେମାନେ କ'ଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି? କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ରରେ ଉକ୍ତ ଅଛି, "ଈଶ୍ୱର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି'' । ଅତଏବ, ତୁମ୍ଭେମାନେ ଈଶ୍ୱରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ । ଈଶ୍ୱରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ । ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର । ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର; ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ । ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ ।
”ହେ ଭାଇମାନେ, ତୁମ୍ଭେମାନେ ପରସ୍ପରର ଗ୍ଳାନି କର ନାହିଁ; ଯେ ଭାଇର ଗ୍ଳାନି କରେ କିମ୍ବା ଭାଇର ବିଚାର କରେ, ସେ ମୋଶାଙ୍କ ବ୍ୟବସ୍ଥାର ଗ୍ଲାନି କରେ ଓ ସେଥିର ବିଚାର କରେ; କିନ୍ତୁ ତୁମ୍ଭେ ଯଦି ମୋଶାଙ୍କ ବ୍ୟବସ୍ଥାର ବିଚାର କର, ତାହାହେଲେ ତୁମ୍ଭେ ମୋଶାଙ୍କ ବ୍ୟବସ୍ଥାର ପାଳନକାରୀ ନ ହୋଇ ସେଥିର ବିଚାରକର୍ତ୍ତା ଅଟ । ମୋଶାଙ୍କ ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେ ମାତ୍ର, ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ; କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ, ତୁମ୍ଭେ କିଏ?
”ଅତଏବ, ଯେ ସତ୍କର୍ମ କରିବାକୁ ଜାଣି ତାହା କରେ ନାହିଁ, ତାହାର ପାପ ହୁଏ ।
”ତେବେ ଯେ ପାପୀକୁ ଭ୍ରାନ୍ତିପଥରୁ ଫେରାଇ ଆଣେ, ସେ ଯେ ତାହାର ଆତ୍ମାକୁ ମୃତ୍ୟୁରୁ ରକ୍ଷା କରେ ଓ ବହୁତ ପାପ ଆଚ୍ଛାଦନ କରେ, ଏହା ଜାଣ ।
”ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ, ମାତ୍ର ତୁମ୍ଭମାନଙ୍କର ଆହ୍ୱାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ । ଯେଣୁ ଲେଖାଅଛି, ତୁମ୍ଭେମାନେ ପବିତ୍ର ହୁଅ, କାରଣ ଆମ୍ଭେ ପବିତ୍ର ।
”ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ,
”ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।
”ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ । କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ ।
”ଯେଣୁ ଆମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;
”ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, (କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି), ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ୱରଙ୍କ ଇଚ୍ଛାନୁସାରେ କ୍ଷେପଣ କର । ଯେଣୁ ଅଣଯିହୂଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;
”ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ। କାରଣ ଈଶ୍ୱର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନର୍କରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ୱରରେ ରଖିଅଛନ୍ତି
”ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି । ସେମାନେ ଦୁଃସାହସୀ ଓ ସ୍ୱେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ,
”ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,
”କୁକୁର ଆପଣା ବାନ୍ତି ଖାଇବାକୁ ଓ ଧୌତ ହୋଇଥିବା ଘୁଷୁରି କାଦୁଅରେ ଲୋଟିବାକୁ ପୁନର୍ବାର ଫେରେ, ଏହି ସତ୍ୟ ଦୃଷ୍ଟାନ୍ତବାକ୍ୟ ସେମାନଙ୍କ ପ୍ରତି ଘଟିଅଛି ।
”ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ,
”ତାହାଙ୍କ ସହିତ ଆମ୍ଭମାନଙ୍କର ସହଭାଗିତା ଅଛି, ଏହା କହି ଯଦି ଆମ୍ଭେମାନେ ଅନ୍ଧକାରରେ ଆଚରଣ କରୁ ତାହାହେଲେ ଆମ୍ଭେମାନେ ମିଥ୍ୟାବାଦୀ, ଆଉ ସତ୍ୟ ଆଚରଣ କରୁ ନ ଥାଉ । କିନ୍ତୁ ସେ ଯେପରି ଜ୍ୟୋତିଃର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ । ଆମ୍ଭମାନଙ୍କର ପାପ ନାହିଁ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ । ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି । ଆମ୍ଭେମାନେ ପାପ କରି ନାହୁଁ, ଏହା ଯଦି କହୁ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ମିଥ୍ୟାବାଦୀ କରୁ, ପୁଣି, ତାହାଙ୍କ ବାକ୍ୟ ଆମ୍ଭମାନଙ୍କଠାରେ ନାହିଁ ।
”ହେ ମୋହର ପ୍ରିୟମାନେ, ତୁମ୍ଭେମାନେ ଯେପରି ପାପ ନ କର, ଏଥି ନିମନ୍ତେ ମୁଁ ଏହି ସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି । କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ । ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି। ଯଦି ଆମ୍ଭେମାନେ ତାହାଙ୍କ ଆଜ୍ଞା ପାଳନ କରୁ, ତେବେ ତଦ୍ୱାରା ଜ୍ଞାତ ହେଉ ଯେ, ଆମ୍ଭେମାନେ ତାହାଙ୍କୁ ଜାଣୁ । ତାହାଙ୍କ ଆଜ୍ଞା ପାଳନ ନ କରି ତାହାଙ୍କୁ ଜାଣେ ବୋଲି ଯେ କହେ, ସେ ମିଥ୍ୟାବାଦୀ ଓ ତାହାଠାରେ ସତ୍ୟ ନାହିଁ; କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଈଶ୍ୱରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି । ଏତଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ । ଯେ ତାହାଙ୍କଠାରେ ରହେ ବୋଲି କହେ, ସେ ତାହାଙ୍କ ପରି ଆଚରଣ କରିବା ମଧ୍ୟ କର୍ତ୍ତବ୍ୟ ।
”କିନ୍ତୁ ଯେ ଆପଣା ଭାଇକୁ ଘୃଣା କରେ, ସେ ଅନ୍ଧକାରରେ ଅଛି, ପୁଣି, ଅନ୍ଧକାରରେ ଭ୍ରମଣ କରି କେଉଁ ଆଡ଼େ ଯାଉଅଛି, ତାହା ଜାଣେ ନାହିଁ, କାରଣ ଅନ୍ଧକାର ତାହାର ଚକ୍ଷୁକୁ ଅନ୍ଧ କରିଅଛି ।
”ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତାହାଙ୍କ ନାମ ସକାଶେ ତୁମ୍ଭମାନଙ୍କର ପାପ କ୍ଷମା ହୋଇଅଛି ।
”ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ; କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ। ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ୱରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।
”ଯେ କେହି ପାପ କରେ, ସେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରେ, କାରଣ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ହିଁ ପାପ । ଆଉ ତୁମ୍ଭେମାନେ ଜାଣ ଯେ, ସେ ପାପ ବୋହିନେଇଯିବା ପାଇଁ ପ୍ରକାଶିତ ହେଲେ, ଆଉ ତାହାଙ୍କଠାରେ ପାପ ନାହିଁ । ଯେ କେହି ତାହାଙ୍କଠାରେ ରହେ, ସେ ପାପ କରେ ନାହିଁ; ଯେ କେହି ପାପ କରେ, ସେ ତାହାଙ୍କୁ ଦେଖି ନାହିଁ, କିଅବା ତାହାଙ୍କୁ ଜାଣି ନାହିଁ । ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ; ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ୱରଙ୍କ ପୁତ୍ର ପ୍ରକାଶିତ ହେଲେ । ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ପାପ କରେ ନାହିଁ, କାରଣ ଈଶ୍ୱରଙ୍କ ବୀଜ ତାହାଠାରେ ରହେ, ଆଉ ସେ ଈଶ୍ୱରଙ୍କଠାରୁ ଜାତ ହେବାରୁ ପାପ କରି ପାରେ ନାହିଁ । ଏଥିରେ କିଏ ଈଶ୍ୱରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ୱରଙ୍କଠାରୁ ଜାତ ନୁହେଁ ।
”ଯେ କେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନନ୍ତ ଜୀବନ ନ ଥାଏ, ଏହା ତୁମ୍ଭେମାନେ ଜାଣ ।
”କିନ୍ତୁ ଯେ ଜାଗତିକ ଭାବେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ୱରଙ୍କ ପ୍ରେମ କିପରି ରହିପାରେ?
”ଆମ୍ଭେମାନେ ଯେ ଈଶ୍ୱରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ
”କେହି ଯେବେ ଭାଇକୁ ପାପ କରୁଥିବା ଦେଖେ, ଆଉ ସେହି ପାପ ମୃତ୍ୟୁଜନକ ହୋଇ ନ ଥାଏ, ତେବେ ସେ ପ୍ରାର୍ଥନା କରୁ, ଆଉ ଈଶ୍ୱର ଯେଉଁପରି ମୃତ୍ୟୁଜନକ ପାପ ନ କରିଥିବା ଲୋକମାନଙ୍କୁ ଜୀବନ ଦାନ କରନ୍ତି, ସେହିପରି ତାହାକୁ ମଧ୍ୟ ଜୀବନ ଦାନ କରିବେ। ମୃତ୍ୟୁଜନକ ପାପ ଅଛି; ସେଥିପାଇଁ ସେ ପ୍ରାର୍ଥନା କରୁ ବୋଲି ମୁଁ କହୁ ନାହିଁ । ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଏପରି ପାପ ଅଛି, ଯାହା ମୃତ୍ୟୁଜନକ ନୁହେଁ । ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ୱରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ ।
”ଯେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ୱରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି । କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ବର୍ଦ୍ଧନା ଜଣାଅ ନାହିଁ; କାରଣ ଯେ କେହି ତାହାକୁ ସମ୍ବର୍ଦ୍ଧନା ଜଣାଏ, ସେ ତାହାର ଦୁଷ୍କର୍ମର ସହଭାଗୀ ହୁଏ ।
”ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ,ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁ ସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁ ସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି ।
”ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି ।
”ଏଣୁ ମନପରିବର୍ତ୍ତନ କର; ନୋହିଲେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ସ୍ୱମୁଖନିଃସୃତ ଖଡ଼୍ଗ ଦ୍ୱାରା ସେମାନଙ୍କ ସଙ୍ଗେ ଯୁଦ୍ଧ କରିବୁ ।
”ଆମ୍ଭେ ତାହାକୁ ମନପରିବର୍ତ୍ତନ କରିବାକୁ ସମୟ ଦେଲେ ହେଁ ସେ ଆପଣା ବେଶ୍ୟାବୃତ୍ତିରୁ ମନପରିବର୍ତ୍ତନ କରିବାକୁ ଇଚ୍ଛୁକ ହେଉ ନାହିଁ ।
”ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ଶୀତଳ ନୁହଁ କି ଉଷ୍ଣ ହିଁ ନୁହଁ; ତୁମ୍ଭେ ଶୀତଳ କି ଉଷ୍ଣ ହେଲେ ଭଲ ହୁଅନ୍ତା । ଏଣୁ ତୁମ୍ଭେ ଶୀତଳ କି ଉଷ୍ଣ ନ ହୋଇ ଈଷଦୁଷ୍ଣ ହେବାରୁ ଆମ୍ଭେ ତୁମ୍ଭକୁ ଆପଣା ମୁଖରୁ ପ୍ରତ୍ୟାଖ୍ୟାନ କରିବାକୁ ଯାଉଅଛୁ ।
”ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନପରିବର୍ତ୍ତନ କଲେ ନାହିଁ ।
”ପରେ ମୁଁ ସ୍ୱର୍ଗରୁ ଆଉ ଗୋଟିଏ ସ୍ଵର ଏହା କହିବାର ଶୁଣିଲି, ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଲେଶର ଅଂଶୀ ନ ହୁଅ, ଏଥି ନିମନ୍ତେ ତାହାଠାରୁ ବାହାରି ଆସ; କାରଣ ତାହାର ପାପରାଶୀ ସ୍ଵର୍ଗ ପର୍ଯ୍ୟନ୍ତ ସୁଦ୍ଧା ଉଠିଅଛି, ଆଉ ଈଶ୍ୱର ତାହାର ଅଧର୍ମସବୁ ସ୍ମରଣ କରିଅଛନ୍ତି ।
”ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ । ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ ।
”କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ ।
”କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ ।
”ଯେ ଅଧର୍ମାଚାରୀ, ସେ ଆହୁରି ଅଧର୍ମାଚରଣ କରୁ; ଯେ ଅଶୁଚି, ସେ ଆହୁରି ଅଶୁଚି ହେଉ; ପୁଣି, ଯେ ଧାର୍ମିକ, ସେ ଆହୁରି ଧର୍ମାଚରଣ କରୁ; ଯେ ପବିତ୍ର ସେ ଆହୁରି ପବିତ୍ର ହେଉ ।
”କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ ।
”