13 – ସମଲିଙ୍ଗୀ ସମ୍ପର୍କ

ଏଗୁଡ଼ିକ ହେଉଛି ସର୍ବଶକ୍ତିମାନ ପରମେଶ୍ୱରଙ୍କ ପବିତ୍ର ବାକ୍ୟ।
ମଣିଷର କଥାରେ ଆମର ଆଗ୍ରହ ନାହିଁ।
ଯିଏ ଭଗବାନଙ୍କୁ ଭଲ ପାଏ... ଭଗବାନ ଏହା ବିଷୟରେ କହନ୍ତି: ସମଲିଙ୍ଗୀ ସମ୍ପର୍କ.

ଶ୍ରେଷ୍ଠ 3ଟି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଦ୍ୟ

ଅବା, ଅଧାର୍ମିକମାନେ ଯେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍‍ ଆଚାରୀ କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ । ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ୱରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ ।

ଏହି କାରଣରୁ ଈଶ୍ୱର ସେମାନଙ୍କୁ ଜଘନ୍ୟ ପାପ ପ୍ରବୃତ୍ତିରେ ସମର୍ପଣ କଲେ, କାରଣ ସେମାନଙ୍କ ସ୍ତ୍ରୀମାନେ ସ୍ୱାଭାବିକ ବ୍ୟବହାର ପରିବର୍ତ୍ତେ ଅସ୍ୱାଭାବିକ ବ୍ୟବହାର କଲେ, ପୁଣି, ସେହିପରି ପୁରୁଷମାନେ ମଧ୍ୟ ସ୍ୱାଭାବିକ ସ୍ତ୍ରୀସଙ୍ଗ ପରିତ୍ୟାଗ କରି ପରସ୍ପର ଆପଣା ଆପଣା କାମନାରେ ଦଗ୍ଧ ହେଲେ, ପୁରୁଷ ସହିତ ପୁରୁଷ କୁତ୍ସିତ କର୍ମ କଲେ, ପୁଣି, ଆପଣା ଆପଣାଠାରେ ନିଜ ନିଜ ଭ୍ରଷ୍ଟତାର ସମୁଚିତ ପ୍ରତିଫଳ ପାଇଲେ । ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ ।

ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ। ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ କୌଣସି ପଶୁଠାରେ ଗମନ କରିବ ନାହିଁ; କିଅବା କୌଣସି ସ୍ତ୍ରୀ ଆପଣା ସହିତ ସଂସର୍ଗ କରାଇବାକୁ କୌଣସି ପଶୁର ସମ୍ମୁଖରେ ଠିଆ ହେବ ନାହିଁ; ଏହା ତ ପାଷାଣ୍ଡତା।

କ୍ରମରେ ପ୍ରତ୍ୟେକ ପଦ - 21 ବାଇବଲ ପଦ

ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।

ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।

ସଦାପ୍ରଭୁ ଆହୁରି କହିଲେ, “ସଦୋମ ଓ ହମୋରାର ବିରୁଦ୍ଧରେ ମହାଧ୍ୱନି ଉଠୁଅଛି, ସେମାନଙ୍କର ପାପ ଅତିଶୟ ଗୁରୁତର; ଏଣୁ ଆମ୍ଭେ ତଳକୁ ଦେଖିବାକୁ ଯାଇ ଆମ୍ଭ ନିକଟକୁ ଆଗତ କ୍ରନ୍ଦନ ଅନୁସାରେ ସେମାନେ ସର୍ବତୋଭାବେ କରିଅଛନ୍ତି କି ନାହିଁ, ତାହା ଜାଣିବା।” ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ସେହିଠାରୁ ବାହୁଡ଼ି ସଦୋମ ଆଡ଼କୁ ଗମନ କଲେ; ମାତ୍ର ଅବ୍ରହାମ ସେ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଛାମୁରେ ଛିଡ଼ା ହୋଇ ରହିଲେ। ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ? ହୋଇପାରେ, ନଗର ମଧ୍ୟରେ ପଚାଶ ଜଣ ଧାର୍ମିକ ଥିବେ; ତହିଁ ମଧ୍ୟବର୍ତ୍ତୀ ପଚାଶ ଜଣ ଧାର୍ମିକଙ୍କ ସକାଶେ କି ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ? ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟ ବିଚାର କରିବେ ନାହିଁ?” ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଯଦି ସଦୋମ ନଗରରେ ପଚାଶ ଜଣ ଧାର୍ମିକ ଦେଖିବା, ତେବେ ସେମାନଙ୍କ ସକାଶେ ସମସ୍ତ ସ୍ଥାନ ରକ୍ଷା କରିବା।” ତହିଁରେ ଅବ୍ରହାମ ପ୍ରତ୍ୟୁତ୍ତର କଲେ, “ଦେଖନ୍ତୁ, ମୁଁ ଧୂଳି ଓ ଭସ୍ମମାତ୍ର ହେଲେ ହେଁ ମୋ ପ୍ରଭୁଙ୍କ ଛାମୁରେ କଥା କହିବାକୁ ପ୍ରବୃତ୍ତ ହୋଇଅଛି। ହୋଇପାରେ, ପଚାଶ ଜଣ ଧାର୍ମିକ ମଧ୍ୟରୁ ପାଞ୍ଚ ଜଣ ଊଣା ଥିବେ; ସେହି ପାଞ୍ଚ ଜଣ ଊଣା ହେବା ସକାଶୁ କି ଆପଣ ସମସ୍ତ ନଗର ବିନଷ୍ଟ କରିବେ?” ସଦାପ୍ରଭୁ କହିଲେ, “ଆମ୍ଭେ ପଞ୍ଚଚାଳିଶ ଜଣ ପାଇଲେ, ତାହା ବିନଷ୍ଟ କରିବା ନାହିଁ।” ଅବ୍ରହାମ ତାହାଙ୍କୁ ପୁନର୍ବାର କହିଲେ, “ହୋଇପାରେ, ସେଠାରେ ଚାଳିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଚାଳିଶ ଜଣ ସକାଶୁ ତାହା କରିବା ନାହିଁ।” ପୁନର୍ବାର ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆହୁରି କଥାଟିଏ କହିବି; ହୋଇପାରେ, ସେଠାରେ ତିରିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ତିରିଶ ଜଣ ପାଇଲେ, ତାହା କରିବା ନାହିଁ।” ଅବ୍ରହାମ କହିଲେ, “ଦେଖନ୍ତୁ, ପ୍ରଭୁଙ୍କ ଛାମୁରେ ମୁଁ ପୁନର୍ବାର କଥା କହିବାକୁ ପ୍ରବୃତ୍ତ ହୋଇଅଛି; ହୋଇପାରେ, ସେଠାରେ କୋଡ଼ିଏ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି କୋଡ଼ିଏ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।” ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆଉ ଥରେ ମାତ୍ର କହିବି; ହୋଇପାରେ, ସେଠାରେ ଦଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଦଶ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।”

ଏଥିଉତ୍ତାରେ ସନ୍ଧ୍ୟା ବେଳେ ସେହି ଦୁଇ ସ୍ୱର୍ଗଦୂତ ସଦୋମରେ ଉପସ୍ଥିତ ହେଲେ; ସେତେବେଳେ ଲୋଟ ସଦୋମ ନଗରର ଦ୍ୱାରରେ ଉପବିଷ୍ଟ ଥିବାରୁ ସେମାନଙ୍କୁ ଦେଖି ସେମାନଙ୍କ ସହିତ ସାକ୍ଷାତ କରିବାକୁ ଉଠିଲା, ପୁଣି, ଭୂମିଷ୍ଠ ପ୍ରଣାମ କରି କହିଲା “ହେ ମୋହର ପ୍ରଭୁମାନେ, ମୁଁ ବିନୟ କରୁଅଛି, ଆଜି ରାତ୍ର ଆପଣମାନଙ୍କ ଏହି ଦାସର ଗୃହରେ ପଦାର୍ପଣ କରି ବାସ କରନ୍ତୁ ଓ ପାଦ ପ୍ରକ୍ଷାଳନ କରନ୍ତୁ; ତହୁଁ ସକାଳୁ ଉଠି ଯାତ୍ରା କରିବେ।” ତହିଁରେ ସେମାନେ କହିଲେ, “ନା; ଆମ୍ଭେମାନେ ଦାଣ୍ଡରେ ସମସ୍ତ ରାତ୍ରି କ୍ଷେପଣ କରିବୁ।” ମାତ୍ର ଲୋଟ ଅତିଶୟ ବଳାଇବାରୁ ସେମାନେ ତାହା ସହିତ ଯାଇ ତାହାର ଘରେ ପ୍ରବେଶ କଲେ; ତହୁଁ ସେ ସେମାନଙ୍କର ପାଇଁ ତାଡ଼ିଶୂନ୍ୟ ରୁଟି ଆଦି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନ କଲେ। ମାତ୍ର ସେମାନେ ଶୟନ କରିବା ପୂର୍ବେ ସେହି ନଗରର ଲୋକମାନେ, ଅର୍ଥାତ୍‍, ସଦୋମର ଯୁବାବୃଦ୍ଧାଦି ସମସ୍ତ ଲୋକ ଚାରିଆଡ଼ୁ ଆସି ତାହାର ଘର ଘେରିଲେ। ପୁଣି, ଲୋଟକୁ ଡାକି କହିଲେ, “ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।” ତହିଁରେ ଲୋଟ ବାହାରକୁ ଆସି ଦ୍ୱାର ବନ୍ଦ କରି କହିଲା, “ହେ ଭାଇମାନେ, ମୁଁ ବିନୟ କରୁଅଛି, ଏପରି କୁବ୍ୟବହାର କର ନାହିଁ। ଦେଖ, ପୁରୁଷ-ଅସ୍ପୃଷ୍ଟା ମୋହର ଦୁଇଟି କନ୍ୟା ଅଛନ୍ତି, ସେମାନଙ୍କୁ ତୁମ୍ଭମାନଙ୍କ ନିକଟକୁ ଆଣୁଅଛି, ତୁମ୍ଭମାନଙ୍କ ଦୃଷ୍ଟିରେ ଯାହା ଭଲ, ତାହା ସେମାନଙ୍କ ପ୍ରତି କର, ମାତ୍ର ସେହି ମନୁଷ୍ୟମାନଙ୍କ ପ୍ରତି କିଛି କର ନାହିଁ, କାରଣ ଏଥିନିମନ୍ତେ ସେମାନେ ମୋ’ ଛାତ ତଳେ ଆଶ୍ରୟ ନେଇ ଅଛନ୍ତି।” ସେତେବେଳେ ସେମାନେ କହିଲେ, “ଘୁଞ୍ଚି ଯା।” ପୁଣି କହିଲେ, “ଏ ଲୋକଟା ଆମ୍ଭମାନଙ୍କ ମଧ୍ୟରେ ପ୍ରବାସ କରିବାକୁ ଆସି ଆମ୍ଭମାନଙ୍କର ବିଚାରକର୍ତ୍ତା ହେବାକୁ ଚାହେଁ; ଏବେ ସେମାନଙ୍କଠାରୁ ତୋ’ ପ୍ରତି ଆହୁରି କୁବ୍ୟବହାର କରିବା।” ତହୁଁ ସେମାନେ ସେହି ମନୁଷ୍ୟ, ଅର୍ଥାତ୍‍, ଲୋଟ ପ୍ରତି ବଳ ପ୍ରୟୋଗ କରି କବାଟ ଭାଙ୍ଗିବାକୁ ଗଲେ। ମାତ୍ର ସେହି ଦୁଇ ଜଣ ହସ୍ତ ବଢ଼ାଇ ଲୋଟକୁ ଗୃହ ମଧ୍ୟରେ ଆପଣାମାନଙ୍କ ନିକଟକୁ ଟାଣି ନେଇ ଦ୍ୱାର ବନ୍ଦ କଲେ। ପୁଣି, ଦ୍ୱାର ନିକଟବର୍ତ୍ତୀ ସାନ ଓ ବଡ଼ ସମସ୍ତଙ୍କୁ ଅନ୍ଧ କରାଇଲେ; ତହିଁରେ ସେମାନେ ଦ୍ୱାର ଖୋଜୁ ଖୋଜୁ ପରିଶ୍ରାନ୍ତ ହେଲେ।

ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ଲୋଟକୁ କହିଲେ, “ଏସ୍ଥାନରେ ତୁମ୍ଭର ଆଉ କିଏ କିଏ ଅଛନ୍ତି? ଜୁଆଁଇ ଓ ତୁମ୍ଭର ପୁତ୍ରକନ୍ୟାଦି ଯେତେ ଲୋକ ଏ ନଗରରେ ଅଛନ୍ତି, ସେ ସମସ୍ତଙ୍କୁ ଏସ୍ଥାନରୁ ନେଇଯାଅ; ଯେହେତୁ ଆମ୍ଭେମାନେ ଏ ସ୍ଥାନ ଉଚ୍ଛିନ୍ନ କରିବା। ସଦାପ୍ରଭୁଙ୍କ ଛାମୁରେ ଏ ନଗର ବିରୁଦ୍ଧରେ ମହାକ୍ରନ୍ଦନ ଉଠିଅଛି, ଏଣୁ ସଦାପ୍ରଭୁ ଏହି ନଗର ଉଚ୍ଛିନ୍ନ କରିବା ପାଇଁ ଆମ୍ଭମାନଙ୍କୁ ପଠାଇ ଅଛନ୍ତି।” ତହୁଁ ଲୋଟ ବାହାରକୁ ଯାଇ ଆପଣା କନ୍ୟାମାନଙ୍କ ସହିତ ବିବାହ କରିବାକୁ ଉଦ୍ୟତ ଜୁଆଁଇମାନଙ୍କୁ କହିଲା, “ଉଠ, ଏଠାରୁ ବାହାର ହୁଅ, ସଦାପ୍ରଭୁ ଏ ନଗର ଉଚ୍ଛିନ୍ନ କରିବେ,” ମାତ୍ର ଜୁଆଁଇମାନେ ତାହାକୁ ପରିହାସକ ପରି ମଣିଲେ। ଆରଦିନ ପ୍ରଭାତ ହୁଅନ୍ତେ, ଦୂତମାନେ ଲୋଟକୁ ଚଞ୍ଚଳ କରାଇ କହିଲେ, “ଉଠ, ଆପଣାର ଭାର୍ଯ୍ୟା ଓ ଏହି ଯେଉଁ ଦୁଇ କନ୍ୟା ଏଠାରେ ଅଛନ୍ତି, ସେମାନଙ୍କୁ ଘେନିଯାଅ; ନୋହିଲେ ନଗରର ଦଣ୍ଡରେ ବିନଷ୍ଟ ହେବ।” ତଥାପି ସେ ବିଳମ୍ବ କଲା; ତହିଁରେ ତାହା ପ୍ରତି ସଦାପ୍ରଭୁଙ୍କର ଦୟା ସକାଶୁ ସେମାନେ ତାହାର ଓ ତାହା ଭାର୍ଯ୍ୟାର ଓ ଦୁଇ କନ୍ୟାଙ୍କର ହସ୍ତ ଧରି ସେମାନଙ୍କୁ ନଗରର ବାହାରେ ରଖିଲେ। ଏହିରୂପେ ସେମାନଙ୍କୁ ବାହାର କରି ଆଣିଲା ଉତ୍ତାରେ ସେମାନଙ୍କ ମଧ୍ୟରୁ ଜଣେ ଲୋଟକୁ କହିଲା, “ପ୍ରାଣରକ୍ଷା ନିମନ୍ତେ ପଳାଅ; ପଛଆଡ଼କୁ ଦୃଷ୍ଟି କର ନାହିଁ ଓ ଏହି ସମସ୍ତ ପ୍ରାନ୍ତର ମଧ୍ୟରେ ହେଁ ରୁହ ନାହିଁ; ପର୍ବତକୁ ପଳାଇ ଯାଅ; ନୋହିଲେ ବିନଷ୍ଟ ହେବ।”

ତେବେ ସଦାପ୍ରଭୁ ଆକାଶରୁ ସଦାପ୍ରଭୁଙ୍କ ନିକଟରୁ ସଦୋମ ଓ ହମୋରା ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କରି

ସେହି ସମୟରେ ଲୋଟର ଭାର୍ଯ୍ୟା ପଛଆଡ଼କୁ ଅନାଇବାରୁ ସେ ଲବଣ ସ୍ତମ୍ଭ ହେଲା।

ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ। ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ କୌଣସି ପଶୁଠାରେ ଗମନ କରିବ ନାହିଁ; କିଅବା କୌଣସି ସ୍ତ୍ରୀ ଆପଣା ସହିତ ସଂସର୍ଗ କରାଇବାକୁ କୌଣସି ପଶୁର ସମ୍ମୁଖରେ ଠିଆ ହେବ ନାହିଁ; ଏହା ତ ପାଷାଣ୍ଡତା।

ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଯୌନ ସମ୍ପର୍କ ରଖେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।

ଯାହା ପୁରୁଷର, ତାହା ସ୍ତ୍ରୀ ପିନ୍ଧିବ ନାହିଁ, କିଅବା ସ୍ତ୍ରୀର ପୋଷାକ ପୁରୁଷ ପିନ୍ଧିବ ନାହିଁ; କାରଣ ଯେକେହି ତାହା କରେ, ସେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣାଯୋଗ୍ୟ ଅଟେ।

ସେ ଉତ୍ତର ଦେଲେ, ତୁମ୍ଭେମାନେ କ'ଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ, ଆଉ କହିଲେ, ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ? ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି । ଅତଏବ ଈଶ୍ୱର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଅଲଗା ନ କରୁ ।

କିନ୍ତୁ ସୃଷ୍ଟିର ଆରମ୍ଭରୁ ଈଶ୍ୱର ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ । ଏହି କାରଣରୁ ପୁରୁଷ ଆପଣା ପିତାମାତାଙ୍କଠାରୁ ଅଲଗା ହେବ, ଆଉ ସେମାନେ ଦୁହେଁ ଏକାଙ୍ଗ ହେବେ । ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି । ଅତଏବ, ଈଶ୍ୱର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଭିନ୍ନ ନ କରୁ ।

ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେ ମନପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ୱରଙ୍କ ଦୂତମାନଙ୍କ ଆଗରେ ଆନନ୍ଦ ହୁଏ ।

ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇ ପାରେ, ଏଥିନିମନ୍ତେ ମନ ପରିବର୍ତ୍ତନ କରି ଫେରି ଆସନ୍ତୁ,

ଏଣୁ ଈଶ୍ୱର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ୱାରା କଳୁଷିତ ହୁଏ । କାରଣ ସେମାନେ ଈଶ୍ୱରଙ୍କ ସତ୍ୟ ପରିବର୍ତ୍ତେ ମିଥ୍ୟା ଗ୍ରହଣ କଲେ ଓ ସୃଷ୍ଟ ବସ୍ତୁର ପୂଜା ଓ ସେବା କଲେ ମାତ୍ର ସୃଷ୍ଟିକର୍ତ୍ତାଙ୍କୁ କଲେ ନାହିଁ; ଯେ ଯୁଗେ ଯୁଗେ ଧନ୍ୟ । ଆମେନ୍‍ । ଏହି କାରଣରୁ ଈଶ୍ୱର ସେମାନଙ୍କୁ ଜଘନ୍ୟ ପାପ ପ୍ରବୃତ୍ତିରେ ସମର୍ପଣ କଲେ, କାରଣ ସେମାନଙ୍କ ସ୍ତ୍ରୀମାନେ ସ୍ୱାଭାବିକ ବ୍ୟବହାର ପରିବର୍ତ୍ତେ ଅସ୍ୱାଭାବିକ ବ୍ୟବହାର କଲେ, ପୁଣି, ସେହିପରି ପୁରୁଷମାନେ ମଧ୍ୟ ସ୍ୱାଭାବିକ ସ୍ତ୍ରୀସଙ୍ଗ ପରିତ୍ୟାଗ କରି ପରସ୍ପର ଆପଣା ଆପଣା କାମନାରେ ଦଗ୍ଧ ହେଲେ, ପୁରୁଷ ସହିତ ପୁରୁଷ କୁତ୍ସିତ କର୍ମ କଲେ, ପୁଣି, ଆପଣା ଆପଣାଠାରେ ନିଜ ନିଜ ଭ୍ରଷ୍ଟତାର ସମୁଚିତ ପ୍ରତିଫଳ ପାଇଲେ । ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ । ସେମାନେ ସର୍ବ ପ୍ରକାର ଅଧର୍ମ, ଦୁଷ୍ଟତା, ଲୋଭ, ହିଂସା, ଈର୍ଷା, ବଧ, ବିବାଦ, ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ; ସେମାନେ ଚୁଗୁଲିଆ, ନିନ୍ଦକ, ଈଶ୍ୱରଙ୍କ ଘୃଣ୍ୟ, ଅତ୍ୟାଚାରୀ, ଦାମ୍ଭିକ, ଅହଂକାରୀ, ଦୁଷ୍ଟକର୍ମର ଉତ୍ପାଦକ, ପିତାମାତାଙ୍କ ଅନାଜ୍ଞାବହ, ନିର୍ବୋଧ, ନିୟମ ଭଗ୍ନକାରୀ, ସ୍ୱାଭାବିକ ସ୍ନେହ-ରହିତ ଓ ନିର୍ଦ୍ଦୟ ଅଟନ୍ତି । ଯେଉଁମାନେ ଏହିପରି ଆଚରଣ କରନ୍ତି, ସେମାନେ ଯେ ମୃତ୍ୟୁର ଯୋଗ୍ୟ, ଈଶ୍ୱରଙ୍କର ଏହି ବିଧାନ ସେମାନେ ଜାଣିଲେ ସୁଦ୍ଧା କେବଳ ଯେ ଏହି ପ୍ରକାର ଆଚରଣ କରନ୍ତି ତାହା ନୁହେଁ, କିନ୍ତୁ ଏହିପରି ଆଚରଣ କରୁଥିବା ଲୋକମାନଙ୍କ ପକ୍ଷ ଆନନ୍ଦରେ ସମର୍ଥନ କରନ୍ତି ।

ଅବା, ଅଧାର୍ମିକମାନେ ଯେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍‍ ଆଚାରୀ କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ । ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ୱରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ ।

ନରହନ୍ତା, ବ୍ୟଭିଚାରୀ, ପୁଂମୈଥୁନକାରୀ, ମନୁଷ୍ୟଚୋର, ମିଥ୍ୟାବାଦୀ ଓ ମିଥ୍ୟା ଶପଥକାରୀମାନଙ୍କ ନିମନ୍ତେ ପୁଣି, ଉତ୍ତମ ଶିକ୍ଷାର ବିପରୀତରେ ଯେକୌଣସି ବିଷୟ ଥାଏ, ତାହା ନିମନ୍ତେ ଯେ ନିରୂପିତ ହୋଇଅଛି, ଏହା ଜାଣି ଯଦି କେହି ମୋଶାଙ୍କ ବ୍ୟବସ୍ଥାର ଉଚିତ୍ ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଅାମ୍ଭେମାନେ ଜାଣୁ;

କାରଣ ଈଶ୍ୱର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନର୍କରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ୱରରେ ରଖିଅଛନ୍ତି ସେ ପୁରାତନ ଜଗତକୁ ମଧ୍ୟ ଛାଡ଼ିଲେ ନାହିଁ, କିନ୍ତୁ କେବଳ ଧର୍ମପ୍ରଚାରକ ନୋହଙ୍କୁ ଅନ୍ୟ ସାତ ଜଣ ସହିତ ରକ୍ଷା କରି ଧର୍ମଭ୍ରଷ୍ଟ ଜଗତରେ ଜଳପ୍ଳାବନ ଘଟାଇଲେ; ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇବା ନିମନ୍ତେ ଦଣ୍ଡାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ୱରୂପ କଲେ, ପୁଣି, ସେ ଦୁରାଚାରୀମାନଙ୍କ କାମୁକତାପୂର୍ଣ୍ଣ ଆଚରଣରେ ବ୍ୟଥିତ ଧାର୍ମିକ ଲୋଟଙ୍କୁ ଉଦ୍ଧାର କଲେ, ଯେଣୁ ସେହି ଧାର୍ମିକ ଲୋକ ସେମାନଙ୍କ ମଧ୍ୟରେ ବାସ କରି ସେମାନଙ୍କ ଅନ୍ୟାୟ କାର୍ଯ୍ୟ ଦେଖି ଓ ସେ ବିଷୟ ଶୁଣି ପ୍ରତିଦିନ ଆପଣା ଧର୍ମପରାୟଣ ପ୍ରାଣରେ ଯନ୍ତ୍ରଣା ଭୋଗ କଲେ । ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି । ସେମାନେ ଦୁଃସାହସୀ ଓ ସ୍ୱେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ,

ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି ।

ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚ ପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି । ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି । ତଥାପି ଏହି ସ୍ୱପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ପ୍ରଭୁତ୍ୱ ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି ।

କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ ।

Odia - ଓଡ଼ିଆ - OR

ORIRV'17 - Odia Indian Revised Version Oriya - 2021

This Bible text is from Oriya Indian Revised Version IRV Odia 2021
https://open.bible/bibles/oriya-bridge-text-bible/
provided by: Bridge Connectivity Solutions Pvt Ltd, available by Creative Commons CC-BY-SA-4.0,
and this new compilation is shared as www.creativecommons.org/licenses/by-sa/4.0.
Languages are made available to you by www.ipedge.net