14 – ଗର୍ଭପାତ

ଏଗୁଡ଼ିକ ହେଉଛି ସର୍ବଶକ୍ତିମାନ ପରମେଶ୍ୱରଙ୍କ ପବିତ୍ର ବାକ୍ୟ।
ମଣିଷର କଥାରେ ଆମର ଆଗ୍ରହ ନାହିଁ।
ଯିଏ ଭଗବାନଙ୍କୁ ଭଲ ପାଏ... ଭଗବାନ ଏହା ବିଷୟରେ କହନ୍ତି: ଗର୍ଭପାତ.

ଶ୍ରେଷ୍ଠ 3ଟି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଦ୍ୟ

ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ ବଳିଦାନ କଲେ। ପୁଣି, ସେମାନେ କିଣାନ ଦେଶର ଦେବତାଗଣ ଉଦ୍ଦେଶ୍ୟରେ ବଳିଦାନ କରି ନିର୍ଦ୍ଦୋଷ ରକ୍ତ, ଅର୍ଥାତ୍‍, ଆପଣା ଆପଣା ପୁତ୍ରକନ୍ୟାଗଣର ରକ୍ତପାତ କଲେ; ତହିଁରେ ଦେଶ ରକ୍ତରେ ଅଶୁଚି ହେଲା।

“ଆହୁରି, ଆମ୍ଭ ନିମନ୍ତେ ତୁମ୍ଭେ ଯେଉଁମାନଙ୍କୁ ଜନ୍ମ କରିଥିଲ, ତୁମ୍ଭେ ଆପଣାର ସେହି ପୁତ୍ର ଓ କନ୍ୟାଗଣକୁ ନେଇ ଗ୍ରାସିତ ହେବା ପାଇଁ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ। ତୁମ୍ଭେ ଯେ ଆମ୍ଭର ସନ୍ତାନଗଣକୁ ବଧ କରିଅଛ ଓ ଅଗ୍ନିରେ ଗମନ କରାଇ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ, ତୁମ୍ଭର ଏହି ବ୍ୟଭିଚାର କି କ୍ଷୁଦ୍ର ବିଷୟ? ପୁଣି, ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ ଓ ବ୍ୟଭିଚାର କ୍ରିୟା କରିବା ବେଳେ ଆପଣା ଯୌବନାବସ୍ଥାର ସମୟ, ଅର୍ଥାତ୍‍, ଯେଉଁ ସମୟରେ ତୁମ୍ଭେ ବିବସନା, ଉଲଙ୍ଗିନୀ ଥିଲ ଓ ନିଜ ରକ୍ତରେ ଛଟପଟ ହେଉଥିଲ, ସେହି ସମୟକୁ ସ୍ମରଣ କରି ନାହଁ।

କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା; ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ। ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୁଁ ଭଲ ରୂପେ ଜାଣେ।

କ୍ରମରେ ପ୍ରତ୍ୟେକ ପଦ - 96 ବାଇବଲ ପଦ

ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।

ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।

“ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେକେହି ପ୍ରଥମେ ଜାତ ହୁଏ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରତିଷ୍ଠା କର; ତାହା ଆମ୍ଭର ଅଟେ।”

ତୁମ୍ଭେ ନରହତ୍ୟା କରିବ ନାହିଁ।

କେହି ଯଦି କୌଣସି ମନୁଷ୍ୟକୁ ଏପରି ପ୍ରହାର କରେ ଯେ ସେ ମରିଯାଏ, ତେବେ ଅବଶ୍ୟ ତାହାର ପ୍ରାଣଦଣ୍ଡ ହେବ।

ଆଉ ଯଦି ପୁରୁଷମାନେ ପରସ୍ପର ବିବାଦ କରୁ କରୁ କୌଣସି ଗର୍ଭବତୀ ସ୍ତ୍ରୀକି ପ୍ରହାର କରନ୍ତି ଯଦି ତାହାର ଗର୍ଭପାତ ହୁଏ, ମାତ୍ର ପଶ୍ଚାତ୍‍ ଆଉ କୌଣସି ଆପଦ ନ ଘଟେ, ତେବେ ସେହି ସ୍ତ୍ରୀର ସ୍ୱାମୀ ଯେରୂପ ଦାବି କରିବ, ତଦନୁସାରେ ତାହାର ଅବଶ୍ୟ ଅର୍ଥଦଣ୍ଡ ହେବ, ପୁଣି, ସେ ବିଚାରକର୍ତ୍ତାମାନଙ୍କ ନିର୍ଦ୍ଧାରଣାନୁସାରେ ତାହା ଦେବ। ମାତ୍ର ଯଦି କୌଣସି ଆପଦ ଘଟେ, ତେବେ ତାହାର ପ୍ରାଣ ପରିଶୋଧରେ ପ୍ରାଣ,

ଦରିଦ୍ରର ବିଚାରରେ ତୁମ୍ଭେ ତାହା ପ୍ରତି ଅନ୍ୟାୟ କରିବ ନାହିଁ। ମିଥ୍ୟା ବିଷୟରୁ ଆପଣାକୁ ଦୂରରେ ରଖ; ପୁଣି, ନିର୍ଦ୍ଦୋଷକୁ ଓ ଧାର୍ମିକକୁ ନଷ୍ଟ କର ନାହିଁ; ଯେହେତୁ ଆମ୍ଭେ ଦୁଷ୍ଟକୁ ନିର୍ଦ୍ଦୋଷ କରିବା ନାହିଁ।

କାରଣ ରକ୍ତରେ ପ୍ରାଣୀର ପ୍ରାଣ ଥାଏ; ପୁଣି, ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଆମ୍ଭେ ତାହା ବେଦି ଉପରେ ତୁମ୍ଭମାନଙ୍କୁ ଦେଇଅଛୁ, ଯେହେତୁ ପ୍ରାଣର ଗୁଣରେ ରକ୍ତ ହିଁ ପ୍ରାୟଶ୍ଚିତ୍ତ କରେ।

ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁ ଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।

ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ। ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି। ଆଉ, ଯେଉଁ ସମୟରେ ସେହି ଲୋକ ଆପଣା ସନ୍ତାନକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସେହି ସମୟରେ ଯଦି ଦେଶୀୟ ଲୋକମାନେ କୌଣସି ରୂପେ ତାହା ପ୍ରତି ଚକ୍ଷୁ ବନ୍ଦ କରନ୍ତି ଓ ତାହାକୁ ବଧ ନ କରନ୍ତି, ତେବେ ଆମ୍ଭେ ସେହି ଲୋକ ଓ ତାହାର ପରିବାରକୁ ଦଣ୍ଡ ଦେବା; ପୁଣି, ତାହାକୁ ଓ ମୋଲକ୍‍ ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍‍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ କରିବା।

ଆଉ, ଯେକେହି କୌଣସି ମନୁଷ୍ୟକୁ ପ୍ରାଣାନ୍ତକ ଆଘାତ କରେ, ସେ ନିଶ୍ଚୟ ହତ ହେବ।

ଯେଉଁ ବ୍ୟକ୍ତି କୌଣସି ଲୋକକୁ ବଧ କରେ, ସେହି ନରହତ୍ୟାକାରୀ ସାକ୍ଷୀମାନଙ୍କ ସାକ୍ଷ୍ୟ ଦ୍ୱାରା ହତ ହେବ; ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକର ପ୍ରତିକୂଳରେ ପ୍ରାଣଦଣ୍ଡ ନିମନ୍ତେ ଗ୍ରାହ୍ୟ ହେବ ନାହିଁ। ଆହୁରି ପ୍ରାଣଦଣ୍ଡଯୋଗ୍ୟ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ; ମାତ୍ର ସେ ଅବଶ୍ୟ ହତ ହେବ।

ଏହିରୂପେ ତୁମ୍ଭେମାନେ ଆପଣାମାନଙ୍କ ନିବାସ ଦେଶ ଅପବିତ୍ର କରିବ ନାହିଁ; କାରଣ ରକ୍ତ ହିଁ ଦେଶକୁ ଅପବିତ୍ର କରେ; ଆଉ ଦେଶରେ ଯେଉଁ ରକ୍ତପାତ ହୁଏ, ରକ୍ତପାତୀର ରକ୍ତ ବିନା ତହିଁ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ କରାଯାଇ ନ ପାରେ।

ତୁମ୍ଭେ ନରହତ୍ୟା କରିବ ନାହିଁ।

ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ତଦ୍ରୂପ କରିବ ନାହିଁ; କାରଣ ସଦାପ୍ରଭୁ ଯାହା ଘୃଣା କରନ୍ତି; ଏପରି ସମଗ୍ର ଘୃଣ୍ୟ କର୍ମ ସେମାନେ ଆପଣା ଆପଣା ଦେବତାଗଣର ଉଦ୍ଦେଶ୍ୟରେ କରିଅଛନ୍ତି; ମଧ୍ୟ ସେମାନେ ଆପଣା ଆପଣା ଦେବତାଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର ଓ ଆପଣା ଆପଣା କନ୍ୟାଗଣକୁ ମଧ୍ୟ ଅଗ୍ନିରେ ଦଗ୍ଧ କରନ୍ତି।

ସେଠାରେ ଆପଣା ପୁତ୍ରକୁ କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଲୋକ, ଅବା ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, କି ଗଣକ, କି ମାୟାବୀ,

“ଯେକେହି ନିର୍ଦ୍ଦୋଷ ପ୍ରାଣୀକୁ ବଧ କରିବାକୁ ଲାଞ୍ଚ ନିଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍‍।’ “ଯେକେହି ଏହି ବ୍ୟବସ୍ଥାର କଥାସବୁ ପାଳିବାକୁ ତହିଁରେ ଆସ୍ଥା ନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍‍।’

ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି ଯେ, ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମରଣ, ଆଶୀର୍ବାଦ ଓ ଅଭିଶାପ ରଖିଅଛି; ଏନିମନ୍ତେ ତୁମ୍ଭେ ଓ ତୁମ୍ଭର ବଂଶ ଯେପରି ବଞ୍ଚିବ, ଏଥିପାଇଁ ଜୀବନ ମନୋନୀତ କର;

ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ।

ପୁଣି ସେମାନେ ଆପଣାମାନଙ୍କ ପୁତ୍ରକନ୍ୟାଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ, ପୁଣି ମନ୍ତ୍ର ଓ ଗଣକତା ବ୍ୟବହାର କଲେ, ଆଉ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ଆପଣାମାନଙ୍କୁ ବିକ୍ରୟ କଲେ।

ଓ ଅବ୍ବୀୟ ଲୋକମାନେ ନିଭସ୍‍ ଓ ତର୍ତ୍ତକ୍‍ ନିର୍ମାଣ କଲେ, ଓ ସଫର୍ବୀୟ ଲୋକମାନେ ସଫର୍ବୟିମର ଅଦ୍ରମ୍ମେଲକ୍‍ ଓ ଅନମ୍ମେଲକ୍‍ ଦେବତାମାନଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ସନ୍ତାନମାନଙ୍କୁ ଅଗ୍ନିରେ ଦଗ୍ଧ କଲେ।

ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା, ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ। ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।

ଆହୁରି, ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଧୂପ ଜ୍ୱଳାଇଲେ ଓ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରିଥିଲେ, ସେମାନଙ୍କର ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ସନ୍ତାନଗଣକୁ ଅଗ୍ନିରେ ଦଗ୍ଧ କଲେ।

ମଧ୍ୟ ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଆପଣା ସନ୍ତାନସନ୍ତତିମାନଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ; ଆଉ, ସେ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ ଓ ମାୟାକର୍ମ କଲେ, ପୁଣି ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ବ୍ୟବହାର କଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।

ତୁମ୍ଭର ହସ୍ତ ମୋତେ ଗଢ଼ିଅଛି ଓ ସର୍ବାଙ୍ଗ ସୁସଂଯୁକ୍ତ କରି ମୋତେ ନିର୍ମାଣ କରିଅଛି; ତଥାପି ତୁମ୍ଭେ ମୋତେ ସଂହାର କରୁଅଛ। ମୁଁ ବିନୟ କରୁଅଛି, ସ୍ମରଣ କର, ତୁମ୍ଭେ ମୋତେ ମୃତ୍ତିକା ତୁଲ୍ୟ ଗଢ଼ିଅଛ ଓ ତୁମ୍ଭେ କ’ଣ ମୋତେ ପୁନର୍ବାର ଧୂଳି କରିବ? ତୁମ୍ଭେ କ’ଣ ଦୁଗ୍ଧ ନ୍ୟାୟ ମୋତେ ଢାଳି ନାହଁ ଓ ଛେନା ତୁଲ୍ୟ ମୋତେ ଶକ୍ତ କରି ନାହଁ? ତୁମ୍ଭେ ମୋତେ ଚର୍ମ ଓ ମାଂସରେ ବସ୍ତ୍ରାନ୍ୱିତ କରିଅଛ, ପୁଣି ଅସ୍ଥି ଓ ଶିରାରେ ମୋତେ ଏକତ୍ର ବୁଣିଅଛ।

ଯେହେତୁ ମୁଁ ଆର୍ତ୍ତନାଦକାରୀ ଦରିଦ୍ରକୁ, ମଧ୍ୟ ଅସହାୟ ପିତୃହୀନକୁ ଉଦ୍ଧାର କଲି।

ଯେ ମୋତେ ଗର୍ଭରେ ନିର୍ମାଣ କଲେ, ସେ କି ତାହାକୁ ନିର୍ମାଣ କଲେ ନାହିଁ? ଓ ଏକ ବ୍ୟକ୍ତି କି ଗର୍ଭରେ ଆମ୍ଭମାନଙ୍କୁ ଗଢ଼ି ନାହାନ୍ତି?

ହେ ସଦାପ୍ରଭୁ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ; ପିତୃହୀନ ଓ ଉପଦ୍ରବଗ୍ରସ୍ତ ଲୋକଙ୍କର ବିଚାର କରିବ, ତହିଁରେ ମୃତ୍ତିକାଜାତ ମନୁଷ୍ୟ ଆଉ ଭୟଙ୍କର ହୋଇ ପାରିବ ନାହିଁ।

ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ। ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ।

ଅଧର୍ମାଚାରୀମାନଙ୍କଠାରୁ ମୋତେ ଉଦ୍ଧାର କର, ରକ୍ତପିପାସୁ ଲୋକମାନଙ୍କଠାରୁ ମୋତେ ରକ୍ଷା କର। କାରଣ ଦେଖ, ସେମାନେ ମୋ’ ପ୍ରାଣ ପାଇଁ ଛକି ବସନ୍ତି; ବଳବାନମାନେ ମୋ’ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି; ହେ ସଦାପ୍ରଭୁ, ମୋହର ଅପରାଧ କିଅବା ମୋ’ ପାପ ସକାଶୁ ନୁହେଁ। ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର।

ପରମେଶ୍ୱର ଆପଣା ପବିତ୍ର ବାସସ୍ଥାନରେ ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ସୁରକ୍ଷାକର୍ତ୍ତା ଅଟନ୍ତି।

ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି; ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ।

ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର। ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର। ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ।

ସେମାନେ ବିଧବା, ବିଦେଶୀକୁ ବଧ କରନ୍ତି ଓ ପିତୃହୀନମାନଙ୍କୁ ହତ୍ୟା କରନ୍ତି। ପୁଣି, ସଦାପ୍ରଭୁ ଦେଖିବେ ନାହିଁ, କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ, ଏହା ସେମାନେ କହନ୍ତି। ହେ ଲୋକଙ୍କ ମଧ୍ୟରେ ପଶୁବତ୍‍ ଲୋକେ, ତୁମ୍ଭେମାନେ ବିବେଚନା କର; ହେ ମୂଢ଼ଗଣ, ତୁମ୍ଭେମାନେ କେବେ ଜ୍ଞାନବାନ ହେବ?

ବିଧାନ ଦ୍ୱାରା ଉପଦ୍ରବ-ରଚନାକାରୀ ଦୁଷ୍ଟତାରୂପ ସିଂହାସନର କି ତୁମ୍ଭ ସଙ୍ଗେ ସମ୍ବନ୍ଧତା ହେବ? ସେମାନେ ଧାର୍ମିକର ପ୍ରାଣ ପ୍ରତିକୂଳରେ ଦଳବଦ୍ଧ ହୁଅନ୍ତି ଓ ନିର୍ଦ୍ଦୋଷ ରକ୍ତକୁ ଦୋଷୀ କରନ୍ତି। ମାତ୍ର ସଦାପ୍ରଭୁ ମୋହର ଉଚ୍ଚ ଦୁର୍ଗ ଓ ମୋ’ ପରମେଶ୍ୱର ମୋହର ଆଶ୍ରୟ ଶୈଳ ହୋଇଅଛନ୍ତି। ପୁଣି, ସେ ଦୁଷ୍ଟତା ଲୋକମାନଙ୍କ ଅଧର୍ମ ସେମାନଙ୍କ ଉପରେ ବର୍ତ୍ତାଇ ଅଛନ୍ତି, ଆଉ ସେମାନଙ୍କ ନିଜ ଦୁଷ୍ଟତାରେ ସେମାନଙ୍କୁ ଉଚ୍ଛିନ୍ନ କରିବେ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଉଚ୍ଛିନ୍ନ କରିବେ।

ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ ବଳିଦାନ କଲେ। ପୁଣି, ସେମାନେ କିଣାନ ଦେଶର ଦେବତାଗଣ ଉଦ୍ଦେଶ୍ୟରେ ବଳିଦାନ କରି ନିର୍ଦ୍ଦୋଷ ରକ୍ତ, ଅର୍ଥାତ୍‍, ଆପଣା ଆପଣା ପୁତ୍ରକନ୍ୟାଗଣର ରକ୍ତପାତ କଲେ; ତହିଁରେ ଦେଶ ରକ୍ତରେ ଅଶୁଚି ହେଲା। ଏହିରୂପେ ସେମାନେ ଆପଣା ଆପଣା କାର୍ଯ୍ୟ ଦ୍ୱାରା ଅପବିତ୍ର ହେଲେ ଓ ବ୍ୟବହାରରେ ବ୍ୟଭିଚାର କଲେ। ଏହେତୁ ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କୋପ ପ୍ରଜ୍ୱଳିତ ହେଲା, ପୁଣି, ସେ ଆପଣା ଅଧିକାରକୁ ଘୃଣା କଲେ।

ତୁମ୍ଭ ହସ୍ତ ମୋତେ ନିର୍ମାଣ ଓ ମୂର୍ତ୍ତିମାନ କରିଅଛି; ମୁଁ ଯେପରି ତୁମ୍ଭର ଆଜ୍ଞାସବୁ ପାଳନ କରିବି, ଏଥିପାଇଁ ମୋତେ ସୁବିବେଚନା ପ୍ରଦାନ କର। ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋତେ ଦେଖି ଆନନ୍ଦିତ ହେବେ; କାରଣ ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଅଛି।

ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର[୭୨]

କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା; ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ। ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୁଁ ଭଲ ରୂପେ ଜାଣେ। ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା। ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା।

କାରଣ ସେ ତୁମ୍ଭ ଦ୍ୱାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି।

ସେମାନେ ଯଦି କହନ୍ତି, ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ହତ୍ୟା କରିବାକୁ ଛକି ବସୁ, ନିର୍ଦ୍ଦୋଷମାନଙ୍କୁ ଅକାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ; ପାତାଳର ନ୍ୟାୟ ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଗ୍ରାସ କରୁ ଓ ଗର୍ତ୍ତପତିତ ଲୋକ ପରି ସେମାନଙ୍କୁ ସର୍ବତୋଭାବେ ଗ୍ରାସ କରୁ;

ଏଣୁ ତାହାର ବିପଦ ହଠାତ୍‍ ଉପସ୍ଥିତ ହେବ, ପୁଣି, ସେ ପ୍ରତିକାର ବିନା ଅକସ୍ମାତ୍‍ ଭଗ୍ନ ହେବ। ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି; ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ। ଅହଙ୍କାର-ଦୃଷ୍ଟି, ମିଥ୍ୟାବାଦୀ-ଜିହ୍ୱା ଓ ନିର୍ଦ୍ଦୋଷର ରକ୍ତପାତକାରୀ-ହସ୍ତ;

ମୃତ୍ୟୁୁ ନିମନ୍ତେ ନିଆ ଯିବା ଲୋକମାନଙ୍କୁ ଉଦ୍ଧାର କର ଓ ହତ ହେବା ନିମନ୍ତେ ଉଦ୍ୟତ ଲୋକମାନଙ୍କୁ ରକ୍ଷା କରିବା ପାଇଁ କ୍ଷାନ୍ତ ହୁଅ ନାହିଁ। ଯଦି ତୁମ୍ଭେ କୁହ, ଦେଖ, ଆମ୍ଭେମାନେ ଏହା ଜାଣି ନାହୁଁ, ତେବେ ଅନ୍ତଃକରଣ ତୌଲିବାକର୍ତ୍ତା କ’ଣ ତାହା ବୁଝନ୍ତି ନାହିଁ? ପୁଣି, ତୁମ୍ଭ ପ୍ରାଣର ରକ୍ଷାକର୍ତ୍ତା କ’ଣ ତାହା ଜାଣନ୍ତି ନାହିଁ? ଆଉ, ସେ କ’ଣ ପ୍ରତି ଜଣକୁ ଆପଣା କର୍ମାନୁସାରେ ପ୍ରତିଫଳ ଦେବେ ନାହିଁ?

ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ; କେହି ତାହାକୁ ନ ଅଟକାଉ।

ତୁମ୍ଭେ ଯେପରି ବାୟୁର ଗତି, ଅବା ଗର୍ଭବତୀର ଉଦରରେ ଅସ୍ଥି କିପରି ବଢ଼େ, ତାହା ଜାଣ ନାହିଁ, ସେପରି ସର୍ବସାଧକ ପରମେଶ୍ୱରଙ୍କ କର୍ମ ହିଁ ଜାଣ ନାହିଁ।

ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ। ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ; ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟ ବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।” ସଦାପ୍ରଭୁ କହନ୍ତି, ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂରବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହିସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ।

ଯେଉଁମାନେ ମନ୍ଦକୁ ଭଲ ଓ ଭଲକୁ ମନ୍ଦ କୁହନ୍ତି; ଯେଉଁମାନେ ଅନ୍ଧାରକୁ ଆଲୁଅ ଓ ଆଲୁଅକୁ ଅନ୍ଧାର ଭଳି ମନେ କରନ୍ତି; ଯେଉଁମାନେ ତିକ୍ତକୁ ମିଷ୍ଟ ଓ ମିଷ୍ଟକୁ ତିକ୍ତ ଭଳି ମନେ କରନ୍ତି, ସେମାନେ ସନ୍ତାପର ପାତ୍ର!

କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ।”

ଯେ ତୁମ୍ଭକୁ ନିର୍ମାଣ କଲେ ଓ ଗର୍ଭରୁ ତୁମ୍ଭକୁ ଗଢ଼ିଲେ, ଯେ ତୁମ୍ଭର ସାହାଯ୍ୟ କରିବେ, ସେହି ସଦାପ୍ରଭୁ ଏହି କଥା କହନ୍ତି; “ହେ ଆମ୍ଭର ଦାସ ଯାକୁବ, ହେ ଆମ୍ଭର ମନୋନୀତ ଯିଶୁରୁଣ, ଭୟ କର ନାହିଁ।

ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ, ଗର୍ଭରୁ ଯେ ତୁମ୍ଭକୁ ଗଢ଼ିଲେ, ସେ ଏହା କହନ୍ତି; “ଆମ୍ଭେ ସଦାପ୍ରଭୁ, ଆମ୍ଭେ ସବୁ କାର୍ଯ୍ୟ ସାଧନ କରୁ ଆମ୍ଭେ ଏକାକୀ ଆକାଶମଣ୍ଡଳ ବିସ୍ତାର କରୁ; ଆମ୍ଭେ ପୃଥିବୀକୁ ପ୍ରସାର କରୁ; ଆମ୍ଭର ସଙ୍ଗୀ କିଏ?

ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ୱାରା ବୁହା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ;

ହେ ଦ୍ୱୀପସମୂହ, ମୋ’ କଥା ଶୁଣ; ହେ ଦୂରସ୍ଥ ଗୋଷ୍ଠୀସମୂହ, ମନୋଯୋଗ କର; ମୁଁ ଗର୍ଭସ୍ଥ ହେବା ସମୟଠାରୁ ସଦାପ୍ରଭୁ ମୋତେ ଆହ୍ୱାନ କରିଅଛନ୍ତି; ମୁଁ ମାତାଙ୍କ ଉଦରରୁ ଭୂମିଷ୍ଠ ହେବା ସମୟଠାରୁ ସେ ମୋହର ନାମ ଉଲ୍ଲେଖ କରିଅଛନ୍ତି;

ପୁଣି, ମୋତେ ତାହାଙ୍କର ସେବକ ହେବା ପାଇଁ ଓ ଯାକୁବକୁ ତାହାଙ୍କ ନିକଟକୁ ଆଣିବା ପାଇଁ ଓ ଇସ୍ରାଏଲ ତାହାଙ୍କ ନିକଟରେ ସଂଗୃହୀତ ହେବା ପାଇଁ ଯେ ମୋତେ ଗର୍ଭରୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ କହନ୍ତି; (କାରଣ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଆଦରଣୀୟ ଅଟେ ଓ ମୋହର ପରମେଶ୍ୱର ମୋହର ବଳ ସ୍ୱରୂପ ହୋଇଅଛନ୍ତି;)

ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ? ହଁ, ଏମାନେ ପାସୋରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ। ଦେଖ, ଆମ୍ଭେ ଆପଣା ହସ୍ତଦ୍ୱୟର ପାପୁଲିରେ ତୁମ୍ଭର ଆକୃତି ଲେଖିଅଛୁ; ତୁମ୍ଭର ପ୍ରାଚୀର ସର୍ବଦା ଆମ୍ଭ ସମ୍ମୁଖରେ ଅଛି।

ସଦାପ୍ରଭୁ କହନ୍ତି, “ଆମ୍ଭେ ପ୍ରସବ କାଳ ଉପସ୍ଥିତ କରି କି ପ୍ରସବ କରାଇବା ନାହିଁ?” ତୁମ୍ଭର ପରମେଶ୍ୱର କହନ୍ତି, “ପ୍ରସବ କରାଉ ଯେ ଆମ୍ଭେ, ଆମ୍ଭେ କି ଗର୍ଭ ରୋଧ କରିବା?”

ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା, “ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍‍ବକ୍ତା କରି ନିଯୁକ୍ତ କରିଅଛୁ।”

ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ; ତାହା ସିନ୍ଧି କାଟିବା ସ୍ଥାନରେ ନୁହେଁ, ମାତ୍ର ଏହିସବୁର ଉପରେ ଆମ୍ଭେ ଦେଖିଅଛୁ। ତଥାପି ତୁମ୍ଭେ କହିଲ, “ଆମ୍ଭେ ନିର୍ଦ୍ଦୋଷ; ଅବଶ୍ୟ ଆମ୍ଭଠାରୁ ତାହାଙ୍କର କ୍ରୋଧ ଫେରି ଅଛି।” ତୁମ୍ଭେ କହୁଅଛ, “ଆମ୍ଭେ ପାପ କରି ନାହୁଁ,” ଏହେତୁ ଦେଖ, ଆମ୍ଭେ ତୁମ୍ଭର ବିଚାର କରିବା।

ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍‍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ।’

କାରଣ ସେମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଏହି ସ୍ଥାନକୁ ପରର ସ୍ଥାନ ବୋଲି ଜ୍ଞାନ କରି ତହିଁ ମଧ୍ୟରେ ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଓ ଯିହୁଦାର ରାଜାମାନେ ଯେଉଁ ଅନ୍ୟ ଦେବଗଣକୁ ଜାଣିଲେ ନାହିଁ, ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି। ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍‍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍‍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ।’” ଏଥି ନିମନ୍ତେ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍‍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି। ପୁଣି, ଆମ୍ଭେ ଏହି ସ୍ଥାନରେ ଯିହୁଦାର ଓ ଯିରୂଶାଲମର ମନ୍ତ୍ରଣା ବ୍ୟର୍ଥ କରିବା; ପୁଣି, ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଖଡ୍ଗ ଦ୍ୱାରା ଓ ସେମାନଙ୍କ ପ୍ରାଣ ଅନ୍ୱେଷଣକାରୀମାନଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ନିପାତ କରିବା; ଆଉ, ଆମ୍ଭେ ଖେଚର ପକ୍ଷୀଗଣକୁ ଓ ଭୂଚର ପଶୁଗଣକୁ ସେମାନଙ୍କର ଶବ ଖାଦ୍ୟ ନିମନ୍ତେ ଦେବା।

କାରଣ ସେ ମୋତେ ଗର୍ଭରୁ ମାରି ପକାଇଲା ନାହିଁ; ତାହା କରିଥିଲେ, ମୋହର ମାତା ମୋର କବର ସ୍ୱରୂପ ହୋଇଥା’ନ୍ତେ ଓ ତାଙ୍କ ଗର୍ଭ ନିତ୍ୟ ଭାରୀ ଥା’ନ୍ତା।

ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ।

ସଦାପ୍ରଭୁ ଏହି କଥା କହନ୍ତି, “ରାମାରେ ହାହାକାର ଓ ତୀବ୍ର ରୋଦନର ଶବ୍ଦ ଶୁଣାଯାଏ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଅଛି; ସେ ଆପଣା ସନ୍ତାନଗଣର ବିଷୟରେ ପ୍ରବୋଧ କଥା ମାନୁ ନାହିଁ, କାରଣ ସେମାନେ ନାହାନ୍ତି।”

ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍‍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍‍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟ ଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍‍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।

“ଆହୁରି, ଆମ୍ଭ ନିମନ୍ତେ ତୁମ୍ଭେ ଯେଉଁମାନଙ୍କୁ ଜନ୍ମ କରିଥିଲ, ତୁମ୍ଭେ ଆପଣାର ସେହି ପୁତ୍ର ଓ କନ୍ୟାଗଣକୁ ନେଇ ଗ୍ରାସିତ ହେବା ପାଇଁ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ। ତୁମ୍ଭେ ଯେ ଆମ୍ଭର ସନ୍ତାନଗଣକୁ ବଧ କରିଅଛ ଓ ଅଗ୍ନିରେ ଗମନ କରାଇ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ, ତୁମ୍ଭର ଏହି ବ୍ୟଭିଚାର କି କ୍ଷୁଦ୍ର ବିଷୟ? ପୁଣି, ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ ଓ ବ୍ୟଭିଚାର କ୍ରିୟା କରିବା ବେଳେ ଆପଣା ଯୌବନାବସ୍ଥାର ସମୟ, ଅର୍ଥାତ୍‍, ଯେଉଁ ସମୟରେ ତୁମ୍ଭେ ବିବସନା, ଉଲଙ୍ଗିନୀ ଥିଲ ଓ ନିଜ ରକ୍ତରେ ଛଟପଟ ହେଉଥିଲ, ସେହି ସମୟକୁ ସ୍ମରଣ କରି ନାହଁ। ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭକୁ ଧିକ୍‍ ଧିକ୍‍”! ତୁମ୍ଭର ଏହିସବୁ ଦୁଷ୍ଟାଚରଣ ଉତ୍ତାରେ,

ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭର ଅଶୁଚିତା ଢଳା ଯାଇଅଛି ଓ ତୁମ୍ଭର ପ୍ରେମିକଗଣର ସଙ୍ଗେ ତୁମ୍ଭର ବ୍ୟଭିଚାର ହେତୁ ତୁମ୍ଭର ଉଲଙ୍ଗତା ଅନାବୃତ ହୋଇଅଛି, ଏଥିପାଇଁ, ପୁଣି, ତୁମ୍ଭର ଘୃଣାଯୋଗ୍ୟ ସକଳ ଦେବତାର ନିମନ୍ତେ ଓ ତୁମ୍ଭେ ସେମାନଙ୍କୁ ଆପଣା ସନ୍ତାନଗଣର ଯେଉଁ ରକ୍ତ ଦେଇଅଛ; ତହିଁ ସକାଶୁ; ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକ ସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେହି ସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ। ବିବାହ ନିୟମ ଲଘଂନକାରିଣୀ ଓ ରକ୍ତପାତ-କାରିଣୀ ସ୍ତ୍ରୀମାନେ ଯେରୂପ ବିଚାରିତା ହୁଅନ୍ତି, ସେରୂପ ଆମ୍ଭେ ତୁମ୍ଭର ବିଚାର କରିବା ଏବଂ କୋପ ଓ ଅନ୍ତର୍ଜ୍ୱାଳାର ରକ୍ତ ତୁମ୍ଭ ଉପରେ ଉପସ୍ଥିତ କରିବା।

ଦେଖ, ଯାବତୀୟ ପ୍ରାଣ ଆମ୍ଭର; ପିତାର ପ୍ରାଣ ଯେପରି, ପୁତ୍ରର ପ୍ରାଣ ହିଁ ସେହିପରି ଆମ୍ଭର; ଯେଉଁ ପ୍ରାଣୀ ପାପ କରେ, ସେହି ମରିବ।

ଆଉ, ଯେତେବେଳେ ତୁମ୍ଭେମାନେ ଆପଣା ଆପଣା ଉପହାର ଦାନ କରୁଅଛ, ଆପଣା ଆପଣା ସନ୍ତାନଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଉଅଛ, ସେତେବେଳେ ତୁମ୍ଭେମାନେ କି ଆଜି ପର୍ଯ୍ୟନ୍ତ ଆପଣା ଆପଣା ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରୁ ନାହଁ? ତେବେ ହେ ଇସ୍ରାଏଲ ବଂଶ, ଆମ୍ଭେ କି ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା?” ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବା ପାଇଁ ଦେବା ନାହିଁ;

କାରଣ ସେମାନେ ବ୍ୟଭିଚାର କରିଅଛନ୍ତି ଓ ସେମାନଙ୍କ ହସ୍ତରେ ରକ୍ତ ଅଛି ଓ ସେମାନେ ଆପଣାମାନଙ୍କ ପ୍ରତିମାଗଣ ସହିତ ବ୍ୟଭିଚାର କରିଅଛନ୍ତି; ଆଉ, ସେମାନେ ମଧ୍ୟ ଆମ୍ଭଠାରୁ ଜାତ ଆପଣା ସନ୍ତାନଗଣକୁ ଗ୍ରାସିତ ହେବା ନିମନ୍ତେ ସେମାନଙ୍କ ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟ ଦେଇ ଗମନ କରାଇ ଅଛନ୍ତି। ଆହୁରି, ସେମାନେ ଆମ୍ଭ ପ୍ରତି ଏହି କାର୍ଯ୍ୟ କରିଅଛନ୍ତି; ସେମାନେ ଏକ ଦିନରେ ଆମ୍ଭର ଧର୍ମଧାମ ଅଶୁଚି ଓ ଆମ୍ଭର ବିଶ୍ରାମ ଦିନସବୁ ଅପବିତ୍ର କରିଅଛନ୍ତି। କାରଣ ସେମାନେ ଆପଣାମାନଙ୍କର ପ୍ରତିମାଗଣର ଉଦ୍ଦେଶ୍ୟରେ ଆପଣା ଆପଣା ସନ୍ତାନଗଣକୁ ବଧ କଲା ଉତ୍ତାରେ ସେହି ଦିନ ଆମ୍ଭର ଧର୍ମଧାମ ଅପବିତ୍ର କରିବା ପାଇଁ ତହିଁ ମଧ୍ୟକୁ ଆସିଲେ; ଆଉ, ଦେଖ, ସେମାନେ ଆମ୍ଭ ଗୃହ ମଧ୍ୟରେ ଏହି ପ୍ରକାର କରିଅଛନ୍ତି।

ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଅମ୍ମୋନ ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି।

ଇତିମଧ୍ୟରେ ହେରୋଦ ପଣ୍ଡିତମାନଙ୍କ ଦ୍ୱାରା ଆପଣାକୁ ପ୍ରବଞ୍ଚିତ ହେବା ଦେଖି ରାଗିଗଲେ, ଆଉ ସେମାନଙ୍କ ନିକଟରୁ ଉତ୍ତମ ରୂପେ ଯେଉଁ ସମୟରେ ବୁଝିଥିଲେ, ତଦନୁସାରେ ଦୁଇ ବର୍ଷ ଓ ସେଥିରୁ କମ୍ ବୟସ୍କ ଯେତେ ବାଳକ ବେଥଲିହିମ ପୁଣି, ସେଥିର ସମସ୍ତ ସୀମା ମଧ୍ୟରେ ଥିଲେ, ଲୋକ ପଠାଇ ସେହି ସମସ୍ତଙ୍କୁ ବଧ କରାଇଲେ ।

ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ନରହତ୍ୟା କର ନାହିଁ, ଆଉ ଯେ କେହି ନରହତ୍ୟା କରେ ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ ।

ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରି ପାରନ୍ତି, ତାହାଙ୍କୁ ହିଁ ଭୟ କର ।

ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ;

ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ; ଦୁଇ ହସ୍ତ ଓ ଦୁଇ ପାଦ ନେଇ ଅନନ୍ତ ଅଗ୍ନିରେ ପଡ଼ିବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ । ଆଉ, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହାକୁ ଉପାଡ଼ି ଫୋପାଡ଼ିଦିଅ; ଦୁଇ ଚକ୍ଷୁ ନେଇ ଅଗ୍ନିମୟ ନର୍କରେ ପଡ଼ିବା ବରଂ ଏକ ଚକ୍ଷୁ ନେଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ । ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି । [କାରଣ ଯାହା ହଜିଅଛି, ତାହା ରକ୍ଷା କରିବା ନିମନ୍ତେ ମନୁଷ୍ୟପୁତ୍ର ଆସିଅଛନ୍ତି ।]

ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଯେ ଗୋଟିଏ ବିନଷ୍ଟ ହୁଏ, ଏହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତାଙ୍କର ଇଚ୍ଛା ନୁହେଁ ।

କିନ୍ତୁ ଯୀଶୁ କହିଲେ, ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋ ପାଖକୁ ଆସିବାକୁ ମନା କର ନାହିଁ, କାରଣ ସ୍ୱର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର ।

କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ

ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର ।

ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,

ଆଉ, ଏଲୀଶାବେଥ ମରିୟମଙ୍କ ନମସ୍କାର ଶୁଣିବାମାତ୍ରେ ଶିଶୁଟି ତାଙ୍କ ଗର୍ଭରେ ନାଚି ଉଠିଲା, ପୁଣି, ଏଲୀଶାବେଥ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଅତି ଉଚ୍ଚସ୍ୱରରେ କହିଲେ, ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ, ପୁଣି, ଧନ୍ୟ ତୁମ୍ଭର ଗର୍ଭର ଫଳ । ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋ' ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା? କାରଣ ଦେଖ, ତୁମ୍ଭ ସମ୍ଭାଷଣର ସ୍ୱର ମୋ' କାନରେ ପ୍ରବେଶ କରିବା ମାତ୍ରେ ଶିଶୁଟି ମୋ' ଗର୍ଭରେ ଉଲ୍ଲାସରେ ନାଚି ଉଠିଲା ।

ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁତ୍ରସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବେ,

ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର ।

ତୁମ୍ଭେମାନେ କାହିଁକି ମୋହର କଥା ବୁଝୁ ନାହଁ? ତୁମ୍ଭେମାନେ ତ ମୋହର ବାକ୍ୟ ଶୁଣି ପାରୁ ନାହଁ । ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା । ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ । ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା । କିନ୍ତୁ ମୁଁ ସତ୍ୟ କହିଥିବାରୁ ତୁମ୍ଭେମାନେ ମୋତେ ବିଶ୍ୱାସ କରୁ ନାହଁ ।

ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁଁ ଆଉ କଷ୍ଟ ସ୍ମରଣ କରେ ନାହିଁ ।

ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ । ସେମାନେ ସର୍ବ ପ୍ରକାର ଅଧର୍ମ, ଦୁଷ୍ଟତା, ଲୋଭ, ହିଂସା, ଈର୍ଷା, ବଧ, ବିବାଦ, ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ; ସେମାନେ ଚୁଗୁଲିଆ, ନିନ୍ଦକ, ଈଶ୍ୱରଙ୍କ ଘୃଣ୍ୟ, ଅତ୍ୟାଚାରୀ, ଦାମ୍ଭିକ, ଅହଂକାରୀ, ଦୁଷ୍ଟକର୍ମର ଉତ୍ପାଦକ, ପିତାମାତାଙ୍କ ଅନାଜ୍ଞାବହ, ନିର୍ବୋଧ, ନିୟମ ଭଗ୍ନକାରୀ, ସ୍ୱାଭାବିକ ସ୍ନେହ-ରହିତ ଓ ନିର୍ଦ୍ଦୟ ଅଟନ୍ତି । ଯେଉଁମାନେ ଏହିପରି ଆଚରଣ କରନ୍ତି, ସେମାନେ ଯେ ମୃତ୍ୟୁର ଯୋଗ୍ୟ, ଈଶ୍ୱରଙ୍କର ଏହି ବିଧାନ ସେମାନେ ଜାଣିଲେ ସୁଦ୍ଧା କେବଳ ଯେ ଏହି ପ୍ରକାର ଆଚରଣ କରନ୍ତି ତାହା ନୁହେଁ, କିନ୍ତୁ ଏହିପରି ଆଚରଣ କରୁଥିବା ଲୋକମାନଙ୍କ ପକ୍ଷ ଆନନ୍ଦରେ ସମର୍ଥନ କରନ୍ତି ।

ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ମୋଶାଙ୍କ ବ୍ୟବସ୍ଥା ସଫଳ କରିଅଛି । କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି, ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର । ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ମୋଶାଙ୍କ ବ୍ୟବସ୍ଥା ସଫଳ କରେ ।

ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ୱରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କ'ଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;

କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ, ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋ'ଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ତାହାଙ୍କୁ ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟ ସହିତ ପରାମର୍ଶ ନ କରି

କିନ୍ତୁ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ମୃଦୁଶୀଳ ହୋଇ, ମାତା ଯେପରି ଆପଣା ସନ୍ତାନମାନଙ୍କୁ ଲାଳନପାଳନ କରେ,

ଯାହାଦ୍ୱାରା ସେମାନେ ଯୁବା ସ୍ତ୍ରୀମାନଙ୍କୁ ଶିକ୍ଷା ଦିଅନ୍ତୁ ଯେ, ଆପଣା ସ୍ୱାମୀ ଓ ସନ୍ତାନମାନଙ୍କୁ ପ୍ରେମ କରନ୍ତୁ;

କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ୱାସ ମଧ୍ୟ ମୃତ ।

ଦେଖ, ପିତା ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ । ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା ।

ପାପାତ୍ମାର ସନ୍ତାନ ଯେ କୟିନ, ତାହା ପରି ହୁଅ ନାହିଁ, ସେ ଆପଣା ଭାଇକୁ ବଧ କଲା; ଆଉ ସେ ତାହାକୁ କାହିଁକି ବଧ କଲା? କାରଣ ଏହି ଯେ, ତାହାର କାର୍ଯ୍ୟ ପାପମୟ, ଆଉ ତାହାର ଭାଇର କାର୍ଯ୍ୟ ଧର୍ମମୟ ଥିଲା ।

ଯେ କେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନନ୍ତ ଜୀବନ ନ ଥାଏ, ଏହା ତୁମ୍ଭେମାନେ ଜାଣ ।

ସେମାନେ ଉଚ୍ଚସ୍ୱରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ?

କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ ।

Odia - ଓଡ଼ିଆ - OR

ORIRV'17 - Odia Indian Revised Version Oriya - 2021

This Bible text is from Oriya Indian Revised Version IRV Odia 2021
https://open.bible/bibles/oriya-bridge-text-bible/
provided by: Bridge Connectivity Solutions Pvt Ltd, available by Creative Commons CC-BY-SA-4.0,
and this new compilation is shared as www.creativecommons.org/licenses/by-sa/4.0.
Languages are made available to you by www.ipedge.net