15 – ମାତାଲ

ଏଗୁଡ଼ିକ ହେଉଛି ସର୍ବଶକ୍ତିମାନ ପରମେଶ୍ୱରଙ୍କ ପବିତ୍ର ବାକ୍ୟ।
ମଣିଷର କଥାରେ ଆମର ଆଗ୍ରହ ନାହିଁ।
ଯିଏ ଭଗବାନଙ୍କୁ ଭଲ ପାଏ... ଭଗବାନ ଏହା ବିଷୟରେ କହନ୍ତି: ମାତାଲ.

ଶ୍ରେଷ୍ଠ 3ଟି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଦ୍ୟ

ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟରୂପେ ଜଣା: ବ୍ୟଭିଚାର, ଅଶୁଚିତା କାମୁକତା, ପ୍ରତିମାପୂଜା, ନରହତ୍ୟା, କୁହୁକ, ଶତ୍ରୁତା, ବିବାଦ, ଦ୍ୱେଷ, କ୍ରୋଧ, ସ୍ୱାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା, ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ ।

ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର, ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର; କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇଅଛି।

କିନ୍ତୁ ମୋହର ଲେଖିବାର ଭାବ ଏହା ଥିଲା ଯେ, ଯଦି କୌଣସି ଲୋକ ଭ୍ରାତା ବୋଲି ଖ୍ୟାତ ହୋଇ ବ୍ୟଭିଚାରୀ କି ଧନଲୋଭୀ କି ପ୍ରତିମାପୂଜକ କି ନିନ୍ଦକ କି ମତୁଆଳ କି ପରଦ୍ରବ୍ୟ ଲୁଣ୍ଠନକାରୀ ହୁଏ, ତେବେ ଏପରିଲୋକ ସହିତ ସମ୍ପର୍କ ରଖ ନାହିଁ, ପୁଣି, ତାହା ସାଙ୍ଗରେ ଭୋଜନ ସୁଦ୍ଧା କର ନାହିଁ ।

କ୍ରମରେ ପ୍ରତ୍ୟେକ ପଦ - 79 ବାଇବଲ ପଦ

ଏଥିଉତ୍ତାରେ ନୋହ କୃଷି କର୍ମରେ ପ୍ରବୃତ୍ତ ହୋଇ ଦ୍ରାକ୍ଷାକ୍ଷେତ୍ର କଲେ। ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ବୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ। ଏପରି ସମୟରେ କିଣାନର ପିତା ହାମ ଆପଣା ପିତାଙ୍କର ଉଲଙ୍ଗତା ଦେଖି ବାହାରେ ଆପଣା ଦୁଇ ଭାଇଙ୍କୁ ସମାଚାର ଦେଲା।

“ତୁମ୍ଭମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବ, ସେହି ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ; ତହିଁରେ ତୁମ୍ଭେମାନେ ପବିତ୍ର ଓ ସାମାନ୍ୟ, ପୁଣି ଶୁଚି ଓ ଅଶୁଚି ମଧ୍ୟରେ ଭିନ୍ନତା ଜାଣିପାରିବ;

ତେବେ ସେ ଦ୍ରାକ୍ଷାରସ ଓ ସୁରାରୁ ଆପଣାକୁ ପୃଥକ୍ କରିବ; ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ, କିଅବା ସେ ଦ୍ରାକ୍ଷାଫଳ ଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କିମ୍ବା ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।

ପୁଣି ସେମାନେ ତାହାର ନଗରସ୍ଥ ପ୍ରାଚୀନମାନଙ୍କୁ କହିବେ, “ଆମ୍ଭମାନଙ୍କର ଏହି ପୁତ୍ର ଅବାଧ୍ୟ ଓ ବିରୋଧୀ, ସେ ଆମ୍ଭମାନଙ୍କ କଥା ମାନେ ନାହିଁ; ସେ ପେଟୁକ ଓ ମଦୁଆ ଅଟେ।”

କାରଣ ସେମାନଙ୍କ ଦ୍ରାକ୍ଷାଲତା ସଦୋମର ଦ୍ରାକ୍ଷାଲତାରୁ ଓ ହମୋରାର କ୍ଷେତ୍ରରୁ ଜାତ ସେମାନଙ୍କ ଦ୍ରାକ୍ଷାଫଳ ବିଷମୟ ଦ୍ରାକ୍ଷାଫଳ, ସେମାନଙ୍କ ପେଣ୍ଡା ତିକ୍ତ; ସେମାନଙ୍କ ଦ୍ରାକ୍ଷାରସ ନାଗସର୍ପର ଗରଳ ଓ କାଳସର୍ପର କ୍ରୂର ବିଷ।

ଏହେତୁ ଏବେ ଏହା କର ଓ ତୁମ୍ଭେ ସାବଧାନ ହୁଅ, ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ;

ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ।

ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ।

ଯେହେତୁ ସେମାନେ ଦୁଷ୍ଟତାରୂପ ଅନ୍ନ ଭକ୍ଷଣ କରନ୍ତି; ପୁଣି, ଦୌରାତ୍ମ୍ୟରୂପ ଦ୍ରାକ୍ଷାରସ ପାନ କରନ୍ତି।

ଦ୍ରାକ୍ଷାରସ ନିନ୍ଦକ, ମଦ୍ୟ କଳହକାରୀ; ଯେକେହି ତଦ୍ଦ୍ୱାରା ଭ୍ରାନ୍ତ ହୁଏ, ସେ ଜ୍ଞାନବାନ ନୁହେଁ।

ଯେଉଁ ଲୋକ ଆମୋଦ ଭଲ ପାଏ, ସେ ଦରିଦ୍ର ହେବ; ପୁଣି, ଯେ ଦ୍ରାକ୍ଷାରସ ଓ ତୈଳ ଭଲ ପାଏ, ସେ ଧନବାନ ହେବ ନାହିଁ।

ଦ୍ରାକ୍ଷାରସରେ ଆସକ୍ତ ଓ ପେଟାର୍ଥୀ ମାଂସ-ଭୋକ୍ତାମାନଙ୍କ ସଙ୍ଗୀ ହୁଅ ନାହିଁ। କାରଣ ମତୁଆଳା ଓ ପେଟୁକ ଦରିଦ୍ର ହେବେ ପୁଣି, ଘୁମା, ମନୁଷ୍ୟକୁ ଚିରାକନା ପିନ୍ଧାଇବ।

କାହାର ହାହାକାର? କାହାର ଓକାର? କାହାର କଳି? କାହାର ବକାବକି? କାହାର ଅକାରଣ କ୍ଷତ? କାହାର ରକ୍ତବର୍ଣ୍ଣ ଚକ୍ଷୁ? ଯେଉଁମାନେ ଦ୍ରାକ୍ଷାରସ ପାନରେ ବହୁ କାଳ ବସିଥା’ନ୍ତି, ଯେଉଁମାନେ ମିଶ୍ରିତ ସୁରା ଖୋଜି ବୁଲନ୍ତି, ସେମାନଙ୍କର। ଦ୍ରାକ୍ଷାରସ ରଙ୍ଗିୟା ହେଲେ, ପାତ୍ରରେ ଚକମକାଇଲେ ଓ ସହଜେ ଗଳାଧଃକରଣ ହେଲେ, ତୁମ୍ଭେ ତାକୁ ଅନାଅ ନାହିଁ। ଶେଷରେ ତାହା ସର୍ପ ପରି କାମୁଡ଼େ ଓ କାଳସର୍ପ ତୁଲ୍ୟ ଦଂଶନ କରେ। ତୁମ୍ଭର ଚକ୍ଷୁ ବିପରୀତ ବିଷୟ ଦେଖିବ, ତୁମ୍ଭ ହୃଦୟ କୁଟିଳ କଥା କହିବ। ପୁଣି, ତୁମ୍ଭେ ସମୁଦ୍ର ମଧ୍ୟରେ ଶୟନକାରୀ କିଅବା ଜାହାଜର ମାସ୍ତୁଲ ଉପରେ ଶୟନକାରୀ ଲୋକ ତୁଲ୍ୟ ହେବ। ତୁମ୍ଭେ କହିବ, ସେମାନେ ମୋତେ ମାଇଲେ, ମାତ୍ର ମୁଁ କ୍ଷତି ପାଇ ନାହିଁ; ସେମାନେ ମୋତେ ପ୍ରହାର କଲେ, ମାତ୍ର ମୁଁ କିଛି ଜାଣି ନାହିଁ; ମୁଁ କେବେ ଜାଗିବି? ପୁନର୍ବାର ମୁଁ ତାହା ଖୋଜିବି।

ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ; କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ। ସେମାନେ ପାନ କଲେ, ବ୍ୟବସ୍ଥା ପାସୋରି ଦୁଃଖୀସନ୍ତାନ ସମସ୍ତଙ୍କର ବିଚାର ବିପରୀତ କରିବେ। ମୃତକଳ୍ପ ଲୋକକୁ ମଦ୍ୟ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ। ସେ ଲୋକ ପାନ କରି ଆପଣା ଦରିଦ୍ରତା ପାସୋରୁ ଓ ଆପଣା କ୍ଳେଶ ଆଉ ମନରେ ନ କରୁ।

ହେ ଦେଶ, କୁଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ, ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ!

ଯେଉଁମାନେ ସୁରାପାନ କରିବାକୁ ଅତି ପ୍ରଭାତରେ ଉଠନ୍ତି; ଦ୍ରାକ୍ଷାରସରେ ଉତ୍ତପ୍ତ ହେବା ପର୍ଯ୍ୟନ୍ତ ରାତ୍ରିରେ ବିଳମ୍ବ କରନ୍ତି, ସେମାନେ ସନ୍ତାପର ପାତ୍ର! ସେମାନଙ୍କ ଭୋଜିରେ ବୀଣା, ନେବଲ, ତବଲା, ବଂଶୀ ଓ ଦ୍ରାକ୍ଷାରସ ଥାଏ; ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି।

ଯେଉଁମାନେ ଦ୍ରାକ୍ଷାରସ ପାନ କରିବାକୁ ପରାକ୍ରମୀ ଓ ମଦ୍ୟ ମିଶ୍ରିତ କରିବାକୁ ବଳବାନ;

ସଦାପ୍ରଭୁ ମିସର ମଧ୍ୟରେ ଭ୍ରାନ୍ତିରୂପ ଆତ୍ମା ମିଶ୍ରିତ କରିଅଛନ୍ତି; ପୁଣି, ମତ୍ତ ଲୋକ ଯେପରି ଆପଣା ବାନ୍ତିରେ ଟଳଟଳ ହୋଇ ପଡ଼େ, ସେହିପରି ସେମାନେ ମିସରକୁ ତାହାର ପ୍ରତ୍ୟେକ କର୍ମରେ ବିପଥଗାମୀ କରାଇଅଛନ୍ତି।

ଲୋକମାନେ ଗାନ ସହକାରେ ଦ୍ରାକ୍ଷାରସ ପାନ କରିବେ ନାହିଁ; ସୁରାପାୟୀମାନଙ୍କୁ ସୁରା ତିକ୍ତ ଲାଗିବ। ନିର୍ଜନ ନଗର ଭଗ୍ନ ହୋଇଅଛି; କୌଣସି ମନୁଷ୍ୟ ଯେପରି ଭିତରକୁ ଯାଇ ନ ପାରିବ, ଏଥିପାଇଁ ପ୍ରତ୍ୟେକ ଗୃହ ରୁଦ୍ଧ ହୋଇଅଛି। ଦ୍ରାକ୍ଷାରସ ସକାଶେ ସଡ଼କରେ ଚିତ୍କାର ହୁଏ; ସବୁ ପ୍ରକାର ଆନନ୍ଦ ଅନ୍ଧକାରାଚ୍ଛନ୍ନ ହୋଇଅଛି, ଦେଶର ଆମୋଦ ଯାଇଅଛି। ନଗରରେ ଧ୍ୱଂସତା ମାତ୍ର ଅବଶିଷ୍ଟ ଥାଏ ଓ ଦ୍ୱାର ଭଗ୍ନ ହୋଇ ବିନଷ୍ଟ ହୋଇଅଛି।

ପୃଥିବୀ ମତ୍ତ ଲୋକ ପରି ଟଳଟଳ ହେବ ଓ କୁଡ଼ିଆ ଘର ପରି ଏଣେତେଣେ ଦୋହଲିବ; ଆଉ, ତାହାର ଅପରାଧ ତାହା ଉପରେ ଭାରୀ ହେବ, ତହିଁରେ ସେ ପଡ଼ିବ, ଆଉ ଉଠିବ ନାହିଁ।

ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ୱରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର!

ଇଫ୍ରୟିମର ମତ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ ପଦ ତଳେ ଦଳିତ ହେବ;

ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍‍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି। କାରଣ, ମେଜସବୁ ବାନ୍ତି ଓ ମଳରେ ପରିପୂର୍ଣ୍ଣ, କୌଣସି ପରିଷ୍କୃତ ସ୍ଥାନ ନାହିଁ।

ତୁମ୍ଭେମାନେ ସ୍ଥଗିତ ଓ ଚମତ୍କୃତ ହୁଅ; ଆମୋଦ କରି ଅନ୍ଧ ହୁଅ; ସେମାନେ ମତ୍ତ ଅଛନ୍ତି, ମାତ୍ର ଦ୍ରାକ୍ଷାରସରେ ନୁହେଁ; ସେମାନେ ଟଳଟଳ ହୁଅନ୍ତି, ମାତ୍ର ସୁରାପାନରେ ନୁହେଁ।

ପ୍ରତ୍ୟେକେ କହନ୍ତି, “ଆସ,” “ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ଆମ୍ଭେମାନେ ସୁରାପାନରେ ମତ୍ତ ହେବା; ପୁଣି, ଯେପରି ଆଜି, ସେହିପରି କାଲି ହେବ, ତାହା ଅପରିମିତ ମହାଦିନ ହେବ।”

ଏହେତୁ ତୁମ୍ଭେ ସେମାନଙ୍କୁ ଏହି କଥା କହିବ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ପ୍ରତ୍ୟେକ କଳଶ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ;’ ତହିଁରେ ସେମାନେ ତୁମ୍ଭକୁ କହିବେ, ‘ପ୍ରତ୍ୟେକ କଳଶ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ, ଏହା କ’ଣ ଆମ୍ଭେମାନେ ଜାଣୁ ନାହୁଁ?’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ଦେଶନିବାସୀ ସମସ୍ତ ଲୋକଙ୍କୁ, ଅର୍ଥାତ୍‍ ଦାଉଦର ସିଂହାସନୋପବିଷ୍ଟ ରାଜାଗଣଙ୍କୁ ଓ ଯାଜକମାନଙ୍କୁ, ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଓ ଯିରୂଶାଲମ ନିବାସୀ ସମସ୍ତଙ୍କୁ ମତ୍ତତାରେ ପୂର୍ଣ୍ଣ କରିବା।’ ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ‘ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।’”

ଭବିଷ୍ୟଦ୍‍ବକ୍ତାମାନଙ୍କ ବିଷୟ। ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି, ମୋର ଅସ୍ଥିସବୁ କମ୍ପୁଅଛି; ସଦାପ୍ରଭୁଙ୍କର ଓ ତାହାଙ୍କ ପବିତ୍ର ବାକ୍ୟ ହେତୁରୁ ମୁଁ ମତ୍ତଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ଲୋକ ତୁଲ୍ୟ ଅଛି।

କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋତେ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ। ତହିଁରେ ସେମାନେ ତାହା ପାନ କରି ଏଣେତେଣେ ଟଳ ଟଳ ହେବେ, ପୁଣି ଆମ୍ଭେ ସେମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ସକାଶୁ ସେମାନେ ଉନ୍ମତ୍ତ ହେବେ।”

ଆଉ, ତୁମ୍ଭେ ସେମାନଙ୍କୁ କହିବ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ହେତୁ ପତିତ ହୋଇ ଆଉ ଉଠ ନାହିଁ।’

ପୁଣି, ମୁଁ ରେଖବ ବଂଶୀୟ ଲୋକମାନଙ୍କ ସମ୍ମୁଖରେ ଦ୍ରାକ୍ଷାରସପୂର୍ଣ୍ଣ କେତେକ ପାତ୍ର ଓ ପାନପାତ୍ର ରଖି ସେମାନଙ୍କୁ କହିଲି, ‘ତୁମ୍ଭେମାନେ ଦ୍ରାକ୍ଷାରସ ପାନ କର।’ ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ; କାରଣ ଆମ୍ଭମାନଙ୍କର ପିତୃପୁରୁଷ ରେଖବର ପୁତ୍ର ଯିହୋନାଦବ୍‍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, “ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ;

ସେ ମୋତେ ତିକ୍ତତାରେ ପୂର୍ଣ୍ଣ କରିଅଛନ୍ତି, ସେ ନାଗଦଅଣାରେ ମୋତେ ପୂରିତ କରିଅଛନ୍ତି।

ତୁମ୍ଭେ ଆପଣାର ଭଗିନୀର ପଥରେ ଗମନ କରିଅଛ; ଏଥିପାଇଁ ଆମ୍ଭେ ତାହାର ପାନପାତ୍ର ତୁମ୍ଭ ହସ୍ତରେ ଦେବା। ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆପଣା ଭଗିନୀର ପାତ୍ରରେ ପାନ କରିବ, ତାହା ଗଭୀର ଓ ବଡ଼; ତୁମ୍ଭେ ହାସ୍ୟ ଓ ଉପହାସର ବିଷୟ ହେବ; ସେହି ପାତ୍ର ବହୁତ ଧାରଣ କରେ। ତୁମ୍ଭେ ମତ୍ତତା ଓ ଶୋକରେ ପରିପୂର୍ଣ୍ଣ ହେବ, ବିସ୍ମୟ ଓ ଧ୍ୱଂସରୂପ ପାତ୍ରରେ, ତୁମ୍ଭ ଭଗିନୀ ଶମରୀୟାର ପାତ୍ରରେ ପରିପୂର୍ଣ୍ଣ ହେବ। ତୁମ୍ଭେ ତାହା ନିଗାଡ଼ି ପାନ କରିବ ଓ ତହିଁର ଭଗ୍ନଖଣ୍ଡ ଚୋବାଇ ଆପଣା ସ୍ତନ ବିଦୀର୍ଣ୍ଣ କରିବ; କାରଣ ଆମ୍ଭେ ଏହା କହିଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ତୁମ୍ଭ ପଛଆଡ଼େ ଆମ୍ଭକୁ ପକାଇଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଆପଣା ଲମ୍ପଟାଚରଣ ଓ ବ୍ୟଭିଚାର କ୍ରିୟାର ଭାର ବହନ କର।”

ଭିତର ପ୍ରାଙ୍ଗଣରେ ପ୍ରବେଶ କରିବା ସମୟରେ କୌଣସି ଯାଜକ ଦ୍ରାକ୍ଷାରସ ପାନ କରିବେ ନାହିଁ।

ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିଙ୍କୁ ନିବେଦନ କଲେ।

ଏଥିରେ ଗୃହାଧ୍ୟକ୍ଷ ସେମାନଙ୍କର ସେହି ଭକ୍ଷ୍ୟ ଓ ପାନୀୟ ଦ୍ରାକ୍ଷାରସ ବନ୍ଦ କରି ସେମାନଙ୍କୁ ଶସ୍ୟ ଦେଲା।

ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯା’ନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହିସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।

ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।

ଆମ୍ଭମାନଙ୍କ ରାଜାଙ୍କ ଦିନରେ ଅଧିପତିମାନେ ଦ୍ରାକ୍ଷାରସର ଉତ୍ତାପରେ ଆପଣାମାନଙ୍କୁ ପୀଡ଼ିତ କଲେ; ସେ ନିନ୍ଦକମାନଙ୍କ ସଙ୍ଗେ ଆପଣା ହସ୍ତ ବଢ଼ାଇଲା।

ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର, ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର; କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇଅଛି।

ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି।

ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ‘ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ।’

ବଡ଼ ବଡ଼ ପାତ୍ରରେ ଦ୍ରାକ୍ଷାରସ ପାନ କରନ୍ତି ଓ ଉତ୍କୃଷ୍ଟ ତୈଳରେ ଆପଣାମାନଙ୍କୁ ମର୍ଦ୍ଦନ କରନ୍ତି; ମାତ୍ର ଯୋଷେଫଙ୍କ କ୍ଲେଶରେ ସେମାନେ ଦୁଃଖିତ ହୁଅନ୍ତି ନାହିଁ।

ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍‍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍‍ବକ୍ତା ହେବ।

କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।

ଯେଉଁ ଜନ ଆପଣା ପ୍ରତିବାସୀର ଉଲଙ୍ଗତା ଦେଖିବା ନିମନ୍ତେ ତାହାକୁ ପାନ କରିବାକୁ ଦିଏ, ତହିଁ ସଙ୍ଗେ ଆପଣାର ବିଷ ମିଶାଇ ତାହାକୁ ମତ୍ତ କରେ, ସେ ସନ୍ତାପର ପାତ୍ର! ତୁମ୍ଭେ ଗୌରବ ବଦଳରେ ଅପମାନରେ ପରିପୂର୍ଣ୍ଣ ହୋଇଅଛ। ତୁମ୍ଭେ ମଧ୍ୟ ପାନ କରି ଅସୁନ୍ନତର ନ୍ୟାୟ ହୁଅ! ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାନପାତ୍ର ତୁମ୍ଭଆଡ଼େ ଫେରାଯିବ ଓ ତୁମ୍ଭ ଗୌରବର ଉପରେ ଘୃଣାଜନକ ଲଜ୍ଜା ବର୍ତ୍ତିବ।

କାରଣ ଯୋହନ ଆସି ଭୋଜନପାନ କଲେ ନାହିଁ, ଆଉ ଲୋକେ କହନ୍ତି, ସେ ଭୂତଗ୍ରସ୍ତ । ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ଲୋକେ କହନ୍ତି, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ; ମାତ୍ର ଜ୍ଞାନ ଆପଣା କର୍ମ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହେଲା ।

କିନ୍ତୁ ଯଦି ସେହି ଦୁଷ୍ଟ ଦାସ ମୋର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଆପଣା ସହଦାସମାନଙ୍କୁ ପ୍ରହାର କରିବାକୁ ଲାଗେ, ଆଉ ମଦୁଆମାନଙ୍କ ସହିତ ଭୋଜନପାନ କରେ, ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ସମୟରେ ସେ ଜାଣି ନ ଥିବ, ସେହି ଦିନ ସେହି ସମୟରେ ତାହାର ପ୍ରଭୁ ଆସିବେ, ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।

ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,

କାରଣ ବାପ୍ତିଜକ ଯୋହନ ଆସି ରୁଟି ଖାଇଲେ ନାହିଁ ଓ ଦ୍ରାକ୍ଷାରସ ପିଇଲେ ନାହିଁ, ଆଉ ତୁମ୍ଭେମାନେ କହୁଅଛ, ସେ ଭୂତଗ୍ରସ୍ତ । ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ତୁମ୍ଭେମାନେ କହୁଅଛ, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ ।

କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ, ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ଦଣ୍ଡ ସେ ଜାଣି ନ ଥିବ, ସେହି ଦିନ ଓ ସେହି ଦଣ୍ଡରେ ତାହାର ପ୍ରଭୁ ଆସିବେ, ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି ଅବିଶ୍ୱସ୍ତମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ ।

କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍ ତୁମ୍ଭମାନଙ୍କ ଉପରେ ପଡ଼େ;

ଭୋଜର ଅଧ୍ୟକ୍ଷ ଦ୍ରାକ୍ଷାରସ ହୋଇଥିବା ସେହି ପାଣିକୁ ଚାଖି ତାହା କେଉଁଠାରୁ ଆସିଲା, ଏହା ଜାଣି ନ ଥିବାରୁ (କିନ୍ତୁ ଯେଉଁ ପରିଚାରକମାନେ ପାଣି କାଢ଼ିଥିଲେ, ସେମାନେ ଜାଣିଥିଲେ) ବରଙ୍କୁ ଡାକି କହିଲେ, ସମସ୍ତେ ପ୍ରଥମରେ ଭଲ ଦ୍ରାକ୍ଷାରସ ଦେଇଥାଆନ୍ତି, ଆଉ ଲୋକେ ମାତାଲ ହେଲା ଉତ୍ତାରେ ମନ୍ଦ ଦିଅନ୍ତି; ତୁମ୍ଭେ ଏପର୍ଯ୍ୟନ୍ତ ଭଲ ଦ୍ରାକ୍ଷାରସ ରଖିଅଛ ।

କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି । କିନ୍ତୁ ପିତର ଏଗାରଜଣଙ୍କ ସହିତ ଠିଆ ହୋଇ ଉଚ୍ଚ ସ୍ଵରରେ ସେମାନଙ୍କ ନିକଟରେ ବକ୍ତୃତା ଦେଇ କହିଲେ, ହେ ଯିହୂଦୀ ଲୋକେ, ଓ ଯିରୂଶାଲମ ନିବାସୀ ସମସ୍ତେ, ଆପଣମାନେ ଏହା ଜାଣନ୍ତୁ ଓ ମୋହର କଥା ଶୁଣନ୍ତୁ । କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି,ଏମାନେ ସେପରି ମାତାଲ ନୁହଁନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର । କିନ୍ତୁ ଯୋୟେଲ ଭାବବାଦୀଙ୍କ ଦ୍ୱାରା ଯାହା ଉକ୍ତ ଅଛି,ଏହା ସେହି ଘଟଣା ଅଟେ;

ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ । ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ ।

ମାଂସ ଭୋଜନ କିମ୍ବା ଦ୍ରାକ୍ଷାରସ ପାନ ଅବା ଯେକୌଣସି ବିଷୟରେ ତୁମ୍ଭର ଭାଇର ବାଧା ଜନ୍ମେ, ତାହା ନ କଲେ ଭଲ ।

ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ୱରଙ୍କ ମନ୍ଦିର, ଆଉ ଈଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି; ଯଦି କୌଣସି ଲୋକ ଈଶ୍ୱରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ୱର ତାକୁ ନଷ୍ଟ କରିବେ କାରଣ ଈଶ୍ୱରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ ।

କିନ୍ତୁ ମୋହର ଲେଖିବାର ଭାବ ଏହା ଥିଲା ଯେ, ଯଦି କୌଣସି ଲୋକ ଭ୍ରାତା ବୋଲି ଖ୍ୟାତ ହୋଇ ବ୍ୟଭିଚାରୀ କି ଧନଲୋଭୀ କି ପ୍ରତିମାପୂଜକ କି ନିନ୍ଦକ କି ମତୁଆଳ କି ପରଦ୍ରବ୍ୟ ଲୁଣ୍ଠନକାରୀ ହୁଏ, ତେବେ ଏପରିଲୋକ ସହିତ ସମ୍ପର୍କ ରଖ ନାହିଁ, ପୁଣି, ତାହା ସାଙ୍ଗରେ ଭୋଜନ ସୁଦ୍ଧା କର ନାହିଁ ।

ଅବା, ଅଧାର୍ମିକମାନେ ଯେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍‍ ଆଚାରୀ କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ । ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ୱରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ ।

ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ୱରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କ'ଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ; କାରଣ ତୁମ୍ଭେମାନେ ବିଶେଷ ମୂଲ୍ୟରେ କିଣାଯାଇଅଛ; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ୱରଙ୍କ ଗୌରବ ପ୍ରକାଶ କର ।

ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ୱର ବିଶ୍ୱାସ୍ୟ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରି ପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ ।

ଯଦି ଲୋକାଚାର ଅନୁସାରେ ମୁଁ ଏଫିସରେ ବନ୍ୟ ପଶୁମାନଙ୍କ ସହିତ ଯୁଦ୍ଧ କରିଅଛି, ତେବେ ସେଥିରେ ମୋହର ଲାଭ କ'ଣ? ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ 'ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା' । ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ । ଯଥାର୍ଥରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଈଶ୍ୱରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି ।

ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟରୂପେ ଜଣା: ବ୍ୟଭିଚାର, ଅଶୁଚିତା କାମୁକତା, ପ୍ରତିମାପୂଜା, ନରହତ୍ୟା, କୁହୁକ, ଶତ୍ରୁତା, ବିବାଦ, ଦ୍ୱେଷ, କ୍ରୋଧ, ସ୍ୱାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା, ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ ।

ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ, ପୁଣି, ତୁମ୍ଭମାନଙ୍କ ହୃଦୟରେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର;

ଅତଏବ ଆସ ଆମ୍ଭେମାନେ ଅଣଯିହୂଦୀମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିବା । ଯେଣୁ ଯେଉଁମାନେ ନିଦ୍ରା ଯାଆନ୍ତି, ଆଉ ଯେଉଁମାନେ ମାତାଲ ହୁଅନ୍ତି, ସେମାନେ ରାତ୍ରିରେ ମାତାଲ ହୁଅନ୍ତି । କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୂପ ଉରସ୍ତ୍ରାଣ ପରିଧାନ କରି, ପରିତ୍ରାଣର ଭରସା ରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ । କାରଣ ଈଶ୍ୱର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି ।

ଅତଏବ, ଅଧ୍ୟକ୍ଷଙ୍କର ନିନ୍ଦନୀୟ ନ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ୱାମୀ, ଆତ୍ମସଞ୍ଜମ, ଉତ୍ତମ ବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ, ମଦ୍ୟପାୟୀ କି ବିବାଦପ୍ରିୟ ନ ହୋଇ ବରଂ ମୃଦୁଶୀଳ, ନିର୍ବିରୋଧ ଓ ନିର୍ଲୋଭ ହେବେ,

ସେହି ପ୍ରକାରେ ସେବକମାନଙ୍କର ଶୁଦ୍ଧ ବିବେକରେ ବିଶ୍ୱାସର ନିଗୂଢ଼ତତ୍ତ୍ୱ ଅବଲମ୍ବନ କରି ଗମ୍ଭୀର, ଛଳନାବାକ୍ୟରହିତ,

କାରଣ ଈଶ୍ୱର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାଁନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି ।

କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଲେଶ ସହ୍ୟ କର, ସୁସମାଚାର ପ୍ରଚାର କର କାର୍ଯ୍ୟ ସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସଫଳ କର | କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ ।

କାରଣ ଅଧ୍ୟକ୍ଷ, ଈଶ୍ୱରଙ୍କ ବେବର୍ତ୍ତା ସ୍ୱରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟ ପ୍ରିୟ, ଉତ୍ତମ ବିଷୟର ଅନୁରାଗୀ, ସୁବୁଦ୍ଧି, ନ୍ୟାୟପରାୟଣ, ସାଧୁ ଓ ମିତାଚାରୀ ହେଉନ୍ତୁ,

ବୃଦ୍ଧ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ସୁବୁଦ୍ଧି ପୁଣି, ବିଶ୍ୱାସ, ପ୍ରେମ ଓ ସହିଷ୍ଣୁତାରେ ସବଳ ହେବାକୁ, ପୁଣି, ବୃଦ୍ଧ ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର;

ସେହିପରି ଯୁବକମାନଙ୍କୁ ସର୍ବ ବିଷୟରେ ସୁବୁଦ୍ଧି ହେବା ପାଇଁ ଉତ୍ସାହ ଦିଅ;

ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନ ଯାପନ କରୁ,

ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ । ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ, ମାତ୍ର ତୁମ୍ଭମାନଙ୍କର ଆହ୍ୱାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ । ଯେଣୁ ଲେଖାଅଛି, ତୁମ୍ଭେମାନେ ପବିତ୍ର ହୁଅ, କାରଣ ଆମ୍ଭେ ପବିତ୍ର ।

ଯେଣୁ ଅଣଯିହୂଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;

ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି; ବିଶ୍ୱାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି, ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହି ପ୍ରକାର ଦୁଃଖଭୋଗ ଘଟୁଅଛି ।

ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି ।

ତାହାଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ଦ୍ୱିତୀୟ ଦୂତ ଆସି କହିଲେ, ଯେଉଁ ମହାନଗରୀ ବାବିଲ୍ ସମସ୍ତ ଜାତିଙ୍କୁ ଆପଣା ବ୍ୟଭିଚାରର କାମରୂପ ସୁରା ପାନ କରାଇଅଛି, ସେ ପତିତ, ଅଧଃପତିତ ହୋଇଅଛି ।

ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାରରୂପ ସୁରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ଡ ତୁମ୍ଭକୁ ଦେଖାଇବି ।

କାରଣ ଜାତିସମୂହ ତାହାର ବ୍ୟଭିଚାର କାମରୂପ ସୁରା ପାନ କରିଅଛନ୍ତି, ପୃଥିବୀର ରାଜାମାନେ ତାହା ସହିତ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀର ବଣିକମାନେ ତାହାର ବିଳାସିତାରେ ଧନୀ ହୋଇଅଛନ୍ତି ।

Odia - ଓଡ଼ିଆ - OR

ORIRV'17 - Odia Indian Revised Version Oriya - 2021

This Bible text is from Oriya Indian Revised Version IRV Odia 2021
https://open.bible/bibles/oriya-bridge-text-bible/
provided by: Bridge Connectivity Solutions Pvt Ltd, available by Creative Commons CC-BY-SA-4.0,
and this new compilation is shared as www.creativecommons.org/licenses/by-sa/4.0.
Languages are made available to you by www.ipedge.net