16 – ମୂର୍ତ୍ତିଙ୍କୁ ଦାନ କଲେ ଖାଦ୍ୟ
ଏଗୁଡ଼ିକ ହେଉଛି ସର୍ବଶକ୍ତିମାନ ପରମେଶ୍ୱରଙ୍କ ପବିତ୍ର ବାକ୍ୟ।
ମଣିଷର କଥାରେ ଆମର ଆଗ୍ରହ ନାହିଁ।
ଯିଏ ଭଗବାନଙ୍କୁ ଭଲ ପାଏ... ଭଗବାନ ଏହା ବିଷୟରେ କହନ୍ତି: ମୂର୍ତ୍ତିଙ୍କୁ ଦାନ କଲେ ଖାଦ୍ୟ.
ଏଗୁଡ଼ିକ ହେଉଛି ସର୍ବଶକ୍ତିମାନ ପରମେଶ୍ୱରଙ୍କ ପବିତ୍ର ବାକ୍ୟ।
ମଣିଷର କଥାରେ ଆମର ଆଗ୍ରହ ନାହିଁ।
ଯିଏ ଭଗବାନଙ୍କୁ ଭଲ ପାଏ... ଭଗବାନ ଏହା ବିଷୟରେ କହନ୍ତି: ମୂର୍ତ୍ତିଙ୍କୁ ଦାନ କଲେ ଖାଦ୍ୟ.
ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ଅଣଯିହୂଦୀମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହି ସବୁ ସେମାନେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି । ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ । ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରି ପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇ ପାର ନାହିଁ । ଅଥବା ଆମ୍ଭେମାନେ କ'ଣ ପ୍ରଭୁଙ୍କୁ ବିରକ୍ତି ଜନ୍ମାଇବା? ଆମ୍ଭେମାନେ କି ତାହାଙ୍କଠାରୁ ବଳବାନ?
”କାରଣ ଜ୍ଞାନୀ ଯେ ତୁମ୍ଭେ, ତୁମ୍ଭକୁ ଯଦି କେହି ପ୍ରତିମାର ମନ୍ଦିରରେ ଭୋଜନରେ ବସିବାର ଦେଖେ, ତେବେ ସେ ଦୁର୍ବଳ ହୋଇଥିଲେ ତା'ର ବିବେକ କ'ଣ ଦେବପ୍ରସାଦ ଭୋଜନ କରିବାକୁ ସାହସିକ ହେବ ନାହିଁ? ଏଣୁ ଯେଉଁ ଦୁର୍ବଳ ଭ୍ରାତା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ସେ ତୁମ୍ଭ ଜ୍ଞାନ ଦ୍ୱାରା ନଷ୍ଟ ହେଉଅଛି । ଏହି ପ୍ରକାରେ ଭାଇମାନଙ୍କ ବିରୁଦ୍ଧରେ ପାପ କରି ଓ ସେମାନଙ୍କ ଦୁର୍ବଳ ବିବେକକୁ ଆଘାତ କରି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ପାପ କରୁଅଛ । ଅତଏବ ଯଦି ଖାଦ୍ୟଦ୍ରବ୍ୟ ମୋହର ଭାଇର ବିଘ୍ନର କାରଣ ହୁଏ, ତେବେ ମୋହର ଭାଇ ଯେପରି ମୋ' ଦ୍ୱାରା ବିଘ୍ନ ନ ପାଏ, ଏଥିପାଇଁ ମୁଁ କଦାପି ମାଂସ ଖାଇବି ନାହିଁ ।
”ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ୍ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ ।
”ତହିଁରେ ଯାକୁବ ଆପଣା ପରିଜନ ଓ ସଙ୍ଗୀ ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କ ନିକଟରେ ଯେଉଁ ସବୁ ବିଦେଶୀୟ ଦେବତା ଅଛନ୍ତି, ସେମାନଙ୍କୁ ଦୂର କର, ଆପଣାମାନଙ୍କୁ ଶୁଚି କର, ପୁଣି, ଆପଣାମାନଙ୍କ ବସ୍ତ୍ର ପରିବର୍ତ୍ତନ କର।
”ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ। ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ। ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
”ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା କହିଅଛୁ, ସେସମସ୍ତ ବିଷୟରେ ସାବଧାନ ହୁଅ; ଅନ୍ୟ ଦେବଗଣର ନାମ ସ୍ମରଣ କରାଅ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ ତାହା ଶୁଣା ନ ଯାଉ।
”ମାତ୍ର ତୁମ୍ଭେମାନେ ସେମାନଙ୍କ ବେଦିସବୁ ଭଗ୍ନ କରିବ ଓ ସେମାନଙ୍କ ସ୍ତମ୍ଭ ସବୁ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତି କାଟି ପକାଇବ। ଯେହେତୁ ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ, କାରଣ ସଦାପ୍ରଭୁଙ୍କ ନାମ (ସ୍ୱଗୌରବ ରକ୍ଷଣରେ) ଉଦ୍ଯୋଗୀ, ସେ (ସ୍ୱଗୌରବ ରକ୍ଷଣରେ) ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି। କେଜାଣି ଅବା ତୁମ୍ଭେ ସେହି ଦେଶ ନିବାସୀ ଲୋକମାନଙ୍କ ସହିତ ନିୟମ କରିବ; କଲେ ଯେଉଁ ସମୟରେ ସେମାନେ ନିଜେ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କରନ୍ତି ଓ ନିଜ ଦେବଗଣ ନିକଟରେ ବଳିଦାନ କରନ୍ତି, ସେ ସମୟରେ କେହି ତୁମ୍ଭକୁ ଡାକିଲେ, ତୁମ୍ଭେ ତାହାର ବଳିଦ୍ରବ୍ୟ ଖାଇବ; କିଅବା ତୁମ୍ଭେ ଆପଣା ପୁତ୍ରମାନଙ୍କ ନିମନ୍ତେ ସେମାନଙ୍କ କନ୍ୟାଗଣକୁ ଗ୍ରହଣ କଲେ, ସେମାନଙ୍କ କନ୍ୟାଗଣ ନିଜ ଦେବଗଣର ଅନୁଗାମିନୀ ହୋଇ ତୁମ୍ଭ ପୁତ୍ରଗଣକୁ ଆପଣାମାନଙ୍କ ଦେବଗଣର ଅନୁଗାମୀ କରି ବ୍ୟଭିଚାର କରାଇବେ।
”ଆଉ, ତୁମ୍ଭେମାନେ ପ୍ରତିମାଗଣର ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଦେବତା ନିର୍ମାଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
”ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ। ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି (ବସ୍ତୁର) ପ୍ରତିମୂର୍ତ୍ତି (ନିର୍ମାଣ କରିବ ନାହିଁ)। ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ; କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ। ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
”ପୁଣି ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ ଓ ତୁମ୍ଭେ ସେମାନଙ୍କୁ ପରାସ୍ତ କରିବ; ସେତେବେଳେ ତୁମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ; ତୁମ୍ଭେ ସେମାନଙ୍କ ସହିତ କୌଣସି ନିୟମ କରିବ ନାହିଁ, କିଅବା ସେମାନଙ୍କ ପ୍ରତି ଦୟା ପ୍ରକାଶ କରିବ ନାହିଁ। ଅଥବା ତୁମ୍ଭେ ସେମାନଙ୍କ ସହିତ ବିବାହ-ସମ୍ବନ୍ଧ କରିବ ନାହିଁ; ତୁମ୍ଭେ ତାହାର ପୁତ୍ରକୁ ଆପଣା କନ୍ୟା ଦେବ ନାହିଁ, ଅବା ଆପଣା ପୁତ୍ର ନିମନ୍ତେ ତାହାର କନ୍ୟା ଗ୍ରହଣ କରିବ ନାହିଁ। କାରଣ ସେ ତୁମ୍ଭ ପୁତ୍ରକୁ ଆମ୍ଭ ଅନୁସରଣରୁ ଫେରାଇବ, ତହିଁରେ ସେମାନେ ଅନ୍ୟ ଦେବଗଣର ସେବା କରିବେ ତାହା ହେଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ତୁମ୍ଭକୁ ଶୀଘ୍ର ବିନାଶ କରିବେ। ମାତ୍ର ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ ବ୍ୟବହାର କରିବ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ ଓ ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ହାଣି ପକାଇବ, ପୁଣି ସେମାନଙ୍କ ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ।
”ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ; ତୁମ୍ଭେ ଯେପରି ଫାନ୍ଦରେ ନ ପଡ଼ିବ, ଏଥିପାଇଁ ସେହିସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ, କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ, କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣିତ ବସ୍ତୁ; ପୁଣି ତୁମ୍ଭେ ସେହି ଘୃଣିତ ବସ୍ତୁ ଆପଣା ଗୃହକୁ ଆଣିବ ନାହିଁ, ଆଣିଲେ ତାହା ତୁଲ୍ୟ ବର୍ଜିତ ହେବ; ତୁମ୍ଭେ ତାହା ଅତିଶୟ ଘୃଣା କରିବ ଓ ଅତିଶୟ ତୁଚ୍ଛଜ୍ଞାନ କରିବ; ଯେହେତୁ ତାହା ବର୍ଜନୀୟ ବସ୍ତୁ।
”ଆଉ ଯେବେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରିବ, ଅନ୍ୟ ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ସେମାନଙ୍କ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆଜି ଏହି ସାକ୍ଷ୍ୟ ଦେଉଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ। ତୁମ୍ଭମାନଙ୍କ ସମ୍ମୁଖରେ ସଦାପ୍ରଭୁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ବିନାଶ କରନ୍ତି, ସେମାନଙ୍କ ପରି ତୁମ୍ଭେମାନେ ବିନଷ୍ଟ ହେବ; କାରଣ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ ନ କଲେ ତୁମ୍ଭମାନଙ୍କୁ ଏହା ଘଟିବ।
”ମୁଁ ଯାହା ଯାହା ତୁମ୍ଭମାନଙ୍କୁ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ପାଳନ କରିବାକୁ ମନୋଯୋଗ କରିବ; ତୁମ୍ଭେ ତହିଁରେ ଯୋଗ କରିବ ନାହିଁ କି ତହିଁରୁ ଊଣା କରିବ ନାହିଁ।
”ସେମାନେ ଅନ୍ୟ ଦେବତାମାନଙ୍କ ଦ୍ୱାରା ତାହାଙ୍କର ଦ୍ୱେଷ ଜନ୍ମାଇଲେ, ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ସେମାନେ ତାହାଙ୍କୁ ବିରକ୍ତ କଲେ। ଯେଉଁମାନେ ଭୂତ, ପରମେଶ୍ୱର ନୁହନ୍ତି, ଯେଉଁ ଦେବତାମାନଙ୍କୁ ସେମାନେ ଜାଣିଲେ ନାହିଁ, ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁମାନଙ୍କୁ ଡରିଲେ ନାହିଁ, ଏପରି ସଦ୍ୟ ଉତ୍ପନ୍ନ ନୂତନ ଦେବତାମାନଙ୍କ ଉଦ୍ଦେଶ୍ୟରେ ସେମାନେ ବଳିଦାନ କଲେ।
”ତହିଁରେ ଶାମୁୟେଲ କହିଲେ, ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ, ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ? ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ। ଯେହେତୁ ବିଦ୍ରୋହ ମନ୍ତ୍ରପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇ ଥିବା ପାଇଁ ତୁଚ୍ଛ କରିଅଛନ୍ତି।
”ପୁଣି ସେମାନେ ବାଲ୍ ମନ୍ଦିରରୁ ସ୍ତମ୍ଭମାନ ବାହାର କରି ଆଣି ପୋଡ଼ି ପକାଇଲେ। ଆଉ ବାଲ୍ର ସ୍ତମ୍ଭ ଭାଙ୍ଗି ପକାଇଲେ ଓ ବାଲ୍ର ମନ୍ଦିର ଭାଙ୍ଗି ପକାଇ ତାକୁ ମଳଗୃହ କଲେ, ତାହା ଆଜି ପର୍ଯ୍ୟନ୍ତ ଅଛି।
”କାରଣ ସଦାପ୍ରଭୁ ମହାନ୍ ଓ ଅତ୍ୟନ୍ତ ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ। କାରଣ, ନାନା ଗୋଷ୍ଠୀୟମାନଙ୍କ ଦେବତାସବୁ ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।
”କାରଣ ଯେଉଁ ଦମ୍ମେଶକୀୟ ଦେବଗଣ ତାଙ୍କୁ ପରାସ୍ତ କରିଥିଲେ, ସେମାନଙ୍କ ଉଦ୍ଦେଶ୍ୟରେ ସେ ବଳିଦାନ କଲେ; ଆଉ ସେ କହିଲେ, ଅରାମୀୟ ରାଜାମାନଙ୍କ ଦେବଗଣ ସେମାନଙ୍କର ସାହାଯ୍ୟ କରିଅଛନ୍ତି, ଏହେତୁ ମୁଁ ସେମାନଙ୍କ ନିକଟରେ ବଳିଦାନ କରିବି, ତହିଁରେ ସେମାନେ ମୋହର ସାହାଯ୍ୟ କରିବେ। ମାତ୍ର ସେମାନେ ତାଙ୍କର ଓ ସମଗ୍ର ଇସ୍ରାଏଲର ବିନାଶର କାରଣ ହେଲେ।
”କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ। କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।
”ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ। ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ; ଚକ୍ଷୁ ସେମାନଙ୍କର ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ। ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; ନାସିକା ସେମାନଙ୍କର ଅଛି, ମାତ୍ର ସେମାନେ ଆଘ୍ରାଣ କରନ୍ତି ନାହିଁ; ସେମାନଙ୍କର ହସ୍ତ ଅଛି, ମାତ୍ର ସେମାନେ ସ୍ପର୍ଶ କରନ୍ତି ନାହିଁ; ଚରଣ ସେମାନଙ୍କର ଅଛି, ମାତ୍ର ସେମାନେ ଗମନ କରନ୍ତି ନାହିଁ; କିଅବା କଣ୍ଠରେ ସେମାନେ କଥା କହନ୍ତି ନାହିଁ। ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ।
”ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ। ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ; ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; କିଅବା ସେମାନଙ୍କ ମୁଖରେ ନିଶ୍ୱାସପ୍ରଶ୍ୱାସ ନାହିଁ। ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀ ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ।
”କାରଣ ସେହି ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ହସ୍ତନିର୍ମିତ ରୌପ୍ୟପ୍ରତିମା ଓ ସ୍ୱର୍ଣ୍ଣ- ପ୍ରତିମାରୂପ ପାପବସ୍ତୁ ପକାଇ ଦେବ।
”ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି।
”ଆମ୍ଭେ ସଦାପ୍ରଭୁ: ଏହି ଆମ୍ଭର ନାମ; ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ, କିଅବା ଆପଣା ପ୍ରଶଂସା ଖୋଦିତ ପ୍ରତିମାଗଣକୁ ଦେବୁ ନାହିଁ।
”ଯେଉଁମାନେ ଖୋଦିତ ପ୍ରତିମାଗଣରେ ନିର୍ଭର କରନ୍ତି ଓ ଛାଞ୍ଚରେ ଢଳା ପ୍ରତିମାଗଣକୁ ତୁମ୍ଭେମାନେ ଆମ୍ଭମାନଙ୍କର ଈଶ୍ୱର ବୋଲି କୁହନ୍ତି, ସେମାନେ ବିମୁଖ ଓ ଅତିଶୟ ଲଜ୍ଜିତ ହେବେ।
”ତହିଁରେ ସେମାନେ ଆମ୍ଭକୁ ପରିତ୍ୟାଗ କରିବାରେ ଓ ଅନ୍ୟ ଦେବତାମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାରେ ଓ ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ପ୍ରଣାମ କରିବାରେ ଯେଉଁ ଯେଉଁ ଦୁଷ୍ଟତା କରିଅଛନ୍ତି; ସେସକଳର ବିରୁଦ୍ଧରେ ଆମ୍ଭେ ଆପଣା ବିଚାର ପ୍ରକାଶ କରିବା।
”ଆମ୍ଭକୁ ବିରକ୍ତ କରିବା ପାଇଁ ଆକାଶର ରାଣୀ ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ୱଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି।’ ସଦାପ୍ରଭୁ କହନ୍ତି, ‘ସେମାନେ କ’ଣ ଆମ୍ଭକୁ ବିରକ୍ତ କରନ୍ତି? ବରଞ୍ଚ ଆପଣାମାନଙ୍କ ମୁଖର ବିବର୍ଣ୍ଣତା ନିମନ୍ତେ କ’ଣ ଆପଣାମାନଙ୍କୁ ବିରକ୍ତ ନ କରନ୍ତି?’ ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ‘ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।’
”ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ। ସେସବୁ ଅସାର ଓ ଭ୍ରାନ୍ତିର କର୍ମ; ସେମାନେ ଆପଣା ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହେବେ।
”ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା,” ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ। କାରଣ ସେମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଏହି ସ୍ଥାନକୁ ପରର ସ୍ଥାନ ବୋଲି ଜ୍ଞାନ କରି ତହିଁ ମଧ୍ୟରେ ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଓ ଯିହୁଦାର ରାଜାମାନେ ଯେଉଁ ଅନ୍ୟ ଦେବଗଣକୁ ଜାଣିଲେ ନାହିଁ, ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି।
”ତହିଁରେ ଅଶୁଚିକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜାଗଣର ଗୃହ, ଅର୍ଥାତ୍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ଡଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍ ସ୍ଥାନ ତୁଲ୍ୟ ହେବ।”
”ସେତେବେଳେ ଯେଉଁମାନେ, ଆପଣା ସ୍ତ୍ରୀମାନେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାନ୍ତି ବୋଲି ଜାଣିଲେ, ସେମାନେ ଓ ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନଙ୍କର ମହାସମାଜ, ଅର୍ଥାତ୍, ମିସରର ପଥ୍ରୋଷ ପ୍ରଦେଶରେ ବାସକାରୀ ସମସ୍ତ ଲୋକ ଯିରିମୀୟଙ୍କୁ ଉତ୍ତର ଦେଇ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସେହି କଥା ଆମ୍ଭେମାନେ ଶୁଣିବୁ ନାହିଁ। ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ। ମାତ୍ର ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାର ଓ ପେୟ ନୈବେଦ୍ୟ ଢାଳିବାର ଛାଡ଼ିଦେବା ସମୟଠାରୁ ଆମ୍ଭମାନଙ୍କର ସବୁ ବିଷୟରେ ଅଭାବ ହୋଇଅଛି ଓ ଆମ୍ଭେମାନେ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହୋଇଅଛୁ। ପୁଣି, ଆମ୍ଭେମାନେ ଯେଉଁ ସମୟରେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲୁ ଓ ପେୟ ନୈବେଦ୍ୟ ଢାଳିଲୁ, ସେତେବେଳେ ଆପଣା ଆପଣା ସ୍ୱାମୀର ଅନୁମତି ବିନା କି ତାହାର ପୂଜା ନିମନ୍ତେ ପିଷ୍ଟକ ପ୍ରସ୍ତୁତ କଲୁ ଓ ତାହା ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଢାଳିଲୁ?”
”ତହିଁରେ ତୁମ୍ଭମାନଙ୍କର ଦୁଷ୍କ୍ରିୟା ସକାଶୁ ଓ ତୁମ୍ଭମାନଙ୍କର କୃତ ଘୃଣାଯୋଗ୍ୟ କର୍ମ ସକାଶୁ ସଦାପ୍ରଭୁ ଆଉ ସହ୍ୟ କରି ପାରିଲେ ନାହିଁ; ଏହେତୁ ତୁମ୍ଭମାନଙ୍କର ଦେଶ ଆଜିର ସଦୃଶ୍ୟ ଉତ୍ସନ୍ନ ଓ ବିସ୍ମୟଜନକ, ଅଭିଶପ୍ତ ଓ ନିବାସୀବିହୀନ ହୋଇଅଛି। ତୁମ୍ଭେମାନେ ଧୂପ ଜ୍ୱଳାଇଅଛ, ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛ ଓ ସଦାପ୍ରଭୁଙ୍କ ରବରେ ମନୋଯୋଗ କରି ନାହଁ, ପୁଣି ତାହାଙ୍କର ବ୍ୟବସ୍ଥା ବିଧି ଓ ପ୍ରମାଣ-ବାକ୍ୟାନୁସାରେ ଆଚରଣ କରି ନାହଁ; ଏଥିପାଇଁ ଆଜିର ସଦୃଶ୍ୟ ଏହି ଅମଙ୍ଗଳ ତୁମ୍ଭମାନଙ୍କ ପ୍ରତି ଘଟିଅଛି।”
”ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ହୋଇଅଛି ଓ ଜ୍ଞାନବିହୀନ ଅଟେ; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଛାଞ୍ଚରେ ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ଶ୍ୱାସବାୟୁ ନାହିଁ। ସେସବୁ ଅସାର ଓ ମାୟାର କର୍ମ; ପୁଣି, ପ୍ରତିଫଳ ପାଇବା ସମୟରେ ସେମାନେ ବିନଷ୍ଟ ହେବେ।
”ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯା’ନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହିସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।
”ସେମାନେ ରାଜାଗଣକୁ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ସେମାନେ ଅଧିପତିଗଣ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭେ ତାହା ଜାଣିଲୁ ନାହିଁ। ସେମାନେ ଯେପରି ଉଚ୍ଛିନ୍ନ ହେବେ, ଏଥିପାଇଁ ଆପଣା ନିମନ୍ତେ ରୂପା ଓ ସୁନାରେ ସେମାନେ ପ୍ରତିମାଗଣ ନିର୍ମାଣ କରିଅଛନ୍ତି।”
”ମାତ୍ର ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।
”ଖୋଦିତ ପ୍ରତିମାରେ କି ଲାଭ ଯେ, ତହିଁର ନିର୍ମାଣକର୍ତ୍ତା ତାହା ଖୋଦନ କରେ? ଛାଞ୍ଚରେ ଢଳା ପ୍ରତିମାରେ ଓ ମିଥ୍ୟା ଶିକ୍ଷକରେ କି ଲାଭ ଯେ, ଆପଣାର ନିର୍ମିତ ବସ୍ତୁର ନିର୍ମାଣକାରୀ ତହିଁରେ ବିଶ୍ୱାସ କରି ମୂକ ଦେବତା ନିର୍ମାଣ କରେ?
”ମୁଁ ଯେ ମୋଶାଙ୍କ ବ୍ୟବସ୍ଥା କି ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଲୋପ କରିବାକୁ ଆସିଅଛି, ଏପରି ଭାବ ନାହିଁ; ଲୋପ କରିବାକୁ ଆସି ନାହିଁ ବରଂ ସଫଳ କରିବାକୁ ଆସିଅଛି । କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ଡଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ମୋଶାଙ୍କ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ । ଅତଏବ ଯେ କେହି ଏହି ସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ମାନେ ନାହିଁ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ପରିଚିତ ହେବ; କିନ୍ତୁ ଯେ କେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ ମହାନ ବୋଲି ପରିଚିତ ହେବ ।
”ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, ତୁମ୍ଭେମାନେ ମଧ୍ୟ କଅଣ ସେହିପରି ଅବୋଧ? ଯାହା କିଛି ବାହାରୁ ମନୁଷ୍ୟ ଭିତରେ ପ୍ରବେଶ କରେ, ତାହା ତାକୁ ଅଶୁଚି କରି ପାରେ ନାହିଁ, କାରଣ ତାହା ତାହାର ହୃଦୟରେ ପ୍ରବେଶ କରେ ନାହିଁ, ମାତ୍ର ଉଦରରେ ପ୍ରବେଶ କରି ବାହ୍ୟ ସ୍ଥାନରେ ବର୍ହିଗତ ହୁଏ ଓ ଏହି ପ୍ରକାରେ ସମସ୍ତ ଖାଦ୍ୟ ପରିଷ୍କୃତ ହୋଇଥାଏ, ଏହା କ'ଣ ବୁଝୁ ନାହଁ?
”ଯେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ୱସ୍ତ ଅଟେ, ପୁଣି, ଯେ ଅତି ଅଳ୍ପ ବିଷୟରେ ଅବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ୱସ୍ତ ।
”କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରି ପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ । ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାରିବ ନାହିଁ ।
”ନଗର ସମ୍ମୁଖରେ ଥିବା ବୃହସ୍ପତିଙ୍କ ମନ୍ଦିରର ଯାଜକ କେତେକ ବୃଷ ଓ ପୁଷ୍ପହାର ଦ୍ୱାରା ନିକଟକୁ ଆଣି ଲୋକସମୂହ ସହିତ ବଳି ଦେବାକୁ ଇଚ୍ଛା କରିଥିଲେ । କିନ୍ତୁ ପ୍ରେରିତମାନେ, ଅର୍ଥାତ୍ ବର୍ଣ୍ଣବ୍ବା ଓ ପାଉଲ, ଏହା ଶୁଣି ଆପଣା ଆପଣାର ବସ୍ତ୍ର ଚିରି ଲୋକସମୂହ ମଧ୍ୟକୁ ବେଗେ ଦୌଡ଼ିଯାଇ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହି ସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ୱରଙ୍କ ପ୍ରତି ଫେରନ୍ତି । ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;
”କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ପରଦାର, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ ।
”କାରଣ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ପ୍ରସାଦ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଓ ପରଦାରରୁ ପୃଥକ୍ ରହିବା, ଏହି କେତୋଟି ଆବଶ୍ୟକୀୟ ବିଷୟ ବ୍ୟତୀତ ଆପଣମାନଙ୍କ ଉପରେ ଆଉ ଅଧିକ ଭାର ନ ଦେବାକୁ, ପବିତ୍ର ଆତ୍ମା ଓ ଆମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା; ଏହି ସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ । ଆପଣମାନଙ୍କର ମଙ୍ଗଳ ହେଉ ।
”ଆଥିନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାହାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା ।
”ତେବେ, ଆମ୍ଭେମାନେ ଈଶ୍ୱରଙ୍କର ବଂଶ ହେବାରୁ ଈଶ୍ୱରଙ୍କ ସ୍ୱରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ୱର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ବୁଝିବା ଆମ୍ଭମାନଙ୍କର ଉଚିତ ନୁହେଁ । ଈଶ୍ୱର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି; କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି ।
”କିନ୍ତୁ ଯେଉଁ ଅଣଯିହୂଦୀମାନେ ବିଶ୍ୱାସ କରିଅଛନ୍ତି, ସେମାନଙ୍କ ସମ୍ବନ୍ଧରେ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ଜିନିଷ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଆଉ ପରଦାରଠାରୁ ନିଜ ନିଜକୁ ଦୂରେଇ ରଖିବା ଯେ ଉଚିତ, ଆମ୍ଭେମାନେ ଏହା ବିଚାର କରି ଲେଖି ଅଛୁ । ପାଉଲ ସେଥିରେ ସେହି ଲୋକମାନଙ୍କୁ ନେଇ ପରଦିନ ସେମାନଙ୍କ ସହିତ ଆପଣାକୁ ଶୁଚି କରି ମନ୍ଦିର ଭିତରେ ପ୍ରବେଶ କଲେ, ପୁଣି, ସେମାନଙ୍କ ପ୍ରତ୍ୟେକଙ୍କ ନିମନ୍ତେ ନୈବେଦ୍ୟ ଉତ୍ସର୍ଗ ହେବା ପର୍ଯ୍ୟନ୍ତ ଶୌଚକର୍ମରେ କେତେ ଦିନ ଲାଗିବ, ତାହା ଜଣାଇ ଦେଲେ ।
”ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ, ପୁଣି, ଅକ୍ଷୟ ଈଶ୍ୱରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ ।
”ବିଶ୍ୱାସରେ ଯେ ଦୁର୍ବଳ, ତାକୁ ଗ୍ରହଣ କର, କିନ୍ତୁ ବିଭିନ୍ନ ମତ ସମ୍ବନ୍ଧରେ ତର୍କବିତର୍କ କରିବା ନିମନ୍ତେ ତାହା କର ନାହିଁ । ସମସ୍ତ ପଦାର୍ଥ ଭୋଜନ କରିବା ନିମନ୍ତେ ଜଣେ ଲୋକର ବିଶ୍ୱାସ ଅଛି, କିନ୍ତୁ ଯେ ବିଶ୍ୱାସରେ ଦୁର୍ବଳ, ସେ କେବଳ ଶାକ ଭୋଜନ କରେ ।
”ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ୱରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କ'ଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ; କାରଣ ତୁମ୍ଭେମାନେ ବିଶେଷ ମୂଲ୍ୟରେ କିଣାଯାଇଅଛ; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ୱରଙ୍କ ଗୌରବ ପ୍ରକାଶ କର ।
”ଦେବପ୍ରସାଦ ସମ୍ବନ୍ଧରେ ମୋହର ଉତ୍ତର ଏହି, ଆମ୍ଭ ସମସ୍ତଙ୍କର ଜ୍ଞାନ ଅଛି ବୋଲି ତୁମ୍ଭେମାନେ ଯାହା କହୁଅଛ, ତାହା ଆମ୍ଭେମାନେ ଜାଣୁ । ଜ୍ଞାନ ଅହଙ୍କାର ଜନ୍ମାଏ, କିନ୍ତୁ ପ୍ରେମରୁ ନିଷ୍ଠା ଜାତ ହୁଏ । ଯଦି କେହି କୌଣସି ବିଷୟରେ ଜ୍ଞାନୀ ବୋଲି ମନେ କରେ, ତେବେ ତାହାର ଯେପରି ଜାଣିବା ଉଚିତ, ସେ ଏପର୍ଯ୍ୟନ୍ତ ସେପରି ଜାଣି ନାହିଁ; କିନ୍ତୁ ଯଦି କେହି ଈଶ୍ୱରଙ୍କୁ ପ୍ରେମ କରେ, ସେହି ଜଣ ତାହାଙ୍କ ପରିଚିତ ।
”ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ୱର ବିନା ଦ୍ୱିତୀୟ ନାହିଁ । କାରଣ ସ୍ୱର୍ଗରେ ହେଉ ବା ପୃଥିବୀରେ ହେଉ, ଯେଉଁମାନଙ୍କୁ ଦେବତା ବୋଲି କହନ୍ତି, ଯଦ୍ୟପି ସେମାନେ ଥାଇ ପାରନ୍ତି (ଏପରି ତ ଅନେକ ଦେବତା ଓ ଅନେକ ପ୍ରଭୁ ଅଛନ୍ତି), ତଥାପି ଆମ୍ଭମାନଙ୍କର ଏକମାତ୍ର ଈଶ୍ୱର, ଅର୍ଥାତ୍ ଯେଉଁ ପିତାଙ୍କଠାରୁ ସମସ୍ତ ବିଷୟ ହୋଇଅଛି, ଆଉ ଆମ୍ଭେମାନେ ତାହାଙ୍କ ନିମନ୍ତେ ହୋଇଅଛୁ, ପୁଣି, ଏକମାତ୍ର ପ୍ରଭୁ, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟ, ତାହାଙ୍କ ଦ୍ୱାରା ସମସ୍ତ ବିଷୟ ହୋଇଅଛି, ପୁଣି, ତାହାଙ୍କ ଦ୍ୱାରା ଆମ୍ଭେମାନେ ହୋଇଅଛୁ ।
”ତଥାପି ସମସ୍ତଙ୍କର ଏହି ଜ୍ଞାନ ନାହିଁ; କିନ୍ତୁ କେତେକ ଲୋକ ଏପର୍ଯ୍ୟନ୍ତ ଦେବତା ଅଛି ବୋଲି ଭାବି ଦେବପ୍ରସାଦ ଭୋଜନ କରନ୍ତି, ଆଉ ସେମାନଙ୍କର ବିବେକ ଦୁର୍ବଳ ଥିବାରୁ କଳୁଷିତ ହୁଏ । କିନ୍ତୁ ଖାଦ୍ୟଦ୍ରବ୍ୟ ଆମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟରେ ଗ୍ରାହ୍ୟ କି ଅଗ୍ରାହ୍ୟ କରାଏ ନାହିଁ; ଭୋଜନ ନ କଲେ ଆମ୍ଭମାନଙ୍କର କ୍ଷତି ହୁଏ ନାହିଁ, କିମ୍ବା ଭୋଜନ କଲେ ଆମ୍ଭମାନଙ୍କର ଲାଭ ହୁଏ ନାହିଁ । କିନ୍ତୁ ସାବଧାନ, କାଳେ ତୁମ୍ଭମାନଙ୍କର ଏହି ଅଧିକାର ଦୁର୍ବଳମାନଙ୍କର ଝୁଣ୍ଟିବାର କାରଣ ହୁଏ । କାରଣ ଜ୍ଞାନୀ ଯେ ତୁମ୍ଭେ, ତୁମ୍ଭକୁ ଯଦି କେହି ପ୍ରତିମାର ମନ୍ଦିରରେ ଭୋଜନରେ ବସିବାର ଦେଖେ, ତେବେ ସେ ଦୁର୍ବଳ ହୋଇଥିଲେ ତା'ର ବିବେକ କ'ଣ ଦେବପ୍ରସାଦ ଭୋଜନ କରିବାକୁ ସାହସିକ ହେବ ନାହିଁ? ଏଣୁ ଯେଉଁ ଦୁର୍ବଳ ଭ୍ରାତା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ସେ ତୁମ୍ଭ ଜ୍ଞାନ ଦ୍ୱାରା ନଷ୍ଟ ହେଉଅଛି । ଏହି ପ୍ରକାରେ ଭାଇମାନଙ୍କ ବିରୁଦ୍ଧରେ ପାପ କରି ଓ ସେମାନଙ୍କ ଦୁର୍ବଳ ବିବେକକୁ ଆଘାତ କରି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ପାପ କରୁଅଛ । ଅତଏବ ଯଦି ଖାଦ୍ୟଦ୍ରବ୍ୟ ମୋହର ଭାଇର ବିଘ୍ନର କାରଣ ହୁଏ, ତେବେ ମୋହର ଭାଇ ଯେପରି ମୋ' ଦ୍ୱାରା ବିଘ୍ନ ନ ପାଏ, ଏଥିପାଇଁ ମୁଁ କଦାପି ମାଂସ ଖାଇବି ନାହିଁ ।
”ଅତଏବ, ହେ ମୋହର ପ୍ରିୟମାନେ, ପ୍ରତିମା ପୂଜାରୁ ପଳାୟନ କର । ମୁଁ ବୁଦ୍ଧିମାନ ଲୋକଙ୍କୁ କହିଲା ପରି କହୁଅଛି; ମୁଁ ଯାହା କହୁଅଛି, ତାହା ତୁମ୍ଭେମାନେ ନିଜେ ବିଚାର କର ।
”ଶାରୀରିକ ଜନ୍ମାନୁସାରେ ଯେଉଁମାନେ ଇସ୍ରାଏଲ ଲୋକ, ସେମାନଙ୍କୁ ଦେଖ; ଯେଉଁମାନେ ବଳିମାଂସ ଭୋଜନ କରନ୍ତି, ସେମାନେ କି ବେଦିର ସହଭାଗୀ ନୁହଁନ୍ତି? ତେବେ ଦେବପ୍ରସାଦ ବୋଲି ଯେ କିଛି ଅଛି ବା ପ୍ରତିମା ବୋଲି ଯେ କିଛି ଅଛି, ଏହା କି ମୁଁ କହୁଅଛି? ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ଅଣଯିହୂଦୀମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହି ସବୁ ସେମାନେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି । ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ । ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରି ପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇ ପାର ନାହିଁ । ଅଥବା ଆମ୍ଭେମାନେ କ'ଣ ପ୍ରଭୁଙ୍କୁ ବିରକ୍ତି ଜନ୍ମାଇବା? ଆମ୍ଭେମାନେ କି ତାହାଙ୍କଠାରୁ ବଳବାନ?
”ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ । ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟରୁ ନିଷ୍ଠା ଜାତ ହୁଏ ନାହିଁ । କେହି ନିଜର ସ୍ୱାର୍ଥ ଚେଷ୍ଟା ନ କରୁ, ମାତ୍ର ପ୍ରତ୍ୟେକ ଜଣ ଅନ୍ୟର ମଙ୍ଗଳ ଚେଷ୍ଟା କରୁ । ବଜାରରେ ଯାହା ବିକ୍ରୟ ହୁଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର, କାରଣ ପୃଥିବୀ ଓ ସେଥିରେ ଥିବା ସମସ୍ତ ବିଷୟ ପ୍ରଭୁଙ୍କର । ଅବିଶ୍ୱାସୀମାନଙ୍କ ମଧ୍ୟରୁ କେହି ଯଦି ତୁମ୍ଭମାନଙ୍କୁ ନିମନ୍ତ୍ରଣ କରେ, ଆଉ ତୁମ୍ଭେମାନେ ଯିବାକୁ ଇଚ୍ଛା କର, ତେବେ ଯାହା କିଛି ତୁମ୍ଭମାନଙ୍କୁ ପରିବେଷଣ କରାଯାଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର । କିନ୍ତୁ କେହି ଯଦି ତୁମ୍ଭମାନଙ୍କୁ କହେ, ଏହା ବଳି ସ୍ୱରୂପେ ଉତ୍ସର୍ଗୀକୃତ ହୋଇଅଛି, ତେବେ ଯେ ଏହା ଜଣାଇଲା, ତାହାର ସକାଶେ ଓ ବିବେକ ସକାଶେ ତାହା ଭୋଜନ କର ନାହିଁ; ତୁମ୍ଭ ନିଜ ବିବେକ ସକାଶେ ବୋଲି ମୁଁ କହୁ ନାହିଁ, ମାତ୍ର ତା'ର ବିବେକ ସକାଶେ । ମୋହର ସ୍ୱାଧୀନତା କାହିଁକି ଅନ୍ୟର ବିବେକ ଦ୍ୱାରା ବିଚାରିତ ହୁଏ? ଯଦି ମୁଁ ଧନ୍ୟବାଦ ଦେଇ ଭୋଜନ କରେ, ତେବେ ଯାହା ନିମନ୍ତେ ଧନ୍ୟବାଦ ଦିଏ, ତାହା ନିମନ୍ତେ ନିନ୍ଦିତ ହୁଏ କାହିଁକି?
”ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ୱରଙ୍କ ଗୌରବ ନିମନ୍ତେ ସବୁ କର । ଯିହୂଦୀ ବା ଗ୍ରୀକ୍ ବା ଈଶ୍ୱରଙ୍କ ମଣ୍ଡଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ, ଯେପରି ମୁଁ ମଧ୍ୟ ମୋହର ସ୍ୱାର୍ଥ ଚେଷ୍ଟା ନ କରି ଅନେକଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ମଙ୍ଗଳ ଚେଷ୍ଟା କରେ, ପୁଣି, ସବୁ ବିଷୟରେ ସମସ୍ତଙ୍କୁ ସନ୍ତୁଷ୍ଟ କରିବାକୁ ଯତ୍ନ କରେ ।
”ଅବିଶ୍ୱାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଯୋଗିତା? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା? ବିଲିୟାର୍ ସହିତ ଖ୍ରୀଷ୍ଟଙ୍କର କି ମିଳନ? କିମ୍ବା ଅବିଶ୍ୱାସୀ ସହିତ ବିଶ୍ୱାସୀର କି ଅଂଶ? ପ୍ରତିମା ସହିତ ଈଶ୍ୱରଙ୍କ ମନ୍ଦିରର କି ସମ୍ବନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ୱରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ୱର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ । ଏଣୁ ପ୍ରଭୁ ଏହା କହନ୍ତି, "ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ୍ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା,''
”ଅତଏବ, ଭୋଜନପାନ କିଅବା ପର୍ବ, ପ୍ରତିପଦ ଅବା ବିଶ୍ରାମବାର ସମ୍ବନ୍ଧରେ କେହି ତୁମ୍ଭମାନଙ୍କ ବିଚାର ନ କରୁ; ସେହି ସବୁ ଆଗାମୀ ବିଷୟର ଛାୟାମାତ୍ର, କିନ୍ତୁ ବାସ୍ତବ ବିଷୟ ଖ୍ରୀଷ୍ଟ ।
”ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ପ୍ରାଥମିକ ଶିକ୍ଷା ପ୍ରତି ମୃତ ହୋଇଅଛ, ତେବେ ମନୁଷ୍ୟର ବିଧି ଓ ଶିକ୍ଷାନୁସାରେ "ଧର ନାହିଁ, ଖାଅ ନାହିଁ ବା ଛୁଅଁ ନାହିଁ, ସାଂସାରିକ ଲୋକ ପରି ଏହି ପ୍ରକାର ବିଧିବିଧାନର କାହିଁକି ବଶୀଭୂତ ହେଉଅଛ? ଏହି ସବୁ ବସ୍ତୁ ବ୍ୟବହାର ଦ୍ୱାରା କ୍ଷୟ ପାଏ । ଏହି ପ୍ରକାର ଶିକ୍ଷା ତ ସ୍ୱେଚ୍ଛାଉପାସନା, ନମ୍ରତା ଏବଂ ଶରୀର ପ୍ରତି କଠୋର ବ୍ୟବହାର ଦ୍ୱାରା ଜ୍ଞାନର ନାମ ପାଇଅଛି, କିନ୍ତୁ ସେଥିର ମୂଲ୍ୟ ନାହିଁ, ତଦ୍ଵାରା କେବଳ ଶାରୀରିକ ଭାବର ତୃପ୍ତି ହୁଏ ।
”ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କ'ଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ୱରଙ୍କର ସେବା କରିବା ନିମନ୍ତେ,
”ଆତ୍ମା ସ୍ପଷ୍ଟରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ; ସେହି ମିଥ୍ୟାବାଦୀମାନେ ବିବାହ ନିଷେଧ କରନ୍ତି, ପୁଣି, ବିଭିନ୍ନ ଖାଦ୍ୟ ପଦାର୍ଥରୁ ଅଲଗା ରହିବା ନିମନ୍ତେ ଶିକ୍ଷା ଦିଅନ୍ତି । ବିଶ୍ୱାସ ଓ ସତ୍ୟ ଜାଣିଥିବା ଲୋକମାନଙ୍କ ଦ୍ୱାରା ଧନ୍ୟବାଦ ସହ ଭୋଜନ କରାଯିବା ନିମନ୍ତେ ଈଶ୍ୱର ଏସବୁ ତ ସୃଷ୍ଟି କରିଅଛନ୍ତି । କାରଣ ଈଶ୍ୱରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି, ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରହଣୀୟ ନୁହେଁ, ଯେଣୁ ଈଶ୍ୱରଙ୍କ ବାକ୍ୟ ଓ ପ୍ରାର୍ଥନା ଦ୍ୱାରା ତାହା ପବିତ୍ର କରାଯାଏ ।
”କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ । କାରଣ ଯଦି କେହି ବାକ୍ୟର କର୍ମକାରୀ ନ ହୋଇ ଶ୍ରୋତାମାତ୍ର ହୁଏ, ତେବେ ସେ ଦର୍ପଣରେ ଆପଣା ସ୍ୱାଭାବିକ ମୁଖ ଦର୍ଶନ କରୁଥିବା ମନୁଷ୍ୟର ତୁଲ୍ୟ, ଯେଣୁ ସେ ଆପଣାକୁ ଦେଖିଲା ଉତ୍ତାରେ ଚାଲିଯାଇ, ସେ କି ପ୍ରକାର ଲୋକ, ତାହା ସେହିକ୍ଷଣି ଭୁଲିଯାଏ ।
”ଯେ କେହି ପାପ କରେ, ସେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରେ, କାରଣ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ହିଁ ପାପ ।
”ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର । ଆମେନ୍ ।
”ଯେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ୱରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି । କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ବର୍ଦ୍ଧନା ଜଣାଅ ନାହିଁ; କାରଣ ଯେ କେହି ତାହାକୁ ସମ୍ବର୍ଦ୍ଧନା ଜଣାଏ, ସେ ତାହାର ଦୁଷ୍କର୍ମର ସହଭାଗୀ ହୁଏ ।
”କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ (ଭୋଗ) ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ୱୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି ।
”ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ୍ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ । ଆମ୍ଭେ ତାହାକୁ ମନପରିବର୍ତ୍ତନ କରିବାକୁ ସମୟ ଦେଲେ ହେଁ ସେ ଆପଣା ବେଶ୍ୟାବୃତ୍ତିରୁ ମନପରିବର୍ତ୍ତନ କରିବାକୁ ଇଚ୍ଛୁକ ହେଉ ନାହିଁ । ଦେଖ, ଆମ୍ଭେ ତାହାକୁ ଶଯ୍ୟାଶାୟୀ କରିବୁ, ଆଉ ଯେଉଁମାନେ ତାହା ସହିତ ବ୍ୟଭିଚାର କରନ୍ତି, ସେମାନେ ତାହାର କର୍ମର ସହଭାଗିତାରୁ ମନପରିବର୍ତ୍ତନ ନ କଲେ ଆମ୍ଭେ ସେମାନଙ୍କୁ ମହାକ୍ଲେଶରେ ପକାଇବୁ, ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ । ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ ।
”ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହି ସମସ୍ତ କ୍ଲେଶ ଦ୍ୱାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍ ଭୂତମାନଙ୍କ ପୂଜା, ପୁଣି, ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଠରେ ତିଆରି ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,
”କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ ।
”