19 – ଚର୍ଚ୍ଚ
ଏଗୁଡ଼ିକ ହେଉଛି ସର୍ବଶକ୍ତିମାନ ପରମେଶ୍ୱରଙ୍କ ପବିତ୍ର ବାକ୍ୟ।
ମଣିଷର କଥାରେ ଆମର ଆଗ୍ରହ ନାହିଁ।
ଯିଏ ଭଗବାନଙ୍କୁ ଭଲ ପାଏ... ଭଗବାନ ଏହା ବିଷୟରେ କହନ୍ତି: ଚର୍ଚ୍ଚ.
ଏଗୁଡ଼ିକ ହେଉଛି ସର୍ବଶକ୍ତିମାନ ପରମେଶ୍ୱରଙ୍କ ପବିତ୍ର ବାକ୍ୟ।
ମଣିଷର କଥାରେ ଆମର ଆଗ୍ରହ ନାହିଁ।
ଯିଏ ଭଗବାନଙ୍କୁ ଭଲ ପାଏ... ଭଗବାନ ଏହା ବିଷୟରେ କହନ୍ତି: ଚର୍ଚ୍ଚ.
କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି ।
”ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ, କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ, ଆଉ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ଦାସ ହେଉ, ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାଁନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି ।
”ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ୱରଙ୍କ ବାକ୍ୟ କହିବାକୁ ଲାଗିଲେ । ବିଶ୍ୱାସକାରୀ ଲୋକସମୂୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା । ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି, ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା । ଯେଣୁ ସେମାନଙ୍କ ମଧ୍ୟରେ କାହାରି କୌଣସି ଅଭାବ ନ ଥିଲା, କାରଣ ଯେତେ ଲୋକଙ୍କର ଭୂୂମି ବା ଗୃହ ଥିଲା, ସେମାନେ ତାହା ବିକ୍ରୟ କରି ବିକ୍ରୀତ ସମ୍ପତ୍ତିର ମୂୂଲ୍ୟ ଆଣି ପ୍ରେରିତମାନଙ୍କର ପାଦ ତଳେ ରଖୁଥିଲେ, ଆଉ ପ୍ରତ୍ୟେକ ଜଣକୁ ତା'ର ଅଭାବ ଅନୁସାରେ ତାହା ବିତରଣ କରାଯାଉଥିଲା ।
”ପୁଣି, ସେ ଭୀତ ହୋଇ ଆହୁରି କହିଲା, “ଏ କିପରି ଭୟାନକ ସ୍ଥାନ! ଏ ତ ନିତାନ୍ତ ପରମେଶ୍ୱରଙ୍କର ଗୃହ, ଏହି ତ ସ୍ୱର୍ଗର ଦ୍ୱାର।”
”ପୁଣି, ମୁଁ ଏହି ଯେଉଁ ପ୍ରସ୍ତର ସ୍ତମ୍ଭ ରୂପେ ସ୍ଥାପନ କରିଅଛି, ତାହା ପରମେଶ୍ୱରଙ୍କ ଗୃହ ହେବ, ଆଉ ତୁମ୍ଭେ ମୋତେ ଯାହା ସବୁ ଦେବ, ତହିଁର ଦଶମାଂଶ ମୁଁ ତୁମ୍ଭଙ୍କୁ ଅବଶ୍ୟ ଦେବି।”
”ସେମାନେ ଯେପରି ଦିବସରେ ଓ ରାତ୍ରିରେ ଯାତ୍ରା କରିପାରିବେ, ଏଥିପାଇଁ ସଦାପ୍ରଭୁ ଦିବସରେ ପଥ କଢ଼ାଇବା ନିମନ୍ତେ ମେଘସ୍ତମ୍ଭରେ ଓ ରାତ୍ରିରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭରେ ଥାଇ ସେମାନଙ୍କ ଆଗେ ଆଗେ ଯାତ୍ରା କଲେ; ସେ ଲୋକମାନଙ୍କ ସମ୍ମୁଖରୁ ଦିବସରେ ମେଘସ୍ତମ୍ଭ ଓ ରାତ୍ରିରେ ଅଗ୍ନିସ୍ତମ୍ଭ ସ୍ଥାନାନ୍ତର କଲେ ନାହିଁ।
”ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର। ପୁଣି, ତୁମ୍ଭେମାନେ ଆମ୍ଭ ନିମନ୍ତେ ଯାଜକମାନଙ୍କର ଏକ ରାଜବଂଶ ଓ ଏକ ପବିତ୍ର ଗୋଷ୍ଠୀ ହେବ; ଏହିସବୁ କଥା ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ।
”ଆଉ ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥା’ନ୍ତି, ସେମାନେ ମଧ୍ୟ ଆପଣାମାନଙ୍କୁ ପବିତ୍ର କରନ୍ତୁ, ନୋହିଲେ ସେ ସେମାନଙ୍କୁ ଆକ୍ରମଣ କରିବେ।”
”ସେମାନେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ର ସ୍ଥାନ ନିର୍ମାଣ କରନ୍ତୁ; ତହିଁରେ ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା।
”ଏଉତ୍ତାରେ ମୋଶା ତମ୍ବୁରେ ପ୍ରବେଶ କରନ୍ତେ, ମେଘ ସ୍ତମ୍ଭ ଓହ୍ଲାଇ ତମ୍ବୁ ଦ୍ୱାରରେ ଅବସ୍ଥିତ ହେଲା; ତହିଁରେ ସଦାପ୍ରଭୁ ମୋଶାଙ୍କ ସହିତ ଆଳାପ କଲେ। ତମ୍ବୁ ଦ୍ୱାରରେ ଅବସ୍ଥିତ ମେଘ ସ୍ତମ୍ଭ ଦେଖନ୍ତେ, ସମସ୍ତ ଲୋକ ଉଠି ପ୍ରତ୍ୟେକେ ଆପଣା ଆପଣା ତମ୍ବୁ ଦ୍ୱାରରେ ଥାଇ ପ୍ରଣାମ କଲେ। ମନୁଷ୍ୟ ଯେପରି ମିତ୍ର ସହିତ ଆଳାପ କରେ, ସେପରି ସଦାପ୍ରଭୁ ମୁଖାମୁଖି ହୋଇ ମୋଶାଙ୍କ ସହିତ ଆଳାପ କଲେ; ଏଉତ୍ତାରେ ମୋଶା ଛାଉଣିକୁ ବାହୁଡ଼ି ଆସିଲେ, ମାତ୍ର ନୂନର ପୁତ୍ର ଯିହୋଶୂୟ ନାମକ ତାଙ୍କର ଯୁବା ପରିଚାରକ ତମ୍ବୁ ମଧ୍ୟରୁ ପ୍ରସ୍ଥାନ କଲେ ନାହିଁ।
”“ତୁମ୍ଭମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବ, ସେହି ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ; ତହିଁରେ ତୁମ୍ଭେମାନେ ପବିତ୍ର ଓ ସାମାନ୍ୟ, ପୁଣି ଶୁଚି ଓ ଅଶୁଚି ମଧ୍ୟରେ ଭିନ୍ନତା ଜାଣିପାରିବ;
”ଆଉ ଯେଉଁ ଦିନ ଆବାସ ସ୍ଥାପିତ ହେଲା, ସେହିଦିନ ମେଘ ଆବାସକୁ, ଅର୍ଥାତ୍, ସାକ୍ଷ୍ୟତମ୍ବୁକୁ ଆଚ୍ଛାଦନ କଲା; ପୁଣି, ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ଆବାସ ଉପରେ ଅଗ୍ନି ତୁଲ୍ୟ ଦେଖାଗଲା ଏହିରୂପେ ସର୍ବଦା ହେଲା; ମେଘ ଆବାସକୁ ଆଚ୍ଛାଦନ କଲା, ପୁଣି, ରାତ୍ରିରେ ଅଗ୍ନିତୁଲ୍ୟ ଦେଖାଗଲା।
”ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ମିସରରୁ ବାହାର କରି ଆଣିବା ଦିନାବଧି ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ, ମାତ୍ର ତମ୍ବୁ ଓ ଆବାସ ମଧ୍ୟରେ ଗତାୟାତ କରିଅଛୁ।
”ତୁମ୍ଭେ ତ ଏହି ଗୃହ ନିର୍ମାଣ କରୁଅଛ, ଯଦି ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ଚାଲିବ ଓ ଆମ୍ଭର ସକଳ ଶାସନ ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଚାଲିବ; ତେବେ ଆମ୍ଭେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ଆମ୍ଭେ ଆପଣାର ସେହି ବାକ୍ୟ ତୁମ୍ଭ ପ୍ରତି ସଫଳ କରିବା। ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରିବା ଓ ଆପଣା ଲୋକ ଇସ୍ରାଏଲକୁ ପରିତ୍ୟାଗ କରିବା ନାହିଁ।
”ଆଉ, ଯାଜକମାନେ ପବିତ୍ର ସ୍ଥାନ ମଧ୍ୟରୁ ବାହାରି ଆସିଲା ଉତ୍ତାରେ ସଦାପ୍ରଭୁଙ୍କ ଗୃହ ମେଘରେ ପରିପୂର୍ଣ୍ଣ ହେଲା; ତହିଁରେ ସେହି ମେଘ ସକାଶୁ ଯାଜକମାନେ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେଲା।
”ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଓ ଆପଣାର ଇଚ୍ଛାମତ ଯେଉଁ ସମସ୍ତ କର୍ମ କରିବାକୁ ସନ୍ତୁଷ୍ଟ ହେଲେ, ସେସବୁର ନିର୍ମାଣ ସମାପ୍ତ କରନ୍ତେ,
”ସେତେବେଳେ ହିଲ୍କୀୟ ମହାଯାଜକ ଶାଫନ୍ ଲେଖକଙ୍କୁ କହିଲା, “ଆମ୍ଭେ ସଦାପ୍ରଭୁଙ୍କ ଗୃହରେ ଏହି ବ୍ୟବସ୍ଥା ପୁସ୍ତକ ପାଇଅଛୁ।” ଆଉ ହିଲ୍କିୟ ଶାଫନ୍କୁ ସେହି ପୁସ୍ତକ ଦିଅନ୍ତେ, ସେ ତାହା ପାଠ କଲା।
”ଆହୁରି ଯେଉଁ ସ୍ଥାନରେ ସ୍ତ୍ରୀମାନେ ଆଶେରା ନିମନ୍ତେ ପଟଗୃହ ନିର୍ମାଣ କଲେ, ସଦାପ୍ରଭୁଙ୍କ ଗୃହରେ ସ୍ଥିତ ସଦୋମୀମାନଙ୍କ ସେହି ଗୃହସବୁ ଭାଙ୍ଗି ପକାଇଲେ।
”ଏଣୁ, ଏବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ଆପଣା ଅନ୍ତଃକରଣ ଓ ପ୍ରାଣ ନିବେଶ କର; ଆଉ ଉଠ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମିତ ହେବ, ସେଠାକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ପରମେଶ୍ୱରଙ୍କ ପବିତ୍ର ପାତ୍ରସକଳ ଆଣିବା ପାଇଁ ସଦାପ୍ରଭୁ ପରମେଶ୍ୱରଙ୍କର ଆବାସ ନିର୍ମାଣ କର।”
”ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ୱରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ, ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚୈଃସ୍ୱରରେ ତାହାଙ୍କର ପ୍ରଶଂସାଧ୍ୱନି କରନ୍ତେ, ସେହି ଗୃହ, ଅର୍ଥାତ୍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା ଯେ, ଯାଜକମାନେ ସେହି ମେଘ ସକାଶୁ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ ସଦାପ୍ରଭୁଙ୍କ ପ୍ରତାପ ପରମେଶ୍ୱରଙ୍କ ଗୃହକୁ ପରିପୂର୍ଣ୍ଣ କଲା।
”ଶଲୋମନ ପ୍ରାର୍ଥନା କରିବାର ସମାପ୍ତ କରନ୍ତେ, ଆକାଶରୁ ଅଗ୍ନି ଓହ୍ଲାଇ ଆସି ହୋମ ଓ ବଳିଦାନ ସବୁକୁ ଗ୍ରାସ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଗୃହକୁ ପରିପୂର୍ଣ୍ଣ କଲା। ଏଣୁ ଯାଜକମାନେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କରି ପାରିଲେ ନାହିଁ, କାରଣ ସଦାପ୍ରଭୁଙ୍କ ପ୍ରତାପ ସଦାପ୍ରଭୁଙ୍କ ଗୃହକୁ ପରିପୂର୍ଣ୍ଣ କଲା। ଆଉ ଅଗ୍ନି ଓହ୍ଲାଇବା ବେଳେ ଓ ଗୃହ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କରିବା ବେଳେ ସମଗ୍ର ଇସ୍ରାଏଲ ସନ୍ତାନ ତାହା ଦେଖିଲେ ଓ ସେମାନେ ଚଟାଣ ଉପରେ ଭୂମିରେ ମୁହଁମାଡ଼ି ପଡ଼ି ପ୍ରଣାମ କଲେ, ପୁଣି ସଦାପ୍ରଭୁଙ୍କର ଧନ୍ୟବାଦ କରି କହିଲେ, “ସେ ମଙ୍ଗଳମୟ, ତାହାଙ୍କର କରୁଣା ସଦାକାଳସ୍ଥାୟୀ।”
”ଆଉ, କୌଣସି ବିଷୟରେ ଅଶୁଚି କୌଣସି ଲୋକ ଯେପରି ପ୍ରବେଶ କରି ନ ପାରେ, ଏଥିପାଇଁ ସେ ସଦାପ୍ରଭୁଙ୍କ ଗୃହର ଦ୍ୱାରସବୁରେ ଦ୍ୱାରପାଳମାନଙ୍କୁ ନିଯୁକ୍ତ କଲା।
”ତୁମ୍ଭେମାନେ ଆପଣାମାନଙ୍କ ପିତୃଲୋକଙ୍କ ତୁଲ୍ୟ ଶକ୍ତଗ୍ରୀବ ନ ହୁଅ; ମାତ୍ର ତୁମ୍ଭମାନଙ୍କ ଉପରୁ ତାହାଙ୍କର ପ୍ରଚଣ୍ଡ କ୍ରୋଧ ଯେପରି ନିବୃତ୍ତ ହେବ, ଏଥିପାଇଁ ଆପଣାମାନଙ୍କୁ ସଦାପ୍ରଭୁଙ୍କର ବଶୀଭୂତ କର ଓ ସେ ଚିରକାଳ ନିମନ୍ତେ ଯେଉଁ ସ୍ଥାନ ପବିତ୍ର କରିଅଛନ୍ତି, ତାହାଙ୍କର ସେହି ଧର୍ମଧାମରେ ପ୍ରବେଶ କରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେବା କର।
”ଆହୁରି, ଯେପରି ଯାଜକଗଣ ଓ ଲେବୀୟଗଣ ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଆସକ୍ତ ରହିବେ, ଏଥିପାଇଁ ସେ ସେମାନଙ୍କୁ ସେମାନଙ୍କର ଅଂଶ ଦେବା ନିମନ୍ତେ ଯିରୂଶାଲମ ନିବାସୀ ଲୋକମାନଙ୍କୁ ଆଜ୍ଞା କଲେ।
”ତଥାପି ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ଆପଣା ଦୂତଗଣ ଦ୍ୱାରା ସେମାନଙ୍କ ନିକଟକୁ କହି ପଠାଇଲେ, ସେ ଆପଣା ଲୋକମାନଙ୍କ ପ୍ରତି ଓ ଆପଣା ନିବାସ-ସ୍ଥାନ ପ୍ରତି ଦୟା ବହିବାରୁ ପ୍ରତ୍ୟୁଷରେ ଉଠି ପଠାଇଲେ;
”ପୁଣି, ସେମାନେ ସ୍ପଷ୍ଟ ରୂପେ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ସେମାନେ ତହିଁର ଭାବ ବୁଝାଇ ଦେଲେ, ତହୁଁ ଲୋକମାନେ ପଠନ ବୁଝି ପାରିଲେ।
”କାରଣ ପବିତ୍ର ସ୍ଥାନର ପାତ୍ରସବୁ ଓ ପରିଚାରକ ଯାଜକମାନେ, ଆଉ ଦ୍ୱାରପାଳ ଓ ଗାୟକମାନେ ଯେଉଁସବୁ କୋଠରିରେ ଥା’ନ୍ତି, ସେଠାକୁ ଇସ୍ରାଏଲ ସନ୍ତାନଗଣ ଓ ଲେବୀୟ ସନ୍ତାନଗଣ ଶସ୍ୟର, ଦ୍ରାକ୍ଷାରସର ଓ ତୈଳର ଉତ୍ତୋଳନୀୟ ଉପହାର ଆଣିବେ; ପୁଣି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରିବୁ ନାହିଁ।
”ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ।
”ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର କରିବି; ସମାଜ ମଧ୍ୟରେ ମୁଁ ତୁମ୍ଭର ପ୍ରଶଂସା କରିବି।
”ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।
”ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।
”ଆପଣା ଲୋକମାନଙ୍କୁ ତ୍ରାଣ କର ଓ ଆପଣା ଅଧିକାରକୁ ଆଶୀର୍ବାଦ କର; ସେମାନଙ୍କୁ ପ୍ରତିପାଳନ କର ଓ ଅନନ୍ତକାଳ ସେମାନଙ୍କୁ ବହନ କର।
”ଆହେ, ମୋ’ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ।
”ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।
”ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା।
”ପରମେଶ୍ୱର ସଙ୍ଗୀହୀନମାନଙ୍କୁ ପରିବାର ମଧ୍ୟରେ ସ୍ଥାପନ କରନ୍ତି; ସେ ବନ୍ଦୀଗଣକୁ ବାହାର କରି କୁଶଳରେ ରଖନ୍ତି; ମାତ୍ର ବିଦ୍ରୋହୀମାନେ ଶୁଷ୍କଭୂମିରେ ବାସ କରନ୍ତି।
”ତହିଁରେ ତୁମ୍ଭର ଲୋକ ଓ ତୁମ୍ଭ ଚରାସ୍ଥାନର ମେଷ ଯେ ଆମ୍ଭେମାନେ, ଆମ୍ଭେମାନେ ସଦାକାଳ ତୁମ୍ଭର ଧନ୍ୟବାଦ କରିବା; ଆମ୍ଭେମାନେ ସମସ୍ତ ପିଢ଼ି ପ୍ରତି ତୁମ୍ଭର ପ୍ରଶଂସା ପ୍ରକାଶ କରିବା।
”ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ କୋରହ-ସନ୍ତାନଗଣର ଗୀତ। ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭର ଆବାସ କିପରି ପ୍ରିୟତମ! ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ। ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୁ, ମୋହର ରାଜନ୍ ଓ ମୋହର ପରମେଶ୍ୱର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ, ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ। [ସେଲା]
”କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ।
”ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ ସନ୍ତାନଗଣ ମଧ୍ୟରେ କିଏ ଅଛି?
”ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ।
”ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।
”ଆରୋହଣ ଗୀତ; ଦାଉଦଙ୍କ ରଚିତ। “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,” ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି।
”ଆରୋହଣ-ଗୀତ; ଶଲୋମନଙ୍କ ରଚିତ। ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ।
”ଆରୋହଣ ଗୀତ, ଦାଉଦଙ୍କ ରଚିତ। ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା କିପରି ଉତ୍ତମ ଓ ମନୋହର!
”ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର ଓ ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର।
”ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
”ଯେପରି ଲୁହା ଲୁହାକୁ ସତେଜ କରେ, ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ।
”ତୁମ୍ଭେ ପରମେଶ୍ୱରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳି ଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ।
”ଉଷୀୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା।
”ଏଥିଉତ୍ତାରେ “ମୁଁ କାହାକୁ ପଠାଇବି? ଓ କିଏ ଆମ୍ଭମାନଙ୍କ ପାଇଁ ଯିବ?” ପ୍ରଭୁଙ୍କର ଏହି ରବ ମୁଁ ଶୁଣିଲି। ତେବେ ମୁଁ କହିଲି, “ମୁଁ ଅଛି; ମୋତେ ପଠାଅ।” ତହିଁରେ ସେ କହିଲେ, “ଯାଅ ଓ ଏହି ଗୋଷ୍ଠୀକୁ କୁହ, ତୁମ୍ଭେମାନେ ଶୁଣୁଛ ନିଶ୍ଚୟ, ମାତ୍ର ବୁଝୁ ନାହଁ ଓ ଦେଖୁଛ ନିଶ୍ଚୟ, ମାତ୍ର ଜାଣୁ ନାହଁ।
”ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର, ସେହି ସ୍ଥାନରୁ ବାହାରି ଯାଅ, କୌଣସି ଅଶୁଚି ବସ୍ତୁ ଛୁଅଁ ନାହିଁ; ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ; ହେ ସଦାପ୍ରଭୁଙ୍କର ପାତ୍ରବାହକଗଣ, ତୁମ୍ଭେମାନେ ଶୁଚି ହୁଅ।
”ଆହୁରି, ଯେଉଁ ବିଦେଶୀୟମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଓ ତାହାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି, ଅର୍ଥାତ୍, ଯେଉଁମାନେ ବିଶ୍ରାମଦିନ ପାଳନ କରି ତାହା ଅଶୁଚି ନ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି; ସେହି ସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନାଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ।
”ଆଉ, ଆମ୍ଭେ ଆପଣା ମନ ଅନୁଯାୟୀ ପାଳକଗଣ ତୁମ୍ଭମାନଙ୍କୁ ଦେବା, ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚରାଇବେ।’
”ସଦାପ୍ରଭୁ କହନ୍ତି, “ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନର ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର!” ଏନିମନ୍ତେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧରେ ଏହି କଥା କହନ୍ତି; “ତୁମ୍ଭେମାନେ ଆମ୍ଭର ପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦେଇଅଛ ଓ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରି ନାହଁ,” ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ ଦୁଷ୍କର୍ମର ପ୍ରତିଫଳ ଦେବା। ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହିସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ। ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା,ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ହେବେ ନାହିଁ, କିଅବା ସେମାନଙ୍କର କେହି ଅନୁପସ୍ଥିତ ହେବେ ନାହିଁ,” ଏହା ସଦାପ୍ରଭୁ କହନ୍ତି।
”କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ପାଷାଣ୍ଡ; ହଁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଗୃହ ମଧ୍ୟରେ ସେମାନଙ୍କର ଦୁଷ୍କ୍ରିୟା ଦେଖିଅଛୁ।
”ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ। ତୁମ୍ଭେ ନିଶ୍ଚୟ ମରିବ, ଏହି କଥା ଯେତେବେଳେ ଆମ୍ଭେ ଦୁଷ୍ଟକୁ କହୁ; ସେତେବେଳେ ତୁମ୍ଭେ ଯଦି ତାହାକୁ ଚେତନା ନ ଦିଅ, କିଅବା ତାହାର ପ୍ରାଣ ରକ୍ଷା ନିମନ୍ତେ ଚେତନା ଦେବା ପାଇଁ ସେହି ଦୁଷ୍ଟ ଲୋକକୁ ତାହାର କୁପଥ ବିଷୟରେ କିଛି ନ କୁହ; ତେବେ ସେହି ଦୁଷ୍ଟ ଲୋକ ଆପଣା ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା। ତଥାପି ତୁମ୍ଭେ ଯଦି ଦୁଷ୍ଟକୁ ଚେତନା ଦିଅ, ଆଉ ସେ ଆପଣା ଦୁଷ୍ଟତାରୁ ଓ ଆପଣା କୁପଥରୁ ନ ଫେରେ, ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ। ପୁନର୍ବାର କୌଣସି ଧାର୍ମିକ ଲୋକ ଯଦି ଆପଣା ଧର୍ମରୁ ଫେରି ଅଧର୍ମ କରେ ଓ ଆମ୍ଭେ ତାହା ସମ୍ମୁଖରେ ବାଧା ରଖୁ, ତେବେ ସେ ମରିବ; ତୁମ୍ଭେ ତାହାକୁ ଚେତନା ନ ଦେବା ସକାଶୁ ସେ ଆପଣା ପାପରେ ମରିବ ଓ ତାହାର ଧର୍ମକର୍ମସବୁ ସ୍ମରଣ କରାଯିବ ନାହିଁ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା। ତଥାପି ଧାର୍ମିକ ଲୋକ ଯେପରି ପାପ ନ କରିବ, ଏଥିପାଇଁ ତୁମ୍ଭେ ଧାର୍ମିକ ଲୋକକୁ ଚେତନା ଦେଲେ, ସେ ଯଦି ପାପ ନ କରେ, ତେବେ ସେ ଚେତନା ଗ୍ରହଣ କରିବା ସକାଶୁ ନିଶ୍ଚୟ ବଞ୍ଚିବ ଓ ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ।
”ତାହାର ଯାଜକମାନେ ଆମ୍ଭ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ଓ ଆମ୍ଭର ପବିତ୍ର ବସ୍ତୁସବୁ ଅପବିତ୍ର କରିଅଛନ୍ତି; ସେମାନେ ପବିତ୍ର ଓ ସାମାନ୍ୟ ବିଷୟ ମଧ୍ୟରେ କିଛି ହିଁ ପ୍ରଭେଦ ରଖି ନାହାନ୍ତି, କିଅବା ଶୁଚି ଅଶୁଚି ମଧ୍ୟରେ ବିଶେଷ କରିବା ପାଇଁ ଲୋକମାନଙ୍କୁ ଶିଖାଇ ନାହାନ୍ତି, ପୁଣି, ଆମ୍ଭ ବିଶ୍ରାମ ଦିନ ପ୍ରତି ସେମାନଙ୍କ ଚକ୍ଷୁ ମୁଦ୍ରିତ କରିଅଛନ୍ତି, ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଅପବିତ୍ରୀକୃତ ହେଉଅଛୁ।
”“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ? ତୁମ୍ଭେମାନେ ମେଦ ଖାଉଅଛ ଓ ତୁମ୍ଭେମାନେ ମେଷର ଲୋମ ପରିଧାନ କରୁଅଛ, ତୁମ୍ଭେମାନେ ହୃଷ୍ଟପୁଷ୍ଟ ଜନ୍ତୁ ମାରୁଅଛ, ମାତ୍ର ତୁମ୍ଭେମାନେ ମେଷଗଣକୁ ପାଳନ କରୁ ନାହଁ। ତୁମ୍ଭେମାନେ ଅସୁସ୍ଥମାନଙ୍କୁ ସବଳ କରି ନାହଁ ଓ ପୀଡ଼ିତମାନଙ୍କର ଚିକିତ୍ସା କରି ନାହଁ ଓ ଭଗ୍ନାଙ୍ଗର କ୍ଷତ ବାନ୍ଧି ନାହଁ ଓ ଯେ ତାଡ଼ିତ ହେଲା, ତାହାକୁ ଫେରାଇ ଆଣି ନାହଁ, କିଅବା ଯେ ହଜିଗଲା, ତୁମ୍ଭେମାନେ ତାକୁ ଖୋଜି ନାହଁ; ମାତ୍ର ତୁମ୍ଭେମାନେ ବଳରେ ଓ କଠୋରତାରେ ସେମାନଙ୍କ ଉପରେ ଶାସନ କରିଅଛ। ପୁଣି, କେହି ପାଳକ ନ ଥିବାରୁ ସେମାନେ ଛିନ୍ନଭିନ୍ନ ହୋଇଗଲେ ଓ କ୍ଷେତ୍ରସ୍ଥ ପଶୁଗଣର ଖାଦ୍ୟ ହୋଇ ଛିନ୍ନଭିନ୍ନ ହେଲେ। ଆମ୍ଭର ମେଷଗଣ ପର୍ବତ ସକଳରେ ଓ ପ୍ରତ୍ୟେକ ଉଚ୍ଚ ଗିରିରେ ଭ୍ରମଣ କଲେ; ହଁ, ଆମ୍ଭର ମେଷମାନେ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ ହୋଇଗଲେ; ପୁଣି, ସେମାନଙ୍କୁ ଖୋଜିବାକୁ ଓ ସେମାନଙ୍କର ପଛେ ପଛେ ଅନୁସନ୍ଧାନ କରିବାକୁ କେହି ନ ଥିଲା।”
”ଏହେତୁ ହେ ପାଳକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ,” ନିଶ୍ଚୟ କେହି ପାଳକ ନ ଥିବାରୁ ଆମ୍ଭର ମେଷମାନେ ଲୁଟିତ ହେଲେ ଓ ଆମ୍ଭର ମେଷମାନେ କ୍ଷେତ୍ରସ୍ଥ ପଶୁସକଳର ଖାଦ୍ୟ ହେଲେ, ପୁଣି, ଆମ୍ଭର ପାଳକଗଣ ଆମ୍ଭର ମେଷମାନଙ୍କୁ ଖୋଜିଲେ ନାହିଁ, ମାତ୍ର ପାଳକଗଣ ଆପଣାମାନଙ୍କୁ ପାଳନ କରି ଆମ୍ଭ ମେଷମାନଙ୍କୁ ପାଳନ କଲେ ନାହିଁ; ଏଥିପାଇଁ ହେ ପାଳକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ପାଳକମାନଙ୍କର ପ୍ରତିକୂଳ ଅଟୁ; ଆମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭ ମେଷଗଣକୁ ଆଦାୟ କରିବା, ଆଉ ସେମାନଙ୍କୁ ମେଷପାଳନ କର୍ମରୁ ଚ୍ୟୁତ କରିବା ଓ ସେହି ପାଳକମାନେ ଆଉ ଆପଣାମାନଙ୍କୁ ପାଳନ କରିବେ ନାହିଁ; ପୁଣି, ସେମାନଙ୍କ ମୁଖରୁ ଆମ୍ଭେ ଆମ୍ଭର ମେଷଗଣକୁ ଉଦ୍ଧାର କରିବା, ତହିଁରେ ସେମାନେ ସେମାନଙ୍କ ପାଇଁ ଭକ୍ଷ୍ୟ ହେବେ ନାହିଁ।”
”ଏହେତୁ ସେମାନଙ୍କୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ ଆମ୍ଭେ, ଆମ୍ଭେ ହିଁ ହୃଷ୍ଟପୁଷ୍ଟ ମେଣ୍ଢା ଓ କ୍ଷୀଣ ମେଣ୍ଢା ମଧ୍ୟରେ ବିଚାର କରିବା। ତୁମ୍ଭେମାନେ ପାର୍ଶ୍ୱରେ ଓ ସ୍କନ୍ଧରେ ପୀଡ଼ିତମାନଙ୍କୁ ଠେଲି ଦେଉଅଛ ଓ ବାହାରେ ସେମାନଙ୍କୁ ଛିନ୍ନଭିନ୍ନ ନ କରିବା ପର୍ଯ୍ୟନ୍ତ ସେସମସ୍ତଙ୍କୁ ଆପଣା ଶୃଙ୍ଗରେ ପେଲି ଦେଉଅଛ; ଏଥିପାଇଁ ଆମ୍ଭେ ଆପଣା ପଲକୁ ରକ୍ଷା କରିବା, ତହିଁରେ ସେମାନେ ଆଉ ଲୁଟିତ ହେବେ ନାହିଁ; ପୁଣି, ଆମ୍ଭେ ମେଷର ଓ ମେଷର ମଧ୍ୟରେ ବିଚାର କରିବା।
”ଆଉ, ଆମ୍ଭେ ସେମାନଙ୍କ ଉପରେ ଏକ ପାଳକ, ଅର୍ଥାତ୍, ଆମ୍ଭର ଦାସ ଦାଉଦକୁ ନିଯୁକ୍ତ କରିବା, ତହିଁରେ ସେ ସେମାନଙ୍କୁ ଚରାଇବ ଓ ସେ ସେମାନଙ୍କର ପାଳକ ହେବ।
”ଆମ୍ଭର ଆବାସ ମଧ୍ୟ ସେମାନଙ୍କ ସଙ୍ଗରେ ରହିବ; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।
”ତେବେ ସେ ଉତ୍ତର ଦ୍ୱାର ପଥରେ ମୋତେ ଗୃହ ସମ୍ମୁଖକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ଥିଲା; ତହିଁରେ ମୁଁ ମୁହଁ ମାଡ଼ି ପଡ଼ିଲି।
”ପୁଣି, ସେମାନେ ଆମ୍ଭ ଲୋକମାନଙ୍କୁ ପବିତ୍ର ଓ ସାମାନ୍ୟର, ଆଉ, ଅଶୁଚି ଓ ଶୁଚିର ପ୍ରଭେଦ ଶିଖାଇବେ।
”ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଯେଉଁ ଦିନ ସେ ପବିତ୍ର ସ୍ଥାନରେ ପରିଚର୍ଯ୍ୟା କରିବା ପାଇଁ ପବିତ୍ର ସ୍ଥାନର ଭିତର ପ୍ରାଙ୍ଗଣକୁ ଯାଏ, ସେହି ଦିନ ସେ ଆପଣାର ପାପାର୍ଥକ ବଳି ଉତ୍ସର୍ଗ କରିବ।
”ଦେଶର ଏହି ଅଂଶ ପବିତ୍ର ଅଟେ; ଯେଉଁ ଯାଜକମାନେ, ପବିତ୍ର ସ୍ଥାନର ପରିଚାରକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ପାଇଁ ନିକଟକୁ ଆସନ୍ତି, ଏହି ସ୍ଥାନ ସେମାନଙ୍କର ହେବ ଓ ଏହା ସେମାନଙ୍କ ଗୃହ ନିର୍ମାଣର ସ୍ଥାନ ଓ ଧର୍ମଧାମର ନିମନ୍ତେ ପବିତ୍ର ସ୍ଥାନ ହେବ।
”ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବେ, ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ, ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ। ଆଉ, ସେହି ସମୟରେ ମଧ୍ୟ ଆମ୍ଭେ ଦାସଦାସୀଗଣର ଉପରେ ଆପଣାର ଆତ୍ମା ଢାଳିବା।
”ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ।
”ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ୱର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ରୂପା ଆମ୍ଭର ଓ ସୁନା ଆମ୍ଭର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ଏହି ଗୃହର ପୂର୍ବ କାଳର ଐଶ୍ୱର୍ଯ୍ୟ ଅପେକ୍ଷା ଶେଷ କାଳର ଐଶ୍ୱର୍ଯ୍ୟ ଅଧିକ ଗୁରୁତର ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ପୁଣି, ଏହି ସ୍ଥାନରେ ଆମ୍ଭେ ଶାନ୍ତି ପ୍ରଦାନ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
”କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।
”“ଆମ୍ଭର ଗୃହରେ ଯେପରି ଖାଦ୍ୟ ରହିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ଭଣ୍ଡାରକୁ ସମ୍ପୂର୍ଣ୍ଣ ଦଶମାଂଶ ଆଣ, ଆଉ ଆମ୍ଭେ ଆକାଶସ୍ଥ ଦ୍ୱାରସବୁ ମୁକ୍ତ କରି, ରଖିବା ପାଇଁ ସ୍ଥାନ ନିଅଣ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦରୂପ ବୃଷ୍ଟି ବର୍ଷାଇବା କି ନାହିଁ, ଏହି ବିଷୟରେ ଏବେ ଆମ୍ଭର ପରୀକ୍ଷା ନିଅ,
”ସେ ସେମାନଙ୍କୁ କହିଲେ, "ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି ।"
”ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ବୁଲିବାକୁ ଲାଗିଲେ,
”ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୂଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି ।
”କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ ।
”ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସ୍ରକ ବାଘ!
”ଏହାପରେ ଯୀଶୁ ସେମାନଙ୍କ ସମାଜଗୃହସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର ପୁଣି, ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ । ଆଉ ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ । ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ, ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ପାଖରେ ନିବେଦନ କର ।
”ଇତିମଧ୍ୟରେ ସେ ଆପଣା ଦ୍ୱାଦଶ ଶିଷ୍ୟଙ୍କୁ ପାଖକୁ ଡାକି ସେମାନଙ୍କୁ ଅଶୁଚି ଆତ୍ମା ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି, ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ ।
”ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର ।
”ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହ ସମୂହରେ କୋରଡ଼ା ମାରିବେ,
”ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ । ଯେ ଭାବବାଦୀଙ୍କୁ ଭାବବାଦୀ ବୋଲି ଗ୍ରହଣ କରେ, ସେ ଭାବବାଦୀଙ୍କ ପୁରସ୍କାର ପାଇବ । ଆଉ ଯେ ଧାର୍ମିକ ବ୍ୟକ୍ତିଙ୍କୁ ଧାର୍ମିକ ବୋଲି ଗ୍ରହଣ କରେ, ସେ ଧାର୍ମିକ ବ୍ୟକ୍ତିଙ୍କ ପୁରସ୍କାର ପାଇବ । ପୁଣି, ଯେ କେହି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ମୋହର ଶିଷ୍ୟ ବୋଲି କେବଳ ଗିନାଏ ଥଣ୍ଡା ପାଣି ପିଇବାକୁ ଦେବ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ ।
”ଆଉ, ସେ ନିଜ ପୈତୃକ ନଗରକୁ ଆସି ଲୋକମାନଙ୍କୁ ସେମାନଙ୍କ ସମାଜଗୃହରେ ଏପରି ଶିକ୍ଷା ଦେଲେ ଯେ, ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏପରି ବୁଦ୍ଧି ଓ ଶକ୍ତିର କାର୍ଯ୍ୟ କେଉଁଠାରୁ ହେଲା?
”ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ । ମୁଁ ତୁମ୍ଭଙ୍କୁ ସ୍ୱର୍ଗରାଜ୍ୟର କଞ୍ଚି ଦେବି, ଆଉ ତୁମ୍ଭେ ପୃଥିବୀରେ ଯାହା କିଛି ବନ୍ଦ କରିବ, ସ୍ୱର୍ଗରେ ତାହା ବନ୍ଦ ରହିବ, ପୁଣି, ପୃଥିବୀରେ ଯାହା କିଛି ମୁକ୍ତ କରିବ, ସ୍ୱର୍ଗରେ ତାହା ମୁକ୍ତ ରହିବ ।
”ତୁମ୍ଭେମାନେ କ'ଣ ମନେ କଲ? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ କ'ଣ ଅନେଶତକୁ ପର୍ବତରେ ଛାଡ଼ି ସେ ଯାଇ ହଜିଯାଇଥିବା ମେଣ୍ଢାଟି ଖୋଜେ ନାହିଁ? ଆଉ ଯଦି ସେ ତାହାକୁ ପାଏ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି,ଯେଉଁ ଅନେଶତଟି ହଜି ଯାଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ ।
”ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ । କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ । ତଥାପି ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ଡଳୀକୁ କୁହ, ଓ ସେ ମଣ୍ଡଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ଅଣଯିହୂଦୀ ଓ କରଗ୍ରାହୀ ପରି ହେଉ ।
”କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି ।
”ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ, କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ, ଆଉ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ଦାସ ହେଉ, ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାଁନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି ।
”ପରେ ଯୀଶୁ ଈଶ୍ୱରଙ୍କ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କିଣାବିକା କରୁଥିବା ସମସ୍ତ ଲୋକଙ୍କୁ ବାହାର କରିଦେଲେ, ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ, ଆଉ ଯୀଶୁ ସେମାନଙ୍କୁ କହିଲେ, ଲେଖା ଅଛି, ଆମ୍ଭର ଗୃହ ପ୍ରାର୍ଥନାର ଗୃହ ବୋଲି ପରିଚିତ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଡକାୟତମାନଙ୍କ ବାସସ୍ଥାନ କରୁଅଛ ।
”ପୁଣି, ମନ୍ଦିରରେ ଅନ୍ଧ ଓ ଖଞ୍ଜ ଲୋକେ ତାହାଙ୍କ ପାଖକୁ ଆସନ୍ତେ ସେ ସେମାନଙ୍କୁ ସୁସ୍ଥ କଲେ । କିନ୍ତୁ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ଓ ମନ୍ଦିର ମଧ୍ୟରେ ହୋଶାନ୍ନା ଦାଉଦ ସନ୍ତାନ ବୋଲି ଉଚ୍ଚ ସ୍ୱର କରୁଥିବା ପିଲାମାନଙ୍କୁ ଦେଖି ବିରକ୍ତ ହେଲେ,
”କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି, ତୁମ୍ଭେମାନେ ସମସ୍ତେ ଭାଇ । ଆଉ ପୃଥିବୀରେ କାହାକୁ ହିଁ ପିତା ବୋଲି ଡାକ ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ୱର୍ଗରେ ଅଛନ୍ତି । ଆଉ ତୁମ୍ଭେମାନେ ନେତା ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ନେତା ଜଣେ, ସେ ଖ୍ରୀଷ୍ଟ । କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଲୋକ ଶ୍ରେଷ୍ଠ, ସେ ତୁମ୍ଭମାନଙ୍କର ସେବକ ହେବ । ଆଉ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ କେହି ଆପଣକୁ ନତ କରେ ତାହାକୁ ଉନ୍ନତ କରାଯିବ ।
”କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ ।
”ଉଲଙ୍ଗ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ; ଅସୁସ୍ଥ ଥିଲି, ମୋତେ ଦେଖି ଆସିଲ; କାରାଗାରରେ ଥିଲି; ମୋ ନିକଟକୁ ଆସିଲ ।
”ପୁଣି, ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା,
”ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ, ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହି ସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ।
”ପୁଣି, ସେ ସମୁଦାୟ ଗାଲିଲୀରେ ଭ୍ରମଣ କରୁ କରୁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ବାହାର କଲେ। ଏଥିମଧ୍ୟରେ ଜଣେ କୁଷ୍ଠୀ ତାହାଙ୍କ ନିକଟକୁ ଆସି ଆଣ୍ଠୁପାତି ତାହାଙ୍କୁ ବିନତି କରି କହିଲା, "ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି ।" ସେଥିରେ ସେ ଦୟାରେ ବିଗଳିତ ହୋଇ ହସ୍ତ ବିସ୍ତାର କରି ତାହାକୁ ସ୍ପର୍ଶ କଲେ ଓ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ ।
”ପୁଣି, ସେ ବାର ଜଣକୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ, ଆଉ ସେମାନେ ଭୂତ ଛଡ଼ାଇବାକୁ ଅଧିକାର ପାଇବେ ।
”ବିଶ୍ରାମବାର ଉପସ୍ଥିତ ହୁଅନ୍ତେ ସେ ସମାଜଗୃହରେ ଶିକ୍ଷା ଦେବାକୁ ଲାଗିଲେ; ଆଉ ଅନେକେ ତାହାଙ୍କର କଥା ଶୁଣି ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏହି ସବୁ କେଉଁଠାରୁ ହେଲା? ପୁଣି, ଏହାକୁ ଯେଉଁ ଜ୍ଞାନ ଦିଆଯାଇଅଛି ଓ ଯେଉଁ ଶକ୍ତିର କାର୍ଯ୍ୟ ଏହାର ହସ୍ତ ଦ୍ୱାରା ସାଧିତ ହେଉଅଛି, ଏସବୁ ବା କଅଣ?
”ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି । ତୁମ୍ଭେମାନେ ଈଶ୍ୱରଙ୍କ ଆଜ୍ଞା ପରିତ୍ୟାଗ କରି ମନୁଷ୍ୟମାନଙ୍କ ପରମ୍ପରାଗତ ରୀତିନୀତି ଧରି ବସିଅଛ । ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ପରମ୍ପରାଗତ ରୀତିନୀତି ପାଳନ କରିବା ନିମନ୍ତେ ଈଶ୍ୱରଙ୍କ ଆଜ୍ଞା ଅଧିକ ଅଗ୍ରାହ୍ୟ କରୁଅଛ!
”ଏହି ରୂପେ ତୁମ୍ଭେମାନେ ସ୍ୱପ୍ରଚଳିତ ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ୱରଙ୍କ ବାକ୍ୟ ବ୍ୟର୍ଥ କରୁଅଛ ଓ ସେହି ପ୍ରକାର ଅନେକ କର୍ମ କରୁଅଛ ।
”ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେ କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ ।
”ତାହା ପରେ ସେମାନେ ଯିରୂଶାଲମକୁ ଆସିଲେ, ଆଉ ଯୀଶୁ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କ୍ରୟବିକ୍ରୟ କରୁଥିବା ଲୋକମାନଙ୍କୁ ବାହାର କରିଦେବାକୁ ଲାଗିଲେ, ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ, ଆଉ ମନ୍ଦିର ମଧ୍ୟ ଦେଇ କାହାରିକୁ କୌଣସି ପାତ୍ର ଘେନିଯିବାକୁ ଅନୁମତି ଦେଲେ ନାହିଁ, ପୁଣି, ସେ ସେମାନଙ୍କୁ ଶିକ୍ଷା ଦେଉ ଦେଉ କହିଲେ, ଏହା କ'ଣ ଲେଖା ନାହିଁ, ଆମ୍ଭର ଗୃହ ସମସ୍ତ ଜାତି ନିମନ୍ତେ ପ୍ରାର୍ଥନାଗୃହ ବୋଲି କୁହାଯିବ? କିନ୍ତୁ ତୁମ୍ଭେମାନେ ତାହାକୁ 'ଡକାୟତମାନଙ୍କ ଗହ୍ୱର' କରିଅଛ ।
”ସେଥିରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭେ କ'ଣ ଏହି ସମସ୍ତ ବୃହତ୍ ପ୍ରାସାଦ ଦେଖୁଅଛ? ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ ।
”କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ ।
”ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା ।
”ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର । ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ । ଆଉ ଏହି ସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ, ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ ।
”କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ ।
”ସେ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେହି ସ୍ଥାନକୁ ଇତିମଧ୍ୟରେ ଗଲେ ଓ ଆପଣା ରୀତି ଅନୁସାରେ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କଲେ, ଆଉ ପାଠ କରିବା ନିମନ୍ତେ ଠିଆ ହେଲେ ।
”ଆଉ ସେମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ତାହାଙ୍କ ବାକ୍ୟ ଅଧିକାରଯୁକ୍ତ ଥିଲା । ଦିନେ ସମାଜଗୃହରେ ଜଣେ ଅଶୁଚି ଭୂତଗ୍ରସ୍ତ ଲୋକ ଥିଲା; ସେ ଉଚ୍ଚ ସ୍ୱରରେ ଚିତ୍କାର କଲା, ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କ'ଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ ତାହା ମୁଁ ଜାଣେ; ତୁମ୍ଭେ ଈଶ୍ୱରଙ୍କର ସେହି ପବିତ୍ର ବ୍ୟକ୍ତି । ଯୀଶୁ ତାହାକୁ ଧମକ ଦେଇ କହିଲେ ଚୁପ୍ କର୍, ଏହାଠାରୁ ବାହାରିଯା । ସେଥିରେ ସେହି ଭୂତ ତାହାକୁ ମଧ୍ୟ ସ୍ଥାନରେ ପକାଇଦେଇ ତାହାର କୌଣସି କ୍ଷତି ନ କରି ତାହାଠାରୁ ବାହାରିଗଲା । ଏଥିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରିଯାଆନ୍ତି ।
”ପୁଣି, ସେ ଯିହୂଦା ଦେଶର ସମାଜଗୃହମାନଙ୍କରେ ପ୍ରଚାର କରିବାକୁ ଲାଗିଲେ ।
”ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ । ପୁଣି, ଯୀଶୁ ଶିମୋନଙ୍କୁ କହିଲେ, ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ ।
”ସେ ଆଉ ଗୋଟିଏ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେଉଥିଲେ; ସେଠାରେ ଜଣେ ଲୋକ ଥିଲା, ତାହାର ଡାହାଣ ହାତ ଶୁଖିଯାଇଥିଲା ।
”ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ ।
”ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ । ଆଉ ସେ ସେମାନଙ୍କୁ ଈଶ୍ୱରଙ୍କ ରାଜ୍ୟ ଘୋଷଣା ଓ ରୋଗୀମାନଙ୍କୁ ସୁସ୍ଥ କରିବା ନିମନ୍ତେ ପଠାଇଲେ ।
”ବରଂ ତୁମ୍ଭେମାନେ ତାହାଙ୍କ ରାଜ୍ୟ ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ । ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କର ପିତାଙ୍କର ମହା ଆନନ୍ଦ ।
”ଥରେ ସେ ବିଶ୍ରାମବାରରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ । ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରି ପାରୁ ନ ଥିଲା । ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ । ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା । କିନ୍ତୁ ଯୀଶୁ ବିଶ୍ରାମବାରରେ ସୁସ୍ଥ କରିବାରୁ ସମାଜଗୃହର ମୁଖିଆ ବିରକ୍ତ ହୋଇ ଲୋକସମୂହକୁ ଉତ୍ତର ଦେଲେ, କର୍ମ କରିବା ନିମନ୍ତେ ଛଅ ଦିନ ଅଛି, ଏଣୁ ସେହି ସବୁ ଦିନରେ ଆସି ସୁସ୍ଥ ହୁଅ, ବିଶ୍ରାମବାରରେ ଆସ ନାହିଁ ।
”ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ, ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତଙ୍କୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ? ପୁଣି, ପାଇଲେ ସେ ତାହାକୁ ଆନନ୍ଦରେ କାନ୍ଧେଇ ଘରକୁ ଘେନି ଆସେ, ପୁଣି, ଆପଣା ବନ୍ଧୁ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ମୋ’ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି । ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେଉଁମାନଙ୍କର ମନ ପରିବର୍ତ୍ତନ କରିବାର ଆବଶ୍ୟକ ନାହିଁ, ଏପରି ଅନେଶତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ ।
”ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ । ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ ସେ ଯଦି ମନ ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ ।
”ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ମଝିରୁ ଚିରିଗଲା ।
”ଆଉ ସେମାନେ ତାହାଙ୍କୁ ପ୍ରଣାମ କରି ମହାନନ୍ଦରେ ଯିରୂଶାଲମକୁ ବାହୁଡ଼ିଗଲେ, ପୁଣି, ସର୍ବଦା ମନ୍ଦିରରେ ରହି ଈଶ୍ୱରଙ୍କ ସ୍ତବ କରିବାକୁ ଲାଗିଲେ ।
”ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇ ପକାଇଲେ; ଆଉ, ସେ କାପ୍ତା ବ୍ୟବସାୟୀମାନଙ୍କୁ କହିଲେ, ଏଗୁଡ଼ାକ ଏଠାରୁ ଘେନିଯାଅ, ମୋହର ପିତାଙ୍କର ଗୃହକୁ ବାଣିଜ୍ୟର ଗୃହ କର ନାହିଁ । ତୁମ୍ଭ ଗୃହ ନିମନ୍ତେ ଉଦ୍ଯୋଗ ମୋତେ ଗ୍ରାସ କରିବ, ଏହା ଲେଖା ଅଛି ବୋଲି ତାହାଙ୍କ ଶିଷ୍ୟମାନଙ୍କର ମନରେ ପଡ଼ିଲା ।
”ସେଥିରେ ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟପୁତ୍ରଙ୍କର ମାଂସ ଭୋଜନ ନ କଲେ ଓ ତାହାଙ୍କ ରକ୍ତ ପାନ ନ କଲେ, ତୁମ୍ଭମାନଙ୍କଠାରେ ଜୀବନ ନାହିଁ ।
”ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ ।
”ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର । ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ଵାରା ଜ୍ଞାତ ହେବେ ।
”ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ । ଆଉ, ସେମାନେ ଏହାସବୁ କରିବେ, କାରଣ ସେମାନେ ପିତାଙ୍କୁ କିମ୍ବା ମୋତେ ଜାଣି ନାହାଁନ୍ତି ।
”ମୁଁ ଆଉ ଏ ଜଗତରେ ରହୁ ନାହିଁ, କିନ୍ତୁ ଏମାନେ ଜଗତରେ ରହୁଅଛନ୍ତି; ପୁଣି, ମୁଁ ତୁମ୍ଭ ନିକଟକୁ ଯାଉଅଛି । ପବିତ୍ର ପିତଃ, ତୁମ୍ଭ ନାମରେ ସେମାନଙ୍କୁ ରକ୍ଷା କର (ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ), ଯେପରି ଆମ୍ଭେମାନେ ଯେପ୍ରକାର ଏକ, ସେମାନେ ସେପ୍ରକାର ଏକ ହୁଅନ୍ତି ।
”ମୁଁ ଯେପରି ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେପରି ଜଗତରୁ ଉତ୍ପନ୍ନ ନୁହଁନ୍ତି । ସତ୍ୟ ଦ୍ୱାରା ସେମାନଙ୍କୁ ପବିତ୍ର କର, ତୁମ୍ଭର ବାକ୍ୟ ତ ସତ୍ୟ ।
”ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋ'ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ । ଆଉ, ତୁମ୍ଭେ ମୋତେ ଯେଉଁ ମହିମା ଦେଇଅଛ, ମୁଁ ସେମାନଙ୍କୁ ତାହା ଦେଇଅଛି, ଯେପରି ଆମ୍ଭେମାନେ ଯେପ୍ରକାରେ ଏକ, ସେମାନେ ସେପ୍ରକାରେ ଏକ ହୁଅନ୍ତି;
”ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ । ସେ ପୁନର୍ବାର ଦ୍ୱିତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ପ୍ରେମ କରୁଅଛ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ସେ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ପ୍ରତିପାଳନ କର । ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ ।
”କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ ।"
”ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରିୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ । ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),
”ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ । ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ଡ ପବନର ଶବ୍ଦ ତୁଲ୍ୟ ଗୋଟିଏ ଶବ୍ଦ ହଠାତ୍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ଚାରିଆଡ଼େ ବ୍ୟାପିଗଲା, ଆଉ ନିଆଁ ଭଳି ଜିହ୍ୱାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରକୁ ଉହ୍ଲାଇ ଆସିଲା । ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ ।
”ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ । ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ । ଆଉ, ଲୋକ ସମସ୍ତେ ଭୀତ ହେବାକୁ ଲାଗିଲେ; ପ୍ରେରିତମାନଙ୍କ ଦ୍ୱାରା ମଧ୍ୟ ଅନେକ ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧିତ ହେବାକୁ ଲାଗିଲା । ମାତ୍ର ଯେଉଁମାନେ ବିଶ୍ୱାସ କଲେ, ସେମାନେ ସମସ୍ତେ ଏକତ୍ର ରହି ସବୁ ପଦାର୍ଥ ସାଧାରଣ ସମ୍ପତ୍ତି ବୋଲି ଜ୍ଞାନ କରୁଥିଲେ । ପୁଣି, ସେମାନେ ଆପଣା ଆପଣା ସ୍ଥାବର ଅସ୍ଥାବର ସମ୍ପତ୍ତି ବିକ୍ରୟ କରି, ଯାହାର ଯେପରି ପ୍ରୟୋଜନ ସେହି ଅନୁସାରେ ସମସ୍ତଙ୍କୁ ବାଣ୍ଟିଦେବାକୁ ଲାଗିଲେ । ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ୱରଙ୍କ ପ୍ରଶଂସା କରୁଥିଲେ । ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ ପୁଣି, ପ୍ରଭୁ, ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ଡଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ ।
”ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ୱରଙ୍କ ବାକ୍ୟ କହିବାକୁ ଲାଗିଲେ । ବିଶ୍ୱାସକାରୀ ଲୋକସମୂୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା । ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି, ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା । ଯେଣୁ ସେମାନଙ୍କ ମଧ୍ୟରେ କାହାରି କୌଣସି ଅଭାବ ନ ଥିଲା, କାରଣ ଯେତେ ଲୋକଙ୍କର ଭୂୂମି ବା ଗୃହ ଥିଲା, ସେମାନେ ତାହା ବିକ୍ରୟ କରି ବିକ୍ରୀତ ସମ୍ପତ୍ତିର ମୂୂଲ୍ୟ ଆଣି ପ୍ରେରିତମାନଙ୍କର ପାଦ ତଳେ ରଖୁଥିଲେ, ଆଉ ପ୍ରତ୍ୟେକ ଜଣକୁ ତା'ର ଅଭାବ ଅନୁସାରେ ତାହା ବିତରଣ କରାଯାଉଥିଲା ।
”ସେଥିରେ ସମୁଦାୟ ମଣ୍ଡଳୀ ଓ ଯେତେ ଲୋକ ଏହି ସବୁ ବିଷୟ ଶୁଣିଲେ, ସେମାନେ ସମସ୍ତେ ଅତିଶୟ ଭୟଭୀତ ହେଲେ । ପ୍ରେରିତମାନଙ୍କ ହସ୍ତ ଦ୍ୱାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ଡଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ଡପରେ ଉପସ୍ଥିତ ହେଉଥିଲେ, କିନ୍ତୁ ଅନ୍ୟ ଲୋକମାନଙ୍କ ମଧ୍ୟରୁ କେହି ସେମାନଙ୍କ ସହିତ ଯୋଗ ଦେବାକୁ ସାହସ କରୁ ନ ଥିଲେ; ତଥାପି ଲୋକମାନେ ସେମାନଙ୍କର ପ୍ରଶଂସା କରୁଥିଲେ, ପୁଣି, ଆହୁରି ଅଧିକ ଅନେକ ପୁରୁଷ ଓ ସ୍ତ୍ରୀ ବିଶ୍ୱାସ କରି ପ୍ରଭୁଙ୍କ ସହିତ ସଂଯୁକ୍ତ ହେବାକୁ ଲାଗିଲେ, ଏପରିକି, ପିତର ଆସିବା ସମୟରେ ଅନ୍ତତଃ ତାହାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ,ଏଥି ନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ଡକୁ ବୋହିନେଇ ଆସି ଶେଯ ଓ ଖଟିଆରେ ରଖିଦେଉଥିଲେ । ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନଗରସମୂହରୁ ଲୋକସମୂୂହ ମଧ୍ୟ ରୋଗୀମାନଙ୍କୁ ଓ ଅଶୁଚି ଆତ୍ମା ଦ୍ୱାରା ଆକ୍ରାନ୍ତ ଲୋକମାନଙ୍କୁ ଆଣି ଏକତ୍ର ହେଉଥିଲେ, ଆଉ ସେମାନେ ସମସ୍ତେ ସୁସ୍ଥ ହେଲେ ।
”ଆଉ ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାକୁ ଓ ଯୀଶୁ ଯେ ଖ୍ରୀଷ୍ଟ,ଏହି ସୁସମାଚାର ପ୍ରଚାର କରିବାକୁ ବନ୍ଦ କଲେ ନାହିଁ ।
”କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପ୍ରଚାର ସେବା କାର୍ଯ୍ୟରେ ଏକାଗ୍ରଭାବେ ଲାଗିରହିବା ।
”ଏଣୁ ଈଶ୍ୱରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ୱାସମାର୍ଗ ଅବଲମ୍ବନ କରିବାକୁ ଲାଗିଲେ । ସ୍ତିଫାନ ଅନୁଗ୍ରହ ଓ ଶକ୍ତିରେ ପରିପୂର୍ଣ୍ଣ ହୋଇ ଲୋକମାନଙ୍କ ମଧ୍ୟରେ ମହା ମହା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରିବାକୁ ଲାଗିଲେ । କିନ୍ତୁ ଲିବର୍ତ୍ତୀନ, କୂୂରୀଣୀୟ ଓ ଅାଲେକଜାଣ୍ଡ୍ରୀୟମାନଙ୍କ ନାମରେ ଖ୍ୟାତ ଯିହୂଦୀମାନଙ୍କ ସମାଜଗୃହର କେତେକ ଜଣ, ପୁଣି, କିଲିକିୟା ଓ ଆସିଆନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ମାତ୍ର ସେ ଯେଉଁ ଜ୍ଞାନ ଓ ଆତ୍ମାଙ୍କ ଶକ୍ତିରେ କଥା କହୁଥିଲେ, ସେମାନେ ତାହା ପ୍ରତିରୋଧ କରିବାକୁ ସମର୍ଥ ହେଲେ ନାହିଁ । ସେଥିରେ ସେମାନେ ଲୋକମାନଙ୍କୁ ମତାଇଲେ, ଆଉ ସେମାନେ କହିଲେ, ଆମ୍ଭେମାନେ ଏହାକୁ ମୋଶା ଓ ଈଶ୍ୱରଙ୍କ ବିରୁଦ୍ଧରେ ନିନ୍ଦାକଥା କହିବା ଶୁଣିଅଛୁ ।
”ତଥାପି ଯେ ମହାନ ଈଶ୍ୱର, ସେ ହସ୍ତନିର୍ମିତ ଗୃହରେ ବାସ କରନ୍ତି ନାହିଁ, ଯେପରି ଭାବବାଦୀ କହନ୍ତି, ସ୍ୱର୍ଗ ଆମ୍ଭର ସିଂହାସନ, ପୃଥିବୀ ଆମ୍ଭର ପାଦପୀଠ; ପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ନିମନ୍ତେ କି ପ୍ରକାର ଗୃହ ନିର୍ମାଣ କରିବ? କିମ୍ବା ଆମ୍ଭର ବିଶ୍ରାମସ୍ଥାନ କାହିଁ?
”ଶାଉଲ, ସ୍ତିଫାନଙ୍କ ପ୍ରାଣନାଶରେ ଏକମତ ଥିଲେ । ସେହି ଦିନ ଯିରୂଶାଲମରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦା ପ୍ରଦେଶ ଓ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ ।
”ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ,ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ । ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ । ଆଉ ଲୋକସମୂହ ଫିଲିପ୍ପଙ୍କ କଥା ଶୁଣି ଓ ସେ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ଦେଖି ଏକଚିତ୍ତରେ ତାହାଙ୍କ କଥାରେ ମନୋଯୋଗ କରୁଥିଲେ । କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚସ୍ୱରରେ ଚିତ୍କାର କରି ବାହାରିଆସିବାକୁ ଲାଗିଲେ, ପୁଣି, ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ । ସେଥିରେ ସେ ନଗରରେ ମହା ଆନନ୍ଦ ହେଲା ।
”କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ, ପୁଣି, ଏହି ମାର୍ଗର ଯେକୌଣସି ପୁରୁଷ କି ସ୍ତ୍ରୀର ଦେଖା ପାଆନ୍ତି, ସେମାନଙ୍କୁ ଯେପରି ବାନ୍ଧି ଯିରୂଶାଲମକୁ ଆଣି ପାରନ୍ତି,ଏଥିସକାଶେ ଦମ୍ମେସକର ସମସ୍ତ ସମାଜଗୃହ ନିକଟକୁ ତାହାଙ୍କଠାରୁ ପତ୍ର ମାଗିଲେ ।
”ପରେ ସେ ଯାଉ ଯାଉ ଦମ୍ମେସକର ନିକଟବର୍ତ୍ତୀ ହୁଅନ୍ତେ ଅକସ୍ମାତ୍ ଆକାଶରୁ ଆଲୋକ ତାହାଙ୍କ ଚାରିଆଡ଼େ ଚମକିଉଠିଲା । ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ? ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ । କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କ'ଣ କରିବାକୁ ହେବ, ତାହା କୁହାଯିବ । ଯେଉଁ ଲୋକମାନେ ତାହାଙ୍କ ସାଙ୍ଗରେ ଯାତ୍ରା କରୁଥିଲେ, ସେମାନେ ସେହି ଶବ୍ଦ ଶୁଣି କାହାରିକି ନ ଦେଖିବାରୁ ଅବାକ୍ ହୋଇ ରହିଲେ । ପୁଣି,ଶାଉଲ ଭୂମିରୁ ଉଠି ଯେତେବେଳେ ଆପଣା ଆଖି ଫିଟାଇଲେ, ସେତେବେଳେ ସେ କିଛି ଦେଖି ପାରିଲେ ନାହିଁ । ଏଣୁ ସେମାନେ ତାହାଙ୍କ ହାତ ଧରି ତାହାଙ୍କୁ ଦମ୍ମେସକକୁ ଘେନିଗଲେ । ଆଉ, ସେ ତିନି ଦିନ ପର୍ଯ୍ୟନ୍ତ ଦୃଷ୍ଟିହୀନ ହୋଇ ରହିଲେ, ପୁଣି, କିଛି ଖାଇଲେ ନାହିଁ କି ପିଇଲେ ନାହିଁ ।
”ପୁଣି, ଯୀଶୁ ଯେ ଈଶ୍ୱରଙ୍କର ପୁତ୍ର, ଏହା ସେ ଅବିଳମ୍ବରେ ସମାଜଗୃହ ସମୂହରେ ଘୋଷଣା କରିବାକୁ ଲାଗିଲେ । ଆଉ, ଯେଉଁମାନେ ତାହାଙ୍କ କଥା ଶୁଣିଲେ, ସେମାନେ ସମସ୍ତେ ଆଚମ୍ବିତ ହୋଇ କହିବାକୁ ଲାଗିଲେ,ଏହି ନାମ ଧରି ପ୍ରାର୍ଥନା କରୁଥିବା ଲୋକମାନଙ୍କୁ ଯେ ଯିରୂଶାଲମରେ ବିନଷ୍ଟ କରୁଥିଲା, ଆଉ ଯେପରି ସେମାନଙ୍କୁ ବାନ୍ଧି ପ୍ରଧାନ ଯାଜକମାନଙ୍କ ନିକଟକୁ ଘେନିଯାଇ ପାରେ, ସେହି ଅଭିପ୍ରାୟରେ ଏହି ସ୍ଥାନକୁ ଆସିଥିଲା,ଏ କି ସେହି ନୁହେଁ? କିନ୍ତୁ, 'ଶାଉଲ' ଅଧିକତର ଶକ୍ତିଶାଳୀ ହୋଇ ଉଠିଲେ, ପୁଣି, ଏ ଯେ ଖ୍ରୀଷ୍ଟ,ଏହା ପ୍ରମାଣ କରି ଦମ୍ମେସକନିବାସୀ ଯିହୂଦୀମାନଙ୍କୁ ନିରୁତ୍ତର କରିଦେଉଥିଲେ ।
”ପରେ ସେ ଯିରୂଶାଲମକୁ ଯାଇ ଶିଷ୍ୟମାନଙ୍କ ସହିତ ମିଶିବାକୁ ଚେଷ୍ଟା କରୁଥିଲେ; ମାତ୍ର ସେ ଯେ ଜଣେ ଶିଷ୍ୟ, ଏହା ବିଶ୍ୱାସ ନ କରି ସମସ୍ତେ ତାହାଙ୍କୁ ଭୟ କରୁଥିଲେ । କିନ୍ତୁ ବର୍ଣ୍ଣବ୍ବା ତାହାଙ୍କୁ ସଙ୍ଗରେ ଘେନି ପ୍ରେରିତମାନଙ୍କ ନିକଟକୁ ଆଣିଲେ, ପୁଣି, ବାଟରେ ସେ କିପରି ପ୍ରଭୁଙ୍କର ଦର୍ଶନ ପାଇଥିଲେ ଓ ସେ ଯେ ତାହାଙ୍କ ସହିତ କଥା କହିଥିଲେ, ଆଉ କିପ୍ରକାରେ ସେ ଦମ୍ମେସକରେ ଯୀଶୁଙ୍କ ନାମରେ ସାହସପୂର୍ବକ ପ୍ରଚାର କରିଥିଲେ,ଏହି ସବୁ ସେ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ । ଆଉ,ସେ ସେମାନଙ୍କ ସହିତ ଯିରୂଶାଲମରେ ଗମନାଗମନ କରି, ପ୍ରଭୁଙ୍କର ନାମ ସାହସପୂର୍ବକ ପ୍ରଚାର କରିବାକୁ ଲାଗିଲେ, ପୁଣି, ସେ ଗ୍ରୀକ୍ ଭାଷାବାଦୀ ଯିହୂଦୀମାନଙ୍କ ସହିତ କଥାବାର୍ତ୍ତା ଓ ତର୍କବିତର୍କ କରୁଥିଲେ, କିନ୍ତୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରିବାକୁ ଲାଗିଲେ ।
”ଏହି ପ୍ରକାରେ ସମୁଦାୟ ଯିହୂଦା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ ।
”ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି, ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ୱର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ ।
”ଆଉ ସେମାନଙ୍କ ସହିତ ପ୍ରଭୁଙ୍କର ହସ୍ତ ଥିଲା, ପୁଣି, ଅନେକ ଅନେକ ଲୋକ ବିଶ୍ୱାସ କରି ପ୍ରଭୁଙ୍କ ପ୍ରତି ଫେରିଲେ ।
”ପୁଣି, ସେ ତାହାଙ୍କୁ ପାଇ ଆନ୍ତିୟଖିଆକୁ ଘେନି ଆସିଲେ । ସେମାନେ ସମ୍ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ମଣ୍ଡଳୀର ସହିତ ରହି ଅନେକ ଲୋକଙ୍କୁ ଶିକ୍ଷା ଦେଲେ, ପୁଣି, ଆନ୍ତିୟଖିଆରେ ଶିଷ୍ୟମାନେ ପ୍ରଥମରେ ଖ୍ରୀଷ୍ଟିୟାନ ବୋଲି ନାମିତ ହେଲେ ।
”ପ୍ରାୟ ସେହି ସମୟରେ ହେରୋଦ ରାଜା ମଣ୍ଡଳୀର କେତେକ ଜଣଙ୍କୁ ଅତ୍ୟାଚାର କରିବା ନିମନ୍ତେ ହସ୍ତକ୍ଷେପ କଲେ । ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଡ଼୍ଗରେ ବଧ କଲେ । ଆଉ ଯିହୂଦୀମାନଙ୍କୁ ସେଥିରେ ସନ୍ତୁଷ୍ଟ ହେବାର ଦେଖି ସେ ପିତରଙ୍କୁ ମଧ୍ୟ ଧରିବାକୁ ଅଗ୍ରସର ହେଲେ । ସେହି ସମୟରେ ଖମୀରଶୂନ୍ୟ ରୁଟିର ପର୍ବ ଥିଲା ।
”ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ର ଭାବରେ ଈଶ୍ୱରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା । ପରେ ହେରୋଦ ଯେଉଁ ଦିନ ପିତରଙ୍କୁ ବାହାର କରି ଆଣିବା ପାଇଁ ଯାଉଥିଲେ, ସେହି ରାତିରେ ସେ ଦୁଇଟା ଶିକୁଳିରେ ବନ୍ଧା ହୋଇ ଦୁଇ ଜଣ ସୈନ୍ୟଙ୍କ ମଧ୍ୟରେ ଶୋଇଥିଲେ, ଆଉ ପ୍ରହରୀମାନେ ଦ୍ୱାର ସମ୍ମୁଖରେ କାରାଗାର ରକ୍ଷା କରୁଥିଲେ । ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ । ସେଥିରେ ତାହାଙ୍କ ହାତରୁ ଶିକୁଳି ଖସିପଡ଼ିଲା ।
”ସେମାନେ ବାହାରିଯାଉଥିବା ସମୟରେ, ଯେପରି ପରବର୍ତ୍ତୀ ବିଶ୍ରାମବାରରେ ସେହି ସବୁ କଥା ସେମାନଙ୍କୁ କୁହାଯାଏ, ଏଥିପାଇଁ ସେମାନେ ବିନତି କରିବାକୁ ଲାଗିଲେ । ସଭା ସମାପ୍ତ ହେଲା ଉତ୍ତାରେ ଯିହୂଦୀ ଓ ଯିହୂଦୀମତାବଲମ୍ବୀ ଅଣଯିହୂଦୀମାନଙ୍କ ମଧ୍ୟରୁ ଅନେକେ ପାଉଲ ଓ ବର୍ଣ୍ଣବ୍ବାଙ୍କ ପଛେ ପଛେ ଗଲେ; ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା କରି ଈଶ୍ୱରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବାକୁ ସେମାନଙ୍କୁ ପ୍ରବର୍ତ୍ତାଇଲେ । ପୁଣି, ପରବର୍ତ୍ତୀ ବିଶ୍ରାମବାରରେ ପ୍ରାୟ ସମସ୍ତ ନଗରବାସୀ ଈଶ୍ୱରଙ୍କ ବାକ୍ୟ ଶୁଣିବା ନିମନ୍ତେ ଏକତ୍ରିତ ହେଲେ । କିନ୍ତୁ ଯିହୂଦୀମାନେ ଲୋକସମୂହଙ୍କୁ ଦେଖି ଇର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାର ପ୍ରତିବାଦ କରିବାକୁ ଲାଗିଲା । ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ୱରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୂଦୀମାନଙ୍କ ନିକଟକୁ ଯାଉଅଛୁ,
”ଇକନୀୟରେ ମଧ୍ୟ ସେହି ପ୍ରକାର ଘଟିଲା; ସେମାନେ ଯିହୂଦୀମାନଙ୍କ ସମାଜଗୃହରେ ପ୍ରବେଶ କରି ଏପରି କଥା କହିଲେ ଯେ, ଯିହୂଦୀ ଓ ଗ୍ରୀକ୍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ବିଶ୍ୱାସ କଲେ । କିନ୍ତୁ ଯେଉଁ ଯିହୂଦୀମାନେ ବିଶ୍ୱାସ କଲେ ନାହିଁ, ସେମାନେ ଅଣଯିହୂଦୀମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ । ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ ସେ ସେମାନଙ୍କ ହସ୍ତ ଦ୍ୱାର ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହ ବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ ।
”ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ ।
”ସେମାନେ ପହଞ୍ଚି ମଣ୍ଡଳୀ କି ଏକତ୍ର କଲେ, ପୁଣି, ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୂଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇଦେଇଥିଲେ, ସେହି ସବୁ ବର୍ଣ୍ଣନା କଲେ ।
”କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ । ସେତେବେଳେ ହଠାତ୍ ଏପରି ମହା ଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍କ୍ଷଣାତ୍ ସମସ୍ତ ଦ୍ୱାର ଖୋଲା ହୋଇଗଲା, ପୁଣି, ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା ।
”ଥେସଲନୀକୀରେ ଥିବା ଯିହୂଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ । ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ । ତେଣୁ ସେମାନଙ୍କ ମଧ୍ୟରୁ ଅନେକେ ଓ ଗ୍ରୀକ୍ମାନଙ୍କ ମଧ୍ୟରୁ ଅନେକ ସମ୍ଭ୍ରାନ୍ତ ମହିଳା ଓ ପୁରୁଷ ମଧ୍ୟ ବିଶ୍ୱାସ କଲେ ।
”ତେଣୁ ସେ ସମାଜଗୃହରେ ଯିହୂଦୀ ଓ ଯିହୂଦୀମତାବଲମ୍ବୀ ଅଣଯିହୂଦୀମାନଙ୍କ ସହିତ, ଆଉ ବଜାର ଛକରେ ପ୍ରତିଦିନ ଯେଉଁମାନଙ୍କ ସାଙ୍ଗରେ ଦେଖା ହେଉଥିଲା, ସେମାନଙ୍କୁ ଉପଦେଶ ଦେଉଥିଲେ ।
”ପୁଣି, ପ୍ରତି ବିଶ୍ରାମବାରରେ ସେ ସମାଜଗୃହରେ ଉପଦେଶ ଦେଇ ଯିହୂଦୀ ଓ ଗ୍ରୀକ୍ ମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ ।
”ସେ ସମାଜଗୃହରେ ସାହସ ସହିତ କଥା କହିବାକୁ ଲାଗିଲେ । କିନ୍ତୁ ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ କଥା ଶୁଣି ତାହାଙ୍କୁ ଆପଣାମାନଙ୍କ ସାଙ୍ଗରେ ରଖି ଅଧିକ ସୂକ୍ଷ୍ମ ରୂପେ ଈଶ୍ୱରଙ୍କ ମାର୍ଗ ବିଷୟ ତାହାଙ୍କୁ ବୁଝାଇଦେଲେ ।
”ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ୱରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ । କିନ୍ତୁ ସେତେବେଳେ କେତେକ ଲୋକ କଠିନ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ଏହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ୍ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ ।
”ପ୍ରାୟ ସେହି ସମୟରେ ଏହି ମାର୍ଗ ବିଷୟରେ ମହା ଗଣ୍ଡଗୋଳ ଉଠିଲା ।
”କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ପାଖରେ ଜଣାଇବାକୁ ପୁଣି, ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ ଈଶ୍ୱରଙ୍କ ପ୍ରତି ମନ ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୂଦୀ ଓ ଗ୍ରୀକ୍ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି,ତାହା ତୁମ୍ଭେମାନେ ଜାଣ ।
”ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ୱର ଆପଣା ନିଜ ରକ୍ତରେ କିଣିଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ । ମୋହର ପ୍ରସ୍ଥାନ ପରେ ନିଷ୍ଠୁର ବାଘଗୁଡ଼ାକ ଯେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରି ପଲ ପ୍ରତି ଦୟାହୀନ ବ୍ୟବହାର କରିବେ, ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ । ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ ।
”ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି । ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ମୁଁ ସେମାନଙ୍କଠାରୁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି, ଦମ୍ମେସକରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି ।
”କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱରଙ୍କର ଉପାସନା କରିଥାଏ; ଯାହା ଯାହା ମୋଶାଙ୍କ ବ୍ୟବସ୍ଥା ଅନୁଯାୟୀ ଓ ଯାହା ଯାହା ଭାବବାଦୀଶାସ୍ତ୍ରରେ ଲିଖିତ ଅଛି, ସେହି ସବୁ ମୁଁ ବିଶ୍ୱାସ କରେ;
”କିନ୍ତୁ ଫେଲୀକ୍ସ୍ ସେହି ମାର୍ଗ ବିଷୟ କେତେକ ପରିମାଣରେ ଜାଣିଥିବାରୁ ବିଚାର ସ୍ଥଗିତ ରଖି କହିଲେ, ସହସ୍ରସେନାପତି ଲୂସୀୟା ଆସିଲେ ଆମ୍ଭେ ତୁମ୍ଭମାନଙ୍କ ବିଷୟ ନିଷ୍ପତ୍ତି କରିବା
”ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତ ଜଣେ ପ୍ରେରିତ, ପୁଣି, ଈଶ୍ୱର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ୱାରା ପୂର୍ବରେ ପ୍ରତିଜ୍ଞା କରିଥିଲେ, ସେହି ସୁସମାଚାର ନିମନ୍ତେ ପୃଥକୀକୃତ,
”ଯେଣୁ ସୃଷ୍ଟିର ଏକାନ୍ତ ଆକାଂକ୍ଷା ଈଶ୍ୱରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି ।
”ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାଁନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାଁନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ? ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ? ଯେପରି ଲେଖା ଅଛି, "ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ ।
”କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକ ପ୍ରକାର ନୁହେଁ, ସେହିପରି ଅନେକ ଯେ ଆମ୍ଭେମାନେ, ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ । ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ୱାସର ପରିମାଣ ଅନୁସାରେ ଭାବବାଣୀ କହୁ; କିମ୍ବା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ; ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ୱାବଧାନ କରେ, ସେ ଯତ୍ନ ସହକାରେ ତତ୍ତ୍ୱାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ ।
”ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;
”କାରଣ ଅଣଯିହୂଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ୱରଙ୍କ ସୁସମାଚାରର ଯାଜକତ୍ତ୍ୱ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦିଆଯାଇଅଛି ।
”କେଙ୍କ୍ରେୟାସ୍ଥ ମଣ୍ଡଳୀର ସେବିକା ଆମ୍ଭମାନଙ୍କ ଭଗ୍ନୀ ଫୈବୀଙ୍କ ସପକ୍ଷରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ସାଧୁମାନଙ୍କୁ ଯଥାଯୋଗ୍ୟ ଭାବରେ ତାଙ୍କୁ ପ୍ରଭୁଙ୍କ ନାମରେ ଗ୍ରହଣ କରିବ, ଆଉ ଯେକୌଣସି ବିଷୟରେ ତୁମ୍ଭମାନଙ୍କଠାରୁ ତାଙ୍କର ସାହାଯ୍ୟ ଆବଶ୍ୟକ ହେବ, ସେ ବିଷୟରେ ତାଙ୍କୁ ସାହାଯ୍ୟ କରିବ; କାରଣ ସେ ନିଜେ ମଧ୍ୟ ଅନେକଙ୍କର ଓ ମୋ' ନିଜର ଉପକାର କରିଅଛନ୍ତି । ଖ୍ରୀଷ୍ଟ ଯୀଶୁଙ୍କ କାର୍ଯ୍ୟରେ ମୋହର ସହକର୍ମୀ ପ୍ରୀସ୍କା ଓ ଆକ୍ୱିଲାଙ୍କୁ ନମସ୍କାର ଜଣାଅ; ସେମାନେ ମୋହର ପ୍ରାଣ ନିମନ୍ତେ ଆପଣା ଆପଣା ପ୍ରାଣକୁ ବିପଦଗ୍ରସ୍ତ କଲେ; କେବଳ ମୁଁ ଯେ ସେମାନଙ୍କୁ ଧନ୍ୟବାଦ ଦେଉଅଛି, ତାହା ନୁହେଁ, କିନ୍ତୁ ଅଣଯିହୂଦୀମାନଙ୍କ ମଣ୍ଡଳୀସମୂହ ମଧ୍ୟ ସେମାନଙ୍କୁ ଧନ୍ୟବାଦ ଦେଉଅଛନ୍ତି; ଆଉ ସେମାନଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ । ମୋହର ପ୍ରିୟ ଏପାଇନେତଙ୍କୁ ନମସ୍କାର ଜଣାଅ, ସେ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ଆସିଆର ପ୍ରଥମ ଫଳ ସ୍ୱରୂପ ।
”ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର । ଖ୍ରୀଷ୍ଟଙ୍କ ସମସ୍ତ ମଣ୍ଡଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।
”କରିନ୍ଥରେ ଥିବା ଈଶ୍ୱରଙ୍କ ମଣ୍ଡଳୀ ନିକଟକୁ; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ,
”ଈଶ୍ୱର ବିଶ୍ୱାସ୍ୟ, ଯାହାଙ୍କ ଦ୍ୱାରା ତୁମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ, ଆମ୍ଭମାନଙ୍କ ପ୍ରଭୁଙ୍କର ସହଭାଗିତା ନିମନ୍ତେ ଆହୂତ ହୋଇଅଛ । ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ । କାରଣ, ହେ ମୋହର ଭାଇମାନେ, ଖ୍ଳୟୀଙ୍କ ପରିଜନଙ୍କଠାରୁ ତୁମ୍ଭମାନଙ୍କ ସମ୍ବନ୍ଧରେ ମୋ' ନିକଟରେ ଏହା ପ୍ରକାଶ ପାଇଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବାଦବିବାଦ ଅଛି । ମୋ' କଥାର ଭାବ ଏହି, ତୁମ୍ଭମାନଙ୍କ ମଧ୍ୟରୁ କେହି କେହିି କହନ୍ତି, ମୁଁ ପାଉଲଙ୍କର, କେହି କେହି କହନ୍ତି, ମୁଁ ଆପଲ୍ଲଙ୍କର, କେହି କେହି କହନ୍ତି, ମୁଁ କୈଫାଙ୍କର, ଆଉ କେହି କେହି କହନ୍ତି, ମୁଁ ଖ୍ରୀଷ୍ଟଙ୍କର । ଖ୍ରୀଷ୍ଟ କି ବିଭକ୍ତ ହୋଇଅଛନ୍ତି? ତୁମ୍ଭମାନଙ୍କ ନିମନ୍ତେ କି ପାଉଲ କ୍ରୁଶରେ ହତ ହୋଇଥିଲା? କିମ୍ବା ତୁମ୍ଭେମାନେ କି ପାଉଲ ନାମରେ ବାପ୍ତିଜିତ ହୋଇଥିଲ?
”କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୂଦୀମାନଙ୍କ ନିମନ୍ତେ ବିଘ୍ନସ୍ୱରୂପ ଓ ଅଣଯିହୂଦୀମାନଙ୍କ ନିମନ୍ତେ ମୂର୍ଖତାସ୍ୱରୂପ,
”ଅତଏବ, ହେ ଭାଇମାନେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟକୁ ଯାଇଥିଲି, ସେତେବେଳେ ଈଶ୍ୱରଙ୍କ ନିଗୂଢ଼ ତତ୍ତ୍ୱ ବକ୍ତୃତା କିମ୍ବା ଜ୍ଞାନର ଉତ୍କୃଷ୍ଟତା ସହିତ ଯେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲି, ତାହା ନୁହେଁ ।
”ତୁମ୍ଭମାନଙ୍କ ବିଶ୍ୱାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଈଶ୍ୱରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ, ଏଥିପାଇଁ ମୋହର ଶିକ୍ଷା ଓ ମୋହର ପ୍ରଚାର, ଜ୍ଞାନର ମନୋହର ବାକ୍ୟଯୁକ୍ତ ନ ହୋଇ ପବିତ୍ର ଆତ୍ମାଙ୍କ ଶକ୍ତିରେ ପ୍ରମାଣ- ଯୁକ୍ତ ହୋଇଥିଲା । ତଥାପି ଆମ୍ଭେମାନେ ପରିପକ୍ୱ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ବା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ, ମାତ୍ର ଆମ୍ଭେମାନେ ନିଗୂଢ଼ତତ୍ତ୍ୱ ସ୍ୱରୂପ ଈଶ୍ୱରଙ୍କ ଜ୍ଞାନର କଥା କହୁଅଛୁ ସେହି ଗୁପ୍ତ ଜ୍ଞାନ ଈଶ୍ୱର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ । ଏହି ଯୁଗର ନେତାମାନଙ୍କ ମଧ୍ୟରେ କେହି ତାହା ଜାଣି ନାହାଁନ୍ତି, କାରଣ ସେମାନେ ତାହା ଜାଣିଥିଲେ ଗୌରବମୟ ପ୍ରଭୁଙ୍କୁ କ୍ରୁଶରେ ହତ କରି ନ ଥାଆନ୍ତେ;
”ସେହି ସମସ୍ତ ବିଷୟ ମଧ୍ୟ ଆମ୍ଭେମାନେ ମନୁଷ୍ୟର ଜ୍ଞାନର ଶିକ୍ଷା ଦ୍ୱାରା ବାକ୍ୟରେ କହି ନ ଥାଉ, ମାତ୍ର ଆତ୍ମିକ ବିଷୟସବୁ ଆତ୍ମିକ ବିଷୟ ଦ୍ୱାରା ବୁଝାଇ ଆତ୍ମାଙ୍କ ଦ୍ୱାରା ଶିକ୍ଷିତ ବାକ୍ୟରେ କହିଥାଉ ।
”ମୁଁ ରୋପଣ କରିଅଛି, ଆପଲ୍ଲ ଜଳ ସେଚନ କରିଅଛନ୍ତି, କିନ୍ତୁ ଈଶ୍ୱର ବୃଦ୍ଧି ସାଧନ କରିଅଛନ୍ତି । ଅତଏବ, ଯେ ରୋପଣ କରେ କିମ୍ବା ଯେ ଜଳ ସେଚନ କରେ, ସେ କିଛି ନୁହେଁ, ମାତ୍ର ବୃଦ୍ଧି ସାଧନ କରନ୍ତି ଯେ ଈଶ୍ୱର, ସେ ସାର । ଯେ ରୋପଣ କରେ ଓ ଯେ ସେଚନ କରେ, ସେ ଦୁହେଁ ଏକ, କିନ୍ତୁ ପ୍ରତ୍ୟେକ ଜଣ ଆପଣା ପରିଶ୍ରମ ଅନୁସାରେ ନିଜର ପୁରସ୍କାର ପାଇବ । କାରଣ ଆମ୍ଭେମାନେ ଈଶ୍ୱରଙ୍କ ସହକର୍ମୀ ତୁମ୍ଭେମାନେ ଈଶ୍ୱରଙ୍କ କ୍ଷେତ୍ର, ଈଶ୍ୱରଙ୍କ ଗୃହ ।
”ମୋତେ ଦିଆଯାଇଥିବା ଈଶ୍ୱରଙ୍କ ଅନୁଗ୍ରହ ଅନୁସାରେ ମୁଁ ଜଣେ ବୁଦ୍ଧିମାନ ଗୃହ ନିର୍ମାଣକାରୀ ତୁଲ୍ୟ ଭିତ୍ତିମୂଳ ସ୍ଥାପନ କରିଅଛି, ଅନ୍ୟ ଜଣେ ତାହା ଉପରେ ନିର୍ମାଣ କରୁଅଛି। କିନ୍ତୁ ପ୍ରତ୍ୟେକ ଲୋକ ତାହା ଉପରେ କିପରି ନିର୍ମାଣ କରୁଅଛି, ସେ ସମ୍ବନ୍ଧରେ ସାବଧାନ ହେଉ । କାରଣ ଯେଉଁ ଭିତ୍ତିମୂଳ ସ୍ଥାପିତ ହୋଇଅଛି, ତାହା ବ୍ୟତୀତ ଅନ୍ୟ ଭିତ୍ତିମୂଳ କେହି ସ୍ଥାପନ କରି ପାରେ ନାହିଁ, ସେହି ଭିତ୍ତିମୂଳ ଯୀଶୁ ଖ୍ରୀଷ୍ଟ ।
”ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ୱରଙ୍କ ମନ୍ଦିର, ଆଉ ଈଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି; ଯଦି କୌଣସି ଲୋକ ଈଶ୍ୱରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ୱର ତାକୁ ନଷ୍ଟ କରିବେ କାରଣ ଈଶ୍ୱରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ ।
”ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଈଶ୍ୱରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ । ଆଉ, ଭଣ୍ଡାରଘରିଆ ବିଷୟରେ ଏହା ନିତାନ୍ତ ଆବଶ୍ୟକ, ଯେପରି ସେ ବିଶ୍ୱସ୍ତ ଦେଖାଯାଏ ।
”କିନ୍ତୁ ମୋହର ଲେଖିବାର ଭାବ ଏହା ଥିଲା ଯେ, ଯଦି କୌଣସି ଲୋକ ଭ୍ରାତା ବୋଲି ଖ୍ୟାତ ହୋଇ ବ୍ୟଭିଚାରୀ କି ଧନଲୋଭୀ କି ପ୍ରତିମାପୂଜକ କି ନିନ୍ଦକ କି ମତୁଆଳ କି ପରଦ୍ରବ୍ୟ ଲୁଣ୍ଠନକାରୀ ହୁଏ, ତେବେ ଏପରିଲୋକ ସହିତ ସମ୍ପର୍କ ରଖ ନାହିଁ, ପୁଣି, ତାହା ସାଙ୍ଗରେ ଭୋଜନ ସୁଦ୍ଧା କର ନାହିଁ । କାରଣ ବାହାର ଲୋକମାନଙ୍କର ବିଚାର କରିବାରେ ମୋହର କ'ଣ ଅଛି? ଭିତରେ ଯେଉଁମାନେ ଅଛନ୍ତି, ସେମାନଙ୍କର ବିଚାର କି ତୁମ୍ଭେମାନେ କର ନାହିଁ? କିନ୍ତୁ ଯେଉଁମାନେ ବାହାରେ ଅଛନ୍ତି, ସେମାନଙ୍କ ବିଚାର ଈଶ୍ୱର କରିବେ । ସେହି ଦୁଷ୍ଟ ଲୋକକୁ ତୁମ୍ଭମାନଙ୍କ ମଧ୍ୟରୁ ବାହାର କରିଦିଅ ।
”ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ୱରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କ'ଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;
”ଯେଉଁମାନେ ମନ୍ଦିରରେ ସେବା କରନ୍ତି, ସେମାନେ ଯେ ମନ୍ଦିରରୁ ଖାଦ୍ୟ ପାଆନ୍ତି, ପୁଣି, ଯେଉଁମାନେ ବେଦିର ସେବାରେ ନିବିଷ୍ଟ ରହନ୍ତି, ସେମାନେ ଯେ ବେଦୀ ସହିତ ଅଂଶୀ ହୁଅନ୍ତି, ଏହା କ'ଣ ଜାଣ ନାହିଁ? ସେହି ପ୍ରକାରେ ଯେଉଁମାନେ ସୁସମାଚାର ପ୍ରଚାର କରନ୍ତି, ସେମାନେ ଯେ ସୁସମାଚାର ଦ୍ୱାରା ଜୀବନ ନିର୍ବାହ କରିବେ, ଏହା ପ୍ରଭୁ ଆଦେଶ ଦେଇଅଛନ୍ତି ।
”କାରଣ ମୁଁ ଯଦି ସୁସମାଚାର ପ୍ରଚାର କରେ, ସେଥିରେ ମୋହର ଦର୍ପ କରିବାର କିଛି ନାହିଁ, ଯେଣୁ ତାହା କରିବା ନିମନ୍ତେ ମୁଁ ବାଧ୍ୟ; ଆଉ ଯଦି ମୁଁ ସୁସମାଚାର ପ୍ରଚାର ନ କରେ, ତେବେ ହାୟ, ମୁଁ ଦଣ୍ଡର ପାତ୍ର ।
”ତେବେ ମୋହର ପୁରସ୍କାର କ'ଣ? ତାହା ଏହି ଯେ, ଯେପରି ମୁଁ ସୁସମାଚାରରେ ଥିବା ମୋହର ଅଧିକାର ବ୍ୟବହାର ନ କରି ସୁସମାଚାର ପ୍ରଚାର କରୁ କରୁ ସେହି ସୁସମାଚାରକୁ ବିନାମୂଲ୍ୟର ପ୍ରଚାର କରେ ।
”ଅନ୍ୟ ଲୋକମାନଙ୍କ ନିକଟରେ ପ୍ରଚାର କରି କାଳେ ମୁଁ ନିଜେ କୌଣସି ପ୍ରକାରେ ଅଗ୍ରାହ୍ୟ ହୁଏ, ଏଥିପାଇଁ ମୋହର ନିଜ ଶରୀରକୁ କଷ୍ଟ ଦେଇ ବଶରେ ଦାସ କରି ରଖୁଅଛି ।
”ଯେଉଁ ଆଶୀର୍ବାଦର ପାତ୍ରକୁ ଆମ୍ଭେମାନେ ଆଶୀର୍ବାଦ କରୁ, ତାହା କି ଖ୍ରୀଷ୍ଟଙ୍କ ରକ୍ତର ସହଭାଗିତା ନୁହେଁ? ଯେଉଁ ରୁଟି ଆମ୍ଭେମାନେ ଭାଙ୍ଗୁ, ତାହା କି ଖ୍ରୀଷ୍ଟଙ୍କ ଶରୀରର ସହଭାଗିତା ନୁହେଁ? କାରଣ ରୁଟି ଏକ ହେବାରୁ ଆମ୍ଭେମାନେ ଅନେକ ହେଲେ ହେଁ ଏକ ଶରୀର ସ୍ୱରୂପ, ଯେଣୁ ଆମ୍ଭେମାନେ ସମସ୍ତେ ସେହି ଏକ ରୁଟିର ଅଂଶୀ । ଶାରୀରିକ ଜନ୍ମାନୁସାରେ ଯେଉଁମାନେ ଇସ୍ରାଏଲ ଲୋକ, ସେମାନଙ୍କୁ ଦେଖ; ଯେଉଁମାନେ ବଳିମାଂସ ଭୋଜନ କରନ୍ତି, ସେମାନେ କି ବେଦିର ସହଭାଗୀ ନୁହଁନ୍ତି? ତେବେ ଦେବପ୍ରସାଦ ବୋଲି ଯେ କିଛି ଅଛି ବା ପ୍ରତିମା ବୋଲି ଯେ କିଛି ଅଛି, ଏହା କି ମୁଁ କହୁଅଛି? ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ଅଣଯିହୂଦୀମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହି ସବୁ ସେମାନେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି । ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ । ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରି ପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇ ପାର ନାହିଁ ।
”ମୁଁ ଯେପରି ଖ୍ରୀଷ୍ଟଙ୍କ ଅନୁକାରୀ, ତୁମ୍ଭେମାନେ ମଧ୍ୟ ସେହିପରି ମୋହର ଅନୁକାରୀ ହୁଅ।
”କିନ୍ତୁ ତୁମ୍ଭମାନଙ୍କର ସମାଗମ ଯେ ହିତକର ନ ହୋଇ ବରଂ ଅହିତକର ହେଉଅଛି, ଏଥିରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରି ନ ପାରି ଏହି ଆଦେଶ ଦେଉଅଛି । କାରଣ ପ୍ରଥମରେ ମୁଁ ଶୁଣୁଅଛି ଯେ, ମଣ୍ଡଳୀ ସ୍ୱରୂପେ ତୁମ୍ଭମାନଙ୍କର ସମାଗମ ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟିଥାଏ, ଆଉ ମୁଁ କେତେ ପରିମାଣରେ ଏହା ବିଶ୍ୱାସ କରୁଅଛି । ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ ।
”କାରଣ ଯେତେ ଥର ତୁମ୍ଭେମାନେ ଏହି ରୁଟି ଭୋଜନ କର ଓ ଏହି ପାନପାତ୍ରରୁ ପାନ କର, ସେତେ ଥର ତୁମ୍ଭେମାନେ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ତାହାଙ୍କ ମୃତ୍ୟୁ ପ୍ରଚାର କରୁଅଛ । ଅତଏବ, ଯେ କେହି ଅଯୋଗ୍ୟ ଭାବରେ ପ୍ରଭୁଙ୍କର ଏହି ରୁଟି ଭୋଜନ କରେ କିମ୍ବା ଏହି ପାତ୍ରରୁ ପାନ କରେ, ସେ ପ୍ରଭୁଙ୍କ ଶରୀରର ଓ ରକ୍ତର ଦାୟୀ ହେବ । କିନ୍ତୁ ମନୁଷ୍ୟ ଆପଣାକୁ ପରୀକ୍ଷା କରୁ, ଆଉ ସେହିପରି ଭାବେ ଏହି ରୁଟି ଭୋଜନ କରୁ ଓ ଏହି ପାତ୍ରରୁ ପାନ କରୁ । କାରଣ ଯେ ପ୍ରଭୁଙ୍କ ଶରୀରକୁ ବିଶେଷ ନ ଜାଣି ଭୋଜନ କରେ ଓ ପାନ କରେ, ସେ ଆପଣା ଦଣ୍ଡ ନିମନ୍ତେ ଭୋଜନ କରେ ଓ ପାନ କରେ । ଏହି ହେତୁ ତୁମ୍ଭମାନଙ୍କ ମଧ୍ୟରେ ଅନେକେ ଦୁର୍ବଳ ଓ ପୀଡ଼ିତ, ପୁଣି, ଅନେକେ ମହାନିଦ୍ରାପ୍ରାପ୍ତ ଅଟନ୍ତି ।
”ହେ ଭାଇମାନେ, ଆତ୍ମିକ ଦାନ ସମ୍ବନ୍ଧରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ ।
”ଅନୁଗ୍ରହ ଦାନ ବିଭିନ୍ନ ପ୍ରକାର, କିନ୍ତୁ ଆତ୍ମା ଏକ; ସେବା ବିଭିନ୍ନ ପ୍ରକାର, ଆଉ, ପ୍ରଭୁ ଏକ; କାର୍ଯ୍ୟ ବିଭିନ୍ନ ପ୍ରକାର, କିନ୍ତୁ ଈଶ୍ୱର ଏକ, ସେ ସମସ୍ତଙ୍କଠାରେ ସମସ୍ତ ସାଧନ କରନ୍ତି । କିନ୍ତୁ ପ୍ରତ୍ୟେକ ଜଣକୁ ଆତ୍ମାଙ୍କ ଗୁଣପ୍ରକାଶକ ଦାନ ସାଧାରଣ ହିତ ନିମନ୍ତେ ପ୍ରଦତ୍ତ ହୁଏ । କାରଣ ଜଣକୁ ଆତ୍ମାଙ୍କ ଦ୍ୱାରା ବୁଦ୍ଧିର ବାକ୍ୟ, ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଶିକ୍ଷାନୁଯାୟୀ ଜ୍ଞାନର ବାକ୍ୟ, ଅପର ଜଣକୁ ସେହି ଆତ୍ମାଙ୍କ ଦ୍ୱାରା ବିଶ୍ୱାସ, ଆଉ ଜଣକୁ ସେହି ଏକ ଆତ୍ମାଙ୍କ ଦ୍ୱାରା ଆରୋଗ୍ୟ କରିବାର ଶକ୍ତି, ଅନ୍ୟ ଜଣକୁ ନାନା ଶକ୍ତିର କାର୍ଯ୍ୟ ସାଧନ କରିବାର, ଆଉ ଜଣକୁ ଭାବବାଣୀ କହିବାର, ଅନ୍ୟ ଜଣକୁ ଭିନ୍ନ ଭିନ୍ନ ଆତ୍ମା ଚିହ୍ନିବାର, ଆଉ ଜଣକୁ ବିଭିନ୍ନ ପରଭାଷା କହିବାର, ଅନ୍ୟ ଜଣକୁ ଭାଷାର ଅର୍ଥ କରିବାର ଶକ୍ତି ଦାନ କରାଯାଏ । କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ଭିନ୍ନ ଭିନ୍ନ ରୂପେ ଦାନ ବିତରଣ କରି ଏହି ସମସ୍ତ କର୍ମ ସାଧନ କରନ୍ତି ।
”କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ । ଯେଣୁ ଆମ୍ଭେମାନେ ଯିହୂଦୀ ହେଉ ବା ଗ୍ରୀକ୍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛ ।
”କାରଣ ଶରୀର ତ ଏକ ଅଙ୍ଗ ନୁହେଁ, ମାତ୍ର ଅନେକ । ପାଦ ଯଦି କହେ, ମୁଁ ହାତ ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ । ପୁଣି, କାନ ଯଦି କହେ, ମୁଁ ଆଖି ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ । ସମସ୍ତ ଶରୀର ଯଦି ଚକ୍ଷୁ ହୁଏ, ତେବେ ଶ୍ରବଣ କେଉଁଠାରେ? ସମସ୍ତ ଶରୀର ଯଦି କର୍ଣ୍ଣ ହୁଏ, ତେବେ ଶୁଘିଂବା କେଉଁଠାରେ? କିନ୍ତୁ ଈଶ୍ୱର ଅଙ୍ଗପ୍ରତ୍ୟଙ୍ଗକୁ ଗୋଟି ଗୋଟି କରି ଶରୀରରେ ଆପଣା ଇଚ୍ଛାନୁସାରେ ଖଞ୍ଜିଅଛନ୍ତି । ଆଉ, ଯଦି ସେ ସମସ୍ତ ଗୋଟିଏ ଅଙ୍ଗ ହୋଇଥାଆନ୍ତା, ତେବେ ଶରୀର କେଉଁଠାରେ? କିନ୍ତୁ ପ୍ରକୃତରେ ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀର ଏକ । ତୋ'ଠାରେ ମୋହର ପ୍ରୟୋଜନ ନାହିଁ ବୋଲି ଆଖି ହାତକୁ କହିପାରେ ନାହିଁ, କିଅବା ତୋ'ଠାରେ ମୋହର ପ୍ରୟୋଜନ ନାହିଁ ବୋଲି ମସ୍ତକ ପାଦକୁ କହିପାରେ ନାହିଁ । ବରଂ ଅନ୍ୟ ପକ୍ଷରେ ଶରୀରର ଯେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅଧିକ ଦୁର୍ବଳ ବୋଲି ବୋଧ ହୁଏ, ସେହି ସବୁ ଏକାନ୍ତ ପ୍ରୟୋଜନୀୟ; ପୁଣି, ଶରୀରର ଯେଉଁ ସବୁ ଅଙ୍ଗ ଅଧିକ ଆଦରହୀନ ବୋଲି ଆମ୍ଭମାନଙ୍କୁ ବୋଧ ହୁଏ, ସେହି ସବୁ ଅଙ୍ଗକୁ ଆମ୍ଭେମାନେ ଅଧିକତର ସମାଦରରେ ଭୂଷିତ କରୁ; ଆଉ ଆମ୍ଭମାନଙ୍କ ଅନାଦର ଅଙ୍ଗଗୁଡ଼ିକ ଅଧିକତର ଶୋଭାଯୁକ୍ତ ହୁଏ, କିନ୍ତୁ ଆମ୍ଭମାନଙ୍କର ସୁନ୍ଦର ଅଙ୍ଗଗୁଡ଼ିକର ଶୋଭାଯୁକ୍ତ ହେବା ପ୍ରୟୋଜନ ନାହିଁ । ମାତ୍ର ଯେପରି ଶରୀର ମଧ୍ୟରେ ବିଭେଦ ନ ଘଟେ, ବରଂ ଅଙ୍ଗପ୍ରତ୍ୟଙ୍ଗ ସମଭାବରେ ପରସ୍ପରର ମଙ୍ଗଳ ଚିନ୍ତା କରନ୍ତି, ଏଥିପାଇଁ ଈଶ୍ୱର ଆଦରହୀନ ଅଙ୍ଗକୁ ଅଧିକତର ସମାଦର ଦେଇ ଶରୀରକୁ ସଙ୍ଗଠନ କରିଅଛନ୍ତି । ଆଉ, ଗୋଟିଏ ଅଙ୍ଗ ଦୁଃଖଭୋଗ କଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତା'ର ସହିତ ଦୁଃଖଭୋଗ କରନ୍ତି, କିମ୍ବା ଗୋଟିଏ ଅଙ୍ଗ ଗୌରବପ୍ରାପ୍ତ ହେଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତା'ର ସହିତ ଆନନ୍ଦ କରନ୍ତି । ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଶରୀର, ଆଉ ଏକ ଏକ ଜଣ ଏକ ଏକ ଅଙ୍ଗ ସ୍ୱରୂପ ।
”ପୁଣି, ଈଶ୍ୱର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି । ସମସ୍ତେ କି ପ୍ରେରିତ? ସମସ୍ତେ କି ଭାବବାଦୀ? ସମସ୍ତେ କି ଶିକ୍ଷକ? ସମସ୍ତେ କି ଶକ୍ତିର କାର୍ଯ୍ୟସାଧକ? ସମସ୍ତେ କି ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କି ପରଭାଷାରେ କଥା କହନ୍ତି? ସମସ୍ତେ କି ଭାଷାର ଅର୍ଥ କରନ୍ତି?
”କିନ୍ତୁ ଯେ ଭାବବାଣୀ କହେ, ସେ ମନୁଷ୍ୟମାନଙ୍କୁ ନିଷ୍ଠା, ଉତ୍ସାହ ଓ ସାନ୍ତ୍ୱନାଜନକ କଥା କହେ । ଯେ ପରଭାଷାରେ କଥା କହେ, ସେ ନିଜର ନିଷ୍ଠା ଜନ୍ମାଏ, କିନ୍ତୁ ଯେ ଭାବବାଣୀ କହେ, ସେ ମଣ୍ଡଳୀର ନିଷ୍ଠା ଜନ୍ମାଏ । ତୁମ୍ଭେମାନେ ସମସ୍ତେ ଯେ ପରଭାଷାରେ କଥା କୁହ, ଏହା ମୋହର ଇଚ୍ଛା, କିନ୍ତୁ ତୁମ୍ଭେମାନେ ଯେ ଭାବବାଣୀ କୁହ, ଏହା ମୋହର ଅଧିକ ଇଚ୍ଛା; ଯେ ପରଭାଷାରେ କଥା କହେ, ସେ ଯଦି ମଣ୍ଡଳୀର ନିଷ୍ଠା ପ୍ରାପ୍ତି ନିମନ୍ତେ ଭାଷାର ଅର୍ଥ ନ କରେ, ତେବେ ତାହା ଅପେକ୍ଷା ଯେ ଭାବବାଣୀ କହେ, ସେ ଶ୍ରେଷ୍ଠ ।
”ତଥାପି ମୁଁ ଯେପରି ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେଇ ପାରେ, ଏଥି ନିମନ୍ତେ ମଣ୍ଡଳୀରେ ପରଭାଷାରେ ଦଶ ହଜାର କଥା କହିବା ଅପେକ୍ଷା ବରଂ ବୁଦ୍ଧି ସହିତ ପାଞ୍ଚୋଟି କଥା କହିବାକୁ ଭଲ ପାଏ ।
”ଏଣୁ ପରଭାଷାରେ କଥା କହିବା ବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନ ସ୍ୱରୂପ ନୁହେଁ, ମାତ୍ର ଅବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନ ସ୍ୱରୂପ; ଅନ୍ୟ ପକ୍ଷରେ ଭାବବାଣୀ କହିବା ଅବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନ ସ୍ୱରୂପ ନୁହେଁ, ମାତ୍ର ବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନ ସ୍ୱରୂପ । ଆହୁରି ମଧ୍ୟ ସମସ୍ତ ମଣ୍ଡଳୀ ଯଦି ସମବେତ ହୁଏ ଓ ସମସ୍ତେ ପରଭାଷାରେ କଥା କହନ୍ତି, ପୁଣି, ସାଧାରଣ ବା ଅବିଶ୍ୱାସୀ ଲୋକମାନେ ଆସନ୍ତି, ତାହାହେଲେ ତୁମ୍ଭେମାନେ ପାଗଳ ବୋଲି କ'ଣ ସେମାନେ କହିବେ ନାହିଁ? କିନ୍ତୁ ଯଦି ସମସ୍ତେ ଭାବବାଣୀ କହନ୍ତି, ପୁଣି, ଜଣେ ଅବିଶ୍ୱାସୀ ବା ସାଧାରଣ ଲୋକ ଆସେ, ତେବେ ସେ ସମସ୍ତଙ୍କ ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୁଏ, ସମସ୍ତଙ୍କ ଦ୍ୱାରା ବିଚାରିତ ହୁଏ, ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହୁଏ; ସେଥିରେ ସେ ମୁହଁ ମାଡ଼ି ପଡ଼ିବ ଓ ଈଶ୍ୱର ଯେ ନିଶ୍ଚୟ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ୱୀକାର କରି ତାହାଙ୍କୁ ପ୍ରଣାମ କରିବ ।
”ହେ ଭାଇମାନେ, ତେବେ କର୍ତ୍ତବ୍ୟ କ'ଣ? ତୁମ୍ଭେମାନେ ସମବେତ ହେବା ସମୟରେ ଗୀତ, ବା ଶିକ୍ଷା, ବା ପ୍ରକାଶିତ ବାକ୍ୟ, ବା ପରଭାଷା ବା ଭାଷାର ଅର୍ଥ, ଏପରି ପ୍ରତ୍ୟେକର କିଛି ନା କିଛି ଅଛି । ସମସ୍ତ ବିଷୟ ନିଷ୍ଠା ନିମନ୍ତେ କରାଯାଉ । ଯଦି କେହି ପରଭାଷାରେ କଥା କହେ, ତେବେ ଦୁଇ ଅବା ଅଧିକ ହେଲେ ତିନି ଜଣ ପାଳି ଅନୁସାରେ କହନ୍ତୁ, ଆଉ ଜଣେ ଅର୍ଥ କରୁ । କିନ୍ତୁ ଯଦି କୌଣସି ଅର୍ଥକାରକ ନ ଥାଏ, ତାହାହେଲେ ସେ ମଣ୍ଡଳୀରେ ନୀରବ ରହୁ ଓ ନିରୋଳାରେ ଈଶ୍ୱରଙ୍କୁ କହୁ । ଆଉ, ଦୁଇ ବା ତିନି ଜଣ ଭାବବାଣୀ କହନ୍ତୁ, ପୁଣି, ଅନ୍ୟମାନେ ବିଚାର କରନ୍ତୁ । କିନ୍ତୁ ଉପବିଷ୍ଟ ଅନ୍ୟ କାହାରି ପ୍ରତି ଯଦି କୌଣସି ବାକ୍ୟ ପ୍ରକାଶିତ ହୁଏ, ତାହାହେଲେ ପ୍ରଥମ ଜଣକ ନୀରବ ହେଉ । କାରଣ ଯେପରି ସମସ୍ତେ ଶିକ୍ଷା ପାଆନ୍ତି, ପୁଣି, ସମସ୍ତେ ଚେତନା ପ୍ରାପ୍ତ ହୁଅନ୍ତି, ଏଥି ନିମନ୍ତେ ତୁମ୍ଭେମାନେ ସମସ୍ତେ ଜଣ ଜଣ କରି ଭାବବାଣୀ କହିପାର । ଭାବବାଦୀମାନଙ୍କ ଆତ୍ମା ଭାବବାଦୀମାନଙ୍କର ବଶୀଭୂତ । କାରଣ ଈଶ୍ୱର ବିଶୃଙ୍ଖଳତାର ଈଶ୍ୱର ନୁହଁନ୍ତି, ମାତ୍ର ଶାନ୍ତିର ଈଶ୍ୱର ।
”ସାଧୁମାନଙ୍କ ସମସ୍ତ ମଣ୍ଡଳୀରେ ଯେପରି ହୋଇଥାଏ, ସେହିପରି ସ୍ତ୍ରୀଲୋକମାନେ ମଣ୍ଡଳୀରେ ନୀରବ ରହନ୍ତୁ, ଯେଣୁ କଥା କହିବା ପାଇଁ ସେମାନେ ଅନୁମତି ପାଇ ନାହାଁନ୍ତି, ବରଂ ମୋଶାଙ୍କ ବ୍ୟବସ୍ଥାର ଉକ୍ତି ଅନୁସାରେ ସେମାନେ ବଶୀଭୂତ ହୋଇ ରହନ୍ତୁ । ସେମାନେ ଯଦି କୌଣସି ବିଷୟ ବୁଝିବାକୁ ଇଚ୍ଛା କରନ୍ତି, ତେବେ ଘରେ ଆପଣା ଆପଣା ସ୍ୱାମୀମାନଙ୍କୁ ପଚାରନ୍ତୁ, କାରଣ ମଣ୍ଡଳୀ ମଧ୍ୟରେ କଥା କହିବା ସ୍ତ୍ରୀଲୋକ ପକ୍ଷରେ ଲଜ୍ଜାଜନକ । କ'ଣ? ଈଶ୍ୱରଙ୍କ ବାକ୍ୟ କି ତୁମ୍ଭମାନଙ୍କଠାରୁ ବାହାରିଅଛି? ଅବା କେବଳ ତୁମ୍ଭମାନଙ୍କ ନିକଟକୁ ଆସିଅଛି? କେହି ଯଦି ଆପଣାକୁ ଭାବବାଦୀ ବା ଆତ୍ମିକ ଦାନ ପ୍ରାପ୍ତ ବୋଲି ମନେ କରେ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଲେଖୁଅଛି, ସେହି ସବୁ ଯେ ପ୍ରଭୁଙ୍କ ଆଜ୍ଞା, ଏହା ସେ ଜ୍ଞାତ ହେଉ । କିନ୍ତୁ କେହି ଯଦି ଜ୍ଞାତ ନ ହୁଏ, ତେବେ ସେ ଅଜ୍ଞାତ ରହୁ ।
”ଏଣୁ ହେ ମୋହର ଭାଇମାନେ, ଭାବବାଣୀ କହିବାକୁ ଏକାନ୍ତ ଚେଷ୍ଟା କର; ପୁଣି, ପରଭାଷାରେ କଥା କହିବାକୁ ମନା ନ କର । କିନ୍ତୁ ସମସ୍ତ ବିଷୟ ସୁନ୍ଦରତାରେ ଓ ଶୃଙ୍ଖଳତାନୁସାରେ କରାଯାଉ ।
”କାରଣ ଈଶ୍ୱରଙ୍କ ମଣ୍ଡଳୀକୁ ତାଡ଼ନା କରିଥିବାରୁ ପ୍ରେରିତମାନଙ୍କ ମଧ୍ୟରେ ମୁଁ କ୍ଷୁଦ୍ରତମ, ପୁଣି, ପ୍ରେରିତ ନାମରେ ଖ୍ୟାତ ହେବାକୁ ଅଯୋଗ୍ୟ ।
”ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ ।
”ଭାଇମାନେ ସମସ୍ତେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର ।
”ସେହି ଅନେକ ଲୋକ ଯେପରି ଈଶ୍ୱରଙ୍କ ବାକ୍ୟବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ୱରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ ।
”ଆମ୍ଭେମାନେ ଯେ ନିଜଠାରୁ କିଛି ଉଦ୍ଭାବନ କରିବାକୁ ସମର୍ଥ, ଏପରି ନୁହେଁ, ମାତ୍ର ଆମ୍ଭମାନଙ୍କର ସାମର୍ଥ୍ୟ ଈଶ୍ୱରଙ୍କଠାରୁ; ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାଁନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ,ମାତ୍ର ଆତ୍ମା ଜୀବନଦାୟକ;
”ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୁର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଈଶ୍ୱରଙ୍କ ବାକ୍ୟ ଛଳରେ ବ୍ୟବହାରକରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ୱାରା ଈଶ୍ୱରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛୁ ।
”କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ ।
”କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ବୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ୱରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ୱର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ ।
”ଅତଏବ, ଈଶ୍ୱର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ୱରଙ୍କ ସହିତ ସମ୍ମିଳିତ ହୁଅ ।
”ଆହୁରି ମଧ୍ୟ ଈଶ୍ୱରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ ।
”ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,
”ପ୍ରତିମା ସହିତ ଈଶ୍ୱରଙ୍କ ମନ୍ଦିରର କି ସମ୍ବନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ୱରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ୱର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ । ଏଣୁ ପ୍ରଭୁ ଏହା କହନ୍ତି, "ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ୍ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା,''
”ସାଧୁମାନଙ୍କ ସେବାର ସହଭାଗିତାରୂପ ଅନୁଗ୍ରହ ପ୍ରାପ୍ତ ହେବା ନିମନ୍ତେ ସେମାନେ ସ୍ଵେଚ୍ଛାରେ ବହୁତ ବିନତିସହ ଆମ୍ଭମାନଙ୍କୁ ନିବେଦନ କଲେ;
”ତୀତସଙ୍କ ବିଷୟରେ ଯଦି କେହି ପଚାରେ, ସେ ମୋହର ସହଭାଗୀ ଓ ତୁମ୍ଭମାନଙ୍କ ନିମନ୍ତେ ମୋହର ସହକର୍ମୀ; କିଅବା ଯଦି ଆମ୍ଭମାନଙ୍କ ଭାଇମାନଙ୍କ ସମ୍ବନ୍ଧରେ ପଚାରେ, ସେମାନେ ମଣ୍ଡଳୀସମୂହ ଦ୍ୱାରା ପ୍ରେରିତ, ପୁଣି, ଖ୍ରୀଷ୍ଟଙ୍କ ଗୌରବ ସ୍ୱରୂପ । ଅତଏବ, ତୁମ୍ଭମାନଙ୍କ ପ୍ରେମ ଓ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପର ପ୍ରମାଣ ମଣ୍ଡଳୀସମୂହର ସମ୍ମୁଖରେ ସେମାନଙ୍କୁ ଦେଖାଅ ।
”କିନ୍ତୁ ଦର୍ପର ବିଷୟରେ ଆମ୍ଭମାନଙ୍କ ପରି ଦେଖାଯିବା ନିମନ୍ତେ ଯେଉଁମାନେ ସୁଯୋଗ ଅନ୍ୱେଷଣ କରନ୍ତି, ମୁଁ ଯେପରି ସେମାନଙ୍କୁ ସୁଯୋଗ ନ ଦିଏ, ଏଥି ନିମନ୍ତେ ମୁଁ ଯାହା କରୁଅଛି, ତାହା କରୁଥିବି । କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି ।
”ଯେ ସମସ୍ତ ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ଶକ୍ତିର କାର୍ଯ୍ୟ ପ୍ରେରିତଙ୍କ ଲକ୍ଷଣ ସ୍ୱରୂପ, ସେହି ସବୁ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ସମ୍ପୂର୍ଣ୍ଣ ଧୈର୍ଯ୍ୟ ସହକାରେ ସାଧିତ ହୋଇଅଛି ।
”ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର । ସମସ୍ତ ସାଧୁ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ, ଈଶ୍ୱରଙ୍କ ପ୍ରେମ ଓ ପବିତ୍ର ଆତ୍ମାଙ୍କ ସହଭାଗିତା ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ ।
”କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ଦୂତ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ । ଯେପରି ଆମ୍ଭେମାନେ ପୂର୍ବରେ କହିଅଛୁ, ସେହିପରି ମୁଁ ଏବେ ଆଉ ଥରେ କହୁଅଛି, ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କରିଥିଲ, ତା ବ୍ୟତୀତ ଯଦି କୌଣସି ଲୋକ ଅନ୍ୟ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ । ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ୱରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ ।
”ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ି ପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ । ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ମୋଶାଙ୍କ ବ୍ୟବସ୍ଥା ସଫଳ କରିବ । ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ ।
”ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ ।
”ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ; ସେହି ମଣ୍ଡଳୀ ତାହାଙ୍କ ଶରୀର ସ୍ୱରୂପ, ଅର୍ଥାତ୍ ଯେ ସମସ୍ତ ବିଷୟକୁ ସର୍ବତୋଭାବେ ପୂର୍ଣ୍ଣ କରନ୍ତି, ତାହାଙ୍କ ପୂର୍ଣ୍ଣତା ।
”ଅତଏବ ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ୱରଙ୍କ ପରିବାରଭୁକ୍ତ ଅଟ; ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେହି କୋଣର ପ୍ରଧାନ ପ୍ରସ୍ତର; ତାହାଙ୍କଠାରେ ପ୍ରତ୍ୟେକ ଗୃହ ଏକତ୍ର ସଂଲଗ୍ନ ହୋଇ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ସ୍ୱରୂପେ ବୃଦ୍ଧି ପାଉଅଛି; ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଈଶ୍ୱରଙ୍କ ଆତ୍ମିକ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ ।
”ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା, ଅର୍ଥାତ୍ ସୁସମାଚାର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଣଯିହୂଦୀମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି; ଈଶ୍ୱରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି। ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ, ପୁଣି, ସର୍ବସୃଷ୍ଟିକର୍ତ୍ତା ଈଶ୍ୱରଙ୍କଠାରେ ପ୍ରାଚୀନ କାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ତାହାଙ୍କ ସଂକଳ୍ପ କ'ଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି, ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ୱର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ,
”ଯୁଗେ ଯୁଗେ ପୁରୁଷାନୁକ୍ରମରେ ମଣ୍ଡଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତାହାଙ୍କର ଗୌରବ ହେଉ । ଆମେନ୍।
”ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର, ଅର୍ଥାତ୍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ; ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ । ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ୱାନର ଏକ ଭରସାରେ ମଧ୍ୟ ଆହୁତ ହୋଇଅଛ; ଏକ ପ୍ରଭୁ, ଏକ ବିଶ୍ୱାସ, ଏକ ବାପ୍ତିସ୍ମ, ସମସ୍ତଙ୍କ ଏକ ଈଶ୍ୱର ଓ ପିତା; ସେ ସମସ୍ତଙ୍କ ଉପରେ, ସମସ୍ତଙ୍କ ମଧ୍ୟରେ ଏବଂ ସମସ୍ତଙ୍କ ଅନ୍ତରରେ ଅଛନ୍ତି ।
”ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି, ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠାପ୍ରାପ୍ତ ହୁଏ, ଶେଷରେ ଯେପରି ଆମ୍ଭମାନେ ସମସ୍ତେ ବିଶ୍ୱାସରେ ଓ ଈଶ୍ୱରଙ୍କ ପୁତ୍ର ବିଷୟକ ଜ୍ଞାନରେ ଏକତା ପ୍ରାପ୍ତ ହେଉ, ଅର୍ଥାତ୍ ଖ୍ରୀଷ୍ଟଙ୍କ ପୂର୍ଣ୍ଣତାର ପରିମାଣ ଅନୁସାରେ ପୂର୍ଣ୍ଣ ବୟସ୍କ ପୁରୁଷ ହେଉ, ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ, କିନ୍ତୁୁ ସତ୍ୟ ଅବଲମ୍ବନ କରି ମସ୍ତକ ସ୍ଵରୂପ ଯେ ଖ୍ରୀଷ୍ଟ, ତାହାଙ୍କ ଉଦ୍ଦେଶ୍ୟରେ ସର୍ବ ବିଷୟରେ ପ୍ରେମରେ ବୃଦ୍ଧି ପାଉ; ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧିର ସାହାଯ୍ୟ ଦ୍ୱାରା ପୁଣି, ପ୍ରତ୍ୟେକ ଅଂଶର କାର୍ଯ୍ୟସାଧକ ଶକ୍ତି ଅନୁସାରେ ସୁଖଚିତ ଓ ସୁସଂଯୁକ୍ତ ହୋଇ ପ୍ରେମରେ ଆପଣାର ନିଷ୍ଠା ନିମନ୍ତେ ନିଜର ବୃଦ୍ଧି ସାଧନ କରୁଅଛି ।
”ପୁଣି, ତୁମ୍ଭମାନଙ୍କ ହୃଦୟରେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର; ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ, ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂୂତ ହୁଅ ।
”କାରଣ ଖ୍ରୀଷ୍ଟ ଯେପରି ମଣ୍ଡଳୀର ମସ୍ତକ ସ୍ଵରୂପ, ସ୍ୱାମୀ ମଧ୍ୟ ସେହିପରି ସ୍ତ୍ରୀର ମସ୍ତକ ସ୍ଵରୂପ, ପୁଣି, ଖ୍ରୀଷ୍ଟ ଆପଣା ଶରୀରରୂପ ମଣ୍ଡଳୀର ତ୍ରାଣକର୍ତ୍ତା । ହଁ, ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ, ସେହିପରି ସ୍ତ୍ରୀମାନେ ମଧ୍ୟ ସବୁ ବିଷୟରେ ଆପଣା ଆପଣା ସ୍ୱାମୀର ବସୀଭୂତା ହେଉନ୍ତୁ। ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ସେ ତ ତାହା ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ତାହାକୁ ପରିଷ୍କାର କରି ପବିତ୍ର କରନ୍ତି, ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ, ଆଉ ସେହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି ।
”କେହି ତ ଆପଣା ଶରୀରକୁ କେବେ ଘୃଣା କରେ ନାହିଁ, ମାତ୍ର ତାହାର ଭରଣପୋଷଣ ଓ ଲାଳନପାଳନ କରେ; ଯେଣୁ ଆମ୍ଭେମାନେ ତାହାଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ । ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀ ଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ । ଏହା ଗୋଟିଏ ଅତି ନିଗୂଢ଼ତତ୍ତ୍ୱ, କିନ୍ତୁ ମୁଁ ଖ୍ରୀଷ୍ଟ ଓ ମଣ୍ଡଳୀ ସମ୍ବନ୍ଧରେ ଏହା କହୁଅଛି ।
”ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ୱନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି, କୌଣସି ପ୍ରେମପୂର୍ଣ୍ଣ କରୁଣା ଓ ଦୟା ଥାଏ, ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର, ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର; ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ ।
”ହେ ଭ୍ରାତୃଗଣ, ତୁମ୍ଭେମାନେ ଏକତ୍ର ମିଳି ମୋହର ଅନୁକାରୀ ହୁଅ, ପୁଣି, ଆମ୍ଭମାନଙ୍କଠାରେ ଯେଉଁ ଆଦର୍ଶ ଦେଖୁଅଛ, ଯେଉଁମାନେ ତଦନୁଯାୟୀ ଆଚରଣ କରନ୍ତି, ସେମାନଙ୍କ ପ୍ରତି ଦୃଷ୍ଟି କର ।
”ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋ' ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି ।
”ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି ।
”ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ଡଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି; ଈଶ୍ୱର ମୋତେ ଯେଉଁ ଭଣ୍ଡାରଘରିଆ ପଦ ତୁମ୍ଭମାନଙ୍କ ନିମନ୍ତେ ଦେଇଅଛନ୍ତି, ତଦନୁସାରେ ମୁଁ ସେହି ମଣ୍ଡଳୀର ଜଣେ ସେବକ ହୋଇଅଛି, ଯେପରି ମୁଁ ଈଶ୍ୱରଙ୍କ ବାକ୍ୟ ସମ୍ପୂର୍ଣ୍ଣ ରୂପେ ପ୍ରଚାର କରେ ।
”ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ୱାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ୱରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି ।
”ଅତଏବ, ଈଶ୍ୱରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁୁତା ପରିଧାନ କର। ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର । ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ। ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ । ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର ।
”କିନ୍ତୁ ଆମ୍ଭମାନଙ୍କ ହସ୍ତରେ ସୁସମାଚାର ପ୍ରଚାରର ଭାର ସମର୍ପିତ ହେବା ନିମନ୍ତେ ଆମ୍ଭେମାନେ ଯେରୂପେ ଈଶ୍ୱରଙ୍କ ଦ୍ୱାରା ଯୋଗ୍ୟ ଗଣିତ ହୋଇଅଛୁ, ସେହିରୂପେ ଆମ୍ଭେମାନେ ପ୍ରଚାର କରୁଅଛୁ; ଅତଏବ ଆମ୍ଭମାନଙ୍କ ହୃଦୟର ପରୀକ୍ଷକ ଯେ ଈଶ୍ୱର, ବରଂ ଆମ୍ଭେମାନେ ମନୁଷ୍ୟକୁ ସନ୍ତୁଷ୍ଟ ନ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ତାହା କରୁଅଛୁ । ତୁମ୍ଭେମାନେ ତ ଜାଣ ଯେ, ଆମ୍ଭେମାନେ କୌଣସି ପ୍ରକାର ଚାଟୁବାଦ ବ୍ୟବହାର କରି ନାହୁଁ, କିଅବା ଲୋଭର ଛଳନାତ୍ମକ ବାକ୍ୟ କହିନାହୁଁ, ଈଶ୍ୱର ଏଥିର ସାକ୍ଷୀ । ଯଦ୍ୟପି ଖ୍ରୀଷ୍ଟଙ୍କ ପ୍ରେରିତ ସ୍ୱରୂପେ ଆମ୍ଭେମାନେ ସମ୍ଭ୍ରମ ଦାବି କରି ପାରିଥାନ୍ତୁ, ତଥାପି ତୁମ୍ଭମାନଙ୍କର ଠାରୁ ହେଉ ବା ଅନ୍ୟ କାହାରିଠାରୁ ହେଉ କୌଣସି ମନୁଷ୍ୟଠାରୁ ଗୌରବ ପାଇବାକୁ ଚେଷ୍ଟା କରି ନାହୁଁ । କିନ୍ତୁ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ମୃଦୁଶୀଳ ହୋଇ, ମାତା ଯେପରି ଆପଣା ସନ୍ତାନମାନଙ୍କୁ ଲାଳନପାଳନ କରେ, ସେହି ପ୍ରକାରେ ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ସ୍ନେହ ଥିବାରୁ ଆମ୍ଭେମାନେ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ସୁସମାଚାର କେବଳ ନୁହେଁ, ମାତ୍ର ଆପଣା ପ୍ରାଣ ଦେବାକୁ ସୁଧା ଇଚ୍ଛୁକ ଥିଲୁ, କାରଣ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରିୟପାତ୍ର ହୋଇଥିଲ । ହେ ଭାଇମାନେ, ଆମ୍ଭମାନଙ୍କ ପରିଶ୍ରମ ଓ କଠିନ କାର୍ଯ୍ୟ ତୁମ୍ଭମାନଙ୍କ ସ୍ମରଣରେ ଅଛି; ଯେପରି ଆମ୍ଭେମାନେ ତୁମ୍ଭମାନଙ୍କ କାହାରି ଭାର ସ୍ୱରୂପ ନ ହେଉ, ଏଥି ନିମନ୍ତେ ଦିବାରାତ୍ର କଠୋର ପରିଶ୍ରମ କରି ଈଶ୍ୱରଙ୍କ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ ।
”ଭ୍ରାତୃପ୍ରେମ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଈଶ୍ୱରଙ୍କ ଦ୍ୱାରା ନିଜେ ଶିକ୍ଷିତ ହୋଇଅଛ,
”ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ । ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ୱରୂପେ ନିଯୁକ୍ତି ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର, ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟନ୍ତ ଆଦର କର । ପରସ୍ପର ସଙ୍ଗରେ ଶାନ୍ତିରେ ରୁହ । ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ ।
”ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କଷ୍ଟ ଭୋଗୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ସହିଷ୍ଣୁତା ଓ ବିଶ୍ୱାସ ନିମନ୍ତେ ଆମ୍ଭେମାନେ ନିଜେ ଈଶ୍ୱରଙ୍କ ମଣ୍ଡଳୀସମୂହରେ ତୁମ୍ଭମାନଙ୍କ ବିଷୟରେ ଗର୍ବ କରିଥାଉ । ଈଶ୍ୱରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ୱରଙ୍କ ଉଚିତ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,
”ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପାଇଥିବା ଶିକ୍ଷା ଅନୁସାରେ ଆଚରଣ ନ କରି ଆଳସ୍ୟରେ ଜୀବନ କାଟେ, ତାହାଠାରୁ ଆପଣା ଆପଣାକୁ ଅଲଗା କର ।
”ଆଉ ଯେବେ କେହି ଏହି ପତ୍ରରେ ଲେଖାଯାଇଥିବା ଆମ୍ଭମାନଙ୍କ କଥା ନ ମାନେ, ତେବେ ସେହି ଲୋକକୁ ଚିହ୍ନି ରଖ, ପୁଣି, ସେ ଯେପରି ଲଜ୍ଜିତ ହୁଏ, ଏଥି ନିମନ୍ତେ ତାହା ସହିତ ସମ୍ପର୍କ ରଖ ନାହିଁ; ତଥାପି ତାହାକୁ ଶତ୍ରୁ ବୋଲି ଭାବ ନାହିଁ, ମାତ୍ର ତାହାକୁ ଭାଇ ବୋଲି ଭାବି ସତର୍କ କରାଅ ।
”ତାହା ମୋଶାଙ୍କ ବ୍ୟବସ୍ଥାର ଉଦ୍ଦେଶ୍ୟ ଅଟେ; କେହି କେହି ଏସମସ୍ତ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅସାର କଥାରେ ଆସକ୍ତ ହୋଇ ପଥଭ୍ରଷ୍ଟ ହୋଇଅଛନ୍ତି; ସେମାନେ ମୋଶାଙ୍କ ବ୍ୟବସ୍ଥାର ଶିକ୍ଷକ ହେବାକୁ ଇଚ୍ଛା କରନ୍ତି, ମାତ୍ର ଯାହା କହନ୍ତି, କି କେଉଁ ବିଷୟରେ ଦୃଢ଼ ଶିକ୍ଷା ଦିଅନ୍ତି, ତାହା ନିଜେ ବୁଝନ୍ତି ନାହିଁ ।
”ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୂଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ । ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ ।
”ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ । ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ୱୀକାର କରି ନିରବରେ ଶିକ୍ଷା ଗ୍ରହଣ କରୁ । ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ନିରବରେ ରହୁ । କାରଣ ପ୍ରଥମେ ଆଦମ ସୃଷ୍ଟ ହେଲେ, ତାହା ପରେ ହବା; ଆଉ ଆଦମ ଠକରେ ପଡ଼ି ନ ଥିଲେ, ମାତ୍ର ନାରୀ ଠକରେ ପଡ଼ି ଆଜ୍ଞା ନ ମାନିବା ଦୋଷରେ ଦୋଷୀ ହେଲେ;
”ଏହି କଥା ସତ୍ୟ, କେହି ଯଦି ଅଧ୍ୟକ୍ଷ ପଦ ପାଇବାକୁ ଆକାଂକ୍ଷା କରନ୍ତି, ତେବେ ସେ ଉତ୍ତମ କାର୍ଯ୍ୟ ଇଚ୍ଛା କରନ୍ତି । ଅତଏବ, ଅଧ୍ୟକ୍ଷଙ୍କର ନିନ୍ଦନୀୟ ନ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ୱାମୀ, ଆତ୍ମସଞ୍ଜମ, ଉତ୍ତମ ବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ, ମଦ୍ୟପାୟୀ କି ବିବାଦପ୍ରିୟ ନ ହୋଇ ବରଂ ମୃଦୁଶୀଳ, ନିର୍ବିରୋଧ ଓ ନିର୍ଲୋଭ ହେବେ, ନିଜ ପରିବାରକୁ ଉତ୍ତମ ରୂପେ ଶାସନ କରିବେ, ଗାମ୍ଭୀର୍ଯ୍ୟ ସହକାରେ ଆପଣା ସନ୍ତାନମାନଙ୍କୁ ବଶୀଭୂତ କରି ରଖିବେ । (କେହି ଯେବେ ଆପଣା ପରିବାରକୁ ଶାସନ କରିବାକୁ ଜାଣେ ନାହିଁ, ତେବେ ସେ କିପରି ଈଶ୍ୱରଙ୍କ ମଣ୍ଡଳୀର ଦାୟିତ୍ୱ ନେବ?) ସେ ନୂତନ ଶିଷ୍ୟ ହୋଇ ନ ଥିବେ, କାଳେ ଅସାରଗର୍ବୀ ହୋଇ ଶୟତାନ ଭଳି ଦଣ୍ଡଗ୍ରସ୍ତ ହେବେ । ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସମ୍ମାନ ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ ।
”ସେହି ପ୍ରକାରେ ସେବକମାନଙ୍କର ଶୁଦ୍ଧ ବିବେକରେ ବିଶ୍ୱାସର ନିଗୂଢ଼ତତ୍ତ୍ୱ ଅବଲମ୍ବନ କରି ଗମ୍ଭୀର, ଛଳନାବାକ୍ୟରହିତ, ମଦ୍ୟପାନରେ ଅନାସକ୍ତ ଓ କୁତ୍ସିତ ଧନଲାଭରେ ନିର୍ଲୋଭ ହେବା ଆବଶ୍ୟକ; ସେମାନେ ମଧ୍ୟ ପ୍ରଥମେ ପରୀକ୍ଷିତ ହେଉନ୍ତୁ, ପୁଣି, ଦୋଷ ନ ଦେଖାଗଲେ ସେବକ ପଦରେ ନିଯୁକ୍ତ ହେଉନ୍ତୁ । ସେହି ପ୍ରକାରେ ସ୍ତ୍ରୀମାନଙ୍କର ମଧ୍ୟ ପରନିନ୍ଦାକାରିଣୀ ନ ହୋଇ ଗମ୍ଭୀର, ମିତାଚାରିଣୀ ଓ ସମସ୍ତ ବିଷୟରେ ବିଶ୍ୱସ୍ତ ହେବା ଆବଶ୍ୟକ । ସେବକମାନେ ଏକ ଏକ ସ୍ତ୍ରୀର ସ୍ୱାମୀ ହେଉନ୍ତୁ, ପୁଣି, ନିଜ ନିଜ ସନ୍ତାନମାନଙ୍କୁ ଓ ପରିବାରକୁ ଉତ୍ତମ ରୂପେ ଶାସନ କରନ୍ତୁ । କାରଣ ଯେଉଁମାନେ ଉତ୍ତମ ରୂପେ ସେବକ କାର୍ଯ୍ୟ କରିଅଛନ୍ତି, ସେମାନେ ନିଜ ନିଜ ପାଇଁ ଉତ୍ତମ ଖ୍ୟାତି ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସମୂଳକ ଅଧିକ ସାହସ ପାଇବେ ।
”ମାତ୍ର ଯେବେ ମୋହର ବିଳମ୍ବ ହୁଏ, ତେବେ ଈଶ୍ୱରଙ୍କ ଗୃହରେ, ଅର୍ଥାତ୍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ୱରୂପ ଜୀବିତ ଈଶ୍ୱରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜାଣି ପାର, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି ।
”ଆତ୍ମା ସ୍ପଷ୍ଟରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ
”ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୃଷ୍ଟ ହେବ; କିନ୍ତୁ ବୟସ୍କା ସ୍ତ୍ରୀଲୋକମାନଙ୍କର ଅସାର କହାଣୀସବୁ ଗ୍ରହଣ କର ନାହିଁ । ଈଶ୍ୱରପରାୟଣ ଜୀବନ ଯାପନ କରିବା ନିମନ୍ତେ ଅଭ୍ୟାସ କର,
”ତୁମ୍ଭେ ଏହି ସମସ୍ତ ବିଷୟ ଆଜ୍ଞା ଦେଇ ଶିକ୍ଷା ଦିଅ । ତୁମ୍ଭର ଯୌବନ ଅବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ୱାସରେ ଓ ପବିତ୍ରତାରେ ବିଶ୍ୱାସୀମାନଙ୍କର ଉଦାହରଣସ୍ୱରୂପ ହୁଅ । ମୁଁ ନ ଯିବା ପର୍ଯ୍ୟନ୍ତ ଶାସ୍ତ୍ରପାଠ,ଉପଦେଶ ଓ ଶିକ୍ଷାଦାନରେ ମନୋଯୋଗ କର । ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ୱାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ତାହା ଅବହେଳା ନ କର । ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥି ନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ । ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ,ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ ।
”ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ । କାରଣ ଶାସ୍ତ୍ର କହେ, "ବେଙ୍ଗଳା ବୁଲୁଥିବା ବଳଦର ମୁହଁରେ ତୁଣ୍ଡି ଦିଅ ନାହିଁ" । ପୁଣି, କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ । ଦୁଇ ବା ତିନି ଜଣ ସାକ୍ଷୀଙ୍କ ବିନା କୌଣସି ପ୍ରାଚୀନଙ୍କ ବିରୁଦ୍ଧରେ ଅଭିଯୋଗ ଗ୍ରହଣ କର ନାହିଁ । ଯେଉଁମାନେ ପାପ କରନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟ ପାଆନ୍ତି । ଈଶ୍ୱରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ । ହଠାତ୍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ବା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ପବିତ୍ର କରି ରଖ ।
”କେହି ଯଦି ଭିନ୍ନ ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ୱରପରାୟଣତା ଅନୁଯାୟୀ ଶିକ୍ଷା ଗ୍ରହଣ ନ କରେ,
”ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ୱରୂପେ ନିଯୁକ୍ତ ହୋଇଅଛି ଏହି କାରଣରୁ ମଧ୍ୟ ମୁଁ ଏହି ସବୁ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ (ବିଚାର ଦିନ) ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି |
”ଆଉ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଯେଉଁ ସବୁ ବାକ୍ୟ ମୋଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ୱସ୍ତ ଲୋକମାନଙ୍କ ନିକଟରେ ସେହି ସବୁ ଅର୍ପଣ କର । ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ଯୋଦ୍ଧା ପରି ମୋ ସହିତ କ୍ଲେଶ ସହ୍ୟ କର ।
”ସତ୍ୟ ବାକ୍ୟ ଯଥାର୍ଥରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀର ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ୱରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର । କିନ୍ତୁ ଅସାର କଥାବାର୍ତ୍ତାରୁ ଦୂରରେ ରୁହ; କାରଣ ଯେଉଁମାନେ ସେଥିରେ ଲିପ୍ତ ହେବେ, ସେମାନେ ଅଧର୍ମରେ ଅଧିକ ବୃଦ୍ଧି ପାଇବେ, ଆଉ ସେମାନଙ୍କର କଥା ପଚା ଘା ପରି ଖାଇଯିବ; ସେମାନଙ୍କ ମଧ୍ୟରେ ହୁମନାୟ ଓ ଫିଲୀତ ଅନ୍ୟତମ; ସେମାନେ ପୁନରୁତ୍ଥାନ ହୋଇଗଲାଣି ବୋଲି କହି ସତ୍ୟଭ୍ରଷ୍ଟ ହୋଇଅଛନ୍ତି, ପୁଣି, କେତେକଙ୍କର ବିଶ୍ୱାସ ଓଲଟାଇ ପକାଉଅଛନ୍ତି । ତଥାପି ଈଶ୍ୱରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେ କେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ ।
”ଅଜ୍ଞାନୀ ଓ ମୁର୍ଖ ମାନଙ୍କର ଯୁକ୍ତିତର୍କ ଯେ ବିରୋଧ ଜନ୍ମାଏ, ଏହା ଜାଣି ସେହି ସବୁ ଅଗ୍ରାହ୍ୟ କର । ପ୍ରଭୁଙ୍କର ଦାସ ବିରୋଧ କରିବା ଉଚିତ୍ ନୁହେଁ, ମାତ୍ର ସମସ୍ତଙ୍କ ପ୍ରତି କୋମଳ, ଶିକ୍ଷା ଦେବାରେ ନିପୁଣ ଓ ସହିଷ୍ଣୁ ହେବା ଏବଂ ବିରୋଧ କରୁଥିବା ଲୋକମାନଙ୍କୁ ମୃଦୁ ଭାବରେ ଉପଦେଶ ଦେବା ଉଚିତ୍; ତାହାହେଲେ କେଜାଣି ଈଶ୍ୱର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନପରିବର୍ତ୍ତନରୂପ ବର ଦେବେ, ଆଉ, ଯେଉଁ ଶୟତାନ ସେମାନଙ୍କୁ ତାହାର ଇଚ୍ଛା ସାଧନ କରିବା ନିମନ୍ତେ ବନ୍ଦୀ କରିଅଛି, ସଚେତନ ହୋଇ ତାହାର ଫାନ୍ଦରୁ ମୁକ୍ତ ହେବେ ।
”ସମସ୍ତ ଶାସ୍ତ୍ର ଈଶ୍ୱରଙ୍କ ପ୍ରେରଣାରେ ଲିଖିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ବନ୍ଧୀୟ ଶାସନ ନିମନ୍ତେ ଉପକାରୀ, ଯେପରି ଈଶ୍ୱରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ ।
”ମୁଁ ଈଶ୍ୱରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି, ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର । କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ (ସତ୍ୟ) ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ, ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ । କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଲେଶ ସହ୍ୟ କର, ସୁସମାଚାର ପ୍ରଚାର କର କାର୍ଯ୍ୟ ସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସଫଳ କର |
”ମୋହର ଆଦେଶାନୁସାରେ ଅସମ୍ପୂର୍ଣ୍ଣ କାର୍ଯ୍ୟସବୁ ସମ୍ପୂର୍ଣ୍ଣ କରିବାକୁ ପୁଣି, ପ୍ରତ୍ୟେକ ନଗରରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରିବାକୁ ମୁଁ କ୍ରୀତୀରେ ତୁମ୍ଭକୁ ଛାଡ଼ି ଆସିଲି; ଯେଉଁ ବ୍ୟକ୍ତି ନିର୍ଦ୍ଦୋଷ ଓ ଏକ ସ୍ତ୍ରୀର ସ୍ୱାମୀ, ଯାହାଙ୍କ ସନ୍ତାନମାନେ ବିଶ୍ୱାସୀ ଅଟନ୍ତି ଓ କଦାଚରଣ କିମ୍ବା ଅବାଧ୍ୟ ନୁହଁନ୍ତି, ତାହାଙ୍କୁ ନିଯୁକ୍ତ କର । କାରଣ ଅଧ୍ୟକ୍ଷ, ଈଶ୍ୱରଙ୍କ ବେବର୍ତ୍ତା ସ୍ୱରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟ ପ୍ରିୟ, ଉତ୍ତମ ବିଷୟର ଅନୁରାଗୀ, ସୁବୁଦ୍ଧି, ନ୍ୟାୟପରାୟଣ, ସାଧୁ ଓ ମିତାଚାରୀ ହେଉନ୍ତୁ, ପୁଣି, ଯେପରି ସେ ହିତଜନକ ଶିକ୍ଷା ଦେଇ ଉତ୍ସାହ ଦେବାକୁ ଓ ବିପକ୍ଷବାଦୀମାନଙ୍କୁ ଅନୁଯୋଗ କରିବାକୁ ସକ୍ଷମ ହୁଅନ୍ତି, ଏଥି ନିମନ୍ତେ ପ୍ରାପ୍ତ ଶିକ୍ଷାନୁଯାୟୀ ବିଶ୍ୱାସଯୋଗ୍ୟ ବାକ୍ୟକୁ ଦୃଢ ଭାବରେ ଧରନ୍ତୁ ।
”ଏହି ସମସ୍ତ କଥା କହି ପୂର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର । କେହି ତୁମ୍ଭକୁ ତୁଚ୍ଛ ନ କରୁ ।
”ଯେପରି ସେ କହନ୍ତି, "ମୁଁ ଆପଣା ଭ୍ରାତୃଗଣଙ୍କ ନିକଟରେ ତୁମ୍ଭ ନାମ ଘୋଷଣା କରିବି, ସମାଜ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି,'' ପୁନଶ୍ଚ କହନ୍ତି, ମୁଁ ତାହାଙ୍କଠାରେ ମୋହର ବିଶ୍ୱାସ ରଖିବି। ପୁନର୍ବାର, ଏହି ଦେଖ, ମୁଁ ଓ ଈଶ୍ୱରଙ୍କ ଦ୍ଵାରା ଦିଆଯାଇଥିବା ମୋହର ସନ୍ତାନମାନେ । ଅତଏବ, ସନ୍ତାନମାନେ ରକ୍ତମାଂସର ସହଭାଗୀ ହୋଇଥିବାରୁ ଖ୍ରୀଷ୍ଟ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍, ଶୟତାନକୁ ବିନାଶ କରି ପାରନ୍ତି;
”କିନ୍ତୁ ଖ୍ରୀଷ୍ଟ ତାହାଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ ।
”କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥି ନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;
”କାରଣ ଯଦ୍ୟପି ଏତେ ସମୟ ମଧ୍ୟରେ ତୁମ୍ଭମାନଙ୍କର ଶିକ୍ଷକ ହେବା ଉଚିତ୍ ଥିଲା, ତଥାପି ଈଶ୍ୱରଙ୍କ ବାକ୍ୟର ପ୍ରାଥମିକ ମୌଳିକ ସୂତ୍ରଗୁଡ଼ିକ କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦିଏ, ଏହା ପୁନର୍ବାର ତୁମ୍ଭମାନଙ୍କର ପ୍ରୟୋଜନ ଅଛି; ଗୁରୁପାକ ଖାଦ୍ୟ ପ୍ରୟୋଜନ ନ ହୋଇ ଦୁଗ୍ଧ ତୁମ୍ଭମାନଙ୍କର ପ୍ରୟୋଜନ । ଯେ ଦୁଗ୍ଧପାୟୀ, ସେ ତ ଧାର୍ମିକତାର ବାକ୍ୟ ବିଷୟରେ ଜାଣେ ନାହିଁ, କାରଣ ସେ ଶିଶୁମାତ୍ର । କିନ୍ତୁ ବୃଦ୍ଧ ଲୋକେ, ଅର୍ଥାତ୍, ଯେଉଁମାନେ ଜ୍ଞାନେନ୍ଦ୍ରିୟଗୁଡ଼ିକର ଅଭ୍ୟାସ ଦ୍ୱାରା ଭଲ ମନ୍ଦ ନିରୂପଣ କରିବାକୁ ସକ୍ଷମ, ସେମାନଙ୍କ ନିମନ୍ତେ ଗୁରୁପାକ ଖାଦ୍ୟ ପ୍ରୟୋଜନ ।
”ପୁଣି, ଈଶ୍ୱରଙ୍କ ମନ୍ଦିର ଉପରେ ନିଯୁକ୍ତ ଆମ୍ଭମାନଙ୍କର ଜଣେ ମହାଯାଜକ ଥିବାରୁ
”ପୁଣି, ପ୍ରେମ ଓ ସତ୍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ, ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ଡଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ ଦେଉ, ବିଶେଷତଃ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ ।
”କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଈଶ୍ୱରଙ୍କ ନଗର, ଅର୍ଥାତ୍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ, ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ୱର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,
”ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ ।
”ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରି ପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ । ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ୱାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ ।
”କାରଣ ଯଦି ସୁବର୍ଣ୍ଣ ମୁଦ୍ରିକା ଓ ଚାକଚକ୍ୟ ବସ୍ତ୍ର ପରିଧାନ କରି କୌଣସି ଲୋକ ତୁମ୍ଭମାନଙ୍କ ସଭାକୁ ଆସେ, ପୁଣି, ଜଣେ ଦରିଦ୍ର ଲୋକ ମଳିନ ବସ୍ତ୍ର ପରିଧାନ କରି ଆସେ, ଆଉ, ତୁମ୍ଭେମାନେ ଚାକଚକ୍ୟ ବସ୍ତ୍ର ପରିଧାନ କରିଥିବା ଲୋକକୁ ମର୍ଯ୍ୟାଦା କରି କୁହ, ଏଠାରେ ଉତ୍ତମ ସ୍ଥାନରେ ବସନ୍ତୁ, ଆଉ ଦରିଦ୍ର ଲୋକକୁ କୁହ, ସେଠାରେ ଠିଆ ହୁଅ, କିମ୍ବା ମୋହର ଗୋଡ଼ ତଳେ ବସ, ତାହାହେଲେ ତୁମ୍ଭେମାନେ କ'ଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ? ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ୱର କ'ଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାଁନ୍ତି?
”ତୁମ୍ଭମାନଙ୍କ ମଧ୍ୟରେ କ'ଣ କେହି ପୀଡ଼ିତ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ । ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ । ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର । ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରି ପାରେ ।
”ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ । କାରଣ ଶାସ୍ତ୍ରରେ ଲିଖିତ ଅଛି, ଦେଖ, ଆମ୍ଭେ ସିୟୋନରେ ଗୋଟିଏ ମନୋନୀତ ଓ ବହୁମୂଲ୍ୟ କୋଣର ପ୍ରଧାନ ପ୍ରସ୍ତର ସ୍ଥାପନ କରୁଅଛୁ, ଆଉ ଯେ ତାହାଙ୍କଠାରେ ବିଶ୍ୱାସ କରିବ, ସେ ଲଜ୍ଜିତ ହେବ ନାହିଁ । ଏଣୁ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର ପୁଣି, ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା; ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ । କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ୱରଙ୍କ ନିଜସ୍ୱ ପ୍ରଜା ହୋଇଅଛ । ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଈଶ୍ୱରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ ।
”ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ । କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର; ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହ ଦାନ ପାଇଅଛ, ସେହି ପ୍ରକାରେ ଈଶ୍ୱରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ଡାରଘରିଆ ସ୍ୱରୂପେ ତଦ୍ୱାରା ପରସ୍ପରର ସେବା କର; କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ୱରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ୱରଙ୍କଠାରୁ ଶକ୍ତିପ୍ରାପ୍ତଲୋକ ପରି ସେବା କରୁ, ଯେପରି ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର । ଆମେନ୍ ।
”କାରଣ ଈଶ୍ୱରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ୱରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କ'ଣ ନ ହେବ!
”ଅତଏବ, ଜଣେ ସହପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ଆଗାମୀ ଗୌରବର ଅଂଶାଧିକାରୀ ଯେ ମୁଁ, ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଈଶ୍ୱରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ୱରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର; ପୁଣି, ଯେଉଁମାନଙ୍କର ଦାୟିତ୍ୱଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ୱରୂପ ହୋଇ ତାହା କର । ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ । ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ ଈଶ୍ୱର ଅହଂକାରୀମାନଙ୍କୁ ପ୍ରତିରୋଧ କରି ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି ।
”ପ୍ରେମ ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ ।
”କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ । ଆଉ, ଅନେକେ ସେମାନଙ୍କ କାମୁକତାର ଅନୁଗାମୀ ହେବେ, ଫଳତଃ ଏମାନଙ୍କ ହେତୁ ସତ୍ୟ ମାର୍ଗ ନିନ୍ଦିତ ହେବ । ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।
”ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇ ପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ସହିତ ଅଛି ।
”କିନ୍ତୁ ସେ ଯେପରି ଜ୍ୟୋତିଃର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ ।
”ଯେ ତାହାଙ୍କଠାରେ ରହେ ବୋଲି କହେ, ସେ ତାହାଙ୍କ ପରି ଆଚରଣ କରିବା ମଧ୍ୟ କର୍ତ୍ତବ୍ୟ ।
”ସେମାନେ ଆମ୍ଭମାନଙ୍କ ମଧ୍ୟରୁ ବାହାରିଲେ, କିନ୍ତୁ ଆମ୍ଭମାନଙ୍କ ଦଳର ଲୋକ ନ ଥିଲେ; କାରଣ ଯଦି ଆମ୍ଭମାନଙ୍କ ଦଳର ଲୋକ ହୋଇଥାଆନ୍ତେ, ତେବେ ଆମ୍ଭମାନଙ୍କ ସହିତ ରହିଥାଆନ୍ତେ; କିନ୍ତୁ ସମସ୍ତେ ଯେ ଆମ୍ଭମାନଙ୍କ ଦଳର ଲୋକ ନୁହଁନ୍ତି, ଏହା ଯେପରି ପ୍ରକାଶ ପାଇବ, ଏଥି ନିମନ୍ତେ ସେମାନେ ବାହାରିଗଲେ ।
”ଯେଉଁମାନେ ତୁମ୍ଭମାନଙ୍କୁ ଭ୍ରାନ୍ତ କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କ ସମ୍ବନ୍ଧରେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି। କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି, କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ ।
”ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ପାପ କରେ ନାହିଁ, କାରଣ ଈଶ୍ୱରଙ୍କ ବୀଜ ତାହାଠାରେ ରହେ, ଆଉ ସେ ଈଶ୍ୱରଙ୍କଠାରୁ ଜାତ ହେବାରୁ ପାପ କରି ପାରେ ନାହିଁ । ଏଥିରେ କିଏ ଈଶ୍ୱରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ୱରଙ୍କଠାରୁ ଜାତ ନୁହେଁ । କାରଣ ଆମ୍ଭମାନଙ୍କର ଯେ ପରସ୍ପରକୁ ପ୍ରେମ କରିବା କର୍ତ୍ତବ୍ୟ, ଏହି ବାଣୀ ତୁମ୍ଭେମାନେ ଆଦ୍ୟରୁ ଶୁଣିଅଛ;
”ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧିନରେ ଥାଏ ।
”ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ । କିନ୍ତୁ ଯେ ଜାଗତିକ ଭାବେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ୱରଙ୍କ ପ୍ରେମ କିପରି ରହିପାରେ? ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ ।
”ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ୱରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି ।
”ଯେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ୱରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି । କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ବର୍ଦ୍ଧନା ଜଣାଅ ନାହିଁ; କାରଣ ଯେ କେହି ତାହାକୁ ସମ୍ବର୍ଦ୍ଧନା ଜଣାଏ, ସେ ତାହାର ଦୁଷ୍କର୍ମର ସହଭାଗୀ ହୁଏ ।
”ମୁଁ ମଣ୍ଡଳୀ ନିକଟକୁ କିଛି ଲେଖିଲି; ମାତ୍ର ଦୀୟତ୍ରଫା ମଣ୍ଡଳୀ ମଧ୍ୟରେ ପ୍ରଧାନ ହେବାକୁ ଭଲ ପାଇ ଆମ୍ଭମାନଙ୍କୁ ଅଗ୍ରାହ୍ୟ କରେ । ସେ ଆମ୍ଭମାନଙ୍କ ବିରୁଦ୍ଧରେ ମନ୍ଦ କଥା କହି ଆମ୍ଭମାନଙ୍କ ନିନ୍ଦା କରେ, ପୁଣି, ସେଥିରେ ତୃପ୍ତ ନ ହୋଇ ନିଜେ ଭାଇମାନଙ୍କର ଆତିଥ୍ୟ କରେ ନାହିଁ, ପୁଣି, ଅନ୍ୟମାନେ ତାହା କରିବାକୁ ଇଚ୍ଛା କଲେ ସେମାନଙ୍କୁ ମନା କରେ, ଆଉ ମଣ୍ଡଳୀରୁ ସେମାନଙ୍କୁ ଉଚ୍ଛିନ୍ନ କରେ; ଏଣୁ ମୁଁ ଗଲେ ତାହାର ଏହି ସମସ୍ତ କୃତ କର୍ମ ସ୍ମରଣରେ ଆଣିବି । ପ୍ରିୟ ବନ୍ଧୁ, ତୁମ୍ଭେ ଦୁଷ୍କର୍ମର ଅନୁକାରୀ ନ ହୋଇ ସତ୍କର୍ମର ଅନୁକାରୀ ହୁଅ । ଯେ ସତ୍କର୍ମ କରେ, ସେ ଈଶ୍ୱରଙ୍କଠାରୁ ଜାତ; ଯେ ଦୁଷ୍କର୍ମ କରେ, ସେ ଈଶ୍ୱରଙ୍କୁ ଦର୍ଶନ କରି ନାହିଁ ।
”ଯୋହନ ଆସିଆରେ ଥିବା ସପ୍ତ ମଣ୍ଡଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ
”ଆମ୍ଭର ଦକ୍ଷିଣ ହସ୍ତରେ ଯେଉଁ ସପ୍ତ ନକ୍ଷତ୍ର ଦେଖିଲ, ସେଥିର ଓ ସପ୍ତ ସୁବର୍ଣ୍ଣ ପ୍ରଦୀପର ଅର୍ଥ ଏହି, ସେହି ସପ୍ତ ନକ୍ଷତ୍ର ସପ୍ତ ମଣ୍ଡଳୀର ଦୂତଗଣ (ପାଳକ/ପ୍ରାଚୀନ) ଓ ସପ୍ତ ପ୍ରଦୀପ ସପ୍ତ ମଣ୍ଡଳୀ ଅଟନ୍ତି ।
”ଏଫିସ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ, ପରିଶ୍ରମ ଓ ଧୈର୍ଯ୍ୟ ଜାଣୁ; ପୁଣି, ତୁମ୍ଭେ ଯେ ଦୁଷ୍ଟମାନଙ୍କର କ୍ରିୟା ସହି ନ ପାର, ଆଉ ଯେଉଁମାନେ ଆପଣା ଆପଣାକୁ ପ୍ରେରିତ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ପ୍ରେରିତ ନୁହଁନ୍ତି, ସେମାନଙ୍କୁ ପରିକ୍ଷା କରି ମିଥ୍ୟାବାଦୀ ବୋଲି ଚିହ୍ନିଅଛ, ପୁଣି, ଧୈର୍ଯ୍ୟ ଧରି ଆମ୍ଭ ନାମ ସକାଶେ କଷ୍ଟ ସହିଅଛ ଓ କ୍ଲାନ୍ତ ହୋଇ ନାହଁ, ଏହା ମଧ୍ୟ ଆମ୍ଭେ ଜାଣୁ | ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ତୁମ୍ଭେ ଆପଣା ଆଦ୍ୟ ପ୍ରେମ ପରିତ୍ୟାଗ କରିଅଛ । ଏଣୁ କେଉଁଠାରୁ ତୁମ୍ଭର ପତନ ହୋଇଅଛି, ତାହା ସ୍ମରଣ କରି ମନପରିବର୍ତ୍ତନ କର ଓ ଆଦ୍ୟ କର୍ମସବୁ କର; ନୋହିଲେ ଯେବେ ମନପରିବର୍ତ୍ତନ ନ କର, ତେବେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ତୁମ୍ଭର ପ୍ରଦୀପ ସ୍ୱସ୍ଥାନରୁ ଘୁଞ୍ଚାଇଦେବୁ । ହେଲେ, ତୁମ୍ଭର ଏହି ସଦ୍ଗୁଣ ଅଛି ଯେ, ଆମ୍ଭେ ନୀକଲାତୀୟମାନଙ୍କର ଯେଉଁ ସବୁ କର୍ମ ଘୃଣା କରୁ, ତୁମ୍ଭେ ମଧ୍ୟ ସେହି ସବୁ ଘୃଣା କରୁଅଛ । ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ୱରଙ୍କ ପାରଦୀଶରେ ଥିବା ଜୀବନ ବୃକ୍ଷର ଫଳ ଖାଇବାକୁ ଦେବୁ ।
”ସ୍ମୁର୍ଣ୍ଣା ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଲେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୂଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ । ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶଦିନ କ୍ଲେଶ ଭୋଗ କରିବ । ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ । ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ ।
”ପର୍ଗମ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯାହାଙ୍କର ତୀକ୍ଷ୍ଣ ଦ୍ୱିଧାର ଖଡ଼୍ଗ ଅଛି, ସେ ଏହା କହନ୍ତି, ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ୱସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ୱୀକାର କରି ନ ଥିଲ । କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ (ଭୋଗ) ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ୱୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି । ସେହିପରି ମଧ୍ୟ ନୀକଲାତୀୟ ମତାବଲମ୍ୱୀ କେତେକ ତୁମ୍ଭ ମଧ୍ୟରେ ଅଛନ୍ତି । ଏଣୁ ମନପରିବର୍ତ୍ତନ କର; ନୋହିଲେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ସ୍ୱମୁଖନିଃସୃତ ଖଡ଼୍ଗ ଦ୍ୱାରା ସେମାନଙ୍କ ସଙ୍ଗେ ଯୁଦ୍ଧ କରିବୁ । ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଗୁପ୍ତ ମାନ୍ନା ଦେବୁ, ପୁଣି, ଯେଉଁ ନାମ ଗ୍ରହଣକର୍ତ୍ତା ବିନା ଅନ୍ୟ କେହି ଜାଣେ ନାହିଁ, ଏପରି ନୂତନ ନାମ ଲିଖିତ ଏକ ଶ୍ୱେତ(ଧଳା) ପ୍ରସ୍ତର ତାହାକୁ ଦେବୁ ।
”ଥୁୟତୀରା ମଣ୍ଡଳୀର ଦୂତ ନିକଟକୁ ଲେଖ:- ଈଶ୍ୱରଙ୍କ ଯେଉଁ ପୁତ୍ରଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ ଓ ପାଦ ଉଜ୍ଜ୍ୱଳ ପିତ୍ତଳ ତୁଲ୍ୟ, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ, ପ୍ରେମ, ବିଶ୍ୱାସ, ସେବା ଓ ଧୈର୍ଯ୍ୟ ଜାଣୁ, ପୁଣି, ତୁମ୍ଭର ବର୍ତ୍ତମାନ କର୍ମ ତୁମ୍ଭର କର୍ମଗୁଡ଼ିକ ଅପେକ୍ଷା ଯେ ଅଧିକ, ଏହା ମଧ୍ୟ ଜାଣୁ । ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ୍ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ । ଆମ୍ଭେ ତାହାକୁ ମନପରିବର୍ତ୍ତନ କରିବାକୁ ସମୟ ଦେଲେ ହେଁ ସେ ଆପଣା ବେଶ୍ୟାବୃତ୍ତିରୁ ମନପରିବର୍ତ୍ତନ କରିବାକୁ ଇଚ୍ଛୁକ ହେଉ ନାହିଁ । ଦେଖ, ଆମ୍ଭେ ତାହାକୁ ଶଯ୍ୟାଶାୟୀ କରିବୁ, ଆଉ ଯେଉଁମାନେ ତାହା ସହିତ ବ୍ୟଭିଚାର କରନ୍ତି, ସେମାନେ ତାହାର କର୍ମର ସହଭାଗିତାରୁ ମନପରିବର୍ତ୍ତନ ନ କଲେ ଆମ୍ଭେ ସେମାନଙ୍କୁ ମହାକ୍ଲେଶରେ ପକାଇବୁ, ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ । ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ । କିନ୍ତୁ ତୁମ୍ଭମାନଙ୍କୁ, ଅର୍ଥାତ୍ ଥୁୟତୀରାରେ ଥିବା ଯେଉଁ ଅବଶିଷ୍ଟ ଲୋକେ ଏହି ମତାବଲମ୍ୱୀ ନୁହଁ ଓ ଯାହାକୁ ଶୟତାନର ନିଗୁଢ଼ ଶିକ୍ଷା ବୋଲି କହନ୍ତି, ତାହା ଜ୍ଞାତ ନୁହଁ, ତୁମ୍ଭମାନଙ୍କୁ ଆମ୍ଭେ କହୁଅଛୁ, ତୁମ୍ଭମାନଙ୍କ ଉପରେ ଆମ୍ଭେ ଆଉ କୌଣସି ଭାର ଦେବୁ ନାହିଁ । କେବଳ ତୁମ୍ଭମାନଙ୍କଠାରେ ଯାହା ଅଛି, ତାହା ଆମ୍ଭର ଆଗମନ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖ । ଯେ ଜୟ କରେ ଓ ଶେଷ ପର୍ଯ୍ୟନ୍ତ ଆମ୍ଭର କର୍ମ କରେ, ଆମ୍ଭେ ଯେପରି ଆମ୍ଭର ପିତାଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇଅଛୁ, ତାହାକୁ ମଧ୍ୟ ସେହିପରି ସମସ୍ତ ଜାତି ଉପରେ କ୍ଷମତା ଦେବୁ; ସେ ସେମାନଙ୍କୁ ଲୌହ ଦଣ୍ଡ ଦ୍ୱାରା ଶାସନ କରିବେ, ଆଉ ସେମାନେ କୁମ୍ଭକାରର ପାତ୍ର ପରି ଖଣ୍ଡ ଖଣ୍ଡ ହେବେ, ପୁଣି, ଆମ୍ଭେ ତାହାକୁ ପ୍ରଭାତୀତାରା ଦେବୁ । ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ ।
”ସାର୍ଦ୍ଦୀ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ଈଶ୍ୱରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ । ଜାଗ୍ରତ ହୁଅ, ପୁଣି, ମୃତ୍ୟୁ ନିମନ୍ତେ ପ୍ରସ୍ତୁତ ଅବଶିଷ୍ଟ ବିଷୟସବୁକୁ ସବଳ କର; କାରଣ ଆମ୍ଭେ ତୁମ୍ଭର କର୍ମସବୁକୁ ଆମ୍ଭର ଈଶ୍ୱରଙ୍କ ଛାମୁରେ ସିଦ୍ଧ ବୋଲି ଦେଖି ନାହୁଁ । ଏଣୁ କିପ୍ରକାରେ ଶିକ୍ଷା ପାଇଅଛ ଓ ଶ୍ରବଣ କରିଅଛ, ତାହା ସ୍ମରଣ କରି ପାଳନ କର ଓ ମନପରିବର୍ତ୍ତନ କର; ଯଦି ଜାଗ୍ରତ ନ ହୁଅ, ତାହାହେଲେ ଆମ୍ଭେ ଚୋର ପରି ଆସିବୁ, ଆଉ କେଉଁ ସମୟରେ ତୁମ୍ଭ ଉପରେ ଆସି ପଡ଼ିବୁ, ତାହା ତୁମ୍ଭେ କୌଣସି ପ୍ରକାରେ ଜାଣିବ ନାହିଁ; ତଥାପି ଯେଉଁମାନେ ଦଳରେ କେତେକ ଲୋକମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାଁନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ । ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳ ବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପ ନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ୱୀକାର କରିବୁ । ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ ।
”ଫିଲାଦେଲ୍ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କାର୍ଯ୍ୟ ଜାଣୁ; ଦେଖ, ଆମ୍ଭେ ତୁମ୍ଭ ସମ୍ମୁଖରେ ଗୋଟିଏ ଦ୍ୱାର ଫିଟାଇଅଛୁ, କେହି ତାହା ବନ୍ଦ କରି ପାରେ ନାହିଁ, କାରଣ ତୁମ୍ଭର ଶକ୍ତି ସାମାନ୍ୟ, ତଥାପି ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରି ଆମ୍ଭର ନାମ ଅସ୍ୱୀକାର କରି ନାହଁ । ଦେଖ, ଯେଉଁମାନେ ଯିହୂଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ । ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏ ହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ । ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥି ନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ । ଯେ ଜୟ କରେ, ଆମ୍ଭେ ତାହାକୁ ଆମ୍ଭର ଈଶ୍ୱରଙ୍କ ମନ୍ଦିରର ସ୍ତମ୍ଭ ସ୍ୱରୂପ କରିବୁ, ସେ ଆଉ ସେଠାରୁ ବାହାରକୁ ଯିବ ନାହିଁ; ଆମ୍ଭେ ଆମ୍ଭର ଈଶ୍ୱରଙ୍କ ନାମ ଓ ସ୍ୱର୍ଗରୁ ତାହାଙ୍କଠାରୁ ଆଗତ ଯେଉଁ ଯିରୂଶାଲମ, ଆମ୍ଭର ଈଶ୍ୱରଙ୍କ ସେହି ନଗରୀର ନାମ ପୁଣି, ଆମ୍ଭ ନିଜର ନୂତନ ନାମ ତାହା ଉପରେ ଲେଖିବୁ । ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ ।
”ଲାଅଦିକୀଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଈଶ୍ୱରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ଶୀତଳ ନୁହଁ କି ଉଷ୍ଣ ହିଁ ନୁହଁ; ତୁମ୍ଭେ ଶୀତଳ କି ଉଷ୍ଣ ହେଲେ ଭଲ ହୁଅନ୍ତା । ଏଣୁ ତୁମ୍ଭେ ଶୀତଳ କି ଉଷ୍ଣ ନ ହୋଇ ଈଷଦୁଷ୍ଣ ହେବାରୁ ଆମ୍ଭେ ତୁମ୍ଭକୁ ଆପଣା ମୁଖରୁ ପ୍ରତ୍ୟାଖ୍ୟାନ କରିବାକୁ ଯାଉଅଛୁ । ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଙ୍ଗ, ଏହା ଜାଣ ନାହିଁ; ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଙ୍ଗତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି, ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲଗାଇବା ପାଇଁ କଜ୍ୱଳ ଆମ୍ଭ ନିକଟରୁ କିଣ । ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍ଯୋଗୀ ହୋଇ ମନପରିବର୍ତ୍ତନ କର । ଦେଖ, ମୁଁ ଦ୍ୱାର ନିକଟରେ ଠିଆ ହୋଇ ଆଘାତ କରୁଅଛି; ଯଦି କେହି ମୋର ସ୍ୱର ଶୁଣି ଦ୍ୱାର ଫିଟାଇଦେବ, ତାହାହେଲେ ମୁଁ ପ୍ରବେଶ କରି ତାହା ନିକଟକୁ ଯିବି, ପୁଣି, ତାହା ସହିତ ଭୋଜନ କରିବି ଓ ସେ ମୋ ସହିତ ଭୋଜନ କରିବ । ମୁଁ ଯେପରି ଜୟ କରି ମୋର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋର ସିଂହାସନରେ ବସିବାକୁ ଦେବି । ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ ।
”ସେଥିପାଇଁ ସେମାନେ ଈଶ୍ୱରଙ୍କ ସିଂହାସନ ସମ୍ମୁଖରେ ଥାଇ ଦିବାରାତ୍ର ତାହାଙ୍କ ମନ୍ଦିରରେ ତାହାଙ୍କର ଉପାସନା କରନ୍ତି, ପୁଣି, ସିଂହାସନ ଉପବିଷ୍ଟ ବ୍ୟକ୍ତି ସେମାନଙ୍କର ଆଶ୍ରୟସ୍ୱରୂପ ହେବେ ।
”ପରେ ମୋତେ ମାପକାଠି ପରି ଗୋଟିଏ ନଳ ଦିଆ ହେଲା। ଜଣେ ମୋତେ କହିଲେ, ଉଠ, ଈଶ୍ୱରଙ୍କ ମନ୍ଦିର, ବେଦି ଓ ଯେଉଁମାନେ ସେଥିରେ ପୂଜା କରନ୍ତି, ସେମାନଙ୍କୁ ମାପ ।
”ସେତେବେଳେ ସ୍ୱର୍ଗରେ ଥିବା ଈଶ୍ୱରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା ।
”ଏଠାରେ ସାଧୁମାନଙ୍କର, ଅର୍ଥାତ୍ ଯେଉଁମାନେ ଈଶ୍ୱରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ପ୍ରତି ବିଶ୍ୱାସ ରଖନ୍ତି, ସେମାନଙ୍କର ଧୈର୍ଯ୍ୟ ଆବଶ୍ୟକ ।
”ଆଉ ଈଶ୍ୱରଙ୍କ ଗୌରବ ଓ ଶକ୍ତିର ଧୂମରେ ମନ୍ଦିର ପରିପୂର୍ଣ୍ଣ ହେଲା, ସପ୍ତ ଦୂତଙ୍କ ସପ୍ତ କ୍ଲେଶ ସମାପ୍ତ ନ ହେବା ପର୍ଯ୍ୟନ୍ତ କେହି ମନ୍ଦିରରେ ପ୍ରବେଶ କରି ପାରିଲେ ନାହିଁ ।
”ପରେ ମୁଁ ସ୍ୱର୍ଗରୁ ଆଉ ଗୋଟିଏ ସ୍ଵର ଏହା କହିବାର ଶୁଣିଲି, ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଲେଶର ଅଂଶୀ ନ ହୁଅ, ଏଥି ନିମନ୍ତେ ତାହାଠାରୁ ବାହାରି ଆସ;
”ହେ ସ୍ଵର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ଭାବବାଦୀ ସମସ୍ତେ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, ଈଶ୍ୱର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଛନ୍ତି ।
”ସେତେବେଳେ ସିଂହାସନଠାରୁ ଗୋଟିଏ ଶଦ୍ଦ ନିର୍ଗତ ହୋଇ କହିଲା, ହେ ଈଶ୍ୱରଙ୍କ ଦାସମାନେ, ହେ ତାହାଙ୍କର ଭୟକାରୀ କ୍ଷୁଦ୍ର ଓ ମହାନ ଲୋକମାନେ, ତାହାଙ୍କର ପ୍ରଶଂସା କର । ଆଉ ମୁଁ ମହାଜନତାର ଶବ୍ଦ ପରି ଏବଂ ବହୁଜଳକଲ୍ଲୋଳ ଓ ଘୋର ମେଘଗର୍ଜନର ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା, କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ ଈଶ୍ୱର ରାଜତ୍ୱ ଗ୍ରହଣ କରିଅଛନ୍ତି । ଆସ, ଆମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁ, କାରଣ ମେଷଶାବକଙ୍କ ବିବାହର ସମୟ ଉପସ୍ଥିତ, ଆଉ ତାହାଙ୍କ କନ୍ୟା ଆପଣାକୁ ସଜ୍ଜିତ କରିଅଛି । ତାହାକୁ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିଧାନ କରିବା ନିମନ୍ତେ ଦିଆଗଲା; ସେହି ସୂକ୍ଷ୍ମ ବସ୍ତ୍ର ସାଧୁମାନଙ୍କର ଧର୍ମକର୍ମ । ସେତେବେଳେ ସେ ମୋତେ କହିଲେ, ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ । ଆଉ ସେ ମୋତେ କହିଲେ, ଏହି ସବୁ ଈଶ୍ୱରଙ୍କ ସତ୍ୟ ବାକ୍ୟ ।
”ପୁଣି, ମୁଁ ପବିତ୍ର ନଗରୀ, ଅର୍ଥାତ୍ ନୂତନ ଯିରୁଶାଲମକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତା ହୋଇ ସ୍ୱର୍ଗରୁ ଈଶ୍ୱରଙ୍କ ନିକଟରୁ ଅବତରଣ କରିବାର ଦେଖିଲି । ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ୱରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ, ପୁଣି, ଈଶ୍ୱର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି ।
”ତତ୍ପରେ ଯେଉଁ ସପ୍ତ ଦୂତ ଶେଷ ସପ୍ତ କ୍ଲେଶରେ ପରିପୂର୍ଣ୍ଣ ସପ୍ତ ପାତ୍ର ଧରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ମୁଁ ତୁମ୍ଭକୁ ସେହି କନ୍ୟା, ଅର୍ଥାତ୍ ମେଷଶାବକଙ୍କ ଭାର୍ଯ୍ୟାକୁ ଦେଖାଇବି । ସେଥିରେ ସେ ମୋତେ ଆତ୍ମାରେ ଗୋଟିଏ ବୃହତ୍ ଓ ଉଚ୍ଚ ପର୍ବତକୁ ଘେନିଯାଇ ପବିତ୍ର ନଗରୀ ଯିରୂଶାଲମକୁ ଦେଖାଇଲେ, ତାହା ସ୍ୱର୍ଗରୁ ଈଶ୍ୱରଙ୍କ ନିକଟରୁ ଅବତରଣ କରୁଥିଲା ଏବଂ ଈଶ୍ୱରଙ୍କ ଗୌରବ ବିଶିଷ୍ଟ ଥିଲା; ତାହାର ଜ୍ୟୋତିଃ ଅତି ବହୁମୂଲ୍ୟ ମଣି ସଦୃଶ, ସ୍ୱଚ୍ଛ ସୂର୍ଯ୍ୟକାନ୍ତ ପରି । ତାହାର ଗୋଟିଏ ବୃହତ୍ ଓ ଉଚ୍ଚ ପ୍ରାଚୀର ଅଛି, ସେଥିର ଦ୍ୱାଦଶ ଦ୍ୱାର, ସେହି ଦ୍ୱାରରେ ଦ୍ୱାଦଶ ଦୂତ ଓ ଦ୍ୱାରସମୂହର ଉପରେ ଇସ୍ରାଏଲ ସନ୍ତାନମାନଙ୍କର ଦ୍ୱାଦଶ ବଂଶର ନାମ ଲିଖିତ ଅଛି । ପୂର୍ବରେ ତିନି ଦ୍ୱାର, ଉତ୍ତରରେ ତିନି ଦ୍ୱାର, ଦକ୍ଷିଣରେ ତିନି ଦ୍ୱାର ଓ ପଶ୍ଚିମରେ ତିନି ଦ୍ୱାର । ସେହି ନଗରୀର ପ୍ରାଚୀରର ଦ୍ୱାଦଶ ଭିତ୍ତିମୂଳ, ସେହି ସବୁ ଉପରେ ମେଷଶାବକଙ୍କ ଦ୍ୱାଦଶ ପ୍ରେରିତଙ୍କ ଦ୍ୱାଦଶ ନାମ ଲିଖିତ ଅଛି ।
”ମୁଁ ସେହି ନଗରୀରେ କୌଣସି ମନ୍ଦିର ଦେଖିଲି ନାହିଁ, କାରଣ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର ଓ ମେଷଶାବକ ସେଥିର ମନ୍ଦିର ସ୍ୱରୂପ ଅଟନ୍ତି ।
”ଆମ୍ଭେ ଯୀଶୁ, ମଣ୍ଡଳୀମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଏହି ସମସ୍ତ ସାକ୍ଷ୍ୟ ଦେବା ପାଇଁ ଆମ୍ଭର ଦୂତକୁ ପ୍ରେରଣ କରିଅଛୁ । ଆମ୍ଭେ ଦାଉଦଙ୍କ ମୂଳ ଓ ବଂଶଜ, ସେହି ଉଜ୍ଜ୍ୱଳ ପ୍ରଭାତୀ ତାରା ।
”