20 – ପ୍ରାର୍ଥନା
ଏଗୁଡ଼ିକ ହେଉଛି ସର୍ବଶକ୍ତିମାନ ପରମେଶ୍ୱରଙ୍କ ପବିତ୍ର ବାକ୍ୟ।
ମଣିଷର କଥାରେ ଆମର ଆଗ୍ରହ ନାହିଁ।
ଯିଏ ଭଗବାନଙ୍କୁ ଭଲ ପାଏ... ଭଗବାନ ଏହା ବିଷୟରେ କହନ୍ତି: ପ୍ରାର୍ଥନା.
ଏଗୁଡ଼ିକ ହେଉଛି ସର୍ବଶକ୍ତିମାନ ପରମେଶ୍ୱରଙ୍କ ପବିତ୍ର ବାକ୍ୟ।
ମଣିଷର କଥାରେ ଆମର ଆଗ୍ରହ ନାହିଁ।
ଯିଏ ଭଗବାନଙ୍କୁ ଭଲ ପାଏ... ଭଗବାନ ଏହା ବିଷୟରେ କହନ୍ତି: ପ୍ରାର୍ଥନା.
କାରଣ ଧାର୍ମିକମାନଙ୍କ ପ୍ରତି ପ୍ରଭୁଙ୍କ ଦୃଷ୍ଟି ଅଛି, ସେମାନଙ୍କ ବିନତି ପ୍ରତି ତାହାଙ୍କ କର୍ଣ୍ଣ ଉନ୍ମୁକ୍ତ ଅଟେ, କିନ୍ତୁ ପ୍ରଭୁଙ୍କର ମୁଖ ଦୁଷ୍କର୍ମକାରୀମାନଙ୍କ ପ୍ରତିକୂଳ ।
”ପ୍ରଧାନ ବାଦ୍ୟକର ନିମନ୍ତେ ବଂଶୀ ଯନ୍ତ୍ରରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ମୋ’ ବାକ୍ୟରେ କର୍ଣ୍ଣ ଦିଅ, ମୋହର କାକୂକ୍ତି ବିବେଚନା କର। ହେ ମୋହର ରାଜନ୍, ହେ ମୋହର ପରମେଶ୍ୱର, ମୋହର ଆର୍ତ୍ତରବରେ ମନୋଯୋଗ କର, କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ। ହେ ସଦାପ୍ରଭୁ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ; ମୁଁ ପ୍ରାତଃକାଳରେ ତୁମ୍ଭ ନିକଟରେ ଆପଣା ପ୍ରାର୍ଥନା ସଜାଇବି ଓ ଜଗି ରହିବି।
”ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ । ତୁମ୍ଭର ରାଜ୍ୟ ଆସୁ । ଯେପରି ସ୍ୱର୍ଗରେ, ସେହିପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ । ଆଜି ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ । ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର । ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର । [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର । ଆମେନ୍ ।]
”ତହିଁରେ ଅବ୍ରହାମ ପ୍ରତ୍ୟୁତ୍ତର କଲେ, “ଦେଖନ୍ତୁ, ମୁଁ ଧୂଳି ଓ ଭସ୍ମମାତ୍ର ହେଲେ ହେଁ ମୋ ପ୍ରଭୁଙ୍କ ଛାମୁରେ କଥା କହିବାକୁ ପ୍ରବୃତ୍ତ ହୋଇଅଛି।
”ପୁଣି, “ଏହି ପ୍ରାର୍ଥନା କଲା, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ବିନୟ କରୁଅଛି, ଆଜି ମୋ’ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋ’ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର। ଦେଖ, ମୁଁ ଏହି କୂପ ନିକଟରେ ଛିଡ଼ା ହେଉଅଛି, ଆଉ ଏ ନଗରବାସୀମାନଙ୍କ କନ୍ୟାଗଣ ଜଳ ନେବା ପାଇଁ ଆସୁଅଛନ୍ତି; ସେମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ, ତୁମ୍ଭେ ଆପଣା କଳସ ନୁଆଁଇ ମୋତେ ଜଳ ପାନ କରାଅ, ଏହି କଥା କହିଲେ ସେହି କନ୍ୟା ଯଦି କହିବ, ପାନ କର, ମୁଁ ତୁମ୍ଭର ଓଟମାନଙ୍କୁ ହିଁ ପାନ କରାଇବି, ତେବେ ସେ ତୁମ୍ଭ ଦାସ ଇସ୍ହାକ ନିମନ୍ତେ ତୁମ୍ଭର ନିରୂପିତା କନ୍ୟା ହେଉ; ତହିଁରେ ତୁମ୍ଭେ ମୋ’ ପ୍ରଭୁଙ୍କ ପ୍ରତି ଅନୁଗ୍ରହ କରିଅଛ, ଏହା ମୁଁ ଜାଣିବି।” ଏହି କଥା କହୁ କହୁ ଅବ୍ରହାମଙ୍କର ନାହୋର ନାମକ ଭ୍ରାତାର ଭାର୍ଯ୍ୟା ମିଲ୍କାର ପୁତ୍ର ଯେ ବଥୂୟେଲ, ତାହାର କନ୍ୟା ରିବିକା ସ୍କନ୍ଧରେ କଳସ ଘେନି ବାହାରି ଆସିଲା।
”ଇସ୍ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।
”ସେତେବେଳେ ଯାକୁବ ସେଠାରେ ଏକାକୀ ରହିଲା; ତହୁଁ ଜଣେ ପୁରୁଷ ପ୍ରଭାତ ପର୍ଯ୍ୟନ୍ତ ତାହା ସହିତ ମଲ୍ଲଯୁଦ୍ଧ କଲେ। ମାତ୍ର ତାହାକୁ ଜୟ କରି ପାରିଲେ ନାହିଁ ଦେଖି ସେ ଯାକୁବର ଊରୁଦେଶର ସନ୍ଧି ସ୍ଥାନରେ ଆଘାତ କଲେ; ତାହାଙ୍କ ସହିତ ଏପ୍ରକାର ମଲ୍ଲଯୁଦ୍ଧ କରିବାରୁ ଯାକୁବର ଊରୁସନ୍ଧି ଖସିଗଲା। ଏଥିଉତ୍ତାରେ ସେହି ପୁରୁଷ କହିଲେ, “ଆମ୍ଭକୁ ଛାଡ଼,” କାରଣ ପ୍ରଭାତ ହେଲା। ତହୁଁ ଯାକୁବ କହିଲା, “ତୁମ୍ଭେ ମୋତେ ଆଶୀର୍ବାଦ ନ କଲେ, ମୁଁ ତୁମ୍ଭଙ୍କୁ ଛାଡ଼ିବି ନାହିଁ।” ପୁନର୍ବାର ସେହି ମନୁଷ୍ୟ କହିଲେ, “ତୁମ୍ଭର ନାମ କଅଣ?” ସେ କହିଲା, “ଯାକୁବ।” ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।” ସେତେବେଳେ ଯାକୁବ ପଚାରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭର ନାମ କୁହ।” ସେ କହିଲେ, “ତୁମ୍ଭେ କାହିଁକି ଆମ୍ଭର ନାମ ପଚାରୁ ଅଛ?” ତହୁଁ ସେ ସେଠାରେ ଯାକୁବକୁ ଆଶୀର୍ବାଦ କଲେ। ସେତେବେଳେ ସେହି ସ୍ଥାନର ନାମ ପେନୀୟେଲ୍ ରଖିଲା; ଯେହେତୁ ଯାକୁବ କହିଲା, “ମୁଁ ପରମେଶ୍ୱରଙ୍କୁ ମୁଖାମୁଖି ଦେଖିଲେ ହେଁ ମୋହର ପ୍ରାଣ ବଞ୍ଚିଲା।”
”ସେହି ସମୟରେ ମୋଶା ସଦାପ୍ରଭୁଙ୍କ ସହିତ ସେହି ସ୍ଥାନରେ ଚାଳିଶ ଦିବାରାତ୍ର ଅବସ୍ଥାନ କଲେ; ସେ ଅନ୍ନ ଭୋଜନ କି ଜଳ ପାନ କଲେ ନାହିଁ। ସେ ସେହି ଦୁଇ ପ୍ରସ୍ତରରେ ନିୟମବାକ୍ୟ, ଅର୍ଥାତ୍, ଦଶ ଆଜ୍ଞା ଲେଖିଲେ।
”ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ?”
”ମାତ୍ର ସେହି ସ୍ଥାନରୁ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅନ୍ୱେଷଣ କରିବ, ତେବେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଅନ୍ୱେଷଣ କଲେ, ତାହାଙ୍କର ଉଦ୍ଦେଶ୍ୟ ପାଇବ। ଯେତେବେଳେ ତୁମ୍ଭେ ସଙ୍କଟରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭ ଉପରେ ଘଟିବ, ସେହି ଶେଷ କାଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ଫେରିବ ଓ ତାହାଙ୍କ ରବ ଶୁଣିବ। ଯେହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଦୟାଳୁ ପରମେଶ୍ୱର ଅଟନ୍ତି; ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ, କି ତୁମ୍ଭକୁ ବିନଷ୍ଟ କରିବେ ନାହିଁ, କିଅବା ଶପଥ ଦ୍ୱାରା ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ କରିଅଛନ୍ତି, ତାହା ପାସୋରିବେ ନାହିଁ।
”ଯେତେବେଳେ ମୁଁ ପ୍ରସ୍ତରଦ୍ୱୟ, ଅର୍ଥାତ୍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ କୃତ ନିୟମର ଦୁଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକୁ ଗଲି, ସେତେବେଳେ ମୁଁ ପର୍ବତରେ ଚାଳିଶ ଦିନ ଓ ଚାଳିଶ ରାତ୍ରି ରହିଲି; ମୁଁ ଅନ୍ନ ଭୋଜନ କିଅବା ଜଳ ପାନ କଲି ନାହିଁ,
”ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ଦୁଷ୍କର୍ମ କରି ଯେଉଁ ପାପ କରିଥିଲ, ତୁମ୍ଭମାନଙ୍କର ସେହି ସମସ୍ତ ପାପ ସକାଶୁ ମୁଁ ପୂର୍ବ ଥର ପରି ଚାଳିଶ ଦିନ ଓ ଚାଳିଶ ରାତ୍ରି ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ରହିଲି; ମୁଁ ଅନ୍ନ ଭୋଜନ କି ଜଳ ପାନ କଲି ନାହିଁ।
”ଏହିରୂପେ ମୋହର ମୁହଁ ମାଡ଼ି ପଡ଼ିବାର ଚାଳିଶ ଦିନ ଓ ଚାଳିଶ ରାତ୍ରି ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ପୂର୍ବଥର ପରି ମୁହଁ ମାଡ଼ି ପଡ଼ି ରହିଲି; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ।
”ପ୍ରଥମ ଥର ପରି ମୁଁ ଚାଳିଶ ଦିନ ଓ ଚାଳିଶ ରାତ୍ରି ପର୍ବତରେ ରହିଲି; ପୁଣି ସେହି ଥର ମଧ୍ୟ ସଦାପ୍ରଭୁ ମୋ’ ପ୍ରତି କର୍ଣ୍ଣପାତ କଲେ; ସଦାପ୍ରଭୁ ତୁମ୍ଭକୁ ବିନାଶ କରିବା ପାଇଁ ସମ୍ମତ ହେଲେ ନାହିଁ,
”ଏଥିରେ ଯିହୋଶୂୟ ଓ ଇସ୍ରାଏଲର ପ୍ରାଚୀନଗଣ ଆପଣା ଆପଣା ବସ୍ତ୍ର ଚିରି ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ଅଧୋମୁଖ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଭୂମିରେ ପଡ଼ି ରହିଲେ; ଆଉ ଆପଣା ଆପଣା ମସ୍ତକରେ ଧୂଳି ପକାଇଲେ।
”ତେବେ ସମସ୍ତ ଇସ୍ରାଏଲ ସନ୍ତାନ ଓ ସମସ୍ତ ଲୋକ ଉଠି ବେଥେଲ୍କୁ ଯାଇ ରୋଦନ କଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ବସି ସେଦିନ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
”ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି, ଠିଆ ହୋଇ ଅନ୍ୟ ସମୟ ପରି ଶାମୁୟେଲ, ଶାମୁୟେଲ, ବୋଲି ଡାକିଲେ। ତେବେ ଶାମୁୟେଲ କହିଲେ, କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି।
”ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି।
”ଏଥିଉତ୍ତାରେ ଶଲୋମନ ଇସ୍ରାଏଲର ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଠିଆ ହେଲେ ଓ ସ୍ୱର୍ଗଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ; “ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ଉପରିସ୍ଥ ସ୍ୱର୍ଗରେ କିଅବା ନୀଚସ୍ଥ ପୃଥିବୀରେ ତୁମ୍ଭ ତୁଲ୍ୟ ପରମେଶ୍ୱର କେହି ନାହିଁ; ତୁମ୍ଭର ଯେଉଁ ଦାସମାନେ ସର୍ବାନ୍ତଃକରଣ ସହିତ ତୁମ୍ଭ ସମ୍ମୁଖରେ ଗମନାଗମନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ପାଳନ କରିଥାଅ;
”ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ନିକଟରେ ଏହିସବୁ ପ୍ରାର୍ଥନା ଓ ବିନତି-ନିବେଦନ କରିବାର ସମାପ୍ତ କରନ୍ତେ, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଜାନୁପାତରୁ ଓ ସ୍ୱର୍ଗ ଆଡ଼େ ହସ୍ତ-ବିସ୍ତାରକରଣରୁ ଉଠିଲେ।
”ଏଉତ୍ତାରେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଏଲୀୟ ଭବିଷ୍ୟଦ୍ବକ୍ତା ନିକଟବର୍ତ୍ତୀ ହୋଇ କହିଲେ, “ହେ ସଦାପ୍ରଭୁ, ଅବ୍ରହାମର ଓ ଇସ୍ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ଅଟ ଓ ମୁଁ ଯେ ତୁମ୍ଭର ସେବକ ଓ ମୁଁ ଯେ ତୁମ୍ଭ ବାକ୍ୟ ପ୍ରମାଣେ ଏହିସବୁ କାର୍ଯ୍ୟ କରିଅଛି, ଏହା ଆଜି ଜଣାଯାଉ।” ତୁମ୍ଭେ ସଦାପ୍ରଭୁ ଯେ ପରମେଶ୍ୱର ଅଟ ଓ ତୁମ୍ଭେ ଯେ ସେମାନଙ୍କର ଅନ୍ତଃକରଣ ଫେରାଇଅଛ, ଏହା ଏହି ଲୋକମାନେ ଯେପରି ଜାଣି ପାରିବେ, ଏଥିପାଇଁ ମୋ’ କଥା ଶୁଣ, ହେ ସଦାପ୍ରଭୁ, ମୋ’ କଥା ଶୁଣ। ସେତେବେଳେ ସଦାପ୍ରଭୁଙ୍କ ଅଗ୍ନି ପତିତ ହୋଇ ହୋମାର୍ଥକ ବଳି, କାଷ୍ଠ, ପ୍ରସ୍ତରସବୁ, ଧୂଳି ଗ୍ରାସ କରି ଖାଇରେ ଥିବା ଜଳ ଚାଟି ପକାଇଲା। ଏଥିରେ ସମଗ୍ର ଲୋକ ଏହା ଦେଖି ମୁହଁ ମାଡ଼ି ପଡ଼ି କହିଲେ, “ସଦାପ୍ରଭୁ ହିଁ ପରମେଶ୍ୱର, ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି।”
”ହେ ସଦାପ୍ରଭୁ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୁ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ।
”ଏଣୁ ଏବେ, ହେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର, ମୁଁ ବିନୟ କରୁଅଛି, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ୱର ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”
”ଏଥିରେ ସେ କାନ୍ଥ ଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ।
”ମାତ୍ର ଏହି ଯାବେଷ୍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲା, ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତାନ୍ତ ଆଶୀର୍ବାଦ କର, ଆମ୍ଭ ସୀମା ବୃଦ୍ଧି କର, ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି, ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର। ତହିଁରେ ପରମେଶ୍ୱର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ।
”ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, ତାହାଙ୍କ ନାମରେ ପ୍ରାର୍ଥନା କର; ଲୋକମାନଙ୍କ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।
”ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ଶକ୍ତିର ଅନ୍ୱେଷଣ କର, ସର୍ବଦା ତାହାଙ୍କ ମୁଖର ଅନ୍ୱେଷଣ କର।
”ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ, ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
”ପୁଣି, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ ଠିଆ ହେବାର;
”ଏଥିଉତ୍ତାରେ ସେ ଇସ୍ରାଏଲର ସମସ୍ତ ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଆପଣା ହସ୍ତ ବିସ୍ତାର କରି ଠିଆ ହେଲେ; କାରଣ ଶଲୋମନ ପାଞ୍ଚ ହାତ ଦୀର୍ଘ ଓ ପାଞ୍ଚ ହାତ ପ୍ରସ୍ଥ ଓ ତିନି ହାତ ଉଚ୍ଚ ଏକ ପିତ୍ତଳମୟ ମଞ୍ଚ ନିର୍ମାଣ କରି ପ୍ରାଙ୍ଗଣର ମଧ୍ୟସ୍ଥଳରେ ରଖିଥିଲେ; ଆଉ ସେ ତହିଁ ଉପରେ ଠିଆ ହୋଇ ସମସ୍ତ ଇସ୍ରାଏଲର ସମାଜ ସମ୍ମୁଖରେ ଆଣ୍ଠୁ ପାତି ସ୍ୱର୍ଗ ଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ, “ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ସ୍ୱର୍ଗରେ କିଅବା ପୃଥିବୀରେ ତୁମ୍ଭ ତୁଲ୍ୟ ପରମେଶ୍ୱର କେହି ନାହିଁ; ତୁମ୍ଭର ଯେଉଁ ଦାସମାନେ ସର୍ବାନ୍ତଃକରଣ ସହିତ ତୁମ୍ଭ ସମ୍ମୁଖରେ ଗମନାଗମନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ପାଳନ କରିଥାଅ;
”ତଥାପି ହେ ସଦାପ୍ରଭୁ, ମୋର ପରମେଶ୍ୱର, ତୁମ୍ଭ ଦାସ ତୁମ୍ଭ ସମ୍ମୁଖରେ ଯେଉଁ କାକୂକ୍ତି ଓ ପ୍ରାର୍ଥନା ନିବେଦନ କରୁଅଛି, ତାହା ଶୁଣିବା ପାଇଁ ତୁମ୍ଭେ ଆପଣା ଦାସର ପ୍ରାର୍ଥନା ଓ ବିନତିରେ ମନୋଯୋଗ କର; ତୁମ୍ଭେ ଯେଉଁ ସ୍ଥାନରେ ଆପଣା ନାମ ସ୍ଥାପନ କରିବ ବୋଲି କହିଅଛ, ସେହି ସ୍ଥାନ, ଅର୍ଥାତ୍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭର ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ। ପୁଣି ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଓ ତୁମ୍ଭ ଲୋକ ଇସ୍ରାଏଲ ପ୍ରାର୍ଥନା କଲେ, ତୁମ୍ଭେ ସେମାନଙ୍କ ବିନତିରେ ମନୋଯୋଗ କର; ହଁ, ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରୁ ତାହା ଶୁଣ ଓ ଶୁଣି କ୍ଷମା କର।
”ତେବେ ଆପଣା ଆପଣା ପୀଡ଼ା ଓ ଦୁଃଖ ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ, ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରୁ ତାହା ଶ୍ରବଣ କରି କ୍ଷମା କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ, କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ ଜାଣୁଅଛ। ତାହାହେଲେ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ତହିଁରେ ସେମାନଙ୍କ ବସତିର ସମସ୍ତ ଦିନ ତୁମ୍ଭ ପଥରେ ଚାଲିବା ପାଇଁ ସେମାନେ ତୁମ୍ଭଙ୍କୁ ଭୟ କରିବେ।
”ଏବେ, ହେ ମୋହର ପରମେଶ୍ୱର, ମୁଁ ବିନୟ କରୁଅଛି, ଏହି ସ୍ଥାନରେ ଯେଉଁ ପ୍ରାର୍ଥନା କରାଯାଏ, ତହିଁ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଓ ତୁମ୍ଭର କର୍ଣ୍ଣ ନିବିଷ୍ଟ ଥାଉ।
”ଯେବେ ଆମ୍ଭ ନାମରେ ବିଖ୍ୟାତ ଆମ୍ଭ ଲୋକମାନେ ଆପଣାମାନଙ୍କୁ ନମ୍ର କରି ପ୍ରାର୍ଥନା କରିବେ ଓ ଆମ୍ଭର ମୁଖ ଅନ୍ୱେଷଣ କରି ଆପଣା ଆପଣା କୁପଥରୁ ଫେରିବେ, ତେବେ ଆମ୍ଭେ ସ୍ୱର୍ଗରୁ ଶୁଣିବା ଓ ସେମାନଙ୍କର ପାପ କ୍ଷମା କରିବା ଓ ସେମାନଙ୍କ ଦେଶ ସୁସ୍ଥ କରିବା। ଏହି ସ୍ଥାନରେ ଯେଉଁ ପ୍ରାର୍ଥନା କରାଯାଏ, ତହିଁ ପ୍ରତି ଆମ୍ଭର ଚକ୍ଷୁ ମୁକ୍ତ ଓ ଆମ୍ଭର କର୍ଣ୍ଣ ନିବିଷ୍ଟ ଥିବ।
”ପୁଣି ସେ ସଦାପ୍ରଭୁଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ମନ ନିବିଷ୍ଟ ନ କରିବାରୁ କୁକର୍ମ କଲା।
”ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୁ, ବଳବାନ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”
”ପୁଣି ସେମାନେ ଆପଣା ଆପଣା ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କର ଅନ୍ୱେଷଣ କରିବାକୁ,
”ଏଉତ୍ତାରେ ଲେବୀୟ ଯାଜକମାନେ ଉଠି ଲୋକମାନଙ୍କୁ ଆଶୀର୍ବାଦ କଲେ; ପୁଣି ସେମାନଙ୍କ ରବରେ ମନୋଯୋଗ କରାଗଲା ଓ ସେମାନଙ୍କ ପ୍ରାର୍ଥନା ତାହାଙ୍କ ପବିତ୍ର ବାସସ୍ଥାନ ସ୍ୱର୍ଗ ପର୍ଯ୍ୟନ୍ତ ପ୍ରବେଶ କଲା।
”ଏଥିରେ ହିଜକୀୟ ରାଜା ଓ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ଏସକାଶୁ ପ୍ରାର୍ଥନା କରି ସ୍ୱର୍ଗ ଆଡ଼େ ଡାକ ପକାଇଲେ।
”ଏଥିଉତ୍ତାରେ ଆମ୍ଭମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ବାଳକ ବାଳିକା ଓ ସକଳ ସମ୍ପତ୍ତି ନିମନ୍ତେ ଏକ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ଆମ୍ଭେ ଅହବା ନଦୀ ନିକଟରେ ଉପବାସର ଘୋଷଣା କଲୁ। କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ୱାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; “ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି।” ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ। ଏହେତୁ ଆମ୍ଭେମାନେ ଉପବାସ କଲୁ ଓ ତହିଁ ନିମନ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କଲୁ; ତହିଁରେ ସେ ଆମ୍ଭମାନଙ୍କ ପ୍ରତି ପ୍ରସନ୍ନ ହେଲେ।
”ତହୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟରେ ମୁଁ ଆପଣା ଦୁଃଖିତାବସ୍ଥାରୁ ଉଠିଲି, ମୋ’ ଦେହରେ ମୋହର ଚିରା ବସ୍ତ୍ର ଓ ଚୋଗା ଥିଲା; ପୁଣି, ମୁଁ ଆପଣା ଆଣ୍ଠୁ ପାତି ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ଆଡ଼େ ହସ୍ତ ବିସ୍ତାର କରି କହିଲି, “ହେ ମୋହର ପରମେଶ୍ୱର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ୱର, ମୁଁ ତୁମ୍ଭ ଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଉର୍ଦ୍ଧ୍ୱରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି।
”ତହୁଁ ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରୁ ଉଠି ଇଲୀୟାଶୀବର ପୁତ୍ର ଯିହୋହାନନ୍ର କୋଠରିକୁ ଗଲେ; ଆଉ, ସେଠାରେ ଉପସ୍ଥିତ ହୁଅନ୍ତେ, ରୁଟି ଭୋଜନ କି ଜଳପାନ କଲେ ନାହିଁ; କାରଣ ସେ ବନ୍ଦୀତ୍ୱର ଲୋକମାନଙ୍କ ସତ୍ୟ-ଲଙ୍ଘନ ସକାଶୁ ଶୋକ କରୁଥିଲେ।
”ତହୁଁ ମୁଁ ଏହି କଥା ଶୁଣିବା ମାତ୍ରେ, ବସି ରୋଦନ କଲି ଓ କେତେକ ଦିନ ପର୍ଯ୍ୟନ୍ତ ବିଳାପ କଲି; ପୁଣି, ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଛାମୁରେ ଉପବାସ ଓ ପ୍ରାର୍ଥନା କରି କହିଲି, “ହେ ସଦାପ୍ରଭୁ, ସ୍ୱର୍ଗସ୍ଥ ପରମେଶ୍ୱର, ମୁଁ ବିନୟ କରୁଅଛି, ତୁମ୍ଭେ ମହାନ୍ ଓ ଭୟଙ୍କର ପରମେଶ୍ୱର ଅଟ, ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ସବୁ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ; ମୁଁ ତୁମ୍ଭ ବିରୁଦ୍ଧରେ ଆମ୍ଭମାନଙ୍କ କୃତ ଇସ୍ରାଏଲ ସନ୍ତାନଗଣର ପାପ ସ୍ୱୀକାର କରି ତୁମ୍ଭ ଦାସ ଇସ୍ରାଏଲର ସନ୍ତାନଗଣ ପକ୍ଷରେ ଦିବାରାତ୍ର ଏହି ସମୟରେ ତୁମ୍ଭ ଛାମୁରେ ଯେଉଁ ପ୍ରାର୍ଥନା କରୁଅଛି, ଆପଣା ଦାସର ସେହି ପ୍ରାର୍ଥନା ଶୁଣିବା ପାଇଁ ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ଓ ତୁମ୍ଭର ଚକ୍ଷୁ ମୁକ୍ତ ହେଉ; ମୁଁ ଓ ମୋହର ପିତୃବଂଶ ହିଁ ପାପ କରିଅଛୁ।
”ତହୁଁ ଏଜ୍ରା ମହାନ୍ ପରମେଶ୍ୱର ସଦାପ୍ରଭୁଙ୍କର ଧନ୍ୟବାଦ କଲେ। ପୁଣି, ସମସ୍ତ ଲୋକ ଆପଣା ଆପଣା ହସ୍ତ ଉଠାଇ “ଆମେନ୍,” “ଆମେନ୍” ବୋଲି ଉତ୍ତର କଲେ; ଆଉ, ସେମାନେ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ।
”ସେହି ମାସର ଚବିଶତମ ଦିନରେ ଇସ୍ରାଏଲ ସନ୍ତାନଗଣ ଏକତ୍ରିତ ହୋଇ ଉପବାସ କରି, ଅଖା ପିନ୍ଧି ଓ ଆପଣା ଆପଣା ମସ୍ତକ ଉପରେ ମାଟି ଦେଲେ। ଆଉ, ଇସ୍ରାଏଲ-ବଂଶ ବିଦେଶୀୟ ସମସ୍ତଙ୍କଠାରୁ ଆପଣାମାନଙ୍କୁ ପୃଥକ୍ କଲେ, ପୁଣି ଠିଆ ହୋଇ ଆପଣା ଆପଣା ପାପ ଓ ଆପଣା ଆପଣା ପୂର୍ବପୁରୁଷଗଣଙ୍କ ଅପରାଧ ସ୍ୱୀକାର କଲେ।
”ଆଉ, ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜାଜ୍ଞା ଓ ନିୟମପତ୍ର ପହଞ୍ଚିଲା, ସେହି ସକଳ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା, ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ।
”“ତୁମ୍ଭେ ଯାଇ ଶୂଶନ୍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋ’ ନିମନ୍ତେ ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିଅବା ରାତ୍ରିରେ କିଛି ଭୋଜନ କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି।”
”ସେତେବେଳେ ଆୟୁବ ଉଠି ଆପଣା ବସ୍ତ୍ର ଚିରିଲା ଓ ଆପଣା ମସ୍ତକ କ୍ଷୌର କଲା ଓ ଭୂମିରେ ପଡ଼ି ଉପାସନା କଲା;
”ମାତ୍ର ମୁଁ ପରମେଶ୍ୱରଙ୍କର ଅନ୍ଵେଷଣ କରିବି ଓ ମୁଁ ଆପଣା ବିଷୟ ପରମେଶ୍ୱରଙ୍କଠାରେ ସମର୍ପଣ କରିବି। ପରମେଶ୍ୱର ମହାନ, ଅନନୁସନ୍ଧେୟ ଏବଂ ଅସଂଖ୍ୟ ଆଶ୍ଚର୍ଯ୍ୟ କର୍ମ କରନ୍ତି;
”ଯଦି ତୁମ୍ଭେ ଯତ୍ନପୂର୍ବକ ପରମେଶ୍ୱରଙ୍କର ଅନ୍ଵେଷଣ କର; ଓ ସର୍ବଶକ୍ତିମାନଙ୍କ ନିକଟରେ ଆପଣା ନିବେଦନ ଜଣାନ୍ତ;
”ଯଦି ତୁମ୍ଭେ ଯଥାର୍ଥ ରୂପେ ଆପଣା ଅନ୍ତଃକରଣ ସୁସ୍ଥିର କରି ତାହାଙ୍କ ଆଡ଼େ ଆପଣା ହସ୍ତ ବିସ୍ତାର କର;
”ତେବେ ତୁମ୍ଭେ ଡାକ, ମୁଁ ଉତ୍ତର ଦେବି; ଅବା ମୁଁ କହେ, ତୁମ୍ଭେ ମୋତେ ଉତ୍ତର ଦିଅ।
”ତୁମ୍ଭେ ତାହାଙ୍କ ନିକଟରେ ପ୍ରାର୍ଥନା କରିବ ଓ ସେ ତୁମ୍ଭ କଥା ଶୁଣିବେ ଓ ତୁମ୍ଭେ ଆପଣା ମାନତ ପରିଶୋଧ କରିବ।
”ଦୁଷ୍ଟ ଲୋକଙ୍କ ଅହଙ୍କାର ସକାଶୁ ସେମାନେ କ୍ରନ୍ଦନ କରନ୍ତି, ମାତ୍ର କେହି ଉତ୍ତର ଦିଏ ନାହିଁ। ନିଶ୍ଚୟ ପରମେଶ୍ୱର ଅସାର କଥା ଶୁଣିବେ ନାହିଁ, କିଅବା ସର୍ବଶକ୍ତିମାନ ତାହା ଆଦର କରିବେ ନାହିଁ।
”ପୁଣି, ଆୟୁବ ଆପଣା ମିତ୍ରମାନଙ୍କ ପାଇଁ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାହାର ବନ୍ଦୀ ଅବସ୍ଥା ପରିବର୍ତ୍ତନ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ତାହାର ପୂର୍ବ ସମ୍ପଦର ଦ୍ୱିଗୁଣ ପ୍ରଦାନ କଲେ।
”ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। [ସେଲା]
”ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ମୋହର ଧର୍ମ ସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ; ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ।
”ପ୍ରଧାନ ବାଦ୍ୟକର ନିମନ୍ତେ ବଂଶୀ ଯନ୍ତ୍ରରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ମୋ’ ବାକ୍ୟରେ କର୍ଣ୍ଣ ଦିଅ, ମୋହର କାକୂକ୍ତି ବିବେଚନା କର। ହେ ମୋହର ରାଜନ୍, ହେ ମୋହର ପରମେଶ୍ୱର, ମୋହର ଆର୍ତ୍ତରବରେ ମନୋଯୋଗ କର, କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ। ହେ ସଦାପ୍ରଭୁ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ; ମୁଁ ପ୍ରାତଃକାଳରେ ତୁମ୍ଭ ନିକଟରେ ଆପଣା ପ୍ରାର୍ଥନା ସଜାଇବି ଓ ଜଗି ରହିବି।
”ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ।
”ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ୱର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର।
”ଦାଉଦଙ୍କର ପ୍ରାର୍ଥନା। ହେ ସଦାପ୍ରଭୁ, ନ୍ୟାୟବାଦ ଶୁଣ, ମୋ’ କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋ’ ପ୍ରାର୍ଥନାରେ କର୍ଣ୍ଣପାତ କର।
”ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ୱର, ତୁମ୍ଭେ ମୋତେ ଉତ୍ତର ଦେବ; ମୋ’ ପ୍ରତି କର୍ଣ୍ଣ ଡେର ଓ ମୋ’ର କଥା ଶୁଣ।
”ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋ’ ପରମେଶ୍ୱରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି, ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା।
”ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋ’ ପରିତ୍ରାଣର ପରମେଶ୍ୱର ଅଟ; ମୁଁ ସାରାଦିନ ତୁମ୍ଭର ଅନୁସରଣ କରେ।
”ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।
”ହେ ସଦାପ୍ରଭୁ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ; ମୋ’ ପ୍ରତି ଦୟା କର ଓ ମୋତେ ଉତ୍ତର ଦିଅ। ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,” ମୋ’ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୁ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।”
”ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।
”ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋ’ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋ’ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି। ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, ତୁମ୍ଭ ମହାପବିତ୍ର ସ୍ଥାନ ଆଡ଼େ ଆପଣା ହସ୍ତ ଟେକିବା ବେଳେ, ମୋ’ ନିବେଦନର ରବ ଶ୍ରବଣ କର।
”ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ; ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କର। ମୋ’ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋ’ ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ।
”ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ। ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ୍ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ। ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ। ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି। ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।
”ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି। ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ। ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ। ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।
”ମୁଁ ମହାସମାଜ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି। ମୁଁ ମହାଜନତା ମଧ୍ୟରେ ତୁମ୍ଭର ପ୍ରଶଂସା କରିବି।
”ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।
”ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ଓ ମୋ’ ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; ମୋ’ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ।
”ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ।
”ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭର କୃତ ଆଶ୍ଚର୍ଯ୍ୟ କର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ।
”ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେହି ସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ନିରନ୍ତର କହନ୍ତୁ, ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ। ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ତଥାପି ପ୍ରଭୁ ମୋ’ ବିଷୟ ଚିନ୍ତା କରନ୍ତି; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ମୋହର ପରମେଶ୍ୱର, ବିଳମ୍ବ କର ନାହିଁ।
”ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ।
”କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ। ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। [ସେଲା]
”ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର; ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”
”ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ; ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ।
”ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍। ହେ ପରମେଶ୍ୱର, ମୋ’ ପ୍ରାର୍ଥନାରେ କର୍ଣ୍ଣପାତ କର; ମୋ’ ବିନତିରୁ ଆପଣାକୁ ଲୁଚାଅ ନାହିଁ।
”ମାତ୍ର ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ। ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି; ଆଉ, ସେ ମୋ’ ରବ ଶୁଣିବେ।
”ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ।
”ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭର ଅନୁସରଣ କରିବି; କାରଣ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ ଅଟନ୍ତି। ମୋହର ଦୟାବାନ ପରମେଶ୍ୱର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ୱର ମୋ’ ଶତ୍ରୁମାନଙ୍କ ଉପରେ ମୋ’ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ।
”ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋହର କାକୂକ୍ତି ଶୁଣ; ମୋ’ ପ୍ରାର୍ଥନାରେ ମନୋଯୋଗ କର। ମୋ’ ମନ ଉଦ୍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋ’ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ।
”ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଦାଉଦଙ୍କର ଗୀତ। ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ। କେବଳ ସେ ମୋହର ଶୈଳ ଓ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି।
”ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ। କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି। ମୋହର ପରିତ୍ରାଣ ଓ ମୋହର ଗୌରବ ପରମେଶ୍ୱରଙ୍କଠାରେ ଅଛି; ମୋ’ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ୱରଙ୍କଠାରେ ଅଛି। ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। [ସେଲା]
”ଦାଉଦଙ୍କର ଗୀତ, ସେ ଯିହୁଦା-ପ୍ରାନ୍ତରରେ ଥିବା ବେଳେ ରଚିତ। ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋ’ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋ’ ଶରୀର ତୁମ୍ଭ ପାଇଁ ଲାଳସା କରେ।
”ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି ଓ ମୋ’ ଜିହ୍ୱା ଦ୍ୱାରା ସେ ପ୍ରତିଷ୍ଠିତ ହେଲେ। ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋ’ କଥା ଶୁଣିବେ ନାହିଁ; ମାତ୍ର ନିଶ୍ଚୟ ପରମେଶ୍ୱର ମୋ’ କଥା ଶୁଣିଅଛନ୍ତି, ସେ ମୋ’ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି। ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ମୋହର ପ୍ରାର୍ଥନା କିଅବା ମୋ’ଠାରୁ ଆପଣା ଦୟା ଦୂର କରି ନାହାନ୍ତି।
”ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ୱରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ।
”ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ୱରଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ।
”ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ; ଅଲ୍-ତଶ୍ହେତ୍ ସ୍ୱରରେ ଆସଫର ଗୀତ। ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ; ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ; ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରନ୍ତି।
”ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଆସଫର ଗୀତ। ମୁଁ ପରମେଶ୍ୱରଙ୍କ ନିକଟରେ ସ୍ୱରବରେ କାକୂକ୍ତି କରିବି; ପରମେଶ୍ୱରଙ୍କ ନିକଟରେ ହିଁ ସ୍ୱରବରେ କାକୂକ୍ତି କରିବି, ତହିଁରେ ସେ ମୋ’ ପ୍ରତି କର୍ଣ୍ଣପାତ କରିବେ। ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ୱେଷଣ କଲି; ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା।
”ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ।
”ହେ ସଦାପ୍ରଭୁ, ମୋ’ ପ୍ରାର୍ଥନାରେ କର୍ଣ୍ଣପାତ କର ଓ ମୋ’ ନିବେଦନର ରବରେ ମନୋଯୋଗ କର। ମୋହର ସଙ୍କଟ ଦିନରେ ମୁଁ ତୁମ୍ଭଙ୍କୁ ଡାକିବି; କାରଣ ତୁମ୍ଭେ ମୋତେ ଉତ୍ତର ଦେବ।
”ଗୀତ; କୋରହ-ସନ୍ତାନଗଣର ଗୀତ। ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ଲୀୟନ୍ନୋତ୍ ସ୍ୱରରେ ଇଷ୍ରାହୀୟ ହେମନର ମସ୍କୀଲ୍। ସଦାପ୍ରଭୁ, ମୋ’ ପରିତ୍ରାଣର ପରମେଶ୍ୱର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୂକ୍ତି କରିଅଛି; ମୋ’ ପ୍ରାର୍ଥନା ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ମୋ’ କାକୂକ୍ତିରେ କର୍ଣ୍ଣପାତ କର;
”ମାତ୍ର ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରିଅଛି ଓ ପ୍ରଭାତରେ ମୋ’ ପ୍ରାର୍ଥନା ତୁମ୍ଭ ନିକଟରେ ଉପସ୍ଥିତ ହେବ।
”ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ।
”ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।
”ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା।
”ଗୀତ: ବିଶ୍ରାମବାର ନିମିତ୍ତକ ଗୀତ। ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ, ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର, ପୁଣି, ଦଶତାର-ଯନ୍ତ୍ର ଓ ନେବଲରେ, ବୀଣାର ଗମ୍ଭୀର ଧ୍ୱନିରେ,
”ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ; କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର, ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ। ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;
”ଅବସନ୍ନ କାଳେ ସଦାପ୍ରଭୁଙ୍କ ଛାମୁରେ ଆପଣା ଖେଦର କଥା ଭାଙ୍ଗି ଜଣାଇବା ବେଳେ ଦୁଃଖୀ ଲୋକର ପ୍ରାର୍ଥନା। ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ଓ ମୋ’ କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ। ମୋ’ ସଙ୍କଟ ଦିନରେ ମୋ’ଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; ମୋ’ ପ୍ରତି ଆପଣା କର୍ଣ୍ଣ ଡେର; ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ।
”ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି ଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି।
”ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ। ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ୱେଷଣ କର; ସଦାସର୍ବଦା ତାହାଙ୍କ ମୁଖ ଅନ୍ୱେଷଣ କର।
”ଉପବାସରେ ମୋ’ ଆଣ୍ଠୁ ଦୁର୍ବଳ ଅଛି ଓ ମେଦର ଅଭାବରୁ ମୋ’ ମାଂସ କ୍ଷୀଣ ହୁଏ।
”ମୁଁ ସଦାପ୍ରଭୁଙ୍କୁ ପ୍ରେମ କରେ, କାରଣ ସେ ମୋ’ ରବ ଓ ବିନତି ଶୁଣିଅଛନ୍ତି। ସେ ମୋ’ ପ୍ରତି କର୍ଣ୍ଣପାତ କରିଅଛନ୍ତି, ଏଥିପାଇଁ ମୁଁ ବଞ୍ଚିଥିବାଯାଏ, ତାହାଙ୍କ ନିକଟରେ ପ୍ରାର୍ଥନା କରିବି। ମୃତ୍ୟୁୁର ରଜ୍ଜୁ ମୋତେ ଘେରିଲା, ପାତାଳର ଯନ୍ତ୍ରଣା ମୋତେ ଧରିଲା; ମୁଁ ସଙ୍କଟ ଓ ଦୁଃଖରେ ପଡ଼ିଲି। ସେତେବେଳେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି; “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୋ’ ପ୍ରାଣକୁ ଉଦ୍ଧାର କର।”
”ମୁଁ ତୁମ୍ଭ ନିକଟରେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରିବି, ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।
”ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି; ସଦାପ୍ରଭୁ ମୋତେ ଉତ୍ତର ଦେଇ ପ୍ରଶସ୍ତ ସ୍ଥାନରେ ସ୍ଥାପନ କଲେ।
”ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ ଓ ମୋହର ପରିତ୍ରାଣ ହୋଇଅଛି।
”ଯେଉଁମାନେ ତାହାଙ୍କ ପ୍ରମାଣ-ବାକ୍ୟସବୁ ପାଳନ କରନ୍ତି, ଯେଉଁମାନେ ସର୍ବାନ୍ତଃକରଣରେ ତାହାଙ୍କୁ ଖୋଜନ୍ତି, ସେମାନେ ଧନ୍ୟ।
”ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛି; ମୋତେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମିବାକୁ ଦିଅ ନାହିଁ।
”ମୁଁ ସର୍ବାନ୍ତଃକରଣରେ ପ୍ରାର୍ଥନା କରିଅଛି; “ହେ ସଦାପ୍ରଭୁ, ମୋତେ ଉତ୍ତର ଦିଅ; ମୁଁ ତୁମ୍ଭର ବିଧି ପାଳନ କରିବି। ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି; ମୋତେ ତ୍ରାଣ କର, ତହିଁରେ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ମାନିବି।” ମୁଁ ଅରୁଣୋଦୟ ପୂର୍ବେ ଆର୍ତ୍ତନାଦ କଲି; ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଲି। ମୁଁ ଯେପରି ତୁମ୍ଭ ବାକ୍ୟ ଧ୍ୟାନ କରିବି, ଏଥିପାଇଁ ରାତ୍ରିର ପ୍ରତ୍ୟେକ ପ୍ରହର ପୂର୍ବେ ମୋହର ଚକ୍ଷୁ ପ୍ରସ୍ତୁତ ହେଲା। ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋହର ରବ ଶୁଣ; ହେ ସଦାପ୍ରଭୁ, ଆପଣା ଶାସନାନୁସାରେ ମୋତେ ସଚେତ କର।
”ଆରୋହଣ-ଗୀତ। ହେ ସଦାପ୍ରଭୁ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି। ହେ ପ୍ରଭୁ, ମୋ’ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋ’ ବିନତି-ରବରେ ମନୋଯୋଗ କରୁ।
”ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋ’ ପ୍ରାଣ ଅପେକ୍ଷା କରୁଅଛି, ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି। ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋ’ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ; ହଁ, ପ୍ରହରୀମାନଙ୍କର ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ଅଧିକ।
”ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
”ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
”ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
”ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋ’ ପକ୍ଷରେ ସତ୍ୱର ହୁଅ; ମୁଁ ଡାକିବା ବେଳେ ମୋ’ ରବରେ କର୍ଣ୍ଣ ଦିଅ। ସୁଗନ୍ଧି ଧୂପ ପରି ମୋ’ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର ହସ୍ତ ଉତ୍ତୋଳନ ତୁମ୍ଭ ଛାମୁରେ ଉପସ୍ଥିତ ହେଉ।
”ଗୁମ୍ଫାରେ ଥିଲା ବେଳେ ଦାଉଦଙ୍କର ମସ୍କୀଲ୍; ପ୍ରାର୍ଥନା। ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରେ; ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ; ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ।
”ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ; ମୋ’ ନିବେଦନରେ କର୍ଣ୍ଣପାତ କର; ତୁମ୍ଭର ବିଶ୍ୱସ୍ତତା ଓ ଧର୍ମରେ ମୋତେ ଉତ୍ତର ଦିଅ।
”ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ; ତୁମ୍ଭେ ଉପଯୁକ୍ତ ସମୟରେ ସେମାନଙ୍କୁ ଆହାର ଦେଉଅଛ। ତୁମ୍ଭେ ଆପଣା ହସ୍ତ ମେଲାଇ ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଅଛ। ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି, ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି। ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; ଆହୁରି, ସେ ସେମାନଙ୍କର କାକୂକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ।
”ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯତ୍ନରେ ମୋହର ଅନ୍ୱେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ। କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ; ସେମାନେ ମୋହର କୌଣସି ଉପଦେଶ ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟ ଜ୍ଞାନ କଲେ।
”ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।
”ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ।
”ତୁମ୍ଭେ ଆପଣା ମୁଖରେ ଅବିବେକୀ ହୁଅ ନାହିଁ ଓ ପରମେଶ୍ୱରଙ୍କ ସାକ୍ଷାତରେ କୌଣସି କଥା କହିବା ପାଇଁ ତୁମ୍ଭର ଚିତ୍ତ ଚଞ୍ଚଳ ନ ହେଉ; କାରଣ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି ଓ ତୁମ୍ଭେ ପୃଥିବୀରେ ଅଛ; ଏହେତୁ ତୁମ୍ଭେ କଥା କହିବା ପୁର୍ବରୁ ଭଲ ଭାବରେ ଚିନ୍ତା କର।
”ଆମ୍ଭ ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବସବୁ ଘୃଣା କରେ; ସେହିସବୁ ଆମ୍ଭ ପ୍ରତି କ୍ଲେଶକର; ଆମ୍ଭେ ସେହିସବୁ ବହିବାକୁ କ୍ଳାନ୍ତ ହୋଇଅଛୁ। ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ। ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;
”ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି।
”ରାତ୍ରିକାଳରେ ମୁଁ ଆପଣା ପ୍ରାଣ ସହିତ ତୁମ୍ଭର ଆକାଂକ୍ଷା କରିଅଛି; ହଁ, ମୁଁ ଆପଣା ଅନ୍ତରସ୍ଥ ଆତ୍ମା ସହିତ ଶୀଘ୍ର ତୁମ୍ଭର ଅନ୍ୱେଷଣ କରିବି; କାରଣ ପୃଥିବୀରେ ତୁମ୍ଭର ଶାସନସକଳ ପ୍ରକାଶିତ ହେଲେ ଜଗନ୍ନିବାସୀମାନେ ଧର୍ମ ଶିକ୍ଷା କରନ୍ତି।
”ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ; ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବା ମାତ୍ରେ ତୁମ୍ଭକୁ ଉତ୍ତର ଦେବେ।
”ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।
”ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
”ସେହି ସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନାଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ।
”ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଲେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କ’ଣ ମନୋନୀତ କରିଅଛୁ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର, ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ? ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ି ଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର,
”ମାତ୍ର ତୁମ୍ଭମାନଙ୍କର ଅପରାଧସବୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଥିପାଇଁ ସେ ଶୁଣିବେ ନାହିଁ।
”“ଯେଉଁମାନେ ଆମ୍ଭ ବିଷୟ ପଚାରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଉଅଛୁ; ଯେଉଁମାନେ ଆମ୍ଭର ଅନ୍ୱେଷଣ କଲେ ନାହିଁ, ସେମାନେ ଆମ୍ଭକୁ ପ୍ରାପ୍ତ ହେଉଅଛନ୍ତି; ଯେଉଁ ଦେଶୀୟ ଲୋକେ ଆମ୍ଭ ନାମରେ ଖ୍ୟାତ ହୋଇ ନ ଥିଲେ, ସେମାନଙ୍କୁ, ଆମ୍ଭକୁ ଦେଖ, ଆମ୍ଭକୁ ଦେଖ ବୋଲି ଆମ୍ଭେ କହିଲୁ।
”ପୁଣି, ଏହା ଘଟିବ ଯେ, ସେମାନେ ଡାକିବା ପୂର୍ବେ ଆମ୍ଭେ ଉତ୍ତର ଦେବା ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।
”ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା, ସେମାନେ ତହିଁରୁ ରକ୍ଷା ପାଇ ପାରିବେ ନାହିଁ; ପୁଣି, ସେମାନେ ଆମ୍ଭ ନିକଟରେ ଆର୍ତ୍ତସ୍ୱର କରିବେ, ମାତ୍ର ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ। ତହୁଁ ଯିହୁଦାର ନଗରସମୂହ ଓ ଯିରୂଶାଲମ ନିବାସୀଗଣ ଯେଉଁ ଦେବଗଣ ନିକଟରେ ଧୂପ ଜ୍ୱଳାନ୍ତି, ସେମାନଙ୍କ ନିକଟକୁ ଯାଇ ଆର୍ତ୍ତସ୍ୱର କରିବେ; ମାତ୍ର ସେମାନେ ସେହି ବିପଦ ସମୟରେ ସେମାନଙ୍କୁ କିଛି ଉଦ୍ଧାର କରିବେ ନାହିଁ।
”କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେ ସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ। ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା। ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।” ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହିସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା,” ଏହା ସଦାପ୍ରଭୁ କହନ୍ତି; “ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।”
”ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।’
”ଏଣୁ ତୁମ୍ଭେ ଯାଅ, ପୁଣି ମୋ’ ମୁଖରୁ ଶୁଣି ଯାହା ଯାହା ଏହି ନଳାକାର ପୁସ୍ତକରେ ଲେଖିଅଛ, ସଦାପ୍ରଭୁଙ୍କର ସେହି ସକଳ ବାକ୍ୟ ଉପବାସ ଦିନ ସଦାପ୍ରଭୁଙ୍କ ଗୃହରେ ଲୋକମାନଙ୍କ କର୍ଣ୍ଣଗୋଚରରେ ପାଠ କର; ମଧ୍ୟ ଆପଣା ଆପଣା ନଗରରୁ ଆଗତ ଯିହୁଦାର ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ତୁମ୍ଭେ ତାହା ପାଠ କରିବ। ହୋଇପାରେ, ସେମାନେ ସଦାପ୍ରଭୁଙ୍କ ସାକ୍ଷାତରେ ଆପଣା ଆପଣାର ନିବେଦନ ଜଣାଇବେ ଓ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; କାରଣ ସଦାପ୍ରଭୁ ଏହି ଲୋକମାନଙ୍କ ବିରୁଦ୍ଧରେ ମହାକ୍ରୋଧ ଓ ପ୍ରଚଣ୍ଡ କୋପର କଥା କହିଅଛନ୍ତି।”
”ସଦାପ୍ରଭୁ କହନ୍ତି, “ସେଦିନରେ ଓ ସେସମୟରେ ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇ ଆସିବେ; ସେମାନେ କ୍ରନ୍ଦନ କରୁ କରୁ ପଥରେ ଗମନ କରିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବେ। ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ‘ତୁମ୍ଭେମାନେ ଆସ, ଅନନ୍ତ କାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’
”ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ୱେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି। ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ।
”ଆମ୍ଭେମାନେ ସ୍ୱର୍ଗ ନିବାସୀ ପରମେଶ୍ୱରଙ୍କ ଆଡ଼େ କୃତାଞ୍ଜଳିପୂର୍ବକ ଆପଣା ଆପଣା ହୃଦୟ ଉଠାଉ।
”ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ଏଉତ୍ତାରେ ତୁମ୍ଭେ ଏହା ଅପେକ୍ଷା ପୁନର୍ବାର ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।” ଏଥିଉତ୍ତାରେ ସେ ମୋତେ ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ, ଆଉ ଦେଖ, ସଦାପ୍ରଭୁଙ୍କ ମନ୍ଦିରର ଦ୍ୱାର ନିକଟରେ, ବାରଣ୍ଡା ଓ ଯଜ୍ଞବେଦିର ମଧ୍ୟସ୍ଥାନରେ ଊଣାଧିକ ପଚିଶ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ପ୍ରତି ପିଠି କରି ଓ ପୂର୍ବଦିଗ ପ୍ରତି ମୁଖ କରିଅଛନ୍ତି; ଆଉ, ସେମାନେ ପୂର୍ବଦିଗ ପ୍ରତି ସୂର୍ଯ୍ୟକୁ ପ୍ରଣାମ କଲେ। ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ଏହି ସ୍ଥାନରେ ଯିହୁଦା-ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷୀରେ ଲଘୁ ବିଷୟ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ୱିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି। ଏଥିପାଇଁ ଆମ୍ଭେ ମଧ୍ୟ କୋପରେ ବ୍ୟବହାର କରିବା; ଚକ୍ଷୁ ଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ; ଆଉ, ଯଦ୍ୟପି ସେମାନେ ଆମ୍ଭ କର୍ଣ୍ଣଗୋଚରରେ ଉଚ୍ଚସ୍ୱରରେ ଡାକନ୍ତି, ତଥାପି ଆମ୍ଭେ ସେମାନଙ୍କ କଥା ଶୁଣିବା ନାହିଁ।”
”ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି; ସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ। ହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି, ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ନିବେଦନର ବିଷୟ ଏବେ ମୋତେ ଜଣାଇଅଛ; କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ।
”ରାଜ୍ୟର ଅଧ୍ୟକ୍ଷଗଣ, ରାଜପ୍ରତିନିଧିଗଣ ଓ କ୍ଷିତିପାଳଗଣ, ମନ୍ତ୍ରୀ ଓ ଦେଶାଧ୍ୟକ୍ଷଗଣ ସମସ୍ତେ ଏକତ୍ର ମନ୍ତ୍ରଣା କରି ଏପରି ଏକ ରାଜାଜ୍ଞା ଓ ଦୃଢ଼ ନିଷେଧ-ବିଧି ସ୍ଥାପନ କରିବାକୁ ବିଚାର କରିଅଛନ୍ତି ଯେ, ଯଦି କେହି ତିରିଶ ଦିନ ପର୍ଯ୍ୟନ୍ତ ମହାରାଜାଙ୍କ ବିନା କୌଣସି ଦେବତା କିଅବା ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ। ଏବେ ହେ ମହାରାଜ, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ଏହି ନିଷେଧ-ବିଧି ଯେପରି ପରିବର୍ତ୍ତିତ ନ ହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଓ ଏହି ଲେଖାରେ ସ୍ୱାକ୍ଷର କରନ୍ତୁ। ଏଣୁ ରାଜା ଦାରୀୟାବସ ସେହି ଲେଖା ଓ ନିଷେଧ- ବିଧିରେ ସ୍ୱାକ୍ଷର କଲା।
”ଏଥିଉତ୍ତାରେ ଏହି ଲେଖା ସ୍ୱାକ୍ଷରିତ ହୋଇଅଛି ବୋଲି ଜାଣିଲା ଉତ୍ତାରେ ଦାନିୟେଲ ଆପଣା ଗୃହକୁ ଗଲେ; ତାଙ୍କ କୋଠରିର ଝରକା ଯିରୂଶାଲମ ଆଡ଼େ ମେଲା ଥିଲା; ପୁଣି, ସେ ପୂର୍ବେ ଯେପରି କରିଥାଆନ୍ତି, ତଦନୁସାରେ ଦିନ ମଧ୍ୟରେ ତିନି ଥର ଆଣ୍ଠୁପାତି ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କ ଛାମୁରେ ଧନ୍ୟବାଦ ପ୍ରଦାନ କଲେ। ଏଥିରେ ସେହି ଲୋକମାନେ ଏକତ୍ର ହୋଇ ଦାନିୟେଲଙ୍କୁ ତାଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା ଓ ନିବେଦନ କରିବାର ଦେଖିଲେ। ସେତେବେଳେ ସେମାନେ ରାଜାର ନିକଟକୁ ଯାଇ ରାଜକୀୟ ନିଷେଧ-ବିଧି ବିଷୟରେ ତାଙ୍କ ଛାମୁରେ କହିଲେ, ଯଥା; ହେ ମହାରାଜ, ଯେଉଁ କୌଣସି ଲୋକ ତିରିଶ ଦିନ ମଧ୍ୟରେ ଆପଣଙ୍କ ବିନା କୌଣସି ଦେବତା କି ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ, ଏପରି ଏକ ନିଷେଧ ପତ୍ରରେ କି ଆପଣ ସ୍ୱାକ୍ଷର କରି ନାହାନ୍ତି? ରାଜା ଉତ୍ତର କରି କହିଲା, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ତାହା ସ୍ଥିର ହୋଇଅଛି। ତହିଁରେ ସେମାନେ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, ହେ ମହାରାଜ, ନିର୍ବାସିତ ଯିହୁଦୀ-ସନ୍ତାନଗଣ ମଧ୍ୟରେ ଜଣେ ଯେ ଦାନିୟେଲ, ସେ ଆପଣଙ୍କୁ କିଅବା ଆପଣଙ୍କ ସ୍ୱାକ୍ଷରିତ ନିଷେଧ ପତ୍ରକୁ ମାନ୍ୟ କରେ ନାହିଁ, ମାତ୍ର ଦିନ ମଧ୍ୟରେ ତିନି ଥର ପ୍ରାର୍ଥନା କରେ।
”ଏଣୁ ମୁଁ ଉପବାସ, ଚଟ ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ଵେଷଣ କରିବା ପାଇଁ ତାହାଙ୍କ ପ୍ରତି ଦୃଷ୍ଟି କଲି। ପୁଣି, ମୁଁ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି ଓ ପାପ ସ୍ୱୀକାର କରି କହିଲି, ହେ ପ୍ରଭୁ, ତୁମ୍ଭେ ମହାନ ଓ ଭୟାନକ ପରମେଶ୍ୱର, ଯେଉଁମାନେ ତୁମ୍ଭଙ୍କୁ ପ୍ରେମ କରନ୍ତି ଓ ତୁମ୍ଭର ଆଜ୍ଞା ପାଳନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ରକ୍ଷା କରିଥାଅ। ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁ ଓ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ, ଆଉ ତୁମ୍ଭର ବିଧି ଓ ଶାସନର ପଥ ତ୍ୟାଗ କରିଅଛୁ।
”ଏହେତୁ ହେ ଆମ୍ଭମାନଙ୍କର ପରମେଶ୍ୱର, ଏବେ ତୁମ୍ଭ ଦାସର ପ୍ରାର୍ଥନା ଓ ବିନତିରେ କର୍ଣ୍ଣପାତ କର ଓ ତୁମ୍ଭର ଏହି ଯେଉଁ ଧର୍ମଧାମ ଧ୍ୱଂସିତ ହୋଇଅଛି, ତହିଁ ପ୍ରତି ପ୍ରଭୁଙ୍କ ସକାଶେ ଆପଣା ମୁଖ ପ୍ରସନ୍ନ କର। ହେ ମୋର ପରମେଶ୍ୱର, କର୍ଣ୍ଣ ଡେରି ଶୁଣ; ଆପଣା ଚକ୍ଷୁ ମେଲି ଆମ୍ଭମାନଙ୍କର ଉଚ୍ଛିନ୍ନତା ପ୍ରତି ଓ ତୁମ୍ଭ ନାମରେ ଖ୍ୟାତ ଏହି ନଗର ପ୍ରତି ଦୃଷ୍ଟିପାତ କର; କାରଣ ଆମ୍ଭେମାନେ ନିଜ ଧାର୍ମିକତା ସକାଶୁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭ ଛାମୁରେ ଆମ୍ଭମାନଙ୍କର ନିବେଦନ ଉତ୍ସର୍ଗ କରୁଅଛୁ। ହେ ପ୍ରଭୁ, ଶୁଣ; ହେ ପ୍ରଭୁ, କ୍ଷମା କର; ହେ ପ୍ରଭୁ, ମନୋଯୋଗ କରି କର୍ମ କର; ବିଳମ୍ବ ନ କର; ହେ ମୋ’ର ପରମେଶ୍ୱର, ନିଜ ସକାଶେ କର୍ମ କର, କାରଣ ତୁମ୍ଭର ନଗର ଓ ତୁମ୍ଭର ଲୋକମାନେ ତୁମ୍ଭ ନାମରେ ଖ୍ୟାତ ଅଟନ୍ତି।
”ଏହିରୂପେ ମୁଁ ନିବେଦନ ଓ ପ୍ରାର୍ଥନା କରୁଥିଲି, ପୁଣି ମୋ’ର ପାପ ଓ ମୋ’ର ଇସ୍ରାଏଲ ଲୋକଙ୍କର ପାପ ସ୍ୱୀକାର କରୁଥିଲି, ଆଉ ମୋ’ ପରମେଶ୍ୱରଙ୍କ ପବିତ୍ର ପର୍ବତ ନିମନ୍ତେ ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ଛାମୁରେ ଆପଣା ନିବେଦନ ଉତ୍ସର୍ଗ କରୁଥିଲି; ଏପରି ମୁଁ ପ୍ରାର୍ଥନା କରି କଥା କହୁ କହୁ ଆଦ୍ୟରେ ଦର୍ଶନରେ ମୁଁ ଯାହାଙ୍କୁ ଦେଖିଥିଲି, ସେହି ପୁରୁଷ ଗାବ୍ରିଏଲ ଶୀଘ୍ର ଉଡ଼ିବା ପାଇଁ ଆଦେଶପ୍ରାପ୍ତ ହୋଇ ପ୍ରାୟ ସନ୍ଧ୍ୟାକାଳୀନ ନୈବେଦ୍ୟ ସମୟରେ ଆସି ମୋତେ ସ୍ପର୍ଶ କଲେ। ପୁଣି, ସେ ମୋତେ ଶିକ୍ଷା ଦେଲେ ଓ ମୋ’ ସଙ୍ଗେ କଥାବାର୍ତ୍ତା କରି କହିଲେ, ହେ ଦାନିୟେଲ, ମୁଁ ଏବେ ତୁମ୍ଭକୁ ବୁଦ୍ଧିର କୌଶଳ ଦେବାକୁ ଆସିଲି। ତୁମ୍ଭର ବିନତିର ଆରମ୍ଭ ସମୟରେ ଆଜ୍ଞା ନିର୍ଗତ ହେଲା, ଆଉ ତୁମ୍ଭକୁ ଜଣାଇବା ପାଇଁ ମୁଁ ଆସିଅଛି, କାରଣ ତୁମ୍ଭେ ଅତ୍ୟନ୍ତ ପ୍ରିୟପାତ୍ର; ଏଥିପାଇଁ ଏ ବିଷୟ ବିବେଚନା କର ଓ ଦର୍ଶନ ବୁଝ।
”ସେହି ସମୟରେ ମୁଁ, ଦାନିୟେଲ, ପୂର୍ଣ୍ଣ ତିନି ସପ୍ତାହ ପର୍ଯ୍ୟନ୍ତ ଶୋକ କରୁଥିଲି। ପୂର୍ଣ୍ଣ ତିନି ସପ୍ତାହ ସମାପ୍ତ ହେବା ପର୍ଯ୍ୟନ୍ତ ମୁଁ କୌଣସି ସୁସ୍ୱାଦ ଖାଦ୍ୟ ଭୋଜନ କଲି ନାହିଁ, କିଅବା ମାଂସ ଅବା ଦ୍ରାକ୍ଷାରସ ମୋ’ ମୁଖରେ ପ୍ରବେଶ କଲା ନାହିଁ, ଅଥବା ମୁଁ କିଛି ତୈଳ ମର୍ଦ୍ଦନ କଲି ନାହିଁ।
”ଏଥିରେ ଦେଖ, ଏକ ହସ୍ତ ସ୍ପର୍ଶ କରି ମୋତେ ଆଣ୍ଠୁ ଓ ହସ୍ତ ପାପୁଲିରେ ନିର୍ଭର କରାଇଲା। ପୁଣି, ସେ ମୋତେ କହିଲେ, ହେ ଅତ୍ୟନ୍ତ ପ୍ରିୟପାତ୍ର ଦାନିୟେଲ, ଆମ୍ଭେ ତୁମ୍ଭଙ୍କୁ ଯେଉଁ ଯେଉଁ ବାକ୍ୟ କହୁ, ତାହା ବୁଝ ଓ ସିଧା ହୋଇ ଠିଆ ହୁଅ; କାରଣ ଏବେ ଆମ୍ଭେ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛୁ; ସେ ମୋତେ ଏହି କଥା କହିବାରୁ ମୁଁ କମ୍ପି କମ୍ପି ଠିଆ ହେଲି। ଏଥିରେ ସେ ମୋତେ କହିଲେ, ହେ ଦାନିୟେଲ, ଭୟ କର ନାହିଁ; କାରଣ ତୁମ୍ଭେ ଯେଉଁ ପ୍ରଥମ ଦିନରୁ ବୁଝିବା ପାଇଁ ଓ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାକୁ ନମ୍ର କରିବା ପାଇଁ ଆପଣା ମନୋନିବେଶ କଲ, ସେହି ଦିନଠାରୁ ତୁମ୍ଭର ବାକ୍ୟ ଶୁଣାଗଲା; ଆଉ, ତୁମ୍ଭର ବାକ୍ୟ ସକାଶୁ ଆମ୍ଭେ ଆସିଅଛୁ। ମାତ୍ର ପାରସ୍ୟ ରାଜ୍ୟର ଅଧିପତି ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭର ପ୍ରତିବାଧା କଲା; ମାତ୍ର ଦେଖ, ପ୍ରଧାନ ଅଧିପତିମାନଙ୍କର ମଧ୍ୟରୁ ମୀଖାୟେଲ ନାମରେ ଜଣେ ଆମ୍ଭର ସାହାଯ୍ୟ କରିବାକୁ ଆସିଲେ; ଆଉ, ଆମ୍ଭେ ସେହି ସ୍ଥାନରେ ପାରସ୍ୟର ରାଜାଗଣର ସଙ୍ଗରେ ରହିଲୁ। ଏବେ, ଶେଷ କାଳରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭକୁ ବୁଝାଇ ଦେବା ପାଇଁ ଆମ୍ଭେ ଆସିଅଛୁ; କାରଣ ଦର୍ଶନ ଆହୁରି ଅନେକ କାଳ ପର୍ଯ୍ୟନ୍ତ ଅଛି। ସେ ମୋତେ ଏରୂପ କଥା କହିଲା ଉତ୍ତାରେ ମୁଁ ଭୂମି ଆଡ଼େ ମୁଖ କରି ଅବାକ୍ ହେଲି।
”ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ।
”ତୁମ୍ଭେମାନେ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଗୃହରେ ପ୍ରାଚୀନଗଣଙ୍କୁ ଓ ଦେଶନିବାସୀ ସମସ୍ତଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।
”ତଥାପି ସଦାପ୍ରଭୁ କହନ୍ତି, “ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ।” ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି।
”ସେତେବେଳେ ଯୂନସ ସେହି ମତ୍ସ୍ୟ ଉଦରରେ ଥାଇ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ। ଆଉ, ସେ କହିଲେ, “ମୁଁ ଆପଣା ଦୁଃଖ ସକାଶୁ ସଦାପ୍ରଭୁଙ୍କୁ ଡାକିଲି, ତହିଁରେ ସେ ମୋତେ ଉତ୍ତର ଦେଲେ, ମୁଁ ପାତାଳର ଉଦରରୁ ପ୍ରାର୍ଥନା କଲି, ତୁମ୍ଭେ ମୋର ରବ ଶୁଣିଲ।
”ମୋ’ ମଧ୍ୟରେ ମୋ’ ପ୍ରାଣ ମୂର୍ଚ୍ଛିତ ହେବା ବେଳେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି; ପୁଣି, ମୋ’ ପ୍ରାର୍ଥନା ତୁମ୍ଭ ନିକଟରେ, ତୁମ୍ଭ ପବିତ୍ର ମନ୍ଦିରରେ ଉପସ୍ଥିତ ହେଲା।
”ତହିଁରେ ନୀନିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ। ଏଥିଉତ୍ତାରେ ଏହି ସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ପାଉଁଶରେ ବସିଲେ। ପୁଣି, ରାଜାର ଓ ଅଧ୍ୟକ୍ଷଗଣର ଆଜ୍ଞାନୁସାରେ ସେ ନୀନିବୀର ସର୍ବତ୍ର ଏହି କଥା ଘୋଷଣା ଓ ପ୍ରଚାର କରାଇଲା, ଯଥା, “ମନୁଷ୍ୟ କି ପଶୁ କିଅବା ଗୋମେଷାଦି ପଲ କେହି କିଛି ଆସ୍ୱାଦନ ନ କରୁ; ସେମାନେ ଭୋଜନ କି ଜଳ ପାନ ନ କରନ୍ତୁ; ମାତ୍ର ମନୁଷ୍ୟ ଓ ପଶୁ ଚଟ ପରିଧାନ କରି ଯଥାଶକ୍ତି ପରମେଶ୍ୱରଙ୍କୁ ଡାକନ୍ତୁ; ଆହୁରି, ପ୍ରତ୍ୟେକ ଲୋକ ଆପଣା ଆପଣା କୁପଥରୁ ଓ ସେମାନଙ୍କ ହସ୍ତସ୍ଥିତ ଦୌରାତ୍ମ୍ୟରୁ ବିମୁଖ ହେଉନ୍ତୁ। କେଜାଣି ପରମେଶ୍ୱର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ହେବା ନାହିଁ।” ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ୱର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ୱର ସେହି ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ।
”ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେବେ ନାହିଁ; ବରଞ୍ଚ ସେମାନଙ୍କର ଦୁଷ୍କ୍ରିୟାନୁସାରେ ସେ ସେହି ସମୟରେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବେ।
”ମାତ୍ର ମୁଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି; ମୋ’ ପରିତ୍ରାଣର ପରମେଶ୍ୱରଙ୍କ ପାଇଁ ମୁଁ ଅପେକ୍ଷା କରିବି; ମୋ’ ପରମେଶ୍ୱର ମୋର କଥା ଶୁଣିବେ।
”ହେ ଦେଶସ୍ଥ ନମ୍ର ଲୋକମାନେ, ତାହାଙ୍କର ଶାସନ ପାଳନ କରିଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କର ଅନ୍ଵେଷଣ କର, ଧର୍ମର ଅନ୍ଵେଷଣ କର, ନମ୍ରତାର ଅନ୍ଵେଷଣ କର; ହୋଇପାରେ, ସଦାପ୍ରଭୁଙ୍କ କ୍ରୋଧର ଦିନରେ ତୁମ୍ଭେମାନେ ଗୁପ୍ତ ସ୍ଥାନରେ ରଖାଯିବ।
”ଦେଶର ସମଗ୍ର ଲୋକଙ୍କୁ ଓ ଯାଜକମାନଙ୍କୁ ଏହି କଥା କୁହ, “ତୁମ୍ଭେମାନେ ଏହି ସତୁରି ବର୍ଷଯାକ, ପଞ୍ଚମ ମାସରେ ଓ ସପ୍ତମ ମାସରେ ଉପବାସ ଓ ବିଳାପ କଲା ବେଳେ ତୁମ୍ଭେମାନେ କି ପ୍ରକୃତରେ ଆମ୍ଭ ଉଦ୍ଦେଶ୍ୟରେ ଉପବାସ କଲ?
”ପୁଣି, ଏକ ନଗରର ନିବାସୀମାନେ ଅନ୍ୟ ନଗରକୁ ଯାଇ କହିବେ, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଶୀଘ୍ର ଯାଉ; ମୁଁ ମଧ୍ୟ ଯିବି।” ହଁ, ଅନେକ ଦେଶର ଲୋକେ ଓ ବଳବାନ ଗୋଷ୍ଠୀଗଣ ଯିରୂଶାଲମରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଓ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆସିବେ।
”ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”
”ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ ।
”କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,
”ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲପାନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି । କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର କବାଟ ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ । ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୂଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି । ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କ'ଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ୱର ତାହା ଜାଣନ୍ତି ।
”ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ । ତୁମ୍ଭର ରାଜ୍ୟ ଆସୁ । ଯେପରି ସ୍ୱର୍ଗରେ, ସେହିପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ । ଆଜି ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ । ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର । ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର । [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର । ଆମେନ୍ ।]
”ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି । କିନ୍ତୁ ତୁମ୍ଭେ ଉପବାସ କରିବା ସମୟରେ ତୁମ୍ଭ ମସ୍ତକରେ ତୈଳ ଲଗାଅ ଓ ମୁଖ ପ୍ରକ୍ଷାଳନ କର, ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ନିକଟରେ ଦେଖାଯିବ; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ ।
”ଏଣୁ କ'ଣ ଖାଇବା? ଅବା କ'ଣ ପିଇବା? କିଅବା କ'ଣ ପିନ୍ଧିବା? ଏହା କହି ଚିନ୍ତିତ ହୁଅ ନାହିଁ । କାରଣ ଅଣଯିହୂଦୀମାନେ ଏହି ସବୁ ବିଷୟ ଖୋଜି ବୁଲନ୍ତି । ଆଉ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଜାଣନ୍ତି । କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ ।
”ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ । କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ମାରେ, ତାହା ନିମନ୍ତେ ଫିଟାଇ ଦିଆଯିବ । କିମ୍ବା ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି, ଯେ ନିଜ ପୁଅ ରୁଟି ମାଗିଲେ ତାହାକୁ ପଥର ଦେବ, କିଅବା ମାଛ ମାଗିଲେ ତାହାକୁ ସାପ ଦେବ? ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ!
”ସେହି ସମୟରେ ଯୋହନଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, ଆମ୍ଭେମାନେ ଓ ଫାରୂଶୀମାନେ ଉପବାସ କରୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି? ଯୀଶୁ ସେମାନଙ୍କୁ କହିଲେ, ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ କି ଶୋକ କରି ପାରନ୍ତି? କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ିନିଆଯିବ, ଆଉ ସେତେବେଳେ ସେମାନେ ଉପବାସ କରିବେ ।
”ସେହି ସମୟରେ ଯୀଶୁ ଉତ୍ତର ଦେଲେ, ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;
”ଲୋକସମୂୂହକୁ ବିଦାୟ ଦେଲା ପରେ ସେ ପ୍ରାର୍ଥନା କରିବା ପାଇଁ ବାହାରିଯାଇ ପର୍ବତ ଉପରକୁ ଗଲେ, ଆଉ ସନ୍ଧ୍ୟା ହେଲା ପରେ ସେ ସେଠାରେ ଏକାକୀ ଥିଲେ ।
”ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ । କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି ।
”ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ଆଉ ତୁମ୍ଭେମାନେ ସନ୍ଦେହ ନ କର, ତେବେ ଏହି ଡିମ୍ବିରି ଗଛ ପ୍ରତି ଯେପରି କରାଯାଇଅଛି, କେବଳ ଯେ ସେପରି କରିବ, ତାହା ନୁହେଁ, ମାତ୍ର ଯଦି ଏ ପର୍ବତକୁ ସୁଦ୍ଧା ତୁ ଉଠି ସମୁଦ୍ରରେ ଯାଇ ପଡ଼ ବୋଲି କହିବ, ତାହାହେଲେ ତାହା ହେବ । ପୁଣି, ବିଶ୍ୱାସ କରି ପ୍ରାର୍ଥନାରେ ଯାହା କିଛି ମାଗିବ, ସେହି ସବୁ ପାଇବ ।
”ପୁଣି, ସେ ପାନପାତ୍ର ନେଇ ଧନ୍ୟବାଦ ଦେଲେ ଓ ସେମାନଙ୍କୁ ଦେଇ କହିଲେ,
”ଏହାପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଗେଥ୍ଶିମାନୀ ନାମକ ଗୋଟିଏ ସ୍ଥାନକୁ ଯାଇ ସେମାନଙ୍କୁ କହିଲେ, ମୁଁ ସେଠାକୁ ଯାଇ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ । ଆଉ, ସେ ପିତର ଓ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ସାଙ୍ଗରେ ନେଇ ଶୋକାକୁଳ ଓ ବ୍ୟଥିତ ହେବାକୁ ଲାଗିଲେ । ସେତେବେଳେ ସେ ସେମାନଙ୍କୁ କହିଲେ, ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି, ତୁମ୍ଭେମାନେ ଏଠାରେ ରହି ମୋ ସାଙ୍ଗରେ ଜାଗିଥାଅ । ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଉବୁଡ଼ ହୋଇ ପ୍ରାର୍ଥନା କରୁ କରୁ କହିଲେ, ହେ ମୋହର ପିତା, ଯଦି ହୋଇପାରେ, ତେବେ ଏହି ପାନପାତ୍ର ମୋ'ଠାରୁ ଦୂର ହେଉ; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା । ଆଉ, ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, ତୁମ୍ଭେମାନେ କି ମୋ ସାଙ୍ଗରେ ଅଳ୍ପ ସମୟ ହେଲେ ଜାଗି ପାରିଲ ନାହିଁ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ । ପୁଣି, ଥରେ ସେ ଦ୍ୱିତୀୟ ଥର ଯାଇ ପ୍ରାର୍ଥନା କରି କହିଲେ, ହେ ମୋହର ପିତା, ପାନ ନ କଲେ ଏହି ପାତ୍ର ଯଦି ମୋଠାରୁ ଦୂର ହୋଇ ନ ପାରେ, ତେବେ ତୁମ୍ଭର ଇଚ୍ଛା ସଫଳ ହେଉ ।
”ପୁଣି, ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା,
”ପାହାନ୍ତିଆ ସମୟରେ ଅନ୍ଧାର ଥାଉ ଥାଉ ସେ ଉଠି ବାହାରିଗଲେ ଓ ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଯାଇ ସେଠାରେ ପ୍ରାର୍ଥନା କରିବାକୁ ଲାଗିଲେ ।
”ଯୋହନଙ୍କର ଶିଷ୍ୟମାନେ ଓ ଫାରୂଶୀମାନେ ଉପବାସ କରୁଥିଲେ। ସେଥିରେ ସେମାନେ ଆସି ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଓ ଫାରୂଶୀମାନଙ୍କର ଶିଷ୍ୟମାନେ ଉପବାସ କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି? ଯୀଶୁ ସେମାନଙ୍କୁ କହିଲେ, "ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ସେମାନେ କି ଉପବାସ କରି ପାରନ୍ତି? ବର ଯେପର୍ଯ୍ୟନ୍ତ ସେମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ ଉପବାସ କରି ପାରନ୍ତି ନାହିଁ ।" କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ଆଉ ସେତେବେଳେ ସେହି ଦିନ ସେମାନେ ଉପବାସ କରିବେ ।
”ସେମାନଙ୍କଠାରୁ ବିଦାୟ ନେଲା ଉତ୍ତାରେ ଯୀଶୁ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ଗଲେ ।
”ସେଥିରେ ଯୀଶୁ ତାହାକୁ କହିଲେ, କ'ଣ କହିଲ? ଯଦି କରି ପାରନ୍ତି! ଯିଏ ବିଶ୍ୱାସ କରେ, ତା' ପକ୍ଷରେ ସମସ୍ତ ସମ୍ଭବ । ସେହିକ୍ଷଣି ପିଲାଟିର ପିତା ଉଚ୍ଚସ୍ୱରରେ କହିଲା, ମୁଁ ବିଶ୍ୱାସ କରୁଅଛି, ମୋହର ଅବିଶ୍ୱାସର ପ୍ରତିକାର କରନ୍ତୁ ।
”ସେ ସେମାନଙ୍କୁ କହିଲେ, ପ୍ରାର୍ଥନା ବିନା ଆଉ କାହିଁରେ ଏପ୍ରକାର ଭୂତ ଛଡ଼ାଯାଇ ପାରେ ନାହିଁ ।
”ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଏହି ପର୍ବତକୁ ତୁ ଉଠି ସମୁଦ୍ରରେ ଯାଇ ପଡ଼ ବୋଲି କହିବ, ଆଉ ଆପଣା ହୃଦୟରେ ସନ୍ଦେହ ନ କରି, ଯାହା କହୁଅଛି, ତାହା ଘଟିବ ବୋଲି ବିଶ୍ୱାସ କରିବ, ତା' ନିମନ୍ତେ ତାହା ଘଟିବ । ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହି ସବୁ ପାଇବ ।
”ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ । [କିନ୍ତୁ ତୁମ୍ଭେମାନେ ଯଦି କ୍ଷମା ନ କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ ।]
”ପରେ ସେମାନେ ଗେଥ୍ଶିମାନୀ ନାମକ ଗୋଟିଏ ସ୍ଥାନକୁ ଆସିଲେ, ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ । ପୁଣି, ସେ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ଘେନି ଅତ୍ୟନ୍ତ ବିସ୍ମୟାନ୍ୱିତ ଓ ବ୍ୟାକୁଳ ହେବାକୁ ଲାଗିଲେ । ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି; ତୁମ୍ଭେମାନେ ଏଠାରେ ରହି ଜାଗିଥାଅ । ପୁଣି, ଯୀଶୁ ଅଳ୍ପ ଦୂର ଆଗକୁ ଯାଇ ଭୂମିରେ ପଡ଼ି, ଯଦି ହୋଇ ପାରେ, ସେହି ସମୟ ତାହାଙ୍କଠାରୁ ଯେପରି ଦୂର ହୁଏ, ଏଥି ନିମନ୍ତେ ପ୍ରାର୍ଥନା କରିବାକୁ ଲାଗିଲେ । ଆଉ ଯୀଶୁ କହିଲେ, ଆବ୍ବା, ପିତଃ, ସମସ୍ତ ତୁମ୍ଭର ସାଧ୍ୟ; ଏହି ପାନପାତ୍ର ମୋଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା । ପୁଣି, ସେ ଆସି ଶିଷ୍ୟମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, ଶିମୋନ, ତୁମ୍ଭେ କ'ଣ ଶୋଇପଡ଼ିଲ? ଘଣ୍ଟାଏ ହେଲେ ଜାଗି ପାରିଲ ନାହିଁ? ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ ।
”ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା ।
”କାରଣ ଈଶ୍ୱରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ ।
”ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ । ସେହି ଦଣ୍ଡରେ ସେ ଉପସ୍ଥିତ ହୋଇ ଈଶ୍ୱରଙ୍କ ପ୍ରଶଂସା କରୁ କରୁ ଯିରୂଶାଲମର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ ।
”ସମସ୍ତ ଲୋକ ବାପ୍ତିଜିତ ହେଲା ପରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଖୋଲା ହେଲା,
”ସେହି ସମସ୍ତ ଦିନ ସେ କିଛି ଖାଇଲେ ନାହିଁ, ଆଉ ସେହି ସବୁ ଦିନ ଶେଷ ହୁଅନ୍ତେ, ସେ କ୍ଷୁଧିତ ହେଲେ ।
”ମାତ୍ର ସେ କେହି ନ ଥିବା ସ୍ଥାନମାନଙ୍କରେ ରହି ପ୍ରାର୍ଥନା କରୁଥିଲେ ।
”ସେମାନେ ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଥରକୁଥର ଉପବାସ ଓ ପ୍ରାର୍ଥନା କରନ୍ତି, ଫାରୂଶୀମାନଙ୍କ ଶିଷ୍ୟମାନେ ମଧ୍ୟ ସେହି ପ୍ରକାର କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଖିଆପିଆ କରନ୍ତି । ସେଥିରେ ଯୀଶୁ ସେମାନଙ୍କୁ କହିଲେ, ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ତୁମ୍ଭେମାନେ କି ସେମାନଙ୍କୁ ଉପବାସ କରାଇ ପାର? କିନ୍ତୁ ସମୟ ଆସିବ; ଆଉ ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ସେତେବେଳେ ସେହି ସମୟରେ ସେମାନେ ଉପବାସ କରିବେ ।
”ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସମସ୍ତ ରାତ୍ରି ବିତାଇଲେ ।
”କିନ୍ତୁ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର; ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର ।
”ଏହି ସମସ୍ତ ଘଟଣାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗରେ ନେଇ ପ୍ରାର୍ଥନା କରିବା ନିମନ୍ତେ ପର୍ବତ ଉପରକୁ ଗଲେ । ପୁଣି, ସେ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଏବଂ ତାହାଙ୍କ ବସ୍ତ୍ର ଧଳା ଓ ଅତ୍ୟନ୍ତ ଆଲୋକମୟ ହେଲା ।
”ଥରେ ସେ କୌଣସି ଗୋଟିଏ ସ୍ଥାନରେ ପ୍ରାର୍ଥନା କରୁଥିଲେ; ସେ ପ୍ରାର୍ଥନା ସମାପ୍ତ କରନ୍ତେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯୋହନ ଯେପରି ଆପଣା ଶିଷ୍ୟମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଇଲେ, ଆପଣ ମଧ୍ୟ ସେହିପରି ଆମ୍ଭମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଅନ୍ତୁ । ଏଥିରେ ସେ ସେମାନଙ୍କୁ କହିଲେ, ଯେତେବେଳେ ତୁମ୍ଭେମାନେ ପ୍ରାର୍ଥନା କର, ସେତେବେଳେ କୁହ, ପିତଃ, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ । ତୁମ୍ଭର ରାଜ୍ୟ ଆସୁ । ପ୍ରତିଦିନ ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ । ଆମ୍ଭମାନଙ୍କର ପାପସବୁ କ୍ଷମା କର, କାରଣ ଆମ୍ଭେମାନେ ମଧ୍ୟ ଆପଣା ଆପଣାର ପ୍ରତ୍ୟେକ ଅପରାଧିକୁ କ୍ଷମା କରୁ । ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ ।
”ଆଉ, ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର କାହାରି ଏପରି ବନ୍ଧୁ ଅଛି କି, ଯାହା ନିକଟକୁ ଅଧରାତିରେ ସେ ଯାଇ କହିବ, ହେ ବନ୍ଧୁ, ମୋତେ ତିନୋଟି ରୁଟି ଉଧାର ଦିଅ, କାରଣ ମୋହର ଜଣେ ପଥିକ ବନ୍ଧୁ ମୋ' ନିକଟକୁ ଆସିଅଛନ୍ତି, ତାହାଙ୍କୁ ଖାଦ୍ୟ ପରିବେଷଣ କରିବା ପାଇଁ ମୋ' ପାଖରେ କିଛି ନାହିଁ, ଆଉ ସେ ଭିତରୁ ଏପରି ଉତ୍ତର ଦେବ, ମୋତେ କଷ୍ଟ ଦିଅ ନାହିଁ; ଦ୍ୱାର ବନ୍ଦ ହେଲାଣି, ଆଉ ମୋର ପିଲାମାନେ ମୋ’ ସାଙ୍ଗରେ ଶୋଇଛନ୍ତି; ମୁଁ ଉଠି ତୁମ୍ଭକୁ ଦେଇ ପାରିବି ନାହିଁ? ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଯଦ୍ୟପି ତାହାର ବନ୍ଧୁ ହେବାରୁ ଉଠି ନ ଦେବ, ତଥାପି ସେ ଥରକୁଥର ମାଗିବାରୁ ସେ ଉଠି, ତାହାର ଯେତେ ଆବଶ୍ୟକ, ତାହାକୁ ସେତେ ଦେବ ।
”ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାଇଦିଆଯିବ । କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ମାରେ, ତାହା ନିମନ୍ତେ ଦ୍ୱାର ଫିଟାଦିଆଯିବ । ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏପରି ପିତା କିଏ ଅଛି, ଯାହାକୁ ତାହାର ପୁଅ ମାଛ ମାଗିଲେ ସେ ତାହାକୁ ମାଛ ବଦଳରେ ସାପ ଦେବ? କିମ୍ବା ଅଣ୍ଡା ମାଗିଲେ ସେ ତାହାକୁ ବିଛା ଦେବ? ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ!
”ଆଉ ପ୍ରଭୁ ବିବାହ-ଉତ୍ସବରୁ ଫେରିଆସି ଦ୍ୱାରରେ ମାରିବା ମାତ୍ରେ ଯେଉଁ ଲୋକମାନେ ତାହାଙ୍କ ନିମନ୍ତେ ସେହିକ୍ଷଣି ଦ୍ୱାର ଫିଟାଇବାକୁ ଅପେକ୍ଷାରେ ଥାଆନ୍ତି, ତୁମ୍ଭେମାନେ ସେମାନଙ୍କ ପରି ହୋଇ ରହିଥାଅ । ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ ।
”କ୍ଲାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ, ଗୋଟିଏ ନଗରରେ ଜଣେ ବିଚାରକର୍ତ୍ତା ଥିଲେ, ସେ ଈଶ୍ୱରଙ୍କୁ ଭୟ କରୁ ନ ଥିଲେ କି ମନୁଷ୍ୟକୁ ମାନୁ ନ ଥିଲେ । ସେହି ନଗରରେ ଜଣେ ବିଧବା ଥିଲା, ତାହା ପ୍ରତି ଅନ୍ୟାୟ କରିଥିବା ଲୋକ ବିରୁଦ୍ଧରେ ବିଚାର ନିଷ୍ପତ୍ତି କରିବା ପାଇଁ ସେ ଥରକୁଥର ବିଚାରକର୍ତ୍ତାଙ୍କ ନିକଟକୁ ଯାଇ କହୁଥିଲା । ଆଉ ସେ କେତେ ସମୟ ପର୍ଯ୍ୟନ୍ତ ସହମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ଯଦିବା ମୁଁ ଈଶ୍ୱରଙ୍କୁ ଭୟ କରେ ନାହିଁ କିମ୍ବା ମନୁଷ୍ୟକୁ ମାନେ ନାହିଁ, ତଥାପି ଏହି ବିଧବାଟା ମୋତେ କଷ୍ଟ ଦେଉଥିବାରୁ ମୁଁ ତାହା ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବି, ନୋହିଲେ ସେ ସବୁବେଳେ ଆସି ମୋତେ ବ୍ୟତିବ୍ୟସ୍ତ କରୁଥିବ । ସେଥିରେ ପ୍ରଭୁ କହିଲେ, ଏହି ଅଧାର୍ମିକ ବିଚାରକର୍ତ୍ତା କ'ଣ କହୁଅଛନ୍ତି, ତାହା ଶୁଣ । ତେବେ ଈଶ୍ୱରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁୁ ଅଟନ୍ତି? ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ । ତଥାପି ମନୁଷ୍ୟପୁତ୍ର (ଯୀଶୁ) ଆସି ପୃଥିବୀରେ କ'ଣ ବିଶ୍ୱାସ ଦେଖିବେ?
”ଦୁଇ ଜଣ ଲୋକ ପ୍ରାର୍ଥନା କରିବା ନିମନ୍ତେ ମନ୍ଦିରକୁ ଗଲେ, ଜଣେ ଫାରୂଶୀ ଓ ଅନ୍ୟ ଜଣକ କର ଆଦାୟକାରୀ । ଫାରୂଶୀ ଠିଆ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲେ, ହେ ଈଶ୍ୱର, ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ, ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ, ଅଧାର୍ମିକ, ବ୍ୟଭିଚାରୀ କିମ୍ବା ଏହି କର ଆଦାୟକାରୀ ପରି ସୁଦ୍ଧା ନୁହେଁ; ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆଦାୟର ଦଶମାଂଶ ଦେଇଥାଏ । କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ହେ ଈଶ୍ୱର, ମୁଁ ପାପୀ ମୋତେ ଦୟା କରନ୍ତୁ । ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା; କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ ।
”କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ ।
”କିନ୍ତୁ ତୁମ୍ଭର ବିଶ୍ୱାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର ।
”ସେହି ସ୍ଥାନରେ ଉପସ୍ଥିତ ହୋଇ ସେ ସେମାନଙ୍କୁ କହିଲେ, ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ପ୍ରାର୍ଥନା କର । ଆଉ ସେ ସେମାନଙ୍କଠାରୁ ପ୍ରାୟ ଶହେ ହାତ ଦୂରକୁ ଯାଇ ଆଣ୍ଠୁପାତି ଏହି ପ୍ରାର୍ଥନା କରିବାକୁ ଲାଗିଲେ, ହେ ପିତା, ଯଦି ତୁମ୍ଭର ଇଚ୍ଛା ଥାଏ, ତେବେ ଏହି ପାନପାତ୍ର ମୋ'ଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ସଫଳ ହେଉ । ଆଉ ସ୍ୱର୍ଗରୁ ଜଣେ ଦୂତ ଦର୍ଶନ ଦେଇ ତାହାଙ୍କୁ ଶକ୍ତି ପ୍ରଦାନ କଲେ । ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ର ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂଇଁରେ ପଡ଼ିଲା । ଆଉ ସେ ପ୍ରାର୍ଥନାରୁ ଉଠି ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ଦୁଃଖ ହେତୁ ନିଦ୍ରିତ ଦେଖିଲେ; ପୁଣି, ସେ ସେମାନଙ୍କୁ କହିଲେ, କାହିଁକି ଶୋଉଅଛ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଉଠି ପ୍ରାର୍ଥନା କର ।
”ସେତେବେଳେ ଯୀଶୁ କହିଲେ, ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କ'ଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ । ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ ।
”ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ମଝିରୁ ଚିରିଗଲା ।
”ସେଥିରେ ଯୀଶୁ ସେହି ରୁଟି ଘେନି ଧନ୍ୟବାଦ ଦେଇ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଦେଲେ, ସେହି ପ୍ରକାରେ ମାଛ ମଧ୍ୟ ବାଣ୍ଟିଦେଲେ, ସେମାନେ ଯେତେ ଚାହିଁଲେ, ସେତେ ଦେଲେ ।
”ଯେ ଈଶ୍ୱରଙ୍କଠାରୁ ଉତ୍ପନ୍ନ, ସେ ଈଶ୍ୱରଙ୍କ ବାକ୍ୟ ଶୁଣେ; ଏହି ହେତୁ ତୁମ୍ଭେମାନେ ଶୁଣୁ ନାହଁ, କାରଣ ତୁମ୍ଭେମାନେ ଈଶ୍ୱରଙ୍କଠାରୁ ଉତ୍ପନ୍ନ ନୁହଁ ।
”ଈଶ୍ୱର ଯେ ପାପୀମାନଙ୍କ କଥା ଶୁଣନ୍ତି ନାହିଁ, ଏହା ଆମ୍ଭେମାନେ ଜାଣୁ, କିନ୍ତୁ ଯଦି କେହି ଈଶ୍ୱରଭକ୍ତ ହୋଇ ତାହାଙ୍କର ଇଚ୍ଛା ସାଧନ କରେ, ତାହାହେଲେ ସେ ତା'ର କଥା ଶୁଣନ୍ତି ।
”ଦ୍ୱାରୀ ତାହା ନିମନ୍ତେ ଦ୍ୱାର ଫିଟାଇଦିଏ, ପୁଣି, ମେଷଗୁଡ଼ିକ ତା'ର ସ୍ୱର ଶୁଣନ୍ତି, ଆଉ ସେ ନିଜର ମେଷସବୁକୁ ନାମ ଧରି ଡାକି ବାହାର କରି ଘେନିଯାଏ । ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ୱର ଚିହ୍ନନ୍ତି;
”ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ ।
”ମୋ' ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,
”ଆଉ, ଯୀଶୁ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, ପିତଃ, ତୁମ୍ଭେ ମୋହର ପ୍ରାର୍ଥନା ଶୁଣିଲ ବୋଲି ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି । ତୁମ୍ଭେ ଯେ ସର୍ବଦା ମୋହର ପ୍ରାର୍ଥନା ଶୁଣିଥାଅ, ଏହା ମୁଁ ଜାଣିଥିଲି; କିନ୍ତୁ ଯେଉଁ ଲୋକସମୂହ ଚତୁର୍ଦ୍ଦିଗରେ ଠିଆ ହୋଇଅଛନ୍ତି, ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ସେମାନେ ଯେପରି ବିଶ୍ୱାସ କରିବେ, ଏଥିପାଇଁ ସେମାନଙ୍କ ହେତୁ ମୁଁ ଏହା କହିଲି । ସେ ଏହା କହି ଉଚ୍ଚସ୍ୱରରେ ଡାକିଲେ, ଲାଜାର, ବାହାରି ଆସ ।
”ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥି ନିମନ୍ତେ ତୁମ୍ଭେମାନେ ମୋ' ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି । ଯଦି ତୁମ୍ଭେମାନେ ମୋ' ନାମରେ କୌଣସି ବିଷୟ ମୋତେ ମାଗିବ, ମୁଁ ତାହା କରିବି । ଯଦି ତୁମ୍ଭେମାନେ ମୋତେ ପ୍ରେମ କର, ତାହାହେଲେ ମୋହର ଆଜ୍ଞାସବୁ ପାଳନ କରିବ । ଆଉ, ମୁଁ ପିତାଙ୍କୁ ନିବେଦନ କରିବି, ପୁଣି, ତୁମ୍ଭମାନଙ୍କ ସାଙ୍ଗରେ ଅନନ୍ତକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କୁ, ଅର୍ଥାତ୍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ । ଜଗତ ତାହାଙ୍କୁ ଗ୍ରହଣ କରି ପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ବା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି, ସେ ତୁମ୍ଭମାନଙ୍କ ଅନ୍ତରରେ ରହିବେ ।
”କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋ' ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହି ସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ ।
”ଯଦି ତୁମ୍ଭେମାନେ ମୋ'ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ ।
”ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥି ନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି । ସେଥିରେ ତୁମ୍ଭେମାନେ ମୋ' ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;
”କିନ୍ତୁ ସେ, ଅର୍ଥାତ୍, ସତ୍ୟମୟ ଆତ୍ମା ଆସିଲେ ସେ ପଥ ଦେଖାଇ ତୁମ୍ଭମାନଙ୍କୁ ସମସ୍ତ ସତ୍ୟରେ ପ୍ରବେଶ କରାଇବେ, କାରଣ ସେ ଆପଣାଠାରୁ କଥା କହିବେ ନାହିଁ, ମାତ୍ର ଯାହା ଯାହା ଶୁଣିବେ, ସେହି ସବୁ କହିବେ, ପୁଣି, ଆଗାମୀ ବିଷୟସବୁ ତୁମ୍ଭମାନଙ୍କୁ ଜଣାଇବେ ।
”ସେ ଦିନ ତୁମ୍ଭେମାନେ ମୋତେ କିଛି ପଚାରିବ ନାହିଁ । ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭେମାନେ ପିତାଙ୍କୁ କିଛି ମାଗିବ, ତେବେ ମୋ' ନାମରେ ସେ ତୁମ୍ଭମାନଙ୍କୁ ତାହା ଦେବେ । ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋ' ନାମରେ କିଛି ମାଗି ନାହଁ; ମାଗ, ପୁଣି, ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ ।
”ଯୀଶୁ ଏହି ସମସ୍ତ କଥା କହି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ୱିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ୱିତ କରନ୍ତି, ଯେପ୍ରକାର ତୁମ୍ଭେ ତାହାଙ୍କୁ ଯେଉଁ ଯେଉଁ ଲୋକମାନଙ୍କୁ ଦେଇଅଛ, ସେମାନଙ୍କୁ ଅନନ୍ତ ଜୀବନ ଦେବା ନିମନ୍ତେ ତାହାଙ୍କୁ ସମସ୍ତ ମର୍ତ୍ତ୍ୟ ଉପରେ ଅଧିକାର ଦେଲ । ଆଉ, ଏକମାତ୍ର ସତ୍ୟ ଈଶ୍ୱର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ । ତୁମ୍ଭେ ମୋତେ ଯେଉଁ କର୍ମ କରିବାକୁ ଦେଇଅଛ, ତାହା ମୁଁ ସମାପ୍ତ କରି ପୃଥିବୀରେ ତୁମ୍ଭକୁ ମହିମାନ୍ୱିତ କରିଅଛି । ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ବାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ୱିତ କର । ତୁମ୍ଭେ ମୋତେ ଜଗତ ମଧ୍ୟରୁ ଯେଉଁ ଲୋକମାନଙ୍କୁ ଦାନ କଲ, ମୁଁ ସେମାନଙ୍କ ନିକଟରେ ତୁମ୍ଭର ନାମ ପ୍ରକାଶ କରିଅଛି; ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦାନ କଲ, ଆଉ ସେମାନେ ତୁମ୍ଭର ବାକ୍ୟ ପାଳନ କରିଅଛନ୍ତି । ତୁମ୍ଭେ ମୋତେ ଯାହା ଯାହା ଦାନ କରିଅଛ, ସେହି ସବୁ ଯେ ତୁମ୍ଭଠାରୁ ଉତ୍ପନ୍ନ, ଏହା ସେମାନେ ଏବେ ବୁଝିଅଛନ୍ତି; କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହି ସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି । ମୁଁ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି; ଜଗତ ନିମନ୍ତେ ପ୍ରାର୍ଥନା କରୁ ନାହିଁ, କିନ୍ତୁ ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି, କାରଣ ସେମାନେ ତୁମ୍ଭର; ଯାହା ଯାହା ମୋହର, ସେହି ସବୁ ତୁମ୍ଭର, ପୁଣି, ଯାହା ଯାହା ତୁମ୍ଭର, ସେହି ସବୁ ମୋହର; ଆଉ, ମୁଁ ସେମାନଙ୍କଠାରେ ମହିମାନ୍ୱିତ ହୋଇଅଛି । ମୁଁ ଆଉ ଏ ଜଗତରେ ରହୁ ନାହିଁ, କିନ୍ତୁ ଏମାନେ ଜଗତରେ ରହୁଅଛନ୍ତି; ପୁଣି, ମୁଁ ତୁମ୍ଭ ନିକଟକୁ ଯାଉଅଛି । ପବିତ୍ର ପିତଃ, ତୁମ୍ଭ ନାମରେ ସେମାନଙ୍କୁ ରକ୍ଷା କର (ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ), ଯେପରି ଆମ୍ଭେମାନେ ଯେପ୍ରକାର ଏକ, ସେମାନେ ସେପ୍ରକାର ଏକ ହୁଅନ୍ତି । ସେମାନଙ୍କ ସହିତ ରହୁଥିବା ସମୟରେ ମୁଁ ସେମାନଙ୍କୁ ତୁମ୍ଭ ନାମରେ ରକ୍ଷା କରି ଅାସିଅଛି (ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ), ଆଉ ମୁଁ ସେମାନଙ୍କୁ ସାବଧାନରେ ରକ୍ଷା କରିଅଛି ଓ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ଏଥି ନିମନ୍ତେ ବିନାଶର ସନ୍ତାନ ବିନା ସେମାନଙ୍କ ମଧ୍ୟରୁ ଜଣେ କେହି ବିନଷ୍ଟ ହୋଇ ନାହିଁ । କିନ୍ତୁ ଏବେ ମୁଁ ତୁମ୍ଭ ନିକଟକୁ ଯାଉଅଛି, ଆଉ ସେମାନଙ୍କ ଅନ୍ତରେ ମୋହର ଆନନ୍ଦ ଯେପରି ସମ୍ପୂର୍ଣ୍ଣ ହୁଏ, ସେଥିନିମନ୍ତେ ଜଗତରେ ଥାଉ ଥାଉ ମୁଁ ଏହାସବୁ କହୁଅଛି । ମୁଁ ସେମାନଙ୍କୁ ତୁମ୍ଭର ବାକ୍ୟ ଦାନ କରିଅଛି, ଆଉ ଜଗତ ସେମାନଙ୍କୁ ଘୃଣା କରିଅଛି, କାରଣ ମୁଁ ଯେପରି ଏ ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେହିପରି ଏହି ଜଗତରୁ ଉତ୍ପନ୍ନ ନୁହଁନ୍ତି । ତୁମ୍ଭେ ସେମାନଙ୍କୁ ଜଗତରୁ ଘେନିଯାଅ ବୋଲି ମୁଁ ପ୍ରାର୍ଥନା କରୁ ନାହିଁ, କିନ୍ତୁ ସେମାନଙ୍କୁ ମନ୍ଦରୁ ରକ୍ଷା କର ବୋଲି ପ୍ରାର୍ଥନା କରୁଅଛି । ମୁଁ ଯେପରି ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେପରି ଜଗତରୁ ଉତ୍ପନ୍ନ ନୁହଁନ୍ତି । ସତ୍ୟ ଦ୍ୱାରା ସେମାନଙ୍କୁ ପବିତ୍ର କର, ତୁମ୍ଭର ବାକ୍ୟ ତ ସତ୍ୟ । ତୁମ୍ଭେ ମୋତେ ଯେପରି ଜଗତକୁ ପ୍ରେରଣ କରିଅଛ, ମୁଁ ମଧ୍ୟ ସେମାନଙ୍କୁ ସେପରି ଜଗତକୁ ପ୍ରେରଣ କରିଅଛି । ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି । ମୁଁ କେବଳ ଏମାନଙ୍କ ନିମନ୍ତେ ପ୍ରାର୍ଥନା କରୁ ନାହିଁ, ମାତ୍ର ଏମାନଙ୍କ ବାକ୍ୟ ଦ୍ୱାରା ଯେଉଁମାନେ ମୋ'ଠାରେ ବିଶ୍ୱାସ କରନ୍ତି, ସେମାନଙ୍କ ନିମନ୍ତେ ସୁଦ୍ଧା ପ୍ରାର୍ଥନା କରୁଅଛି, ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋ'ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ । ଆଉ, ତୁମ୍ଭେ ମୋତେ ଯେଉଁ ମହିମା ଦେଇଅଛ, ମୁଁ ସେମାନଙ୍କୁ ତାହା ଦେଇଅଛି, ଯେପରି ଆମ୍ଭେମାନେ ଯେପ୍ରକାରେ ଏକ, ସେମାନେ ସେପ୍ରକାରେ ଏକ ହୁଅନ୍ତି; ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋ'ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ । ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା । ହେ ଧାର୍ମିକ ପିତା, ଜଗତ ତୁମ୍ଭକୁ ଜାଣି ନାହିଁ, କିନ୍ତୁ ମୁଁ ତୁମ୍ଭକୁ ଜାଣିଅଛି; ଆଉ, ତୁମ୍ଭେ ଯେ ମୋତେ ପ୍ରେରଣ କଲ, ତାହା ଏମାନେ ଜାଣିଅଛନ୍ତି; ପୁଣି, ତୁମ୍ଭେ ମୋତେ ଯେଉଁ ପ୍ରେମରେ ପ୍ରେମ କଲ, ତାହା ଯେପରି ସେମାନଙ୍କଠାରେ ଥାଏ ଓ ମୁଁ ସେମାନଙ୍କଠାରେ ରହେ, ଏନିମନ୍ତେ ମୁଁ ସେମାନଙ୍କୁ ତୁମ୍ଭ ନାମ ଜଣାଇଅଛି ଓ ଜଣାଇବି ।
”ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରିୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ ।
”ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ । ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ଡ ପବନର ଶବ୍ଦ ତୁଲ୍ୟ ଗୋଟିଏ ଶବ୍ଦ ହଠାତ୍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ଚାରିଆଡ଼େ ବ୍ୟାପିଗଲା, ଆଉ ନିଆଁ ଭଳି ଜିହ୍ୱାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରକୁ ଉହ୍ଲାଇ ଆସିଲା । ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ ।
”ସେମାନେ ତାହା ଶୁଣି ଏକଚିତ୍ତରେ ଈଶ୍ୱରଙ୍କ ନିକଟରେ ଉଚ୍ଚସ୍ୱରରେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଏବଂ ସେ ସବୁ ମଧ୍ୟରେ ଥିବା ସମସ୍ତ ବିଷୟ ସୃଷ୍ଟି କରିଅଛ ।
”ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ୱରଙ୍କ ବାକ୍ୟ କହିବାକୁ ଲାଗିଲେ ।
”ସେମାନେ ଯାଇ,ସେହି ଲୋକମାନେ ଯେପରି ପବିତ୍ର ଆତ୍ମା ପ୍ରାପ୍ତ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ପାଇଁ ପ୍ରାର୍ଥନା କଲେ,
”କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟର ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ୱଳବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି, ପୁଣି, ତୁମ୍ଭର ଦାନସବୁ ଈଶ୍ୱରଙ୍କ ସାକ୍ଷାତରେ ସ୍ମରଣ କରାଯାଇଅଛି ।
”ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ର ଭାବରେ ଈଶ୍ୱରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା । ପରେ ହେରୋଦ ଯେଉଁ ଦିନ ପିତରଙ୍କୁ ବାହାର କରି ଆଣିବା ପାଇଁ ଯାଉଥିଲେ, ସେହି ରାତିରେ ସେ ଦୁଇଟା ଶିକୁଳିରେ ବନ୍ଧା ହୋଇ ଦୁଇ ଜଣ ସୈନ୍ୟଙ୍କ ମଧ୍ୟରେ ଶୋଇଥିଲେ, ଆଉ ପ୍ରହରୀମାନେ ଦ୍ୱାର ସମ୍ମୁଖରେ କାରାଗାର ରକ୍ଷା କରୁଥିଲେ । ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ । ସେଥିରେ ତାହାଙ୍କ ହାତରୁ ଶିକୁଳି ଖସିପଡ଼ିଲା ।
”ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ ।
”ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ ।
”କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ । ସେତେବେଳେ ହଠାତ୍ ଏପରି ମହା ଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍କ୍ଷଣାତ୍ ସମସ୍ତ ଦ୍ୱାର ଖୋଲା ହୋଇଗଲା, ପୁଣି, ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା ।
”ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ ।
”ଏହି ସବୁ କଥା କହିଲା ପରେ, ସେ ଆଣ୍ଠୁପାତି ସେ ସମସ୍ତଙ୍କ ସହିତ ପ୍ରାର୍ଥନା କଲେ, ।
”ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ ।
”ସେ ଏହି ସବୁ କଥା କହି ରୁଟି ଘେନି ସମସ୍ତଙ୍କ ସାକ୍ଷାତରେ ଈଶ୍ୱରଙ୍କୁ ଧନ୍ୟବାଦ ଦେଇ ତାହା ଭାଙ୍ଗି ଭୋଜନ କରିବାକୁ ଲାଗିଲେ ।
”ଆଉ, ସେହି ପ୍ରକାରେ ଆତ୍ମା ମଧ୍ୟ ଆମ୍ଭମାନଙ୍କ ଦୁର୍ବଳତାରେ ସାହାଯ୍ୟ କରନ୍ତି; କାରଣ କ'ଣ ପ୍ରାର୍ଥନା କରିବା ଉଚିତ୍, ତାହା ଆମ୍ଭେମାନେ ଜାଣୁ ନାହୁଁ, କିନ୍ତୁ ଆତ୍ମା ସ୍ୱୟଂ ଅକଥନୀୟ ଆର୍ତ୍ତନାଦରେ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରନ୍ତି; ପୁଣି, ଯେ ଆମ୍ଭମାନଙ୍କ ହୃଦୟ ଅନୁସନ୍ଧାନ କରନ୍ତି, ସେ ଆତ୍ମାଙ୍କ ଭାବ କ'ଣ, ତାହା ଜାଣନ୍ତି, କାରଣ ସେ ଈଶ୍ୱରଙ୍କ ଇଚ୍ଛାନୁସାରେ ସାଧୁମାନଙ୍କ ନିମନ୍ତେ ନିବେଦନ କରନ୍ତି ।
”ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଈଶ୍ୱରଙ୍କ ଛାମୁରେ ମୋହର ପ୍ରାର୍ଥନା ।
”ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ, ପ୍ରାର୍ଥନାରେ ଏକାଗ୍ର ଭାବରେ ନିବିଷ୍ଟ ଥାଅ;
”ଯେ ବିଶେଷ ଦିନ ମାନେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ମାନେ; ଆଉ ଯେ ଭୋଜନ କରେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ, କାରଣ ସେ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ; ପୁଣି, ଯେ ଭୋଜନ କରେ ନାହିଁ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ ନାହିଁ ଓ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ ।
”ହେ ଭାଇମାନେ, ମୁଁ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ହେତୁ ଓ ଆତ୍ମାଙ୍କ ପ୍ରେମ ହେତୁ ମୋ' ନିମନ୍ତେ ଈଶ୍ୱରଙ୍କ ନିକଟରେ ମୋ' ସହିତ ଯତ୍ନ ସହକାରେ ପ୍ରାର୍ଥନା କରିବା ପାଇଁ ତୁମ୍ଭମାନଙ୍କୁ ବିନତି କରୁଅଛି,
”କାରଣ ଯେ ପରଭାଷାରେ କଥା କହେ, ସେ ମନୁଷ୍ୟକୁ କଥା କହେ ନାହିଁ, କିନ୍ତୁ ଈଶ୍ୱରଙ୍କୁ କହେ, ଯେଣୁ କେହି ତାହା ବୁଝେ ନାହିଁ, ମାତ୍ର ସେ ଆତ୍ମା ଦ୍ୱାରା ନିଗୂଢ଼ ବିଷୟ କହେ ।
”ଯେ ପରଭାଷାରେ କଥା କହେ, ସେ ନିଜର ନିଷ୍ଠା ଜନ୍ମାଏ, କିନ୍ତୁ ଯେ ଭାବବାଣୀ କହେ, ସେ ମଣ୍ଡଳୀର ନିଷ୍ଠା ଜନ୍ମାଏ ।
”ଅତଏବ, ଯେ ପରଭାଷାରେ କଥା କହେ, ସେ ଯେପରି ଅର୍ଥ କରି ପାରେ, ଏଥି ନିମନ୍ତେ ପ୍ରାର୍ଥନା କରୁ । କାରଣ ମୁଁ ଯଦି ପରଭାଷାରେ ପ୍ରାର୍ଥନା କରେ, ତେବେ ମୋହର ଆତ୍ମା ପ୍ରାର୍ଥନା କରେ, କିନ୍ତୁ ମୋହର ମନ ଫଳହୀନ ହୁଏ । ତେବେ କର୍ତ୍ତବ୍ୟ କ'ଣ? ମୁଁ ଆତ୍ମା ଦ୍ୱାରା ପ୍ରାର୍ଥନା କରିବି; ପୁଣି, ବୁଦ୍ଧି ସହିତ ମଧ୍ୟ ପ୍ରାର୍ଥନା କରିବି; ଆତ୍ମା ଦ୍ୱାରା ସ୍ତୁତିଗାନ କରିବି, ପୁଣି, ବୁଦ୍ଧି ସହିତ ମଧ୍ୟ ସ୍ତୁତିଗାନ କରିବି । ନତୁବା ତୁମ୍ଭେ ଯଦି ଆତ୍ମା ଦ୍ୱାରା ଧନ୍ୟବାଦ ଦିଅ, ତେବେ ସାଧାରଣ ଲୋକ ତୁମ୍ଭ କଥା ନ ବୁଝିବାରୁ କିପରି ତୁମ୍ଭ ଧନ୍ୟବାଦରେ ଆମେନ୍ କହିବ? ଯେଣୁ ତୁମ୍ଭେ ଉତ୍ତମ ରୂପେ ଧନ୍ୟବାଦ ଦେଉଅଛ ସତ, କିନ୍ତୁ ସେହି ଅନ୍ୟ ଜଣର ଉନ୍ନତି ହୁଏ ନାହିଁ । ମୁଁ ତୁମ୍ଭ ସମସ୍ତଙ୍କ ଅପେକ୍ଷା ଅଧିକ ରୂପେ ପରଭାଷାରେ କଥା କହେ ବୋଲି ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି; ତଥାପି ମୁଁ ଯେପରି ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେଇ ପାରେ, ଏଥି ନିମନ୍ତେ ମଣ୍ଡଳୀରେ ପରଭାଷାରେ ଦଶ ହଜାର କଥା କହିବା ଅପେକ୍ଷା ବରଂ ବୁଦ୍ଧି ସହିତ ପାଞ୍ଚୋଟି କଥା କହିବାକୁ ଭଲ ପାଏ ।
”ଏଣୁ ପରଭାଷାରେ କଥା କହିବା ବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନ ସ୍ୱରୂପ ନୁହେଁ, ମାତ୍ର ଅବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନ ସ୍ୱରୂପ; ଅନ୍ୟ ପକ୍ଷରେ ଭାବବାଣୀ କହିବା ଅବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନ ସ୍ୱରୂପ ନୁହେଁ, ମାତ୍ର ବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନ ସ୍ୱରୂପ । ଆହୁରି ମଧ୍ୟ ସମସ୍ତ ମଣ୍ଡଳୀ ଯଦି ସମବେତ ହୁଏ ଓ ସମସ୍ତେ ପରଭାଷାରେ କଥା କହନ୍ତି, ପୁଣି, ସାଧାରଣ ବା ଅବିଶ୍ୱାସୀ ଲୋକମାନେ ଆସନ୍ତି, ତାହାହେଲେ ତୁମ୍ଭେମାନେ ପାଗଳ ବୋଲି କ'ଣ ସେମାନେ କହିବେ ନାହିଁ? କିନ୍ତୁ ଯଦି ସମସ୍ତେ ଭାବବାଣୀ କହନ୍ତି, ପୁଣି, ଜଣେ ଅବିଶ୍ୱାସୀ ବା ସାଧାରଣ ଲୋକ ଆସେ, ତେବେ ସେ ସମସ୍ତଙ୍କ ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୁଏ, ସମସ୍ତଙ୍କ ଦ୍ୱାରା ବିଚାରିତ ହୁଏ, ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହୁଏ; ସେଥିରେ ସେ ମୁହଁ ମାଡ଼ି ପଡ଼ିବ ଓ ଈଶ୍ୱର ଯେ ନିଶ୍ଚୟ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ୱୀକାର କରି ତାହାଙ୍କୁ ପ୍ରଣାମ କରିବ ।
”ଯଦି କେହି ପରଭାଷାରେ କଥା କହେ, ତେବେ ଦୁଇ ଅବା ଅଧିକ ହେଲେ ତିନି ଜଣ ପାଳି ଅନୁସାରେ କହନ୍ତୁ, ଆଉ ଜଣେ ଅର୍ଥ କରୁ । କିନ୍ତୁ ଯଦି କୌଣସି ଅର୍ଥକାରକ ନ ଥାଏ, ତାହାହେଲେ ସେ ମଣ୍ଡଳୀରେ ନୀରବ ରହୁ ଓ ନିରୋଳାରେ ଈଶ୍ୱରଙ୍କୁ କହୁ ।
”ଏଣୁ ହେ ମୋହର ଭାଇମାନେ, ଭାବବାଣୀ କହିବାକୁ ଏକାନ୍ତ ଚେଷ୍ଟା କର; ପୁଣି, ପରଭାଷାରେ କଥା କହିବାକୁ ମନା ନ କର ।
”ସେଥିର ସମ୍ବାଦ ପାଇ ମୁଁ ମଧ୍ୟ ମୋହର ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ଧନ୍ୟବାଦ ଦେବାରୁ କ୍ଷାନ୍ତ ହେଉ ନାହିଁ। ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ୱର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;
”କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ୱାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ ।
”ଯେଉଁ ଈଶ୍ୱର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବା ଠାରୁ ଅତ୍ୟଧିକ ପରିମାଣରେ ସାଧନ କରି ପାରନ୍ତି, ଯୁଗେ ଯୁଗେ ପୁରୁଷାନୁକ୍ରମରେ ମଣ୍ଡଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତାହାଙ୍କର ଗୌରବ ହେଉ । ଆମେନ୍।
”ପୁଣି, ତୁମ୍ଭମାନଙ୍କ ହୃଦୟରେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର; ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ,
”ସର୍ବ ପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି, ସମସ୍ତ ସାଧୁଙ୍କ ନିମନ୍ତେ ଜାଗି ରହି ପ୍ରାର୍ଥନା କର ।
”ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଇଥାଏ । ପ୍ରଥମ ଦିନଠାରୁ ଆଜି ପର୍ଯ୍ୟନ୍ତ ସୁସମାଚାରର ପକ୍ଷରେ ତୁମ୍ଭମାନଙ୍କ ସହଭାଗିତା ହେତୁ
”ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ, ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରି ପାର, ପୁଣି, ଈଶ୍ୱରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ, ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ ।
”କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ୱରଙ୍କ ନିକଟରେ ଜଣାଅ । ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ୱରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ ।
”ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରି ପାରେ । ତଥାପି ତୁମ୍ଭେମାନେ ମୋହର କ୍ଳେଶଭୋଗର ସହଭାଗୀ ହେବା ଦ୍ୱାରା ଭଲ କରିଅଛ ।
”ପୁଣି, ମୋହର ଈଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ ।
”ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଏବଂ ସ୍ୱର୍ଗରେ ତୁମ୍ଭମାନଙ୍କ ପାଇଁ ରଖାଯାଇଥିବା ଭରସା ସକାଶେ ସମସ୍ତ ସାଧୁଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣି
”ଏଣୁ ତାହା ଶୁଣିବା ଦିନଠାରୁ ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା ଓ ବିନତି କରିବାରୁ କ୍ଷାନ୍ତ ହେଉ ନାହୁଁ, ଯେପରି ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଈଶ୍ୱରଙ୍କ ଅଭିମତ ଜ୍ଞାତ ହୋଇ
”ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ, ପୁଣି, ଧନ୍ୟବାଦ ସହ ସେଥିରେ ଜାଗ୍ରତ ଥାଅ; ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ୱର ଆମ୍ଭମାନଙ୍କ ପାଇଁ ଦ୍ୱାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ତତ୍ତ୍ୱ ନିମନ୍ତେ ମୁଁ ବନ୍ଦୀ ଅଟେ,
”ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ୱରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ ।
”ଆମ୍ଭମାନଙ୍କ ଈଶ୍ୱର ଓ ପିତାଙ୍କ ଛାମୁରେ ଆମ୍ଭେମାନେ ତୁମ୍ଭମାନଙ୍କ ବିଶ୍ୱାସର କର୍ମ, ପ୍ରେମର ପରିଶ୍ରମ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ତୁମ୍ଭମାନଙ୍କ ଭରସାର ସହିଷ୍ଣୁତା ବିଷୟ ନିରନ୍ତର ସ୍ମରଣ କରି,
”ସର୍ବଦା ଆନନ୍ଦ କର; ନିରନ୍ତର ପ୍ରାର୍ଥନା କର; ସବୁ ଅବସ୍ଥାରେ ଧନ୍ୟବାଦ ଦିଅ; କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ୱରଙ୍କ ଅଭିମତ ।
”ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର ।
”ଶେଷରେ, ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେପରି ପ୍ରଭୁଙ୍କ ବାକ୍ୟ ତୁମ୍ଭମାନଙ୍କ ମଧ୍ୟରେ ଯେପରି, ସେହିପରି ଚାରିଆଡ଼େ ଶୀଘ୍ର ବ୍ୟାପିଯାଇ ଗୌରବ ପାଇବ,
”ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ୱରପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ବାଧାହୀନ ଜୀବନଯାପନ କରିପାରୁ, ଏଥି ନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବ ପ୍ରଥମେ ଅନୁରୋଧ କରୁଅଛି ।
”ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ ।
”କାରଣ ଈଶ୍ୱରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି, ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରହଣୀୟ ନୁହେଁ, ଯେଣୁ ଈଶ୍ୱରଙ୍କ ବାକ୍ୟ ଓ ପ୍ରାର୍ଥନା ଦ୍ୱାରା ତାହା ପବିତ୍ର କରାଯାଏ ।
”ଯେଉଁ ବିଧବା ନିରାଶ୍ରୟ ଓ ଅସହାୟ, ସେ ଈଶ୍ୱରଙ୍କ ଉପରେ ଭରସା ରଖି ଦିନରାତି ନିବେଦନ ଓ ପ୍ରାର୍ଥନାରେ ଲାଗି ରହିଥାଏ;
”ପିତୃପୁରୁଷମାନଙ୍କ ମତ ଅନୁସାରେ ଶୁଦ୍ଧ ବିବେକରେ ମୁଁ ଯେଉଁ ଈଶ୍ୱରଙ୍କର ଉପାସନା କରେ, ଦିନରାତି ମୋହର ପ୍ରାର୍ଥନାରେ ସର୍ବଦା ତୁମ୍ଭର ନାମ ସ୍ମରଣ କରି ମୁଁ ତାହାଙ୍କୁ ଧନ୍ୟବାଦ ଦେଇଥାଏ;
”ପ୍ରଭୁ ଯୀଶୁ ଓ ସମସ୍ତ ପବିତ୍ର ସାଧୁଙ୍କ ପ୍ରତି ତୁମ୍ଭର ପ୍ରେମ ଓ ବିଶ୍ୱାସ ବିଷୟ ଶୁଣି
”ଈଶ୍ୱର ଅତୀତରେ ବିଭିନ୍ନ ସ୍ଥାନରେ ଓ ବିଭିନ୍ନ ପ୍ରକାରେ ଭାବବାଦୀମାନଙ୍କ ଦ୍ୱାରା ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ କଥା କହି ଏହି ଶେଷକାଳରେ ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ତାହାଙ୍କୁ ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ ଓ ତାହାଙ୍କ ଦ୍ୱାରା ମଧ୍ୟ ସମସ୍ତ ବିଶ୍ୱ ସୃଷ୍ଟି କଲେ;
”ଉକ୍ତ ଅଛି, ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଯେପରି ବିରକ୍ତି ଜନ୍ମାଇବା ସ୍ଥାନରେ ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର ।
”ଆଉ ଗୋଟିଏ ଦିନ, ଅର୍ଥାତ୍, ଆଜି ଦିନ ନିରୂପଣ କରି ଏତେକାଳ ପରେ ଦାଉଦଙ୍କ ଗ୍ରନ୍ଥରେ କହନ୍ତି, ଯେପରି ପୂର୍ବରେ କୁହାଯାଇଅଛି, ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଆପଣା ଆପଣା ହୃଦୟ କଠିନ ନ କର ।
”ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଅନୁଗ୍ରହ ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ ।
”ଯେ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ ପୁତ୍ର ହେଲେ ହେଁ ଦୁଃଖଭୋଗ ଦ୍ୱାରା ଆଜ୍ଞାବହତା ଶିକ୍ଷା କଲେ,
”ଅତଏବ, ହେ ଭାଇମାନେ, ଯୀଶୁ ବିଚ୍ଛେଦବସ୍ତ୍ର, ଅର୍ଥାତ୍, ଆପଣା ଶରୀର ଦ୍ୱାରା ଯେଉଁ ନୂତନ ଓ ଜୀବନଦାୟକ ପଥ ଆମ୍ଭମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି,
”ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ୱର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ ।
”ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ ।
”କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ୱର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ । କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ ।
”ତୁମ୍ଭେମାନେ ମାଗିଥାଅ, କିନ୍ତୁ ପାଇ ନ ଥାଅ, କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ ।
”ଈଶ୍ୱରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ । ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର । ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର; ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ । ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ ।
”ତୁମ୍ଭମାନଙ୍କ ମଧ୍ୟରେ କ'ଣ କେହି ଦୁଃଖଭୋଗ କରୁଅଛି? ସେ ପ୍ରାର୍ଥନା କରୁ । କେହି କ'ଣ ଆନନ୍ଦିତ ଅଟେ? ସେ ଗୀତ ଗାନ କରୁ । ତୁମ୍ଭମାନଙ୍କ ମଧ୍ୟରେ କ'ଣ କେହି ପୀଡ଼ିତ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ । ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ । ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର । ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରି ପାରେ । ଏଲୀୟ ଆମ୍ଭମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ ଥିଲେ; ବୃଷ୍ଟି ନ ହେବା ନିମନ୍ତେ ସେ ଏକାନ୍ତ ଚିତ୍ତରେ ପ୍ରାର୍ଥନା କଲେ, ଆଉ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଦେଶରେ ବୃଷ୍ଟି ହେଲା ନାହିଁ; ସେ ପୁନର୍ବାର ପ୍ରାର୍ଥନା କରନ୍ତେ ଆକାଶରୁ ବୃଷ୍ଟି ହେଲା, ଆଉ ଭୂମି ଆପଣା ଫଳ ଉତ୍ପନ୍ନ କଲା ।
”କାରଣ ଧାର୍ମିକମାନଙ୍କ ପ୍ରତି ପ୍ରଭୁଙ୍କ ଦୃଷ୍ଟି ଅଛି, ସେମାନଙ୍କ ବିନତି ପ୍ରତି ତାହାଙ୍କ କର୍ଣ୍ଣ ଉନ୍ମୁକ୍ତ ଅଟେ, କିନ୍ତୁ ପ୍ରଭୁଙ୍କର ମୁଖ ଦୁଷ୍କର୍ମକାରୀମାନଙ୍କ ପ୍ରତିକୂଳ ।
”ମାତ୍ର ସମସ୍ତ ବିଷୟର ଅନ୍ତିମକାଳ ସନ୍ନିକଟ । ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,
”ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି ।
”ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି ।
”ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହି ସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ ।
”ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି । ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହି ସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ ।
”ପ୍ରିୟ ବନ୍ଧୁ, ତୁମ୍ଭ ଆତ୍ମାର ଯେପରି ମଙ୍ଗଳ ହେଉଅଛି, ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଓ ତୁମ୍ଭେ ସ୍ୱାସ୍ଥ୍ୟ ଭୋଗ କରୁଥାଅ, ଏହା ମୋହର ପ୍ରାର୍ଥନା ।
”ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ ।
”ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ ।
”ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ ।
”ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ ।
”