28 – ଦେବଦୂତ

ଏଗୁଡ଼ିକ ହେଉଛି ସର୍ବଶକ୍ତିମାନ ପରମେଶ୍ୱରଙ୍କ ପବିତ୍ର ବାକ୍ୟ।
ମଣିଷର କଥାରେ ଆମର ଆଗ୍ରହ ନାହିଁ।
ଯିଏ ଭଗବାନଙ୍କୁ ଭଲ ପାଏ... ଭଗବାନ ଏହା ବିଷୟରେ କହନ୍ତି: ଦେବଦୂତ.

ଶ୍ରେଷ୍ଠ 3ଟି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଦ୍ୟ

ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି।

ଆଉ "ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ,'' ଏହା ସେ ଦୂତମାନଙ୍କ ମଧ୍ୟରେ କାହାକୁ କେବେ କହିଅଛନ୍ତି? ଏମାନେ ସମସ୍ତେ କ'ଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାଁନ୍ତି?

ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେ ମନପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ୱରଙ୍କ ଦୂତମାନଙ୍କ ଆଗରେ ଆନନ୍ଦ ହୁଏ ।

କ୍ରମରେ ପ୍ରତ୍ୟେକ ପଦ - 183 ବାଇବଲ ପଦ

ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।

ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଆମ୍ଭେ ତୁମ୍ଭ ବଂଶ ଏପରି ବୃଦ୍ଧି କରିବା, ଯେ ବାହୁଲ୍ୟ ସକାଶୁ ତାହା ଅଗଣ୍ୟ ହେବ।” ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାୟେଲ ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ। ପୁଣି, ସେ ମନୁଷ୍ୟମାନଙ୍କ ମଧ୍ୟରେ ବନ ଗର୍ଦ୍ଦଭ ସ୍ୱରୂପ ହେବ, ତାହାର ହସ୍ତ ସମସ୍ତଙ୍କ ବିରୁଦ୍ଧରେ ଓ ସମସ୍ତଙ୍କ ହସ୍ତ ତାହାର ବିରୁଦ୍ଧରେ ଥିବ, ପୁଣି, ସେ ଆପଣା ଭାଇମାନଙ୍କ ସମ୍ମୁଖରେ ବାସ କରିବ।”

ଏଥିଉତ୍ତାରେ ଦିନକର ଖରା ବେଳେ ଅବ୍ରହାମ ମମ୍ରିର ଅଲୋନ ବୃକ୍ଷ ମୂଳେ ଆପଣା ତମ୍ବୁ ଦ୍ୱାରରେ ବସିଥିଲେ; ଏହି ସମୟରେ ସଦାପ୍ରଭୁ ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଲେ। ତହିଁରେ ସେ ଅନାଇ ଦେଖିଲେ, ତିନୋଟି ପୁରୁଷ ତାଙ୍କ ସମ୍ମୁଖରେ ଦଣ୍ଡାୟମାନ; ପୁଣି, ଦେଖିବା ମାତ୍ର ସାକ୍ଷାତ କରିବାକୁ ତମ୍ବୁଦ୍ୱାରରୁ ବେଗେ ଯାଇ ଭୂମିଷ୍ଠ ହୋଇ କହିଲେ,

ପୁଣି, ଦ୍ୱାର ନିକଟବର୍ତ୍ତୀ ସାନ ଓ ବଡ଼ ସମସ୍ତଙ୍କୁ ଅନ୍ଧ କରାଇଲେ; ତହିଁରେ ସେମାନେ ଦ୍ୱାର ଖୋଜୁ ଖୋଜୁ ପରିଶ୍ରାନ୍ତ ହେଲେ। ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ଲୋଟକୁ କହିଲେ, “ଏସ୍ଥାନରେ ତୁମ୍ଭର ଆଉ କିଏ କିଏ ଅଛନ୍ତି? ଜୁଆଁଇ ଓ ତୁମ୍ଭର ପୁତ୍ରକନ୍ୟାଦି ଯେତେ ଲୋକ ଏ ନଗରରେ ଅଛନ୍ତି, ସେ ସମସ୍ତଙ୍କୁ ଏସ୍ଥାନରୁ ନେଇଯାଅ; ଯେହେତୁ ଆମ୍ଭେମାନେ ଏ ସ୍ଥାନ ଉଚ୍ଛିନ୍ନ କରିବା। ସଦାପ୍ରଭୁଙ୍କ ଛାମୁରେ ଏ ନଗର ବିରୁଦ୍ଧରେ ମହାକ୍ରନ୍ଦନ ଉଠିଅଛି, ଏଣୁ ସଦାପ୍ରଭୁ ଏହି ନଗର ଉଚ୍ଛିନ୍ନ କରିବା ପାଇଁ ଆମ୍ଭମାନଙ୍କୁ ପଠାଇ ଅଛନ୍ତି।” ତହୁଁ ଲୋଟ ବାହାରକୁ ଯାଇ ଆପଣା କନ୍ୟାମାନଙ୍କ ସହିତ ବିବାହ କରିବାକୁ ଉଦ୍ୟତ ଜୁଆଁଇମାନଙ୍କୁ କହିଲା, “ଉଠ, ଏଠାରୁ ବାହାର ହୁଅ, ସଦାପ୍ରଭୁ ଏ ନଗର ଉଚ୍ଛିନ୍ନ କରିବେ,” ମାତ୍ର ଜୁଆଁଇମାନେ ତାହାକୁ ପରିହାସକ ପରି ମଣିଲେ। ଆରଦିନ ପ୍ରଭାତ ହୁଅନ୍ତେ, ଦୂତମାନେ ଲୋଟକୁ ଚଞ୍ଚଳ କରାଇ କହିଲେ, “ଉଠ, ଆପଣାର ଭାର୍ଯ୍ୟା ଓ ଏହି ଯେଉଁ ଦୁଇ କନ୍ୟା ଏଠାରେ ଅଛନ୍ତି, ସେମାନଙ୍କୁ ଘେନିଯାଅ; ନୋହିଲେ ନଗରର ଦଣ୍ଡରେ ବିନଷ୍ଟ ହେବ।”

ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ!” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।” ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।”

ଆଉ ସଦାପ୍ରଭୁଙ୍କ ଦୂତ ଦ୍ୱିତୀୟ ଥର ଆକାଶରୁ ଅବ୍ରହାମଙ୍କୁ ଡାକି କହିଲେ, “ସଦାପ୍ରଭୁ କହୁଅଛନ୍ତି, ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ଅସମ୍ମତ ନୋହିଲ; ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ। ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”

ତହିଁରେ ସେ ସ୍ୱପ୍ନରେ ପୃଥିବୀରେ ସ୍ଥାପିତ ଗୋଟିଏ ସୋପାନ ଦେଖିଲା, ତହିଁର ମସ୍ତକ ଗଗନସ୍ପର୍ଶୀ; ପୁଣି, ଦେଖ, ତାହା ଦେଇ ପରମେଶ୍ୱରଙ୍କ ଦୂତଗଣ ଆରୋହଣ ଓ ଅବରୋହଣ କରୁଅଛନ୍ତି।

ସେତେବେଳେ ପରମେଶ୍ୱରଙ୍କ ଦୂତ ସ୍ୱପ୍ନରେ ମୋତେ ଯାକୁବ ବୋଲି ଡାକନ୍ତେ, ମୁଁ କହିଲି, “ଦେଖନ୍ତୁ, ମୁଁ ଏଠାରେ।”

ତହିଁ ଉତ୍ତାରେ ଯାକୁବ ଯାତ୍ରା କରନ୍ତେ, ପରମେଶ୍ୱରଙ୍କ ଦୂତଗଣ ତାହା ସଙ୍ଗେ ଭେଟିଲେ। ସେଥିପାଇଁ ଯାକୁବ ସେମାନଙ୍କୁ ଦେଖି କହିଲା, “ଏମାନେ ପରମେଶ୍ୱରଙ୍କ ଦଳ; ଏଥିପାଇଁ ସେହି ସ୍ଥାନର ନାମ ମହନୟିମ (ଦୁଇ ଦଳ) ରଖିଲା।”

ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନି ଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ। ତେଣୁ ମୋଶା କହିଲେ, “ମୁଁ ଏକ ପାଖକୁ ଯାଇ ଏହି ମହାଶ୍ଚର୍ଯ୍ୟ ବିଷୟ ଦେଖିବି, ବୁଦାଟା କାହିଁକି ଦଗ୍ଧ ହେଉ ନାହିଁ।”

ସେତେବେଳେ ଇସ୍ରାଏଲୀୟ ଦଳର ଅଗ୍ରଗାମୀ ପରମେଶ୍ୱରଙ୍କ ଦୂତ ସ୍ଥାନାନ୍ତର ହୋଇ ସେମାନଙ୍କର ପଶ୍ଚାଦ୍‍ଗାମୀ ହେଲେ, ପୁଣି, ମେଘସ୍ତମ୍ଭ ସେମାନଙ୍କ ସମ୍ମୁଖରୁ ସ୍ଥାନାନ୍ତର ହୋଇ ସେମାନଙ୍କ ପଛେ ଛିଡ଼ା ହେଲା। ସେହି ମେଘସ୍ତମ୍ଭ ମିସ୍ରୀୟ ଦଳ ଓ ଇସ୍ରାଏଲୀୟ ଦଳ ମଧ୍ୟକୁ ଆସିଲା, ପୁଣି, ମେଘ ଓ ଅନ୍ଧକାର ହେଲେ ହେଁ ତାହା ରାତ୍ରିକୁ ଆଲୋକମୟ କଲା; ଏଥିପାଇଁ ସମସ୍ତ ରାତ୍ରି ଏକ ଦଳ ଅନ୍ୟ ଦଳ ନିକଟକୁ ଆସି ପାରିଲେ ନାହିଁ।

ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।

କାରଣ ଆମ୍ଭର ଦୂତ ତୁମ୍ଭ ଆଗେ ଆଗେ ଯାଇ ତୁମ୍ଭକୁ ଇମୋରୀୟ, ହିତ୍ତୀୟ, ପରିଷୀୟ, କିଣାନୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶକୁ ଆଣିବେ, ପୁଣି, ଆମ୍ଭେ ସେମାନଙ୍କୁ ଉଚ୍ଛିନ୍ନ କରିବା।

ତୁମ୍ଭେ ସୁବର୍ଣ୍ଣର ଦୁଇ କିରୂବ ପ୍ରସ୍ତୁତ କରିବ; ପିଟା କର୍ମରେ ତାହା ପ୍ରସ୍ତୁତ କରି ସେହି ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦେବ। ଏକ କିରୂବ ଏକ ମୁଣ୍ଡରେ ଓ ଅନ୍ୟ କିରୂବ ଅନ୍ୟ ମୁଣ୍ଡରେ ସ୍ଥାପନ କରିବ; ଦୁଇ କିରୂବକୁ ପାପାଚ୍ଛାଦନ ସହିତ ସଂଲଗ୍ନ ଓ ତହିଁର ଦୁଇ ପ୍ରାନ୍ତରେ ଉଭା କରି ସ୍ଥାପନ କରିବ। ପୁଣି, କିରୂବମାନେ ପରସ୍ପର ସମ୍ମୁଖୀନ ହୋଇ ପକ୍ଷ ଉର୍ଦ୍ଧ୍ୱକୁ ବିସ୍ତାର କରି ପାପାଚ୍ଛାଦନ ଆବରଣ କରିବେ; ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିବ। ତୁମ୍ଭେ ସେହି ପାପାଚ୍ଛାଦନ ସେହି ସିନ୍ଦୁକ ଉପରେ ରଖିବ, ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକ ଭିତରେ ଥୋଇବ। ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ, ଅର୍ଥାତ୍‍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବ ଦ୍ୱୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।

ଏବେ ଯାଅ, ଆମ୍ଭେ ଯେଉଁ ଦେଶ ବିଷୟରେ ତୁମ୍ଭକୁ କହିଅଛୁ, ସେହି ଦେଶକୁ ଲୋକମାନଙ୍କୁ ନେଇ ଯାଅ; ଦେଖ, ଆମ୍ଭ ଦୂତ ତୁମ୍ଭ ଆଗେ ଆଗେ ଗମନ କରିବେ; ମାତ୍ର ଆମ୍ଭେ ପ୍ରତିଫଳ ଦେବା ଦିନରେ ସେମାନଙ୍କ ପାପର ପ୍ରତିଫଳ ସେମାନଙ୍କୁ ଦେବା।”

ଆମ୍ଭେ ତୁମ୍ଭ ଆଗେ ଆଗେ ଏକ ଦୂତ ପଠାଇବା; ପୁଣି, ଆମ୍ଭେ କିଣାନୀୟ, ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ି ଦେବା।

ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବଦ୍ୱୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି, ସେ ତାଙ୍କ ସହିତ କଥା କହିଲେ।

ସେହି ସମୟରେ ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କ୍ରନ୍ଦନ କରନ୍ତେ, ସେ ଆମ୍ଭମାନଙ୍କ ରବ ଶୁଣିଲେ, ପୁଣି, ଏକ ଦୂତ ପଠାଇ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ; ଆଉ ଦେଖ, ଏବେ ଆମ୍ଭେମାନେ ତୁମ୍ଭ ଦେଶର ପ୍ରାନ୍ତସ୍ଥିତ କାଦେଶ ନଗରରେ ଅଛୁ;

ଏଥିରେ ସେ ଯିବା ସକାଶୁ ପରମେଶ୍ୱରଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୂତ ତାହାର ଶତ୍ରୁ ରୂପେ ପଥ ମଧ୍ୟରେ ଠିଆ ହୋଇ ରହିଲେ; ସେତେବେଳେ ସେ ଆପଣା ଗର୍ଦ୍ଦଭୀ ଉପରେ ଚଢ଼ି ଯାଉଥିଲା ଓ ତାହାର ଦୁଇ ଦାସ ତାହା ସଙ୍ଗରେ ଥିଲେ। ଏଥିରେ ସେହି ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହୁଁ ଗର୍ଦ୍ଦଭୀ ବାଟ ଛାଡ଼ି ବିଲ ଆଡ଼କୁ ଗଲା ତହିଁରେ ବିଲୀୟମ୍‍ ଗର୍ଦ୍ଦଭୀକୁ ବାଟକୁ ଫେରାଇ ଆଣିବା ପାଇଁ ପ୍ରହାର କଲା; ତେବେ ସଦାପ୍ରଭୁଙ୍କ ଦୂତ ଦୁଇ ଦ୍ରାକ୍ଷାକ୍ଷେତ୍ରର ଏପାଖେ ପ୍ରାଚୀର ଓ ସେପାଖେ ପ୍ରାଚୀର ଥିବା ଗଳିପଥରେ ଠିଆ ହେଲେ। ସେହି ସମୟରେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇ ଯିବାରୁ ବିଲୀୟମ୍‍ର ଗୋଡ଼ କାନ୍ଥରେ ଘଷି ହେଲା; ତହିଁରେ ସେ ପୁନର୍ବାର ତାହାକୁ ପ୍ରହାର କଲା। ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ଆହୁରି ଆଗକୁ ଯାଇ ଏକ ସଂକୀର୍ଣ୍ଣ ସ୍ଥାନରେ ଠିଆ ହେଲେ, ସେଠାରେ ଡାହାଣରେ କିମ୍ବା ବାମରେ ଫେରିବାର ସ୍ଥାନ ନ ଥିଲା। ସେତେବେଳେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି ବିଲୀୟମ୍‍ର ତଳେ ଶୋଇ ପଡ଼ିଲା; ତହିଁରେ ବିଲୀୟମ୍‍ର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଗର୍ଦ୍ଦଭୀକୁ ଆପଣା ଯଷ୍ଟିରେ ପ୍ରହାର କଲା। ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମ୍‍କୁ କହିଲା, “ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନିଥର ପ୍ରହାର କଲ।” ତେବେ ବିଲୀୟମ୍‍ ଗର୍ଦ୍ଦଭୀକୁ କହିଲା, “କାରଣ ତୁ ମୋତେ ପରିହାସ କରୁଅଛୁ; ମୋ’ ହାତରେ ଖଣ୍ଡା ଥିଲେ ମୁଁ ଏବେ ତୋତେ ବଧ କରନ୍ତି।” ପୁଣି, ଗର୍ଦ୍ଦଭୀ ବିଲୀୟମ୍‍କୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି”? ତହୁଁ ସେ କହିଲା, “ନା।”

ଏଥିରେ ସଦାପ୍ରଭୁ ବିଲୀୟମ୍‍ର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା। ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଏହି ତିନିଥର ଆପଣା ଗର୍ଦ୍ଦଭୀକୁ କାହିଁକି ପ୍ରହାର କଲ? ଦେଖ, ଆମ୍ଭେ ତୁମ୍ଭର ଶତ୍ରୁ ରୂପେ ବାହାର ହୋଇଅଛୁ, ଯେହେତୁ ଆମ୍ଭ ସାକ୍ଷାତରେ ତୁମ୍ଭର ଗତି ବିପଥଗାମୀ ହୋଇଅଛି; ପୁଣି, ଗର୍ଦ୍ଦଭୀ ଆମ୍ଭକୁ ଦେଖି ଏହି ତିନିଥର ଆମ୍ଭ ସମ୍ମୁଖରୁ ଫେରିଲା; ସେ ଯଦି ଆମ୍ଭ ସମ୍ମୁଖରୁ ଫେରି ନ ଥା’ନ୍ତା, ତେବେ ନିଶ୍ଚୟ ଆମ୍ଭେ ତୁମ୍ଭକୁ ବଧ କରିଥା’ନ୍ତୁ, ଆଉ ତାହାକୁ ଜୀଅନ୍ତା ରଖିଥା’ନ୍ତୁ।” ତହିଁରେ ବିଲୀୟମ୍‍ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ମୁଁ ପାପ କରିଅଛି; କାରଣ ତୁମ୍ଭେ ଯେ ମୋ’ ବିପକ୍ଷରେ ପଥରେ ଠିଆ ହୋଇଅଛ; ତାହା ମୁଁ ଜାଣିଲି ନାହିଁ; ଏଣୁ ଏବେ, ଯଦି ତାହା ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଫେରିଯିବି।” ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମ୍‍କୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ।” ତହିଁରେ ବିଲୀୟମ୍‍ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।

ପୁଣି ଯିହୋଶୂୟ ଯିରୀହୋ ନିକଟରେ ଥିବା ବେଳେ ଏପରି ହେଲା ଯେ, ସେ ଚକ୍ଷୁ ମେଲାଇ ଅନାଇଲେ, ଆଉ ଦେଖ, ନିଷ୍କୋଷ-ଖଡ୍ଗ ହସ୍ତ ଏକ ପୁରୁଷ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ; ଏଥିରେ ଯିହୋଶୂୟ ତାଙ୍କ ନିକଟକୁ ଯାଇ ତାଙ୍କୁ ପଚାରିଲେ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷ କି ଆମ୍ଭମାନଙ୍କ ବିପକ୍ଷମାନଙ୍କ ପକ୍ଷ? ତହୁଁ ସେ କହିଲେ, ନା; ମାତ୍ର ଆମ୍ଭେ ସଦାପ୍ରଭୁଙ୍କ ସୈନ୍ୟର ସେନାପତି, ଏବେ ଆସିଲୁ; ତହିଁରେ ଯିହୋଶୂୟ ଭୂମିରେ ମୁହଁମାଡ଼ି ପଡ଼ି ପ୍ରଣାମ କରି ତାହାଙ୍କୁ କହିଲେ, ମୋହର ପ୍ରଭୁ ଆପଣା ଦାସକୁ କି ଆଜ୍ଞା ଦେଉ ଅଛନ୍ତି? ତହୁଁ ସଦାପ୍ରଭୁଙ୍କ ସୈନ୍ୟର ସେନାପତି ଯିହୋଶୂୟଙ୍କୁ କହିଲେ, ତୁମ୍ଭ ପାଦରୁ ପାଦୁକା କାଢ଼, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଠିଆ ହେଉଅଛ, ତାହା ପବିତ୍ର। ଆଉ ଯିହୋଶୂୟ ସେପରି କଲେ।

ଯେତେବେଳେ ସଦାପ୍ରଭୁଙ୍କ ଦୂତ ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ, ସେତେବେଳେ ଲୋକମାନେ ରବ ଉଠାଇ ରୋଦନ କଲେ।

ତାରାଗଣ ଆକାଶରୁ ଯୁଦ୍ଧ କଲେ, ସେମାନେ ଆପଣା ଆପଣା ପଥରେ ସୀଷରା ବିରୁଦ୍ଧରେ ଯୁଦ୍ଧ କଲେ।

ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ ଦର୍ଶନ ଦେଇ କହିଲେ, ହେ ମହାବିକ୍ରମଶାଳୀ ଲୋକ, ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି।

ତେବେ ସଦାପ୍ରଭୁଙ୍କ ଦୂତ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ର ବଢ଼ାଇ ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ସ୍ପର୍ଶ କଲେ; ଏଥିରେ ସେହି ଶୈଳରୁ ଅଗ୍ନି ବାହାରି ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ଦଗ୍ଧ କଲା; ତହୁଁ ସଦାପ୍ରଭୁଙ୍କ ଦୂତ ତାହାର ଦୃଷ୍ଟିଗୋଚରରୁ ପ୍ରସ୍ଥାନ କଲେ। ତହିଁରେ ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ଗିଦିୟୋନ୍‍ ବୁଝିଲେ; ପୁଣି ଗିଦିୟୋନ୍‍ କହିଲେ, ହାୟ ହାୟ! ହେ ପ୍ରଭୁ, ସଦାପ୍ରଭୁ, ମୁଁ ସମ୍ମୁଖାସମ୍ମୁଖୀ ହୋଇ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖିଲି।

ଏ ଉତ୍ତାରେ ସେହି ସ୍ତ୍ରୀ ଆସି ଆପଣା ସ୍ୱାମୀକି କହିଲା, ପରମେଶ୍ୱରଙ୍କର ଏକ ଲୋକ ମୋ’ ନିକଟକୁ ଆସିଲେ। ତାହାଙ୍କ ରୂପ ପରମେଶ୍ୱରଙ୍କ ଦୂତଙ୍କ ରୂପ ତୁଲ୍ୟ ଅତି ଭୟଙ୍କର; ମାତ୍ର ସେ କେଉଁଠାରୁ ଆସିଲେ, ଏହା ମୁଁ ତାହାଙ୍କୁ ପଚାରିଲି ନାହିଁ, କିଅବା ସେ ଆପଣା ନାମ ମୋତେ କହିଲେ ନାହିଁ;

ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, ତୁମ୍ଭେ ଆମ୍ଭ ନାମ କାହିଁକି ପଚାରୁଅଛ, ତାହା ତ ଆଶ୍ଚର୍ଯ୍ୟ? ତହିଁରେ ମାନୋହ ସେହି ଛେଳିଛୁଆ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୈଳ ଉପରେ ଉତ୍ସର୍ଗ କଲା। ତହୁଁ ଦୂତ ଆଶ୍ଚର୍ଯ୍ୟ ପ୍ରକାର କର୍ମ କଲେ, ଆଉ ମାନୋହ ଓ ତାହାର ଭାର୍ଯ୍ୟା ଅନାଉଥିଲେ। ଯେତେବେଳେ ଅଗ୍ନିଶିଖା ଯଜ୍ଞବେଦିରୁ ଆକାଶକୁ ଉଠିଲା, ସେତେବେଳେ ସଦାପ୍ରଭୁଙ୍କ ଦୂତ ସେହି ଯଜ୍ଞବେଦିର ଅଗ୍ନିଶିଖାରେ ଉର୍ଦ୍ଧ୍ୱଗମନ କଲେ। ସେ ସମୟରେ ମାନୋହ ଓ ତାହାର ଭାର୍ଯ୍ୟା ଅନାଉଥିଲେ; ଆଉ ସେମାନେ ଭୂମିରେ ମୁହଁମାଡ଼ି ପଡ଼ିଲେ।

ତହୁଁ ସଦାପ୍ରଭୁ ପ୍ରାତଃକାଳ ଅବଧି ନିରୂପିତ ସମୟ ପର୍ଯ୍ୟନ୍ତ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରୁ ସତୁରି ହଜାର ଲୋକ ମଲେ। ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା। ପୁଣି ଦାଉଦ ସେହି ବିନାଶକ ଦୂତଙ୍କୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ତୁମ୍ଭ ହସ୍ତ ମୋ’ ବିରୁଦ୍ଧରେ ଓ ମୋ’ ପିତୃଗୃହର ବିରୁଦ୍ଧରେ ହେଉ।”

ତହୁଁ ସେ ରେତମବୃକ୍ଷ ମୂଳେ ଶୟନ କରି ନିଦ୍ରା ଗଲେ; ଏଥିରେ ଦେଖ, ଏକ ଦୂତ ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର।” ତହିଁରେ ସେ ଅନାନ୍ତେ, ଦେଖ, ତାଙ୍କ ମସ୍ତକ ପାଖରେ ଅଙ୍ଗାରରେ ପକ୍ୱ ଏକ ପିଠା ଓ ଏକ ପାତ୍ର ଜଳ ଅଛି। ଏଣୁ ସେ ଭୋଜନ ପାନ କରି ପୁନର୍ବାର ଶୟନ କଲେ। ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ପୁନର୍ବାର ଦ୍ୱିତୀୟ ଥର ଆସି ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର; କାରଣ ତୁମ୍ଭ ଶକ୍ତିରୁ ପଥ ଅଧିକ।” ତହୁଁ ସେ ଉଠି ଭୋଜନ ପାନ କଲେ ଓ ସେହି ଖାଦ୍ୟର ବଳରେ ପରମେଶ୍ୱରଙ୍କ ପର୍ବତ ହୋରେବ ପର୍ଯ୍ୟନ୍ତ ଚାଳିଶ ଦିନ ଓ ଚାଳିଶ ରାତ୍ରି ଗମନ କଲେ।

ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।”

ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, “ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ କର ନାହିଁ।” ତହୁଁ ଏଲୀୟ ଉଠି ପଚାଶପତି ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ।

ଏହିରୂପେ ସେମାନେ ଯାଉ ଯାଉ ଓ କଥାବାର୍ତ୍ତା କରୁ କରୁ ଦେଖ, ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହୋଇ ସେ ଦୁହିଁଙ୍କୁ ପୃଥକ୍‍ କଲା; ପୁଣି ଏଲୀୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ। ଆଉ ଇଲୀଶାୟ ତାହା ଦେଖି ଉଚ୍ଚୈଃସ୍ୱରରେ କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!” ଏଉତ୍ତାରେ ସେ ଏଲୀୟଙ୍କୁ ଆଉ ଦେଖିଲେ ନାହିଁ; ଏଣୁ ସେ ଆପଣା ବସ୍ତ୍ର ଧରି ଦୁଇ ଖଣ୍ଡ କରି ଚିରିଲେ।

ପୁଣି ଇଲୀଶାୟ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ସେ ଯେପରି ଦେଖି ପାରିବ, ଏଥିପାଇଁ ତାହାର ଚକ୍ଷୁ ମୁକ୍ତ କର।” ପୁଣି ସଦାପ୍ରଭୁ ସେହି ଯୁବା ଲୋକର ଚକ୍ଷୁ ମୁକ୍ତ କଲେ; ଆଉ ସେ ଦେଖିଲା; ପୁଣି ଦେଖ, ପର୍ବତ ଇଲୀଶାୟଙ୍କ ଚତୁର୍ଦ୍ଦିଗରେ ଅଗ୍ନିମୟ ଅଶ୍ୱ ଓ ରଥରେ ପରିପୂର୍ଣ୍ଣ ଥିଲା।

ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, “ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।

ଏଥିଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି।

ତହୁଁ ସଦାପ୍ରଭୁ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଇସ୍ରାଏଲ ମଧ୍ୟରୁ ସତୁରି ହଜାର ଲୋକ ମଲେ। ଏଉତ୍ତାରେ ପରମେଶ୍ୱର ଯିରୂଶାଲମ ବିନାଶ କରିବା ପାଇଁ ସେଠାକୁ ଦୂତ ପଠାଇଲେ; ଆଉ ସେ ବିନାଶ କରିବାକୁ ଉଦ୍ୟତ ହେବା ସମୟରେ ସଦାପ୍ରଭୁ ଦୃଷ୍ଟିପାତ କଲେ ଓ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା! ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ତେବେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଠିଆ ହେଲା। ତହୁଁ ଦାଉଦ ଅନାଇ ସଦାପ୍ରଭୁଙ୍କ ଦୂତକୁ ପୃଥିବୀ ଓ ଆକାଶ ମଧ୍ୟରେ ଠିଆ ହୋଇ ଆପଣା ହସ୍ତରେ ନିଷ୍କୋଷ ଖଡ୍ଗ ଯିରୂଶାଲମ ଉପରେ ପ୍ରସାରିତ କରିଥିବାର ଦେଖିଲେ। ସେତେବେଳେ ଅଖାବସ୍ତ୍ର ପରିହିତ ଦାଉଦ ଓ ପ୍ରାଚୀନମାନେ ମୁହଁ ମାଡ଼ି ପଡ଼ିଲେ।

କାରଣ, ପ୍ରାନ୍ତରରେ ମୋଶାଙ୍କ ନିର୍ମିତ ସଦାପ୍ରଭୁଙ୍କ ଆବାସ ଓ ହୋମବଳିର ବେଦି ସେହି ସମୟରେ ଗିବୀୟୋନ୍‍ସ୍ଥ ଉଚ୍ଚସ୍ଥଳୀରେ ଥିଲା। ମାତ୍ର, ଦାଉଦ ପରମେଶ୍ୱରଙ୍କୁ ପଚାରିବା ପାଇଁ ତହିଁ ସମ୍ମୁଖକୁ ଯାଇ ପାରିଲେ ନାହିଁ; କାରଣ, ସେ ସଦାପ୍ରଭୁଙ୍କ ଦୂତର ଖଡ୍ଗ ସକାଶୁ ଭୀତ ହୋଇଥିଲେ।

ଆଉ ସେ ମହାପବିତ୍ର ଗୃହରେ ପିତୁଳା କର୍ମର ଦୁଇ କିରୂବ ନିର୍ମାଣ କଲେ ଓ ସେମାନେ ତାହା ସୁବର୍ଣ୍ଣରେ ମଡ଼ାଇଲେ। ଏହି କିରୂବମାନଙ୍କର ପକ୍ଷ କୋଡ଼ିଏ ହାତ ଦୀର୍ଘ ଥିଲା; ଏକ କିରୂବର ପକ୍ଷ ପାଞ୍ଚ ହାତ ଥାଇ ଗୃହର କାନ୍ଥକୁ ସ୍ପର୍ଶ କଲା ଓ ଅନ୍ୟ ପକ୍ଷ ସେହିପରି ପାଞ୍ଚ ହାତ ଥାଇ ଅନ୍ୟ କିରୂବର ପକ୍ଷକୁ ସ୍ପର୍ଶ କଲା।

ସେହି କିରୂବମାନେ ସିନ୍ଦୁକ-ସ୍ଥାନ ଉପରେ ପକ୍ଷ ବିସ୍ତାର କରିଥିଲେ ଓ କିରୂବମାନେ ଉର୍ଦ୍ଧ୍ୱରୁ ସିନ୍ଦୁକ ଓ ତହିଁର ସାଙ୍ଗୀ ଆଚ୍ଛାଦନ କଲେ।

ଏଥିରେ ହିଜକୀୟ ରାଜା ଓ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ଏସକାଶୁ ପ୍ରାର୍ଥନା କରି ସ୍ୱର୍ଗ ଆଡ଼େ ଡାକ ପକାଇଲେ। ତହିଁରେ ସଦାପ୍ରଭୁ ଏକ ଦୂତ ପ୍ରେରଣ କରି ଅଶୂର ରାଜାର ଛାଉଣି ମଧ୍ୟରେ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଆଉ ପ୍ରଧାନ ଓ ସେନାପତିମାନଙ୍କୁ ଉଚ୍ଛିନ୍ନ କଲେ। ତହିଁରେ ସେ ଲଜ୍ଜିତମୁଖ ହୋଇ ଆପଣା ଦେଶକୁ ଫେରିଗଲା। ତହିଁ ଉତ୍ତାରେ ସେ ଆପଣା ଦେବ-ମନ୍ଦିରକୁ ଆସନ୍ତେ, ତାହାର କେତେକ ଔରସଜାତ ସେଠାରେ ତାହାକୁ ଖଡ୍ଗରେ ବଧ କଲେ।

କେବଳ ତୁମ୍ଭେ ହିଁ ସଦାପ୍ରଭୁ ଅଟ; ତୁମ୍ଭେ ସ୍ୱର୍ଗ, ସ୍ୱର୍ଗର ସ୍ୱର୍ଗ ଓ ତହିଁର ସମଗ୍ର ବାହିନୀ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ବସ୍ତୁ ନିର୍ମାଣ କରିଅଛ ଓ ତୁମ୍ଭେ ସେସବୁର ସ୍ଥିତି କରୁଅଛ ଓ ସ୍ୱର୍ଗୀୟ-ବାହିନୀ ତୁମ୍ଭକୁ ପ୍ରଣାମ କରନ୍ତି।

ଦିନକରେ ପରମେଶ୍ୱରଙ୍କ ଦୂତଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲା।

ପୁନର୍ବାର ଦିନକରେ ପରମେଶ୍ୱରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆସିଲା।

ଓ ପରମେଶ୍ୱରଙ୍କ ଦୂତଗଣ ଆନନ୍ଦରେ ଜୟଧ୍ୱନି କରିବା ବେଳେ କିଏ ତହିଁର କୋଣ ପ୍ରସ୍ତର ବସାଇଲା?

ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ? ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୁନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।

ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି।

ସେମାନେ ବାୟୁ ଆଗେ ତୁଷ ପରି ହେଉନ୍ତୁ ଓ ସଦାପ୍ରଭୁଙ୍କ ଦୂତ ସେମାନଙ୍କୁ ଘଉଡ଼ାଇ ଦେଉନ୍ତୁ। ସେମାନଙ୍କ ପଥ ଅନ୍ଧକାରମୟ ଓ ଖସଡ଼ା ହେଉ, ପୁଣି, ସଦାପ୍ରଭୁଙ୍କ ଦୂତ ସେମାନଙ୍କ ପଛେ ଗୋଡ଼ାଉନ୍ତୁ। ଯେହେତୁ ସେମାନେ ଅକାରଣରେ ମୋ’ ପାଇଁ ଗର୍ତ୍ତ ମଧ୍ୟରେ ଜାଲ ଲୁଚାଇ ଅଛନ୍ତି, ସେମାନେ ଅକାରଣରେ ମୋ’ ପାଇଁ ଖାତ ଖୋଳି ଅଛନ୍ତି।

ପରମେଶ୍ୱରଙ୍କର ରଥ ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ; ଯେପରି ପ୍ରଭୁ ଆପଣା ପବିତ୍ର ସ୍ଥାନ ସୀନୟରେ, ସେପରି ସେସବୁର ମଧ୍ୟରେ ଅଛନ୍ତି।

ଆଉ, ସେ ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା ବର୍ଷାଇଲେ ଓ ସେମାନଙ୍କୁ ସ୍ୱର୍ଗର ଶସ୍ୟ ପ୍ରଦାନ କଲେ। ପରାକ୍ରମୀଗଣର ଆହାର ମନୁଷ୍ୟ ଭୋଜନ କଲା; ସେ ସେମାନଙ୍କ ତୃପ୍ତି ପର୍ଯ୍ୟନ୍ତ ଭକ୍ଷ୍ୟ ପଠାଇଲେ।

ସେ ଆପଣା କ୍ରୋଧର ପ୍ରଚଣ୍ଡତା, କୋପ ଓ ରୋଷ ଓ ସଙ୍କଟରୂପ ଅନିଷ୍ଟର ଦୂତଦଳ ସେମାନଙ୍କ ବିରୁଦ୍ଧରେ ପଠାଇଲେ।

କାରଣ ସେ ତୁମ୍ଭର ସବୁ ଗତିରେ ତୁମ୍ଭକୁ ରକ୍ଷା କରିବା ପାଇଁ ଆପଣା ଦୂତଗଣକୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ। ତୁମ୍ଭ ଚରଣ ଯେପରି ପଥରରେ ନ ବାଜିବ, ଏଥିପାଇଁ ସେମାନେ ସ୍ୱହସ୍ତରେ ତୁମ୍ଭକୁ ବହିବେ।

ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ।

ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରାନ୍ତ ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର। ହେ ସଦାପ୍ରଭୁଙ୍କର ପରିଚାରକ ଓ ତାହାଙ୍କ ଅଭିମତସାଧକ ସୈନ୍ୟ ସକଳ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।

ତୁମ୍ଭେ ବାୟୁକୁ ଆପଣାର ଦୂତ କର; ଅଗ୍ନିଶିଖାକୁ ଆପଣାର ପରିଚାରକ କର।

ହେ ତାହାଙ୍କର ଦୂତ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ତାହାଙ୍କର ସୈନ୍ୟ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।

ଉଷୀୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା। ତାହାଙ୍କ ନିକଟରେ ସରାଫଗଣ ଠିଆ ହେଲେ; ସେ ପ୍ରତ୍ୟେକର ଛଅ ଛଅ ପକ୍ଷ ଥିଲା; ପ୍ରତ୍ୟେକେ ଦୁଇ ପକ୍ଷରେ ଆପଣା ଆପଣା ମୁଖ ଆଚ୍ଛାଦନ କଲେ, ଦୁଇ ପକ୍ଷରେ ଚରଣ ଆଚ୍ଛାଦନ କଲେ ଓ ଦୁଇ ପକ୍ଷରେ ଉଡ଼ିଲେ। ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।” ସେତେବେଳେ ଘୋଷଣାକାରୀର ରବରେ ଦ୍ୱାର ସମ୍ମୁଖ ସ୍ଥାନର ମୂଳଦୁଆ କମ୍ପିତ ହେଲା ଓ ମନ୍ଦିର ଧୂମରେ ପରିପୂର୍ଣ୍ଣ ହେଲା। ତେବେ ମୁଁ କହିଲି, “ହାୟ ହାୟ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି!” ଏଥିଉତ୍ତାରେ ସେହି ସରାଫଗଣ ମଧ୍ୟରୁ ଏକ ଜଣ ମୋ’ ନିକଟକୁ ଉଡ଼ି ଆସିଲେ, ତାଙ୍କ ହସ୍ତରେ ଖଣ୍ଡେ ଜ୍ୱଳନ୍ତ ଅଙ୍ଗାର ଥିଲା, ସେ ଯଜ୍ଞବେଦିରୁ ଚିମୁଟା ଦ୍ୱାରା ତାହା ନେଇ ଥିଲେ; ପୁଣି, ସେ ତଦ୍ଦ୍ୱାରା ମୋର ମୁଖ ସ୍ପର୍ଶ କରି କହିଲେ, “ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା।”

“ହେ କିରୂବଗଣ ଉପରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।

କାରଣ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରକୁ ରକ୍ଷା କରିବା ପାଇଁ ସପକ୍ଷ ହେବା।” ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ।

ଏଥିଉତ୍ତାରେ ମୁଁ ଦୃଷ୍ଟି କଲି, ଆଉ ଦେଖ, ଉତ୍ତର ଦିଗରୁ ଘୂର୍ଣ୍ଣି ବାୟୁ ବୃହତ୍ ମେଘ ଓ ଜାଜ୍ୱଲ୍ୟମାନ ଅଗ୍ନି ଆସିଲା, ଆଉ ତାହାର ଚତୁର୍ଦ୍ଦିଗରେ ତେଜ ଓ ତହିଁରେ ମଧ୍ୟସ୍ଥାନରେ ଅଗ୍ନିର ମଧ୍ୟବର୍ତ୍ତୀ ଉତ୍ତପ୍ତ ଧାତୁର ନ୍ୟାୟ ପ୍ରଭା ଥିଲା। ପୁଣି, ତହିଁ ମଧ୍ୟରୁ ଜୀବିତ ଚାରି ପ୍ରାଣୀର ମୂର୍ତ୍ତି ପ୍ରକାଶ ପାଇଲା। ସେମାନଙ୍କର ଆକୃତି ମନୁଷ୍ୟ ପରି ଥିଲା। ଆଉ, ପ୍ରତ୍ୟେକର ଚାରି ଚାରି ମୁଖ ଓ ପ୍ରତ୍ୟେକର ଚାରି ଚାରି ପକ୍ଷ ଥିଲା। ସେମାନଙ୍କର ପାଦ ସଳଖ, ଆଉ ସେମାନଙ୍କ ପାଦର ତଳିପା ଗୋବତ୍ସର ତଳିପାର ତୁଲ୍ୟ; ଆଉ, ସେମାନେ ପରିଷ୍କୃତ ପିତ୍ତଳ ପରି ଝଟକିଲେ। ଆଉ, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ପକ୍ଷ ତଳେ ମନୁଷ୍ୟର ହସ୍ତ ତୁଲ୍ୟ ହସ୍ତ ଥିଲା; ପୁଣି, ସେହି ଚାରି ପ୍ରାଣୀର ମୁଖ ଓ ସେମାନଙ୍କର ପକ୍ଷ ଏହି ପ୍ରକାର ଥିଲା, ଯଥା; ସେମାନଙ୍କର ପକ୍ଷ ପରସ୍ପର ସଂଯୁକ୍ତ; ସେମାନେ ଗମନ କରିବା ବେଳେ ପଛକୁ ଫେରିଲେ ନାହିଁ; ମାତ୍ର ପ୍ରତ୍ୟେକେ ସମ୍ମୁଖ ପ୍ରତି ଗମନ କଲେ। ସେମାନଙ୍କ ମୁଖର ଆକୃତି ଏହିରୂପ, ଯଥା ସେମାନଙ୍କର ଗୋଟିଏ ମନୁଷ୍ୟର ମୁଖ ଥିଲା; ଆଉ, ଡାହାଣ ପାର୍ଶ୍ୱରେ ଚାରି ପ୍ରାଣୀର ସିଂହ ମୁଖ ଓ ବାମ ପାର୍ଶ୍ୱରେ ଚାରି ପ୍ରାଣୀର ଗୋରୁର ମୁଖ ଥିଲା; ସେହି ଚାରି ପ୍ରାଣୀର ମଧ୍ୟ ଉତ୍କ୍ରୋଶ ପକ୍ଷୀର ମୁଖ ଥିଲା। ପୁଣି, ଉପର ଭାଗରେ ସେମାନଙ୍କର ମୁଖ ଓ ପକ୍ଷ ବିଭିନ୍ନ ଥିଲା; ପ୍ରତ୍ୟେକର ଦୁଇ ଦୁଇ ପକ୍ଷ ପରସ୍ପର ସଂଯୁକ୍ତ ଥିଲା ଓ ଦୁଇ ଦୁଇ ପକ୍ଷ ସେମାନଙ୍କର ଶରୀର ଆଚ୍ଛାଦନ କଲା। ପୁଣି, ସେମାନେ ପ୍ରତ୍ୟେକେ ସମ୍ମୁଖପ୍ରତି ଗମନ କଲେ; ଯେଉଁଆଡ଼େ ଯିବାକୁ ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା ହେଲା, ସେହିଆଡ଼େ ସେମାନେ ଗମନ କଲେ; ଗମନ ସମୟରେ ସେମାନେ ଫେରିଲେ ନାହିଁ। ଏହି ଜୀବିତ ପ୍ରାଣୀମାନଙ୍କ ଆକୃତି ପ୍ରଜ୍ୱଳିତ ଅଙ୍ଗାର ଓ ମଶାଲ ସଦୃଶ ଥିଲା; ତାହା ଜୀବିତ ପ୍ରାଣୀମାନଙ୍କ ମଧ୍ୟରେ ଗମନାଗମନ କଲା ଓ ସେହି ଅଗ୍ନି ତେଜୋମୟ ଓ ସେହି ଅଗ୍ନିରୁ ବିଦ୍ୟୁତ ନିର୍ଗତ ହେଲା। ପୁଣି, ସେହି ଜୀବିତ ପ୍ରାଣୀଗଣ ବିଦ୍ୟୁତର ଆଭା ସଦୃଶ ଦୌଡ଼ିଲେ ଓ ଫେରିଲେ।

ମୁଁ ସେହି ଜୀବିତ ପ୍ରାଣୀମାନଙ୍କୁ ଦର୍ଶନ କଲା ବେଳେ, ଦେଖ, ସେହି ଜୀବିତ ପ୍ରାଣୀମାନଙ୍କ ପାର୍ଶ୍ୱରେ ସେମାନଙ୍କ ଚାରି ମୁଖର ପ୍ରତ୍ୟେକର ପାଇଁ ଭୂମି ଉପରେ ଗୋଟିଏ ଗୋଟିଏ ଚକ୍ର ଥିଲା। ସେହି ଚାରି ଚକ୍ରର ଆକୃତି ଓ ରଚନା ବୈଦୁର୍ଯ୍ୟମଣିର ଆଭା ତୁଲ୍ୟ ଓ ଚାରିର ରୂପ ଏକ ପ୍ରକାର; ପୁଣି, ସେମାନଙ୍କର ଆକୃତି ଓ ରଚନା ଚକ୍ର ମଧ୍ୟରେ ଚକ୍ର ପରି ଥିଲା। ଗମନ କଲା ବେଳେ ସେହି ଚାରି ଚକ୍ର ଆପଣା ଆପଣାର ଚାରି ପାର୍ଶ୍ୱରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ। ସେମାନଙ୍କର ଘେର ଉଚ୍ଚ ଓ ଭୟଙ୍କର; ପୁଣି, ସେମାନଙ୍କର ସେହି ଚାରି ଘେରର ଚତୁର୍ଦ୍ଦିଗ ଚକ୍ଷୁରେ ପରିପୂର୍ଣ୍ଣ ଥିଲା। ଆଉ, ସେହି ଜୀବିତ ପ୍ରାଣୀମାନେ ଗମନ କରିବା ବେଳେ ସେହି ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଚଳିଲେ; ପୁଣି, ଜୀବିତ ପ୍ରାଣୀମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ଚକ୍ରସବୁ ମଧ୍ୟ ଉତ୍ଥାପିତ ହେଲେ। ଯେକୌଣସି ସ୍ଥାନକୁ ଯିବାର ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା, ସେସ୍ଥାନକୁ ସେମାନେ ଗଲେ; ଗମନ କରିବାକୁ ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା ହେଲେ ସେମାନଙ୍କ ପାର୍ଶ୍ୱରେ ଚକ୍ରସବୁ ଉଠିଲେ; କାରଣ ଜୀବିତ ପ୍ରାଣୀର ପରମେଶ୍ୱରଙ୍କ ଆତ୍ମା ଚକ୍ରରେ ଥିଲା। ସେମାନେ ଗମନ କଲା ବେଳେ ଏମାନେ ଗମନ କଲେ ଓ ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ଆଉ, ସେମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ସେମାନଙ୍କ ପାର୍ଶ୍ୱରେ ଚକ୍ରସବୁ ଉତ୍ଥାପିତ ହେଲେ; କାରଣ ଜୀବିତ ପ୍ରାଣୀର ପରମେଶ୍ୱରଙ୍କ ଆତ୍ମା ଚକ୍ରରେ ଥିଲା।

ପୁଣି, ସେହି ଜୀବିତ ପ୍ରାଣୀର ମସ୍ତକ ଉପରେ ଶୂନ୍ୟର ଏକ ଆକୃତି ଥିଲା, ତାହା ଭୟଙ୍କର ସ୍ପଟିକ ତୁଲ୍ୟ ଆଭାବିଶିଷ୍ଟ ହୋଇ ସେମାନଙ୍କ ମସ୍ତକର ଉର୍ଦ୍ଧ୍ୱରେ ବିସ୍ତାରିତ ଥିଲା। ଆଉ, ସେହି ଶୂନ୍ୟର ତଳେ ସେମାନଙ୍କର ପକ୍ଷସବୁ ପରସ୍ପର ପ୍ରତି ପ୍ରସାରିତ ହୋଇ ସମାନ ଥିଲା; ପ୍ରତ୍ୟେକର ଶରୀର ଆଚ୍ଛାଦନ କରିବା ପାଇଁ ଏପାଖରେ ଦୁଇ ଓ ପ୍ରତ୍ୟେକର ଗାତ୍ର ଆଚ୍ଛାଦନ କରିବା ପାଇଁ ସେପାଖରେ ଦୁଇ ପକ୍ଷ ଥିଲା। ଆଉ, ସେମାନେ ଗମନ କରିବା ବେଳେ ମୁଁ ସେମାନଙ୍କ ପକ୍ଷୀର ଶବ୍ଦ ଶୁଣିଲି, ତାହା ମହା ଜଳରାଶିର କଲ୍ଲୋଳ ତୁଲ୍ୟ, ସର୍ବଶକ୍ତିମାନଙ୍କର ରବ ତୁଲ୍ୟ, ସୈନ୍ୟଦଳର ଶବ୍ଦ ତୁଲ୍ୟ କୋଳାହଳ ଶବ୍ଦ; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ। ପୁଣି, ସେମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟର ଉପରେ ଏକ ରବ ହେଲା; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ।

ପୁଣି, ସେହି ଜୀବିତ ପ୍ରାଣୀମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କରନ୍ତେ, ମୁଁ ତହିଁର ଶବ୍ଦ ଓ ସେମାନଙ୍କ ପାର୍ଶ୍ୱସ୍ଥ ଚକ୍ରର ଶବ୍ଦ, ଏହି ମହା ଖରତର ଶବ୍ଦ ଶୁଣିଲି।

ସେତେବେଳେ ମୁଁ ଅନାଇଲି, ଆଉ ଦେଖ, କିରୂବମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟମଣ୍ଡଳରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ତୁଲ୍ୟ ଆକୃତି ସେମାନଙ୍କ ଉପରେ ଦେଖାଗଲା। ପୁଣି, ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ କହିଲେ, “ତୁମ୍ଭେ ସେହି ଘୂର୍ଣ୍ଣାୟମାନ ଚକ୍ରମାନର ମଧ୍ୟସ୍ଥାନକୁ, ଅର୍ଥାତ୍‍, କିରୂବର ତଳକୁ ଯାଇ, କିରୂବମାନର ମଧ୍ୟସ୍ଥାନରୁ ଏକ ଅଞ୍ଜଳିପୂର୍ଣ୍ଣ ଜ୍ୱଳନ୍ତ ଅଙ୍ଗାର ନେଇ ନଗର ଉପରେ ବିଞ୍ଚି ଦିଅ।” ତହିଁରେ ସେ ବ୍ୟକ୍ତି ମୋ’ ସାକ୍ଷାତରେ ଗଲେ। ସେହି ପୁରୁଷ ଯିବା ସମୟରେ କିରୂବମାନେ ଗୃହର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିଲେ ଓ ମେଘ ଭିତର ପ୍ରାଙ୍ଗଣକୁ ପରିପୂର୍ଣ୍ଣ କଲା। ପୁଣି, ସଦାପ୍ରଭୁଙ୍କର ପ୍ରତାପ କିରୂବର ଉପରରୁ ଉଠି ଗୃହର ଏରୁଣ୍ଡିର ଉପରେ ଠିଆ ହେଲା; ତହିଁରେ ଗୃହ ମେଘରେ ପରିପୂର୍ଣ୍ଣ ହେଲା ଓ ପ୍ରାଙ୍ଗଣ ସଦାପ୍ରଭୁଙ୍କ ପ୍ରତାପର ତେଜରେ ପରିପୂର୍ଣ୍ଣ ହେଲା। ଆଉ, ସର୍ବଶକ୍ତିମାନ ପରମେଶ୍ୱରଙ୍କର କଥା କହିବା ସମୟର ରବ ତୁଲ୍ୟ କିରୂବମାନଙ୍କ ପକ୍ଷୀର ଶବ୍ଦ ବାହାର ପ୍ରାଙ୍ଗଣ ପର୍ଯ୍ୟନ୍ତ ଶୁଣାଗଲା। ପୁଣି, ତୁମ୍ଭେ ଘୂର୍ଣ୍ଣାୟମାନ ଚକ୍ର ମଧ୍ୟରୁ, ଅର୍ଥାତ୍‍, କିରୂବଗଣର ମଧ୍ୟସ୍ଥାନରୁ ଅଗ୍ନି ନିଅ, ଏହି କଥା କହି ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ ଆଜ୍ଞା କଲା ବେଳେ ସେହି ପୁରୁଷ ଯାଇ ଗୋଟିଏ ଚକ୍ର ପାର୍ଶ୍ୱରେ ଠିଆ ହେଲେ। ତହିଁରେ ସେହି କିରୂବ, କିରୂବମାନଙ୍କ ମଧ୍ୟରୁ, କିରୂବମାନଙ୍କର ମଧ୍ୟସ୍ଥିତ ଅଗ୍ନିକୁ ଆପଣା ହସ୍ତ ବଢ଼ାଇ ତହିଁରୁ କିଛି ନେଇ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷଙ୍କ ହସ୍ତରେ ଦେଲେ ଓ ସେ ତାହା ନେଇ ବାହାରକୁ ଗଲେ। ଆଉ, କିରୂବମାନଙ୍କ ମଧ୍ୟରେ ସେମାନଙ୍କ ପକ୍ଷ ତଳେ ମାନବ ହସ୍ତର ଏକ ଆକୃତି ଦେଖାଗଲା।

ପୁଣି, ମୁଁ ଅନାଇଲି, ଆଉ ଦେଖ, ଏକ କିରୂବର ପାର୍ଶ୍ୱରେ ଏକ ଚକ୍ର ଓ ଅନ୍ୟ କିରୂବର ପାର୍ଶ୍ୱରେ ଅନ୍ୟ ଚକ୍ର, ଏହିରୂପ କିରୂବମାନଙ୍କ ପାର୍ଶ୍ୱରେ ଚାରି ଚକ୍ର ଥିଲା; ଆଉ, ସେହି ଚକ୍ରମାନର ଆଭା ବୈଦୁର୍ଯ୍ୟ ମଣିର ଆଭା ତୁଲ୍ୟ ଥିଲା। ସେମାନଙ୍କର ଆକୃତି ଏହି, ଚକ୍ର ମଧ୍ୟରେ ଚକ୍ର ଥିଲା ପରି ସେହି ଚାରିର ଏକ ଆକୃତି ଥିଲା। ଗମନ କରିବା ବେଳେ ସେମାନେ ଆପଣାମାନଙ୍କର ଚାରି ପାର୍ଶ୍ୱରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ, ମାତ୍ର ମସ୍ତକର ସମ୍ମୁଖ ସ୍ଥାନକୁ ତାହାର ପଶ୍ଚାତରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ। ପୁଣି, ସେମାନଙ୍କର ସମୁଦାୟ ଶରୀର, ସେମାନଙ୍କର ପୃଷ୍ଠ, ହସ୍ତ ଓ ପକ୍ଷ, ଆଉ ଚକ୍ରସବୁ, ଅର୍ଥାତ୍‍, ସେହି ଚାରି ଚକ୍ର ଚାରିଆଡ଼େ ଚକ୍ଷୁରେ ପୂର୍ଣ୍ଣ ଥିଲା। ଆଉ, ମୋ’ କର୍ଣ୍ଣଗୋଚରରେ ସେହି ଚକ୍ରମାନଙ୍କୁ ଘୂର୍ଣ୍ଣାୟମାନ ଚକ୍ର ବୋଲି କୁହାଗଲା। ପୁଣି, ପ୍ରତ୍ୟେକର ଚାରି ମୁଖ ଥିଲା; ପ୍ରଥମ ମୁଖ କିରୂବର ମୁଖ, ଦ୍ୱିତୀୟର ମୁଖ ମନୁଷ୍ୟର ମୁଖ, ତୃତୀୟ ସିଂହର ମୁଖ ଓ ଚତୁର୍ଥ ଉତ୍କ୍ରୋଶ ପକ୍ଷୀର ମୁଖ। ଆଉ, କିରୂବଗଣ ଊର୍ଦ୍ଧ୍ୱକୁ ଉଠିଲେ। ମୁଁ କବାର ନଦୀ ତୀରରେ ଯେଉଁ ଜୀବିତ ପ୍ରାଣୀକୁ ଦେଖିଥିଲି, ସେ ଏହି। କିରୂବମାନେ ଗମନ କରିବା ବେଳେ ଚକ୍ରସବୁ ସେମାନଙ୍କର ପାର୍ଶ୍ୱରେ ଗମନ କଲେ: ପୁଣି, କିରୂବମାନେ ଭୂମିରୁ ଊର୍ଦ୍ଧ୍ୱକୁ ଯିବା ପାଇଁ ଯେତେବେଳେ ଆପଣା ଆପଣା ପକ୍ଷ ଉଠାଇଲେ, ସେତେବେଳେ ଚକ୍ରସବୁ ହିଁ ସେମାନଙ୍କ ପାର୍ଶ୍ଵ ଛାଡ଼ିଲେ ନାହିଁ। ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ପୁଣି, ସେମାନେ ଉପରକୁ ଉଠିବା ବେଳେ ଏମାନେ ସେମାନଙ୍କର ସଙ୍ଗେ ସଙ୍ଗେ ଉପରକୁ ଉଠିଲେ; କାରଣ ସେହି ଜୀବିତ ପ୍ରାଣୀର ଆତ୍ମା ସେହି ଚକ୍ରସବୁରେ ଥିଲା।

ଏଥିଉତ୍ତାରେ ସଦାପ୍ରଭୁଙ୍କ ପ୍ରତାପ ଗୃହର ଏରୁଣ୍ଡିର ଊର୍ଦ୍ଧ୍ୱରୁ ପ୍ରସ୍ଥାନ କରି କିରୂବମାନଙ୍କ ଉପରେ ଅଧିଷ୍ଠାନ କଲା। ତହିଁରେ କିରୂବମାନେ ଆପଣା ଆପଣା ପକ୍ଷ ଉଠାଇଲେ, ଆଉ ମୋ’ ସାକ୍ଷାତରେ ଭୂମିରୁ ଊର୍ଦ୍ଧ୍ୱକୁ ଗମନ କଲା ବେଳେ ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଗମନ କଲେ; ପୁଣି, ସଦାପ୍ରଭୁଙ୍କ ଗୃହର ପୂର୍ବ-ଦ୍ୱାରର ପ୍ରବେଶ-ସ୍ଥାନରେ ସେମାନେ ଠିଆ ହେଲେ; ସେହି ସମୟରେ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ସେମାନଙ୍କ ଉପରେ ବିଦ୍ୟମାନ ଥିଲା। ମୁଁ କବାର ନଦୀ ନିକଟରେ ଇସ୍ରାଏଲର ପରମେଶ୍ୱରଙ୍କର ବାହନ ଏହି ଜୀବିତ ପ୍ରାଣୀକୁ ଦେଖିଥିଲି; ଆଉ, ସେମାନେ କିରୂବ ବୋଲି ମୁଁ ଜାଣିଲି। ସେମାନଙ୍କର ପ୍ରତ୍ୟେକର ଚାରି ଚାରି ମୁଖ ଓ ଚାରି ଚାରି ପକ୍ଷ ଥିଲା; ଆଉ, ସେମାନଙ୍କ ପକ୍ଷ ତଳେ ମାନବ ହସ୍ତର ଆକୃତି ଥିଲା। ପୁଣି, ମୁଁ କବାର ନଦୀ ନିକଟରେ ଯେଉଁ ଯେଉଁ ମୁଖ ଦେଖିଥିଲି, ସେମାନଙ୍କର ଓ ଏମାନଙ୍କର ମୁଖର ଆକୃତି ଏକ, ସେମାନଙ୍କର ଆକୃତି ଓ ସେମାନେ ଏକ ଅଟନ୍ତି; ସେମାନେ ପ୍ରତ୍ୟେକେ ସମ୍ମୁଖ ଆଡ଼େ ଗମନ କଲେ।

ଏଥିଉତ୍ତାରେ କିରୂବଗଣ ଆପଣା ଆପଣା ପକ୍ଷଗୁଡିକ ଉଠାଇଲେ, ଆଉ ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଥିଲା; ଆଉ, ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତାପ ସେମାନଙ୍କ ଉର୍ଦ୍ଧ୍ୱରେ ବିଦ୍ୟମାନ ଥିଲା।

ପୁଣି ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ, ଏହି ତିନି ଜଣ ବନ୍ଧା ହୋଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ପଡ଼ିଲେ। ଏଥିରେ ରାଜା ନବୂଖଦ୍‍ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲା। ସେ ଆପଣା ମନ୍ତ୍ରୀମାନଙ୍କୁ କହିଲା, ଆମ୍ଭେମାନେ କି ତିନି ଲୋକଙ୍କୁ ବାନ୍ଧି ଅଗ୍ନି ମଧ୍ୟରେ ପକାଇ ନ ଥିଲୁ? ସେମାନେ ରାଜାକୁ ଉତ୍ତର କରି କହିଲେ, ସତ୍ୟ ମହାରାଜ। ରାଜା ଉତ୍ତର କରି କହିଲା, ଦେଖ, ମୁଁ ଅଗ୍ନି ମଧ୍ୟରେ ଗମନ କରିବାର ଚାରି ମୁକ୍ତ ଲୋକ ଦେଖୁଅଛି ଓ ସେମାନଙ୍କର କୌଣସି କ୍ଷତି ହୋଇ ନାହିଁ; ପୁଣି, ଚତୁର୍ଥ ଲୋକର ମୂର୍ତ୍ତି ପରମେଶ୍ୱରଙ୍କ ପୁତ୍ର ସଦୃଶ୍ୟ। ସେତେବେଳେ ନବୂଖଦ୍‍ନିତ୍ସର ପ୍ରଜ୍ୱଳିତ ଅଗ୍ନିକୁଣ୍ଡର ମୁଖ ନିକଟକୁ ଯାଇ କହିଲା, ହେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଦାସ, ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ, ତୁମ୍ଭେମାନେ ବାହାର ହୋଇ ଏଠାକୁ ଆସ। ତହିଁରେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ ଅଗ୍ନି ମଧ୍ୟରୁ ବାହାର ହୋଇ ଆସିଲେ। ପୁଣି, କ୍ଷିତିପାଳ, ରାଜପ୍ରତିନିଧି ଓ ଦେଶାଧ୍ୟକ୍ଷ ଓ ରାଜମନ୍ତ୍ରୀମାନେ ଏକତ୍ର ହୋଇ ସେହି ତିନି ଜଣଙ୍କୁ ଅନାଇ ଦେଖିଲେ ଯେ, ଅଗ୍ନି ସେମାନଙ୍କର ଶରୀର ଉପରେ କିଛି ହିଁ ଶକ୍ତି ପ୍ରକାଶ କରି ନାହିଁ, କିଅବା ସେମାନଙ୍କ ମସ୍ତକର କେଶ ହିଁ କିଛି ଦଗ୍ଧ ହୋଇ ନାହିଁ, ଅଥବା ସେମାନଙ୍କର ପାୟଜାମା ବିକୃତ ହୋଇ ନାହିଁ, କିଅବା ସେମାନଙ୍କ ଶରୀରରେ ଅଗ୍ନିର ଗନ୍ଧ ନାହିଁ। ନବୂଖଦ୍‍ନିତ୍ସର କହିଲା, ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।

ମୁଁ ଶଯ୍ୟା ଉପରେ ମୋ’ ମନର ଦର୍ଶନକ୍ରମେ ଦେଖିଲି, ଆଉ ଦେଖ, ଏକ ପ୍ରହରୀ ଓ ପବିତ୍ର ପୁରୁଷ ସ୍ୱର୍ଗରୁ ଓହ୍ଲାଇ ଆସିଲେ।

ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟଗଣର ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ନୀଚତମ ଲୋକକୁ ତହିଁ ଉପରେ ନିଯୁକ୍ତ କରନ୍ତି, ଜୀବିତ ଲୋକମାନେ ଯେପରି ଏହା ଜାଣିବେ, ଏଥିପାଇଁ ଏହି ବାକ୍ୟ ପ୍ରହରୀଗଣର ଆଦେଶରେ ଓ ଏହି ଦାବୀ ପବିତ୍ରଗଣର ବାକ୍ୟ ଦ୍ୱାରା ହୋଇଅଛି।

ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କ ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି; କାରଣ ତାହାଙ୍କ ଛାମୁରେ ମୋର ନିର୍ଦ୍ଦୋଷତା ଦେଖାଗଲା; ପୁଣି, ହେ ମହାରାଜ, ମୁଁ ଆପଣଙ୍କ ସାକ୍ଷାତରେ ହିଁ କୌଣସି କ୍ଷତି କରି ନାହିଁ।

ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାରସଭା ବସିଲା ଓ ପୁସ୍ତକମାନ ଫିଟାଗଲା।

ପୁଣି, ଉଳୟ ନଦୀ ମଧ୍ୟରୁ ମୁଁ ମନୁଷ୍ୟର ରବ ଶୁଣିଲି, ସେ ଡାକି କହିଲେ, ହେ ଗାବ୍ରିଏଲ, ଏହି ମନୁଷ୍ୟକୁ ଦର୍ଶନର ତାତ୍ପର୍ଯ୍ୟ ବୁଝାଇ ଦିଅ। ତହିଁରେ ମୁଁ ଯେଉଁ ସ୍ଥାନରେ ଠିଆ ହୋଇଥିଲି, ସେହି ସ୍ଥାନର ନିକଟକୁ ସେ ଆସିଲେ; ପୁଣି, ସେ ଆସନ୍ତେ, ମୁଁ ଭୀତ ହେଲି ଓ ମୁହଁ ମାଡ଼ି ପଡ଼ିଲି; ମାତ୍ର ସେ ମୋତେ କହିଲେ, ହେ ମନୁଷ୍ୟ ସନ୍ତାନ, ବୁଝ; କାରଣ ଏହି ଦର୍ଶନ ଶେଷ କାଳ ବିଷୟକ।

ଏପରି ମୁଁ ପ୍ରାର୍ଥନା କରି କଥା କହୁ କହୁ ଆଦ୍ୟରେ ଦର୍ଶନରେ ମୁଁ ଯାହାଙ୍କୁ ଦେଖିଥିଲି, ସେହି ପୁରୁଷ ଗାବ୍ରିଏଲ ଶୀଘ୍ର ଉଡ଼ିବା ପାଇଁ ଆଦେଶପ୍ରାପ୍ତ ହୋଇ ପ୍ରାୟ ସନ୍ଧ୍ୟାକାଳୀନ ନୈବେଦ୍ୟ ସମୟରେ ଆସି ମୋତେ ସ୍ପର୍ଶ କଲେ। ପୁଣି, ସେ ମୋତେ ଶିକ୍ଷା ଦେଲେ ଓ ମୋ’ ସଙ୍ଗେ କଥାବାର୍ତ୍ତା କରି କହିଲେ, ହେ ଦାନିୟେଲ, ମୁଁ ଏବେ ତୁମ୍ଭକୁ ବୁଦ୍ଧିର କୌଶଳ ଦେବାକୁ ଆସିଲି।

ଏଥିରେ ଦେଖ, ଏକ ହସ୍ତ ସ୍ପର୍ଶ କରି ମୋତେ ଆଣ୍ଠୁ ଓ ହସ୍ତ ପାପୁଲିରେ ନିର୍ଭର କରାଇଲା। ପୁଣି, ସେ ମୋତେ କହିଲେ, ହେ ଅତ୍ୟନ୍ତ ପ୍ରିୟପାତ୍ର ଦାନିୟେଲ, ଆମ୍ଭେ ତୁମ୍ଭଙ୍କୁ ଯେଉଁ ଯେଉଁ ବାକ୍ୟ କହୁ, ତାହା ବୁଝ ଓ ସିଧା ହୋଇ ଠିଆ ହୁଅ; କାରଣ ଏବେ ଆମ୍ଭେ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛୁ; ସେ ମୋତେ ଏହି କଥା କହିବାରୁ ମୁଁ କମ୍ପି କମ୍ପି ଠିଆ ହେଲି। ଏଥିରେ ସେ ମୋତେ କହିଲେ, ହେ ଦାନିୟେଲ, ଭୟ କର ନାହିଁ; କାରଣ ତୁମ୍ଭେ ଯେଉଁ ପ୍ରଥମ ଦିନରୁ ବୁଝିବା ପାଇଁ ଓ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାକୁ ନମ୍ର କରିବା ପାଇଁ ଆପଣା ମନୋନିବେଶ କଲ, ସେହି ଦିନଠାରୁ ତୁମ୍ଭର ବାକ୍ୟ ଶୁଣାଗଲା; ଆଉ, ତୁମ୍ଭର ବାକ୍ୟ ସକାଶୁ ଆମ୍ଭେ ଆସିଅଛୁ। ମାତ୍ର ପାରସ୍ୟ ରାଜ୍ୟର ଅଧିପତି ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭର ପ୍ରତିବାଧା କଲା; ମାତ୍ର ଦେଖ, ପ୍ରଧାନ ଅଧିପତିମାନଙ୍କର ମଧ୍ୟରୁ ମୀଖାୟେଲ ନାମରେ ଜଣେ ଆମ୍ଭର ସାହାଯ୍ୟ କରିବାକୁ ଆସିଲେ; ଆଉ, ଆମ୍ଭେ ସେହି ସ୍ଥାନରେ ପାରସ୍ୟର ରାଜାଗଣର ସଙ୍ଗରେ ରହିଲୁ। ଏବେ, ଶେଷ କାଳରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭକୁ ବୁଝାଇ ଦେବା ପାଇଁ ଆମ୍ଭେ ଆସିଅଛୁ; କାରଣ ଦର୍ଶନ ଆହୁରି ଅନେକ କାଳ ପର୍ଯ୍ୟନ୍ତ ଅଛି।

ସେ ମୋତେ ଏରୂପ କଥା କହିଲା ଉତ୍ତାରେ ମୁଁ ଭୂମି ଆଡ଼େ ମୁଖ କରି ଅବାକ୍‍ ହେଲି। ଏଥିରେ ଦେଖ, ମନୁଷ୍ୟ ସନ୍ତାନଗଣର ଆକୃତିବିଶିଷ୍ଟ ଏକ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ; ତହୁଁ ମୁଁ ଆପଣା ମୁଖ ଫିଟାଇ ମୋ’ ସମ୍ମୁଖରେ ଠିଆ ହେବା ବ୍ୟକ୍ତିଙ୍କୁ କହିଲି, ହେ ମୋର ପ୍ରଭୁ, ଏହି ଦର୍ଶନ ସକାଶୁ ମୋର ବେଦନା ମୋତେ ଆକ୍ରାନ୍ତ କରିଅଛି ଓ ମୁଁ କିଛିମାତ୍ର ବଳ ରକ୍ଷା କରି ପାରୁ ନାହିଁ। କାରଣ ମୋର ଏହି ପ୍ରଭୁଙ୍କର ଦାସ କିପ୍ରକାରେ ଏହି ମୋ’ ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରି ପାରେ? ସେହିକ୍ଷଣେ ମୋ’ଠାରେ କିଛି ବଳ ଅବା ମୋ’ ମଧ୍ୟରେ ଶ୍ୱାସ ରହିଲା ନାହିଁ। ସେତେବେଳେ ମନୁଷ୍ୟର ଆକୃତିବିଶିଷ୍ଟ ଜଣେ ଲୋକ ପୁନର୍ବାର ମୋତେ ସ୍ପର୍ଶ କରି ସବଳ କଲେ। ପୁଣି, ସେ କହିଲେ, “ହେ ଅତ୍ୟନ୍ତ ପ୍ରିୟପାତ୍ର ମନୁଷ୍ୟ, ଭୟ କର ନାହିଁ; ତୁମ୍ଭର ଶାନ୍ତି ହେଉ, ସବଳ ହୁଅ, ସବଳ ହୁଅ!” ସେ ମୋତେ ଏହା କହନ୍ତେ, ମୁଁ ସବଳ ହୋଇ କହିଲି, “ମୋର ପ୍ରଭୁ କୁହନ୍ତୁ କାରଣ ତୁମ୍ଭେ ମୋତେ ସବଳ କରିଅଛ।” ତହିଁରେ ସେ କହିଲେ, “ଆମ୍ଭେ କି ନିମନ୍ତେ ତୁମ୍ଭ ନିକଟକୁ ଆସିଅଛୁ, ତାହା କି ତୁମ୍ଭେ ଜାଣ? ଏବେ ଆମ୍ଭେ ପାରସ୍ୟର ଅଧିପତି ସଙ୍ଗେ ଯୁଦ୍ଧ କରିବା ପାଇଁ ଫେରିଯିବା; ଆଉ, ଆମ୍ଭେ ବାହାରିଲେ, ଦେଖ, ଗ୍ରୀସ୍‍ର ଅଧିପତି ଆସିବ। ମାତ୍ର ସତ୍ୟଗ୍ରନ୍ଥରେ ଯାହା ଲିଖିତ ଅଛି, ତାହା ଆମ୍ଭେ ତୁମ୍ଭଙ୍କୁ ଜଣାଇବୁ; ଏମାନଙ୍କ ବିରୁଦ୍ଧରେ ଆମ୍ଭର ସାହାଯ୍ୟ କରିବା ପାଇଁ ତୁମ୍ଭମାନଙ୍କର ଅଧିପତି ମୀଖାୟେଲ ବିନୁ ଆଉ କେହି ନାହାନ୍ତି।”

ସେହି ସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେହି ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର ସମୟ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେହି ସମୟରେ ଉଦ୍ଧାର ପାଇବେ।

ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର! ଦେଶନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ। ତାହା ତିମିର ଓ ଅନ୍ଧକାରମୟ ଦିନ, ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; ମହତୀ ଓ ବଳବତୀ ଏକ ଗୋଷ୍ଠୀ, ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ, କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ ପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ। ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛି ଓ ସେମାନଙ୍କ ପଶ୍ଚାତରେ ଅଗ୍ନିଶିଖା ଦଗ୍ଧ କରୁଅଛି; ସେମାନଙ୍କ ଆଗରେ ଦେଶ ଏଦନ ଉଦ୍ୟାନ ତୁଲ୍ୟ ଓ ସେମାନଙ୍କ ପଶ୍ଚାତରେ ତାହା ଧ୍ୱଂସିତ ପ୍ରାନ୍ତର; ଆଉ, ସେମାନଙ୍କଠାରୁ ରକ୍ଷାପ୍ରାପ୍ତ କେହି ନାହିଁ। ସେମାନଙ୍କର ଆକାର ଅଶ୍ୱଗଣର ଆକୃତି ତୁଲ୍ୟ ଓ ସେମାନେ ଅଶ୍ୱାରୋହୀଗଣର ତୁଲ୍ୟ ଦୌଡ଼ନ୍ତି। ପର୍ବତଗଣର ଶୃଙ୍ଗରେ ରଥସମୂହର ଶବ୍ଦ ତୁଲ୍ୟ ସେମାନେ କୁଦନ୍ତି, ନଡ଼ାଗ୍ରାସକାରୀ ଅଗ୍ନିଶିଖାର ଶବ୍ଦ ତୁଲ୍ୟ, ସେମାନେ ଯୁଦ୍ଧାର୍ଥେ ଶ୍ରେଣୀବଦ୍ଧ ବଳବତୀ ଗୋଷ୍ଠୀ ତୁଲ୍ୟ। ସେମାନଙ୍କ ସାକ୍ଷାତରେ ଗୋଷ୍ଠୀଗଣ ଯନ୍ତ୍ରଣାଯୁକ୍ତ; ସମସ୍ତଙ୍କର ମୁଖ ମଳିନ। ସେମାନେ ବୀରଗଣ ତୁଲ୍ୟ ଦୌଡ଼ନ୍ତି; ସେମାନେ ଯୋଦ୍ଧାଗଣ ତୁଲ୍ୟ ପ୍ରାଚୀର ଚଢ଼ନ୍ତି; ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି ଓ ସେମାନେ ଆପଣା ଆପଣା ଶ୍ରେଣୀ ଭଗ୍ନ କରନ୍ତି ନାହିଁ। ଅବା ସେମାନଙ୍କର ଏକ ଜଣ ଆର ଜଣକୁ ଠେଲନ୍ତି ନାହିଁ; ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି; ସେମାନେ ଅସ୍ତ୍ରଶସ୍ତ୍ର ମଧ୍ୟରେ ପେଲି ହୋଇ ପଶନ୍ତି ଓ ଆପଣା ଆପଣା ଯିବାର ପଥ ଛାଡ଼ନ୍ତି ନାହିଁ। ସେମାନେ ନଗର ଉପରେ କୁଦନ୍ତି; ସେମାନେ ନଗରର ପ୍ରାଚୀର ଉପରେ ଦୌଡ଼ନ୍ତି; ସେମାନେ ଗୃହ ଉପରେ ଚଢ଼ନ୍ତି; ସେମାନେ ଚୋର ପରି ଝରକା ବାଟେ ପ୍ରବେଶ କରନ୍ତି। ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; ଆକାଶମଣ୍ଡଳ ଥରଥର ହୁଏ; ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି। ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମନ୍ତ ସମ୍ମୁଖରେ ଆପଣା ରବ ଉଚ୍ଚାରଣ କରନ୍ତି; କାରଣ ତାହାଙ୍କର ଛାଉଣୀ ଅତି ବଡ଼; କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ। କାରଣ ସଦାପ୍ରଭୁଙ୍କର ଦିନ ମହତ୍‍ ଓ ଅତି ଭୟାନକ; ଆଉ କିଏ ତାହା ସହ୍ୟ କରି ପାରେ?

ମୁଁ ରାତ୍ରିକାଳରେ ଦେଖିଲି, ଆଉ ଦେଖ, ରକ୍ତବର୍ଣ୍ଣ ଅଶ୍ୱାରୋହୀ ଏକ ପୁରୁଷ ଓ ସେ ନିମ୍ନ ଭୂମିସ୍ଥ ମେହେନ୍ଦି ବୃକ୍ଷମାନର ମଧ୍ୟରେ ଠିଆ ହେଲେ; ଆଉ, ତାଙ୍କ ପଛରେ ରକ୍ତବର୍ଣ୍ଣ, ପାଣ୍ଡୁରବର୍ଣ୍ଣ ଓ ଶୁକ୍ଳବର୍ଣ୍ଣ ଅଶ୍ୱଗଣ ଥିଲେ। ଏଥିରେ ମୁଁ କହିଲି, “ହେ ମହାଶୟ, ଏସବୁ କଅଣ?” ତହିଁରେ ମୋ’ ସଙ୍ଗରେ କଥା କହୁଥିବା ଦୂତ ମୋତେ କହିଲେ, “ଏସବୁ କଅଣ, ଏହା ଆମ୍ଭେ ତୁମ୍ଭଙ୍କୁ ଜଣାଇବା।” ଏଥିରେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ପୁରୁଷ ଉତ୍ତର କରି କହିଲେ, “ପୃଥିବୀରେ ଏଣେତେଣେ ଗମନାଗମନ କରିବା ପାଇଁ ସଦାପ୍ରଭୁ ଏମାନଙ୍କୁ ପଠାଇ ଅଛନ୍ତି।” ସେତେବେଳେ ସେମାନେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ସଦାପ୍ରଭୁଙ୍କ ଦୂତକୁ ଉତ୍ତର କରି କହିଲେ, “ଆମ୍ଭେମାନେ ପୃଥିବୀର ଏଣେତେଣେ ଗମନାଗମନ କରିଅଛୁ, ଆଉ ଦେଖ, ସମୁଦାୟ ପୃଥିବୀ ସୁସ୍ଥିର ହୋଇ ବସିଅଛି ଓ ବିଶ୍ରାମରେ ଅଛି।” ତହିଁରେ ସଦାପ୍ରଭୁଙ୍କ ଦୂତ ଉତ୍ତର କରି କହିଲେ, “ହେ ସୈନ୍ୟାଧିପତି ସଦାପ୍ରଭୁ, ଏହି ସତୁରି ବର୍ଷସାରା ତୁମ୍ଭେ ଯେଉଁମାନଙ୍କ ଉପରେ ବିରକ୍ତ ହୋଇ ଆସିଅଛ, ସେହି ଯିରୂଶାଲମ ଓ ଯିହୁଦାର ନଗରସମୂହ ପ୍ରତି ଆଉ କେତେ ସମୟ ଦୟା କରିବ ନାହିଁ?” ପୁଣି, ମୋ’ ସହିତ କଥା କହୁଥିବା ଦୂତକୁ ସଦାପ୍ରଭୁ ଉତ୍ତର କରି ମଙ୍ଗଳ କଥା ଓ ନାନା ସାନ୍ତ୍ୱନାଦାୟକ କଥା କହିଲେ। ତହିଁରେ ମୋ’ ସଙ୍ଗେ କଥା କହୁଥିବା ଦୂତ ମୋତେ କହିଲେ, “ତୁମ୍ଭେ ଘୋଷଣା କରି କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଆମ୍ଭେ ଯିରୂଶାଲମ ଓ ସିୟୋନ ପକ୍ଷରେ ମହା ଈର୍ଷାରେ ଈର୍ଷାନ୍ୱିତ ଅଛୁ।’”

ଏଥିଉତ୍ତାରେ ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ, ଆପଣା ହସ୍ତରେ ପରିମାପକ ରଜ୍ଜୁଧାରୀ ଏକ ପୁରୁଷକୁ ଦେଖିଲି। ତେବେ ମୁଁ କହିଲି, “ଆପଣ କେଉଁଠାକୁ ଯାଉଅଛନ୍ତି?” ତହୁଁ ସେ ମୋତେ କହିଲେ, “ଯିରୂଶାଲମକୁ ମାପିବା ପାଇଁ, ତହିଁର ଓସାର କେତେ ଓ ତହିଁର ଲମ୍ବା କେତେ, ଏହା ଦେଖିବା ପାଇଁ ଯାଉଅଛୁ।” ଆଉ ଦେଖ, ମୋ’ ସଙ୍ଗେ କଥା କହୁଥିବା ଦୂତ ବାହାର ହେଲେ ଓ ଆଉ ଜଣେ ଦୂତ ତାଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ବାହାରିଲେ, ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବାଲୋକକୁ କୁହ ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି-ସ୍ଥାନ ହେବ।” କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀରସ୍ୱରୂପ ହେବା ଓ ଆମ୍ଭେ ସେମାନଙ୍କ ମଧ୍ୟରେ ମହିମାସ୍ୱରୂପ ହେବା।”

ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟ ମହାଯାଜକ ଦୂତ ସମ୍ମୁଖରେ ଠିଆ ହୋଇଥିବା, ଓ ତାଙ୍କୁ ନିନ୍ଦା କରିବା ପାଇଁ ତାଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବାର ଶୟତାନକୁ ସେ ମୋତେ ଦେଖାଇଲେ। ପୁଣି, ସଦାପ୍ରଭୁ ଶୟତାନକୁ କହିଲେ, “ହେ ଶୟତାନ, ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ହଁ, ଯେ ଯିରୂଶାଲମକୁ ମନୋନୀତ କରିଅଛନ୍ତି, ସେ ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ଏ କି ଅଗ୍ନିରୁ କଢ଼ା ଖଣ୍ଡେ ପୋଡ଼ା କାଠଖଣ୍ଡ ନୁହେଁ?” ଏହି ସମୟରେ ଯିହୋଶୂୟ ମଳିନ ବସ୍ତ୍ର ପିନ୍ଧି ଦୂତ ସମ୍ମୁଖରେ ଠିଆ ହୋଇଥିଲେ। ଏଥିରେ ଦୂତ ଆପଣା ସମ୍ମୁଖରେ ଠିଆ ହୋଇଥିବା ଲୋକମାନଙ୍କୁ ଏହି କଥା କହିଲେ, “ଏହାଙ୍କଠାରୁ ମଳିନ ବସ୍ତ୍ର କାଢ଼ି ନିଅ।” ପୁଣି, ତାଙ୍କୁ ସେ କହିଲେ, “ଦେଖ, ଆମ୍ଭେ ତୁମ୍ଭର ଅଧର୍ମ ତୁମ୍ଭଠାରୁ ଦୂର କରିଅଛୁ ଓ ଆମ୍ଭେ ତୁମ୍ଭକୁ ବହୁମୂଲ୍ୟ ବସ୍ତ୍ର ପିନ୍ଧାଇବା।” ସେତେବେଳେ ମୁଁ କହିଲି, “ଲୋକମାନେ ଏହାର ମସ୍ତକରେ ନିର୍ମଳ ପଗଡି ଦିଅନ୍ତୁ!” ତହିଁରେ ସେମାନେ ତାଙ୍କ ମସ୍ତକରେ ନିର୍ମଳ ପଗଡି ଦେଲେ ଓ ତାଙ୍କୁ ବସ୍ତ୍ର ପିନ୍ଧାଇଲେ; ପୁଣି, ନିକଟରେ ସଦାପ୍ରଭୁଙ୍କ ଦୂତ ଠିଆ ହୋଇଥିଲେ। ପୁଣି, ସଦାପ୍ରଭୁଙ୍କ ଦୂତ ଯିହୋଶୂୟଙ୍କୁ ଦୃଢ଼ ରୂପେ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି: ଯଦି ତୁମ୍ଭେ ଆମ୍ଭ ପଥରେ ଚାଲିବ ଓ ତୁମ୍ଭେ ଆମ୍ଭର ଆଜ୍ଞା ରକ୍ଷା କରିବ, ତେବେ ତୁମ୍ଭେ ମଧ୍ୟ ଆମ୍ଭ ଗୃହର ବିଚାର କରିବ ଓ ଆମ୍ଭ ପ୍ରାଙ୍ଗଣର ରକ୍ଷକ ହେବ, ଆଉ ନିକଟରେ ଠିଆ ହେବାର ଏହି ବ୍ୟକ୍ତିମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ପ୍ରବେଶର ଓ ପ୍ରସ୍ଥାନର ଅଧିକାର ଦେବା।

ସେତେବେଳେ ଯେଉଁ ଦୂତ ମୋ’ ସଙ୍ଗେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, “ହେ ମହାଶୟ, ଏସବୁ କଅଣ?” ତହିଁରେ ସେ ଦୂତ ମୋତେ ଉତ୍ତର କରି କହିଲେ, “ଏମାନେ ସ୍ୱର୍ଗର ଚାରି ବାୟୁ, ଏମାନେ ସମୁଦାୟ ପୃଥିବୀର ପ୍ରଭୁଙ୍କ ଛାମୁରେ ଉଭା ଥାଇ ସେଠାରୁ ନିର୍ଗତ ହେଉଅଛନ୍ତି।

କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, "ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରିୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି । ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ ।" ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥି ନିମନ୍ତେ ଏସମସ୍ତ ଘଟିଲା, "ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ", ଏହି ନାମର ଅର୍ଥ "ଆମ୍ଭମାନଙ୍କ ସହିତ ଈଶ୍ୱର" । ଏଥିରେ ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି କଲେ ଓ ନିଜ ଭାର୍ଯ୍ୟାଙ୍କୁ ଗ୍ରହଣ କଲେ;

ସେମାନେ ଚାଲିଯିବା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, "ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ, ପୁଣି, ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ ।"

ହେରୋଦଙ୍କ ମୃତ୍ୟୁ ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ମିସରରେ ଯୋଷେଫଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ, "ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଯାଅ, କାରଣ ଯେଉଁମାନେ ଶିଶୁଙ୍କ ପ୍ରାଣ ବିନାଶ କରିବା ନିମନ୍ତେ ଚେଷ୍ଟା କରୁଥିଲେ, ସେମାନଙ୍କର ମୃତ୍ୟୁ ଘଟିଅଛି ।"

ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଲେଖା ଅଛି, ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ, ଆଉ କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ ।

ଏଥିରେ ଶୟତାନ ତାହାଙ୍କୁ ଛାଡ଼ି ଚାଲିଗଲା, ଆଉ ଦେଖ, ଦୂତମାନେ ଆସି ତାହାଙ୍କର ସେବା କରିବାକୁ ଲାଗିଲେ ।

ଯେଉଁ ଶତ୍ରୁ ତାହା ବୁଣିଲା, ସେ ଶୟତାନ; ଶସ୍ୟ କାଟିବା ସମୟ ଯୁଗାନ୍ତ, ପୁଣି, କଟାଳିସବୁ ଦୂତମାନେ । ଅତଏବ, ବାଳୁଙ୍ଗା ଯେପରି ଏକାଠି କରାଯାଇ ନିଆଁରେ ପୋଡ଼ାଯାଏ ଯୁଗାନ୍ତ ସମୟରେ ସେପରି ଘଟିବ । ମନୁଷ୍ୟପୁତ୍ର ଆପଣା ଦୂତମାନଙ୍କୁ ପଠାଇବେ, ଆଉ ସେମାନେ ତାହାଙ୍କ ରାଜ୍ୟରୁ ସମସ୍ତ ବିଘ୍ନଜନକ ବିଷୟ ଓ ଅଧର୍ମାଚାରୀମାନଙ୍କୁ ସଂଗ୍ରହ କରିବେ, ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ଫୋପାଡ଼ି ଦେବେ, ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ ।

ଯୁଗାନ୍ତ ସମୟରେ ସେହିପରି ଘଟିବ; ଦୂତମାନେ ବାହାରି ଆସି ଧାର୍ମିକମାନଙ୍କ ମଧ୍ୟରୁ ଦୁଷ୍ଟମାନଙ୍କୁ ପୃଥକ୍ କରିବେ, ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ପକାଇଦେବେ; ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ ।

ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ ।

ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି ।

କାରଣ ପୁନରୁତ୍ଥାନରେ ଲୋକେ ବିବାହ କରନ୍ତି ନାହିଁ, କିମ୍ବା ବିବାହିତ ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି ।

ଆଉ, ସେ ମହାତୂରୀଧ୍ୱନି ସହିତ ଆପଣା ଦୂତମାନଙ୍କୁ ପଠାଇବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ ।

କିନ୍ତୁ ସେହି ଦିନ ଓ ଦଣ୍ଡ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗର ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ମାତ୍ର ପିତା ଜାଣନ୍ତି ।

ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ,

ଅଥବା ତୁମ୍ଭେ କ'ଣ ମନେ କରୁଅଛ ଯେ, ମୁଁ ମୋହର ପିତାଙ୍କୁ ବିନତି କରି ପାରେ ନାହିଁ ଓ ସେ ଏହିକ୍ଷଣି ମୋ ନିମନ୍ତେ ଦ୍ୱାଦଶ ବାହିନୀ ଅପେକ୍ଷା ଅଧିକ ଦୂତଙ୍କୁ ପଠାଇଦେବେ ନାହିଁ?

ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସି ସେହି ପଥର ଖଣ୍ଡିକ ଗଡ଼ାଇଦେଇ ତାହା ଉପରେ ବସିଲେ । ତାହାଙ୍କ ରୂପ ବିଜୁଳି ପରି ଓ ତାହାଙ୍କର ବସ୍ତ୍ର ବରଫ ପରି ଧଳା ରଙ୍ଗ ଥିଲା, ପୁଣି, ତାହାଙ୍କ ଭୟରେ ପ୍ରହରୀମାନେ କମ୍ପମାନ ହୋଇ ମୃତବ୍ୟକ୍ତିମାନଙ୍କ ପରି ହେଲେ । କିନ୍ତୁ ଦୂତ ସ୍ତ୍ରୀଲୋକମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଭୟ କର ନାହିଁ, କାରଣ ତୁମ୍ଭେମାନେ ଯେ କ୍ରୁଶରେ ହତ ଯୀଶୁଙ୍କୁ ଖୋଜୁଅଛ, ତାହା ମୁଁ ଜାଣେ । ସେ ଏଠାରେ ନାହାଁନ୍ତି, କାରଣ ସେ ଯେପରି କହିଥିଲେ, ସେହିପରି ଉଠିଅଛନ୍ତି । ଆସ, ସେ ଯେଉଁଠାରେ ଶୋଇଥିଲେ ସେହି ସ୍ଥାନ ଦେଖ । ଆଉ, ତୁମ୍ଭେମାନେ ଶୀଘ୍ର ଯାଇ ତାହାଙ୍କ ଶିଷ୍ୟମାନଙ୍କୁ କୁହ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ପୁଣି, ଦେଖ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି, ସେଠାରେ ତୁମ୍ଭେମାନେ ତାହାଙ୍କର ଦର୍ଶନ ପାଇବ; ଦେଖ, ମୁଁ ତୁମ୍ଭମାନଙ୍କୁ କହିଲି ।

ଯୀଶୁ ପ୍ରାନ୍ତରରେ ଚାଳିଶ ଦିନ ରହି ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିଲେ; ସେ ବନ୍ୟ ପଶୁମାନଙ୍କ ସହିତ ରହିଲେ, ପୁଣି, ଦୂତମାନେ ତାହାଙ୍କ ସେବା କରୁଥିଲେ ।

ଯେଣୁ ଯେ କେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜାବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜାବୋଧ କରିବେ ।

ଯେଣୁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ହେଲା ଉତ୍ତାରେ ଲୋକେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି ।

ସେ ସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ ।

କିନ୍ତୁ ସେହି ଦିନ କି ସମୟ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗସ୍ଥ ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ପିତା ଜାଣନ୍ତି ।

ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ । ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାଁନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖଥିଲେ । `କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ଯୀଶୁ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ ।

ସେତେବେଳେ ପ୍ରଭୁଙ୍କର ଜଣେ ଦୂତ ଧୂପବେଦିର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇ ତାହାଙ୍କୁ ଦର୍ଶନ ଦେଲେ । ଜିଖରୀୟ ତାହାଙ୍କୁ ଦେଖି ବିଚଳିତ ଓ ଭୟଗ୍ରସ୍ତ ହେଲେ । କିନ୍ତୁ ଦୂତ ତାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ । ସେ ତୁମ୍ଭର ଆନନ୍ଦ ଓ ଉଲ୍ଲାସର କାରଣ ହେବ, ପୁଣି, ଅନେକେ ତାହାର ଜନ୍ମରେ ଆନନ୍ଦ କରିବେ । ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ, ଆଉ ବାପ୍ତିଜକ ଯୋହନ, ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରୁ ଅନେକଙ୍କୁ ପ୍ରଭୁ ସେମାନଙ୍କ ଈଶ୍ୱରଙ୍କ ପ୍ରତି ଫେରାଇବ । ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ଡଳୀ ପ୍ରସ୍ତୁତ କରିବାକୁ ବାପ୍ତିଜକ ଯୋହନ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ପ୍ରଭୁଙ୍କ ଆଗରେ ଗମନ କରିବ । ଏଥିରେ ଜିଖରୀୟ ଦୂତଙ୍କୁ କହିଲେ, ମୁଁ କେଉଁ ଚିହ୍ନ ଦ୍ୱାରା ଏହା ଜାଣିବି? କାରଣ ମୁଁ ତ ବୃଦ୍ଧ, ପୁଣି, ମୋହର ଭାର୍ଯ୍ୟାଙ୍କ ବୟସ ଅଧିକ ହେଲାଣି । ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଈଶ୍ୱରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି । ଦେଖ, ଏହି ସମସ୍ତ ନ ଘଟିବା ଦିନ ପର୍ଯ୍ୟନ୍ତ ତୁମ୍ଭେ ନୀରବ ରହି କଥା କହି ପାରିବ ନାହିଁ, କାରଣ ମୋହର ଯେଉଁ ସବୁ ବାକ୍ୟ ଯଥା ସମୟରେ ସଫଳ ହେବ, ସେହି ସବୁ ତୁମ୍ଭେ ବିଶ୍ୱାସ କଲ ନାହିଁ ।

ଏଲୀଶାବେଥଙ୍କ ଗର୍ଭର ଛଅ ମାସରେ ଗାବ୍ରିଏଲ ଦୂତ ଈଶ୍ୱରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପଠାଗଲେ; ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇଥିଲା; ସେହି କନ୍ୟାଙ୍କ ନାମ ମରୀୟମ । ସେ ଗୃହରେ ପ୍ରବେଶ କରି ତାଙ୍କ ନିକଟକୁ ଆସି କହିଲେ, ଆଗୋ ଅନୁଗ୍ରହପାତ୍ରୀ, ତୁମ୍ଭର ମଙ୍ଗଳ ହେଉ, ପ୍ରଭୁ ତୁମ୍ଭର ସହବର୍ତ୍ତୀ । କିନ୍ତୁ ସେ ଏହି ବାକ୍ୟରେ ଅତିଶୟ ବିଚଳିତ ହୋଇ ଏହା କି ପ୍ରକାର ବାକ୍ୟ ବୋଲି ମନରେ ଆନ୍ଦୋଳନ କରିବାକୁ ଲାଗିଲେ । ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ୱରଙ୍କ ଛାମୁରେ ଅନୁଗ୍ରହ ପାଇଅଛ । ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ । ସେ ମହାନ ହେବେ ଓ ମହାନ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ୱର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ, ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ, ପୁଣି, ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ । କିନ୍ତୁ ମରୀୟମ ଦୂତଙ୍କୁ କହିଲେ, ଏହା କିପରି ହେବ? ମୁଁ ତ ପୁରୁଷକୁ ଜାଣେ ନାହିଁ । ଦୂତ ତାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ୱରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ । ପୁଣି, ଦେଖ, ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି । ଯେ ବନ୍ଧ୍ୟା ବୋଲି ଖ୍ୟାତ, ତାଙ୍କର ଏବେ ଛଅ ମାସ ହେଲାଣି; କାରଣ ଈଶ୍ୱରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ । ଏଥିରେ ମରୀୟମ କହିଲେ, ଦେଖନ୍ତୁ, ମୁଁ ପ୍ରଭୁଙ୍କ ଦାସୀ; ଆପଣଙ୍କ ବାକ୍ୟାନୁସାରେ ମୋ' ପ୍ରତି ଘଟୁ । ତାହା ପରେ ଦୂତ ତାହାଙ୍କ ନିକଟରୁ ଗଲେ ।

ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ । ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ । ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି, କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ । ଆଉ ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ୱରୁପ ହେବ, ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ଡରେ ଶୋଇଥିବାର ଦେଖିବ । ପୁଣି, ହଠାତ୍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ୱରଙ୍କ ପ୍ରଶଂସା କରୁ କରୁ କହିଲେ, ଊର୍ଦ୍ଧ୍ୱଲୋକରେ ଈଶ୍ୱରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି । ଦୂତମାନେ ସେମାନଙ୍କଠାରୁ ସ୍ୱର୍ଗକୁ ଫେରିଗଲା ପରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା ।

କାରଣ ଲେଖା ଅଛି, ତୁମ୍ଭକୁ ରକ୍ଷା କରିବା ନିମନ୍ତେ ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ; ଆଉ ଲେଖା ଅଛି, କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ ।

ଯେଣୁ ଯେ କେହି ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜିତ ହୁଏ, ମନୁଷ୍ୟପୁତ୍ର ଯେତେବେଳେ ଆପଣାର ଓ ପିତାଙ୍କର, ପୁଣି, ପବିତ୍ର ଦୂତମାନଙ୍କର ମହିମାରେ ଆସିବେ, ସେତେବେଳେ ସେ ତାହା ବିଷୟରେ ଲଜ୍ଜା ବୋଧ କରିବେ ।

ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ୱରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ; କିନ୍ତୁ ଯେ ଲୋକଙ୍କ ସାକ୍ଷାତରେ ମୋତେ ଅସ୍ୱୀକାର କରିବ, ତାହାକୁ ଈଶ୍ୱରଙ୍କ ଦୂତମାନଙ୍କ ସାକ୍ଷାତରେ ଅସ୍ୱୀକାର କରାଯିବ ।

ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେଉଁମାନଙ୍କର ମନ ପରିବର୍ତ୍ତନ କରିବାର ଆବଶ୍ୟକ ନାହିଁ, ଏପରି ଅନେଶତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ ।

ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେ ମନପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ୱରଙ୍କ ଦୂତମାନଙ୍କ ଆଗରେ ଆନନ୍ଦ ହୁଏ ।

କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରାହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା ।

ପୁଣି, ସେମାନେ ଆଉ ମରି ପାରନ୍ତି ନାହିଁ, କାରଣ ସେମାନେ ଦୂତମାନଙ୍କ ପରି ରୁହନ୍ତି ଏବଂ ପୁନରୁତ୍ଥାନର ସନ୍ତାନ ହେବାରୁ ଈଶ୍ୱରଙ୍କ ସନ୍ତାନ ଅଟନ୍ତି ।

ଆଉ ସ୍ୱର୍ଗରୁ ଜଣେ ଦୂତ ଦର୍ଶନ ଦେଇ ତାହାଙ୍କୁ ଶକ୍ତି ପ୍ରଦାନ କଲେ ।

ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳ ବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ୱେଷଣ କରୁଅଚ୍ଛ? ସେ ଏଠାରେ ନାହାଁନ୍ତି, ମାତ୍ର ଉଠିଅଛନ୍ତି । ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ, ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର ।

ଆଉ, ତାହାଙ୍କ ଶରୀର ନ ପାଇ ଆସି କହିଲେ ଯେ, ସେମାନେ ଦୂତମାନଙ୍କର ଦର୍ଶନ ମଧ୍ୟ ପାଇଅଛନ୍ତି ଓ ସେହି ଦୂତମାନେ କହିଲେ ଯେ, ସେ ଜୀବିତ ଅଛନ୍ତି ।

ପୁଣି, ସେ ତାହାଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ୱର୍ଗକୁ ଉନ୍ମୁକ୍ତ ଓ ଈଶ୍ୱରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ ।

ଯିରୂଶାଲମର ମେଷଦ୍ୱାର ନିକଟରେ ଗୋଟିଏ ପୁଷ୍କରିଣୀ ଅଛି; ଏବ୍ରୀ ଭାଷାରେ ତାହାକୁ ବେଥେସ୍‍ଦା ବୋଲି କହନ୍ତି, ତାହାର ପାଞ୍ଚୋଟି ମଣ୍ଡପ । ସେଗୁଡ଼ିକରେ ଅନେକ ଅନେକ ପୀଡ଼ିତ, ଅନ୍ଧ, ଖଞ୍ଜ ଓ ଶୁଷ୍କାଙ୍ଗ ପଡ଼ିରହୁଥିଲେ । [ସେମାନେ ଜଳସଞ୍ଚଳନ ଅପେକ୍ଷାରେ ରହୁଥିଲେ; କାରଣ କୌଣସି କୌଣସି ସମୟରେ ପ୍ରଭୁଙ୍କର ଜଣେ ଦୂତ ପୁଷ୍କରିଣୀରେ ଅବତରଣ କରି ଜଳ କମ୍ପାଉଥିଲେ, ଆଉ ଜଳ କମ୍ପିଲା ପରେ ଯେ କେହି ପ୍ରଥମରେ ସେଥିରେ ପ୍ରବେଶ କରୁଥିଲା, ସେ ଯେକୌଣସି ରୋଗରେ ଆକ୍ରାନ୍ତ ହୋଇଥିଲେ ସୁଦ୍ଧା ସୁସ୍ଥ ହେଉଥିଲା ।]

କିନ୍ତୁ ମରିୟମ ରୋଦନ କରୁ କରୁ ବାହାରେ ସମାଧି ନିକଟରେ ଠିଆ ହୋଇ ରହିଲେ; ପୁଣି, ରୋଦନ କରୁ କରୁ ସେ ନଇଁପଡ଼ି ସମାଧି ଭିତରକୁ ଚାହିଁ, ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ । ସେମାନେ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ ।

ସେ ଏହି ସମସ୍ତ କଥା କହିବା ପରେ, ସେମାନେ ଦେଖୁ ଦେଖୁ ସେ ଊର୍ଦ୍ଧ୍ୱକୁ ନୀତ ହେଲେ, ଆଉ ଖଣ୍ଡେ ମେଘ ତାହାଙ୍କୁ ସେମାନଙ୍କ ଦୃଷ୍ଟିଗୋଚରରୁ ଘେନିଗଲା । ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ ।

ଓ ପ୍ରେରିତମାନଙ୍କୁ ଧରି ସାଧାରଣ କାରାଗାରରେ ରଖିଲେ । କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତ୍ରିକାଳରେ କାରାଗାରର ଦ୍ୱାରସବୁ ଫିଟାଇଦେଲେ ଓ ସେମାନଙ୍କୁ ବାହାର କରି ଆଣି କହିଲେ, "ଯାଅ, ମନ୍ଦିର ମଧ୍ୟରେ ଠିଆ ହୋଇ ଲୋକମାନଙ୍କୁ ଏହି ଜୀବନ ସମ୍ବନ୍ଧୀୟ ସମସ୍ତ କଥା କୁହ" ।

ଆପଣମାନେ ଦୂତମାନଙ୍କ ଦ୍ୱାରା ଆଦିଷ୍ଟ (ଆଦ୍ୟ) ପ୍ରତିଷ୍ଠିତ ବ୍ୟବସ୍ଥା ପାଇଥିଲେ, କିନ୍ତୁ ତାହା ପାଳନ କଲେ ନାହିଁ ।

ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମରୁ ଗଜ୍ଜା ଆଡ଼କୁ ପଡ଼ିଅଛି, ସେହି ପଥକୁ ଯାଅ । ତାହା ମରୁଭୂମି ।

ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ୱରଙ୍କର ଜଣେ ଦୂତ ତାହାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ । ସେ ସେଥିରେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ କ'ଣ? ସେ ତାହାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ୱରୂପେ ଊର୍ଦ୍ଧ୍ୱରେ ଈଶ୍ୱରଙ୍କ ଛାମୁରେ ଉଠିଅଛି ।

ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ର ଭାବରେ ଈଶ୍ୱରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା । ପରେ ହେରୋଦ ଯେଉଁ ଦିନ ପିତରଙ୍କୁ ବାହାର କରି ଆଣିବା ପାଇଁ ଯାଉଥିଲେ, ସେହି ରାତିରେ ସେ ଦୁଇଟା ଶିକୁଳିରେ ବନ୍ଧା ହୋଇ ଦୁଇ ଜଣ ସୈନ୍ୟଙ୍କ ମଧ୍ୟରେ ଶୋଇଥିଲେ, ଆଉ ପ୍ରହରୀମାନେ ଦ୍ୱାର ସମ୍ମୁଖରେ କାରାଗାର ରକ୍ଷା କରୁଥିଲେ । ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ । ସେଥିରେ ତାହାଙ୍କ ହାତରୁ ଶିକୁଳି ଖସିପଡ଼ିଲା । ପୁଣି, ଦୂତ ତାହାଙ୍କୁ କହିଲେ, କଟି ବନ୍ଧନ କର ଓ ପାଦୁକା ପିନ୍ଧ । ସେ ସେପରି କଲେ । ଆଉ ସେ ତାହାଙ୍କୁ କହିଲେ, ଦେହରେ ଚାଦର ପକାଇ ମୋହର ପଛେ ପଛେ ଆସ । ସେ ବାହାରି ତାହାଙ୍କ ପଛେ ପଛେ ଗଲେ; କିନ୍ତୁ ଦୂତଙ୍କ ଦ୍ୱାରା ଯାହା କରାଗଲା, ତାହା ଯେ ପ୍ରକୃତ, ସେ ତାହା ନ ବୁଝି ଦର୍ଶନ ଦେଖୁଅଛନ୍ତି ବୋଲି ମନେ କରୁଥିଲେ । ଯେତେବେଳେ ସେମାନେ ପ୍ରଥମ ଓ ଦ୍ୱିତୀୟ ପ୍ରହରୀଦଳ ଅତିକ୍ରମ କରି, ଯେଉଁ ଲୌହଦ୍ୱାର ଦେଇ ନଗରକୁ ଯିବାକୁ ହୁଏ, ତାହା ନିକଟକୁ ଆସିଲେ, ସେତେବେଳେ ସେହି ଦ୍ୱାର ଆପଣା ମନକୁ ସେମାନଙ୍କ ନିମନ୍ତେ ମେଲା ହୋଇଗଲା, ଆଉ ସେମାନେ ବାହାରିଯାଇ ଗୋଟିଏ ଦାଣ୍ଡର ଶେଷ ମୁଣ୍ଡ ଯାଏ ଗଲେ, ପୁଣି, ସେହିକ୍ଷଣି ସେହି ଦୂତ ତାହାଙ୍କଠାରୁ ଅଦୃଶ୍ୟ ହୋଇଗଲେ ।

ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୂଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି । ସେ ଏହି କଥା ଆଲୋଚନା କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କ ମାତା ମରିୟମଙ୍କ ଗୃହକୁ ଆସିଲେ; ସେହି ସ୍ଥାନରେ ଅନେକେ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ । ସେ ବାହାର ଦ୍ୱାରରେ ଆଘାତ କରନ୍ତେ ରୋଦା ନାମକ ଜଣେ ଦାସୀ କିଏ ବୋଲି ପଚାରିବାକୁ ଗଲା । ସେ ପିତରଙ୍କର ସ୍ୱର ବାରି ଆନନ୍ଦ ସକାଶେ ଦ୍ୱାର ନ ଫିଟାଇ ଭିତରକୁ ଦୌଡ଼ିଯାଇ, ଦ୍ୱାର ପାଖରେ ପିତର ଠିଆ ହୋଇଅଛନ୍ତି ବୋଲି କହିଲା । ସେମାନେ ତାହାକୁ କହିଲେ, ତୁ ବାୟାଣୀ । କିନ୍ତୁ ସେ ତାହା ସତ ବୋଲି ଦୃଢ଼ରୂପେ କହିବାକୁ ଲାଗିଲା । ସେମାନେ କହିଲେ, ଏ ତାଙ୍କର ଦୂତ । କିନ୍ତୁ ପିତର ଦ୍ୱାରରେ ବାରମ୍ବାର ଆଘାତ କରୁଥିଲେ, ଆଉ ସେମାନେ ଫିଟାଇ ତାହାଙ୍କୁ ଦେଖି ଆଚମ୍ଭିତ ହେଲେ ।

ଏଣୁ ଗୋଟିଏ ନିରୂପିତ ଦିନରେ ହେରୋଦ ରାଜବସ୍ତ୍ର ପରିଧାନ କରି ସିଂହାସନରେ ବସି ସେମାନଙ୍କ ନିକଟରେ ଗୋଟିଏ ଭାଷଣ ଦେଲେ; ସେଥିରେ ଲୋକମାନେ ପାଟି କରି କହିବାକୁ ଲାଗିଲେ, ଏ ତ ଦେବତାଙ୍କ ସ୍ୱର ମନୁଷ୍ୟର ସ୍ୱର ନୁହେଁ । ତତ୍‌କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାଙ୍କୁ ଆଘାତ କଲେ, କାରଣ ସେ ଈଶ୍ୱରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ ।

କାରଣ ସାଦ୍ଦୂକୀମାନେ ପୁନରୁତ୍ଥାନ, ଦୂତ ଅବା ଆତ୍ମା ନାହାଁନ୍ତି ବୋଲି କହନ୍ତି, କିନ୍ତୁ ଫାରୂଶୀମାନେ ଉଭୟ ସ୍ୱୀକାର କରନ୍ତି ।

ଯେଣୁ ମୁଁ ଯେଉଁ ଈଶ୍ୱରଙ୍କର ଲୋକ, ପୁଣି, ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋ ପାଖରେ ଠିଆ ହୋଇ କହିଲେ, ପାଉଲ, ଭୟ କର ନାହିଁଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ୱର ତୁମ୍ଭକୁ ଦାନ କରିଅଛନ୍ତି ।

ଆମ୍ଭେମାନେ ଯେ ଦୂତମାନଙ୍କର ବିଚାର କରିବା, ଏହା କି ତୁମ୍ଭେମାନେ ଜାଣ ନାହିଁ?

ଏଥିପାଇଁ ଦୂତମାନଙ୍କ ସକାଶେ ସ୍ତ୍ରୀର ଆପଣା ମସ୍ତକରେ ଅଧିକାରର ଚିହ୍ନ ଘେନିବା ଉଚିତ ।

ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଠଣ୍ ଠଣ୍ ଶବ୍ଦକାରକ ପିତଳ ଘଣ୍ଟ କିମ୍ବା ଝମ୍‍ ଝମ୍‍ ଶବ୍ଦକାରୀ ଝାଞ୍ଜ ସ୍ୱରୂପ ହୋଇଅଛି ।

କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ଦୂତ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ ।

ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ୱାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ;

କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ୱର ଓ ଈଶ୍ୱରଙ୍କ ତୂରୀବାଦ୍ୟ ସହିତ ସ୍ୱର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ;

କାରଣ ଈଶ୍ୱର ଦୂତମାନଙ୍କ ମଧ୍ୟରୁ କାହାକୁ କେବେ ଏହା କହିଅଛନ୍ତି, "ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ?'' ପୁନଶ୍ଚ, "ଆମ୍ଭେ ତାହାଙ୍କର ପିତା ହେବା, ଆଉ ସେ ଆମ୍ଭର ପୁତ୍ର ହେବେ?''

ପୁଣି, ଯେଉଁ ସମୟରେ ସେ ପ୍ରଥମଜାତଙ୍କୁ ପୁନର୍ବାର ଜଗତ ମଧ୍ୟରେ ପ୍ରବେଶ କରାଇବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି, ଈଶ୍ୱରଙ୍କର ସମସ୍ତ ଦୂତ ତାହାଙ୍କୁ ପ୍ରଣାମ କରନ୍ତୁ ।

ଏକ ପକ୍ଷରେ ସେ ଦୂତମାନଙ୍କ ବିଷୟରେ କହନ୍ତି, "ସେ ଆପଣା ଦୂତମାନଙ୍କୁ ବାୟୁ ସ୍ୱରୂପ କରନ୍ତି, ପୁଣି, ଆପଣା ସେବକମାନଙ୍କୁ ଅଗ୍ନିଶିଖା ସ୍ୱରୂପ କରନ୍ତି;''

ଆଉ "ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ,'' ଏହା ସେ ଦୂତମାନଙ୍କ ମଧ୍ୟରେ କାହାକୁ କେବେ କହିଅଛନ୍ତି? ଏମାନେ ସମସ୍ତେ କ'ଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାଁନ୍ତି?

କାରଣ ଯେଉଁ ଭାବି ଜଗତର କଥା ଆମ୍ଭେମାନେ କହୁଅଛୁ, ତାହା ସେ ଦୂତମାନଙ୍କ ଅଧୀନ କରି ନାହାଁନ୍ତି। କିନ୍ତୁ ଜଣେ କୌଣସି ସ୍ଥାନରେ ଏହି କଥା କହି ସାକ୍ଷ୍ୟ ଦେଇଅଛନ୍ତି, "ମନୁଷ୍ୟ କିଏ, ଯେ ତୁମ୍ଭେ ତାହାକୁ ସ୍ମରଣ କରିଥାଅ? ମନୁଷ୍ୟ-ସନ୍ତାନ କିଏ, ଯେ ତୁମ୍ଭେ ତାହାର ଯତ୍ନ ନେଇଥାଅ? ତୁମ୍ଭେ ଦୂତମାନଙ୍କଠାରୁ ତାହାକୁ ଅଳ୍ପ ନ୍ୟୂନ କରିଅଛ, ତୁମ୍ଭେ ତାହାକୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ଭୂଷିତ କରିଅଛ,

କାରଣ ପ୍ରକୃତରେ ସେ ତ ଦୂତମାନଙ୍କ ଯତ୍ନ ନ ନେଇ ଅବ୍ରହାମଙ୍କ ସନ୍ତାନମାନଙ୍କ ଯତ୍ନ ନିଅନ୍ତି ।

ଆଉ ତାହା ଉପରେ ପାପାଚ୍ଛାଦନକୁ ଛାୟା କରୁଥିବା ଈଶ୍ୱରଙ୍କ ଗୌରବସୂଚକ ଦୁଇଟି କିରୂବ ଥିଲେ; ସେହି ସବୁ ବିଷୟରେ ଏବେ ଆମ୍ଭେମାନେ ସବିଶେଷ କହି ନ ପାରୁ ।

କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଈଶ୍ୱରଙ୍କ ନଗର, ଅର୍ଥାତ୍‍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ, ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ୱର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,

ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି ।

ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହି ସବୁ ବିଷୟ ଦୂତମାନେ ମଧ୍ୟ ପ୍ରକାଶ କରିବାକୁ ଇଚ୍ଛା କରନ୍ତି ।

ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି ।

ଯଦ୍ୟପି ଅଧିକ ଶକ୍ତି ଓ ପରାକ୍ରମଶାଳୀ ଦୂତମାନେ ପ୍ରଭୁଙ୍କ ଛାମୁରେ ନିନ୍ଦା କରି ସେମାନଙ୍କର ବିଚାର କରନ୍ତି ନାହିଁ ।

ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ୱରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି । ଏହା ଦ୍ୱାରା ତୁମ୍ଭେମାନେ ଈଶ୍ୱରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବନ୍ତ ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ୱୀକାର କରେ, ସେ ଈଶ୍ୱରଙ୍କଠାରୁ ଆଗତ,

କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ନ ହୋଇ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ ।

ଆମ୍ଭର ଦକ୍ଷିଣ ହସ୍ତରେ ଯେଉଁ ସପ୍ତ ନକ୍ଷତ୍ର ଦେଖିଲ, ସେଥିର ଓ ସପ୍ତ ସୁବର୍ଣ୍ଣ ପ୍ରଦୀପର ଅର୍ଥ ଏହି, ସେହି ସପ୍ତ ନକ୍ଷତ୍ର ସପ୍ତ ମଣ୍ଡଳୀର ଦୂତଗଣ (ପାଳକ/ପ୍ରାଚୀନ) ଓ ସପ୍ତ ପ୍ରଦୀପ ସପ୍ତ ମଣ୍ଡଳୀ ଅଟନ୍ତି ।

ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳ ବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପ ନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ୱୀକାର କରିବୁ ।

ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ । ସିଂହାସନ ମଧ୍ୟରୁ ବିଜୁଳୀ, ବିଭିନ୍ନ ସ୍ୱର ଓ ମେଘଗର୍ଜନ ନିର୍ଗତ ହେଉଅଛି, ଆଉ ସିଂହାସନ ସମ୍ମୁଖରେ ଅଗ୍ନିମୟ ସପ୍ତ ପ୍ରଦୀପ ଜଳୁଅଛି, ଏହି ସପ୍ତ ପ୍ରଦୀପ ଈଶ୍ୱରଙ୍କ ସପ୍ତ ଆତ୍ମା ।

ସିଂହାସନ ସମ୍ମୁଖରେ ସ୍ଫଟିକ ପରି ସ୍ୱଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଆଗ ଓ ପଛ ଚକ୍ଷୁରେ ପରିପୂର୍ଣ୍ଣ । ପ୍ରଥମ ପ୍ରାଣୀ ସିଂହ ସଦୃଶ, ଦ୍ୱିତୀୟ ପ୍ରାଣୀ ଗୋରୁ ସଦୃଶ, ତୃତୀୟ ପ୍ରାଣୀର ମୁଖ ମନୁଷ୍ୟମୁଖ ସଦୃଶ, ପୁଣି, ଚତୁର୍ଥ ପ୍ରାଣୀ ଉଡନ୍ତା ଉତ୍କ୍ରୋଶ ପକ୍ଷୀ ସଦୃଶ । ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ । ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, ଯେ ସର୍ବଶକ୍ତିମାନ, ଯେ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ, ସେହି ପ୍ରଭୁ ଈଶ୍ୱର ପବିତ୍ର, ପବିତ୍ର, ପବିତ୍ର । ପ୍ରାଣୀମାନେ ଯେତେବେଳେ ସେହି ସିଂହାସନ ଉପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି, ସେତେବେଳେ ଚବିଶ ପ୍ରାଚୀନ ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି, ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ୱର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହି ସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି ।

ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚସ୍ୱରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ?

ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୂଦାୟ ପୃଥିବୀରେ ପ୍ରେରିତ ଈଶ୍ୱରଙ୍କର ସପ୍ତ ଆତ୍ମା । ସେ ଆସି ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରୁ ସେହି ପୁସ୍ତକ ନେଲେ । ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା ।

ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି, ସିଂହାସନ, ପ୍ରାଣୀ ଓ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ୱର ଶୁଣିଲି ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଓ ଅୟୁତ ଅୟୁତ । ସେମାନେ ଉଚ୍ଚସ୍ୱରରେ କହୁଥିଲେ, ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି । ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତା' ମଧ୍ୟରେ ଥିବା ସମସ୍ତ ଏହା କହୁଥିବା ଶୁଣିଲି, ପ୍ରଶଂସା ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର । ସେଥିରେ ଚାରି ପ୍ରାଣୀ କହିଲେ, ଆମେନ୍, ପୁଣି, ପ୍ରାଚୀନମାନେ ଉବୁଡ଼ ହୋଇ ପ୍ରଣାମ କଲେ ।

ତା'ପରେ ମୁଁ ଦେଖିଲି, ପୃଥିବୀକୁ ସମୁଦ୍ର କି କୌଣସି ଗଛ ଉପରେ ଯେପରି ବାୟୁ ନ ବହେ, ଏଥି ନିମନ୍ତେ ପୃଥିବୀର ଚାରି କୋଣରେ ଚାରି ଜଣ ଦୂତ ଠିଆ ହୋଇ ପୃଥିବୀର ଚାରି ବାୟୁକୁ ଅଟକାଇ ଧରିଅଛନ୍ତି । ପୁଣି, ମୁଁ ଆଉ ଜଣେ ଦୂତଙ୍କୁ ପୂର୍ବଦିଗରୁ ଉଠି ଆସିବାର ଦେଖିଲି; ତାହାଙ୍କ ହସ୍ତରେ ଜୀବିତ ଈଶ୍ୱରଙ୍କର ମୁଦ୍ରା ଥିଲା । ପୃଥିବୀ ଓ ସମୁଦ୍ରର କ୍ଷତି କରିବା ନିମନ୍ତେ କ୍ଷମତା ପାଇଥିବା ସେହି ଚାରି ଦୂତଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ, ଆମ୍ଭେମାନେ ଆପଣାମାନଙ୍କ ଈଶ୍ୱରଙ୍କର ଦାସମାନଙ୍କ କପାଳରେ ମୁଦ୍ରାଙ୍କନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କିଅବା ସମୁଦ୍ର କିଅବା ଗଛଗୁଡ଼ିକର କ୍ଷତି କର ନାହିଁ ।

ପୁଣି, ସମସ୍ତ ଦୂତ ସିଂହାସନ, ପ୍ରାଚୀନବର୍ଗ ଓ ଚାରି ପ୍ରାଣୀଙ୍କ ଚତୁର୍ଦ୍ଦିଗରେ ଉଭା ହୋଇଅଛନ୍ତି ଆଉ ସିଂହାସନ ସମ୍ମୁଖରେ ଉବୁଡ଼ ହୋଇପଡ଼ି ଈଶ୍ୱରଙ୍କୁ ପ୍ରଣାମ କରି କହୁଅଛନ୍ତି, ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ୱରଙ୍କର; ଆମେନ୍ ।

ତତ୍ପରେ ମୁଁ ଈଶ୍ୱରଙ୍କ ସମ୍ମୁଖରେ ଦଣ୍ଡାୟମାନ ସପ୍ତ ଦୂତଙ୍କୁ ଦେଖିଲି, ସେମାନଙ୍କୁ ସପ୍ତ ତୂରୀ ଦିଆ ହେଲା । ସେଥିରେ ଆଉ ଜଣେ ଦୂତ ଆସି ବେଦି ନିକଟରେ ଠିଆ ହେଲେ, ତାହାଙ୍କ ହସ୍ତରେ ସୁବର୍ଣ୍ଣ ଧୂପଦାନୀ (ସୁଗନ୍ଧିତ ଧୂପ ପାତ୍ର) ଥିଲା, ପୁଣି, ସିଂହାସନ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦି ଉପରେ ସମସ୍ତ ସାଧୁମାନଙ୍କ ପ୍ରାର୍ଥନା ସହିତ ଅର୍ପଣ କରିବା ନିମନ୍ତେ ତାହାଙ୍କୁ ପ୍ରଚୁର ଧୂପ ଦିଆଗଲା । ସେଥିରେ ଦୂତଙ୍କ ହସ୍ତରୁ ଧୂପର ଧୂମ ସାଧୁମାନଙ୍କ ପ୍ରାର୍ଥନା ସହ ଈଶ୍ୱରଙ୍କ ସମ୍ମୁଖରେ ଉଠିଲା । ପରେ ସେହି ଦୂତ ଧୂପଦାନୀ (ସୁଗନ୍ଧିତ ଧୂପ ପାତ୍ର) ଘେନି ବେଦିର ଅଗ୍ନିରେ ତାହା ପୂର୍ଣ୍ଣ କରି ପୃଥିବୀ ଉପରେ ପକାଇଦେଲେ । ସେଥିରେ ବଜ୍ରଧ୍ୱନୀ, ବିଭିନ୍ନ ସ୍ୱର, ବିଜୁଳୀ ଓ ଭୂମିକମ୍ପ ହେଲା । ସେତେବେଳେ ସପ୍ତ ତୂରୀଧାରୀ ସପ୍ତ ଦୂତ ତୂରୀଧ୍ୱନୀ କରିବାକୁ ପ୍ରସ୍ତୁତ ହେଲେ ।

ପ୍ରଥମ ଦୂତ ତୂରୀଧ୍ୱନୀ କରନ୍ତେ ରକ୍ତମିଶ୍ରିତ ଶିଳା ଓ ଅଗ୍ନି ଉପସ୍ଥିତ ହୋଇ ପୃଥିବୀରେ ନିକ୍ଷିପ୍ତ ହେଲା; ସେଥିରେ ପୃଥିବୀ ଓ ବୃକ୍ଷସମୂହର ତିନି ଭାଗ ପୁଣି, ସମସ୍ତ ସବୁଜ ରଙ୍ଗର ଘାସ ଜଳିଗଲା । ଦ୍ୱିତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଯେପରି ଅଗ୍ନି ପ୍ରଜ୍ୱଳିତ ଗୋଟିଏ ବୃହତ ପର୍ବତ ସମୁଦ୍ରରେ ନିକ୍ଷିପ୍ତ ହେଲା; ସେଥିରେ ସମୁଦ୍ରର ତୃତୀୟାଂଶ ଜଳ ରକ୍ତମୟ ହୋଇଗଲା, ପୁଣି, ସମୁଦ୍ରରେ ଥିବା ଜୀବମାନଙ୍କର ତୃତୀୟାଂଶ ମଲେ ଓ ଜାହାଜର ତୃତୀୟାଂଶ ବିନଷ୍ଟ ହେଲା । ତୃତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଅଗ୍ନିଶିଖା ପରି ପ୍ରଜ୍ୱଳିତ ଗୋଟିଏ ବୃହତ୍ ନକ୍ଷତ୍ର ଆକାଶରୁ ଖସି ନଦୀସମୂହର ତୃତୀୟାଂଶ ଓ ନିର୍ଝରଗୁଡ଼ିକ ଉପରେ ପତିତ ହେଲା; ସେହି ନକ୍ଷତ୍ରର ନାମ ନାଗଦଅଣା (ତିକ୍ତତା)। ସେଥିରେ ଜଳର ତୃତୀୟାଂଶ ନାଗଦଅଣା ହେଲା, ଆଉ ଅନେକ ଲୋକ ସେହି ଜଳ ହେତୁ ମଲେ, କାରଣ ତାହା ତିକ୍ତ କରାଯାଇଥିଲା । ଚତୁର୍ଥ ଦୂତ ତୂରୀଧ୍ୱନୀ କରନ୍ତେ ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ର ସମୂହର ତୃତୀୟାଂଶ ଆଘାତ ପ୍ରାପ୍ତ ହେବାରୁ ସେସମସ୍ତର ତୃତୀୟାଂଶ ଅନ୍ଧକାରମୟ ହେଲା, ଦିବସର ତୃତୀୟାଂଶ ଆଲୋକରହିତ ହେଲା ଓ ରାତ୍ରି ମଧ୍ୟ ସେହି ପ୍ରକାର ହେଲା । ପରେ ମୁଁ ଦୃଷ୍ଟିପାତ କଲି, ଆଉ ଆକାଶର ମଧ୍ୟଭାଗରେ ଉଡ଼ୁଥିବା ଗୋଟିଏ ଉତ୍କ୍ରୋଶପକ୍ଷୀ ଉଚ୍ଚସ୍ୱରରେ ଏହା କହୁଥିବା ଶୁଣିଲି, ହାୟ, ହାୟ, ହାୟ, ପୃଥିବୀନିବାସୀମାନେ ସନ୍ତାପର ପାତ୍ର, କାରଣ ଆହୁରି ତିନି ଜଣ ଦୂତ ତୂରୀଧ୍ୱନୀ କରିବାକୁ ଯାଉଅଛନ୍ତି ।

ତତ୍ପରେ ପଞ୍ଚମ ଦୂତ ତୂରୀଧ୍ୱନୀ କରନ୍ତେ ମୁଁ ଆକାଶରୁ ଗୋଟିଏ ନକ୍ଷତ୍ର ପୃଥିବୀରେ ପତିତ ହେବାର ଦେଖିଲି; ତାହାକୁ ପାତାଳକୁଣ୍ଡର ଚାବି ଦିଆଗଲା ।

ଷଷ୍ଠ ଦୂତ ତୂରୀଧ୍ୱନୀ କରନ୍ତେ ମୁଁ ଈଶ୍ୱରଙ୍କ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦିର ଶୃଙ୍ଗମାନଙ୍କ ମଧ୍ୟରୁ ଗୋଟିଏ ସ୍ୱର ଶୁଣିଲି, ତାହା ତୂରୀ ଧରିଥିବା ସେହି ଷଷ୍ଠ ଦୂତଙ୍କୁ କହିଲା, ଫରାତ୍ ମହାନଦୀରେ ବନ୍ଦୀ ଥିବା ଚାରି ଦୂତଙ୍କୁ ମୁକ୍ତ କରିଦିଅ । ସେଥିରେ ମନୁଷ୍ୟମାନଙ୍କର ଏକ ତୃତୀୟାଂଶକୁ ବଧ କରିବା ନିମନ୍ତେ ଏହି ଯେଉଁ ଚାରି ଦୂତ ସେହି ଦଣ୍ଡ, ଦିନ, ମାସ ଓ ବର୍ଷ ପାଇଁ ପ୍ରସ୍ତୁତ କରା ହୋଇଥିଲେ, ସେମାନେ ମୁକ୍ତ କରାଗଲେ । ଅଶ୍ୱାରୋହୀ ସୈନ୍ୟମାନଙ୍କ ସଂଖ୍ୟା କୋଡ଼ିଏ କୋଟି; ମୁଁ ସେମାନଙ୍କ ସଂଖ୍ୟା ଶୁଣିଲି ।

ତତ୍ପରେ ମୁଁ ଆଉ ଜଣେ ପରାକ୍ରମୀ ଦୂତଙ୍କୁ ସ୍ୱର୍ଗରୁ ଅବତରଣ କରିବାର ଦେଖିଲି; ସେ ମେଘବେଷ୍ଟିତ, ତାହାଙ୍କ ମସ୍ତକ ଉପରେ ମେଘଧନୁ, ତାହାଙ୍କ ମୁଖ ସୂର୍ଯ୍ୟ ସଦୃଶ ଓ ପାଦ ଅଗ୍ନିସ୍ତମ୍ଭ ତୁଲ୍ୟ; ତାହାଙ୍କ ହସ୍ତରେ ଗୋଟିଏ ମୁକ୍ତ କ୍ଷୁଦ୍ର ପୁସ୍ତକ ଥିଲା। ସେ ଆପଣା ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ପୃଥିବୀ ଉପରେ ସ୍ଥାପନ କରି ସିଂହଗର୍ଜନତୁଲ୍ୟ ହୁଙ୍କାର ଶବ୍ଦରେ ଡାକ ପକାଇଲେ; ସେ ଡାକ ପକାନ୍ତେ ସପ୍ତ ମେଘଗର୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କଲେ । ସେହି ସପ୍ତ ମେଘଗର୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କରନ୍ତେ ମୁଁ ଲେଖିବାକୁ ଉଦ୍ୟତ ହେଲି; ସେତେବେଳେ ମୁଁ ମୋ ପ୍ରତି ଆକାଶରୁ ଏହି ଉକ୍ତ ବାଣୀ ଶୁଣିଲି, ସେହି ସପ୍ତ ମେଘଗର୍ଜ୍ଜନ ଯାହାସବୁ ବ୍ୟକ୍ତ କଲେ, ସେହି ସବୁ ଗୋପନ କରି ରଖ, ଲେଖ ନାହିଁ । ତତ୍ପରେ ଯେଉଁ ଦୂତଙ୍କୁ ମୁଁ ସମୁଦ୍ର ଓ ପୃଥିବୀ ଉପରେ ଠିଆ ହେବାର ଦେଖିଥିଲି, ସେ ଆପଣା ଦକ୍ଷିଣ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ, ଯେ ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଅଛନ୍ତି, ସେହି ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଆଉ ବିଳମ୍ବ ନାହିଁ; ମାତ୍ର ଈଶ୍ୱରଙ୍କ ଦ୍ୱାରା ଆପଣା ଦାସ ଭାବବାଦୀମାନଙ୍କ ପ୍ରତି ପ୍ରଚାର କରାଯାଇଥିବା ଶୁଭସମ୍ବାଦ ଅନୁସାରେ ସପ୍ତମ ଦୂତ ବାକ୍ୟ ଘୋଷଣା କରିବା ସମୟରେ, ଅର୍ଥାତ୍ ଯେତେବେଳେ ସେ ତୂରୀଧ୍ୱନୀ କରିବାକୁ ଉଦ୍ୟତ ହେବେ, ସେତେବେଳେ ଈଶ୍ୱରଙ୍କ ନିଗୂଢ଼ ସଂକଳ୍ପ ମଧ୍ୟ ସଫଳ ହେବ ।

ପୁଣି, ମୁଁ ଆକାଶରୁ ଯେଉଁ ବାଣୀ ଶୁଣିଥିଲି, ତାହା ପୁନର୍ବାର ମୋ ପ୍ରତି ବାକ୍ୟ ଉଚ୍ଚାରଣ କରି କହିଲେ, ଯାଅ, ସମୁଦ୍ର ଓ ପୃଥିବୀ ଉପରେ ଦଣ୍ଡାୟମାନ ଦୂତଙ୍କ ହସ୍ତରେ ଯେଉଁ ପୁସ୍ତକଟି ମୁକ୍ତ ହୋଇ ରହିଅଛି, ତାହା ଗ୍ରହଣ କର । ସେଥିରେ ମୁଁ ସେହି ଦୂତଙ୍କ ନିକଟକୁ ଯାଇ କ୍ଷୁଦ୍ର ପୁସ୍ତକଟି ମୋତେ ଦେବାକୁ ତାହାଙ୍କୁ କହିଲି। ସେ ମୋତେ କହିଲେ, ଏହା ନେଇ ଭୋଜନ କର; ଏହା ତୁମ୍ଭ ଉଦରକୁ ତିକ୍ତ କରିଦେବ, କିନ୍ତୁ ତୁମ୍ଭ ମୁଖକୁ ଏହା ମହୁ ପରି ମିଷ୍ଟ ଲାଗିବ । ସେଥିରେ ମୁଁ ଦୂତଙ୍କ ହସ୍ତରୁ ସେହି କ୍ଷୁଦ୍ର ପୁସ୍ତକଟି ନେଇ ତାହା ଭୋଜନ କଲି; ତାହା ମୋ ମୁଖକୁ ମହୁ ପରି ମିଠା ଲାଗିଲା, କିନ୍ତୁ ତାହା ଭକ୍ଷଣ କଲା ପରେ ମୋହର ଉଦର ତିକ୍ତ ହୋଇଗଲା । ତତ୍ପରେ ମୋତେ କୁହାଗଲା, ଅନେକ ଗୋଷ୍ଠୀ, ଜାତି, ଭାଷାବାଦୀ ଓ ରାଜାଙ୍କ ବିରୁଦ୍ଧରେ ତୁମ୍ଭକୁ ପୁନର୍ବାର ଭାବବାଣୀ କହିବାକୁ ହେବ ।

ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ । ସେଥିରେ ଈଶ୍ୱରଙ୍କ ସମ୍ମୁଖରେ ଆପଣା ଆପଣା ସିଂହାସନରେ ଉପବିଷ୍ଟ ଚବିଶ ପ୍ରାଚୀନ ଉବୁଡ଼ ହୋଇ ଈଶ୍ୱରଙ୍କୁ ପ୍ରଣାମ କରି କହିଲେ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ବର୍ତ୍ତମାନ ଓ ଅତୀତ ଯେ ତୁମ୍ଭେ, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ, କାରଣ ତୁମ୍ଭେ ଆପଣା ମହାଶକ୍ତି ଧାରଣ କରି ରାଜତ୍ୱ ଗ୍ରହଣ କରିଅଛ ।

ତତ୍ପରେ ସ୍ୱର୍ଗରେ ଯୁଦ୍ଧ ହେଲା, ମିଖାୟେଲ ଓ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ | ସେଥିରେ ସେହି ସର୍ପ ଓ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ, କିନ୍ତୁ ସେମାନେ ଜୟ କରି ପାରିଲେ ନାହିଁ, ପୁଣି, ସ୍ୱର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ ।

ସେମାନେ ସିହାଂସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି, ପୃଥିବୀରୁ କ୍ରୀତ ସେହି ୧୪୪,୦୦୦ (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ ।

ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚସ୍ୱରରେ କହିଲେ, ଈଶ୍ୱରଙ୍କୁ ଭୟ କର ଓ ତାହାଙ୍କୁ ଗୌରବ ଦିଅ, କାରଣ ତାହାଙ୍କ ବିଚାର ସମୟ ଉପସ୍ଥିତ, ପୁଣି, ଯେ ଆକାଶ, ପୃଥିବୀ, ସମୁଦ୍ର ଓ ନିର୍ଝରିଣୀ ସମୂହ ସୃଷ୍ଟି କରିଅଛନ୍ତି, ତାହାଙ୍କୁ ପ୍ରଣାମ କର । ତାହାଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ଦ୍ୱିତୀୟ ଦୂତ ଆସି କହିଲେ, ଯେଉଁ ମହାନଗରୀ ବାବିଲ୍ ସମସ୍ତ ଜାତିଙ୍କୁ ଆପଣା ବ୍ୟଭିଚାରର କାମରୂପ ସୁରା ପାନ କରାଇଅଛି, ସେ ପତିତ, ଅଧଃପତିତ ହୋଇଅଛି । ସେମାନଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ତୃତୀୟ ଦୂତ ଆସି ଉଚ୍ଚ ସ୍ଵରରେ କହିଲେ, ଯଦି କେହି ସେହି ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରେ ପୁଣି, ଆପଣା କପାଳରେ କି ହାତରେ ତାହାର ଚିହ୍ନ ଗ୍ରହଣ କରେ, ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ୱରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ ।

ସେଥିରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ସେହି ମେଘାଛନ୍ନ ବ୍ୟକ୍ତିଙ୍କି ଉଚ୍ଚସ୍ୱରରେ କହିଲେ, ଆପଣଙ୍କ ଦାଆ ଲଗାଇ ଶସ୍ୟ କାଟନ୍ତୁ, କାରଣ କାଟିବାର ସମୟ ଉପସ୍ଥିତ, ଆଉ ପୃଥିବୀର ଶସ୍ୟ ପାଚି ଯାଇଅଛି । ତହୁଁ ସେହି ମେଘାଛନ୍ନ ବ୍ୟକ୍ତି ପୃଥିବୀରେ ଆପଣା ଦାଆ ଲଗାନ୍ତେ ସେଥିର ଶସ୍ୟ କଟାଗଲା ।

ତତ୍ପରେ ସ୍ୱର୍ଗସ୍ଥ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ଆସିଲେ, ତାହାଙ୍କ ହସ୍ତରେ ମଧ୍ୟ ଗୋଟିଏ ତୀକ୍ଷ୍ଣ ଦାଆ ଥିଲା । ପୁଣି, ବେଦି ନିକଟରୁ ଆଉ ଜଣେ ଦୂତ ବାହାର ହେଲେ, ସେ ଅଗ୍ନି ଉପରେ କ୍ଷମତା ପ୍ରାପ୍ତ; ଯାହାଙ୍କ ହସ୍ତରେ ତୀକ୍ଷ୍ଣ ଦାଆ ଥିଲା, ତାହାଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ, ତୁମ୍ଭର ତୀକ୍ଷ୍ଣ ଦାଆ ଲଗାଅ ଓ ପୃଥିବୀର ଦ୍ରାକ୍ଷାପେଣ୍ଡାସବୁ ସଂଗ୍ରହ କର, କାରଣ ସେଥିର ଦ୍ରାକ୍ଷାଫଳସବୁ ପାଚି ଯାଇଅଛି । ତହିଁରେ ସେହି ଦୂତ ପୃଥିବୀରେ ଆପଣା ଦାଆ ଲଗାଇ ସେଥିର ଦ୍ରାକ୍ଷାଫଳସବୁ ସଂଗ୍ରହ କଲେ ଓ ଈଶ୍ୱରଙ୍କ କ୍ରୋଧରୂପ ମହା ଦ୍ରାକ୍ଷାକୁଣ୍ଡରେ ସେହି ସବୁ ନିକ୍ଷେପ କଲେ । ନଗରର ବାହାରେ ସେହି ଦ୍ରାକ୍ଷାକୁଣ୍ଡ ଦଳିତ ହେଲା, ଆଉ ସେଥିରୁ ରକ୍ତ ବାହାର ହୋଇ ଅଶ୍ୱମାନଙ୍କ ଲଗାମ ପର୍ଯ୍ୟନ୍ତ ଉଠି ଏକ ଶହ କୋଶ (୩୦୦ କି.ମି.) ପର୍ଯ୍ୟନ୍ତ ବ୍ୟାପ୍ତ ହେଲା ।

ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶ ମାନଙ୍କରେ ଈଶ୍ୱରଙ୍କ କ୍ରୋଧ ସମାପ୍ତ ।

ଆଉ ମନ୍ଦିରରୁ ସେହି ସପ୍ତକ୍ଲେଶଧାରୀ ସପ୍ତ ଦୂତ ବାହାରି ଆସିଲେ, ସେମାନେ ମଣିଖଚିତ ନିର୍ମଳ ଓ ଉଜ୍ଜ୍ୱଳ ମସିନା ବସ୍ତ୍ର ପରିହିତ ପୁଣି, ସେମାନଙ୍କ ବକ୍ଷସ୍ଥଳ ସୁବର୍ଣ୍ଣ ପଟୁକା ବଦ୍ଧ । ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଈଶ୍ୱରଙ୍କ କ୍ରୋଧରେ ପରିପୂର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ । ଆଉ ଈଶ୍ୱରଙ୍କ ଗୌରବ ଓ ଶକ୍ତିର ଧୂମରେ ମନ୍ଦିର ପରିପୂର୍ଣ୍ଣ ହେଲା, ସପ୍ତ ଦୂତଙ୍କ ସପ୍ତ କ୍ଲେଶ ସମାପ୍ତ ନ ହେବା ପର୍ଯ୍ୟନ୍ତ କେହି ମନ୍ଦିରରେ ପ୍ରବେଶ କରି ପାରିଲେ ନାହିଁ ।

ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚ ସ୍ୱର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଈଶ୍ୱରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ । ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ଓ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି ଯନ୍ତ୍ରଣାଦାୟକ କ୍ଷତ ହେଲା । ଦ୍ୱିତୀୟ ଦୂତ ଆପଣା ପାତ୍ର ସମୁଦ୍ର ଉପରେ ଢାଳିଲେ; ତହୁଁ ତାହା ମୃତ ଲୋକର ରକ୍ତ ପରି ହେଲା, ଆଉ ସମୁଦ୍ରରେ ଥିବା ସମସ୍ତ ଜୀବ ମଲେ । ତୃତୀୟ ଦୂତ ଆପଣା ପାତ୍ର ନଦୀ ଓ ନିର୍ଝରିଣୀଗୁଡ଼ିକ ଉପରେ ଢାଳିଲେ; ତହୁଁ ସେହି ସବୁ ରକ୍ତ ହୋଇଗଲା । ସେତେବେଳେ ମୁଁ ଜଳାଧିପତି ଦୂତଙ୍କୁ ଏହା କହିବାର ଶୁଣିଲି, ହେ ବର୍ତ୍ତମାନ ଓ ଅତୀତ, ପୁଣି, ପବିତ୍ର ଯେ ତୁମ୍ଭେ ନ୍ୟାୟକର୍ତ୍ତା ବୋଲି ଏହିପରି ବିଚାର କରିଅଛି; ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିରେ ଯୋଗ୍ୟ । ସେତେବେଳେ ମୁଁ ବେଦିରୁ ଏହା ଶୁଣିଲି, ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ । ଚତୁର୍ଥ ଦୂତ ଆପଣା ପାତ୍ର ସୂର୍ଯ୍ୟ ଉପରେ ଢାଳିଲେ; ତହୁଁ ତାହାକୁ ମନୁଷ୍ୟମାନଙ୍କୁ ଅଗ୍ନିରେ ଦଗ୍ଧ କରିବାକୁ ଶକ୍ତି ଦିଆଗଲା । ସେତେବେଳେ ମନୁଷ୍ୟମାନେ ମହା ତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ୱରଙ୍କର ଏହି ସମସ୍ତ କ୍ଲେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନପରିବର୍ତ୍ତନ କଲେ ନାହିଁ । ପଞ୍ଚମ ଦୂତ ଆପଣା ପାତ୍ର ସେହି ପଶୁର ସିଂହାସନ ଉପରେ ଢାଳିଲେ; ତହୁଁ ତାହାର ରାଜ୍ୟ ଅନ୍ଧକାରମୟ ହେଲା, ଆଉ ଲୋକମାନେ ବେଦନା ହେତୁ ଆପଣା ଆପଣା ଜିହ୍ୱା କାମୁଡ଼ିବାକୁ ଲାଗିଲେ; ପୁଣି, ସେମାନେ ଆପଣା ଆପଣା ବେଦନା ଓ କ୍ଷତ ସକାଶେ ସ୍ୱର୍ଗସ୍ଥ ଈଶ୍ୱରଙ୍କର ନିନ୍ଦା କଲେ ଆଉ ଆପଣା ଆପଣା କର୍ମରୁ ମନପରିବର୍ତ୍ତନ କଲେ ନାହିଁ । ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଅାଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା ।

ସପ୍ତମ ଦୂତ ଆପଣା ପାତ୍ର ଆକାଶରେ ଢାଳିଲେ; ତହୁଁ ମନ୍ଦିର ମଧ୍ୟରୁ ସିଂହାସନଠାରୁ ଏହି ଉଚ୍ଚ ସ୍ୱର ହେଲା, ସମାପ୍ତ ହେଲା ।

ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହା ବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ, ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାରରୂପ ସୁରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ଡ ତୁମ୍ଭକୁ ଦେଖାଇବି । ସେଥିରେ ସେ ମୋତେ ଆତ୍ମାରେ ପ୍ରାନ୍ତର ମଧ୍ୟକୁ ଘେନିଯାଆନ୍ତେ ମୁଁ ଜଣେ ସ୍ତ୍ରୀଲୋକକୁ ଗୋଟିଏ ଲୋହିତବର୍ଣ୍ଣ ପଶୁ ଉପରେ ବସିଥିବାର ଦେଖିଲି; ସେହି ପଶୁର ସର୍ବାଙ୍ଗ ଈଶ୍ୱରନିନ୍ଦାସୂଚକ ନାମରେ ପରିପୂର୍ଣ୍ଣ, ଆଉ ତାହାର ସପ୍ତ ମସ୍ତକ ଓ ଦଶ ଶିଙ୍ଗ ।

ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହାକ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା ।

ତତ୍ପରେ ଜଣେ ବଳବାନ ଦୂତ ଗୋଟିଏ ବୃହତ୍ ଚକିପଥର ପରି ଗୋଟିଏ ପଥର ସମୁଦ୍ରରେ ନିକ୍ଷେପ କରି କହିଲେ, ଏହିପରି ମହାବଳରେ ମହାନଗରୀ ବାବିଲ୍ ନିକ୍ଷିପ୍ତ ହେବ, ଆଉ କେବେ ହେଁ ତାହାର ଉଦ୍ଦେଶ୍ୟ ମିଳିବ ନାହିଁ ।

ସେଥିରେ ସେହି ଚବିଶ ପ୍ରାଚୀନ ଓ ଚାରି ପ୍ରାଣୀ ଉବୁଡ଼ ହୋଇ ସିଂହାସନ ଉପବିଷ୍ଟ ଈଶ୍ୱରଙ୍କୁ ପ୍ରଣାମ କରି କହିଲେ, ଆମେନ୍ ହାଲ୍ଲିଲୂୟା ।

ତତ୍ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଦଣ୍ଡାୟମାନ ହୋଇଥିବାର ଦେଖିଲି; ସେ ଆକାଶରେ ଉଡ଼ିବା ସମସ୍ତ ପକ୍ଷୀଙ୍କୁ ଉଚ୍ଚସ୍ୱରରେ ଡାକି କହିଲେ, ଆସ, ଈଶ୍ୱରଙ୍କ ମହାଭୋଜରେ ଏକତ୍ର ହୁଅ,

ପରେ ମୁଁ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳକୁଣ୍ଡର ଚାବି ଓ ଗୋଟିଏ ବୃହତ୍ ଶିକୁଳି ଥିଲା । ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ,

ତତ୍ପରେ ଯେଉଁ ସପ୍ତ ଦୂତ ଶେଷ ସପ୍ତ କ୍ଲେଶରେ ପରିପୂର୍ଣ୍ଣ ସପ୍ତ ପାତ୍ର ଧରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ମୁଁ ତୁମ୍ଭକୁ ସେହି କନ୍ୟା, ଅର୍ଥାତ୍ ମେଷଶାବକଙ୍କ ଭାର୍ଯ୍ୟାକୁ ଦେଖାଇବି । ସେଥିରେ ସେ ମୋତେ ଆତ୍ମାରେ ଗୋଟିଏ ବୃହତ୍ ଓ ଉଚ୍ଚ ପର୍ବତକୁ ଘେନିଯାଇ ପବିତ୍ର ନଗରୀ ଯିରୂଶାଲମକୁ ଦେଖାଇଲେ, ତାହା ସ୍ୱର୍ଗରୁ ଈଶ୍ୱରଙ୍କ ନିକଟରୁ ଅବତରଣ କରୁଥିଲା ଏବଂ ଈଶ୍ୱରଙ୍କ ଗୌରବ ବିଶିଷ୍ଟ ଥିଲା;

ପରେ ସେ ସେଥିର ପ୍ରାଚୀର ମାପନ୍ତେ ତାହା ମନୁଷ୍ୟର ପରିମାଣ ଅନୁସାରେ ଏକ ଶହ ଚୌରାଳିଶ ହାତ ହେଲା, ଦୂତ ହିଁ ଏହି ପରିମାଣ ଅନୁସାରେ ମାପୁଥିଲେ ।

ମୁଁ ଯୋହନ ସ୍ୱୟଂ ଏହି ସମସ୍ତ ଶ୍ରବଣ ଓ ଦର୍ଶନ କରିବା ପରେ, ଯେଉଁ ଦୂତ ମୋତେ ଏହି ସମସ୍ତ ଦର୍ଶନ କରାଇଲେ, ମୁଁ ତାହାଙ୍କ ପାଦ ତଳେ ପ୍ରଣାମ କରିବା ନିମନ୍ତେ ଉବୁଡ଼ ହେଲି । କିନ୍ତୁ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, କାରଣ ମୁଁ ତୁମ୍ଭର, ତୁମ୍ଭର ଭ୍ରାତୃବୃନ୍ଦ ଭାବବାଦୀମାନଙ୍କର ଓ ଏହି ପୁସ୍ତକର ବାକ୍ୟ ପାଳନକାରୀମାନଙ୍କର ସହଦାସ; ଈଶ୍ୱରଙ୍କୁ ପ୍ରଣାମ କର ।

ଆମ୍ଭେ ଯୀଶୁ, ମଣ୍ଡଳୀମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଏହି ସମସ୍ତ ସାକ୍ଷ୍ୟ ଦେବା ପାଇଁ ଆମ୍ଭର ଦୂତକୁ ପ୍ରେରଣ କରିଅଛୁ । ଆମ୍ଭେ ଦାଉଦଙ୍କ ମୂଳ ଓ ବଂଶଜ, ସେହି ଉଜ୍ଜ୍ୱଳ ପ୍ରଭାତୀ ତାରା ।

Odia - ଓଡ଼ିଆ - OR

ORIRV'17 - Odia Indian Revised Version Oriya - 2021

This Bible text is from Oriya Indian Revised Version IRV Odia 2021
https://open.bible/bibles/oriya-bridge-text-bible/
provided by: Bridge Connectivity Solutions Pvt Ltd, available by Creative Commons CC-BY-SA-4.0,
and this new compilation is shared as www.creativecommons.org/licenses/by-sa/4.0.
Languages are made available to you by www.ipedge.net