29 – ରାକ୍ଷସ

ଏଗୁଡ଼ିକ ହେଉଛି ସର୍ବଶକ୍ତିମାନ ପରମେଶ୍ୱରଙ୍କ ପବିତ୍ର ବାକ୍ୟ।
ମଣିଷର କଥାରେ ଆମର ଆଗ୍ରହ ନାହିଁ।
ଯିଏ ଭଗବାନଙ୍କୁ ଭଲ ପାଏ... ଭଗବାନ ଏହା ବିଷୟରେ କହନ୍ତି: ରାକ୍ଷସ.

ଶ୍ରେଷ୍ଠ 3ଟି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଦ୍ୟ

କାରଣ ଈଶ୍ୱର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନର୍କରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ୱରରେ ରଖିଅଛନ୍ତି

ଆତ୍ମା ସ୍ପଷ୍ଟରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ

ହେ ପ୍ରଭାତୀ ତାରା, ପ୍ରତ୍ୟୁଷର ପୁତ୍ର! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ! ପୁଣି, ତୁମ୍ଭେ ମନେ ମନେ କହିଥିଲ, ଆମ୍ଭେ ସ୍ୱର୍ଗାରୋହଣ କରିବା, ଆମ୍ଭେ ପରମେଶ୍ୱରଙ୍କ ନକ୍ଷତ୍ରଗଣର ଉର୍ଦ୍ଧ୍ୱରେ ଆପଣା ସିଂହାସନ ଉଚ୍ଚୀକୃତ କରିବା; ଆମ୍ଭେ ଉତ୍ତର ଦିଗର ପ୍ରାନ୍ତସ୍ଥିତ ସମାଗମ ପର୍ବତରେ ଉପବିଷ୍ଟ ହେବା; ଆମ୍ଭେ ମେଘମାଳର ଉଚ୍ଚସ୍ଥଳୀର ଉର୍ଦ୍ଧ୍ୱକୁ ଆରୋହଣ କରିବା; ଆମ୍ଭେ ସର୍ବୋପରିସ୍ଥଙ୍କର ତୁଲ୍ୟ ହେବା। ମାତ୍ର ତୁମ୍ଭେ ପାତାଳକୁ, ଗର୍ତ୍ତର ପ୍ରାନ୍ତ ସୀମାକୁ ଅବରୋହିତ ହେବ।

କ୍ରମରେ ପ୍ରତ୍ୟେକ ପଦ - 173 ବାଇବଲ ପଦ

ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି?” ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ; କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।” ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ; ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।” ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।

ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।” ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ। ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”

ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ; ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ। ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।” ସେହି ସମୟରେ ପୃଥିବୀରେ ମହା ବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।

ତହିଁରେ ସେମାନେ ଯେଉଁ ଛାଗ ଦେବତାମାନଙ୍କ ସହିତ ବ୍ୟଭିଚାର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।

ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ।

ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍‍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା।

ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତାନ୍ତ ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।”

ପୁଣି, ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷରେ ନିମନ୍ତ୍ରଣ କଲେ; ପୁଣି, ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ। ଆଉ ଇସ୍ରାଏଲ ଆପେ ବାଲ୍‍-ପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ୱଳିତ ହେଲା।

ସେଠାରେ ଆପଣା ପୁତ୍ରକୁ କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଲୋକ, ଅବା ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, କି ଗଣକ, କି ମାୟାବୀ, କି ମୋହକ, କି ଭୂତୁଡ଼ିଆ, କି ଗୁଣିଆ, କି ପ୍ରେତପରାମର୍ଶୀ ଲୋକ ତୁମ୍ଭ ମଧ୍ୟରେ ଦେଖାଯିବ ନାହିଁ।

ଯେଉଁମାନେ ଭୂତ, ପରମେଶ୍ୱର ନୁହନ୍ତି, ଯେଉଁ ଦେବତାମାନଙ୍କୁ ସେମାନେ ଜାଣିଲେ ନାହିଁ, ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁମାନଙ୍କୁ ଡରିଲେ ନାହିଁ, ଏପରି ସଦ୍ୟ ଉତ୍ପନ୍ନ ନୂତନ ଦେବତାମାନଙ୍କ ଉଦ୍ଦେଶ୍ୟରେ ସେମାନେ ବଳିଦାନ କଲେ।

ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍‍ ଦେବତାଗଣର ସେବା କଲେ।

ଏଥି ମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଏବନ୍‍-ଏଜରରୁ ଅସ୍‍ଦୋଦକୁ ଯାଇଥିଲେ। ତହିଁ ଉତ୍ତାରୁ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଦାଗୋନ୍‍ ମନ୍ଦିରକୁ ଆଣି ଦାଗୋନ୍‍ ଦେବତା ନିକଟରେ ରଖିଲେ। ତହିଁ ପରଦିନ ଅସ୍‍ଦୋଦୀୟମାନେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍‍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି। ତେଣୁ ସେମାନେ ଦାଗୋନ୍‍କୁ ପୁନର୍ବାର ଉଠାଇ ତାହା ସ୍ଥାନରେ ରଖିଲେ। ପୁଣି, ସେମାନେ ତହିଁ ଆରଦିନ ପ୍ରଭାତରେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍‍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି; ପୁଣି, ଦାଗୋନ୍‍ର ମୁଣ୍ଡ ଓ ହାତର ଦୁଇ ପାପୁଲି କଟା ହୋଇ ଦ୍ୱାରବନ୍ଧ ଉପରେ ପଡ଼ିଅଛି; କେବଳ ତାହାର ମତ୍ସ୍ୟାକାର ବାକି ରହିଅଛି। ଏହେତୁ ଦାଗୋନ୍‍ର ଯାଜକମାନେ ଅବା ଯେଉଁମାନେ ଦାଗୋନ୍‍ ମନ୍ଦିରକୁ ଆସନ୍ତି, ସେମାନଙ୍କ ମଧ୍ୟରୁ କେହି ଆଜି ପର୍ଯ୍ୟନ୍ତ ଅସ୍‍ଦୋଦସ୍ଥିତ ଦାଗୋନ୍‍ର ଦ୍ୱାରବନ୍ଧ ମାଡ଼ନ୍ତି ନାହିଁ। ମାତ୍ର ଅସ୍‍ଦୋଦୀୟ ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ ହସ୍ତ ଭାରୀ ହେଲା ଓ ସେ ଅସ୍‍ଦୋଦକୁ ଓ ତହିଁ ସୀମାସ୍ଥିତ ଲୋକମାନଙ୍କୁ ଅର୍ଶ ରୋଗରେ ଆଘାତ କରି ସଂହାର କଲେ। ତହୁଁ ଅସ୍‍ଦୋଦୀୟ ଲୋକମାନେ ତାହା ଦେଖି କହିଲେ, ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟରେ ରହିବ ନାହିଁ, କାରଣ ଆମ୍ଭମାନଙ୍କ ଉପରେ ଓ ଆମ୍ଭମାନଙ୍କ ଦେବତା ଦାଗୋନ୍‍ ଉପରେ ତାହାଙ୍କର ହସ୍ତ ନିଷ୍ଠୁର ହୋଇଅଛି।

ମାତ୍ର ସଦାପ୍ରଭୁଙ୍କ ଆତ୍ମା ଶାଉଲଙ୍କଠାରୁ ପ୍ରସ୍ଥାନ କଲେ; ପୁଣି, ସଦାପ୍ରଭୁଙ୍କଠାରୁ ଏକ ମନ୍ଦ-ଆତ୍ମା ତାଙ୍କୁ ବିରକ୍ତ କରିବାକୁ ଲାଗିଲା। ଏଉତ୍ତାରେ ଶାଉଲଙ୍କର ଦାସମାନେ ତାଙ୍କୁ କହିଲେ, ଦେଖନ୍ତୁ, ପରମେଶ୍ୱରଙ୍କଠାରୁ ଏକ ମନ୍ଦ-ଆତ୍ମା ଆପଣଙ୍କୁ ବିରକ୍ତ କରୁଅଛି। ଏଣୁ ଜଣେ ନିପୁଣ ବୀଣାବାଦକ ଅନ୍ୱେଷଣ କରିବା ପାଇଁ ଆମ୍ଭମାନଙ୍କ ପ୍ରଭୁ ଆପଣା ସମ୍ମୁଖସ୍ଥ ଦାସମାନଙ୍କୁ ଆଜ୍ଞା କରନ୍ତୁ; ତହିଁରେ ପରମେଶ୍ୱରଙ୍କଠାରୁ ସେହି ମନ୍ଦ-ଆତ୍ମା ଆପଣଙ୍କ ଉପରେ ଥିବା ବେଳେ, ସେ ଲୋକ ଆପଣା ହାତରେ ବଜାଇଲେ ଆପଣ ଭଲ ହୋଇଯିବେ।

ଏଣୁ ପରମେଶ୍ୱରଙ୍କଠାରୁ ସେହି ମନ୍ଦ-ଆତ୍ମା ଯେତେବେଳେ ଶାଉଲଙ୍କ ଉପରେ ଥାଏ, ସେତେବେଳେ ଦାଉଦ ବୀଣା ନେଇ ଆପଣା ହାତରେ ବଜାନ୍ତି; ତହିଁରେ ଶାଉଲ ଆଶ୍ୱାସ ପାଆନ୍ତି ଓ ଭଲ ହୁଅନ୍ତି, ପୁଣି, ମନ୍ଦ-ଆତ୍ମା ତାଙ୍କୁ ଛାଡ଼ିଯାଏ।

ପରଦିନ ପରମେଶ୍ୱରଙ୍କଠାରୁ ମନ୍ଦ-ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ସେ ଗୃହ ମଧ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ପୁଣି, ଦାଉଦ ପ୍ରତିଦିନ ପରି ହସ୍ତରେ ବାଦ୍ୟ ବଜାଇଲେ; ସେସମୟରେ ଶାଉଲଙ୍କ ହସ୍ତରେ ବର୍ଚ୍ଛା ଥିଲା।

ଏଉତ୍ତାରେ ଶାଉଲ ଆପଣା ହାତରେ ବର୍ଚ୍ଛା ଧରି ଗୃହରେ ବସିଥିବା ବେଳେ ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କ ଉପରକୁ ଆସିଲା; ସେସମୟରେ ଦାଉଦ ଆପଣା ହସ୍ତରେ ବାଦ୍ୟ ବଜାଉଥିଲେ,

ମାତ୍ର ଶଲୋମନ ସୀଦୋନୀୟମାନଙ୍କ ଦେବୀ ଅଷ୍ଟାରୋତ୍‍ର ଓ ଅମ୍ମୋନୀୟମାନଙ୍କ ମିଲ୍‍କମ୍‍ ନାମକ ଘୃଣାଯୋଗ୍ୟ ଦେବତାର ପଶ୍ଚାତ୍‍ଗାମୀ ହେଲେ। ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ଶଲୋମନ କଲେ ଓ ଆପଣା ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାତ୍‍ଗାମୀ ନୋହିଲେ। ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ ସନ୍ତାନଗଣର ମୋଲକ୍‍ ନାମକ ଘୃଣାଯୋଗ୍ୟ ଦେବତା ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।

ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।” ତହିଁରେ ସଦାପ୍ରଭୁ କହିଲେ, “ଆହାବ ଯେପରି ରାମୋତ୍‍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସଲାଇବ?” ତହିଁରେ ଜଣେ ଏପ୍ରକାର, ଅନ୍ୟ ଜଣେ ସେପ୍ରକାର କହିଲେ। ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, “ମୁଁ ତାହାକୁ ଫୁସଲାଇବି।” ତହୁଁ ସଦାପ୍ରଭୁ ତାହାକୁ କହିଲେ, “କାହିଁରେ?” ସେ କହିଲା, “ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି।” ତେବେ ସେ କହିଲେ, “ତୁମ୍ଭେ ତାହାକୁ ଫୁସଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର। ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”

ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍‍, ଦୁଇ ଗୋବତ୍ସ ଓ ଆଶେରାମୂର୍ତ୍ତି ନିର୍ମାଣ କଲେ, ଆଉ ଆକାଶସ୍ଥ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍‍ର ସେବା କଲେ। ପୁଣି ସେମାନେ ଆପଣାମାନଙ୍କ ପୁତ୍ରକନ୍ୟାଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ, ପୁଣି ମନ୍ତ୍ର ଓ ଗଣକତା ବ୍ୟବହାର କଲେ, ଆଉ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ଆପଣାମାନଙ୍କୁ ବିକ୍ରୟ କଲେ।

ଆହୁରି ଯୋଶୀୟ ଯେପରି ସଦାପ୍ରଭୁଙ୍କ ଗୃହରେ ହିଲ୍‍କୀୟ ଯାଜକର ପ୍ରାପ୍ତ ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ ବାକ୍ୟ ସଫଳ କରି ପାରିବେ, ଏଥିପାଇଁ ଯିହୁଦା ଦେଶରେ ଓ ଯିରୂଶାଲମରେ ଯେସବୁ ଭୂତୁଡ଼ିଆ, ଗୁଣିଆ, ଠାକୁର, ପୁତ୍ତଳି ଓ ଘୃଣାଯୋଗ୍ୟ ବସ୍ତୁ ଦେଖାଗଲା, ସେ ତାହାସବୁ ଦୂର କଲେ।

ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ଅବିଶ୍ବସ୍ତତା ସକାଶୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।

ଏଥିଉତ୍ତାରେ ଶୟତାନ ଇସ୍ରାଏଲ ପ୍ରତିକୂଳରେ ଠିଆ ହୋଇ ଇସ୍ରାଏଲକୁ ଗଣନା କରିବା ପାଇଁ ଦାଉଦଙ୍କୁ ପ୍ରବର୍ତ୍ତାଇଲା।

ପୁଣି, ସେ ଉଚ୍ଚସ୍ଥଳୀସକଳର ଓ ଛାଗ ଦେବତାମାନଙ୍କର ଓ ସ୍ୱର୍ଣ୍ଣନିର୍ମିତ ଗୋବତ୍ସସକଳର ନିମନ୍ତେ ଆପଣାର ଯାଜକ ନିଯୁକ୍ତ କଲେ।

ମଧ୍ୟ ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଆପଣା ସନ୍ତାନସନ୍ତତିମାନଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ; ଆଉ, ସେ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ ଓ ମାୟାକର୍ମ କଲେ, ପୁଣି ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ବ୍ୟବହାର କଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।

ଦିନକରେ ପରମେଶ୍ୱରଙ୍କ ଦୂତଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲା। ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଲ? ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି। ତହୁଁ ସଦାପ୍ରଭୁ ଶୟତାନକୁ ପଚାରିଲେ, ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ? ତେବେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ଆୟୁବ କ’ଣ ଅକାରଣରେ ପରମେଶ୍ୱରଙ୍କୁ ଭୟ କରୁଅଛି? ତୁମ୍ଭେ କ’ଣ ତାହାର ଚତୁର୍ଦ୍ଦିଗରେ, ପୁଣି ତାହାର ଗୃହର ଓ ତାହାର ସର୍ବସ୍ୱର ଚତୁର୍ଦ୍ଦିଗରେ ବାଡ଼ ଦେଇ ନାହଁ? ତୁମ୍ଭେ ତାହାର ହସ୍ତକୃତ କାର୍ଯ୍ୟରେ ଆଶୀର୍ବାଦ ଦେଇଅଛ ଓ ଦେଶରେ ତାହାର ସମ୍ପତ୍ତି ବୃଦ୍ଧି ପାଇଅଛି। ମାତ୍ର ଏବେ ଆପଣା ହସ୍ତ ବିସ୍ତାର କରି ତାହାର ସର୍ବସ୍ୱ ସ୍ପର୍ଶ କର, ତହିଁରେ ସେ ତୁମ୍ଭକୁ ତୁମ୍ଭ ମୁଖ ଆଗରେ ପରିତ୍ୟାଗ କରିବ। ତହୁଁ ସଦାପ୍ରଭୁ ଶୟତାନକୁ କହିଲେ, “ଦେଖ, ତାହାର ସର୍ବସ୍ୱରେ ତୁମ୍ଭର କ୍ଷମତା ଅଛି; କେବଳ ତାହାରି ଉପରେ ତୁମ୍ଭେ ହସ୍ତ ନ ଦିଅ।” ତହିଁରେ ଶୟତାନ ସଦାପ୍ରଭୁଙ୍କ ସାକ୍ଷାତରୁ ବାହାରି ଗଲା।

ପୁନର୍ବାର ଦିନକରେ ପରମେଶ୍ୱରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆସିଲା। ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।” ତହୁଁ ସଦାପ୍ରଭୁ ଶୟତାନଙ୍କୁ ପଚାରିଲେ, “ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ; ପୁଣି, ଅକାରଣରେ ତାହାକୁ ନାଶ କରିବା ପାଇଁ ତୁମ୍ଭେ ତାହା ବିରୁଦ୍ଧରେ ଆମ୍ଭକୁ ପ୍ରବର୍ତ୍ତାଇଲେ ହେଁ ସେ ଏ ପର୍ଯ୍ୟନ୍ତ ଆପଣା ସରଳତା ଦୃଢ଼ କରି ଧରିଅଛି।” ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ଚର୍ମ ନିମନ୍ତେ ଚର୍ମ, ଆପଣା ପ୍ରାଣ ନିମନ୍ତେ ମନୁଷ୍ୟ ସର୍ବସ୍ୱ ଦେବ।” ମାତ୍ର ତୁମ୍ଭେ ଏବେ ହସ୍ତ ବଢ଼ାଇ ତାହାର ଅସ୍ଥି ଓ ମାଂସକୁ ଆଘାତ କର, ତହିଁରେ ସେ ତୁମ୍ଭ ମୁଖ ଆଗରେ ତୁମ୍ଭକୁ ପରିତ୍ୟାଗ କରିବ। ତହିଁରେ ସଦାପ୍ରଭୁ ଶୟତାନଙ୍କୁ କହିଲେ, “ଦେଖ, ସେ ତୁମ୍ଭର ହସ୍ତଗତ, କେବଳ ତାହାର ପ୍ରାଣ ରକ୍ଷା କର।” ଏଉତ୍ତାରେ ଶୟତାନ ସଦାପ୍ରଭୁଙ୍କ ଛାମୁରୁ ବାହାରି ଯାଇ ଆୟୁବର ତଳିପାରୁ ମସ୍ତକ ପର୍ଯ୍ୟନ୍ତ ଯନ୍ତ୍ରଣାଦାୟକ ଘାଆରେ ତାହାକୁ ଆଘାତ କଲା।

ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ ବଳିଦାନ କଲେ। ପୁଣି, ସେମାନେ କିଣାନ ଦେଶର ଦେବତାଗଣ ଉଦ୍ଦେଶ୍ୟରେ ବଳିଦାନ କରି ନିର୍ଦ୍ଦୋଷ ରକ୍ତ, ଅର୍ଥାତ୍‍, ଆପଣା ଆପଣା ପୁତ୍ରକନ୍ୟାଗଣର ରକ୍ତପାତ କଲେ; ତହିଁରେ ଦେଶ ରକ୍ତରେ ଅଶୁଚି ହେଲା।

ତୁମ୍ଭ ଆଗମନ ସମୟରେ ତୁମ୍ଭ ସଙ୍ଗେ ସାକ୍ଷାତ କରିବା ପାଇଁ ଅଧଃସ୍ଥ ପାତାଳ ଚାଳିତ ହୁଏ; ତାହା ତୁମ୍ଭ ନିମନ୍ତେ ମୃତମାନଙ୍କୁ, ପୃଥିବୀର ପ୍ରଧାନମାନଙ୍କୁ ହିଁ ଜଗାଏ; ତାହା ଗୋଷ୍ଠୀବର୍ଗର ରାଜାସକଳକୁ ସେମାନଙ୍କ ସିଂହାସନରୁ ଉଠାଇଅଛି। ସେମାନେ ସମସ୍ତେ ଉତ୍ତର ଦେଇ ତୁମ୍ଭକୁ କହିବେ, ତୁମ୍ଭେ ମଧ୍ୟ କ’ଣ ଆମ୍ଭମାନଙ୍କ ପରି କ୍ଷୀଣବଳ ହେଲ? ତୁମ୍ଭେ କ’ଣ ଆମ୍ଭମାନଙ୍କର ସମାନ ହେଲ? ତୁମ୍ଭର ଐଶ୍ୱର୍ଯ୍ୟ ଓ ତୁମ୍ଭ ନେବଲ ଯନ୍ତ୍ରର ସ୍ୱର ପାତାଳ ପର୍ଯ୍ୟନ୍ତ ଅବରୋହିତ ହୋଇଅଛି; କୀଟ ତୁମ୍ଭ ତଳେ ପ୍ରସାରିତ (ବିଛଣା) ଓ କୃମି ତୁମ୍ଭର ଆଚ୍ଛାଦନ ହୋଇଅଛି।

ହେ ପ୍ରଭାତୀ ତାରା, ପ୍ରତ୍ୟୁଷର ପୁତ୍ର! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ! ପୁଣି, ତୁମ୍ଭେ ମନେ ମନେ କହିଥିଲ, ଆମ୍ଭେ ସ୍ୱର୍ଗାରୋହଣ କରିବା, ଆମ୍ଭେ ପରମେଶ୍ୱରଙ୍କ ନକ୍ଷତ୍ରଗଣର ଉର୍ଦ୍ଧ୍ୱରେ ଆପଣା ସିଂହାସନ ଉଚ୍ଚୀକୃତ କରିବା; ଆମ୍ଭେ ଉତ୍ତର ଦିଗର ପ୍ରାନ୍ତସ୍ଥିତ ସମାଗମ ପର୍ବତରେ ଉପବିଷ୍ଟ ହେବା; ଆମ୍ଭେ ମେଘମାଳର ଉଚ୍ଚସ୍ଥଳୀର ଉର୍ଦ୍ଧ୍ୱକୁ ଆରୋହଣ କରିବା; ଆମ୍ଭେ ସର୍ବୋପରିସ୍ଥଙ୍କର ତୁଲ୍ୟ ହେବା। ମାତ୍ର ତୁମ୍ଭେ ପାତାଳକୁ, ଗର୍ତ୍ତର ପ୍ରାନ୍ତ ସୀମାକୁ ଅବରୋହିତ ହେବ।

ଯେଉଁମାନେ ତୁମ୍ଭକୁ ଦେଖନ୍ତି, ସେମାନେ ସୂକ୍ଷ୍ମ ରୂପେ ନିରୀକ୍ଷଣ କରି ତୁମ୍ଭ ବିଷୟ ବିବେଚନା କରି କହିବେ, ଯେ ପୃଥିବୀକୁ କମ୍ପାନ୍ୱିତ କଲା, ଯେ ରାଜ୍ୟସମୂହକୁ ଥରହର କରାଇଲା; ଯେ ଜଗତକୁ ଅରଣ୍ୟ ତୁଲ୍ୟ କଲା ଓ ତହିଁର ନଗରସମୂହକୁ ଉତ୍ପାଟନ କଲା; ଯେ ଆପଣା ବନ୍ଦୀଗଣକୁ ସେମାନଙ୍କ ଗୃହକୁ ଯିବାକୁ ଛାଡ଼ିଲା ନାହିଁ, ସେ କି ଏହି ପୁରୁଷ?

ହେ ପଲେଷ୍ଟୀୟେ, ଯେଉଁ ଦଣ୍ଡ ତୁମ୍ଭକୁ ପ୍ରହାର କଲା, ତାହା ଭଗ୍ନ ହୋଇଅଛି ବୋଲି ତୁମ୍ଭେ ସମସ୍ତେ ଆନନ୍ଦ କର ନାହିଁ; କାରଣ ସର୍ପର ମୂଳରୁ କାଳସର୍ପ ଉତ୍ପନ୍ନ ହେବ ଓ ଅଗ୍ନିମୟ ଉଡ଼ନ୍ତା ସର୍ପ ତାହାର ଫଳ ହେବ।

ସେହି ଦିନ ସଦାପ୍ରଭୁ ଆପଣାର ନିର୍ଦ୍ଧୟ, ବୃହତ ଓ ଶକ୍ତିଶାଳୀ ଖଡ୍ଗ ଦ୍ୱାରା ଦ୍ରୁତଗାମୀ ସର୍ପ ଲିବିୟାଥନକୁ ଓ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ।

ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତ ବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍‍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍‍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।

“ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ‘ବାବିଲ ହସ୍ତଗତ ହେଲା, ବେଲ୍ ଲଜ୍ଜିତ ହେଲା, ମରୋଦକ୍‍ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।’

“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ରାଜା ବିଷୟରେ ବିଳାପ କର ଓ ତାହାକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି। ତୁମ୍ଭେ ଜ୍ଞାନରେ ପୂର୍ଣ୍ଣ ଓ ସୌନ୍ଦର୍ଯ୍ୟରେ ସିଦ୍ଧ, ଉଭୟର ମୁଦ୍ରାଙ୍କ କରୁଅଛ। ତୁମ୍ଭେ ପରମେଶ୍ୱରଙ୍କ ଉଦ୍ୟାନ ଏଦନରେ ଥିଲ; ଚୁଣୀ, ପୀତମଣି ଓ ହୀରକ, ବୈଦୁର୍ଯ୍ୟମଣି, ଗୋମେଦକ ଓ ସୂର୍ଯ୍ୟକାନ୍ତ, ନୀଳକାନ୍ତ, ପଦ୍ମରାଗ ଓ ମରକତ ଆଦି ଯାବତୀୟ ବହୁମୂଲ୍ୟ ପ୍ରସ୍ତର ଓ ସୁବର୍ଣ୍ଣ ତୁମ୍ଭର ଆଚ୍ଛାଦନ ଥିଲା; ତୁମ୍ଭର ତବଲ ଓ ବଂଶୀର ଶିଳ୍ପକାର୍ଯ୍ୟ ତୁମ୍ଭ ମଧ୍ୟରେ ଥିଲା; ତୁମ୍ଭେ ସୃଷ୍ଟ ହେବା ଦିନ ସେହି ସବୁ ପ୍ରସ୍ତୁତ ହୋଇଥିଲା। ତୁମ୍ଭେ ଆଚ୍ଛାଦନକାରୀ ଅଭିଷିକ୍ତ କିରୂବ ଥିଲ; ପୁଣି, ଆମ୍ଭେ ତୁମ୍ଭକୁ ସ୍ଥାପନ କଲୁ, ତହିଁରେ ତୁମ୍ଭେ ପରମେଶ୍ୱରଙ୍କ ପବିତ୍ର ପର୍ବତ ଉପରେ ଥିଲ; ତୁମ୍ଭେ ଅଗ୍ନିମୟ ପ୍ରସ୍ତରସକଳର ମଧ୍ୟରେ ଗମନାଗମନ କଲ। ତୁମ୍ଭ ମଧ୍ୟରେ ଅଧର୍ମ ଦେଖାଯିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ସୃଷ୍ଟି ଦିନଠାରୁ ଆପଣା ଆଚରଣରେ ସିଦ୍ଧ ଥିଲ।

ତୁମ୍ଭ ବାଣିଜ୍ୟର ବାହୁଲ୍ୟରେ ସେମାନେ ତୁମ୍ଭ ଆଭ୍ୟନ୍ତର ଦୌରାତ୍ମ୍ୟରେ ପରିପୂର୍ଣ୍ଣ କଲେ, ଆଉ ତୁମ୍ଭେ ପାପ କରିଅଛ; ଏଥିପାଇଁ ଆମ୍ଭେ ଅଶୁଚି ବସ୍ତୁ ତୁଲ୍ୟ ତୁମ୍ଭକୁ ପରମେଶ୍ୱରଙ୍କ ପର୍ବତରୁ ପକାଇ ଦେଇଅଛୁ; ଆଉ ହେ ଆଚ୍ଛାଦନକାରୀ କିରୂବ, ଅଗ୍ନିମୟ ପ୍ରସ୍ତରସକଳର ମଧ୍ୟରୁ ଆମ୍ଭେ ତୁମ୍ଭକୁ ବିନାଶ କରିଅଛୁ। ତୁମ୍ଭର ସୌନ୍ଦର୍ଯ୍ୟ ସକାଶୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି, ତୁମ୍ଭେ ଆପଣାର ଶୋଭା ସକାଶୁ ନିଜ ଜ୍ଞାନ ଭ୍ରଷ୍ଟ କରିଅଛ; ଆମ୍ଭେ ତୁମ୍ଭକୁ ଭୂମିରେ ନିକ୍ଷେପ କରିଅଛୁ, ରାଜାମାନେ ଯେପରି ତୁମ୍ଭକୁ ଦେଖିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସମ୍ମୁଖରେ ତୁମ୍ଭକୁ ରଖିଅଛୁ। ତୁମ୍ଭେ ଆପଣାର ଅଧର୍ମର ବାହୁଲ୍ୟରେ, ନିଜ ବାଣିଜ୍ୟ ବିଷୟକ ଅନ୍ୟାୟ ଦ୍ୱାରା ଆପଣାର ପବିତ୍ର ସ୍ଥାନସକଳ ଅପବିତ୍ର କରିଅଛ; ଏଥିପାଇଁ ଆମ୍ଭେ ତୁମ୍ଭ ମଧ୍ୟରୁ ଅଗ୍ନି ବାହାର କରି ଆଣିଅଛୁ, ତାହା ତୁମ୍ଭକୁ ଗ୍ରାସ କରିଅଛି, ପୁଣି, ଆମ୍ଭେ ତୁମ୍ଭକୁ ଦର୍ଶନକାରୀ ସକଳର ସାକ୍ଷାତରେ ଭୂମିରେ ଭସ୍ମ କରିଅଛୁ। ଗୋଷ୍ଠୀଗଣ ମଧ୍ୟରେ ଯେଉଁମାନେ ତୁମ୍ଭକୁ ଜାଣନ୍ତି, ସେମାନେ ସମସ୍ତେ ତୁମ୍ଭ ବିଷୟରେ ବିସ୍ମୟାପନ୍ନ ହେବେ; ତୁମ୍ଭେ ଭୟଙ୍କର ହୋଇଅଛ ଓ ତୁମ୍ଭେ ଆଉ କେବେ ନ ଥିବ।”

ଏଥିରେ ସେ ମୋତେ କହିଲେ, ହେ ଦାନିୟେଲ, ଭୟ କର ନାହିଁ; କାରଣ ତୁମ୍ଭେ ଯେଉଁ ପ୍ରଥମ ଦିନରୁ ବୁଝିବା ପାଇଁ ଓ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାକୁ ନମ୍ର କରିବା ପାଇଁ ଆପଣା ମନୋନିବେଶ କଲ, ସେହି ଦିନଠାରୁ ତୁମ୍ଭର ବାକ୍ୟ ଶୁଣାଗଲା; ଆଉ, ତୁମ୍ଭର ବାକ୍ୟ ସକାଶୁ ଆମ୍ଭେ ଆସିଅଛୁ। ମାତ୍ର ପାରସ୍ୟ ରାଜ୍ୟର ଅଧିପତି ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭର ପ୍ରତିବାଧା କଲା; ମାତ୍ର ଦେଖ, ପ୍ରଧାନ ଅଧିପତିମାନଙ୍କର ମଧ୍ୟରୁ ମୀଖାୟେଲ ନାମରେ ଜଣେ ଆମ୍ଭର ସାହାଯ୍ୟ କରିବାକୁ ଆସିଲେ; ଆଉ, ଆମ୍ଭେ ସେହି ସ୍ଥାନରେ ପାରସ୍ୟର ରାଜାଗଣର ସଙ୍ଗରେ ରହିଲୁ।

ତହିଁରେ ସେ କହିଲେ, “ଆମ୍ଭେ କି ନିମନ୍ତେ ତୁମ୍ଭ ନିକଟକୁ ଆସିଅଛୁ, ତାହା କି ତୁମ୍ଭେ ଜାଣ? ଏବେ ଆମ୍ଭେ ପାରସ୍ୟର ଅଧିପତି ସଙ୍ଗେ ଯୁଦ୍ଧ କରିବା ପାଇଁ ଫେରିଯିବା; ଆଉ, ଆମ୍ଭେ ବାହାରିଲେ, ଦେଖ, ଗ୍ରୀସ୍‍ର ଅଧିପତି ଆସିବ। ମାତ୍ର ସତ୍ୟଗ୍ରନ୍ଥରେ ଯାହା ଲିଖିତ ଅଛି, ତାହା ଆମ୍ଭେ ତୁମ୍ଭଙ୍କୁ ଜଣାଇବୁ; ଏମାନଙ୍କ ବିରୁଦ୍ଧରେ ଆମ୍ଭର ସାହାଯ୍ୟ କରିବା ପାଇଁ ତୁମ୍ଭମାନଙ୍କର ଅଧିପତି ମୀଖାୟେଲ ବିନୁ ଆଉ କେହି ନାହାନ୍ତି।”

ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟ ମହାଯାଜକ ଦୂତ ସମ୍ମୁଖରେ ଠିଆ ହୋଇଥିବା, ଓ ତାଙ୍କୁ ନିନ୍ଦା କରିବା ପାଇଁ ତାଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବାର ଶୟତାନକୁ ସେ ମୋତେ ଦେଖାଇଲେ। ପୁଣି, ସଦାପ୍ରଭୁ ଶୟତାନକୁ କହିଲେ, “ହେ ଶୟତାନ, ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ହଁ, ଯେ ଯିରୂଶାଲମକୁ ମନୋନୀତ କରିଅଛନ୍ତି, ସେ ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ଏ କି ଅଗ୍ନିରୁ କଢ଼ା ଖଣ୍ଡେ ପୋଡ଼ା କାଠଖଣ୍ଡ ନୁହେଁ?”

ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରା ଯିବେ ନାହିଁ; ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରିବା।

ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ, ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ । ଆଉ ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, "ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ଏହି ପଥରଗୁଡିକୁ ରୁଟି ହେବା ପାଇଁ ଆଜ୍ଞା ଦିଅ ।" କିନ୍ତୁ ଯୀଶୁ ଉତ୍ତର ଦେଲେ, "ଲେଖା ଅଛି, 'ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ୱରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ ।'" ତହିଁ ଉତ୍ତାରେ ଶୟତାନ ଯୀଶୁଙ୍କୁ ପୁଣ୍ୟ ନଗରୀକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଲେଖା ଅଛି, ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ, ଆଉ କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ । ଯୀଶୁ ତାହାଙ୍କୁ କହିଲେ, ଆହୁରି ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ । ପୁଣି, ଥରେ ଶୟତାନ ଯୀଶୁଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ନେଇଯାଇ ଜଗତର ସମସ୍ତ ରାଜ୍ୟ ଓ ସେ ସବୁର ଏୗଶ୍ୱର୍ଯ୍ୟ ଦେଖାଇ କହିଲା, ତୁମ୍ଭେ ଯେବେ ଆମ୍ଭକୁ ଭୂମିଷ୍ଠ ପ୍ରଣାମ କରିବ, ତେବେ ଆମ୍ଭେ ଏହି ସମସ୍ତ ତୁମ୍ଭକୁ ଦେବା । ତହିଁରେ ଯୀଶୁ ତାହାକୁ କହିଲେ, ଦୂର ହ, ଶୟତାନ, କାରଣ ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ । ଏଥିରେ ଶୟତାନ ତାହାଙ୍କୁ ଛାଡ଼ି ଚାଲିଗଲା, ଆଉ ଦେଖ, ଦୂତମାନେ ଆସି ତାହାଙ୍କର ସେବା କରିବାକୁ ଲାଗିଲେ ।

ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ ।

ମୋତେ ପ୍ରଭୁ, ପ୍ରଭୁ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ । ସେ ଦିନ ଅନେକେ ମୋତେ କହିବେ, ହେ ପ୍ରଭୁ, ହେ ପ୍ରଭୁ, ଆମ୍ଭେମାନେ କି ତୁମ୍ଭ ନାମରେ ଭାବବାଣୀ କହିଲୁ ନାହିଁ? ପୁଣି, ତୁମ୍ଭ ନାମରେ କି ଭୂତମାନଙ୍କୁ ଛଡ଼ାଇଲୁ ନାହିଁ? ଆଉ ତୁମ୍ଭ ନାମରେ କି ଅନେକ ଆଶ୍ଚର୍ଯ୍ୟର କାର୍ଯ୍ୟ କଲୁ ନାହିଁ? ସେତେବେଳେ ମୁଁ ସେମାନଙ୍କୁ ସ୍ପଷ୍ଟରୂପେ କହିବି, ମୁଁ ତୁମ୍ଭମାନଙ୍କୁ କେବେ ହେଁ ଜାଣି ନାହିଁ । ହେ ଅଧର୍ମାଚାରୀମାନେ ମୋ ପାଖରୁ ଦୂର ହୁଅ ।

ସନ୍ଧ୍ୟା ହୁଅନ୍ତେ ଲୋକମାନେ ଅନେକ ଭୂତଗ୍ରସ୍ତ ଲୋକଙ୍କୁ ତାହାଙ୍କ ନିକଟକୁ ଆଣିଲେ, ସେଥିରେ ସେ କଥା ମାତ୍ରକେ ଭୂତଗୁଡ଼ାକୁ ଛଡ଼ାଇଲେ ଏବଂ ସମସ୍ତ ପୀଡ଼ିତ ଲୋକଙ୍କୁ ସୁସ୍ଥ କଲେ,

ପରେ ଆରପାରିରେ ଗଦରୀୟମାନଙ୍କ ଅଞ୍ଚଳରେ ଯୀଶୁ ଉପସ୍ଥିତ ହୁଅନ୍ତେ ଦୁଇ ଜଣ ଭୂତଗ୍ରସ୍ତ ସମାଧିସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ଏପରି ଦୁର୍ଦ୍ଦାନ୍ତ ଥିଲେ ଯେ, ସେହି ବାଟ ଦେଇ କେହି ଯିବା ଆସିବା କରି ପାରୁ ନ ଥିଲେ । ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ୱରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ କ'ଣ ଅଛି? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ? ଆଉ ସେମାନଙ୍କଠାରୁ ଦୂରରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା । ଏଥିରେ ଭୂତଗୁଡ଼ାକ ତାହାଙ୍କୁ ବିନତି କରି କହିବାକୁ ଲାଗିଲେ, ଯେବେ ଆମ୍ଭମାନଙ୍କୁ ଛଡ଼ାଅ, ତେବେ ଘୁଷୁରିପଲ ଭିତରକୁ ପଠାଇଦିଅ । ଯୀଶୁ ସେମାନଙ୍କୁ କହିଲେ, ଯାଅ । ସେଥିରେ ସେମାନେ ବାହାରି ଘୁଷୁରିଗୁଡ଼ାକ ଭିତରେ ପଶିଲେ; ଆଉ ଦେଖ, ପଲଯାକ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନ ଦେଇ ସମୁଦ୍ରରେ ପଡ଼ି ବୁଡ଼ି ମଲେ । ପୁଣି, ଚରାଉଥିବା ଲୋକମାନେ ପଳାଇଗଲେ ଏବଂ ନଗରକୁ ଯାଇ ସମସ୍ତ ଘଟଣା ଓ ଭୂତଗ୍ରସ୍ତ ଲୋକଙ୍କ ପ୍ରତି ଯାହା ଯାହା ଘଟିଥିଲା, ସେହି ସବୁ ଜଣାଇଲେ ।

ସେମାନେ ବାହାରିଯାଉଥିବା ସମୟରେ, ଦେଖ, ଲୋକେ ଜଣେ ମୂକ ଭୂତଗ୍ରସ୍ତକୁ ତାହାଙ୍କ ପାଖକୁ ଆଣିଲେ । ପୁଣି, ଭୂତ ଛଡ଼ାଯାଆନ୍ତେ ସେହି ମୂକ କଥା କହିଲା । ସେଥିରେ ଲୋକ ସମୁହ ଚମତ୍କୃତ ହୋଇ କହିଲେ, ଇସ୍ରାଏଲ ମଧ୍ୟରେ ଏପରି କେବେ ହେଁ ଦେଖାଯାଇ ନାହିଁ । କିନ୍ତୁ ଫାରୂଶୀମାନେ କହିଲେ, ସେ ଭୂତପତି ସାହାଯ୍ୟରେ ଭୂତ ଛଡ଼ାଉଅଛି ।

ଇତିମଧ୍ୟରେ ସେ ଆପଣା ଦ୍ୱାଦଶ ଶିଷ୍ୟଙ୍କୁ ପାଖକୁ ଡାକି ସେମାନଙ୍କୁ ଅଶୁଚି ଆତ୍ମା ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି, ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ ।

ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର ।

ସେହି ସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଘୁଙ୍ଗାଲୋକ ତାହାଙ୍କ ପାଖକୁ ଅଣାଗଲା, ଆଉ ସେ ତାହାଙ୍କୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା । ପୁଣି, ଲୋକସମୂହ ଆଚମ୍ଭିତ ହୋଇ କହିବାକୁ ଲାଗିଲେ ଏ କ'ଣ ଦାଉଦ ସନ୍ତାନ ନୁହଁନ୍ତି?

ମାତ୍ର ଫାରୂଶୀମାନେ ତାହା ଶୁଣି କହିଲେ, ଏ ଲୋକଟା ଭୂତ ପରି ବାଲ୍‌ଜିବୂଲ୍‍ର ବିନା ସାହାଯ୍ୟରେ ଭୂତ ଛଡ଼ାଏ ନାହିଁ । କିନ୍ତୁ ସେ ସେମାନଙ୍କ ମନର ଚିନ୍ତା ଜାଣି ସେମାନଙ୍କୁ କହିଲେ, ଯେକୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ ତାହା ଧ୍ୱଂସ ହୋଇ ଯାଏ; ପୁଣି, ଯେକୌଣସି ନଗରରେ କିମ୍ବା ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ସ୍ଥିର ହୋଇ ରହିବ ନାହିଁ । ‌ ଆଉ, ଶୟତାନ ଯଦି ଶୟତାନକୁ ଛଡ଼ାଏ, ତାହାହେଲେ ସେ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି ତେବେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ? ମୁଁ ଯେବେ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ବାହାର କରେ ତେବେ ତୁମ୍ଭମାନଙ୍କ ସନ୍ତାନଗଣ କାହା ସାହାଯ୍ୟରେ ସେମାନଙ୍କୁ ବାହାର କରନ୍ତି। ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ । କିନ୍ତୁ ମୁଁ ଯଦି ଈଶ୍ୱରଙ୍କ ଆତ୍ମାଙ୍କ ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି । ଅବା କେହି ପ୍ରଥମେ ବଳବାନ ଲୋକଙ୍କୁ ନ ବାନ୍ଧିଲେ କିପ୍ରକାରେ ତାହା ଘରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଚୋରି କରି ପାରେ? ତାହାକୁ ଆଗେ ବାନ୍ଧିଲେ ସିନା ତାହାର ଗୃହ ଲୁଣ୍ଠନ କରିବ । ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ, ପୁଣି, ଯେ ମୋ'ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ । ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନଙ୍କର ସମସ୍ତ ପାପ ଓ ନିନ୍ଦା କ୍ଷମା କରାଯିବ, କିନ୍ତୁ ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କ୍ଷମା କରାଯିବ ନାହିଁ । ଆଉ, ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ, ମାତ୍ର ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ, ଏହି ଯୁଗରେ କି ଆଗାମୀ ଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ ।

ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଗଲା ପରେ ଜଳଶୂନ୍ୟ ସ୍ଥାନ ସବୁ ଭ୍ରମଣ କରି ବିଶ୍ରାମ ଖୋଜେ ଓ ତାହା ପାଏ ନାହିଁ । ସେଥିରେ ସେ କୁହେ, ମୁଁ ଯେଉଁ ଘରୁ ବାହାରି ଆସିଲି, ମୋହର ସେହି ଘରକୁ ଫେରିଯିବି; ପୁଣି, ସେ ଆସି ତାହା ଶୂନ୍ୟ, ମାର୍ଜିତ ଓ ସୁଶୋଭିତ ଦେଖେ । ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ମନ୍ଦ ଆଉ ସାତଟା ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ମନ୍ଦ ହୁଏ । ଏହି ଦୁଷ୍ଟ ପୁରୁଷ ପ୍ରତି ମଧ୍ୟ ସେହି ପ୍ରକାର ଘଟିବ ।

ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ ।

ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, ସ୍ୱର୍ଗରାଜ୍ୟ ଆପଣା କ୍ଷେତରେ ଭଲ ବିହନ ବୁଣାଯାଇଥିବା ଜଣେ ବ୍ୟକ୍ତିଙ୍କ ସଦୃଶ; ମାତ୍ର ଲୋକେ ନିଦ୍ରା ଯାଇଥିବା ସମୟରେ ତାହାଙ୍କ ଶତ୍ରୁ ଆସି ସେହି ଗହମ ମଧ୍ୟରେ ବାଳୁଙ୍ଗା ବୁଣିଦେଇ ଚାଲିଗଲେ । ଯେତେବେଳେ ପତ୍ର ବାହାରି ଫଳ ଫଳିବାକୁ ଲାଗିଲା,ସେତେବେଳେ ବାଳୁଙ୍ଗା ମଧ୍ୟ ଦେଖାଗଲା । ସେଥିରେ ଘରମାଲିକଙ୍କ ଦାସମାନେ ତାହାଙ୍କ ପାଖକୁ ଆସି କହିଲେ, ସାଆନ୍ତେ, ଆପଣ କ'ଣ ନିଜ କ୍ଷେତରେ ଭଲ ବିହନ ବୁଣି ନ ଥିଲେ? ତେବେ ବାଳୁଙ୍ଗାଗୁଡ଼ିକ କେଉଁଠାରୁ ହେଲା? ସେ ସେମାନଙ୍କୁ କହିଲେ, ଜଣେ ଶତ୍ରୁ ଏହା କରିଅଛି । ପୁଣି, ଦାସମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ଯାଇ ସେଗୁଡ଼ାକ ଉପାଡ଼ି ଏକାଠି କରୁ, ଏହା କ'ଣ ଆପଣଙ୍କର ଇଚ୍ଛା?

କ୍ଷେତ ଜଗତ; ଭଲ ବିହନ ରାଜ୍ୟର ସନ୍ତାନମାନେ; ବାଳୁଙ୍ଗା ପାପାତ୍ମାର ସନ୍ତାନମାନେ; ଯେଉଁ ଶତ୍ରୁ ତାହା ବୁଣିଲା, ସେ ଶୟତାନ; ଶସ୍ୟ କାଟିବା ସମୟ ଯୁଗାନ୍ତ, ପୁଣି, କଟାଳିସବୁ ଦୂତମାନେ । ଅତଏବ, ବାଳୁଙ୍ଗା ଯେପରି ଏକାଠି କରାଯାଇ ନିଆଁରେ ପୋଡ଼ାଯାଏ ଯୁଗାନ୍ତ ସମୟରେ ସେପରି ଘଟିବ ।

ମୁଁ ତୁମ୍ଭଙ୍କୁ ସ୍ୱର୍ଗରାଜ୍ୟର କଞ୍ଚି ଦେବି, ଆଉ ତୁମ୍ଭେ ପୃଥିବୀରେ ଯାହା କିଛି ବନ୍ଦ କରିବ, ସ୍ୱର୍ଗରେ ତାହା ବନ୍ଦ ରହିବ, ପୁଣି, ପୃଥିବୀରେ ଯାହା କିଛି ମୁକ୍ତ କରିବ, ସ୍ୱର୍ଗରେ ତାହା ମୁକ୍ତ ରହିବ ।

ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ଅନେକ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି, ତୃତୀୟ ଦିବସରେ ଉତ୍ଥିତ ହେବାକୁ ହେବ । ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରି କହିବାକୁ ଲାଗିଲେ, ହେ ପ୍ରଭୁ, ଈଶ୍ୱର ଆପଣଙ୍କୁ ଦୟା କରନ୍ତୁ, ନା ପ୍ରଭୁ, ଏହା ଆପଣଙ୍କ ପ୍ରତି କେବେ ହେଁ ନ ଘଟୁ । କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, ମୋ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋର ବିଘ୍ନସ୍ୱରୂପ, କାରଣ ତୁମ୍ଭେ ଈଶ୍ୱରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ ।

ହେ ପ୍ରଭୁ, ମୋହର ପୁଅକୁ ଦୟା କରନ୍ତୁ, କାରଣ ସେ ମୂର୍ଚ୍ଛାରୋଗରେ ବଡ଼ କଷ୍ଟ ପାଉଅଛି, ଯେଣୁ ସେ ଥରକୁଥର ନିଆଁରେ ଓ ଥରକୁଥର ପାଣିରେ ପଡ଼ୁଅଛି । ମୁଁ ଆପଣଙ୍କ ଶିଷ୍ୟମାନଙ୍କ ନିକଟକୁ ତାହାକୁ ଆଣିଥିଲି, ମାତ୍ର ସେମାନେ ତାହାକୁ ସୁସ୍ଥ କରି ପାରିଲେ ନାହିଁ । ଯୀଶୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ଏଠିକି ମୋ ପାଖକୁ ଆଣ । ଆଉ ଯୀଶୁ ଭୂତକୁ ଧମକାନ୍ତେ ସେ ତାହାଠାରୁ ବାହାରିଗଲା ଓ ବାଳକଟି ସେହି ମୁହୂର୍ତ୍ତରୁ ସୁସ୍ଥ ହେଲା ।

ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ପୃଥିବୀରେ ଯାହାସବୁ ବନ୍ଦ କରିବ, ସ୍ୱର୍ଗରେ ସେହି ସବୁ ବନ୍ଦ ରହିବ, ପୁଣି, ପୃଥିବୀରେ ଯାହାସବୁ ମୁକ୍ତ କରିବ, ସ୍ୱର୍ଗରେ ସେହି ସବୁ ମୁକ୍ତ ରହିବ ।

ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ?

ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ କର,

ଯୀଶୁ ପ୍ରାନ୍ତରରେ ଚାଳିଶ ଦିନ ରହି ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିଲେ; ସେ ବନ୍ୟ ପଶୁମାନଙ୍କ ସହିତ ରହିଲେ, ପୁଣି, ଦୂତମାନେ ତାହାଙ୍କ ସେବା କରୁଥିଲେ ।

ପରେ ସେମାନେ କଫର୍ନାହୂମକୁ ଗଲେ, ଆଉ ସେହିକ୍ଷଣି ସେ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ । ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ସେ ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ । ସେହିକ୍ଷଣି ସେମାନଙ୍କ ସମାଜଗୃହରେ ଥିବା ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ଚିତ୍କାର କରି କହିଲା, ହେ ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ୱରଙ୍କ ସେହି ପବିତ୍ର ବ୍ୟକ୍ତି । ଯୀଶୁ ତାହାକୁ ଧମକ ଦେଇ କହିଲେ, ଚୁପ୍ କର୍, ଏହାଠାରୁ ବାହାରିଯା । ସେଥିରେ ସେହି ଅଶୁଚି ଆତ୍ମା ତାହାକୁ ମୋଡ଼ିପକାଇ ଅତି ଉଚ୍ଚସ୍ୱରରେ ପାଟି କରି ତାହାଠାରୁ ବାହାରିଗଲା । ଏଥିରେ ସମସ୍ତେ ଏତେ ବିସ୍ମୟାନ୍ୱିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କ'ଣ? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି ।

ସନ୍ଧ୍ୟା ସମୟରେ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ଲୋକେ ତାହାଙ୍କ ଛାମୁକୁ ପୀଡ଼ିତ ଓ ଭୂତଗ୍ରସ୍ତସମସ୍ତଙ୍କୁ ଆଣିବାକୁ ଲାଗିଲେ, ପୁଣି, ନଗରବାସୀସମସ୍ତେ ଦ୍ୱାର ନିକଟରେ ଏକତ୍ର ହେଲେ । ସେଥିରେ ସେ ନାନା ପ୍ରକାର ରୋଗରେ ପୀଡ଼ିତ ଅନେକ ରୋଗୀଙ୍କୁ ସୁସ୍ଥ କଲେ ଓ ଅନେକ ଭୂତ ଛଡ଼ାଇଲେ, ପୁଣି, ସେ ଭୂତମାନଙ୍କୁ କଥା କହିବାକୁ ଦେଲେ ନାହିଁ, କାରଣ ସେମାନେ ତାହାଙ୍କୁ ଚିହ୍ନୁ ଥିଲେ ।

ପୁଣି, ସେ ସମୁଦାୟ ଗାଲିଲୀରେ ଭ୍ରମଣ କରୁ କରୁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ବାହାର କଲେ।

ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ୱରଙ୍କ ପୁତ୍ର । ସେଥିରେ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ ।

ପୁଣି, ସେ ବାର ଜଣକୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ, ଆଉ ସେମାନେ ଭୂତ ଛଡ଼ାଇବାକୁ ଅଧିକାର ପାଇବେ ।

ଆଉ, ଯିରୂଶାଲମରୁ ଆସିଥିବା ଶାସ୍ତ୍ରୀମାନେ କହିଲେ, ଏହାକୁ ବାଲ୍‌ଜିବୂଲ୍ ଲାଗିଛି, ପୁଣି, ଭୂତପତିର ସାହାଯ୍ୟରେ ସେ ଭୂତ ଛଡ଼ାଏ । ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ, ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ? ଯଦି କୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ରାଜ୍ୟ ସ୍ଥିର ହୋଇ ରହି ପାରେ ନାହିଁ । ପୁଣି, ଯଦି କୌଣସି ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ଗୃହ ସ୍ଥିର ହୋଇ ରହି ପାରିବ ନାହିଁ । ସେହି ପ୍ରକାରେ, ଶୟତାନ ଯଦି ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି, ତେବେ ସେ ସ୍ଥିର ହୋଇ ରହି ପାରେ ନାହିଁ, କିନ୍ତୁ ତାହାର ସର୍ବନାଶ ଘଟିଲାଣି । ମାତ୍ର କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ ତାହାର ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଲୁଣ୍ଠନ କରି ପାରେ ନାହିଁ; ତାହାକୁ ଆଗେ ବାନ୍ଧିଲେ ସିନା ସେ ତାହାର ଗୃହ ଲୁଣ୍ଠନ କରିବ । ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟ ସନ୍ତାନମାନଙ୍କର ସମସ୍ତ ପାପ ଓ ସେମାନେ ଯେତେ ନିନ୍ଦାକଥା କହି ଈଶ୍ୱର ନିନ୍ଦା କରନ୍ତି, ସେ ସମସ୍ତ କ୍ଷମା କରାଯିବ; କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନନ୍ତ ପାପରେ ଦୋଷୀ ଅଟେ । ତାହାକୁ ଅଶୁଚି ଆତ୍ମା ଲାଗିଛି, ଏହା ସେମାନେ କହିବାରୁ ସେ ଏହି କଥା କହିଲେ ।

ବୁଣାଳୀ ବାକ୍ୟ ବୁଣେ । ଯେଉଁମାନେ ଶୁଣନ୍ତି, ପୁଣି, ଶୁଣିବାକ୍ଷଣି ଶୟତାନ ଆସି ସେମାନଙ୍କଠାରେ ବୁଣାଯାଇଥିବା ବାକ୍ୟ ହରଣ କରିନିଏ, ସେମାନେ ବାକ୍ୟ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ ।

ଯୀଶୁ ନୌକାରୁ ଓହ୍ଲାଇବାମାତ୍ରେ ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ସମାଧିସ୍ଥାନରୁ ବାହାରି ତାହାଙ୍କୁ ଭେଟିଲା । ସେ ସମାଧି ସ୍ଥାନରେ ବାସ କରୁଥିଲା, ପୁଣି, କେହି ତାହାକୁ ଜଞ୍ଜିରରେ ସୁଦ୍ଧା ଆଉ ବାନ୍ଧି ପାରୁ ନ ଥିଲେ, କାରଣ ସେ ଅନେକ ଥର ବେଡ଼ି ଓ ଜଞ୍ଜିରରେ ବନ୍ଧା ହୋଇଥିଲା, କିନ୍ତୁ ସେ ଜଞ୍ଜିର ଛିଣ୍ଡାଇଦେଇ ବେଡ଼ିସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଥିଲା ଓ ତାହାକୁ ବଶରେ ରଖିବାକୁ କାହାର ବଳ ନ ଥିଲା । ସେ ଦିନରାତି ସବୁବେଳେ ସମାଧି-ସ୍ଥାନ ଓ ପର୍ବତରେ ରହି ଚିତ୍କାର କରୁଥିଲା, ପୁଣି, ପ୍ରସ୍ତରରେ ଆପଣାକୁ କ୍ଷତବିକ୍ଷତ କରୁଥିଲା । ସେ ଯୀଶୁଙ୍କୁ ଦୂରରୁ ଦେଖି ଦୌଡ଼ିଆସି ତାହାଙ୍କୁ ପ୍ରଣାମ କଲା, ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ୱରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋର କ'ଣ ଅଛି? ତୁମ୍ଭକୁ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ । କାରଣ ଯୀଶୁ ତାହାକୁ କହିବାକୁ ଯାଉଥିଲେ, ରେ ଅଶୁଚି ଆତ୍ମା, ଏହି ଲୋକଠାରୁ ବାହାରିଯା । ଆଉ ଯୀଶୁ ତାହାକୁ ପଚାରିଲେ, ତୋର ନାଁ କ'ଣ? ସେ ତାହାକୁ କହିଲା, ମୋର ନାଁ ବାହିନୀ, ଯେଣୁ ଆମେ ଅନେକ । ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଅଞ୍ଚଳରୁ ବାହାରକୁ ପଠାଇ ନ ଦିଅନ୍ତି, ସେଥିପାଇଁ ସେ ତାହାଙ୍କୁ ବହୁତ ବିନତି କଲା । ସେଠାରେ ପର୍ବତ କଡ଼ରେ ଗୋଟିଏ ଘୁଷୁରିପଲ ଚରୁଥିଲା । ଆଉ ସେମାନେ ତାହାଙ୍କୁ ବିନତି କରି କହିଲେ, ସେହି ଘୁଷୁରିମାନଙ୍କ ଭିତରେ ପଶିବା ପାଇଁ ଆମ୍ଭମାନଙ୍କୁ ସେମାନଙ୍କ ମଧ୍ୟକୁ ପଠାଅ । ସେ ସେମାନଙ୍କୁ ଅନୁମତି ଦିଅନ୍ତେ ଅଶୁଚି ଆତ୍ମାଗୁଡ଼ାକ ବାହାରି ଘୁଷୁରିମାନଙ୍କ ଭିତରେ ପଶିଲେ; ସେଥିରେ ସେହି ପଲ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନରୁ ସମୁଦ୍ରରେ ପଡ଼ି ବୁଡ଼ି ମଲେ । ଘୁଷୁରିମାନଙ୍କ ସଂଖ୍ୟା ପ୍ରାୟ ଦୁଇ ହଜାର ଥିଲା । ସେମାନଙ୍କୁ ଚରାଉଥିବା ଲୋକମାନେ ପଳାଇଯାଇ ନଗର ଓ ପଲ୍ଲୀଗୁଡ଼ିକରେ ତାହା ଜଣାଇଲେ; ସେଥିରେ ଲୋକେ କଅଣ ଘଟିଛି ବୋଲି ଦେଖିବାକୁ ଆସିଲେ । ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି ସେହି ଭୂତଗ୍ରସ୍ତ, ଅର୍ଥାତ୍ ଯାହାକୁ ପୁର୍ବରେ ବାହିନୀ ଭୂତ ଲାଗିଥିଲା, ତାହାକୁ ଲୁଗା ପିନ୍ଧି ଭଲ ମନରେ ବସିଥିବା ଦେଖି ଭୀତ ହେଲେ । ଆଉ ଯେଉଁମାନେ ଦେଖିଥିଲେ, ସେମାନେ ସେହି ଭୂତଗ୍ରସ୍ତ ପ୍ରତି କିପରି କଅଣ ଘଟିଥିଲା, ଓ ଘୁଷୁରିମାନଙ୍କ ବିଷୟ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ । ସେଥିରେ ସେମାନେ ସେମାନଙ୍କ ସୀମାରୁ ବାହାରିଯିବାକୁ ତାହାଙ୍କୁ ବିନତି କରିବାକୁ ଲାଗିଲେ । ପରେ ସେ ନୌକାରେ ଚଢ଼ିବା ସମୟରେ, ଯେଉଁ ଲୋକକୁ ପୁର୍ବରେ ଭୂତ ଲାଗିଥିଲା, ସେ ତାହାଙ୍କ ସାଙ୍ଗରେ ରହିବା ନିମନ୍ତେ ଥରକୁଥର ବିନତି କଲା । କିନ୍ତୁ ଯୀଶୁ ଅନୁମତି ନ ଦେଇ ତାହାକୁ କହିଲେ, ତୁମ୍ଭର ଗୃହକୁ, ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି, ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହି ସବୁ ସେମାନଙ୍କୁ ଜଣାଅ ।

ପରେ ସେ ଚାରିଆଡ଼େ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେବାକୁ ଲାଗିଲେ । ଇତିମଧ୍ୟରେ ସେ ଦ୍ୱାଦଶଙ୍କୁ ନିକଟକୁ ଡାକି ସେମାନଙ୍କୁ ଦୁଇ ଦୁଇ ଜଣ କରି ପ୍ରେରଣ କରିବାକୁ ଆରମ୍ଭ କଲେ ଏବଂ ଅଶୁଚି ଆତ୍ମାମାନଙ୍କ ଉପରେ ସେମାନଙ୍କୁ ଅଧିକାର ଦେଲେ,

ସେଥିରେ ସେମାନେ ପ୍ରସ୍ଥାନ କରି ମନ ପରିବର୍ତ୍ତନ କରିବା ଯେ କର୍ତ୍ତବ୍ୟ, ଏହା ପ୍ରଚାର କଲେ, ପୁଣି, ଅନେକ ଭୂତ ଛଡ଼ାଇଲେ ଓ ଅନେକ ରୋଗୀ ଲୋକଙ୍କୁ ତୈଳ ଲଗାଇ ସୁସ୍ଥ କଲେ ।

ସେହିକ୍ଷଣି ଜଣେ ସ୍ତ୍ରୀ, ଯାହାର ଝିଅଟିକୁ ଅଶୁଚି ଆତ୍ମା ଲାଗିଥିଲା, ସେ ତାହାଙ୍କ ବିଷୟ ଶୁଣି ତାହାଙ୍କ ଚରଣ ତଳେ ଆସି ପଡ଼ିଲା । ସେ ସୁରଫୈନୀକୀୟା ଜାତିର ଜଣେ ଗ୍ରୀକ୍ ସ୍ତ୍ରୀଲୋକ ଥିଲା । ତାହାର ଝିଅଠାରୁ ଭୂତ ଛଡ଼ାଇବା ନିମନ୍ତେ ସେ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲା । ସେଥିରେ ସେ ତାହାକୁ କହିଲେ, ପ୍ରଥମେ ସନ୍ତାନମାନଙ୍କୁ ତୃପ୍ତ ହେବାକୁ ଦିଅ, କାରଣ ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ ନୁହେଁ । କିନ୍ତୁ ସେ ତାହାଙ୍କୁ ଉତ୍ତର ଦେଲ, ହଁ, ପ୍ରଭୁ; କୁକୁରମାନେ ମଧ୍ୟ ମେଜ ତଳେ ପିଲାମାନଙ୍କ ଖାଦ୍ୟର ଗୁଣ୍ଡିଗୁଣ୍ଡା ଖାଆନ୍ତି । ସେଥିରେ ଯୀଶୁ ତାହାକୁ କହିଲେ, ଏହି କଥା ନିମନ୍ତେ ଯାଅ, ତୁମ୍ଭ ଝିଅଠାରୁ ଭୂତ ବାହାରିଗଲାଣି । ପୁଣି, ସେ ଘରକୁ ଯାଇ ପିଲାଟି ଶେଯରେ ଶୋଇଥିବା ଓ ଭୂତ ବାହାରିଯାଇଥିବା ଦେଖିଲା ।

ଆଉ, ଯୀଶୁ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ଯେ, ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତିନି ଦିନ ପରେ ପୁନରୁତ୍ଥାନ କରିବାକୁ ହେବ । ଏହି କଥା ସେ ସ୍ପଷ୍ଟରୂପେ କହିଲେ। ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରିବାକୁ ଲାଗିଲେ । କିନ୍ତୁ ସେ ବୁଲିପଡ଼ି ଆପଣା ଶିଷ୍ୟମାନଙ୍କୁ ଦେଖି ପିତରଙ୍କୁ ଅନୁଯୋଗ କରି କହିଲେ, ମୋ ଆଗରୁ ଦୂର ହୁଅ, ଶୟତାନ, କାରଣ ତୁମ୍ଭେ ଈଶ୍ୱରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ ।

ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲା, ହେ ଗୁରୁ, ମୁଁ ମୋର ପୁଅକୁ ଆପଣଙ୍କ ନିକଟକୁ ଆଣିଥିଲି; ତାହାକୁ ଗୋଟିଏ ଘୁଙ୍ଗା ଭୂତ ଲାଗିଛି; ଯେକୌଣସି ସ୍ଥାନରେ ସେ ତାହାକୁ ଧରେ, ତାହାକୁ ତଳେ ପକାଇଦିଏ ତାହାର ମୁହଁରୁ ଫେଣ ବାହାରେ ଓ ସେ ଦାନ୍ତ ରଗଡ଼େ, ଆଉ ସେ ଶୁଖିଯାଉଅଛି; ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ କହିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ । ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ମୋ' ପାଖକୁ ଆଣ । ସେଥିରେ ସେମାନେ ତାହାକୁ ତାହାଙ୍କ ଛାମୁକୁ ଆଣିଲେ । ପୁଣି, ଯୀଶୁଙ୍କୁ ଦେଖିବା ମାତ୍ରେ ସେହି ଭୂତ ତାହାକୁ ଭୟଙ୍କର ଭାବେ ମୋଡ଼ିପକାଇଲା ଓ ସେ ଭୂଇଁରେ ପଡ଼ି ମୁହଁରୁ ଫେଣ ବାହାର କରି ଗଡ଼ିବାକୁ ଲାଗିଲା । ସେତେବେଳେ ଯୀଶୁ ତାହାର ପିତାକୁ ପଚାରିଲେ, କେତେ ଦିନ ହେଲା ଏହାକୁ ଏପରି ହୋଇଅଛି? ସେ କହିଲା, ପିଲାକାଳରୁ; ସେ ତାହାକୁ ମାରିପକାଇବା ପାଇଁ ଥରକୁଥର ନିଆଁ ଓ ପାଣିରେ ପକାଇଅଛି; କିନ୍ତୁ ଆପଣ ଯଦି କିଛି କରି ପାରନ୍ତି, ତାହାହେଲେ ଆମ୍ଭମାନଙ୍କ ପ୍ରତି ଦୟା କରି ଆମ୍ଭମାନଙ୍କର ଉପକାର କରନ୍ତୁ । ସେଥିରେ ଯୀଶୁ ତାହାକୁ କହିଲେ, କ'ଣ କହିଲ? ଯଦି କରି ପାରନ୍ତି! ଯିଏ ବିଶ୍ୱାସ କରେ, ତା' ପକ୍ଷରେ ସମସ୍ତ ସମ୍ଭବ । ସେହିକ୍ଷଣି ପିଲାଟିର ପିତା ଉଚ୍ଚସ୍ୱରରେ କହିଲା, ମୁଁ ବିଶ୍ୱାସ କରୁଅଛି, ମୋହର ଅବିଶ୍ୱାସର ପ୍ରତିକାର କରନ୍ତୁ । ପରେ ଲୋକସମୂହ ଏକତ୍ର ଦୌଡ଼ିଆସୁଅଛନ୍ତି ଦେଖି ଯୀଶୁ ସେହି ଅଶୁଚି ଆତ୍ମାକୁ ଧମକ ଦେଇ କହିଲେ, ରେ ମୂକ ଓ ବଧିର ଆତ୍ମା, ମୁଁ ତୋତେ ଆଜ୍ଞା ଦେଉଅଛି, ଏହାଠାରୁ ବାହାରିଯା, ପୁଣି, ଆଉ କେବେ ହେଁ ଏହାଠାରେ ପଶିବୁ ନାହିଁ । ସେଥିରେ ସେ ଚିତ୍କାର କରି ତାହାକୁ ଅତ୍ୟନ୍ତ ମୋଡ଼ିପକାଇ ବାହାରିଗଲା, ଆଉ ପିଲାଟି ମଲା ପରି ହୋଇଗଲା, ଏପରିକି ଅଧିକାଂଶ କହିଲେ, ସେ ମରିଗଲା । କିନ୍ତୁ ଯୀଶୁ ତାହାର ହାତ ଧରି ତାହାକୁ ଉଠାଇଲେ, ଆଉ ସେ ଠିଆ ହେଲା । ପୁଣି, ସେ ଗୃହକୁ ଆସନ୍ତେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ? ସେ ସେମାନଙ୍କୁ କହିଲେ, ପ୍ରାର୍ଥନା ବିନା ଆଉ କାହିଁରେ ଏପ୍ରକାର ଭୂତ ଛଡ଼ାଯାଇ ପାରେ ନାହିଁ ।

[ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍‌ଦଲୀନୀ ମରିୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ]।

ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ । ଆଉ ଏହି ସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ,

ଯୀଶୁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଯର୍ଦନ ନଦୀରୁ ଫେରି ଆସିଲେ ଏବଂ ଚାଳିଶ ଦିନ ପର୍ଯ୍ୟନ୍ତ ଆତ୍ମାଙ୍କ ଦ୍ୱାରା ପ୍ରାନ୍ତରରେ ଚାଳିତ ହୋଇ ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିଲେ । ସେହି ସମସ୍ତ ଦିନ ସେ କିଛି ଖାଇଲେ ନାହିଁ, ଆଉ ସେହି ସବୁ ଦିନ ଶେଷ ହୁଅନ୍ତେ, ସେ କ୍ଷୁଧିତ ହେଲେ । ସେଥିରେ ଶୟତାନ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ଏହି ପଥରକୁ ରୁଟି ହେବା ପାଇଁ ଆଜ୍ଞା ଦିଅ । ଯୀଶୁ ତାହାକୁ ଉତ୍ତର ଦେଲେ, ଲେଖା ଅଛି, ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ । ଆଉ ସେ ତାହାଙ୍କୁ ଉପରକୁ ନେଇଯାଇ ଏକ ମୁହୂର୍ତ୍ତ ମଧ୍ୟରେ ପୃଥିବୀର ସମସ୍ତ ରାଜ୍ୟ ତାହାଙ୍କୁ ଦେଖାଇଲା । ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଏୗଶ୍ୱର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ । ଅତଏବ, ତୁମ୍ଭେ ଯେବେ ଆମ୍ଭ ଛାମୁରେ ପ୍ରଣାମ କରିବ, ତେବେ ସମସ୍ତ ତୁମ୍ଭର ହେବ । ଯୀଶୁ ତାହାକୁ ଉତ୍ତର ଦେଲେ, ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣ ଈଶ୍ୱରଙ୍କୁ ପ୍ରଣାମ କରିବ, ଆଉ କେବଳ ତାହାଙ୍କର ଉପାସନା କରିବ । ପୁଣି, ସେ ତାହାଙ୍କୁ ଯିରୂଶାଲମକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, ତୁମ୍ଭେ ଯଦି ଈଶ୍ୱରଙ୍କ ପୁତ୍ର, ତାହାହେଲେ ଏଠାରୁ ତଳକୁ ଡେଇଁପଡ଼; କାରଣ ଲେଖା ଅଛି, ତୁମ୍ଭକୁ ରକ୍ଷା କରିବା ନିମନ୍ତେ ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ; ଆଉ ଲେଖା ଅଛି, କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ । ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, ଶାସ୍ତ୍ରରେ ମଧ୍ୟ ଏହା ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ । ଶୟତାନ ଯୀଶୁଙ୍କୁ ସମସ୍ତ ପ୍ରକାର ପରୀକ୍ଷା ଶେଷ କଲା ପରେ କିଛି କାଳ ପର୍ଯ୍ୟନ୍ତ ତାହାଙ୍କୁ ଛାଡ଼ି ଚାଲିଗଲା ।

ଆଉ ସେମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ତାହାଙ୍କ ବାକ୍ୟ ଅଧିକାରଯୁକ୍ତ ଥିଲା । ଦିନେ ସମାଜଗୃହରେ ଜଣେ ଅଶୁଚି ଭୂତଗ୍ରସ୍ତ ଲୋକ ଥିଲା; ସେ ଉଚ୍ଚ ସ୍ୱରରେ ଚିତ୍କାର କଲା, ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କ'ଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ ତାହା ମୁଁ ଜାଣେ; ତୁମ୍ଭେ ଈଶ୍ୱରଙ୍କର ସେହି ପବିତ୍ର ବ୍ୟକ୍ତି । ଯୀଶୁ ତାହାକୁ ଧମକ ଦେଇ କହିଲେ ଚୁପ୍ କର୍, ଏହାଠାରୁ ବାହାରିଯା । ସେଥିରେ ସେହି ଭୂତ ତାହାକୁ ମଧ୍ୟ ସ୍ଥାନରେ ପକାଇଦେଇ ତାହାର କୌଣସି କ୍ଷତି ନ କରି ତାହାଠାରୁ ବାହାରିଗଲା । ଏଥିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରିଯାଆନ୍ତି ।

ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେ ସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ । ପୁଣି, ଭୂତମାନେ ମଧ୍ୟ ଚିତ୍କାର କରୁ କରୁ ତୁମ୍ଭେ ଈଶ୍ୱରଙ୍କ ପୁତ୍ର ବୋଲି କହି ଅନେକଙ୍କଠାରୁ ବାହାରିଗଲେ । ଆଉ, ଯୀଶୁ ସେମାନଙ୍କୁ ଧମକ ଦେଇ କଥା କହିବାକୁ ଦେଲେ ନାହିଁ, କାରଣ ସେ ଯେ ଖ୍ରୀଷ୍ଟ, ଏହା ସେମାନେ ଜାଣିଥିଲେ ।

ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ;

ସେହି ସମୟରେ ସେ ଅନେକଙ୍କୁ ରୋଗ, କଷ୍ଟ ଓ ମନ୍ଦଆତ୍ମାମାନଙ୍କଠାରୁ ସୁସ୍ଥ କଲେ, ପୁଣି, ଅନେକ ଅନ୍ଧଙ୍କୁ ଦେଖିବାର ଶକ୍ତି ଦେଲେ ।

ପୁଣି, ଯେଉଁ ସ୍ତ୍ରୀମାନେ ଦୁଷ୍ଟ ଆତ୍ମା ଓ ରୋଗରୁ ସୁସ୍ଥ କରାଯାଇଥିଲେ, ଏପରି କେତେକ ସ୍ତ୍ରୀଲୋକ, ଅର୍ଥାତ୍ ମଗ୍‌ଦଲୀନୀ ନାମକ ମରିୟମ, ଯାହାଙ୍କଠାରୁ ସାତ ଭୂତ ବାହାରିଯାଇଥିଲେ,

ଦୃଷ୍ଟାନ୍ତର ଅର୍ଥ ଏହି, ବିହନ ଈଶ୍ୱରଙ୍କ ବାକ୍ୟ, ଆଉ ଯେଉଁମାନେ ବାଟ ପାଖରେ ଅଛନ୍ତି, ସେମାନେ ବାକ୍ୟ ଶୁଣନ୍ତି; ତାହା ପରେ ଶୟତାନ ଆସି, ଯେପରି ସେମାନେ ବିଶ୍ୱାସ କରି ପରିତ୍ରାଣ ନ ପାଆନ୍ତି, ଏଥି ନିମନ୍ତେ ସେମାନଙ୍କ ହୃଦୟରୁ ବାକ୍ୟ ନେଇଯାଏ ।

ସେ ନୌକାରୁ ବାହାରି କୂଳରେ ଓହ୍ଲାନ୍ତେ ସେହି ନଗରର ଜଣେ ଭୂତଗ୍ରସ୍ତ ଲୋକ ତାହାଙ୍କୁ ଭେଟିଲା; ସେ ବହୁକାଳ ପର୍ଯ୍ୟନ୍ତ ଲୁଗା ନ ପିନ୍ଧି ଓ ଘରେ ନ ରହି ସମାଧି ସ୍ଥାନରେ ରହୁଥିଲା । ସେ ଯୀଶୁଙ୍କୁ ଦେଖି ଚିତ୍କାର କରି ତାହାଙ୍କ ଚରଣ ତଳେ ପଡ଼ି ଉଚ୍ଚସ୍ୱରରେ କହିଲା, ହେ ମହାନ ଈଶ୍ୱରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କ'ଣ ଅଛି? ମୁଁ ତୁମ୍ଭକୁ ନିବେଦନ କରୁଅଛି, ମୋତେ କଷ୍ଟ ଦିଅ ନାହିଁ । କାରଣ ସେ ଅଶୁଚି ଆତ୍ମାକୁ ସେହି ମନୁଷ୍ୟଠାରୁ ବାହାରିଯିବା ପାଇଁ ଆଜ୍ଞା ଦେବାକୁ ଯାଉଥିଲେ । ସେହି ଆତ୍ମା ଅନେକ ଥର ତାହାକୁ ଧରିଥିଲା, ପୁଣି, ଲୋକେ ତାହାକୁ ଶିକୁଳି ଓ ହାତ କଡ଼ି ଦ୍ୱାରା ବାନ୍ଧି ରଖୁଥିଲେ, ମାତ୍ର ସେ ବନ୍ଧନସବୁ ଛିଣ୍ଡାଇପକାଇ ଭୂତ ଦ୍ୱାରା ପ୍ରାନ୍ତରକୁ ଚାଳିତ ହେଉଥିଲା । ଯୀଶୁ ତାହାଙ୍କୁ ପଚାରିଲେ, ତୋର ନାଁ କ'ଣ? ସେ କହିଲା, ବାହିନୀ; କାରଣ ଅନେକ ଭୂତ ତାହାଠାରେ ପ୍ରବେଶ କରିଥିଲେ । ପୁଣି, ସେ ଯେପରି ସେମାନଙ୍କୁ ପାତାଳକୁ ଯିବା ପାଇଁ ଆଜ୍ଞା ନ ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କରିବାକୁ ଲାଗିଲେ । ସେଠାରେ ପର୍ବତ ଉପରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା, ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଘୁଷୁରିଗୁଡ଼ାକ ମଧ୍ୟରେ ପଶିବା ପାଇଁ ଅନୁମତି ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କଲେ । ସେ ସେମାନଙ୍କୁ ଅନୁମତି ଦିଅନ୍ତେ, ଭୂତଗୁଡ଼ାକ ସେହି ମନୁଷ୍ୟଠାରୁ ବାହାରି ଘୁଷୁରିଗୁଡ଼ାକ ମଧ୍ୟରେ ପଶିଲେ; ସେଥିରେ ସେହି ଘୁଷୁରୀ ପଲ ଅତି ବେଗରେ ପାହାଡ଼ ଉପରୁ ଦୌଡ଼ିଯାଇ ହ୍ରଦରେ ପଡ଼ି ବୁଡ଼ି ମଲେ । ଚରାଉଥିବା ଲୋକମାନେ ସେହି ଘଟଣା ଦେଖି ପଳାଇଯାଇ ନଗର ଓ ପଲ୍ଲୀଗୁଡି଼କରେ ତାହା ଜଣାଇଲେ । ସେଥିରେ ଲୋକେ ସେହି ଘଟଣା ଦେଖିବାକୁ ବାହାରି ଆସିଲେ; ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି, ଯେଉଁ ମନୁଷ୍ୟଠାରୁ ଭୂତଗୁଡ଼ାକ ବାହାରିଥିଲେ, ତାହାକୁ ଲୁଗା ପିନ୍ଧି ଭଲ ମନରେ ଯୀଶୁଙ୍କ ପାଦ ତଳେ ବସିଥିବା ଦେଖି ଭୟ କଲେ । ଆଉ, ଯେଉଁମାନେ ଦେଖିଲେ, ସେମାନେ ସେହି ଭୂତଗ୍ରସ୍ତ ଲୋକ କିପରି ସୁସ୍ଥ ହେଲା, ତାହା ସେମାନଙ୍କୁ ଜଣାଇଲେ । ସେଥିରେ ଗରାଶୀୟମାନଙ୍କ ଅଞ୍ଚଳର ଚାରିପାଖରେ ଥିବା ସମସ୍ତ ଲୋକ ସେମାନଙ୍କଠାରୁ ଯିବା ପାଇଁ ତାହାଙ୍କୁ ଅନୁରୋଧ କଲେ, କାରଣ ସେମାନେ ଅତ୍ୟନ୍ତ ଭୟଗ୍ରସ୍ତ ହୋଇଥିଲେ; ଆଉ, ସେ ଗୋଟିଏ ନୌକାରେ ଚଢ଼ି ଫେରିଆସିଲେ । କିନ୍ତୁ ଯେଉଁ ଲୋକଠାରୁ ଭୂତଗୁଡ଼ାକ ବାହାରିଯାଇଥିଲେ, ସେ ଯୀଶୁଙ୍କ ସାଙ୍ଗରେ ରହିବା ନିମନ୍ତେ ନିବେଦନ କରିବାକୁ ଲାଗିଲା; ମାତ୍ର ସେ ତାହାଙ୍କୁ ବିଦାୟ କରି କହିଲେ, ତୁମ୍ଭ ଘରକୁ ଫେରିଯାଅ, ପୁଣି, ଈଶ୍ୱର ତୁମ୍ଭ ନିମନ୍ତେ ଯେଉଁ ଯେଉଁ କର୍ମ କରିଅଛନ୍ତି ସେହି ସବୁ ବର୍ଣ୍ଣନା କର । ସେଥିରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହି ସବୁ ନଗରଯାକ ଘୋଷଣା କରିବାକୁ ଲାଗିଲା ।

ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ ।

ଆଉ ଦେଖ, ଲୋକସମୂହ ମଧ୍ୟରୁ ଜଣେ ଉଚ୍ଚସ୍ୱରରେ କହିଲା, ହେ ଗୁରୁ ମୁଁ ଆପଣଙ୍କୁ ନିବେଦନ କରୁଅଛି ମୋ' ପୁଅ ପ୍ରତି ଦୟା କରନ୍ତୁ, କାରଣ ସେ ମୋହର ଗୋଟିଏ ବୋଲି ପିଲା; ଦେଖନ୍ତୁ, ତାହାକୁ ଗୋଟିଏ ଭୂତ ଧରେ, ଆଉ ସେ ହଠାତ୍ ଚିତ୍କାର କରି ଉଠେ, ପୁଣି, ସେ ତାହାକୁ ଏପରି ମୋଡ଼ିପକାଏ ଯେ, ତାହା ପାଟିରୁ ଫେଣ ବାହାରେ, ପୁଣି, ସେ ତାହାକୁ କ୍ଷତବିକ୍ଷତ କରି ତାହାଠାରୁ କଷ୍ଟରେ ବାହାରିଯାଏ । ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ ନିବେଦନ କରିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ । ଯୀଶୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସଙ୍ଗରେ ରହି ତୁମ୍ଭମାନଙ୍କ ବ୍ୟବହାର ସହିବି? ତୁମ୍ଭର ପୁଅକୁ ଏଠିକି ନେଇଆସ । ସେ ଆସୁ ଆସୁ ଭୂତ ତାହାକୁ ତଳେ ପକାଇଦେଇ ଭୟଙ୍କର ଭାବରେ ମୋଡ଼ିପକାଇଲା, କିନ୍ତୁ ଯୀଶୁ ଅଶୁଚି ଆତ୍ମାକୁ ଧମକ ଦେଲେ ଓ ବାଳକକୁ ସୁସ୍ଥ କରି ତାହାକୁ ତାହାର ପିତାଙ୍କ ହସ୍ତରେ ସମର୍ପଣ କଲେ । ସେଥିରେ ସମସ୍ତେ ଈଶ୍ୱରଙ୍କର ମହାଶକ୍ତି ସକାଶେ ଆଶ୍ଚର୍ଯ୍ୟ ହେଲେ । ମାତ୍ର ସେ କରିଥିବା ସମସ୍ତ କାର୍ଯ୍ୟ ସକାଶେ ସମସ୍ତେ ଚକିତ ହେଉଥିବା ସମୟରେ ସେ ଆପଣା ଶିଷ୍ୟମାନଙ୍କୁ କହିଲେ,

ଏଥିଉତ୍ତାରେ ସେହି ସତୁରି ଜଣ ଫେରିଆସି ଆନନ୍ଦରେ କହିଲେ, ପ୍ରଭୁ, ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି । କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ବିଜୁଳି ପରି ସ୍ୱର୍ଗରୁ ଶୟତାନକୁ ପଡ଼ିବା ମୁଁ ଦେଖୁଥିଲି । ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ । ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖା ଅଛି, ଏଥିରେ ଆନନ୍ଦ କର ।

ଥରେ ସେ ଗୋଟିଏ ଭୂତ ଛଡ଼ାଉଥିଲେ, ସେହି ଭୂତଟା ଘୁଙ୍ଗା । ଭୂତ ବାହାରିଗଲା ପରେ ଘୁଙ୍ଗା ଲୋକଟି କଥା କହିଲା; ସେଥିରେ ଲୋକସମୂହ ଚକିତ ହେଲେ । କିନ୍ତୁ ସେମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଭୂତପତି ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତ ଛଡ଼ାଏ । ଅନ୍ୟମାନେ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ତାହାଙ୍କଠାରୁ ଆକାଶରୁ ଏକ ଚିହ୍ନ ମାଗିଲେ । କିନ୍ତୁ ସେ ସେମାନଙ୍କ ମନର ଭାବ ଜାଣି ସେମାନଙ୍କୁ କହିଲେ, ଯେକୌଣସି ରାଜ୍ୟ ଭାଗ ଭାଗ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ଉତ୍ସନ୍ନ ହୋଇ ଯାଏ, ପୁଣି, ଗୃହ ଗୃହ ଉପରେ ପଡ଼େ । ଆଉ ଶୟତାନ ମଧ୍ୟ ଯଦି ବିଭକ୍ତ ହୋଇ ନିଜ ବିରୁଦ୍ଧରେ ଉଠେ, ତାହାହେଲେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ? ମୁଁ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ ବୋଲି ତୁମ୍ଭେମାନେ ତ କହୁଅଛ । କିନ୍ତୁ ମୁଁ ଯେବେ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତୁମ୍ଭମାନଙ୍କ ପୁତ୍ରମାନେ କାହା ସାହାଯ୍ୟରେ ସେମାନଙ୍କୁ ଛଡ଼ାନ୍ତି? ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ । କିନ୍ତୁ ମୁଁ ଯଦି ଈଶ୍ୱରଙ୍କ ପରାକ୍ରମ ଦ୍ୱାରା ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି ।

ବଳବାନ ଲୋକ ଯେପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ରରେ ସୁସଜ୍ଜିତ ହୋଇ ଆପଣା ଗଡ଼ ରକ୍ଷା କରେ, ସେପର୍ଯ୍ୟନ୍ତ ତାହାର ସମ୍ପତ୍ତି ନିରାପଦରେ ଥାଏ; କିନ୍ତୁ ଯେତେବେଳେ ତାହାଠାରୁ ଅଧିକ ବଳବାନ ଲୋକ ତାହାକୁ ଆକ୍ରମଣ କରି ଜୟ କରେ, ସେତେବେଳେ ଯେଉଁ ଅସ୍ତ୍ର ଉପରେ ତାହାର ଭରସା ଥିଲା, ସେହି ସବୁ ସେ ଛଡ଼ାଇ ନିଏ, ପୁଣି, ତାହାର ଲୁଟ କରିଥିବା ଧନସମ୍ପତ୍ତି ବାଣ୍ଟିନିଏ । ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ; ପୁଣି, ଯେ ମୋ’ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ । ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଯିବା ପରେ ବିଶ୍ରାମ କରିବା ପାଇଁ ଜଳ ନ ଥିବା ସ୍ଥାନ ସବୁ ଭ୍ରମଣ କରି ଖୋଜେ, ଆଉ ତାହା ନ ପାଇ କହେ, ମୁଁ ଯେଉଁ ଘରୁ ବାହାରିଆସିଥିଲି, ମୋହର ସେହି ଘରକୁ ଫେରିଯିବି; ପୁଣି, ସେ ଆସି ତାହା ପରିଷ୍କାର ହୋଇଥିବା ଦେଖେ । ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ଦୁଷ୍ଟ ଆଉ ସାତୋଟି ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି, ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ ।

ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍‌ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରି ପାରୁ ନ ଥିଲା ।

ତେବେ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଶୟତାନ ଦ୍ୱାରା ବନ୍ଧା ହୋଇ ଅବ୍ରାହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କ'ଣ ବିଶ୍ରାମବାରରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା?

ସେତେବେଳେ ବାରଜଣଙ୍କ ସଂଖ୍ୟା ମଧ୍ୟରେ ଥିବା ଈଷ୍କାରିୟୋଥ ନାମକ ଯିହୂଦା ଠାରେ ଶୟତାନ ପ୍ରବେଶ କଲା; ଆଉ ଯିହୂଦା ଯାଇ, କି ଉପାୟରେ ଯୀଶୁଙ୍କୁ ପ୍ରଧାନ ଯାଜକ ଓ ସେନାପତିମାନଙ୍କ ହାତରେ ଧରାଇଦେବ, ତାହା ସେମାନଙ୍କ ସହିତ କଥାବାର୍ତ୍ତା କଲା ।

ଶିମୋନ, ଶିମୋନ,ଦେଖ, ଗହମକୁ ଚାଲୁଣୀରେ ଚଲାଇବା ପରି ଶୟତାନ ତୁମ୍ଭମାନଙ୍କୁ ଚଲାଇବାକୁ ଅନୁମତି ପାଇଅଛି; କିନ୍ତୁ ତୁମ୍ଭର ବିଶ୍ୱାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର ।

ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା । ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ । ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା ।

ଏହି ସମସ୍ତ କଥା ହେତୁ ଯିହୂଦୀମାନଙ୍କ ମଧ୍ୟରେ ପୁନର୍ବାର ମତଭେଦ ଘଟିଲା । ସେମାନଙ୍କ ମଧ୍ୟରୁ ଅନେକେ କହିବାକୁ ଲାଗିଲେ, ତାହାକୁ ଭୂତ ଲାଗିଛି, ସେ ପାଗଳ, କାହିଁକି ତାହା କଥା ଶୁଣୁଅଛ? ଅନ୍ୟମାନେ କହିଲେ, ଏହି ସବୁ କଥା ତ ଭୂତ ଲାଗିଥିବା ଲୋକର ନୁହେଁ; ଭୂତ କ'ଣ ଅନ୍ଧର ଆଖି ଫିଟାଇ ପାରେ?

ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା,

ତେଣୁ ଯୀଶୁ ଉତ୍ତର ଦେଲେ, ଯାହା ନିମନ୍ତେ ମୁଁ ଏହି ରୁଟିଖଣ୍ଡକ ବୁଡ଼ାଇବି ଓ ଯାହାକୁ ତାହା ଦେବି, ସେ । ତହିଁରେ ସେ ସେହି ରୁଟିଖଣ୍ଡକ ବୁଡ଼ାଇ ତାହା ଘେନି ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଦେଲେ । ସେ ରୁଟିଖଣ୍ଡକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା । ସେଥିରେ ଯୀଶୁ ତାକୁ କହିଲେ, ଯାହା କରୁଅଛ, ତାହା ଶୀଘ୍ର କର ।

ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛନ୍ତି? ବିକ୍ରୟ ନ ହେବା ପୂର୍ବେ ତାହା କ'ଣ ତୁମ୍ଭ ନିଜର ହୋଇ ରହି ନ ଥିଲା? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁଁ, ମାତ୍ର ଈଶ୍ୱରଙ୍କ ନିକଟରେ ମିଥ୍ୟା କହିଲ ।

ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନଗରସମୂହରୁ ଲୋକସମୂୂହ ମଧ୍ୟ ରୋଗୀମାନଙ୍କୁ ଓ ଅଶୁଚି ଆତ୍ମା ଦ୍ୱାରା ଆକ୍ରାନ୍ତ ଲୋକମାନଙ୍କୁ ଆଣି ଏକତ୍ର ହେଉଥିଲେ, ଆଉ ସେମାନେ ସମସ୍ତେ ସୁସ୍ଥ ହେଲେ ।

କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚସ୍ୱରରେ ଚିତ୍କାର କରି ବାହାରିଆସିବାକୁ ଲାଗିଲେ, ପୁଣି, ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ ।

ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ୱର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ୱର ତାହାଙ୍କ ସହବର୍ତ୍ତୀ ଥିଲେ ।

କିନ୍ତୁ ସେହି ମାୟାବୀ ଅଲ୍ଲୀମା (ଅନୁବାଦ କଲେ ଏହି ନାମର ଅର୍ଥ ମାୟାବୀ) ସେହି ଶାସନକର୍ତ୍ତାଙ୍କୁ ବିଶ୍ୱାସରୁ ବିମୁଖ କରିବା ଚେଷ୍ଟାରେ ସେମାନଙ୍କର ପ୍ରତିରୋଧ କରିବାକୁ ଲାଗିଲା । ମାତ୍ର ଶାଉଲ, ଯାହାକୁ ପାଉଲ ମଧ୍ୟ କହନ୍ତି, ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ତାହାକୁ ନିରୀକ୍ଷଣ କରି କହିଲେ, ଆରେ ସମସ୍ତ ପ୍ରକାର ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷାନ୍ତ ହେବ ନାହିଁ? ଆଉ ଏବେ ଦେଖ, ପ୍ରଭୁଙ୍କର ହସ୍ତ ତୁମ୍ଭ ଉପରେ ରହିଅଛି, ତୁମ୍ଭେ ଅନ୍ଧ ହୋଇ କେତେକ ସମୟ ପର୍ଯ୍ୟନ୍ତ ସୂର୍ଯ୍ୟ ଦେଖିବ ନାହିଁ । ସେହିକ୍ଷଣି କୁହୁଡ଼ି ଓ ଅନ୍ଧକାର ତାହାକୁ ଘୋଡ଼ାଇପକାଇଲା, ତେଣୁ ତାହାକୁ ହାତ ଧରି ବାଟ କଢ଼ାଇବା ନିମନ୍ତେ ସେ ଏଣେ ତେଣେ ଦରାଣ୍ଡି ଲୋକ ଖୋଜିବାକୁ ଲାଗିଲା । ସେହି ଶାସନକର୍ତ୍ତା ଏହି ଘଟଣା ଦେଖି ପ୍ରଭୁଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟ ହୋଇ ବିଶ୍ୱାସ କଲେ ।

ଦିନେ ଆମ୍ଭେମାନେ ପ୍ରାର୍ଥନା ସ୍ଥାନକୁ ଯାଉ ଯାଉ ମନ୍ଦ ଆତ୍ମାବିଷ୍ଟ ଜଣେ ଦାସୀ ଆମ୍ଭମାନଙ୍କୁ ଭେଟିଲା, ତାହାର ଭାଗ୍ୟଗଣନା ଦ୍ୱାରା ତାହାର କର୍ତ୍ତାମାନଙ୍କର ବହୁତ ଲାଭ ହେଉଥିଲା । ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ୱରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି । ସେ ଅନେକ ଦିନ ପର୍ଯ୍ୟନ୍ତ ଏହା କଲା । କିନ୍ତୁ ପାଉଲ ବିରକ୍ତ ହୋଇ ବୁଲିପଡ଼ି ସେହି ଆତ୍ମାକୁ କହିଲେ, ତାହାଠାରୁ ବାହାରିଯିବାକୁ ମୁଁ ତୋତେ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଦେଉଅଛି । ଏଥିରେ ସେ ସେହି ମୁହୁର୍ତ୍ତରେ ବାହାରିଗଲା । କିନ୍ତୁ ତାହାର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ ।

ପୁଣି, ଈଶ୍ୱର ପାଉଲଙ୍କ ହସ୍ତ ଦ୍ୱାରା ଅସାମାନ୍ୟ ଅଦ୍ଭୁତ କାର୍ଯ୍ୟ ସାଧନ କରୁଥିଲେ, ଏପରିକି ତାହାଙ୍କ ଦେହରୁ ରୁମାଲ କିମ୍ବା ଗାମୁଛା ରୋଗୀମାନଙ୍କ ନିକଟକୁ ଅଣାଯାଆନ୍ତେ ସେମାନଙ୍କଠାରୁ ରୋଗ ଛାଡ଼ିଯାଉଥିଲା ଓ ମନ୍ଦଆତ୍ମାଗୁଡ଼ାକ ବାହାରିଯାଉଥିଲେ ।

କିନ୍ତୁ ଭ୍ରମଣକାରୀ ଯିହୂଦୀୟ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣକୁ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ଆଦେଶ ଦେଉଅଛି । ପୁଣି, ସ୍କେବା ନାମକ ଜଣେ ଯିହୂଦୀୟ ପ୍ରଧାନ ଯାଜକଙ୍କର ସାତ ପୁତ୍ର ଏହିପରି କରୁଥିଲେ । ସେଥିରେ ମନ୍ଦଆତ୍ମା ସେମାନଙ୍କୁ ଉତ୍ତର ଦେଲା, ଆମ୍ଭେ ଯୀଶୁଙ୍କୁ ଜାଣୁ ଓ ପାଉଲଙ୍କୁ ଚିହ୍ନୁଁ; ମାତ୍ର ତୁମ୍ଭେମାନେ କିଏ? ସେତେବେଳେ ମନ୍ଦଆତ୍ମା ଲାଗିଥିବା ଲୋକଟା ସେମାନଙ୍କ ଉପରକୁ ଡେଇଁପଡ଼ି ସେ ଦୁଇ ଜଣଙ୍କୁ ପରାସ୍ତ କରି ସେମାନଙ୍କୁ ଏପରି ଆଘାତ କଲା ଯେ, ସେମାନେ ଉଲଙ୍ଗ ଓ କ୍ଷତବିକ୍ଷତ ହୋଇ ସେହି ଘରୁ ବାହାରି ପଳାଇଗଲେ।

ଆଉ ଯାଦୁକ୍ରିୟା କରୁଥିବା ଅନେକେ ଆପଣା ଆପଣା ପୁସ୍ତକ ଆଣି ଏକତ୍ର କରି ସମସ୍ତଙ୍କ ସାକ୍ଷାତରେ ପୋଡ଼ିପକାଇଲେ; ସେମାନେ ସେ ସବୁର ମୂଲ୍ୟ ହିସାବ କରି ତାହା ପଚାଶ ହଜାର ଟଙ୍କା ବୋଲି ଦେଖିଲେ ।

ସ୍ୱଜାତି ଓ ଅଣଯିହୂଦୀମାନେ ଯେପରି ଅନ୍ଧକାରରୁ ଆଲୋକ ପ୍ରତି ଓ ଶୟତାନର ଶକ୍ତିରୁ ଈଶ୍ୱରଙ୍କ ପ୍ରତି ଫେରନ୍ତି, ପୁଣି, ପାପ କ୍ଷମା ଓ ଆମ୍ଭଠାରେ ବିଶ୍ୱାସ ଦ୍ୱାରା ପବିତ୍ରୀକୃତ ଲୋକମାନଙ୍କ ମଧ୍ୟରେ ଅଧିକାରପ୍ରାପ୍ତ ହୁଅନ୍ତି, ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ ।

କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ, ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ୱରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରି ପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ ।

କିନ୍ତୁ ତାଙ୍କୁ ଈଶ୍ୱର କ'ଣ ଉତ୍ତର ଦିଅନ୍ତି? "ଯେଉଁମାନେ ବାଆଲ୍‍ ସମ୍ମୁଖରେ ଆଣ୍ଠୁ ପକାଇ ନାହାଁନ୍ତି, ଏପରି ସାତ ହଜାର ଲୋକ ଆମ୍ଭେ ଆପଣା ନିମନ୍ତେ ଅବଶିଷ୍ଟ ରଖିଅଛୁ ।'

ଆଉ ଶାନ୍ତିଦାତା ଈଶ୍ୱର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ । ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ ।

ଏପରି ଲୋକକୁ ଶରୀରର ବିନାଶ ନିମନ୍ତେ ଶୟତାନର ହସ୍ତରେ ସମର୍ପଣ କରିବା ଉଚିତ, ଯେପରି ପ୍ରଭୁ ଯୀଶୁଙ୍କ ଦିନରେ ତାହାର ଆତ୍ମା ରକ୍ଷା ପାଇ ପାରେ ।

ପରସ୍ପରକୁ ବଞ୍ଚିତ ନ କର; କେଜାଣି ପ୍ରାର୍ଥନା ନିମନ୍ତେ ଅବକାଶ ପାଇବା ପାଇଁ ଉଭୟ ଏକ ପରାମର୍ଶ ହୋଇ ଅଳ୍ପ କାଳ ପୃଥକ୍‍ ରହି ପାର; ଆଉ, ତୁମ୍ଭମାନଙ୍କ ଇନ୍ଦ୍ରିୟ ଦମନ ଅଭାବ ହେତୁ ଶୟତାନ ଯେପରି ତୁମ୍ଭମାନଙ୍କୁ ପରୀକ୍ଷା ନ କରେ, ଏଥିପାଇଁ ପୁନର୍ବାର ଏକତ୍ର ହୁଅ ।

ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ଅଣଯିହୂଦୀମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହି ସବୁ ସେମାନେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି । ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ । ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରି ପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇ ପାର ନାହିଁ । ଅଥବା ଆମ୍ଭେମାନେ କ'ଣ ପ୍ରଭୁଙ୍କୁ ବିରକ୍ତି ଜନ୍ମାଇବା? ଆମ୍ଭେମାନେ କି ତାହାଙ୍କଠାରୁ ବଳବାନ?

ଯେପରି ଶୟତାନ ଆମ୍ଭମାନଙ୍କର ଅପକାର କରିବାକୁ ସୁଯୋଗପ୍ରାପ୍ତ ନ ହୁଏ । କାରଣ ଆମ୍ଭେମାନେ ତା'ର ସମସ୍ତ କଳ୍ପନା ସମ୍ବନ୍ଧରେ ଅଜ୍ଞ ନୋହୁ ।

କିନ୍ତୁ ଯଦ୍ୟପି ଆମ୍ଭମାନଙ୍କ ସୁସମାଚାର ଆଚ୍ଛାଦିତ ଥାଏ, ତାହା ବିନାଶପ୍ରାପ୍ତମାନଙ୍କ ପକ୍ଷରେ ଆଚ୍ଛାଦିତ; ଈଶ୍ୱରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥି ନିମନ୍ତେ ଏହି ଜଗତ୍‍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି ।

ବିଲିୟାର୍‍ ସହିତ ଖ୍ରୀଷ୍ଟଙ୍କର କି ମିଳନ? କିମ୍ବା ଅବିଶ୍ୱାସୀ ସହିତ ବିଶ୍ୱାସୀର କି ଅଂଶ?

(ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍‍ କରିବା ନିମନ୍ତେ ଈଶ୍ୱରଙ୍କ ଦୃଷ୍ଟିରେ ସେହି ସବୁ ଶକ୍ତିଯୁକ୍ତ ଅଟେ); ଆମ୍ଭେମାନେ ତର୍କବିତର୍କସବୁ ଓ ଈଶ୍ୱରଙ୍କ ଜ୍ଞାନବିରୁଦ୍ଧରେ ଉତ୍ଥିତ ସମସ୍ତ ଉଚ୍ଚ ବିଷୟ ଭୂମିସାତ୍‍ କରୁ, ପୁଣି, ପ୍ରତ୍ୟେକ କଳ୍ପନାକୁ ଖ୍ରୀଷ୍ଟଙ୍କ ବାଧ୍ୟ ହେବା ନିମନ୍ତେ ବନ୍ଦୀ କରୁ,

କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି ।

କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି । ଆଉ ଏହା ଆଶ୍ଚର୍ଯ୍ୟ ନୁହେଁ, କାରଣ ଶୟତାନ ନିଜେ ଦୀପ୍ତିମୟ ଦୂତର ବେଶ ଧାରଣ କରେ । ଅତଏବ, ଯଦି ତାହାର ସେବକମାନେ ମଧ୍ୟ ଧାର୍ମିକତାର ସେବକମାନଙ୍କ ବେଶ ଧାରଣ କରନ୍ତି, ତେବେ ତାହା ବଡ଼ ବିଷୟ ନୁହେଁ; ସେମାନଙ୍କ ଶେଷ ଦଶା ସେମାନଙ୍କ କର୍ମ ଅନୁସାରେ ଘଟିବ ।

ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥି ନିମନ୍ତେ ମୋହର ଶରୀରରେ ଗୋଟିଏ କଣ୍ଟକ ଦିଆଗଲା, ମୋତେ ପ୍ରହାର କରିବା ପାଇଁ ଶୟତାନର ଦୂତକୁ ପଠାଗଲା, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ ।

ସେ ସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ୱର୍ଗରେ ଆପଣା ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରାଇଲେ,

ଅର୍ଥାତ୍ ଯେଉଁ ଆତ୍ମା ଏବେ ହେଁ ଅନାଜ୍ଞାବହ ସନ୍ତାନମାନଙ୍କ ଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୁର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ;

ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ୱର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ,

କ୍ରୋଧ କର କିନ୍ତୁ ପାପ କର ନାହିଁ; ସୁର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ । ଚୋର ଆଉ ଚୋରି ନ କରୁ,

ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ଡାୟମାନ ହୋଇ ପାର, ଏଥି ନିମନ୍ତେ ଈଶ୍ୱରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର । କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ; ଏଣୁ ତୁମ୍ଭେମାନେ ଯେପରି ଦୁର୍ଦ୍ଦିନରେ ପ୍ରତିରୋଧ କରି ସର୍ବଜୟୀ ହୋଇ ଅଟଳ ରହିପାର, ଏଥି ନିମନ୍ତେ ଈଶ୍ୱରଦତ୍ତ ସମସ୍ତ ସଜ୍ଜା ଗ୍ରହଣ କର ।

ଯେପରି ପାପାତ୍ମାର ଅଗ୍ନିବାଣ ସବୁ ନିର୍ବାଣ କରିବାକୁ ସମର୍ଥ ହୁଅ, ସେହି ବିଶ୍ୱାସରୂପ ଢ଼ାଲ ଧାର ।

ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ଅସ୍ତ୍ରଶସ୍ତ୍ର ଛଡ଼ାଇ ପ୍ରକାଶରେ ସେମାନଙ୍କ ପ୍ରଦର୍ଶନପୂର୍ବକ କ୍ରୁଶରେ ବିଜୟ ଯାତ୍ରା କରିଅଛନ୍ତି ।

ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମନସ୍ଥ କରିଥିଲୁ, ବିଶେଷରେ ମୁଁ ପାଉଲ ଥରେ, ହଁ, ଦୁଇ ଥର ମନସ୍ଥ କରିଥିଲି, କିନ୍ତୁ ଶୟତାନ ଆମ୍ଭମାନଙ୍କୁ ବାଧା ଦେଲା ।

କେହି କୌଣସି ପ୍ରକାରେ ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଦିନ ଉପସ୍ଥିତ ହେବ ନାହିଁ । ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଇଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଈଶ୍ୱରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ୱର ବୋଲି ଦେଖାଏ । ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ଏହି ସବୁ ବିଷୟ ଯେ ତୁମ୍ଭମାନଙ୍କୁ କହିଥିଲି, ତାହା କ'ଣ ତୁମ୍ଭମାନଙ୍କର ମନେ ନାହିଁ? ଆଉ ସେ ନିରୂୂପିତ ସମୟରେ ପ୍ରକାଶିତ ହେବା ନିମନ୍ତେ କ'ଣ ବାଧା ଦେଉଅଛି, ତାହା ତ ତୁମ୍ଭେମାନେ ଜାଣ । କାରଣ ଅଧର୍ମର ନିଗୂଢ଼ତତ୍ତ୍ୱ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ବାହାର ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ । ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ୱାସ ଦ୍ୱାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ୱାରା ବିନାଶ କରିବେ । ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି, ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ, କାରଣ ପରିତ୍ରାଣ ପାଇବା ନିମନ୍ତେ ସେମାନେ ସତ୍ୟ ପ୍ରତି ପ୍ରେମ ପାଇନାହାଁନ୍ତି ।

କିନ୍ତୁ ପ୍ରଭୁ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସ୍ଥିର କରି ମନ୍ଦରୁ ରକ୍ଷା କରିବେ ।

ସେମାନଙ୍କ ମଧ୍ୟରୁ ହୁମନାୟ ଓ ଆଲେକ୍‍ଜାଣ୍ଡର ଅନ୍ୟତମ; ଏମାନେ ଯେପରି ଶାସନ ପାଇ ଈଶ୍ୱର ନିନ୍ଦା ନ କରନ୍ତି, ଏଥିପାଇଁ ମୁଁ ଏମାନଙ୍କୁ ଶୟତାନ ହାତରେ ସମର୍ପଣ କଲି ।

ସେ ନୂତନ ଶିଷ୍ୟ ହୋଇ ନ ଥିବେ, କାଳେ ଅସାରଗର୍ବୀ ହୋଇ ଶୟତାନ ଭଳି ଦଣ୍ଡଗ୍ରସ୍ତ ହେବେ । ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସମ୍ମାନ ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ ।

ଆତ୍ମା ସ୍ପଷ୍ଟରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ

କାରଣ ଏବେ ମଧ୍ୟ କେହି କେହି ଖ୍ରୀଷ୍ଟଙ୍କ ଠାରୁ ଦୂର ହୋଇ ଶୟତାନର ଅନୁଗାମୀ ହୋଇଅଛନ୍ତି ।

କାରଣ ଈଶ୍ୱର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାଁନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି ।

ଆଉ, ଯେଉଁ ଶୟତାନ ସେମାନଙ୍କୁ ତାହାର ଇଚ୍ଛା ସାଧନ କରିବା ନିମନ୍ତେ ବନ୍ଦୀ କରିଅଛି, ସଚେତନ ହୋଇ ତାହାର ଫାନ୍ଦରୁ ମୁକ୍ତ ହେବେ ।

ଅତଏବ, ସନ୍ତାନମାନେ ରକ୍ତମାଂସର ସହଭାଗୀ ହୋଇଥିବାରୁ ଖ୍ରୀଷ୍ଟ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍‍, ଶୟତାନକୁ ବିନାଶ କରି ପାରନ୍ତି;

ଈଶ୍ୱର ଯେ ଏକମାତ୍ର, ଏହା ତୁମ୍ଭେ ବିଶ୍ୱାସ କରୁଅଛ; ଭଲ କଥା, ଭୂତମାନେ ମଧ୍ୟ ବିଶ୍ୱାସ କରି ଥରହର ହୁଅନ୍ତି ।

କିନ୍ତୁ ଯଦି ତୁମ୍ଭମାନଙ୍କ ହୃଦୟରେ ତିକ୍ତ ଈର୍ଷାଭାବ ଓ ସ୍ୱାର୍ଥପରତା ଥାଏ, ତାହାହେଲେ ସତ୍ୟ ବିରୁଦ୍ଧରେ ଗର୍ବ କର ନାହିଁ ଓ ମିଥ୍ୟା କୁହ ନାହିଁ । ଏପରି ଜ୍ଞାନ ଊର୍ଦ୍ଧ୍ୱରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଶାରୀରିକ ଓ ଭୌତିକ ଅଟେ;

ଅତଏବ, ତୁମ୍ଭେମାନେ ଈଶ୍ୱରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ ।

ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;

କାରଣ ଈଶ୍ୱର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନର୍କରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ୱରରେ ରଖିଅଛନ୍ତି

ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଭଣ୍ଡଖ୍ରୀଷ୍ଟ ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଭଣ୍ଡଖ୍ରୀଷ୍ଟ ଉଠିଲେଣି; ଏତଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ । ସେମାନେ ଆମ୍ଭମାନଙ୍କ ମଧ୍ୟରୁ ବାହାରିଲେ, କିନ୍ତୁ ଆମ୍ଭମାନଙ୍କ ଦଳର ଲୋକ ନ ଥିଲେ; କାରଣ ଯଦି ଆମ୍ଭମାନଙ୍କ ଦଳର ଲୋକ ହୋଇଥାଆନ୍ତେ, ତେବେ ଆମ୍ଭମାନଙ୍କ ସହିତ ରହିଥାଆନ୍ତେ; କିନ୍ତୁ ସମସ୍ତେ ଯେ ଆମ୍ଭମାନଙ୍କ ଦଳର ଲୋକ ନୁହଁନ୍ତି, ଏହା ଯେପରି ପ୍ରକାଶ ପାଇବ, ଏଥି ନିମନ୍ତେ ସେମାନେ ବାହାରିଗଲେ । ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ । ତୁମ୍ଭେମାନେ ସତ୍ୟ ଜାଣି ନ ଥିବାରୁ ମୁଁ ଯେ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତାହା ନୁହେଁ, ମାତ୍ର ତୁମ୍ଭେମାନେ ସତ୍ୟ ଜାଣିଥିବାରୁ ଓ କୌଣସି ମିଥ୍ୟା ସତ୍ୟରୁ ଜାତ ହୁଏ ନାହିଁ ବୋଲି ଜାଣିଥିବାରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି । ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯେ ନାସ୍ତି କରେ, ତାହାଠାରୁ ଆଉ ମିଥ୍ୟାବାଦୀ କିଏ? ଯେ ପିତା ଓ ପୁତ୍ରଙ୍କୁ ନାସ୍ତି କରେ, ସେ ତ ସେହି ଭଣ୍ଡଖ୍ରୀଷ୍ଟ ।

ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ୱରଙ୍କ ପୁତ୍ର ପ୍ରକାଶିତ ହେଲେ । ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ପାପ କରେ ନାହିଁ, କାରଣ ଈଶ୍ୱରଙ୍କ ବୀଜ ତାହାଠାରେ ରହେ, ଆଉ ସେ ଈଶ୍ୱରଙ୍କଠାରୁ ଜାତ ହେବାରୁ ପାପ କରି ପାରେ ନାହିଁ । ଏଥିରେ କିଏ ଈଶ୍ୱରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ୱରଙ୍କଠାରୁ ଜାତ ନୁହେଁ ।

ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ୱରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି ।

ଏହା ଦ୍ୱାରା ତୁମ୍ଭେମାନେ ଈଶ୍ୱରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବନ୍ତ ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ୱୀକାର କରେ, ସେ ଈଶ୍ୱରଙ୍କଠାରୁ ଆଗତ, ଆଉ ଯେକୌଣସି ଆତ୍ମା ଯୀଶୁଙ୍କୁ ସ୍ୱୀକାର ନ କରେ, ସେ ଈଶ୍ୱରଙ୍କଠାରୁ ଆଗତ ନୁହେଁ; ଏହା ଭଣ୍ଡଖ୍ରୀଷ୍ଟର ଆତ୍ମା, ଯାହାର ଆଗମନ କଥା ତୁମ୍ଭେମାନେ ଶୁଣିଅଛ, ପୁଣି, ତାହା ଏବେ ହେଁ ଜଗତରେ ଉପସ୍ଥିତ ହୋଇଅଛି ।

ଆମ୍ଭେମାନେ ଯେ ଈଶ୍ୱରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ ।

କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି । ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ । ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ । ଯେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ୱରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି । କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ବର୍ଦ୍ଧନା ଜଣାଅ ନାହିଁ; କାରଣ ଯେ କେହି ତାହାକୁ ସମ୍ବର୍ଦ୍ଧନା ଜଣାଏ, ସେ ତାହାର ଦୁଷ୍କର୍ମର ସହଭାଗୀ ହୁଏ ।

ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚ ପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି ।

କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ନ ହୋଇ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ ।

ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଲେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୂଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ । ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶଦିନ କ୍ଲେଶ ଭୋଗ କରିବ । ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ ।

ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ୱସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ୱୀକାର କରି ନ ଥିଲ ।

କିନ୍ତୁ ତୁମ୍ଭମାନଙ୍କୁ, ଅର୍ଥାତ୍ ଥୁୟତୀରାରେ ଥିବା ଯେଉଁ ଅବଶିଷ୍ଟ ଲୋକେ ଏହି ମତାବଲମ୍ୱୀ ନୁହଁ ଓ ଯାହାକୁ ଶୟତାନର ନିଗୁଢ଼ ଶିକ୍ଷା ବୋଲି କହନ୍ତି, ତାହା ଜ୍ଞାତ ନୁହଁ, ତୁମ୍ଭମାନଙ୍କୁ ଆମ୍ଭେ କହୁଅଛୁ, ତୁମ୍ଭମାନଙ୍କ ଉପରେ ଆମ୍ଭେ ଆଉ କୌଣସି ଭାର ଦେବୁ ନାହିଁ ।

ଦେଖ, ଯେଉଁମାନେ ଯିହୂଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ ।

ତତ୍ପରେ ପଞ୍ଚମ ଦୂତ ତୂରୀଧ୍ୱନୀ କରନ୍ତେ ମୁଁ ଆକାଶରୁ ଗୋଟିଏ ନକ୍ଷତ୍ର ପୃଥିବୀରେ ପତିତ ହେବାର ଦେଖିଲି; ତାହାକୁ ପାତାଳକୁଣ୍ଡର ଚାବି ଦିଆଗଲା । ସେ ସେହି ପାତାଳକୁଣ୍ଡ ଫିଟାନ୍ତେ ସେଥିରୁ ବୃହତ୍ ଭାଟିର ଧୂମ ପରି ଧୂମ ଉଠିଲା, ଆଉ ସେହି ପାତାଳକୁଣ୍ଡର ଧୂମ ହେତୁ ସୁର୍ଯ୍ୟ ପୁଣି, ଆକାଶ ଅନ୍ଧକାରାଛନ୍ନ ହେଲା । ଧୂମ ମଧ୍ୟରୁ ପଙ୍ଗପାଳ ବାହାର ହୋଇ ପୃଥିବୀକୁ ଆସିଲେ, ସେମାନଙ୍କୁ ପୃଥିବୀର ବିଛାର ଶକ୍ତି ପରି ଶକ୍ତି ଦିଆଗଲା । ପୃଥିବୀର ଘାସ କି ସବୁଜ ରଙ୍ଗର ଶାକ କି କୌଣସି ବୃକ୍ଷର ଅନିଷ୍ଟ ନ କରି, ଯେଉଁମାନଙ୍କ କପାଳରେ ଈଶ୍ୱରଙ୍କ ମୁଦ୍ରାଙ୍କ ନାହିଁ, କେବଳ ସେମାନଙ୍କ ଅନିଷ୍ଟ କରିବାକୁ ସେମାନଙ୍କୁ କୁହାଗଲା । ସେମାନଙ୍କୁ ବଧ ନ କରି ପାଞ୍ଚ ମାସ ପର୍ଯ୍ୟନ୍ତ ସେମାନଙ୍କର ଯନ୍ତ୍ରଣା ଘଟାଇବାକୁ ସେମାନଙ୍କୁ କ୍ଷମତା ଦିଆଗଲା; ବିଛା ମନୁଷ୍ୟକୁ ମାରିଲେ ଯେପରି ଯନ୍ତ୍ରଣା ହୁଏ, ଏହି ଯନ୍ତ୍ରଣା ସେହି ପ୍ରକାର । ସେହି ସମୟରେ ମନୁଷ୍ୟମାନେ ମୃତ୍ୟୁର ଅନ୍ୱେଷଣ କରିବେ, କିନ୍ତୁ କୌଣସି ପ୍ରକାରେ ପାଇବେ ନାହିଁ; ସେମାନେ ମରିବାକୁ ବାଞ୍ଛା କରିବେ, କିନ୍ତୁ ମୃତ୍ୟୁ ସେମାନଙ୍କଠାରୁ ପଳାୟନ କରିବ । ପଙ୍ଗପାଳମାନଙ୍କର ଆକୃତି ଯୁଦ୍ଧ ନିମନ୍ତେ ସଜ୍ଜିତ ଅଶ୍ୱମାନଙ୍କ ସଦୃଶ, ସେମାନଙ୍କ ମସ୍ତକର ଆବରଣ ସୁବର୍ଣ୍ଣ ମୁକୁଟ ତୁଲ୍ୟ, ପୁଣି, ସେମାନଙ୍କ ମୁଖ ମନୁଷ୍ୟମାନଙ୍କ ମୁଖ ସଦୃଶ; ସ୍ତ୍ରୀଲୋକମାନଙ୍କ କେଶ ସଦୃଶ ସେମାନଙ୍କ କେଶ, ସିଂହଦନ୍ତ ତୁଲ୍ୟ ସେମାନଙ୍କ ଦନ୍ତ; ଲୌହ ଉରସ୍ତ୍ରାଣ ପରି ସେମାନଙ୍କର ଉରସ୍ତ୍ରାଣ, ପୁଣି, ରଥ ଓ ରଣକ୍ଷେତ୍ରରେ ଦୌଡ଼ୁଥିବା ଅନେକ ଅଶ୍ୱଙ୍କ ଶବ୍ଦ ପରି ସେମାନଙ୍କ ପକ୍ଷର ଶବ୍ଦ । ବିଛାର ଲାଙ୍ଗୁଳ ଓ ନାହୁଡ଼ ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼; ପାଞ୍ଚ ମାସ ପର୍ଯ୍ୟନ୍ତ ମନୁଷ୍ୟମାନଙ୍କର କ୍ଷତି କରିବାକୁ ସେମାନଙ୍କ ଲାଙ୍ଗୁଳରେ ଶକ୍ତି ଥିଲା । ପାତାଳକୁଣ୍ଡର ଦୂତ ସେମାନଙ୍କର ରାଜା, ତାହାଙ୍କର ନାମ ଏବ୍ରୀ ଭାଷାରେ ଆବଦ୍ଦୋନ୍ ଓ ଗ୍ରୀକ୍ ଭାଷାରେ ଅପଲ୍ଲିୟୋନ୍ ।

ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହି ସମସ୍ତ କ୍ଲେଶ ଦ୍ୱାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍ ଭୂତମାନଙ୍କ ପୂଜା, ପୁଣି, ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଠରେ ତିଆରି ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,

ସେମାନଙ୍କ ସାକ୍ଷ୍ୟ ସମାପ୍ତ ହେଲା ଉତ୍ତାରେ ପାତାଳକୁଣ୍ଡରୁ ଯେଉଁ ପଶୁ ଉତ୍ଥିତ ହେବ, ସେ ସେମାନଙ୍କ ସହିତ ଯୁଦ୍ଧ କରିବା ଓ ସମାନଙ୍କୁ ଜୟ କରି ବଧ କରିବ ।

ଆକାଶରେ ଆଉ ଗୋଟିଏ ଲକ୍ଷଣ ଦେଖାଗଲା; ଦେଖ, ଗୋଟିଏ ଲାଲ୍ ରଙ୍ଗର ପ୍ରକାଣ୍ଡ ସର୍ପ, ତାହାର ସପ୍ତ ମସ୍ତକ ଓ ଦଶ ଶିଙ୍ଗ, ପୁଣି, ମସ୍ତକ ଗୁଡ଼ିକ ଉପରେ ସପ୍ତ ମୁକୁଟ । ତାହାର ଲାଙ୍ଗୁଳ ଆକାଶର ତୃତୀୟାଂଶ ନକ୍ଷତ୍ରକୁ ଟାଣିଆଣି ପୃଥିବୀରେ ନିକ୍ଷେପ କଲା। ଆଉ ସେହି ସର୍ପ ପ୍ରସବ କରିବା ମାତ୍ର ତାହାଙ୍କ ସନ୍ତାନକୁ ଗ୍ରାସ କରିବା ନିମନ୍ତେ ତାହାଙ୍କ ସମ୍ମୁଖରେ ଠିଆ ହେଲା ।

ତତ୍ପରେ ସ୍ୱର୍ଗରେ ଯୁଦ୍ଧ ହେଲା, ମିଖାୟେଲ ଓ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ | ସେଥିରେ ସେହି ସର୍ପ ଓ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ, କିନ୍ତୁ ସେମାନେ ଜୟ କରି ପାରିଲେ ନାହିଁ, ପୁଣି, ସ୍ୱର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ । ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା । ସେତେବେଳେ ମୁଁ ସ୍ୱର୍ଗରେ ଏହି ଉଚ୍ଚ ସ୍ୱର ଶୁଣିଲି, ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ୱରଙ୍କ ପରିତ୍ରାଣ,ପରାକ୍ରମ ଓ ରାଜ୍ୟ ପୁଣି, ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭାଇଗଣଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ୱରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି । ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ । ଅତଏବ, ହେ ସ୍ୱର୍ଗ ଓ ତନ୍ନିବାସୀମାନେ, ଆନନ୍ଦ କର; ମାତ୍ର ହାୟ, ପୃଥିବୀ ଓ ସମୁଦ୍ର, ତୁମ୍ଭେମାନେ ସନ୍ତାପର ପାତ୍ର, କାରଣ ସମୟ ଅତି ଅଳ୍ପ ବୋଲି ଜାଣି ଦିଆବଳ(ଶୟତାନ) ଆପଣା ମହାକ୍ରୋଧରେ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛି ।

ସର୍ପ ଆପଣାକୁ ପୃଥିବୀରେ ନିକ୍ଷିପ୍ତ ହେବାର ଦେଖି ସେହି ପୁତ୍ରସନ୍ତାନ ପ୍ରସବକାରିଣୀ ସ୍ତ୍ରୀଲୋକଙ୍କୁ ତାଡ଼ନା କଲା । ସେଥିରେ ସେହି ସ୍ତ୍ରୀଲୋକ ଯେପରି ସର୍ପର ମୁଖରୁ ରକ୍ଷା ପାଇ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ପ୍ରତିପାଳିତ ହୁଅନ୍ତି, ଏଥି ନିମନ୍ତେ ପ୍ରାନ୍ତରସ୍ଥ ଆପଣା ସ୍ଥାନକୁ ଉଡ଼ିଯିଵା ପାଇଁ ତାହାଙ୍କୁ ବୃହତ୍ ଉତ୍କ୍ରୋଷ ପକ୍ଷୀର ଦୁଇଟି ଡେଣା ଦିଆ ହେଲା । ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍‌ଗାର କଲା । କିନ୍ତୁ ପୃଥିବୀ ଆପଣା ମୁଖ ଫିଟାଇ ସର୍ପର ମୁଖରୁ ଉଦ୍‌‌ଗାରିତ ନଦୀକୁ ଗ୍ରାସ କରି ସେହି ସ୍ତ୍ରୀଙ୍କୁ ସାହଯ୍ୟ କଲା । ସେଥିରେ ସର୍ପ ସ୍ତ୍ରୀଲୋକଙ୍କ ଉପରେ ମହାକ୍ରୁଦ୍ଧ ହୋଇ, ତାହାଙ୍କ ବଂଶର ଯେଉଁ ଅବଶିଷ୍ଟ ଲୋକମାନେ ଈଶ୍ୱରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦାନ କରନ୍ତି, ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଚାଲିଗଲା; ଆଉ ସେ ସମୁଦ୍ରର ବାଲୁକା ଉପରେ ଠିଆ ହେଲା ।

ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶିଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ୱରନିନ୍ଦାସୂଚକ ବିଭିନ୍ନ ନାମ । ଏହି ଯେଉଁ ପଶୁକୁ ମୁଁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି । ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିହାଂସନ ଓ ମହାକ୍ଷମତା ସମର୍ପଣ କଲା । ତାହାର ମସ୍ତକଗୁଡ଼ାକ ମଧ୍ୟରୁ ଗୋଟାଏ ଯେପରି ସାଂଘାତିକ ଆଘାତ ପ୍ରାପ୍ତ ହୋଇଥିଲା, ଆଉ ତାହାର ସେହି ମୃତ୍ୟୁଜନକ କ୍ଷତ ସୁସ୍ଥ ହେଲା, ପୁଣି, ସମସ୍ତ ପୃଥିବୀ ସେହି ପଶୁ ବିଷୟରେ ଆଶ୍ଚର୍ଯ୍ୟାନ୍ୱିତ ହୋଇ ତାହାର ଅନୁଗମନ କଲେ, ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ? ଆଉ କିଏ ତାହା ସହିତ ଯୁଦ୍ଧ କରି ପାରେ? ସେହି ପଶୁକୁ ଅହଂକାର ଓ ଈଶ୍ୱରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା । ସେଥିରେ ସେଇ ପଶୁ ମୁଖ ଫିଟାଇ ଈଶ୍ୱରନିନ୍ଦାର କଥା କହି ତାହାଙ୍କ ନାମ ଓ ତାହାଙ୍କ ତମ୍ବୁ ପୁଣି, ସ୍ୱର୍ଗନିବାସୀମାନଙ୍କର ନିନ୍ଦା କଲା । ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ପଶୁଟିକୁ କ୍ଷମତା ଦିଆଗଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତି ଉପରେ ତାହାକୁ କ୍ଷମତା ଦିଆଗଲା । ଜଗତର ସୃଷ୍ଟି ଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ (ପଶୁକୁ) ପ୍ରଣାମ କରିବେ । ଯାହାର କର୍ଣ୍ଣ ଅଛି, ସେ ଶୁଣୁ । କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ଼୍ଗ ଦ୍ୱାରା ବଧ କରେ, ତାହାହେଲେ ତାହାକୁ ନିଶ୍ଚୟ ଖଡ଼୍ଗ ଦ୍ୱାରା ବଧ କରାଯିବ । ଏହି ସ୍ଥଳରେ ସାଧୁମାନଙ୍କର ଧୖେର୍ଯ୍ୟ ଓ ବିଶ୍ୱାସ ଆବଶ୍ୟକ ।

ତତ୍ପରେ ମୁଁ ଆଉ ଗୋଟିଏ ପଶୁକୁ ଭୂମି ମଧ୍ୟରୁ ଉଠି ଆସିବାର ଦେଖିଲି; ମେଷଶାବକ ପରି ତାହାର ଦୁଇଟି ଶିଙ୍ଗ, ଆଉ ସେ ସର୍ପ ପରି କଥା କହୁଥିଲା । ସେ ପ୍ରଥମ ପଶୁର ସମସ୍ତ କ୍ଷମତା ତାହା ସାକ୍ଷାତରେ ପରିଚାଳନା କରେ, ଆଉ ସେହି ଯେଉଁ ପ୍ରଥମ ପଶୁର ମୃତ୍ୟୁଜନକ କ୍ଷତ ସୁସ୍ଥ ହୋଇଥିଲା, ତାହାକୁ ପ୍ରଣାମ କରିବାକୁ ପୃଥିବୀ ଓ ତନ୍ନିବାସୀମାନଙ୍କୁ ବାଧ୍ୟ କରେ । ସେ ମହା ମହା ଆଶ୍ଚର୍ଯ୍ୟକର୍ମ କରେ, ଏପରିକି ମନୁଷ୍ୟମାନଙ୍କ ସାକ୍ଷାତରେ ଆକାଶରୁ ପୃଥିବୀ ଉପରେ ଅଗ୍ନି ବୃଷ୍ଟି କରାଏ । ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ । ପଶୁର ପ୍ରତିମା ଯେପରି କଥା କହିପାରେ ଓ ସେହି ପ୍ରତିମାକୁ ପ୍ରଣାମ କରୁ ନ ଥିବା ଲୋକମାନେ ଯେପରି ବଧ କରାଯିବେ, ଏଥିପାଇଁ ତାହାକୁ ସେହି ପଶୁର ପ୍ରତିମାକୁ ଜୀବନ ଦାନ କରିବାକୁ କ୍ଷମତା ଦିଆଗଲା । ଆଉ ସେ ସାନ ଓ ବଡ଼, ଧନୀ ଓ ଦରିଦ୍ର, ସ୍ୱାଧୀନ ଓ ପରାଧିନ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହସ୍ତରେ କିଅବା କପାଳରେ ଗୋଟାଏ ଚିହ୍ନ ଧାରଣ କରିବାକୁ ବାଧ୍ୟ କରାଏ, ପୁଣି, ସେହି ଚିହ୍ନ, ଅର୍ଥାତ୍ ପଶୁର ନାମ କିମ୍ବା ତାହା ନାମର ସଂଖ୍ୟା ଧାରଣ କରି ନ ଥିବା ଲୋକକୁ କ୍ରୟବିକ୍ରୟ କରିବାକୁ ନିଷେଧ କରେ । ଏଠାରେ ଜ୍ଞାନ ଆବଶ୍ୟକ । ଯାହାର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟା ଗଣନା କରୁ, କାରଣ ତାହା ଜଣେ ମନୁଷ୍ୟର ସଂଖ୍ୟା, ଆଉ ତାହାର ସଂଖ୍ୟା ହେଉଛି ୬୬୬ (ଛ ଶହ ଛଷଠି) ।

ସେମାନଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ତୃତୀୟ ଦୂତ ଆସି ଉଚ୍ଚ ସ୍ଵରରେ କହିଲେ, ଯଦି କେହି ସେହି ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରେ ପୁଣି, ଆପଣା କପାଳରେ କି ହାତରେ ତାହାର ଚିହ୍ନ ଗ୍ରହଣ କରେ, ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ୱରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ । ଏପରି ଲୋକମାନଙ୍କ ଯନ୍ତ୍ରଣାର ଧୂମ ଯୁଗେ ଯୁଗେ ଉଠୁଥିବ; ଯେଉଁମାନେ ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରନ୍ତି ପୁଣି, ତାହାର ନାମର ଚିହ୍ନ ଗ୍ରହଣ କରନ୍ତି, ସେମାନଙ୍କର ଦିବାରାତ୍ର ବିଶ୍ରାମ ନାହିଁ ।

ପଞ୍ଚମ ଦୂତ ଆପଣା ପାତ୍ର ସେହି ପଶୁର ସିଂହାସନ ଉପରେ ଢାଳିଲେ; ତହୁଁ ତାହାର ରାଜ୍ୟ ଅନ୍ଧକାରମୟ ହେଲା, ଆଉ ଲୋକମାନେ ବେଦନା ହେତୁ ଆପଣା ଆପଣା ଜିହ୍ୱା କାମୁଡ଼ିବାକୁ ଲାଗିଲେ;

ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ଡ ଭାବବାଦୀର ମୁଖରୁ ବେଙ୍ଗ ପରି ତିନୋଟା ଅପବିତ୍ର ଆତ୍ମା ବାହାରିଲେ; ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ୱରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରିଯାଆନ୍ତି ।

ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହା ବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ, ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାରରୂପ ସୁରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ଡ ତୁମ୍ଭକୁ ଦେଖାଇବି । ସେଥିରେ ସେ ମୋତେ ଆତ୍ମାରେ ପ୍ରାନ୍ତର ମଧ୍ୟକୁ ଘେନିଯାଆନ୍ତେ ମୁଁ ଜଣେ ସ୍ତ୍ରୀଲୋକକୁ ଗୋଟିଏ ଲୋହିତବର୍ଣ୍ଣ ପଶୁ ଉପରେ ବସିଥିବାର ଦେଖିଲି; ସେହି ପଶୁର ସର୍ବାଙ୍ଗ ଈଶ୍ୱରନିନ୍ଦାସୂଚକ ନାମରେ ପରିପୂର୍ଣ୍ଣ, ଆଉ ତାହାର ସପ୍ତ ମସ୍ତକ ଓ ଦଶ ଶିଙ୍ଗ । ସ୍ତ୍ରୀଲୋକ ବାଇଗଣିଆ ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା, ପୁଣି, ସୁବର୍ଣ୍ଣ, ବହୁମୂଲ୍ୟ ମଣି ଓ ମୁକ୍ତାରେ ଭୂଷିତା; ତାହାର ହସ୍ତରେ ଗୋଟିଏ ସୁବର୍ଣ୍ଣ ପାତ୍ର, ତାହା ଘୃଣ୍ୟ ପଦାର୍ଥ ଓ ତାହାର ବ୍ୟଭିଚାରରୂପ ଅଶୁଚି କର୍ମରେ ପରିପୂର୍ଣ୍ଣ; ତାହାର କପାଳରେ ଏହି ନିଗୂଢ଼ ଭାବଯୁକ୍ତ ନାମ ଲିଖିତ ଥିଲା, ମହାନଗରୀ ବାବିଲ୍, ବେଶ୍ୟାମାନଙ୍କର ଓ ପୃଥିବୀର ସମସ୍ତ ଘୃଣ୍ୟ ବିଷୟର ମାତା । ମୁଁ ସେହି ସ୍ତ୍ରୀଲୋକକୁ ସାଧୂମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହେବାର ଦେଖିଲି । ତାହାକୁ ଦେଖି ମୁଁ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହେଲି | ସେଥିରେ ଦୂତ ମୋତେ କହିଲେ, କାହିଁକି ଆଶ୍ଚର୍ଯ୍ୟାନ୍ୱିତ ହେଲ? ମୁଁ ତୁମ୍ଭକୁ ସେହି ସ୍ତ୍ରୀଲୋକର ଓ ତାହାର ବାହନ ସପ୍ତ ମସ୍ତକ ଓ ଦଶ ଶିଙ୍ଗ ବିଶିଷ୍ଟ ଯେଉଁ ପଶୁ, ତାହାର ନିଗୁଢ଼ତତ୍ତ୍ୱ ବୁଝାଇଦେବି ।

ସେହି ଯେଉଁ ପଶୁକୁ ତୁମ୍ଭେ ଦେଖିଲ, ତାହା ଥିଲା, ଏବେ ନାହିଁ, ପୁଣି, ତାହା ପାତାଳକୁଣ୍ଡରୁ ଉଠି ବିନାଶ ପାଇବ। ସେଥିରେ ପୃଥିବୀନିବାସୀ ଯେତେ ଲୋକଙ୍କ ନାମ ଜଗତର ପତ୍ତନାବଧି ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ସେମାନେ ଯେତେବେଳେ ସେହି ପଶୁକୁ ଦେଖିବେ ଯେ ତାହା ଥିଲା, ଏବେ ନାହିଁ ପରେ ଆସିବ, ସେତେବେଳେ ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହେବେ । ଏହି ସ୍ଥଳରେ ବୁଦ୍ଧିବିଶିଷ୍ଟ ମନ ଆବଶ୍ୟକ । ସେହି ସପ୍ତ ମସ୍ତକ ସପ୍ତ ପର୍ବତକୁ ବୁଝାଏ, ଏହି ସପ୍ତ ପର୍ବତ ଉପରେ ସ୍ତ୍ରୀଲୋକ ଉପବିଷ୍ଟା; ସେହି ସପ୍ତ ମସ୍ତକ ମଧ୍ୟ ସପ୍ତ ରାଜାଙ୍କୁ ବୁଝାଏ, ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ପତିତ ହୋଇଅଛନ୍ତି, ଜଣେ ବର୍ତ୍ତମାନ ଅଛି, ଆଉ ଜଣେ ଏପର୍ଯ୍ୟନ୍ତ ଆସି ନାହିଁ, ସେ ଆସିଲେ ଅଳ୍ପ କାଳ ମାତ୍ର ରହିବ । ପୁଣି, ଯେଉଁ ପଶୁ ଥିଲା ଆଉ ଏବେ ନାହିଁ, ସେ ଅଷ୍ଟମ; ତଥାପି ସେ ସେହି ସପ୍ତ ରାଜାଙ୍କ ମଧ୍ୟରୁ ଜଣେ, ଆଉ ସେ ବିନାଶ ପାଇବ । ଆହୁରି ଯେଉଁ ଦଶ ଶିଙ୍ଗ ଦେଖିଲ, ଏହି ସବୁ ଦଶ ରାଜାଙ୍କୁ ବୁଝାଏ; ସେମାନେ ଏପର୍ଯ୍ୟନ୍ତ ରାଜ୍ୟ ପାଇ ନାହାଁନ୍ତି, କିନ୍ତୁ ପଶୁ ସଙ୍ଗରେ ଏକ ଘଣ୍ଟା ପର୍ଯ୍ୟନ୍ତ ରାଜାମାନଙ୍କ ପରି କ୍ଷମତା ପ୍ରାପ୍ତ ହେବେ । ସେମାନେ ଏକମନା, ଆଉ ସେମାନେ ସେହି ପଶୁକୁ ଆପଣାମାନଙ୍କର ଶକ୍ତି ଓ କ୍ଷମତା ଦେବେ ।

ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ । ଆଉ ସେ ମୋତେ କହିଲେ, ଯେଉଁ ଜଳରାଶି ନିକଟରେ ତୁମ୍ଭେ ବେଶ୍ୟାକୁ ଉପବିଷ୍ଟା ଥିବାର ଦେଖିଲ, ସେହି ଜଳରାଶି ବିଭିନ୍ନ ଗୋଷ୍ଠୀ, ଜନତା, ଜାତି ଓ ଭାଷାବାଦୀ ଲୋକଙ୍କୁ ବୁଝାଏ । ପୁଣି, ଯେଉଁ ଦଶ ଶିଙ୍ଗ ଦେଖିଲ, ସେହି ସବୁ ଓ ସେହି ପଶୁ ବେଶ୍ୟାକୁ ଘୃଣା କରିବେ ଏବଂ ତାହାକୁ ଉଛିନ୍ନ ଓ ଉଲଙ୍ଗ କରିବେ ଆଉ ତାହାର ମାଂସ ଭକ୍ଷଣ କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ; କାରଣ ଈଶ୍ୱରଙ୍କ ସମସ୍ତ ବାକ୍ୟ ଯେପର୍ଯ୍ୟନ୍ତ ସଫଳ ନ ହୁଏ, ସେପର୍ଯ୍ୟନ୍ତ ସେମାନେ ଯେପରି ତାହାର ଅଭିପ୍ରାୟ ସିଦ୍ଧ କରନ୍ତି ଓ ଏକମନା ହୋଇ ଆପଣାମାନଙ୍କ ରାଜ୍ୟ ପଶୁକୁ ଦାନ କରନ୍ତି, ଏଥି ନିମନ୍ତେ ଈଶ୍ୱର ସେମାନଙ୍କ ମନରେ ସୂଚାଇ ଦେଲେ । ଆଉ ଯେଉଁ ସ୍ତ୍ରୀଲୋକକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ୱ କରୁଥିବା ମହାନଗରୀକୁ ବୁଝାଏ ।

ସେ ମହା ଶଦ୍ଦ କରି ଉଚ୍ଚ ସ୍ଵରରେ କହିଲେ, ମହାନଗରୀ ବାବିଲ୍ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ ପୁଣି, ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟସ୍ଥାନ ହୋଇଅଛି ।

ପରେ ମୁଁ ପଶୁକୁ ଏବଂ ପୃଥିବୀର ରାଜାମାନଙ୍କୁ ଓ ସେମାନଙ୍କର ସୈନ୍ୟବାହିନୀକୁ ସେହି ଅଶ୍ୱାରୋହୀ ଓ ତାହାଙ୍କ ସୈନ୍ୟବାହିନୀଙ୍କ ସହିତ ଯୁଦ୍ଧ କରିବା ନିମନ୍ତେ ଏକତ୍ର ହୋଇଥିବାର ଦେଖିଲି । ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ । ଅବଶିଷ୍ଟ ଲୋକେ ସେହି ଅଶ୍ୱାରୋହୀଙ୍କ ମୁଖ ନିର୍ଗତ ଖଡ଼୍ଗ ଦ୍ୱାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ ।

ପରେ ମୁଁ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳକୁଣ୍ଡର ଚାବି ଓ ଗୋଟିଏ ବୃହତ୍ ଶିକୁଳି ଥିଲା । ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ, ପୁଣି, ତାହାକୁ ପାତାଳକୁଣ୍ଡରେ ନିକ୍ଷେପ କରି ସେଥିର ମୁଖ ବନ୍ଦ କଲେ ଓ ତାହା ଉପରେ ମୁଦ୍ରାଙ୍କ ଦେଲେ, ଯେପରି ସେହି ଏକ ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ସେ ଜାତିସମୂହକୁ ଆଉ ଭ୍ରାନ୍ତ କରି ପାରିବ ନାହିଁ; ଏହାପରେ ଅଳ୍ପ କାଳ ନିମନ୍ତେ ତାହାକୁ ମୁକ୍ତ ହେବାକୁ ହେବ ।

ସେହି ଏକ ହଜାର ବର୍ଷ ଶେଷ ହୁଅନ୍ତେ ଶୟତାନ କାରାଗାରରୁ ମୁକ୍ତ ହେବ; ସେଥିରେ ସେ ପୃଥିବୀର ଚାରି କୋଣରେ ଥିବା ଜାତିସମୂହକୁ, ଅର୍ଥାତ୍ ସମୁଦ୍ରର ବାଲୁକା ସଦୃଶ ଅସଂଖ୍ୟ ଯେ ଗୋଗ୍ ଓ ମାଗଗ୍, ସେମାନଙ୍କୁ ଭ୍ରାନ୍ତ କରି ଯୁଦ୍ଧ ନିମନ୍ତେ ଏକତ୍ର କରିବାକୁ ବାହାରିଯିବ । ସେମାନେ ପୃଥିବୀର ପ୍ରଶସ୍ତ ସ୍ଥାନରେ ବିସ୍ତାରିତ ହୋଇ ସାଧୁମାନଙ୍କ ଶିବିର ଓ ପ୍ରିୟତମା ନଗରୀକୁ ବେଷ୍ଟନ କଲେ । ସେତେବେଳେ ସ୍ୱର୍ଗରୁ ଅଗ୍ନି ପଡ଼ି ସେମାନଙ୍କୁ ଗ୍ରାସ କଲା ।

ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ ।

Odia - ଓଡ଼ିଆ - OR

ORIRV'17 - Odia Indian Revised Version Oriya - 2021

This Bible text is from Oriya Indian Revised Version IRV Odia 2021
https://open.bible/bibles/oriya-bridge-text-bible/
provided by: Bridge Connectivity Solutions Pvt Ltd, available by Creative Commons CC-BY-SA-4.0,
and this new compilation is shared as www.creativecommons.org/licenses/by-sa/4.0.
Languages are made available to you by www.ipedge.net