31 – ଧର୍ମ ପ୍ରଚାର
ଏଗୁଡ଼ିକ ହେଉଛି ସର୍ବଶକ୍ତିମାନ ପରମେଶ୍ୱରଙ୍କ ପବିତ୍ର ବାକ୍ୟ।
ମଣିଷର କଥାରେ ଆମର ଆଗ୍ରହ ନାହିଁ।
ଯିଏ ଭଗବାନଙ୍କୁ ଭଲ ପାଏ... ଭଗବାନ ଏହା ବିଷୟରେ କହନ୍ତି: ଧର୍ମ ପ୍ରଚାର.
ଏଗୁଡ଼ିକ ହେଉଛି ସର୍ବଶକ୍ତିମାନ ପରମେଶ୍ୱରଙ୍କ ପବିତ୍ର ବାକ୍ୟ।
ମଣିଷର କଥାରେ ଆମର ଆଗ୍ରହ ନାହିଁ।
ଯିଏ ଭଗବାନଙ୍କୁ ଭଲ ପାଏ... ଭଗବାନ ଏହା ବିଷୟରେ କହନ୍ତି: ଧର୍ମ ପ୍ରଚାର.
ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାଁନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାଁନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ? ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ? ଯେପରି ଲେଖା ଅଛି, "ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ ।
”କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବା ଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ୱରୂପ,. ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ୱରୂପ। ଆଉ ଏହି ସମସ୍ତ ନିମନ୍ତେ କିଏ ସମର୍ଥ?
”ପୁଣି, ଯେ କେହି ତୁମ୍ଭମାନଙ୍କୁ ଗ୍ରହଣ କରିବ ନାହିଁ ଅବା ତୁମ୍ଭମାନଙ୍କ କଥା ଶୁଣିବ ନାହିଁ, ସେହି ଗୃହରୁ କିମ୍ବା ସେହି ନଗରରୁ ବାହାରିଯିବା ବେଳେ ତୁମ୍ଭମାନଙ୍କ ପାଦଧୂଳି ଝାଡ଼ିଦିଅ । ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ଗମୋରା ଦେଶର ଦଶା ସହନୀୟ ହେବ ।
”ପୁଣି, ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି, ଗ୍ରୀଷ୍ମ ଓ ଶୀତ କାଳ, ଆଉ ଦିବସ ଓ ରାତ୍ରି, ଏହିସବୁର ନିବୃତ୍ତି ହେବ ନାହିଁ।”
”ଏଥିରେ ମୋଶା ଉତ୍ତର କଲେ, “ଦେଖନ୍ତୁ, ସେମାନେ ମୋତେ ବିଶ୍ୱାସ କରିବେ ନାହିଁ ଓ ମୋ’ ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି?”
”ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ହେ ପ୍ରଭୁ, ଏ ସମୟ ପୂର୍ବରେ, ଅବା ଆପଣ ନିଜ ଦାସ ସହିତ ଆଳାପ କଲା ଉତ୍ତାରେ ହେଁ ମୁଁ ବାକ୍ୟପତି ନୁହେଁ, ମାତ୍ର ମୁଁ ବାକ୍ୟରେ ଧୀର ଓ ଜଡ଼ଜିହ୍ୱ ଅଟେ।” ତହିଁରେ ସଦାପ୍ରଭୁ ତାହାଙ୍କୁ କହିଲେ, “ମନୁଷ୍ୟର ମୁଖ କିଏ ନିର୍ମାଣ କରିଅଛନ୍ତି? ପୁଣି, ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରନ୍ତି? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ? ଏଣୁ ଏବେ ଯାଅ, ଆମ୍ଭେ ତୁମ୍ଭ ମୁଖର ସହବର୍ତ୍ତୀ ହୋଇ ବକ୍ତବ୍ୟ କଥା ତୁମ୍ଭକୁ ଶିଖାଇବା।”
”ତହିଁରେ ସେ କହିଲେ, “ହେ ପ୍ରଭୁ, ମୁଁ ବିନୟ କରୁଅଛି, ଯାହା ଦ୍ୱାରା ପଠାଇବାର ହୁଏ, ତାହା ଦ୍ୱାରା ପଠାନ୍ତୁ।” ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତେଣୁ ସେ କହିଲେ, “ଲେବୀୟ ହାରୋଣ କି ତୁମ୍ଭର ଭାଇ ନୁହେଁ? ଆମ୍ଭେ ଜାଣୁ, ସେ ସୁବକ୍ତା। ଆଉ ଦେଖ, ସେ ତୁମ୍ଭ ସଙ୍ଗରେ ସାକ୍ଷାତ କରିବାକୁ ଆସୁଅଛି; ପୁଣି, ତୁମ୍ଭକୁ ଦେଖି ହୃଷ୍ଟଚିତ୍ତ ହେବ। ତୁମ୍ଭେ ତାହାକୁ କହିବ ଓ ତାହାର ମୁଖରେ ବାକ୍ୟ ଦେବ; ପୁଣି, ଆମ୍ଭେ ତୁମ୍ଭ ମୁଖର ଓ ତାହା ମୁଖର ସହବର୍ତ୍ତୀ ହୋଇ ତୁମ୍ଭମାନଙ୍କୁ କର୍ତ୍ତବ୍ୟ କର୍ମର ଶିକ୍ଷା ଦେବା। ସେ ଲୋକମାନଙ୍କ ନିକଟରେ ତୁମ୍ଭର ପ୍ରତିନିଧି-ବକ୍ତା ହେବ; ସେ ତୁମ୍ଭର ମୁଖ ସ୍ୱରୂପ ହେବ ଓ ତୁମ୍ଭେ ତାହାର ପରମେଶ୍ୱର ତୁଲ୍ୟ ହେବ।
”ଯେ ଯେ ସ୍ଥାନରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେସବୁ ସ୍ଥାନ ମୋଶା ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ।
”ହେ ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ଦିନକୁ ଦିନ ତାହାଙ୍କ କୃତ ପରିତ୍ରାଣ ପ୍ରକାଶ କର। ନାନା ଦେଶୀୟଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମୁଦାୟ ଗୋଷ୍ଠୀ ମଧ୍ୟରେ ତାହାଙ୍କର ଆଶ୍ଚର୍ଯ୍ୟକ୍ରିୟା ପ୍ରଚାର କର।
”ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ ସଦାପ୍ରଭୁ, ତୁମ୍ଭେ ଜାଣୁଅଛ। ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ କରି ନାହିଁ; ମୁଁ ତୁମ୍ଭର ବିଶ୍ୱସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି; ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମହାସମାଜଠାରୁ ଗୁପ୍ତ ରଖି ନାହିଁ।
”ମୋହର ମୁଖ ସାରାଦିନ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ। ମୁଁ ପ୍ରଭୁ, ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ ଉପସ୍ଥିତ ହେବି। ମୁଁ ତୁମ୍ଭର, କେବଳ ତୁମ୍ଭର ଧର୍ମ ବିଷୟ ବର୍ଣ୍ଣନା କରିବି। ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ପ୍ରଚାର କରିଅଛି। ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ।
”ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର; ତାହାଙ୍କ ପରିତ୍ରାଣ ଦିନକୁ ଦିନ ପ୍ରକାଶ କର। ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର।
”ଆହୁରି, ମୁଁ ରାଜାମାନଙ୍କ ସାକ୍ଷାତରେ ତୁମ୍ଭର ପ୍ରମାଣ-ବାକ୍ୟ ବିଷୟ କହିବି ଓ ଲଜ୍ଜିତ ନୋହିବି।
”ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ। ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ।
”ହେ ସଦାପ୍ରଭୁ, ମୋ’ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର; ମୋ’ ଓଷ୍ଠାଧରର କବାଟ ରକ୍ଷା କର।
”ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ।
”ଦୁଷ୍ଟ ଲୋକ ମିଥ୍ୟା ଉପାର୍ଜ୍ଜନ କରେ, ମାତ୍ର ଯେ ଧର୍ମବୀଜ ବୁଣେ, ତାହାର ନିଶ୍ଚିତ ପୁରସ୍କାର ଅଛି।
”ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି, ଯେ ଜ୍ଞାନବାନ, ସେ ଅନ୍ୟମାନଙ୍କର ଆତ୍ମା ଲାଭ କରେ।
”ଚକ୍ଷୁର ଦୀପ୍ତି ମନକୁ ଆନନ୍ଦିତ କରେ; ପୁଣି, ଉତ୍ତମ ସମାଚାର ହାଡ଼ର ପୁଷ୍ଟି କରେ। ଯେଉଁ କର୍ଣ୍ଣ ଜୀବନଦାୟକ ଅନୁଯୋଗ ଶୁଣେ, ତାହା ଜ୍ଞାନୀମାନଙ୍କ ମଧ୍ୟରେ ବାସ କରେ। ଯେଉଁ ଲୋକ ଶାସନ ଅଗ୍ରାହ୍ୟ କରେ, ସେ ଆପଣା ପ୍ରାଣକୁ ତୁଚ୍ଛ କରେ; ମାତ୍ର ଅନୁଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ। ସଦାପ୍ରଭୁ ବିଷୟକ ଭୟ ଜ୍ଞାନଜନକ ଉପଦେଶ; ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖରେ ଥାଏ।
”ମନୋହର ଭାଷା ମଧୁଚାକ ସଦୃଶ, ତାହା ମନକୁ ସୁମିଷ୍ଟ, ଅସ୍ଥିକୁ ସ୍ୱାସ୍ଥ୍ୟ।
”ଯେ ଅଳ୍ପ ବାକ୍ୟ ବ୍ୟୟ କରେ, ତାହାର ଜ୍ଞାନ ଥାଏ; ପୁଣି, ଯାହାର ଶାନ୍ତ ଆତ୍ମା, ସେ ବୁଦ୍ଧିମାନ। ଅଜ୍ଞାନ ହିଁ ତୁନି ହେଲେ, ଜ୍ଞାନବାନ ଗଣିତ ହୁଏ; ପୁଣି, ସେ ଆପଣା ଓଷ୍ଠ ବନ୍ଦ କଲେ, ବୁଦ୍ଧିମାନ ଗଣିତ ହୁଏ।
”ମୂର୍ଖ ଲୋକ ବୁଦ୍ଧିରେ ସନ୍ତୋଷ ପାଏ ନାହିଁ, କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ।
”ମୂର୍ଖର ଓଷ୍ଠ ବିବାଦରେ ପ୍ରବର୍ତ୍ତେ, ପୁଣି, ତାହାର ମୁଖ ମାଡ଼ ଖାଇବାକୁ ଡାକେ। ମୂର୍ଖର ମୁଖ ତାହାର ବିନାଶର କାରଣ, ପୁଣି, ତାହାର ଓଷ୍ଠ ଆପଣା ପ୍ରାଣର ଫାନ୍ଦ ସ୍ୱରୂପ।
”ଯେ ଶୁଣିବା ପୂର୍ବେ ଉତ୍ତର କରେ, ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା।
”ମରଣ ଓ ଜୀବନ ଜିହ୍ୱାର ଅଧୀନ; ଯେଉଁମାନେ ତାକୁ ଭଲ ଜାଣନ୍ତି, ସେମାନେ ତାହାର ଫଳ ଭୋଗିବେ।
”ତୃଷିତ ପ୍ରାଣକୁ ଶୀତଳ ଜଳ ଯେରୂପ, ଦୂର ଦେଶରୁ ସୁସମାଚାର ସେରୂପ।
”ଚିରିବାର ସମୟ ଓ ସିଲେଇ କରିବାର ସମୟ; ନୀରବ ରହିବାର ସମୟ ଓ କଥା କହିବାର ସମୟ;
”ଯେଉଁ ଲୋକ ପବନକୁ ଅନାଏ, ସେ ବୁଣିବ ନାହିଁ ଓ ଯେଉଁ ଲୋକ ମେଘକୁ ଅନାଏ, ସେ କାଟିବ ନାହିଁ।
”ତୁମ୍ଭେ ପ୍ରଭାତରେ ବୀଜ ବୁଣ ଓ ସନ୍ଧ୍ୟା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ; କାରଣ ଏହା ଅବା ତାହା ସିଦ୍ଧ ହେବ, ଅବା ଉଭୟ ସମାନ ଉତ୍ତମ ହେବ, ଏହା ତୁମ୍ଭେ ଜାଣ ନାହିଁ।
”ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ। ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲେ।
”ଏଥିଉତ୍ତାରେ “ମୁଁ କାହାକୁ ପଠାଇବି? ଓ କିଏ ଆମ୍ଭମାନଙ୍କ ପାଇଁ ଯିବ?” ପ୍ରଭୁଙ୍କର ଏହି ରବ ମୁଁ ଶୁଣିଲି। ତେବେ ମୁଁ କହିଲି, “ମୁଁ ଅଛି; ମୋତେ ପଠାଅ।”
”ତହିଁରେ ସେ କହିଲେ, “ଯାଅ ଓ ଏହି ଗୋଷ୍ଠୀକୁ କୁହ, ତୁମ୍ଭେମାନେ ଶୁଣୁଛ ନିଶ୍ଚୟ, ମାତ୍ର ବୁଝୁ ନାହଁ ଓ ଦେଖୁଛ ନିଶ୍ଚୟ, ମାତ୍ର ଜାଣୁ ନାହଁ। ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।” ତେବେ ମୁଁ ପଚାରିଲି, “ହେ ପ୍ରଭୁ, କେତେ କାଳ ଯାଏ?” ତହିଁରେ ସେ ଉତ୍ତର କଲେ, ଯେପର୍ଯ୍ୟନ୍ତ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,
”ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।
”ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।
”ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, “ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର!”
”ଯେଉଁ ଜନ ସୁସମାଚାର ଆଣୁଅଛି, ଯେ ଶାନ୍ତି ପ୍ରଚାର କରୁଅଛି, ଯେ ମଙ୍ଗଳର ସୁସମାଚାର ଆଣୁଅଛି, ଯେ ପରିତ୍ରାଣ ପ୍ରଚାର କରୁଅଛି, ଯେ ସିୟୋନକୁ “ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି” ବୋଲି କହୁଅଛି, ତାହାର ଚରଣ ପର୍ବତଗଣର ଉପରେ କିପରି ଶୋଭା ପାଏ!
”ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ’ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ; ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ; ଶୋକାର୍ତ୍ତ ସମସ୍ତଙ୍କୁ ସାନ୍ତ୍ୱନା କରିବାକୁ; ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।
”ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।” ମାତ୍ର ସଦାପ୍ରଭୁ ମୋତେ କହିଲେ, “ମୁଁ ବାଳକ ବୋଲି କୁହ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ ଓ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ। ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ; କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।” ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ; ଆଉ, ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ;
”ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଅନେକ ଧୀବର ଅଣାଇବା, ତହିଁରେ ସେମାନେ ମତ୍ସ୍ୟ ପରି ସେମାନଙ୍କୁ ଧରିବେ; ପୁଣି, ତହିଁ ଉତ୍ତାରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା, ତହିଁରେ ସେମାନେ ପ୍ରତ୍ୟେକ ପର୍ବତରୁ ଓ ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଅନୁସନ୍ଧାନ କରି ଆଣିବେ।
”ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ତୁମ୍ଭ ନିକଟରେ ଯାହା ଉପସ୍ଥିତ ତାହା ଭୋଜନ କର; ଏହି ନଳାକାର ପୁସ୍ତକ ଭୋଜନ କର ଓ ଯାଇ ଇସ୍ରାଏଲ ବଂଶ ସହିତ କଥା କୁହ।” ତହିଁରେ ମୁଁ ଆପଣା ମୁଖ ଫିଟାନ୍ତେ, ସେ ମୋତେ ସେହି ନଳାକାର ପୁସ୍ତକ ଭୋଜନ କରାଇଲେ। ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର!” ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋ’ ମୁଖକୁ ମଧୁପରି ଲାଗିଲା। ଏଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟକୁ ଯାଇ ସେମାନଙ୍କୁ ଆମ୍ଭର ବାକ୍ୟସକଳ କୁହ।
”ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନନ୍ତ କାଳ ପର୍ଯ୍ୟନ୍ତ ତେଜସ୍ୱୀ ହେବେ।
”ଏଥିଉତ୍ତାରେ ଦ୍ୱିତୀୟ ଥର ସଦାପ୍ରଭୁଙ୍କର ଏହି ବାକ୍ୟ ଯୂନସଙ୍କ ନିକଟରେ ଉପସ୍ଥିତ ହେଲା; “ଉଠ, ନୀନିବୀ ମହାନଗରକୁ ଯାଅ, ପୁଣି ଯାହା ଘୋଷଣା କରିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହା ସେହି ନଗର ଉଦ୍ଦେଶ୍ୟରେ ପ୍ରଚାର କର।”
”ପୁଣି, ଯୂନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚୈଃସ୍ୱରରେ ଘୋଷଣା କରି କହିଲେ, “ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ବିନଷ୍ଟ ହେବ।” ତହିଁରେ ନୀନିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ। ଏଥିଉତ୍ତାରେ ଏହି ସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ପାଉଁଶରେ ବସିଲେ। ପୁଣି, ରାଜାର ଓ ଅଧ୍ୟକ୍ଷଗଣର ଆଜ୍ଞାନୁସାରେ ସେ ନୀନିବୀର ସର୍ବତ୍ର ଏହି କଥା ଘୋଷଣା ଓ ପ୍ରଚାର କରାଇଲା, ଯଥା, “ମନୁଷ୍ୟ କି ପଶୁ କିଅବା ଗୋମେଷାଦି ପଲ କେହି କିଛି ଆସ୍ୱାଦନ ନ କରୁ; ସେମାନେ ଭୋଜନ କି ଜଳ ପାନ ନ କରନ୍ତୁ; ମାତ୍ର ମନୁଷ୍ୟ ଓ ପଶୁ ଚଟ ପରିଧାନ କରି ଯଥାଶକ୍ତି ପରମେଶ୍ୱରଙ୍କୁ ଡାକନ୍ତୁ; ଆହୁରି, ପ୍ରତ୍ୟେକ ଲୋକ ଆପଣା ଆପଣା କୁପଥରୁ ଓ ସେମାନଙ୍କ ହସ୍ତସ୍ଥିତ ଦୌରାତ୍ମ୍ୟରୁ ବିମୁଖ ହେଉନ୍ତୁ। କେଜାଣି ପରମେଶ୍ୱର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ହେବା ନାହିଁ।” ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ୱର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ୱର ସେହି ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ।
”ଯେ ସୁସମାଚାର ଆଣେ ଓ ଶାନ୍ତି ପ୍ରଚାର କରେ, ପର୍ବତଗଣର ଉପରେ ତାହାର ଚରଣ ଦେଖ! ହେ ଯିହୁଦା, ତୁମ୍ଭେ ଆପଣା ଉତ୍ସବସକଳ ପାଳନ କର ଓ ଆପଣା ମାନତସବୁ ପୂର୍ଣ୍ଣ କର; କାରଣ ସେହି ଦୁଷ୍ଟ ତୁମ୍ଭ ମଧ୍ୟରେ ଆଉ ଗତାୟାତ କରିବେ ନାହିଁ; ଯେହେତୁ ସେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛନ୍ତି।
”ସେହି କାଳରେ ବାପ୍ତିଜକ ଯୋହନ ଉପସ୍ଥିତ ହୋଇ ଯିହୂଦା ପ୍ରଦେଶର ପ୍ରାନ୍ତରରେ ଘୋଷଣା କରି କହିବାକୁ ଲାଗିଲେ, "ମନପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ ।"
”କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, "ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା? ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର,
”କିନ୍ତୁ ଯୀଶୁ ଉତ୍ତର ଦେଲେ, "ଲେଖା ଅଛି, 'ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ୱରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ ।'"
”ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, "ମନପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ ।"
”ସେ ସେମାନଙ୍କୁ କହିଲେ, "ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି ।" ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ । ପୁଣି, ସେ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କୁ ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ । ସେଥିରେ ସେମାନେ ସେହିକ୍ଷଣି ନୌକା ଓ ସେମାନଙ୍କର ପିତାଙ୍କୁ ଛାଡ଼ି ତାହାଙ୍କର ଅନୁଗମନ କଲେ ।
”ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ବୁଲିବାକୁ ଲାଗିଲେ,
”ଲୋକେ ଯେବେ ତୁମ୍ଭମାନଙ୍କୁ ମୋ' ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ । ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ । ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ୱାଦବିହୀନ, ତେବେ ତାହା କାହିଁରେ ଲବଣାକ୍ତ ହେବ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ ।
”ତୁମ୍ଭେମାନେ ଜଗତର ଜ୍ୟୋତିଃ। ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ; କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକକୁ ଆଲୋକ ଦିଏ । ସେହି ପ୍ରକାରେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ ।
”ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ; ମାତ୍ର ଯେଉଁଠାରେ କୀଟ ଓ କଳଙ୍କ ନଷ୍ଟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ୱର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର, କାରଣ ଯେଉଁଠାରେ ତୁମ୍ଭର ଧନ, ସେହିଠାରେ ମଧ୍ୟ ତୁମ୍ଭର ମନ ।
”ପୁଣି, ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କୁ ସମାଧି ଦେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ । କିନ୍ତୁ ଯୀଶୁ ତାହାଙ୍କୁ କହିଲେ, ମୋହର ଅନୁଗମନ କର, ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ ।
”ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, "ମୋହର ଅନୁଗମନ କର" । ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ ।
”ଏହାପରେ ଯୀଶୁ ସେମାନଙ୍କ ସମାଜଗୃହସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର ପୁଣି, ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ ।
”ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ, ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ପାଖରେ ନିବେଦନ କର ।
”ପୁଣି, ଯାଉ ଯାଉ ସ୍ୱର୍ଗରାଜ୍ୟ ସନ୍ନିକଟ, ଏହି କଥା କହି ଘୋଷଣା କର । ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର ।
”ତୁମ୍ଭମାନଙ୍କ ଗାଞ୍ଜିଆରେ ସୁନା କି ରୂପା କି ତମ୍ବା, ଆଉ ଯାତ୍ରା ନିମନ୍ତେ ଝୋଲି କିମ୍ବା ଦୁଇଟି ଅଙ୍ଗରଖା ଅବା ଜୋତା କିମ୍ବା ବାଡ଼ି ଆୟୋଜନ କର ନାହିଁ, କାରଣ କାର୍ଯ୍ୟକାରୀ ଆପଣା ଆହାରର ଯୋଗ୍ୟ । ଆଉ ତୁମ୍ଭେମାନେ ଯେକୌଣସି ନଗରରେ କି ଗ୍ରାମରେ ପ୍ରବେଶ କରିବ, ସେଠାରେ କେଉଁ ଲୋକ ଯୋଗ୍ୟ, ତାହା ଅନୁସନ୍ଧାନ କର, ପୁଣି, ନ ଯିବା ପର୍ଯ୍ୟନ୍ତ ସେଠାରେ ରୁହ । ଆଉ ଗୃହରେ ପ୍ରବେଶ କରିବା ସମୟରେ ତାହାକୁ ଆଶୀର୍ବାଦ କର; ସେହି ଗୃହ ଯେବେ ଯୋଗ୍ୟ, ତେବେ ତାହା ପ୍ରତି ତୁମ୍ଭମାନଙ୍କ ଶାନ୍ତି ବର୍ତ୍ତୁ, କିନ୍ତୁ ତାହା ଯଦି ଯୋଗ୍ୟ ନୁହେଁ, ତାହାହେଲେ ତୁମ୍ଭମାନଙ୍କ ଶାନ୍ତି ତୁମ୍ଭମାନଙ୍କ ପାଖକୁ ଫେରିଆସୁ ।
”ପୁଣି, ଯେ କେହି ତୁମ୍ଭମାନଙ୍କୁ ଗ୍ରହଣ କରିବ ନାହିଁ ଅବା ତୁମ୍ଭମାନଙ୍କ କଥା ଶୁଣିବ ନାହିଁ, ସେହି ଗୃହରୁ କିମ୍ବା ସେହି ନଗରରୁ ବାହାରିଯିବା ବେଳେ ତୁମ୍ଭମାନଙ୍କ ପାଦଧୂଳି ଝାଡ଼ିଦିଅ । ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ଗମୋରା ଦେଶର ଦଶା ସହନୀୟ ହେବ ।
”ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ । ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହ ସମୂହରେ କୋରଡ଼ା ମାରିବେ, ପୁଣି, ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ; ତାହା ସେମାନଙ୍କ ଓ ଅଣଯିହୂଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ ।
”କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବାକି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କ'ଣ କହିବ, ତାହା ସେହି ସମୟରେ ତୁମ୍ଭମାନଙ୍କୁ ଦିଆଯିବ । ଯେଣୁ ତୁମ୍ଭେମାନେ ବକ୍ତା ନୁହଁ, କିନ୍ତୁ ତୁମ୍ଭମାନଙ୍କ ପିତାଙ୍କ ଆତ୍ମା ଯେ କି ତୁମ୍ଭମାନଙ୍କ ଅନ୍ତରରେ କଥା କହନ୍ତି, ସେ ବକ୍ତା ଅଟନ୍ତି ।
”ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ । ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ । କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ ।
”ଆଉ, ଯେ କେହି ଲୋକଙ୍କ ଆଗରେ ମୋତେ ସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ସ୍ୱୀକାର କରିବି । ମାତ୍ର ଯେ କେହି ଲୋକଙ୍କ ଆଗରେ ମୋତେ ଅସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ଅସ୍ୱୀକାର କରିବି ।
”ମୁଁ ଯେ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି, ଏହା ମନେ କର ନାହିଁ; ଶାନ୍ତି ଦେବାକୁ ନ ଆସି ବରଂ ଖଡ଼୍ଗ ଦେବାକୁ ଆସିଅଛି । କାରଣ ମୁଁ ପିତାଙ୍କ ସହିତ ପୁତ୍ରର ଓ ମାତା ସହିତ କନ୍ୟାର ପୁଣି, ଶାଶୁ ସହିତ ବୋହୁର ବିରୋଧ ବଢାଇବାକୁ ଆସିଅଛି, ଆଉ ମନୁଷ୍ୟର ନିଜ ପରିଜନ ହିଁ ତାହାର ଶତ୍ରୁ ହେବେ । ଯେ ପିତା କି ମାତାକୁ ମୋଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ । ଆଉ ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ । ଯେ ଆପଣା ଜୀବନ ବଞ୍ଚାଏ, ସେ ତାହା ହରାଇବ, ଆଉ ଯେ ମୋ ନିମନ୍ତେ ଆପଣା ଜୀବନ ହରାଏ, ସେ ତାହା ବଞ୍ଚାଇବ । ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ ।
”ଯୀଶୁ ଆପଣା ବାର ଜଣ ଶିଷ୍ୟଙ୍କୁ ଆଦେଶ ଦେବାର ସମାପ୍ତ କଲା ପରେ ଗାଲିଲୀର ନଗରସମୂହରେ ଶିକ୍ଷା ଦେବାକୁ ଓ ଘୋଷଣା କରିବାକୁ ସେ ସ୍ଥାନରୁ ବାହାରିଗଲେ ।
”ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ; ଆଉ, ଯେ କେହି ମୋ'ଠାରେ ବିଘ୍ନର କାରଣ ନ ପାଏ, ସେ ଧନ୍ୟ ।
”ଆଉ, ବାପ୍ତିଜକ ଯୋହନଙ୍କ ସମୟଠାରୁ ଆଜି ପର୍ଯ୍ୟନ୍ତ ସ୍ୱର୍ଗରାଜ୍ୟ ବଳରେ ଆକ୍ରାନ୍ତ ହେଉଅଛି; ପୁଣି, ବଳରେ ଆକ୍ରମଣକାରୀମାନେ ପରାକ୍ରମରେ ତାହା ଅଧିକାର କରୁଅଛନ୍ତି ।
”ନୀନିବୀର ଲୋକମାନେ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ ପରିବର୍ତ୍ତନ କଲେ, ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି ।
”ଆଉ, ସେ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଅନେକ କଥା କହିଲେ ଦେଖ ଜଣେ ବୁଣାଳୀ ବୁଣିବାକୁ ବାହାରିଗଲା । ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ । ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂଇଁରେ ପଡ଼ିଲା ଏବଂ ବେଶୀ ମାଟି ନ ଥିବାରୁ ଶୀଘ୍ର ଗଜା ହେଲା, କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା । ଆଉ କେତେକ କଣ୍ଟାଗଛଗୁଡ଼ାକ ମଝିରେ ପଡ଼ିଲା ପୁଣି, କଣ୍ଟାଗଛଗୁଡ଼ାକ ଉଠି ବାଡ଼ହୋଇ ସେଗୁଡ଼ିକୁ ଚାପି ପକାଇଲା । ମାତ୍ର ଅନ୍ୟ କେତେକ ଭଲ ଭୂଇଁ ପଡ଼ିଲା ଓ ଫଳ ଫଳିଲା, କେତେକ ଶହେ ଗୁଣ କେତେକ ଷାଠିଏ ଗୁଣ କେତେକ ତିରିଶି ଗୁଣ ।
”ତେବେ ତୁମ୍ଭେମାନେ ବୀଜ ବୁଣାଳୀର ଦୃଷ୍ଟାନ୍ତ ଶୁଣ । ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ । ଯେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରେ, କିନ୍ତୁ ତାହାଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ହୋଇ ରୁହେ, ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ । ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ । କିନ୍ତୁ ଯେ ବାକ୍ୟ ଶୁଣି ବୁଝେ ଓ ପ୍ରକୃତରେ ଫଳ ଫଳେ, କେହି ଶହେ ଗୁଣ, କେହି ଷାଠିଏ ଗୁଣ, କେହି ତିରିଶିି ଗୁଣ, ସେହି ଜଣକ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ ।
”ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, ସ୍ୱର୍ଗରାଜ୍ୟ ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା କ୍ଷେତ୍ରରେ ବୁଣିଲା । ତାହା ତ ସବୁ ବୀଜଠାରୁ କ୍ଷୁଦ୍ର, ମାତ୍ର ତାହା ବଢ଼ିଲେ ସବୁ ଶାଗଠାରୁ ବଡ଼ ହୋଇ ଏପରି ଗଛ ହୁଏ ଯେ, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କରନ୍ତି ।
”କିନ୍ତୁ ଯୀଶୁ ଉତ୍ତର ଦେଲେ, ଯେଉଁ ସବୁ ବୃକ୍ଷ ମୋହର ସ୍ୱର୍ଗସ୍ଥ ପିତା ରୋପଣ କରି ନାହାଁନ୍ତି, ସେ ସବୁ ଉତ୍ପାଟିତ ହେବ ।
”ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ । କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ପାଇବ । ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କ'ଣ ଦେବ? ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ ।
”ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ ।
”କାରଣ ସ୍ୱର୍ଗରାଜ୍ୟ ଏପରି ଜଣେ ଗୃହକର୍ତ୍ତାଙ୍କ ସଦୃଶ, ଯେ ସକାଳ ହେବାମାତ୍ର ଆପଣା ଦ୍ରାକ୍ଷାକ୍ଷେତ୍ରରେ ମୂଲିଆ ଲଗାଇବାକୁ ବାହାରିଗଲେ । ଆଉ ସେ ମୂଲିଆମାନଙ୍କ ସହିତ ଦିନକୁ ଏକ ଦିନର ମୂଲ ପାଇଁ ଚୁକ୍ତି କରି ସେମାନଙ୍କୁ ଆପଣା ଦ୍ରାକ୍ଷାକ୍ଷେତ୍ରକୁ ପଠାଇଲେ । ପୁଣି, ପ୍ରାୟ ନଅଟା ସମୟରେ ବାହାରିଯାଇ ବଜାରରେ ଅନ୍ୟମାନଙ୍କୁ ନିଷ୍କର୍ମା ହୋଇ ଠିଆ ହୋଇଥିବା ଦେଖି ସେମାନଙ୍କୁ ମଧ୍ୟ କହିଲେ, ତୁମ୍ଭେମାନେ ସୁଦ୍ଧା ଦ୍ରାକ୍ଷାକ୍ଷେତ୍ରକୁ ଯାଅ, ପୁଣି, ଯାହା ଠିକ୍, ତାହା ତୁମ୍ଭମାନଙ୍କୁ ଦେବି; ଆଉ ସେମାନେ ଗଲେ । ପୁଣି, ଥରେ ସେ ପ୍ରାୟ ବାରଟା ଓ ତିନିଟା ସମୟରେ ବାହାରିଯାଇ ସେହି ପ୍ରକାର କଲେ । ପୁଣି, ପ୍ରାୟ ପାଞ୍ଚଟା ସମୟରେ ସେ ବାହାରିଯାଇ ଆଉ କେତେକ ଜଣଙ୍କୁ ଠିଆ ହୋଇଥିବା ଦେଖି ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ଏଠାରେ ଦିନଯାକ ଖାଲିରେ ଠିଆ ହୋଇଅଛ? ସେମାନେ ତାହାଙ୍କୁ କହିଲେ, କାରଣ କେହି ଆମ୍ଭମାନଙ୍କୁ ମୂଲ ଲଗାଇ ନାହାଁନ୍ତି । ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମଧ୍ୟ ଦ୍ରାକ୍ଷାକ୍ଷେତ୍ରକୁ ଯାଅ । ପରେ ସନ୍ଧ୍ୟା ହୁଅନ୍ତେ ଦ୍ରାକ୍ଷାକ୍ଷେତ୍ରର ଅଧିକାରୀ ଆପଣା ବେବର୍ତ୍ତାଙ୍କୁ କହିଲେ, ମୂଲିଆମାନଙ୍କୁ ଡାକି ଶେଷ ଲୋକମାନଙ୍କଠାରୁ ଆରମ୍ଭ କରି ପ୍ରଥମ ଲୋକମାନଙ୍କ ପର୍ଯ୍ୟନ୍ତ ମୂଲ ଦିଅ । ସେଥିରେ ଯେଉଁମାନେ ପ୍ରାୟ ପାଞ୍ଚଟା ସମୟରେ ମୂଲ ଲଗାଯାଇଥିଲେ, ସେମାନେ ଆସି ଏକ ଦିନର ମୂଲ ଲେଖାଏଁ ପାଇଲେ । ପୁଣି, ପ୍ରଥମେ ଲଗାଯାଇଥିବା ମୂଲିଆମାନେ ଆସି ଅଧିକ ପାଇବେ ବୋଲି ମନେ କଲେ; ମାତ୍ର ସେମାନେ ମଧ୍ୟ ଏକ ଦିନର ମୂଲ ଲେଖାଏଁ ପାଇଲେ । କିନ୍ତୁ ତାହା ପାଇ ସେମାନେ ଘରର ଅଧିକାରୀଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ, ଏହି ଶେଷର ଲୋକମାନେ ଘଣ୍ଟାଏମାତ୍ର କାମ କଲେ, ଆଉ ଆମ୍ଭେମାନେ ଦିନଯାକ ଖଟି ଖଟି ଖରାରେ ଜଳିପୋଡ଼ିଗଲେ ସୁଦ୍ଧା ତୁମ୍ଭେ ସେମାନଙ୍କୁ ଆମ୍ଭମାନଙ୍କ ସମାନ କଲ । କିନ୍ତୁ ସେ ସେମାନଙ୍କ ମଧ୍ୟରୁ ଜଣକୁ ଉତ୍ତର ଦେଲେ, ଭାଇ, ତୋ ପ୍ରତି ମୁଁ ଅନ୍ୟାୟ କରୁ ନାହିଁ; ତୁ କଅଣ ମୋ ସାଙ୍ଗରେ ଏକ ଦିନର ମୂଲ ପାଇଁ ଚୁକ୍ତି କରି ନ ଥିଲୁ? ତୋର ଯାହା, ତାହା ନେଇ ଚାଲିଯା, କିନ୍ତୁ ଏହି ଶେଷ ଲୋକକୁ ସୁଦ୍ଧା ତୋ ପରି ଦେବା ପାଇଁ ମୋହର ଇଚ୍ଛା । ନିଜ ସମ୍ପତ୍ତିକୁ ନିଜ ଇଚ୍ଛାନୁସାରେ ବ୍ୟବହାର କରିବାକୁ କଅଣ ମୋର ଅଧିକାର ନାହିଁ? ନା ମୁଁ ଦାନଶୀଳ ହେବାରୁ ତୁ ଈର୍ଷାଦୃଷ୍ଟି କରୁଅଛୁ?
”ସ୍ୱର୍ଗରାଜ୍ୟ ଏପରି ଜଣେ ରାଜାଙ୍କ ସଦୃଶ, ଯେ ଆପଣା ପୁତ୍ରଙ୍କ ବିବାହ-ଉତ୍ସବ ଆୟୋଜନ କଲେ, ଆଉ ସେହି ଉତ୍ସବକୁ ନିମନ୍ତ୍ରିତ ଲୋକମାନଙ୍କୁ ଆହ୍ୱାନ କରିବା ପାଇଁ ସେ ଆପଣା ଦାସମାନଙ୍କୁ ପଠାଇଲେ, କିନ୍ତୁ ସେମାନେ ଆସିବାକୁ ଇଚ୍ଛା କଲେ ନାହିଁ । ପୁଣି, ଥରେ ସେ ଅନ୍ୟ ଦାସମାନଙ୍କୁ ପଠାଇ କହିଲେ, ନିମନ୍ତ୍ରିତ ଲୋକମାନଙ୍କୁ କୁହ, ଦେଖନ୍ତୁ, ଆମ୍ଭେ ଆପଣା ଭୋଜ ପ୍ରସ୍ତୁତ କରିଅଛୁ, ଆମ୍ଭର ବୃଷ ଓ ହୃଷ୍ଟପୁଷ୍ଟ ପଶୁଗୁଡ଼ିକ ମରାଯାଇ ଅଛନ୍ତି, ସମସ୍ତ ହିଁ ପ୍ରସ୍ତୁତ, ଆପଣମାନେ ବିବାହ ଉତ୍ସବକୁ ଆସନ୍ତୁ, କିନ୍ତୁ ସେମାନେ ତାହା ଲଘୁ ଜ୍ଞାନ କରି କେହି ଆପଣା କ୍ଷେତକୁ, ଆଉ କେହି ଆପଣା ବାଣିଜ୍ୟ ବ୍ୟବସାୟକୁ ଚାଲିଗଲେ, ଆଉ ବଳକା ଲୋକ ତାହାଙ୍କ ଦାସମାନଙ୍କୁ ଧରି ଅତ୍ୟାଚାର ଓ ବଧ କଲେ । କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍ କଲେ ।
”ସେଥିରେ ସେ ଆପଣା ଦାସମାନଙ୍କୁ କହିଲେ, ବିବାହ ଭୋଜ ତ ପ୍ରସ୍ତୁତ, ମାତ୍ର ନିମନ୍ତ୍ରିତ ଲୋକମାନେ ଅଯୋଗ୍ୟ । ଏଣୁ ତୁମ୍ଭେମାନେ ରାଜଦାଣ୍ଡଗୁଡ଼ିକର ଛକେ ଛକେ ଯାଇ ଯେତେ ଲୋକଙ୍କର ଦେଖା ପାଅ, ସେମାନଙ୍କୁ ବିବାହ-ଉତ୍ସବକୁ ନିମନ୍ତ୍ରଣ କର । ସେଥିରେ ସେହି ଦାସମାନେ ରାଜଦାଣ୍ଡଗୁଡ଼ିକୁ ବାହାରିଯାଇ ଦୁଷ୍ଟ ଓ ସନ୍ଥ ଯେତେ ଲୋକ ଦେଖାପାଇଲେ, ସେ ସମସ୍ତଙ୍କୁ ସଂଗ୍ରହ କରି ଆଣିଲେ, ଆଉ ନିମନ୍ତ୍ରିତ ଅତିଥି ଲୋକଙ୍କ ଦ୍ୱାରା ବିବାହଗୃହ ପରିପୂର୍ଣ୍ଣ ହେଲା ।
”ସେହି ସମୟରେ ଲୋକେ ତୁମ୍ଭମାନଙ୍କୁ କଷ୍ଟ ଭୋଗିବା ପାଇଁ ସମର୍ପଣ କରିବେ ଓ ତୁମ୍ଭମାନଙ୍କୁ ବଧ କରିବେ, ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତ ଜାତିଙ୍କ ଦ୍ୱାରା ଘୃଣିତ ହେବ। ସେତେବେଳେ ଅନେକେ ବିଘ୍ନ ପାଇବେ,ପୁଣି, ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ, ଆଉ ଅନେକ ଭଣ୍ଡ ଭାବବାଦୀ ଉଠି ଅନେକଙ୍କୁ ଭ୍ରାନ୍ତ କରିବେ,
”ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ପାଇଁ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗାନ୍ତ ହେବ ।
”ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି । ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ, ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହି ସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ।
”ବାପ୍ତିଜକ ଯୋହନ ପ୍ରାନ୍ତରରେ ଉପସ୍ଥିତ ହୋଇ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ ।
”ଯୋହନ କାରାରୁଦ୍ଧ ହେଲା ପରେ ଯୀଶୁ ଗାଲିଲୀକୁ ଆସି ଈଶ୍ୱରଙ୍କ ସୁସମାଚାର ଘୋଷଣା କରି କହିବାକୁ ଲାଗିଲେ, କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ୱରଙ୍କ ରାଜ୍ୟ ସନ୍ନିକଟ; ମନପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ୱାସ କର ।
”ସେ ଗାଲିଲୀ ସମୁଦ୍ରକୂଳ ଦେଇ ଯାଉଥିବା ସମୟରେ ଶିମୋନ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ । ଯୀଶୁ ସେମାନଙ୍କୁ କହିଲେ, ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି । ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ ।
”ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆସ, ଆମ୍ଭେମାନେ ଅନ୍ୟ ସ୍ଥାନକୁ, ଅର୍ଥାତ୍ ନିକଟବର୍ତ୍ତୀ ଗ୍ରାମମାନଙ୍କୁ ଯିବା; ସେଠାରେ ମଧ୍ୟ ମୁଁ ପ୍ରଚାର କରିବି, କାରଣ ସେହି ଉଦ୍ଦେଶ୍ୟରେ ମୁଁ ବାହାରିଅଛି ।
”ପୁଣି, ସେ ଯାଉ ଯାଉ ଆଲଫିଙ୍କ ପୁତ୍ର ଲେବୀଙ୍କି କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, ମୋହର ଅନୁଗମନ କର । ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ ।
”ପୁଣି, ସେ ବାର ଜଣକୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ, ଆଉ ସେମାନେ ଭୂତ ଛଡ଼ାଇବାକୁ ଅଧିକାର ପାଇବେ ।
”ଦେଖ, ଜଣେ ବୁଣାଳୀ ବୁଣିବାକୁ ବାହାରିଲା । ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା, ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ । ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂଇଁରେ ପଡ଼ିଲା ଏବଂ ବେଶି ମାଟି ନ ଥିବାରୁ ଶୀଘ୍ର ଗଜା ହେଲା, କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା । ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି, କଣ୍ଟାଗଛଗୁଡ଼ାକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପି ପକାଇଲା ଏବଂ କୌଣସି ଫଳ ଫଳିଲା ନାହିଁ । ପୁଣି, ଅନ୍ୟ କେତେକ ଭଲ ଭୂଇଁରେ ପଡ଼ିଲା, ଆଉ ଗଜା ହୋଇ ବଢ଼ି ଉଠି ତିରିଶି ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ପର୍ଯ୍ୟନ୍ତ ଫଳ ଫଳିଲା । ପୁଣି, ସେ କହିଲେ, ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ । ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ୱାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ । ସେଥିରେ ସେ ସେମାନଙ୍କୁ କହିଲେ, ଈଶ୍ୱରଙ୍କ ରାଜ୍ୟର ନିଗୂଢ଼ ତତ୍ତ୍ୱ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେହି ବାହାର ଲୋକମାନଙ୍କୁ ସମସ୍ତ ବିଷୟ ଦୃଷ୍ଟାନ୍ତରେ କୁହାଯାଉଅଛି, ଯେପରି ସେମାନେ ଦେଖୁ ଦେଖୁ ଜ୍ଞାତ ହୁଅନ୍ତି ନାହିଁ, ପୁଣି, ଶୁଣୁ ଶୁଣୁ ବୁଝନ୍ତି ନାହିଁ, କାଳେ ସେମାନେ ଫେରିଆସନ୍ତି ଓ କ୍ଷମା ପ୍ରାପ୍ତ ହୁଅନ୍ତି ।
”ଯୀଶୁ ପୁଣି, ସେମାନଙ୍କୁ କହିଲେ, ତୁମ୍ଭେମାନେ କି ଏହି ଦୃଷ୍ଟାନ୍ତ ବୁଝୁ ନାହଁ? ତେବେ କିପରି ସମସ୍ତ ଦୃଷ୍ଟାନ୍ତ ବୁଝିବ? ବୁଣାଳୀ ବାକ୍ୟ ବୁଣେ । ଯେଉଁମାନେ ଶୁଣନ୍ତି, ପୁଣି, ଶୁଣିବାକ୍ଷଣି ଶୟତାନ ଆସି ସେମାନଙ୍କଠାରେ ବୁଣାଯାଇଥିବା ବାକ୍ୟ ହରଣ କରିନିଏ, ସେମାନେ ବାକ୍ୟ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ । ସେହିପରି ଯେଉଁମାନେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରନ୍ତି, କିନ୍ତୁ ସେମାନଙ୍କଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ରୁହନ୍ତି, ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଆନ୍ତି, ସେମାନେ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ । ଆଉ ଯେଉଁମାନେ ବାକ୍ୟ ଶୁଣନ୍ତି, ପୁଣି, ସାଂସାରିକ ଚିନ୍ତା, ଧନର ମାୟା ଏବଂ ଅନ୍ୟ ସମସ୍ତ ବିଷୟର ଲାଳସା ପ୍ରବେଶ କରି ବାକ୍ୟକୁ ଚାପିପକାଏ ଓ ତାହା ଫଳହୀନ ହୁଏ, ସେହି ଅନ୍ୟ ପ୍ରକାର ଲୋକେ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ । ଆଉ ଯେଉଁମାନେ ବାକ୍ୟ ଶୁଣି ତାହା ଗ୍ରହଣ କରନ୍ତି ଏବଂ ତିରିଶି ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ଫଳ ଫଳନ୍ତି, ସେମାନେ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ ।
”ଆହୁରି ସେ କହିଲେ, ଈଶ୍ୱରଙ୍କ ରାଜ୍ୟ ଏହି ପ୍ରକାର, ଯେପରି ଜଣେ ଲୋକ ଭୂମିରେ ବିହନ ବୁଣେ; ପୁଣି, ରାତ୍ରିରେ ନିଦ୍ରା ଯାଏ ଓ ଦିବସରେ ଜାଗ୍ରତ ହୁଏ, ଆଉ ବିହନ କିପରି ଅଙ୍କୁରିତ ହୋଇ ବୃଦ୍ଧି ପାଏ, ତାହା ସେ ଜାଣେ ନାହିଁ । ଭୂମି ଆପେ ଫଳ ଉତ୍ପନ୍ନ କରେ, ପ୍ରଥମରେ ପତ୍ର, ପରେ ଶିଁଷା, ତାହା ପରେ ଶିଁଷାରେ ପୂର୍ଣ୍ଣ ଶସ୍ୟ । କିନ୍ତୁ ଶସ୍ୟ ପାଚିଲାକ୍ଷଣି ଫସଲ ସମୟ ଉପସ୍ଥିତ ହେବାରୁ ସେ ଦାଆ ଲଗାଏ ।
”ଯୀଶୁ ପୁଣି, କହିଲେ, ଆମ୍ଭେମାନେ କାହା ସାଙ୍ଗରେ ଈଶ୍ୱରଙ୍କ ରାଜ୍ୟର ତୁଳନା କରିବା? କିଅବା କେଉଁ ଦୃଷ୍ଟାନ୍ତରେ ତାହା ବୁଝାଇବା? ତାହା ଗୋଟିଏ ସୋରିଷ ଦାନା ପରି; ଭୂମିରେ ବୁଣାଯିବା ସମୟରେ ତାହା ପୃଥିବୀର ସମସ୍ତ ବୀଜଠାରୁ କ୍ଷୁଦ୍ର, ମାତ୍ର ବୁଣାଗଲେ ତାହା ବଢ଼ି ଉଠି ସବୁ ଶାଗଠାରୁ ବଡ଼ ହୁଏ, ପୁଣି, ତାହାର ଏପରି ବଡ଼ ବଡ଼ ଡାଳ ହୁଏ ଯେ, ଆକାଶର ଚଢ଼େଇମାନେ ତାହାର ଛାୟାରେ ବାସ କରି ପାରନ୍ତି ।
”କିନ୍ତୁ ଯୀଶୁ ଅନୁମତି ନ ଦେଇ ତାହାକୁ କହିଲେ, ତୁମ୍ଭର ଗୃହକୁ, ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି, ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହି ସବୁ ସେମାନଙ୍କୁ ଜଣାଅ । ତହିଁରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହି ସବୁ ଦେକାପଲିରେ ଘୋଷଣା କରିବାକୁ ଲାଗିଲେ; ସେଥିରେ ସମସ୍ତେ ଚମତ୍କୃତ ହେଲେ ।
”ପରେ ସେ ଚାରିଆଡ଼େ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେବାକୁ ଲାଗିଲେ । ଇତିମଧ୍ୟରେ ସେ ଦ୍ୱାଦଶଙ୍କୁ ନିକଟକୁ ଡାକି ସେମାନଙ୍କୁ ଦୁଇ ଦୁଇ ଜଣ କରି ପ୍ରେରଣ କରିବାକୁ ଆରମ୍ଭ କଲେ ଏବଂ ଅଶୁଚି ଆତ୍ମାମାନଙ୍କ ଉପରେ ସେମାନଙ୍କୁ ଅଧିକାର ଦେଲେ, ଆଉ ଯାତ୍ରା ନିମନ୍ତେ କେବଳ ଖଣ୍ଡେ ବାଡ଼ି ବିନା ରୁଟି କି ଝୋଲି କି କଟିବନ୍ଧନୀରେ ପଇସା ନ ନେବାକୁ ସେମାନଙ୍କୁ ଆଜ୍ଞା ଦେଲେ; କିନ୍ତୁ ସେମାନଙ୍କୁ ପାଦୁକା ପିନ୍ଧିବାକୁ କହିଲେ, ଦୁଇଟି ଅଙ୍ଗରଖା ପିନ୍ଧିବାକୁ ବାରଣ କଲେ । ପୁଣି, ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ ।
”ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡି଼ଦିଅ । ସେଥିରେ ସେମାନେ ପ୍ରସ୍ଥାନ କରି ମନ ପରିବର୍ତ୍ତନ କରିବା ଯେ କର୍ତ୍ତବ୍ୟ, ଏହା ପ୍ରଚାର କଲେ,
”ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ପରମ୍ପରାଗତ ରୀତିନୀତି ପାଳନ କରିବା ନିମନ୍ତେ ଈଶ୍ୱରଙ୍କ ଆଜ୍ଞା ଅଧିକ ଅଗ୍ରାହ୍ୟ କରୁଅଛ!
”ପୁଣି, ସେମାନଙ୍କ ପାଖରେ ଅଳ୍ପ କେତୋଟି ସାନ ମାଛ ଥିଲା; ସେହିସବୁକୁ ମଧ୍ୟ ସେ ଆଶୀର୍ବାଦ କରି ପରିବେଷଣ କରିବା ନିମନ୍ତେ କହିଲେ । ସେଥିରେ ସେମାନେ ଭୋଜନ କରି ତୃପ୍ତ ହେଲେ ଓ ସାତ ବେତା ବଳକା ଭଙ୍ଗା ରୁଟି ଉଠାଇଲେ । ସେମାନେ ପ୍ରାୟ ଚାରି ହଜାର ଲୋକ ଥିଲେ ।
”ତତ୍ପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଲୋକସମୂହକୁ ନିକଟକୁ ଡାକି କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ । କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋହର ଓ ସୁସମାଚାର ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ । ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ନିଜ ଜୀବନ ହରାଏ, ତେବେ ତାହାର କି ଲାଭ? ପୁଣି, ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେଇ ପାରେ?
”ଯେଣୁ ଯେ କେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜାବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜାବୋଧ କରିବେ ।
”ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକ ମୋହର ଓ ସୁସମାଚାର ନିମନ୍ତେ ଗୃହ କିମ୍ବା ଭାଇ କି ଭଉଣୀ କି ମାତା କି ପିତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରିଅଛି, ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭାଇ, ଭଉଣୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି, ପରକାଳରେ ଅନନ୍ତ ଜୀବନ ନ ପାଇବ, ଏପରିଲୋକ କେହି ନାହିଁ ।
”କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ । ପୁଣି, ସମସ୍ତ ଜାତି ନିକଟରେ ସୁସମାଚାର ପ୍ରଥମରେ ଅବଶ୍ୟ ଘୋଷଣା କରାଯିବ ।
”ଏଣୁ ଯେତେବେଳେ ଲୋକେ ତୁମ୍ଭମାନଙ୍କୁ ଘେନିଯାଇ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କ'ଣ କହିବ, ସେ ବିଷୟରେ ପୂର୍ବରୁ ଚିନ୍ତିତ ହୁଅ ନାହିଁ; କିନ୍ତୁ ସେହି ସମୟରେ ତୁମ୍ଭମାନଙ୍କୁ ଯାହା ଦିଆଯିବ, ତାହା କୁହ; କାରଣ ତୁମ୍ଭେମାନେ ବକ୍ତା ନୁହଁ, ମାତ୍ର ପବିତ୍ର ଆତ୍ମା ବକ୍ତା ଅଟନ୍ତି ।
”ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ; ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ; ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ; ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ ।
”ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର । ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ ।
”କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ ।
”ଆମ୍ଭମାନଙ୍କ ମଧ୍ୟରେ ଘଟିଥିବା ଘଟଣାବଳୀର ବିବରଣ ଅନେକେ ଶୃଙ୍ଖଳିତ ରୂପେ ଲିପିବଦ୍ଧ କରିବାକୁ ଆଗ୍ରହ ପ୍ରକାଶ କରିଅଛନ୍ତି ।
”କାରଣ ଅନ୍ଧକାର ଓ ମୃତ୍ୟୁଛାୟାରେ ବସିଥିବା ଲୋକଙ୍କୁ ଆଲୋକ ଦେବା ନିମନ୍ତେ,
”ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,
”ସେଥିରେ ସେ ଯର୍ଦନର ନିକଟବର୍ତ୍ତୀ ସମସ୍ତ ଅଞ୍ଚଳକୁ ଯାଇ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ, ଯେପରି ଯିଶାୟ ଭାବବାଦୀଙ୍କ ଶାସ୍ତ୍ରରେ ଲିଖିତ ଅଛି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର; ପ୍ରତ୍ୟେକ ଉପତ୍ୟକା ପୂର୍ଣ୍ଣ କରାଯିବ, ପୁଣି, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ, ବକ୍ର ପଥସବୁ ସିଧା ହେବ, ଆଉ ଉଚ୍ଚ ନୀଚ ଭୂମି ସମତଳ ପଥରେ ପରିଣତ ହେବ; ପୁଣି, ସମସ୍ତ ମର୍ତ୍ତ୍ୟ ଈଶ୍ୱରଙ୍କ ପରିତ୍ରାଣ ଦେଖିବେ ।
”ସେ ଏହିପରି ଅନେକ ଉପଦେଶ ଦେଇ, ପୁଣି, ବିଭିନ୍ନ ପ୍ରକାର ଉତ୍ସାହଜନକ ବାକ୍ୟ କହି ଲୋକଙ୍କ ନିକଟରେ ସୁସମ୍ବାଦ ପ୍ରଚାର କରୁଥିଲେ;
”ପ୍ରଭୁଙ୍କର ଆତ୍ମା ମୋଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,
”କିନ୍ତୁ ସେ ସେମାନଙ୍କୁ କହିଲେ, ଅନ୍ୟାନ୍ୟ ନଗରରେ ମଧ୍ୟ ମୋତେ ଅବଶ୍ୟ ଈଶ୍ୱରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରିବାକୁ ହେବ, କାରଣ ସେଥିନିମନ୍ତେ ମୁଁ ପଠାଯାଇଅଛି ।
”ସେ କଥା ଶେଷ କରି ଶିମୋନଙ୍କୁ କହିଲେ, ଗଭୀର ଜଳକୁ ଯାଇ ମାଛ ଧରିବା ନିମନ୍ତେ ତୁମ୍ଭମାନଙ୍କର ଜାଲ ପକାଅ । ଏଥିରେ ଶିମୋନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ରାତିଯାକ ପରିଶ୍ରମ କରି କିଛି ଧରି ନାହୁଁ; କିନ୍ତୁ ଆପଣଙ୍କ କଥାରେ ମୁଁ ଜାଲ ପକାଇବି । ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି, ସେମାନଙ୍କ ଜାଲ ଛିଣ୍ଡିବାକୁ ଲାଗିଲା । ସେଥିରେ ସେମାନଙ୍କର ଯେଉଁ ସହକର୍ମୀମାନେ ଅନ୍ୟ ନୌକାରେ ଥିଲେ, ସେମାନେ ଯେପରି ଆସି ସାହାଯ୍ୟ କରନ୍ତି, ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ । ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ, ସେଗୁଡ଼ିକ ବୁଡ଼ିବାକୁ ଲାଗିଲା । କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଯିବା ହେଉନ୍ତୁ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ । କାରଣ ସେମାନେ ଏତେ ମାଛ ଧରିଥିଲେ ଯେ, ତାହା ଦେଖି ସେ ଓ ତାହାଙ୍କ ସଙ୍ଗୀ ସମସ୍ତେ ଆଶ୍ଚର୍ଯ୍ୟ ହେଲେ; ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ । ପୁଣି, ଯୀଶୁ ଶିମୋନଙ୍କୁ କହିଲେ, ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ । ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସବୁ ଛାଡ଼ିଦେଇ ତାହାଙ୍କର ଅନୁଗମନ କଲେ ।
”ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ, ମୋହର ଅନୁଗମନ କର । ସେଥିରେ ସେ ସମସ୍ତ ପରିତ୍ୟାଗ କରି ଉଠି ତାହାଙ୍କର ଅନୁଗମନ କରିବାକୁ ଲାଗିଲେ ।
”ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ ।
”ସେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଯାଇ, ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହି ସବୁ ଯୋହନଙ୍କୁ ଜଣାଅ; ଅନ୍ଧମାନେ ଦେଖି ପାରନ୍ତି, ଖଞ୍ଜମାନେ ଚାଲି ପାରନ୍ତି, କୁଷ୍ଠୀମାନେ ସୁସ୍ଥ ହୁଅନ୍ତି, ବଧିରମାନେ ଶୁଣି ପାରନ୍ତି, ମୃତମାନେ ଜୀବିତ ହୁଅନ୍ତି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ; ଆଉ, ଯେଉଁ ବ୍ୟକ୍ତି ମୋ'ଠାରେ ବାଧାର କାରଣ ପାଏ ନାହିଁ, ସେ ଧନ୍ୟ ।
”ଏଥିର ଅଳ୍ପ ସମୟ ପରେ ଯୀଶୁ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଘୋଷଣା କରି ଈଶ୍ୱରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରି ଯାତ୍ରା କରିବାକୁ ଲାଗିଲେ, ଆଉ ବାର ଜଣ ଶିଷ୍ୟ ତାହାଙ୍କ ସାଙ୍ଗରେ ଥିଲେ,
”ଜଣେ ବୁଣାଳୀ ଆପଣା ବିହନ ବୁଣିବାକୁ ବାହାରିଲା । ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ଓ ପାଦ ତଳେ ଦଳିହୋଇଗଲା, ପୁଣି, ଆକାଶର ଚଢ଼େଇମାନେ ସେଗୁଡ଼ିକ ଖାଇଗଲେ । ଆଉ କେତେକ ପଥର ଉପରେ ପଡ଼ିଲା, ପୁଣି, ଗଜା ହୋଇ ରସ ନ ପାଇବାରୁ ଶୁଖିଗଲା । ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି, କଣ୍ଟାଗଛଗୁଡ଼ାକ ସାଙ୍ଗେ ସାଙ୍ଗେ ବଢ଼ି ସେଗୁଡ଼ିକୁ ଚାପି ପକାଇଲା । ଅନ୍ୟ କେତେକ ଭଲ ଭୂଇଁରେ ପଡ଼ିଲା ଆଉ ବଢ଼ି ଶହେ ଗୁଣ ଫଳ ଫଲିଲା । ସେ ଏହା କହୁ କହୁ ଉଚ୍ଚ ସ୍ୱରରେ କହିଲେ, ଯାହାର ଶୁଣିବା ପାଇଁ କାନ ଅଛି, ସେ ଶୁଣୁ । ତାହାଙ୍କ ଶିଷ୍ୟମାନେ ଏହି ଦୃଷ୍ଟାନ୍ତର ଅର୍ଥ କ'ଣ ବୋଲି ପଚାରିବାକୁ ଲାଗିଲେ । ସେଥିରେ ସେ କହିଲେ, ଈଶ୍ୱରଙ୍କ ରାଜ୍ୟର ରହସ୍ୟ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ଅନ୍ୟମାନଙ୍କୁ ଦୃଷ୍ଟାନ୍ତରେ କୁହାଯାଏ, ଯେପରି ସେମାନେ ଦେଖୁ ଦେଖୁ ଦେଖିବେ ନାହିଁ ଓ ଶୁଣୁ ଶୁଣୁ ବୁଝିବେ ନାହିଁ ।
”ଦୃଷ୍ଟାନ୍ତର ଅର୍ଥ ଏହି, ବିହନ ଈଶ୍ୱରଙ୍କ ବାକ୍ୟ, ଆଉ ଯେଉଁମାନେ ବାଟ ପାଖରେ ଅଛନ୍ତି, ସେମାନେ ବାକ୍ୟ ଶୁଣନ୍ତି; ତାହା ପରେ ଶୟତାନ ଆସି, ଯେପରି ସେମାନେ ବିଶ୍ୱାସ କରି ପରିତ୍ରାଣ ନ ପାଆନ୍ତି, ଏଥି ନିମନ୍ତେ ସେମାନଙ୍କ ହୃଦୟରୁ ବାକ୍ୟ ନେଇଯାଏ । ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ୱାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି । ଆଉ, କଣ୍ଟାଗଛଗୁଡ଼ାକ ମଧ୍ୟରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଯେଉଁମାନେ ଶୁଣି ସାଂସାରିକ ଚିନ୍ତା, ଧନ ଓ ସୁଖଭୋଗର ବସବର୍ତ୍ତୀ ହୋଇ ଜୀବନ ଯାତ୍ରା କରୁ କରୁ ଚାପି ହୋଇଯାନ୍ତି, ପୁଣି, ପରିପକ୍ୱ ଫଳ ଉତ୍ପନ୍ନ କରନ୍ତି ନାହିଁ । ଆଉ, ଉତ୍ତମ ଭୂମିରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଆଉ, ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ଧୈର୍ଯ୍ୟ ସହକାରେ ଫଳ ଫଳନ୍ତି ।
”ମାତ୍ର ସେ ତାହାଙ୍କୁ ବିଦାୟ କରି କହିଲେ, ତୁମ୍ଭ ଘରକୁ ଫେରିଯାଅ, ପୁଣି, ଈଶ୍ୱର ତୁମ୍ଭ ନିମନ୍ତେ ଯେଉଁ ଯେଉଁ କର୍ମ କରିଅଛନ୍ତି ସେହି ସବୁ ବର୍ଣ୍ଣନା କର । ସେଥିରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହି ସବୁ ନଗରଯାକ ଘୋଷଣା କରିବାକୁ ଲାଗିଲା ।
”ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ । ଆଉ ସେ ସେମାନଙ୍କୁ ଈଶ୍ୱରଙ୍କ ରାଜ୍ୟ ଘୋଷଣା ଓ ରୋଗୀମାନଙ୍କୁ ସୁସ୍ଥ କରିବା ନିମନ୍ତେ ପଠାଇଲେ । ଏବଂ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ଯାତ୍ରା ନିମନ୍ତେ ବାଡ଼ି କି ଝୋଲି କି ରୁଟି କି ଟଙ୍କା କିଛି ହିଁ ନିଅ ନାହିଁ, କିମ୍ବା ଦୁଇଟି ଅଙ୍ଗରଖା (ବସ୍ତ୍ର) ସାଙ୍ଗରେ ରଖ ନାହିଁ । ଆଉ ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ନ ବାହାରିବା ପର୍ଯ୍ୟନ୍ତ ସେଠାରେ ରୁହ ।
”ଆଉ ଯେତେ ଲୋକ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେହି ନଗରରୁ ବାହାରିବା ସମୟରେ ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦରୁ ଧୂଳି ଝାଡ଼ିପକାଅ । ସେଥିରେ ସେମାନେ ଯାଇ ସବୁଆଡ଼େ ସୁସମାଚାର ପ୍ରଚାର ଓ ସୁସ୍ଥ କରୁ କରୁ ଗ୍ରାମେ ଗ୍ରାମେ ଭ୍ରମଣ କରିବାକୁ ଲାଗିଲେ ।
”ସେତବେଳେ ସେ ସମସ୍ତଙ୍କୁ କହିଲେ, କେହି ଯେବେ ମୋହର ପଛରେ ଚାଲିବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ପ୍ରତିଦିନ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ । କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ । ଆଉ, ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣାକୁ ବିନାଶ କରେ ବା ହରାଏ, ତେବେ ତାହାର କି ଲାଭ?
”ଯେଣୁ ଯେ କେହି ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜିତ ହୁଏ, ମନୁଷ୍ୟପୁତ୍ର ଯେତେବେଳେ ଆପଣାର ଓ ପିତାଙ୍କର, ପୁଣି, ପବିତ୍ର ଦୂତମାନଙ୍କର ମହିମାରେ ଆସିବେ, ସେତେବେଳେ ସେ ତାହା ବିଷୟରେ ଲଜ୍ଜା ବୋଧ କରିବେ ।
”ପୁଣି, ସେ ଆଉ ଜଣକୁ କହିଲେ, ମୋହର ଅନୁସରଣ କର । କିନ୍ତୁ ସେ କହିଲେ, ପ୍ରଥମେ ଯାଇ ମୋହର ପିତାଙ୍କୁ ସମାଧି ଦେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ । ମାତ୍ର ସେ ତାହାଙ୍କୁ କହିଲେ, ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ, କିନ୍ତୁ ତୁମ୍ଭେ ଯାଇ ଈଶ୍ୱରଙ୍କ ରାଜ୍ୟ ପ୍ରଚାର କର ।
”ଆଉ ଜଣେ ମଧ୍ୟ କହିଲେ, ପ୍ରଭୁ, ମୁଁ ଆପଣଙ୍କର ଅନୁଗମନ କରିବି, ମାତ୍ର ପ୍ରଥମେ ମୋହର ଗୃହରେ ଥିବା ଲୋକମାନଙ୍କଠାରୁ ବିଦାୟ ନେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ । କିନ୍ତୁ ଯୀଶୁ ତାହାଙ୍କୁ କହିଲେ, ଯେ ଲଙ୍ଗଳରେ ହାତ ଦେଇ ପଛକୁ ଚାହେଁ, ସେ ଈଶ୍ୱରଙ୍କ ରାଜ୍ୟର ଯୋଗ୍ୟ ନୁହେଁ ।
”ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପଠାଇଲେ ।
”ପୁଣି, ସେ ସେମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ନିକଟରେ ନିବେଦନ କର ।
”ତୁମ୍ଭେମାନେ ଯାଅ; ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାଛୁଆମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି । ଥଳି, ଝୋଲି ଓ ଜୋତା ନିଅ ନାହିଁ, ପୁଣି, ବାଟରେ କାହାକୁ ନମସ୍କାର କର ନାହିଁ ।
”କିନ୍ତୁ ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେଥିର ଦାଣ୍ଡମାନଙ୍କୁ ବାହାରିଯାଇ କୁହ, ତୁମ୍ଭମାନଙ୍କ ନଗରର ଯେଉଁ ଧୂଳି ଆମ୍ଭମାନଙ୍କ ପାଦରେ ଲାଗିଅଛି, ତାହା ସୁଧା ତୁମ୍ଭମାନଙ୍କ ପାଇଁ ଝାଡ଼ିଦେଉଅଛୁ; ତଥାପି ଈଶ୍ୱରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣିଥାଅ । ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ସେହି ନଗରର ଦଣ୍ଡ ଅପେକ୍ଷା ସଦୋମର ଦଣ୍ଡକୁ ସହି ହେବ ।
”ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋ' କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋ' ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ ।
”ନୀନିବୀର ଲୋକମାନେ ବିଚାରରେ ଏହି ଯୁଗର ଲୋକମାନଙ୍କ ସହିତ ଉଠି ସେମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ ପରିବର୍ତ୍ତନ କରିଥିଲେ; ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି ।
”ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ୱରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ; କିନ୍ତୁ ଯେ ଲୋକଙ୍କ ସାକ୍ଷାତରେ ମୋତେ ଅସ୍ୱୀକାର କରିବ, ତାହାକୁ ଈଶ୍ୱରଙ୍କ ଦୂତମାନଙ୍କ ସାକ୍ଷାତରେ ଅସ୍ୱୀକାର କରାଯିବ ।
”ଆଉ, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମାଜଗୃହ, ଶାସନକର୍ତ୍ତା ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କ ନିକଟକୁ ନେଇଯିବେ, ସେତେବେଳେ ତୁମ୍ଭେମାନେ ଆପଣା ସପକ୍ଷରେ କିପରି ବାକି କଥା ଉତ୍ତର ଦେବ କିମ୍ବା କ'ଣ କହିବ, ସେ ବିଷୟରେ ଚିନ୍ତା କର ନାହିଁ; କାରଣ କ'ଣ କହିବାକୁ ହେବ, ତାହା ପବିତ୍ର ଆତ୍ମା ସେହି ସମୟରେ ତୁମ୍ଭମାନଙ୍କୁ ଶିଖାଇବେ ।
”ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଥଳି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା ପୋକ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର, କାରଣ ଯେଉଁଠାରେ ତୁମ୍ଭମାନଙ୍କର ଧନ, ସେହିଠାରେ ମଧ୍ୟ ତୁମ୍ଭମାନଙ୍କର ମନ ।
”ମୁଁ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି ବୋଲି କ'ଣ ତୁମ୍ଭେମାନେ ମନେ କରୁଅଛ? ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, ବରଂ ଭେଦ କରିବାକୁ ଆସିଅଛି । କାରଣ ଅଦ୍ୟାବଧି ଗୋଟିଏ ଗୃହରେ ପାଞ୍ଚ ଜଣ ଥିଲେ ଦୁଇ ଜଣଙ୍କ ବିରୁଦ୍ଧରେ ତିନି ଜଣ ଓ ତିନି ଜଣଙ୍କ ବିରୁଦ୍ଧରେ ଦୁଇ ଜଣ ବିଭିନ୍ନ ହେବେ । ପୁତ୍ର ବିରୁଦ୍ଧରେ ପିତା, ପିତା ବିରୁଦ୍ଧରେ ପୁତ୍ର, କନ୍ୟା ବିରୁଦ୍ଧରେ ମାତା, ମାତା ବିରୁଦ୍ଧରେ କନ୍ୟା, ବୋହୂ ବିରୁଦ୍ଧରେ ଶାଶୁ ଓ ଶାଶୁ ବିରୁଦ୍ଧରେ ବୋହୂ ଭିନ୍ନ ହେବେ ।
”ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ ।
”କିନ୍ତୁ ସେ ତାହାଙ୍କୁ କହିଲେ, ଜଣେ ବ୍ୟକ୍ତି ରାତ୍ର ସମୟରେ ମହାଭୋଜ ଦେବାକୁ ଇଚ୍ଛା କରି ଅନେକଙ୍କୁ ନିମନ୍ତ୍ରଣ କଲେ; ଆଉ, ଭୋଜନର ସମୟ ଉପସ୍ଥିତ ହୁଅନ୍ତେ, ସେ ନିମନ୍ତ୍ରିତ ଲୋକମାନଙ୍କ ନିକଟକୁ ଆପଣା ଦାସକୁ ପଠାଇ କହିଲେ, ଆପଣମାନେ ଆସନ୍ତୁ, କାରଣ ସମସ୍ତ ପ୍ରସ୍ତୁତ ହେଲାଣି । କିନ୍ତୁ ସମସ୍ତେ ଏକ ମତରେ କ୍ଷମା ପ୍ରାର୍ଥନା କରିବାକୁ ଲାଗିଲେ । ପ୍ରଥମ ଜଣ ତାହାକୁ କହିଲେ, ମୁଁ ଖଣ୍ଡେ କ୍ଷେତ କିଣିଅଛି, ମୋତେ ତାହା ଦେଖିବାକୁ ପଡ଼ିବ; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର । ଆଉ ଜଣେ କହିଲା, ମୁଁ ପାଞ୍ଚ ହଳ ବଳଦ କିଣିଅଛି, ଆଉ ମୁଁ ସେମାନଙ୍କୁ ପରୀକ୍ଷା କରିବାକୁ ଯାଉଅଛି; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର । ଅନ୍ୟ ଜଣେ କହିଲା, ମୁଁ ବିବାହ କରିଅଛି, ତେଣୁ ଯାଇ ପାରୁ ନାହିଁ । ପୁଣି, ସେହି ଦାସ ଆସି ଆପଣା ପ୍ରଭୁଙ୍କୁ ସେହି ସବୁ ଜଣାଇଲା । ସେଥିରେ ଗୃହକର୍ତ୍ତା ରାଗିଯାଇ ଆପଣା ଦାସକୁ କହିଲେ, ଶୀଘ୍ର ନଗରର ଦାଣ୍ଡ ଓ ଗଳିଗୁଡ଼ିକୁ ଯାଇ ଦରିଦ୍ର, ପଙ୍ଗୁ, ଅନ୍ଧ ଓ ଖଞ୍ଜମାନଙ୍କୁ ଏଠାକୁ ନେଇଆସ । ପରେ ସେହି ଦାସ କହିଲା, ହେ ପ୍ରଭୁ, ଆପଣଙ୍କ ଆଦେଶ ଅନୁସାରେ କରାଯାଇଅଛି, ତଥାପି ଆହୁରି ସ୍ଥାନ ଅଛି । ସେଥିରେ ପ୍ରଭୁ ସେହି ଦାସକୁ କହିଲେ, ରାଜଦାଣ୍ଡ ଓ ଗଛମୂଳକୁ ଯାଇ, ମୋହର ଗୃହ ଯେପେରି ପୂର୍ଣ୍ଣ ହୁଏ, ସେଥିପାଇଁ ଲୋକମାନଙ୍କୁ ଆସିବା ପାଇଁ କୁହ । ଯେଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ନିମନ୍ତ୍ରିତ ଲୋକମାନଙ୍କ ମଧ୍ୟରୁ କେହି ମୋହର ଭୋଜର ଆସ୍ୱାଦ ପାଇବ ନାହିଁ ।
”କେହି ଯେବେ ମୋ’ ପାଖକୁ ଆସି ନିଜର ବାପା, ମା, ସ୍ତ୍ରୀ, ସନ୍ତାନ, ଭାଇ ଓ ଭଉଣୀମାନଙ୍କୁ ଏପରିକି ନିଜ ପ୍ରାଣକୁ ସୁଦ୍ଧା ଅଧିକ ପ୍ରେମ ନ କରେ, ତେବେ ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ । ଯେ କେହି ଆପଣା କ୍ରୁଶ ବହନ କରି ମୋହର ଅନୁସରଣ ନ କରେ, ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ ।
”ସେହି ପ୍ରକାରେ ତୁମ୍ଭମାନଙ୍କ ମଧ୍ୟରୁ ଯେ କେହି ଆପଣାର ସବୁ କିଛି ତ୍ୟାଗ ନ କରେ, ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ । ଲବଣ ତ ଉତ୍ତମ; କିନ୍ତୁ ଲବଣ ମଧ୍ୟ ଯଦି ସ୍ୱାଦ ଦିଏ ନାହିଁ, ତେବେ ତାହା କାହିଁରେ ସ୍ୱାଦଯୁକ୍ତ କରାଯିବ?
”ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେଉଁମାନଙ୍କର ମନ ପରିବର୍ତ୍ତନ କରିବାର ଆବଶ୍ୟକ ନାହିଁ, ଏପରି ଅନେଶତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ ।
”ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେ ମନପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ୱରଙ୍କ ଦୂତମାନଙ୍କ ଆଗରେ ଆନନ୍ଦ ହୁଏ ।
”କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି ।
”ଏଥିମଧ୍ୟରେ ଦିନେ ଯୀଶୁ ଯେତେବେଳେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ସୁସମାଚାର ପ୍ରଚାର କରୁଥିଲେ, ସେତେବେଳେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ପ୍ରାଚୀନମାନଙ୍କ ସହିତ ଆସି ତାହାଙ୍କୁ କହିଲେ,
”କିନ୍ତୁ ଏହି ସମସ୍ତ ଘଟଣା ପୂର୍ବେ ଲୋକମାନେ ତୁମ୍ଭମାନଙ୍କୁ ଧରିବେ ଏବଂ ସମାଜଗୃହ ଓ କାରାଗାରରେ ତୁମ୍ଭମାନଙ୍କୁ ସମର୍ପଣ କରି ତାଡ଼ନା କରିବେ, ଆଉ ମୋ ନାମ ସକାଶେ ତୁମ୍ଭେମାନେ ରାଜା ଓ ଶାସନକର୍ତ୍ତାମାନଙ୍କ ନିକଟକୁ ନିଆଯିବ; ଏହା ତୁମ୍ଭମାନଙ୍କ ସପକ୍ଷରେ ସାକ୍ଷ୍ୟ ହେବ ।
”ଅତଏବ କ'ଣ ଉତ୍ତର ଦେବ, ସେ ବିଷୟରେ ପୂର୍ବରୁ ଚିନ୍ତା ନ କରିବାକୁ ଆପଣା ଆପଣା ମନରେ ସ୍ଥିର କର; କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରି ପାରିବେ ନାହିଁ ।
”କିନ୍ତୁ ତୁମ୍ଭେମାନେ ବାପା ମା', ଭାଇ, ସମ୍ପର୍କୀୟ ଓ ବନ୍ଧୁମାନଙ୍କ ଦ୍ୱାରା ସୁଦ୍ଧା ସମର୍ପିତ ହେବ, ଆଉ ତୁମ୍ଭମାନଙ୍କ ମଧ୍ୟରୁ ଲୋକମାନେ କାହାରି କାହାରିକୁ ହତ୍ୟା କରିବେ, ପୁଣି, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ ।
”ଆଉ, ସେ ସେମାନଙ୍କୁ କହିଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଟଙ୍କା ରଖିବା ମୁଣା, ଝୋଲି ଓ ଯୋତା ବିନା ପଠାଇଥିଲି, ସେତେବେଳେ ତୁମ୍ଭମାନଙ୍କର କି କିଛି ଅଭାବ ହୋଇଥିଲା? ସେମାନେ କହିଲେ, କିଛି ନାହିଁ । ସେଥିରେ ସେ ସେମାନଙ୍କୁ କହିଲେ, ମାତ୍ର ଏବେ, ଯାହାର ଟଙ୍କା ରଖିବାର ମୁଣା ଅଛି, ସେ ତାହା ନେଉ, ସେହି ପ୍ରକାରେ ଝୋଲି ମଧ୍ୟ ନେଉ, ଆଉ ଯାହାର ନାହିଁ, ସେ ଆପଣା ଚାଦରଖଣ୍ଡକ ବିକି ଖଣ୍ଡା କିଣୁ ।
”ପୁଣି, ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ । ତୁମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ ଅଟ
”ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ୱରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ; ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ୱରଙ୍କଠାରୁ ଜାତ ହେଲେ ।
”ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାଙ୍କୁ କହିଲେ, ମୋହର ଅନୁଗମନ କର ।
”ଯୀଶୁ ତାଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ୱରଙ୍କ ରାଜ୍ୟ ଦେଖି ପାରେ ନାହିଁ । ନୀକଦୀମ ତାହାଙ୍କୁ ପଚାରିଲେ, ବୃଦ୍ଧ ହେଲେ ମନୁଷ୍ୟ କି ପ୍ରକାର ଜନ୍ମ ହୋଇ ପାରେ? ସେ କ'ଣ ଦ୍ୱିତୀୟ ଥର ଆପଣା ମାତାର ଗର୍ଭରେ ପ୍ରବେଶ କରି ଜନ୍ମ ହୋଇ ପାରେ? ଯୀଶୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରି ପାରେ ନାହିଁ । ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା । ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ । ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶବ୍ଦ ଶୁଣିଥାଅ, କିନ୍ତୁ ତାହା କେଉଁଠାରୁ ଆସେ ପୁଣି, କେଉଁଠାକୁ ଯାଏ, ତାହା ଜାଣ ନାହିଁ; ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ଲୋକ ସମ୍ବନ୍ଧରେ ସେହି ପ୍ରକାର ।
”ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି, ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ । ମୁଁ ତୁମ୍ଭମାନଙ୍କୁ ପାର୍ଥିବ ବିଷୟ କହିଲେ ଯଦି ତୁମ୍ଭେମାନେ ବିଶ୍ୱାସ ନ କର, ତେବେ ତୁମ୍ଭମାନଙ୍କୁ ସ୍ୱର୍ଗୀୟ ବିଷୟ କହିଲେ କିପରି ବିଶ୍ୱାସ କରିବ?
”କାରଣ ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ । ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ୱର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ । ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ୱରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ । ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ । କାରଣ ଯେ କେହି କୁକର୍ମ କରେ, ଯେ ଜ୍ୟୋତିଃକୁ ଘୃଣା କରେ, ପୁଣି, କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ । କିନ୍ତୁ ଯେ କେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ୱରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ ।
”ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ୱରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ ।
”ଶସ୍ୟ କାଟିବାକୁ ଆହୁରି ଚାରି ମାସ ଅଛି, ଏହା କି ତୁମ୍ଭେମାନେ କହୁ ନାହଁ? ଦେଖ, ମୁଁ ତୁମ୍ଭମାନଙ୍କୁ କହୁଅଛି, କ୍ଷେତ୍ରଗୁଡ଼ିକ ପ୍ରତି ଦୃଷ୍ଟିପାତ କର; ସେହି ସବୁ କଟାଯିବା ନିମନ୍ତେ ପାଚିଗଲାଣି । ଏବେ ସୁଦ୍ଧା କଟାଳି ମୂଳ ପାଉଅଛି ଓ ଅନନ୍ତ ଜୀବନ ନିମନ୍ତେ ଫଳ ସଂଗ୍ରହ କରୁଅଛି, ଯେପରି ବୁଣାଳୀ ଓ କଟାଳି ଉଭୟ ମିଳି ଆନନ୍ଦ କରନ୍ତି । କାରଣ ଜଣେ ବୁଣେ ଓ ଅନ୍ୟ ଜଣେ କାଟେ, ଏହି କଥା ଏ ସମ୍ବନ୍ଧରେ ସତ୍ୟ । ତୁମ୍ଭେମାନେ ଯାହା ନିମନ୍ତେ ପରିଶ୍ରମ କରି ନାହଁ, ତାହା କାଟିବା ପାଇଁ ମୁଁ ତୁମ୍ଭମାନଙ୍କୁ ପଠାଇଲି; ଅନ୍ୟମାନେ ପରିଶ୍ରମ କରିଅଛନ୍ତି, ଆଉ ତୁମ୍ଭେମାନେ ସେମାନଙ୍କ ପରିଶ୍ରମର ଫଳ ପାଉଅଛ ।
”ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି ।
”ତେଣୁ ତୁମ୍ଭେମାନେ ଆପଣା ଆପଣା ପାପରେ ମରିବ, ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ ଆପଣା ଆପଣା ପାପରେ ମରିବ ।
”ଅତଏବ, ଯୀଶୁ ତାହାଙ୍କୁ ବିଶ୍ୱାସ କରିଥିବା ଯିହୂଦୀମାନଙ୍କୁ କହିଲେ, ଯଦି ତୁମ୍ଭେମାନେ ମୋହର ବାକ୍ୟରେ ସ୍ଥିର ହୋଇ ରହିବ, ତେବେ ତୁମ୍ଭେମାନେ ପ୍ରକୃତରେ ମୋହର ଶିଷ୍ୟ, ପୁଣି, ତୁମ୍ଭେମାନେ ସତ୍ୟ ଜ୍ଞାତ ହେବ ଓ ସେହି ସତ୍ୟ ତୁମ୍ଭମାନଙ୍କୁ ମୁକ୍ତ କରିବ ।
”ଦିନ ଥାଉ ଥାଉ ମୋହର ପ୍ରେରଣକର୍ତ୍ତାଙ୍କ କର୍ମ କରିବା ଆମ୍ଭମାନଙ୍କ କର୍ତ୍ତବ୍ୟ; ଯେଉଁ ସମୟରେ କେହି କର୍ମ କରି ପାରେ ନାହିଁ, ଏପରି ରାତ୍ରି ଆସୁଅଛି ।
”ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ଦ୍ୱାର ଦେଇ ମେଷଶାଳାରେ ପ୍ରବେଶ ନ କରେ, ମାତ୍ର ଅନ୍ୟ କୌଣସି ସ୍ଥାନରେ ଚଢ଼ି ପ୍ରବେଶ କରେ, ସେ ଚୋର ଓ ଡକାଇତ;
”ଯେ ମୋତେ ଅଗ୍ରାହ୍ୟ କରେ ଓ ମୋହର ବାକ୍ୟ ଗ୍ରହଣ କରେ ନାହିଁ, ତାହାର ବିଚାରକର୍ତ୍ତା ଅଛି; ମୁଁ ଯେଉଁ ବାକ୍ୟ କହିଅଛି, ତାହା ଶେଷ ଦିନରେ ତାହାର ବିଚାର କରିବ । କାରଣ ମୁଁ ଆପଣାଠାରୁ କହି ନାହିଁ, ମାତ୍ର ମୁଁ କ'ଣ କହିବି ଓ କ'ଣ ବ୍ୟକ୍ତ କରିବି, ତାହା ମୋହର ପ୍ରେରଣକର୍ତ୍ତା ପିତା ମୋତେ ଆଜ୍ଞା ଦେଇଅଛନ୍ତି;
”ଯୀଶୁ ତାଙ୍କୁ କହିଲେ, ମୁଁ ପଥ, ସତ୍ୟ ଓ ଜୀବନ; ମୋ' ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ ।
”କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଈଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥି ନିମନ୍ତେ ଏସମସ୍ତ ଲେଖାଯାଇଅଛି ।
”ସେ ସେମାନଙ୍କୁ କହିଲେ, ନୌକାର ଡାହାଣ ପାଖରେ ଜାଲ ପକାଅ, ଆଉ ତୁମ୍ଭେମାନେ ପାଇବ । ସେଥିରେ ସେମାନେ ଜାଲ ପକାଇଲେ, ଆଉ ଏତେ ମାଛ ପଡ଼ିଲା ଯେ, ସେମାନେ ତାହା ଟାଣି ପାରିଲେ ନାହିଁ । ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଫୁଙ୍ଗା ଦେହ ହୋଇଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ; କିନ୍ତୁ ଅନ୍ୟ ଶିଷ୍ୟମାନେ ମାଛରେ ଭର୍ତ୍ତି ହୋଇଥିବା ଜାଲ ଟାଣି ଟାଣି ସାନ ନାଆରେ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇ ଶହ ହାତ ଦୂରରେ ଥିଲେ । ସେମାନେ କୂଳରେ ଓହ୍ଳାଇ ସେଠାରେ ଅଙ୍ଗାରର ନିଆଁ, ପୁଣି, ତାହା ଉପରେ ଭଜା ମାଛ ଓ ରୁଟି ଥୁଆ ହୋଇଥିବା ଦେଖିଲେ । ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏବେ ଯେଉଁ ମାଛ ଧରିଅଛ, ସେଥିରୁ କିଛି ଆଣ । ଶିମୋନ ପିତର ଯାଇ ଏକ ଶହ ତେପନ ବଡ଼ ବଡ଼ ମାଛରେ ଭର୍ତ୍ତି ହୋଇଥିବା ଜାଲ କୂଳକୁ ଟାଣି ଆଣିଲେ; ଆଉ ଏତେ ମାଛରେ ସୁଦ୍ଧା ଜାଲ ଛିଣ୍ଡିଲା ନାହିଁ ।
”କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ ।"
”ଆଉ,ଏପରି ଘଟିବ ଯେ, ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ ।
”ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ ମନ ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ । କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ୱର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ । ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ୱାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, "ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷା ପ୍ରାପ୍ତ ହେଉନ୍ତୁ" ।
”ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ ।
”ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ ପୁଣି, ପ୍ରଭୁ, ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ଡଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ ।
”ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇ ପାରେ, ଏଥିନିମନ୍ତେ ମନ ପରିବର୍ତ୍ତନ କରି ଫେରି ଆସନ୍ତୁ, ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ୱନାର ସମୟ ଉପସ୍ଥିତ ହେବ; ପୁଣି, ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ ଅର୍ଥାତ୍ ଯୀଶୁଙ୍କୁ ସେ ପ୍ରେରଣ କରିବେ । ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ୱର ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ ।
”ତଥାପି ବାକ୍ୟ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକେ ବିଶ୍ୱାସ କଲେ, ଆଉ ପୁରୁଷମାନଙ୍କର ସଂଖ୍ୟା ପ୍ରାୟ ପାଞ୍ଚ ହଜାର ହେଲା ।
”ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ ।
”ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ,ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ,
”ପରେ ସେମାନଙ୍କୁ ଡାକି ଯୀଶୁଙ୍କ ନାମରେ ଆଦୌ କଥା ନ କହିବାକୁ ବା ଶିକ୍ଷା ନ ଦେବାକୁ ଦୃଢ଼ରୂପେ ସେମାନଙ୍କୁ ଅାଜ୍ଞା ଦେଲେ । କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ୱରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ କାରଣ ଆମ୍ଭେମାନେ ଯାହା ଯାହା ଦେଖିଅଛୁ ଓ ଶୁଣିଅଛୁ, ସେହି ସବୁ ନ କହି ରହି ନ ପାରୁ ।
”ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ, ଆଉ ସେଥି ସଙ୍ଗେ ସଙ୍ଗେ ତୁମ୍ଭର ପବିତ୍ର ଦାସ ଯୀଶୁଙ୍କ ନାମରେ ସୁସ୍ଥ କରିବା ନିମନ୍ତେ ଏବଂ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିବା ପାଇଁ ତୁମ୍ଭର ହସ୍ତ ବିସ୍ତାର କର । ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ୱରଙ୍କ ବାକ୍ୟ କହିବାକୁ ଲାଗିଲେ ।
”ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି, ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା ।
”ସେମାନେ ସେମାନଙ୍କୁ ଆଣି ମହାସଭା ସମ୍ମୁଖରେ ଠିଆ କରାଇଲେ । ସେଥିରେ ମହାଯାଜକ ସେମାନଙ୍କୁ ପଚାରିଲେ, "ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ରୂପେ ନିଷେଧ କରିଥିଲୁୁ", ତଥାପି "ଦେଖ, ତୁମ୍ଭେମାନେ ତୁମ୍ଭମାନଙ୍କ ଶିକ୍ଷାରେ ଯିରୂୂଶାଲମ ପୂୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ ।" କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ୱରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ ।
”ସେମାନେ ତାହାଙ୍କ କଥାରେ ସମ୍ମତ ହେଲେ, ପୁଣି, ପ୍ରେରିତମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ପ୍ରହାର କଲେ ଓ ଯୀଶୁଙ୍କ ନାମରେ କଥା ନ କହିବାକୁ ଆଜ୍ଞା ଦେଇ ଛାଡ଼ି ଦେଲେ । ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ; ଆଉ ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାକୁ ଓ ଯୀଶୁ ଯେ ଖ୍ରୀଷ୍ଟ,ଏହି ସୁସମାଚାର ପ୍ରଚାର କରିବାକୁ ବନ୍ଦ କଲେ ନାହିଁ ।
”ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ,ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ । ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ ।
”କିନ୍ତୁ ଫିଲିପ୍ପ ଈଶ୍ୱରଙ୍କ ରାଜ୍ୟ ଓ ଯୀଶୁଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାହାଙ୍କ କଥାରେ ବିଶ୍ୱାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ ।
”ଏହି ପ୍ରକାରେ ସେମାନେ ସାକ୍ଷ୍ୟ ଦେଇ ଓ ପ୍ରଭୁଙ୍କ ବାକ୍ୟ କହି ଶମିରୋଣୀୟମାନଙ୍କ ଅନେକ ଗ୍ରାମରେ ସୁସମାଚାର ପ୍ରଚାର କରୁ କରୁ ଯିରୂଶାଲମକୁ ବାହୁଡ଼ିଗଲେ ।
”ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାହାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ । ଆଉ ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ,ଏଠାରେ ତ ଜଳ ଅଛି,ମୋହର ବାପ୍ତିଜିତ ହେବା ନିମନ୍ତେ କ'ଣ ବାଧା ଅଛି? [ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ୱାସ କରନ୍ତି, ତାହାହେଲେ ହୋଇ ପାରେ । ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ୱରଙ୍କ ପୁତ୍ର,ଏହା ମୁଁ ବିଶ୍ୱାସ କରୁଅଛି ।] ପୁଣି, ସେ ରଥ ଠିଆ କରିବାକୁ ଆଜ୍ଞା ଦେଲେ, ଆଉ ଫିଲିପ୍ପ ଓ ନପୁଂସକ ଉଭୟ ଜଳ ଭିତରକୁ ଓହ୍ଲାଇଗଲେ, ଆଉ ଫିଲିପ୍ପ ତାହାଙ୍କୁ ବାପ୍ତିସ୍ମ ଦେଲେ ।
”କିନ୍ତୁ ଫିଲିପ୍ପ ଅଷ୍ଦୋଦ୍ ନାମକ ସ୍ଥାନରେ ଦେଖାଗଲେ, ଆଉ ସେ ଯାଉ ଯାଉ ନଗରେ ନଗରେ ସୁସମାଚାର ପ୍ରଚାର କରି କାଇସରିୟାରେ ଯାଇ ପହଞ୍ଚିଲେ ।
”କିନ୍ତୁ ବର୍ଣ୍ଣବ୍ବା ତାହାଙ୍କୁ ସଙ୍ଗରେ ଘେନି ପ୍ରେରିତମାନଙ୍କ ନିକଟକୁ ଆଣିଲେ, ପୁଣି, ବାଟରେ ସେ କିପରି ପ୍ରଭୁଙ୍କର ଦର୍ଶନ ପାଇଥିଲେ ଓ ସେ ଯେ ତାହାଙ୍କ ସହିତ କଥା କହିଥିଲେ, ଆଉ କିପ୍ରକାରେ ସେ ଦମ୍ମେସକରେ ଯୀଶୁଙ୍କ ନାମରେ ସାହସପୂର୍ବକ ପ୍ରଚାର କରିଥିଲେ,ଏହି ସବୁ ସେ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ । ଆଉ,ସେ ସେମାନଙ୍କ ସହିତ ଯିରୂଶାଲମରେ ଗମନାଗମନ କରି, ପ୍ରଭୁଙ୍କର ନାମ ସାହସପୂର୍ବକ ପ୍ରଚାର କରିବାକୁ ଲାଗିଲେ, ପୁଣି, ସେ ଗ୍ରୀକ୍ ଭାଷାବାଦୀ ଯିହୂଦୀମାନଙ୍କ ସହିତ କଥାବାର୍ତ୍ତା ଓ ତର୍କବିତର୍କ କରୁଥିଲେ, କିନ୍ତୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରିବାକୁ ଲାଗିଲେ ।
”ସେ ତ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ । ଆପଣମାନେ ଜାଣନ୍ତି ଯେ ବାପ୍ତିଜକ ଯୋହନଙ୍କ ସମୟରୁ ସେହି ସୁସମ୍ବାଦ ଗାଲିଲୀରୁ ଆରମ୍ଭ କରି ସମଗ୍ର ଯିହୂଦା ରେ ପ୍ରଚାରିତ ହୋଇଅଛି,
”ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି, ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ୱର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ । ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି । ପିତର ଏହି ସବୁ କଥା କହୁଥିବା ସମୟରେ ଯେତେ ଲୋକ ବାକ୍ୟ ଶୁଣୁଥିଲେ, ସେହି ସମସ୍ତଙ୍କ ଉପରେ ପବିତ୍ର ଆତ୍ମା ଅବତରଣ କଲେ ।
”ଅଣଯିହୂଦୀମାନେ ମଧ୍ୟ ଯେ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ପ୍ରେରିତମାନେ ଓ ଯିହୂଦା ପ୍ରଦେଶରେ ଥିବା ଭାଇମାନେ ଶୁଣିଲେ ।
”ସେ କିପରି ଜଣେ ଦୂତଙ୍କର ଦର୍ଶନ ପାଇଥିଲେ, ତାହା ଆମ୍ଭମାନଙ୍କୁ ଜଣାଇଲେ, ସେହି ଦୂତ କିପରି ତାହାଙ୍କ ଗୃହରେ ଠିଆ ହୋଇ କହିଲେ, ଯାଫୋକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ଡକାଇ ଆଣ; ଯେ ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେ ଓ ତୁମ୍ଭର ସମସ୍ତ ପରିବାର ପରିତ୍ରାଣ ପାଇବ, ସେ ତୁମ୍ଭକୁ ସେହି ସବୁ କହିବେ ।
”ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ୱରଙ୍କର ପ୍ରଶଂସା କରି କହିଲେ, ତେବେ ଈଶ୍ୱର ଅଣଯିହୂଦୀମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନ ପରିବର୍ତ୍ତନ ଦାନ କରିଅଛନ୍ତି ।
”କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ସାଇପ୍ରସ୍ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଗ୍ରୀକ୍ମାନଙ୍କ ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ । ଆଉ ସେମାନଙ୍କ ସହିତ ପ୍ରଭୁଙ୍କର ହସ୍ତ ଥିଲା, ପୁଣି, ଅନେକ ଅନେକ ଲୋକ ବିଶ୍ୱାସ କରି ପ୍ରଭୁଙ୍କ ପ୍ରତି ଫେରିଲେ ।
”ତାହାଙ୍କ ଆଗମନ ପୂର୍ବେ ଯୋହନ ସମସ୍ତ ଇସ୍ରାଏଲ ଲୋକଙ୍କ ନିକଟରେ ପ୍ରଥମରେ ମନପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିଥିଲେ;
”ଆଉ ପିତୃପୁରୁଷମାନଙ୍କ ନିକଟରେ କୃତ ପ୍ରତିଜ୍ଞା ବିଷୟରେ ଆମ୍ଭେମାନେ ଆପଣମାନଙ୍କୁ ଏହି ସୁସମାଚାର ଜଣାଉଅଛୁ ଯେ,
”ପୁଣି, ପରବର୍ତ୍ତୀ ବିଶ୍ରାମବାରରେ ପ୍ରାୟ ସମସ୍ତ ନଗରବାସୀ ଈଶ୍ୱରଙ୍କ ବାକ୍ୟ ଶୁଣିବା ନିମନ୍ତେ ଏକତ୍ରିତ ହେଲେ ।
”ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ୱରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୂଦୀମାନଙ୍କ ନିକଟକୁ ଯାଉଅଛୁ, କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହି ପ୍ରକାର ଆଜ୍ଞା ଦେଇଅଛନ୍ତି, "ଆମ୍ଭେ ତୁମ୍ଭକୁ ଅଣଯିହୂଦୀମାନଙ୍କ ନିମନ୍ତେ ଆଲୋକସ୍ୱରୂପେ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପରିତ୍ରାଣ ଆଣିବ" ।
”ଅଣଯିହୂଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଆଉ ଈଶ୍ୱରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଅନନ୍ତ ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ୱାସ କଲେ, ଆଉ ସମୁଦାୟ ଅଞ୍ଚଳରେ ପ୍ରଭୁଙ୍କର ବାକ୍ୟ ବ୍ୟାପିଗଲା ।
”କିନ୍ତୁ ଯିହୂଦୀମତାବଲମ୍ବୀ ଅଣଯିହୂଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୂଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ । ସେଥିରେ ସେମାନେ ଆପଣା ଆପଣା ପାଦର ଧୂଳି ସେମାନଙ୍କ ବିରୁଦ୍ଧରେ ଝାଡ଼ିଦେଇ ଇକନୀୟକୁ ଗଲେ,
”ଇକନୀୟରେ ମଧ୍ୟ ସେହି ପ୍ରକାର ଘଟିଲା; ସେମାନେ ଯିହୂଦୀମାନଙ୍କ ସମାଜଗୃହରେ ପ୍ରବେଶ କରି ଏପରି କଥା କହିଲେ ଯେ, ଯିହୂଦୀ ଓ ଗ୍ରୀକ୍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ବିଶ୍ୱାସ କଲେ । କିନ୍ତୁ ଯେଉଁ ଯିହୂଦୀମାନେ ବିଶ୍ୱାସ କଲେ ନାହିଁ, ସେମାନେ ଅଣଯିହୂଦୀମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ ।
”ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ ସେ ସେମାନଙ୍କ ହସ୍ତ ଦ୍ୱାର ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହ ବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ ।
”ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହି ସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ୱରଙ୍କ ପ୍ରତି ଫେରନ୍ତି । ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;
”ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ, ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ ।
”ଅନେକ ତର୍କବିତର୍କ ହେଲା ଉତ୍ତାରେ ପିତର ଉଠି ସେମାନଙ୍କୁ କହିଲେ, ହେ ଭାଇମାନେ, ଆପଣମାନେ ଜାଣନ୍ତି ଯେ, ମୋହର ମୁଖ ଦ୍ୱାରା ଅଣଯିହୂଦୀମାନେ ଯେପରି ସୁସମାଚାର ବାକ୍ୟ ଶୁଣି ବିଶ୍ୱାସ କରନ୍ତି, ଏଥିପାଇଁ ଅନେକ ଦିନ ପୂର୍ବେ ଈଶ୍ୱର ଆପଣମାନଙ୍କ ମଧ୍ୟରୁ ମୋତେ ମନୋନୀତ କରିଥିଲେ ।
”ସେମାନେ ଆସିଆରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ, ଆଉ ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ । ସେମାନେ ମୂସିଆ ପାଖ ଦେଇ ତ୍ରୋୟାକୁ ଆସିଲେ । ଆଉ ରାତ୍ରିକାଳରେ ପାଉଲ ଗୋଟିଏ ଦର୍ଶନ ପାଇଲେ, ମାକିଦନିଆର ଜଣେ ଠିଆ ହୋଇ ତାହାଙ୍କୁ ବିନତି କରି କହୁଅଛି, ମାକିଦନିଆକୁ ପାର ହୋଇ ଆସି ଆମ୍ଭମାନଙ୍କର ଉପକାର କର । ସେ ଏହି ଦର୍ଶନ ପାଇଲା ପରେ ଆମ୍ଭେମାନେ ତତ୍କ୍ଷଣାତ୍ ମାକିଦନିଆକୁ ଯିବା ପାଇଁ ଚେଷ୍ଟା କଲୁ, କାରଣ ସେମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବାକୁ ଈଶ୍ୱର ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି ବୋଲି ଆମ୍ଭେମାନେ ବୁଝିଲୁ ।
”ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ, ଆଉ ସେମାନଙ୍କୁ ବାହାରକୁ ଆଣି କହିଲେ, ମହାଶୟମାନେ, ପରିତ୍ରାଣ ପାଇବା ନିମନ୍ତେ ମୋତେ କ'ଣ କରିବାକୁ ହେବ? ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର, ତାହାହେଲେ ତୁମ୍ଭେ ଏବଂ ତୁମ୍ଭ ସପରିବାର ପରିତ୍ରାଣ ପାଇବ ।
”ଆଉ ପାଉଲ ଆପଣା ରୀତି ଅନୁସାରେ ସେମାନଙ୍କ ନିକଟକୁ ଗଲେ, ପୁଣି, ତିନୋଟି ବିଶ୍ରାମବାର ପର୍ଯ୍ୟନ୍ତ ଶାସ୍ତ୍ରର ବାକ୍ୟ ଘେନି ସେମାନଙ୍କୁ ଉପଦେଶ ଦେଲେ, ପୁଣି, ଖ୍ରୀଷ୍ଟଙ୍କର ଯେ ଦୁଃଖଭୋଗ ଓ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କରିବା ଆବଶ୍ୟକ ଥିଲା, ଆଉ ସେ ଯେଉଁ ଯୀଶୁଙ୍କୁ ସେମାନଙ୍କ ନିକଟରେ ଘୋଷଣା କରୁଅଛନ୍ତି, ସେ ଯେ ଖ୍ରୀଷ୍ଟ,ଏହାର ସ୍ପଷ୍ଟ ପ୍ରମାଣ ଦେଲେ । ସେଥିରେ ସେମାନଙ୍କ ମଧ୍ୟରୁ କେତେକ ଜଣ ବିଶ୍ୱାସ କରି ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ; ପୁଣି, ଯିହୂଦୀମତାବଲମ୍ବୀ ଗ୍ରୀକ୍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ଓ ଅନେକ ଭଦ୍ର ମହିଳା ସେମାନଙ୍କ ସହିତ ଯୋଗ ଦେଲେ।
”ଥେସଲନୀକୀରେ ଥିବା ଯିହୂଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ । ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ ।
”ଏଥିରେ ପାଉଲ ଆରିୟପାଗର ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ହେ ଆଥିନୀର ଲୋକମାନେ, ଆପଣମାନେ ଯେ ସମସ୍ତ ବିଷୟରେ ବଡ଼ ଦେବ ଭକ୍ତ, ଏହା ମୁଁ ଦେଖୁଅଛି । କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜିତ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, 'ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ ।' ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାହାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି । ଯେଉଁ ଈଶ୍ୱର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିରସମୂହରେ ବାସ କରନ୍ତି ନାହିଁ, କିଅବା ତାହାଙ୍କର କୌଣସି ଅଭାବ ଥିବାରୁ ମନୁଷ୍ୟହସ୍ତ ଦ୍ୱାରା ସେବିତ ହୁଅନ୍ତି ନାହିଁ, ଯେଣୁ ସେ ସ୍ୱୟଂ ସମସ୍ତଙ୍କୁ ଜୀବନ, ନିଶ୍ୱାସ, ଓ ସମସ୍ତ ପଦାର୍ଥ ଦାନ କରନ୍ତି । ଆଉ, ସେ ପୃଥିବୀର ସର୍ବତ୍ର ବାସ କରିବା ନିମନ୍ତେ ଏକ ବ୍ୟକ୍ତିଠାରୁ ସମସ୍ତ ମାନବଜାତି ସୃଷ୍ଟି କରିଅଛନ୍ତି; ସେ ସେମାନଙ୍କର ନିର୍ଦ୍ଦିଷ୍ଟ କାଳ ଓ ନିବାସର ସୀମା ସ୍ଥିର କରିଅଛନ୍ତି, ସେମାନେ ଯେପରି ଈଶ୍ୱରଙ୍କର ଅନ୍ୱେଷଣ କରି କାଳେ ଦରାଣ୍ଡି ଦରାଣ୍ଡି ତାହାଙ୍କର ଉଦ୍ଦେଶ୍ୟ ପାଇ ପାରନ୍ତି, ଯଦ୍ୟପି ସେ ଆମ୍ଭମାନଙ୍କର କାହାରିଠାରୁ ଦୂରରେ ନାହାଁନ୍ତି । କାରଣ ତାହାଙ୍କଠାରେ ଆମ୍ଭମାନଙ୍କର ଅସ୍ତି, ଗତି ଓ ସ୍ଥିତି, ଯେପରି ଆପଣମାନଙ୍କର ନିଜ କବିମାନଙ୍କ ମଧ୍ୟରୁ ସୁଦ୍ଧା କେତେକ କହିଅଛନ୍ତି, "କାରଣ ଆମ୍ଭେମାନେ ମଧ୍ୟ ତାହାଙ୍କ ବଂଶ ।" ତେବେ, ଆମ୍ଭେମାନେ ଈଶ୍ୱରଙ୍କର ବଂଶ ହେବାରୁ ଈଶ୍ୱରଙ୍କ ସ୍ୱରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ୱର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ବୁଝିବା ଆମ୍ଭମାନଙ୍କର ଉଚିତ ନୁହେଁ । ଈଶ୍ୱର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି; କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି ।
”ଇତିମଧ୍ୟରେ ଆପଲ୍ଲ ନାମକ ଜଣେ ଯିହୂଦୀ ଏଫିସକୁ ଆସିଲେ, ତାହାଙ୍କର ଜନ୍ମସ୍ଥାନ ଆଲେକ୍ଜାଣ୍ଡ୍ରିଆ; ସେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ଶକ୍ତିଶାଳୀ ଥିଲେ । ଏହି ବ୍ୟକ୍ତି ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପ୍ରାପ୍ତ ହୋଇଥିଲେ, ପୁଣି, ଆତ୍ମାରେ ଉତ୍ତପ୍ତ ହୋଇ ଯୀଶୁଙ୍କ ବିଷୟ ସୂକ୍ଷ୍ମରୂପେ କହି ଶିକ୍ଷା ଦେଉଥିଲେ, କିନ୍ତୁ ସେ କେବେଳ ଯୋହନଙ୍କ ବାପ୍ତିସ୍ମ ବିଷୟ ଜାଣିଥିଲେ; ସେ ସମାଜଗୃହରେ ସାହସ ସହିତ କଥା କହିବାକୁ ଲାଗିଲେ । କିନ୍ତୁ ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ କଥା ଶୁଣି ତାହାଙ୍କୁ ଆପଣାମାନଙ୍କ ସାଙ୍ଗରେ ରଖି ଅଧିକ ସୂକ୍ଷ୍ମ ରୂପେ ଈଶ୍ୱରଙ୍କ ମାର୍ଗ ବିଷୟ ତାହାଙ୍କୁ ବୁଝାଇଦେଲେ ।
”ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ୱରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ । କିନ୍ତୁ ସେତେବେଳେ କେତେକ ଲୋକ କଠିନ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ଏହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ୍ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ । ଏହିପରି ଦୁଇ ବର୍ଷ ପର୍ଯ୍ୟନ୍ତ ଚାଲିଲା; ସେଥିରେ ଆସିଆ ନିବାସୀ ଯିହୂଦୀ ଓ ଗ୍ରୀକ୍ ସମସ୍ତେ ପ୍ରଭୁଙ୍କ ବାକ୍ୟ ଶ୍ରବଣ କଲେ ।
”କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ପାଖରେ ଜଣାଇବାକୁ ପୁଣି, ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ ଈଶ୍ୱରଙ୍କ ପ୍ରତି ମନ ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୂଦୀ ଓ ଗ୍ରୀକ୍ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି,ତାହା ତୁମ୍ଭେମାନେ ଜାଣ । ଏବେ ଦେଖ, ମୁଁ ଆତ୍ମାରେ ପ୍ରେରଣା ପାଇ ଯିରୂଶାଲମକୁ ଯାଉଅଛି, ସେ ସ୍ଥାନରେ ମୋ ପ୍ରତି କ'ଣ ସବୁ ଘଟିବ, ତାହା ମୁଁ ଜାଣେ ନାହିଁ; ମୋ ପାଇଁ ଯେ ବନ୍ଧନ ଓ କ୍ଲେଶ ରହିଅଛି, କେବଳ ଏତିକି ଜାଣେ, ଏହା ପବିତ୍ର ଆତ୍ମା ନଗରେ ନଗରେ ସାକ୍ଷ୍ୟ ଦେଉଅଛନ୍ତି କିନ୍ତୁ ମୁଁ ଯେପରି ମୋହର ନିରୁପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ୱରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି ।
”କାରଣ ତୁମ୍ଭେ ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହି ସବୁ ବିଷୟରେ ସମସ୍ତ ଲୋକଙ୍କ ସମ୍ମୁଖରେ ସାକ୍ଷୀ ହେବ ।
”ପରରାତ୍ରରେ ପ୍ରଭୁ ତାହାଙ୍କ ପାଖରେ ଠିଆ ହୋଇ କହିଲେ, ସାହସ ଧର, କାରଣ ତୁମ୍ଭେ ଯେପରି ଯିରୂଶାଲମରେ ଆମ୍ଭ ବିଷୟରେ ସାକ୍ଷ୍ୟ ଦେଇଅଛ, ସେହିପରି ତୁମ୍ଭକୁ ରୋମରେ ମଧ୍ୟ ସାକ୍ଷ୍ୟ ଦେବାକୁ ହେବ ।
”କିନ୍ତୁ ଉଠ, ପାଦରେ ଭରା ଦେଇ ଠିଆ ହୁଅ, କାରଣ ଆମ୍ଭେ ତୁମ୍ଭକୁ ଆମ୍ଭର ସେବକ, ଆଉ ତୁମ୍ଭେ ଆମ୍ଭର ଯେଉଁ ଯେଉଁ ଦର୍ଶନ ପାଇଅଛ ଓ ପାଇବ, ସେହି ସମସ୍ତ ବିଷୟର ସାକ୍ଷୀସ୍ୱରୂପେ ମନୋନୀତ କରିବା ଉଦ୍ଦେଶ୍ୟରେ ତୁମ୍ଭକୁ ଦର୍ଶନ ଦେଇଅଛୁ ।
”ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ ।
”ଅତଏବ, ଈଶ୍ୱରଙ୍କଠାରୁ ସାହାଯ୍ୟ ପ୍ରାପ୍ତ ହୋଇ ମୁଁ ଆଜି ପର୍ଯ୍ୟନ୍ତ କ୍ଷୁଦ୍ର ଓ ମହାନ ସମସ୍ତଙ୍କ ନିକଟରେ ସାକ୍ଷ୍ୟ ଦେଇ ଆସୁଅଛି, ପୁଣି, ଭାବବାଦୀମାନେ ଓ ମୋଶା ଯାହା ଯାହା ଘଟିବ ବୋଲି କହିଅଛନ୍ତି, ସେହି ସବୁ ଛଡ଼ା ଆଉ କିଛି କହୁ ନାହିଁ, ଅର୍ଥାତ୍ ଖ୍ରୀଷ୍ଟ ନିଶ୍ଚୟ ଦୁଃଖଭୋଗ କରି ପୁଣି, ପ୍ରଥମେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥିତ ହୋଇ ସ୍ୱଜାତି ଓ ଅଣଯିହୂଦୀମାନଙ୍କ ନିକଟରେ ଆଲୋକ ପ୍ରକାଶ କରିବେ ।
”ସେ ସମ୍ପୂର୍ଣ୍ଣ ଦୁଇ ବର୍ଷ ପର୍ଯ୍ୟନ୍ତ ଆପଣା ଭଡ଼ାଘରେ ରହିଲେ, ପୁଣି, ଯେତେ ଲୋକ ତାହାଙ୍କ ନିକଟକୁ ଆସୁଥିଲେ, ସମସ୍ତଙ୍କୁ ସେ ଗ୍ରହଣ କରି ପୂର୍ଣ୍ଣ ସାହସରେ ଓ ନିର୍ବିଘ୍ନରେ ଈଶ୍ୱରଙ୍କ ରାଜ୍ୟରେ କଥା ପ୍ରଚାର କରୁଥିଲେ ଏବଂ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ବିଷୟସବୁ ଶିକ୍ଷା ଦେଉଥିଲେ ।
”ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ୱାସର ସୁସମ୍ବାଦ ଯେ ସମୁଦାୟ ଜଗତରେ ଶୁଣାଯାଉଅଛି, ଏଥି ନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି ।
”ଗ୍ରୀକ୍ କି ବର୍ବର, ଶିକ୍ଷିତ କି ଅଶିକ୍ଷିତ, ସମସ୍ତଙ୍କ ନିକଟରେ ମୁଁ ଋଣୀ । ଅତଏବ, ରୋମବାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାର କରିବାକୁ ମୁଁ ଇଚ୍ଛୁକ ଅଟେ । କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୂଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍ ପକ୍ଷରେ।
”କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ୱର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି ।
”କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ୱରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ ।
”ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ; କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ । ଯେଣୁ ଶାସ୍ତ୍ର କହେ, ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ । କାରଣ ଯିହୂଦୀ ଓ ଗ୍ରୀକ୍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ୱରୂପ । କାରଣ ଯେ କେହି ପ୍ରଭୁଙ୍କ ନାମ ଧରି ପ୍ରାର୍ଥନା କରିବ, ସେ ପରିତ୍ରାଣ ପ୍ରାପ୍ତ ହେବ ।
”ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାଁନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାଁନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ? ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ? ଯେପରି ଲେଖା ଅଛି, "ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ ।
”କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ । କାରଣ ଯିଶାଇୟ କହନ୍ତି, "ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି?'
”ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ । କିନ୍ତୁ ମୁଁ କହେ, ସେମାନେ କି ଶୁଣି ନାହାଁନ୍ତି? ହଁ, ନିଶ୍ଚୟ; ସମୁଦାୟ ପୃଥିବୀରେ ସେମାନଙ୍କ ସ୍ୱର, ଆଉ ଜଗତର ସୀମା ପର୍ଯ୍ୟନ୍ତ ସେମାନଙ୍କ ବାକ୍ୟ ବ୍ୟାପିଗଲା ।
”ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,
”ଯେଉଁ ଈଶ୍ୱର ମୋହର ସୁସମାଚାର ଓ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍ ଯେଉଁ ନିଗୂଢ଼ତତ୍ତ୍ୱ ପ୍ରାଚୀନ କାଳରୁ ଗୁପ୍ତ ଥିଲା, ମାତ୍ର ଏବେ ପ୍ରକାଶିତ ହୋଇଅଛି, ପୁଣି, ବିଶ୍ୱାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଈଶ୍ୱରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ଜାତୀୟ ଲୋକଙ୍କ ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ତତ୍ତ୍ୱର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି,
”କାରଣ ଖ୍ରୀଷ୍ଟ ମୋତେ ବାପ୍ତିସ୍ମ ଦେବା ନିମନ୍ତେ ପ୍ରେରଣ କଲେ ନାହିଁ, ମାତ୍ର ସୁସମାଚାର ପ୍ରଚାର କରିବା ନିମନ୍ତେ ପ୍ରେରଣ କଲେ; ତାହା ମଧ୍ୟ ବାକ୍ୟ ଆଡ଼ମ୍ବରରେ ନୁହେଁ, କାଳେ ଖ୍ରୀଷ୍ଟଙ୍କ କ୍ରୁଶ ବ୍ୟର୍ଥ ହୁଏ । କାରଣ ବିନାଶ ପ୍ରାପ୍ତ ହେଉଥିବା ଲୋକମାନଙ୍କ ପ୍ରତି କ୍ରୁଶର କଥା ମୂର୍ଖତା ମାତ୍ର, କିନ୍ତୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଆମ୍ଭମାନଙ୍କ ପ୍ରତି ତାହା ଈଶ୍ୱରଙ୍କ ଶକ୍ତି ଅଟେ । ଯେଣୁ ଏହା ଲେଖା ଅଛି, "ଆମ୍ଭେ ଜ୍ଞାନୀମାନଙ୍କର ଜ୍ଞାନ ନଷ୍ଟ କରିବା, ଆଉ ବୁଦ୍ଧିମାନମାନଙ୍କର ବୁଦ୍ଧି ଅଗ୍ରାହ୍ୟ କରିବା "।
”କାରଣ ଈଶ୍ୱରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ୱରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ୱାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ୱର ସନ୍ତୁଷ୍ଟ ହେଲେ । କାରଣ ଯିହୂଦୀମାନେ ଚିହ୍ନ ଲୋଡ଼ନ୍ତି, ଆଉ ଗ୍ରୀକ୍ମାନେ ଜ୍ଞାନ ଅନ୍ୱେଷଣ କରନ୍ତି, କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୂଦୀମାନଙ୍କ ନିମନ୍ତେ ବିଘ୍ନସ୍ୱରୂପ ଓ ଅଣଯିହୂଦୀମାନଙ୍କ ନିମନ୍ତେ ମୂର୍ଖତାସ୍ୱରୂପ, କିନ୍ତୁ ଯିହୂଦୀ ହେଉ ବା ଗ୍ରୀକ୍ ହେଉ, ଯେଉଁମାନେ ଆହୂତ, ସେମାନଙ୍କ ନିମନ୍ତେ ଖ୍ରୀଷ୍ଟ ଈଶ୍ୱରଙ୍କ ଶକ୍ତି ଓ ଈଶ୍ୱରଙ୍କ ଜ୍ଞାନସ୍ୱରୂପ ଅଟନ୍ତି । ଯେଣୁ ଈଶ୍ୱରଙ୍କ ମୂର୍ଖ ବିଷୟ ମନୁଷ୍ୟର ଜ୍ଞାନ ଅପେକ୍ଷା ଅଧିକ ଜ୍ଞାନପୂର୍ଣ୍ଣ, ଆଉ ଈଶ୍ୱରଙ୍କ ଦୁର୍ବଳ ବିଷୟ ମନୁଷ୍ୟର ବଳ ଅପେକ୍ଷା ଅଧିକ ବଳବାନ ।
”ଅତଏବ, ହେ ଭାଇମାନେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟକୁ ଯାଇଥିଲି, ସେତେବେଳେ ଈଶ୍ୱରଙ୍କ ନିଗୂଢ଼ ତତ୍ତ୍ୱ ବକ୍ତୃତା କିମ୍ବା ଜ୍ଞାନର ଉତ୍କୃଷ୍ଟତା ସହିତ ଯେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲି, ତାହା ନୁହେଁ । କାରଣ ଯୀଶୁ ଖ୍ରୀଷ୍ଟ, ଅର୍ଥାତ୍ କ୍ରୁଶରେ ହତ ଯୀଶୁଖ୍ରୀଷ୍ଟଙ୍କ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କୌଣସି ବିଷୟ ନ ଜାଣିବାକୁ ମୁଁ ମନସ୍ଥ କଲି । ପୁଣି, ମୁଁ ଦୁର୍ବଳତା, ଭୟ ଓ ମହାକମ୍ପ ସହ ତୁମ୍ଭମାନଙ୍କ ମଧ୍ୟରେ ଥିଲି; ତୁମ୍ଭମାନଙ୍କ ବିଶ୍ୱାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଈଶ୍ୱରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ, ଏଥିପାଇଁ ମୋହର ଶିକ୍ଷା ଓ ମୋହର ପ୍ରଚାର, ଜ୍ଞାନର ମନୋହର ବାକ୍ୟଯୁକ୍ତ ନ ହୋଇ ପବିତ୍ର ଆତ୍ମାଙ୍କ ଶକ୍ତିରେ ପ୍ରମାଣ- ଯୁକ୍ତ ହୋଇଥିଲା ।
”ତଥାପି ଆମ୍ଭେମାନେ ପରିପକ୍ୱ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ବା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ, ମାତ୍ର ଆମ୍ଭେମାନେ ନିଗୂଢ଼ତତ୍ତ୍ୱ ସ୍ୱରୂପ ଈଶ୍ୱରଙ୍କ ଜ୍ଞାନର କଥା କହୁଅଛୁ ସେହି ଗୁପ୍ତ ଜ୍ଞାନ ଈଶ୍ୱର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ । ଏହି ଯୁଗର ନେତାମାନଙ୍କ ମଧ୍ୟରେ କେହି ତାହା ଜାଣି ନାହାଁନ୍ତି, କାରଣ ସେମାନେ ତାହା ଜାଣିଥିଲେ ଗୌରବମୟ ପ୍ରଭୁଙ୍କୁ କ୍ରୁଶରେ ହତ କରି ନ ଥାଆନ୍ତେ; କିନ୍ତୁ ଯେପରି ଲେଖା ଅଛି, "ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ୱର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି" ।
”କିନ୍ତୁ ଈଶ୍ୱର ଆମ୍ଭମାନଙ୍କ ନିମନ୍ତେ ପବିତ୍ର ଆତ୍ମାଙ୍କ ଦ୍ୱାରା ସେ ସମସ୍ତ ପ୍ରକାଶ କରିଅଛନ୍ତି ଯେଣୁ ସେହି ଆତ୍ମା ସମସ୍ତ ବିଷୟ, ହଁ, ଈଶ୍ୱରଙ୍କର ଗଭୀର ବିଷୟସବୁ ଅନୁସନ୍ଧାନ କରନ୍ତି । କାରଣ ମନୁଷ୍ୟର ବିଷୟସବୁ ମନୁଷ୍ୟଠାରେ ଥିବା ଆତ୍ମା ବିନା ଆଉ କିଏ ଜାଣେ? ସେହିପରି ମଧ୍ୟ ଈଶ୍ୱରଙ୍କ ବିଷୟସବୁ ଈଶ୍ୱରଙ୍କ ଆତ୍ମା ବିନା ଆଉ କେହି ଜାଣେ ନାହିଁ । ଯେପରି ଈଶ୍ୱରଙ୍କ ଦ୍ୱାରା ଆମ୍ଭମାନଙ୍କୁ ଅନୁଗ୍ରହରେ ଦିଆଯାଇଥିବା ବିଷୟଗୁଡ଼ିକ ଆମ୍ଭେମାନେ ଜାଣି ପାରୁ, ଏଥିପାଇଁ ଆମ୍ଭେମାନେ ଜଗତର ଆତ୍ମା ନ ପାଇ ଈଶ୍ୱରଙ୍କ ଆତ୍ମା ପାଇଅଛୁ । ସେହି ସମସ୍ତ ବିଷୟ ମଧ୍ୟ ଆମ୍ଭେମାନେ ମନୁଷ୍ୟର ଜ୍ଞାନର ଶିକ୍ଷା ଦ୍ୱାରା ବାକ୍ୟରେ କହି ନ ଥାଉ, ମାତ୍ର ଆତ୍ମିକ ବିଷୟସବୁ ଆତ୍ମିକ ବିଷୟ ଦ୍ୱାରା ବୁଝାଇ ଆତ୍ମାଙ୍କ ଦ୍ୱାରା ଶିକ୍ଷିତ ବାକ୍ୟରେ କହିଥାଉ ।
”କିନ୍ତୁ ସାଂସାରିକ ମନୁଷ୍ୟ ଈଶ୍ୱରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହି ସବୁ ତାହା ନିକଟରେ ମୂର୍ଖତା, ପୁଣି, ସେ ସେହି ସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ । ମାତ୍ର ଯେ ଆତ୍ମିକମନା, ସେ ସମସ୍ତ ବିଷୟ ବିଚାର କରେ, ତଥାପି କେହି ତା'ର ବିଚାର କରେ ନାହିଁ । କାରଣ, କିଏ ପ୍ରଭୁଙ୍କ ମନ ଜାଣିଅଛି ଯେ, ସେ ତାହାଙ୍କୁ ଶିକ୍ଷା ଦେଇ ପାରେ? କିନ୍ତୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ମନ ପାଇଅଛୁ ।
”ହେ ଭାଇମାନେ, ମୁଁ ଆତ୍ମିକମନା ଲୋକଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହି ପାରିଲି ନାହିଁ, କିନ୍ତୁ ଶାରୀରିକ ଲୋକମାନଙ୍କୁ ଓ ଖ୍ରୀଷ୍ଟଙ୍କଠାରେ ଶିଶୁମାନଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହିଲି । ମୁଁ ତୁମ୍ଭମାନଙ୍କୁ ଦୁଗ୍ଧ ପାନ କରାଇ ଅନ୍ୟ ଖାଦ୍ୟ ଦେଲି ନାହିଁ, କାରଣ ତୁମ୍ଭେମାନେ ତାହା ଗ୍ରହଣ କରିବାକୁ ସମର୍ଥ ନ ଥିଲ, ଆଉ ଏବେ ମଧ୍ୟ ସମର୍ଥ ହୋଇ ନାହଁ,
”ମୁଁ ରୋପଣ କରିଅଛି, ଆପଲ୍ଲ ଜଳ ସେଚନ କରିଅଛନ୍ତି, କିନ୍ତୁ ଈଶ୍ୱର ବୃଦ୍ଧି ସାଧନ କରିଅଛନ୍ତି । ଅତଏବ, ଯେ ରୋପଣ କରେ କିମ୍ବା ଯେ ଜଳ ସେଚନ କରେ, ସେ କିଛି ନୁହେଁ, ମାତ୍ର ବୃଦ୍ଧି ସାଧନ କରନ୍ତି ଯେ ଈଶ୍ୱର, ସେ ସାର । ଯେ ରୋପଣ କରେ ଓ ଯେ ସେଚନ କରେ, ସେ ଦୁହେଁ ଏକ, କିନ୍ତୁ ପ୍ରତ୍ୟେକ ଜଣ ଆପଣା ପରିଶ୍ରମ ଅନୁସାରେ ନିଜର ପୁରସ୍କାର ପାଇବ । କାରଣ ଆମ୍ଭେମାନେ ଈଶ୍ୱରଙ୍କ ସହକର୍ମୀ ତୁମ୍ଭେମାନେ ଈଶ୍ୱରଙ୍କ କ୍ଷେତ୍ର, ଈଶ୍ୱରଙ୍କ ଗୃହ ।
”ମୋତେ ଦିଆଯାଇଥିବା ଈଶ୍ୱରଙ୍କ ଅନୁଗ୍ରହ ଅନୁସାରେ ମୁଁ ଜଣେ ବୁଦ୍ଧିମାନ ଗୃହ ନିର୍ମାଣକାରୀ ତୁଲ୍ୟ ଭିତ୍ତିମୂଳ ସ୍ଥାପନ କରିଅଛି, ଅନ୍ୟ ଜଣେ ତାହା ଉପରେ ନିର୍ମାଣ କରୁଅଛି। କିନ୍ତୁ ପ୍ରତ୍ୟେକ ଲୋକ ତାହା ଉପରେ କିପରି ନିର୍ମାଣ କରୁଅଛି, ସେ ସମ୍ବନ୍ଧରେ ସାବଧାନ ହେଉ । କାରଣ ଯେଉଁ ଭିତ୍ତିମୂଳ ସ୍ଥାପିତ ହୋଇଅଛି, ତାହା ବ୍ୟତୀତ ଅନ୍ୟ ଭିତ୍ତିମୂଳ କେହି ସ୍ଥାପନ କରି ପାରେ ନାହିଁ, ସେହି ଭିତ୍ତିମୂଳ ଯୀଶୁ ଖ୍ରୀଷ୍ଟ । କିନ୍ତୁ ଯଦି କେହି ସେହି ଭିତ୍ତିମୂଳ ଉପରେ ସୁନା, ରୂପା, ବହୁମୂଲ୍ୟ ପଥର, କାଠ, ଘାସ ବା ଛଣ ଦେଇ ନିର୍ମାଣ କରେ, ତାହାହେଲେ ପ୍ରତ୍ୟେକ ଜଣର କର୍ମ କି ପ୍ରକାର, ତାହା ପ୍ରକାଶ ପାଇବ, କାରଣ ସେହି ଦିନ ତାହା ପ୍ରକାଶ କରିବ, ଯେଣୁ ସେହି ଦିନ ଅଗ୍ନି ସହିତ ପ୍ରକାଶିତ ହେବ, ଆଉ ପ୍ରତ୍ୟେକ ଲୋକର କର୍ମ କି ପ୍ରକାର, ସେହି ଅଗ୍ନି ପରୀକ୍ଷା କରିବ । ଯେ ଯାହା ନିର୍ମାଣ କରିଅଛି, ତା'ର ସେହି କର୍ମ ଯଦି ରହିବ, ତେବେ ସେ ପୁରସ୍କାର ପାଇବ; ଯଦି କାହାରି କର୍ମ ପୋଡ଼ିଯିବ, ତା'ର କ୍ଷତି ହେବ, ତଥାପି ସେ ନିଜେ ରକ୍ଷା ପାଇବ, କିନ୍ତୁ ତାହା ଅଗ୍ନି ମଧ୍ୟ ଦେଇ ଗମନ କଲାପରି ହେବ ।
”କାରଣ ମୁଁ ଯଦି ସୁସମାଚାର ପ୍ରଚାର କରେ, ସେଥିରେ ମୋହର ଦର୍ପ କରିବାର କିଛି ନାହିଁ, ଯେଣୁ ତାହା କରିବା ନିମନ୍ତେ ମୁଁ ବାଧ୍ୟ; ଆଉ ଯଦି ମୁଁ ସୁସମାଚାର ପ୍ରଚାର ନ କରେ, ତେବେ ହାୟ, ମୁଁ ଦଣ୍ଡର ପାତ୍ର ।
”କାରଣ ଯଦି ମୁଁ ସ୍ୱେଚ୍ଛାରେ ଏହା କରେ, ତେବେ ମୋହର ପୁରସ୍କାର ଅଛି; କିନ୍ତୁ ଯଦି ସ୍ୱେଚ୍ଛାରେ ନ କରେ, ତେବେ ହେଁ ସେବକପଦର ଭାର ମୋ'ଠାରେ ସମର୍ପିତ ହୋଇଅଛି । ତେବେ ମୋହର ପୁରସ୍କାର କ'ଣ? ତାହା ଏହି ଯେ, ଯେପରି ମୁଁ ସୁସମାଚାରରେ ଥିବା ମୋହର ଅଧିକାର ବ୍ୟବହାର ନ କରି ସୁସମାଚାର ପ୍ରଚାର କରୁ କରୁ ସେହି ସୁସମାଚାରକୁ ବିନାମୂଲ୍ୟର ପ୍ରଚାର କରେ ।
”କାରଣ ଯେପରି ମୁଁ ଅଧିକସଂଖ୍ୟକ ଲୋକ ଲାଭ କରି ପାରେ, ଏଥିପାଇଁ ମୁଁ କାହାରି ଅଧୀନ ନ ହେଲେ ହେଁ ନିଜକୁ ସମସ୍ତଙ୍କ ଦାସ କଲି । ଯେପରି ମୁଁ ଯିହୂଦୀମାନଙ୍କୁ ଲାଭ କରି ପାରେ, ଏଥିପାଇଁ ଯିହୂଦୀମାନଙ୍କ ନିକଟରେ ମୁଁ ଯିହୂଦୀ ପରି ହେଲି; ଯେପରି ମୋଶାଙ୍କ ବ୍ୟବସ୍ଥା ଅଧୀନରେ ଥିବା ଲୋକମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନ ହେଲେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଅଧୀନ ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥା ଅଧୀନର ପରି ହେଲି । ଯେପରି ମୁଁ ମୋଶାଙ୍କ ବ୍ୟବସ୍ଥାବିହୀନ ଲୋକମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ଈଶ୍ୱରଙ୍କ ମୋଶାଙ୍କ ବ୍ୟବସ୍ଥାବିହୀନ ନ ହୋଇ ଖ୍ରୀଷ୍ଟଙ୍କ ମୋଶାଙ୍କ ବ୍ୟବସ୍ଥାର ଅନୁଗତ ହେଲେ ହେଁ ମୋଶାଙ୍କ ବ୍ୟବସ୍ଥାବିହୀନ ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥାବିହୀନ ପରି ହେଲି । ଯେପରି ମୁଁ ଦୁର୍ବଳ ମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ଦୁର୍ବଳମାନଙ୍କ ନିକଟରେ ଦୁର୍ବଳ ପରି ହେଲି; ଯେପରି ମୁଁ ଯେକୌଣସି ପ୍ରକାରେ କେତେକଙ୍କୁ ରକ୍ଷା କରି ପାରେ, ଏଥିପାଇଁ ମୁଁ ସମସ୍ତଙ୍କ ନିକଟରେ ସବୁପ୍ରକାର ହୋଇଅଛି ।
”ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ । ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ୱ ବିତରଣ କରେ, ପୁଣି, ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ ।
”ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ନିକଟରେ ଯେଉଁ ସୁସମାଚାର ପ୍ରଚାର କରିଥିଲି, ଯାହା ତୁମ୍ଭେମାନେ ଗ୍ରହଣ କରିଥିଲ, ଯହିଁରେ ମଧ୍ୟ ସ୍ଥିର ହୋଇ ରହିଅଛ, ମୁଁ କେଉଁ ପ୍ରକାରେ ତୁମ୍ଭମାନଙ୍କ ନିକଟରେ ତାହା ପ୍ରଚାର କରିଥିଲି, ଏହା ତୁମ୍ଭମାନଙ୍କୁ ସ୍ମରଣ କରାଉଅଛି; ଯଦି ତୁମ୍ଭେମାନେ ତାହା ଦୃଢ଼ ଭାବରେ ଧରିଥାଅ, ତେବେ ତାହା ଦ୍ୱାରା ପରିତ୍ରାଣ ପାଉଅଛ, ନୋହିଲେ ତ ତୁମ୍ଭେମାନେ ବ୍ୟର୍ଥରେ ବିଶ୍ୱାସୀ ହୋଇଥିଲ ।
”କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ୱରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋ' ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋ' ସହିତ ଥିବା ଈଶ୍ୱରଙ୍କ ଅନୁଗ୍ରହ ତାହା କରିଅଛି । ଅତଏବ ମୁଁ ହୁଏ, ବା ସେମାନେ ହୁଅନ୍ତୁ, ଏହି ପ୍ରକାରେ ଆମ୍ଭେମାନେ ପ୍ରଚାର କରୁଥାଉ, ଆଉ ଏହି ପ୍ରକାରେ ତୁମ୍ଭେମାନେ ବିଶ୍ୱାସୀ ହୋଇଥାଅ ।
”ହେ ନିର୍ବୋଧ, ତୁମ୍ଭେ ନିଜେ ଯାହା ବୁଣ, ତାହା ନ ମଲେ ସଜୀବ ହୁଏ ନାହିଁ, ଆଉ, ଯେଉଁ ଶରୀର ହେବ, ତାହା ତୁମ୍ଭେ ବୁଣ ନାହିଁ, କିନ୍ତୁ ଗହମ ହେଉ ବା ଅନ୍ୟ କୌଣସି ଶସ୍ୟ ହେଉ, ତାହା କେବଳ ଦାନାମାତ୍ର;
”କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟ ଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ୱାରା ପ୍ରକାଶ କରୁଅଛନ୍ତି, କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବା ଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ୱରୂପ,. ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ୱରୂପ। ଆଉ ଏହି ସମସ୍ତ ନିମନ୍ତେ କିଏ ସମର୍ଥ?
”ସେହି ଅନେକ ଲୋକ ଯେପରି ଈଶ୍ୱରଙ୍କ ବାକ୍ୟବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ୱରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ ।
”ଆଉ, ଯଦି ଅକ୍ଷରରେ ପ୍ରସ୍ତର ଉପରେ ଖୋଦିତ ମୃତ୍ୟୁଦାୟକ ମୋଶାଙ୍କ ବ୍ୟବସ୍ଥାର ସେବାକାର୍ଯ୍ୟ ଏପରି ଗୌରବରେ ପ୍ରକାଶିିତ ହୋଇଥିଲା ଯେ, ଇସ୍ରାଏଲ ସନ୍ତାନମାନେ ମୋଶାଙ୍କ ମୁଖର କ୍ଷଣସ୍ଥାୟୀ ତେଜ ସକାଶେ ତାହାଙ୍କ ମୁଖପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ ପାରିଲେ ନାହିଁ, ତେବେ ଆତ୍ମିକ ସେବାକାର୍ଯ୍ୟ କେତେ ଅଧିକ ଗୌରବଯୁକ୍ତ ନ ହେବ? କାରଣ ଯଦି ଦଣ୍ଡାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ,ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ । ଯେଣୁ ଯାହା ଗୌରବଯୁକ୍ତ ହୋଇଥିଲା, ତାହା ସେଥିରୁ ଅତି ଅଧିକ ଗୌରବଯୁକ୍ତ ବିଷୟର ତୁଳନାରେ ଗୌରବବିହୀନ ହୋଇଅଛି । କାରଣ ଯଦି କ୍ଷଣସ୍ଥାୟୀ ବିଷୟ ଗୌରବଯୁକ୍ତ ହେଲା,ତେବେ ଚିରସ୍ଥାୟୀ ବିଷୟ ଆହୁରି ଅଧିକ ଗୌରବରେ ଅବସ୍ଥିତ ।
”ଅତଏବ, ଏହି ପ୍ରକାର ଭରସା ପ୍ରାପ୍ତ ହୋଇ ଆମ୍ଭେମାନେ ଅତି ସାହସିକ ଅଟୁ,
”କିନ୍ତୁ ସମସ୍ତ ବିଷୟ ଈଶ୍ୱରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି; ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ୱର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି ।
”ଅତଏବ, ଈଶ୍ୱର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ୱରଙ୍କ ସହିତ ସମ୍ମିଳିତ ହୁଅ ।
”କାରଣ ସେ କହନ୍ତି, "ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ ।'' ଦେଖ, ଏବେ ମହାଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ ।
”ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ,ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ,
”କାରଣ ଈଶ୍ୱରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନ ପରିବର୍ତ୍ତନ ଜନ୍ମାଏ, ଯାହାସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ ।
”କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ ।
”ଆଉ, ଯେ ବୀଜବପନକାରୀକୁ ବୀଜ ଓ ଭୋଜନ ନିମନ୍ତେ ଆହାର ଯୋଗାନ୍ତି, ସେ ବୁଣିବା ନିମନ୍ତେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବଢ଼ାଇବେ, ପୁଣି,ତୁମ୍ଭମାନଙ୍କ ଧାର୍ମିକତାର ଫଳ ବୃଦ୍ଧି କରିବେ;
”ପୁଣି, ଆମ୍ଭେମାନେ ଅନ୍ୟର ସୀମା ମଧ୍ୟରେ ତାହାରକୃତ କର୍ମ ବିଷୟରେ ଦର୍ପ ନ କରି ତୁମ୍ଭମାନଙ୍କ ପରବର୍ତ୍ତୀ ଅଞ୍ଚଳମାନଙ୍କରେ ଯେପରି ସୁସମାଚାର ପ୍ରଚାର କରି ପାରିବା,ଏହା ଭରସା କରୁଅଛୁ ।
”ଅବା ତୁମ୍ଭେମାନେ ଯେପରି ଉନ୍ନତ ହୁଅ, ଏଥି ନିମନ୍ତେ ମୁଁ ଆପଣାକୁ ନମ୍ର କରି ଯେ ବିନାମୂଲ୍ୟରେ ତୁମ୍ଭମାନଙ୍କ ନିକଟରେ ଈଶ୍ୱରଙ୍କ ସୁସମାଚାର ପ୍ରଚାର କଲି, ଏଥିରେ କ'ଣ ପାପ କଲି?
”କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ଦୂତ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ । ଯେପରି ଆମ୍ଭେମାନେ ପୂର୍ବରେ କହିଅଛୁ, ସେହିପରି ମୁଁ ଏବେ ଆଉ ଥରେ କହୁଅଛି, ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କରିଥିଲ, ତା ବ୍ୟତୀତ ଯଦି କୌଣସି ଲୋକ ଅନ୍ୟ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ ।
”ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ୱରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ । କାରଣ, ହେ ଭାଇମାନେ, ଯେଉଁ ସୁସମାଚାର ମୋ' ଦ୍ୱାରା ପ୍ରଚାରିତ ହୋଇଅଛି, ସେ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଜଣାଉଅଛି ଯେ, ତାହା ମନୁଷ୍ୟର ମତାନୁଯାୟୀ ନୁହେଁ;
”ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋ'ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍, ଈଶ୍ୱରଙ୍କ ଯେଉଁ ପୁତ୍ର ମୋତେ ପ୍ରେମ କରି ମୋ' ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି ।
”ଭ୍ରାନ୍ତ ନ ହୁଅ; ଈଶ୍ୱର ବିଦୃପର ପାତ୍ର ନୁହଁନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ । ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନନ୍ତ ଜୀବନରୂପ ଶସ୍ୟ କାଟିବ ।
”ଆଉ ଦୂରରେ ଥିଲ ଯେ ତୁମ୍ଭେମାନେ, ଉଭୟଙ୍କ ନିକଟରେ ସେ ଆସି ଶାନ୍ତିର ସୁସମାଚାର ପ୍ରଚାର କଲେ;
”ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି, ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠାପ୍ରାପ୍ତ ହୁଏ, ଶେଷରେ ଯେପରି ଆମ୍ଭମାନେ ସମସ୍ତେ ବିଶ୍ୱାସରେ ଓ ଈଶ୍ୱରଙ୍କ ପୁତ୍ର ବିଷୟକ ଜ୍ଞାନରେ ଏକତା ପ୍ରାପ୍ତ ହେଉ, ଅର୍ଥାତ୍ ଖ୍ରୀଷ୍ଟଙ୍କ ପୂର୍ଣ୍ଣତାର ପରିମାଣ ଅନୁସାରେ ପୂର୍ଣ୍ଣ ବୟସ୍କ ପୁରୁଷ ହେଉ, ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,
”ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ଵରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।
”ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ, ପୁଣି, ମୁଁ ଯେପରି ତତ୍ ସମ୍ବନ୍ଧରେ ଯଥୋଚିତ କଥା କହିବାକୁ ସାହସ ପ୍ରାପ୍ତ ହେବି ।
”ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନଦ୍ୱାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ୱରଙ୍କ ବାକ୍ୟ କହିବା ନିମନ୍ତେ ଅତି ଉତ୍ସୁକଭାବେ ସାହସୀ ହୋଇଅଛନ୍ତି । କେହି କେହି ଈର୍ଷା ଓ ବିବାଦ ହେତୁ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଅଛନ୍ତି ସତ୍ୟ, କିନ୍ତୁ ଆଉ କେହି କେହି ସତ୍ ଭାବରେ ତାହା କରୁଅଛନ୍ତି; ମୁଁ ଯେ ସୁସମାଚାରର ପକ୍ଷ ସମର୍ଥନ କରିବା ନିମନ୍ତେ ନିଯୁକ୍ତ ରହିଅଛି, ଏହା ଜାଣି ଏକ ପକ୍ଷ ପ୍ରେମ ହେତୁ ତାହା କରନ୍ତି, କିନ୍ତୁ ଅନ୍ୟ ପକ୍ଷ ମୋହର ବନ୍ଧନରେ ମୋତେ କ୍ଳେଶ ଦେବାକୁ ଭାବି ଅସରଳ ଭାବରେ ସ୍ୱାର୍ଥପରତା ସକାଶେ ଖ୍ରୀଷ୍ଟଙ୍କୁ ପ୍ରଚାର କରନ୍ତି । ସେଥିରେ ବା କ'ଣ? କପଟ ଭାବରେ ହେଉ ବା ସରଳ ଭାବରେ ହେଉ, ଯେକୌଣସି ପ୍ରକାରେ ଖ୍ରୀଷ୍ଟ ପ୍ରଚାରିତ ହେଉଅଛନ୍ତି, ଏଥିରେ ମୁଁ ଆନନ୍ଦ କରୁଅଛି, ହଁ, ଆନନ୍ଦ କରିବି ।
”ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହି ସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି । ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ଡଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି; ଈଶ୍ୱର ମୋତେ ଯେଉଁ ଭଣ୍ଡାରଘରିଆ ପଦ ତୁମ୍ଭମାନଙ୍କ ନିମନ୍ତେ ଦେଇଅଛନ୍ତି, ତଦନୁସାରେ ମୁଁ ସେହି ମଣ୍ଡଳୀର ଜଣେ ସେବକ ହୋଇଅଛି, ଯେପରି ମୁଁ ଈଶ୍ୱରଙ୍କ ବାକ୍ୟ ସମ୍ପୂର୍ଣ୍ଣ ରୂପେ ପ୍ରଚାର କରେ । ସେହି ନିଗୂଢ଼ତତ୍ତ୍ୱ ପୂର୍ବଯୁଗ ଓ ପୂର୍ବପୁରୁଷମାନଙ୍କଠାରୁ ଗୁପ୍ତ ହୋଇ ରହିଥିଲା, କିନ୍ତୁ ଏବେ ତାହାଙ୍କ ସାଧୁମାନଙ୍କ ନିକଟରେ ପ୍ରକାଶିତ ହୋଇଅଛି । ଅଣଯିହୂଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କ'ଣ, ତାହା ଈଶ୍ୱର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ; ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରି ପାରୁ;
”ପ୍ରଭୁଙ୍କଠାରୁ ଉତ୍ତରାଧିକାରରୂପ ପୁରସ୍କାର ଯେ ପାଇବ, ଏହା ତ ତୁମ୍ଭେମାନେ ଜାଣ। ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟଙ୍କର ସେବା କର,
”ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ୱର ଆମ୍ଭମାନଙ୍କ ପାଇଁ ଦ୍ୱାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ତତ୍ତ୍ୱ ନିମନ୍ତେ ମୁଁ ବନ୍ଦୀ ଅଟେ, ତାହା ଉଚିତ୍ ମତରେ କଥା କହି ପ୍ରକାଶ କରି ପାରେ । ସୁଯୋଗର ସଦ୍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର । ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର ।
”ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ । ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,
”ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ଅତିଶୟ ପ୍ରାଣପଣେ ଈଶ୍ୱରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ୱରଙ୍କ ଦ୍ୱାରା ସାହସ ପ୍ରାପ୍ତ ହୋଇଥିଲୁ । କାରଣ ଆମ୍ଭମାନଙ୍କ ଉପଦେଶ ଭ୍ରମ ଅବା ଅଶୁଚିତାମୂଳକ କିଅବା ଛଳଯୁକ୍ତ ନ ଥିଲା, କିନ୍ତୁ ଆମ୍ଭମାନଙ୍କ ହସ୍ତରେ ସୁସମାଚାର ପ୍ରଚାରର ଭାର ସମର୍ପିତ ହେବା ନିମନ୍ତେ ଆମ୍ଭେମାନେ ଯେରୂପେ ଈଶ୍ୱରଙ୍କ ଦ୍ୱାରା ଯୋଗ୍ୟ ଗଣିତ ହୋଇଅଛୁ, ସେହିରୂପେ ଆମ୍ଭେମାନେ ପ୍ରଚାର କରୁଅଛୁ; ଅତଏବ ଆମ୍ଭମାନଙ୍କ ହୃଦୟର ପରୀକ୍ଷକ ଯେ ଈଶ୍ୱର, ବରଂ ଆମ୍ଭେମାନେ ମନୁଷ୍ୟକୁ ସନ୍ତୁଷ୍ଟ ନ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ତାହା କରୁଅଛୁ । ତୁମ୍ଭେମାନେ ତ ଜାଣ ଯେ, ଆମ୍ଭେମାନେ କୌଣସି ପ୍ରକାର ଚାଟୁବାଦ ବ୍ୟବହାର କରି ନାହୁଁ, କିଅବା ଲୋଭର ଛଳନାତ୍ମକ ବାକ୍ୟ କହିନାହୁଁ, ଈଶ୍ୱର ଏଥିର ସାକ୍ଷୀ । ଯଦ୍ୟପି ଖ୍ରୀଷ୍ଟଙ୍କ ପ୍ରେରିତ ସ୍ୱରୂପେ ଆମ୍ଭେମାନେ ସମ୍ଭ୍ରମ ଦାବି କରି ପାରିଥାନ୍ତୁ, ତଥାପି ତୁମ୍ଭମାନଙ୍କର ଠାରୁ ହେଉ ବା ଅନ୍ୟ କାହାରିଠାରୁ ହେଉ କୌଣସି ମନୁଷ୍ୟଠାରୁ ଗୌରବ ପାଇବାକୁ ଚେଷ୍ଟା କରି ନାହୁଁ । କିନ୍ତୁ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ମୃଦୁଶୀଳ ହୋଇ, ମାତା ଯେପରି ଆପଣା ସନ୍ତାନମାନଙ୍କୁ ଲାଳନପାଳନ କରେ, ସେହି ପ୍ରକାରେ ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ସ୍ନେହ ଥିବାରୁ ଆମ୍ଭେମାନେ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ସୁସମାଚାର କେବଳ ନୁହେଁ, ମାତ୍ର ଆପଣା ପ୍ରାଣ ଦେବାକୁ ସୁଧା ଇଚ୍ଛୁକ ଥିଲୁ, କାରଣ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରିୟପାତ୍ର ହୋଇଥିଲ । ହେ ଭାଇମାନେ, ଆମ୍ଭମାନଙ୍କ ପରିଶ୍ରମ ଓ କଠିନ କାର୍ଯ୍ୟ ତୁମ୍ଭମାନଙ୍କ ସ୍ମରଣରେ ଅଛି; ଯେପରି ଆମ୍ଭେମାନେ ତୁମ୍ଭମାନଙ୍କ କାହାରି ଭାର ସ୍ୱରୂପ ନ ହେଉ, ଏଥି ନିମନ୍ତେ ଦିବାରାତ୍ର କଠୋର ପରିଶ୍ରମ କରି ଈଶ୍ୱରଙ୍କ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ ।
”ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍ ପ୍ରଭୁଙ୍କ ପାଖରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ ।
”ସେଥିପାଇଁ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ୱାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଡାକିଅଛନ୍ତି । ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି, ଆମ୍ଭମାନଙ୍କ ବାକ୍ୟ କିମ୍ବା ପତ୍ର ଦ୍ୱାରା ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେହି ସବୁ ଧରି ରଖ ।
”ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୁତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ ।
”ଅତଏବ, ଆମ୍ଭମାନଙ୍କ ପ୍ରଭୁଙ୍କ ବିଷୟରେ ସାକ୍ଷ୍ୟ ଦେବା ପାଇଁ କିଅବା ତାହାଙ୍କ ନିମନ୍ତେ ବନ୍ଦୀ ଯେ ମୁଁ, ମୋ ବିଷୟରେ ଲଜ୍ଜିତ ହୁଅ ନାହିଁ, ବରଂ ଈଶ୍ୱରଙ୍କ ଶକ୍ତି ଅନୁସାରେ ସୁସମାଚାର ନିମନ୍ତେ ମୋ ସହିତ କ୍ଲେଶ ସହ୍ୟ କର; ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ୱାନରେ ଆହ୍ୱାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମ ଅନୁସାରେ ସେ ତାହା କରି ନାହାଁନ୍ତି, ମାତ୍ର ତାହାଙ୍କ ନିଜ ଯୋଜନା ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି; ସେହି ଅନୁଗ୍ରହ ଜଗତର ସୃଷ୍ଟି ପୂର୍ବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଦିଆଯାଇଥିଲା, କିନ୍ତୁ ଏବେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କର ଆଗମନ ହେବା ଦ୍ୱାରା ପ୍ରକାଶିତ ହୋଇଅଛି; ସେ ମୃତ୍ୟୁକୁ ଲୋପ କରିଅଛନ୍ତି, ପୁଣି, ସୁସମାଚାର ଦ୍ୱାରା ଜୀବନ ଓ ଅମରତାକୁ ଆଲୋକରେ ପ୍ରକାଶ କରିଅଛନ୍ତି; ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ୱରୂପେ ନିଯୁକ୍ତ ହୋଇଅଛି ଏହି କାରଣରୁ ମଧ୍ୟ ମୁଁ ଏହି ସବୁ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ (ବିଚାର ଦିନ) ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି |
”ଆଉ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଯେଉଁ ସବୁ ବାକ୍ୟ ମୋଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ୱସ୍ତ ଲୋକମାନଙ୍କ ନିକଟରେ ସେହି ସବୁ ଅର୍ପଣ କର ।
”ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୖେର୍ଯ୍ୟ ଧରି ସହ୍ୟ କରୁଅଛି । ଏହି ବାକ୍ୟ ବିଶ୍ୱାସଯୋଗ୍ୟ, ଯଦି ତାହାଙ୍କ ସହିତ ମରିଅଛୁ, ତେବେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା; ଯଦି ଆମ୍ଭେମାନେ ଧୖେର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବ; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ;
”ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଦାନୁବାଦ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ରୂପେ ଆଦେଶ ଦିଅ । ସତ୍ୟ ବାକ୍ୟ ଯଥାର୍ଥରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀର ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ୱରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର । କିନ୍ତୁ ଅସାର କଥାବାର୍ତ୍ତାରୁ ଦୂରରେ ରୁହ; କାରଣ ଯେଉଁମାନେ ସେଥିରେ ଲିପ୍ତ ହେବେ, ସେମାନେ ଅଧର୍ମରେ ଅଧିକ ବୃଦ୍ଧି ପାଇବେ,
”ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର । କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ (ସତ୍ୟ) ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ, ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ । କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଲେଶ ସହ୍ୟ କର, ସୁସମାଚାର ପ୍ରଚାର କର କାର୍ଯ୍ୟ ସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସଫଳ କର |
”କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇ ପାରେ ଓ ଅଣଯିହୂଦୀ ସମସ୍ତେ ତାହା ଶୁଣି ପାରନ୍ତି;
”କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,
”ଯେପରି ତୁମ୍ଭ ବିଶ୍ୱାସର ସହଭାଗିତା, ଆମ୍ଭମାନଙ୍କୁ ଦତ୍ତ ସମସ୍ତ ଉତ୍ତମ ବିଷୟ ସମ୍ବନ୍ଧୀୟ ଜ୍ଞାନ ଦ୍ୱାରା ଖ୍ରୀଷ୍ଟଙ୍କ ପକ୍ଷରେ କାର୍ଯ୍ୟସାଧକ ହୁଏ । କାରଣ, ହେ ଭାଇ, ପବିତ୍ର ସାଧୁମାନଙ୍କ ହୃଦୟ ତୁମ୍ଭ ଦ୍ୱାରା ଆଶ୍ୱାସନା ପ୍ରାପ୍ତ ହୋଇଥିବାରୁ ମୁଁ ତୁମ୍ଭ ପ୍ରେମରୁ ବହୁତ ଆନନ୍ଦ ଓ ଉତ୍ସାହ ଲାଭ କଲି । ଅତଏବ ଯାହା ଉପଯୁକ୍ତ, ସେ ସମ୍ବନ୍ଧରେ ତୁମ୍ଭକୁ ଆଦେଶ ଦେବା ପାଇଁ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଯଦ୍ୟପି ମୋହର ସମ୍ପୂର୍ଣ୍ଣ ସାହସ ଅଛି,
”ଅତଏବ ଆସ, ଆମ୍ଭେମାନେ ସାବଧାନ ହେଉ, କାଳେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରୁ କେହି ସେଥିରୁ ବଞ୍ଚିତ ହେଲା ପରି ଦେଖାଯାଏ । କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ୱାସ ଦ୍ୱାରା ଶୁଣିଥିବା ବାକ୍ୟ ନିଜସ୍ୱ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ । ଯେଣୁ ବିଶ୍ୱାସ କରିଅଛୁ ଯେ ଆମ୍ଭେମାନେ, କେବଳ ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବା, ଯେପରି ସେ କହିଅଛନ୍ତି, ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ । କିନ୍ତୁ ଜଗତର ପତ୍ତନ ସମୟଠାରୁ ସମସ୍ତ କର୍ମ ସମାପ୍ତ ହୋଇଥିଲା;
”କାରଣ ଈଶ୍ୱରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ଼୍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ । ଈଶ୍ୱରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ ।
”ଅତଏବ, ତୁମ୍ଭମାନଙ୍କ ସାହସ ପରିତ୍ୟାଗ କର ନାହିଁ, ସେଥିର ମହା ପୁରସ୍କାର ଅଛି ।
”ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ୱର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ ।
”କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ୱର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ ।
”ଯଦି କେହି ଆପଣାକୁ ଧର୍ମପରାୟଣ ବୋଲି ମନେ କରେ, ଆଉ ଆପଣା ଜିହ୍ୱାକୁ ବଶୀଭୂତ ନ କରି ନିଜ ହୃଦୟକୁ ପ୍ରବଞ୍ଚନା କରେ, ତାହାର ଧର୍ମପରାୟଣତା ବୃଥା ।
”ହେ ମୋହର ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ଯଦି କେହି ସତ୍ୟ ପଥରୁ ଭ୍ରାନ୍ତ ହୁଏ, ପୁଣି, କେହି ତାହାକୁ ଫେରାଇ ଆଣେ, ତେବେ ଯେ ପାପୀକୁ ଭ୍ରାନ୍ତିପଥରୁ ଫେରାଇ ଆଣେ, ସେ ଯେ ତାହାର ଆତ୍ମାକୁ ମୃତ୍ୟୁରୁ ରକ୍ଷା କରେ ଓ ବହୁତ ପାପ ଆଚ୍ଛାଦନ କରେ, ଏହା ଜାଣ ।
”ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହି ସବୁ ବିଷୟ ଦୂତମାନେ ମଧ୍ୟ ପ୍ରକାଶ କରିବାକୁ ଇଚ୍ଛା କରନ୍ତି ।
”ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍ ଈଶ୍ୱରଙ୍କ ଜୀବନ୍ତ ଓ ନିତ୍ୟସ୍ଥାୟୀ ବାକ୍ୟ ଦ୍ୱାରା ନୂତନୀକୃତ ହୋଇଅଛ । କାରଣ ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ, କିନ୍ତୁ ଈଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ । ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି ।
”ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି ନବଜାତ ଶିଶୁତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ୱାରା ପରିତ୍ରାଣାର୍ଥେ ବୃଦ୍ଧି ପାଇ ପାର ।
”ଏଣୁ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର ପୁଣି, ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା; ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ ।
”କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ୱରଙ୍କ ନିଜସ୍ୱ ପ୍ରଜା ହୋଇଅଛ ।
”କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ବନ୍ଧରେ ଯେ କେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ, ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ ।
”କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ବନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ ।
”ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି ।
”ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି ।
”ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ପାପ କରେ ନାହିଁ, କାରଣ ଈଶ୍ୱରଙ୍କ ବୀଜ ତାହାଠାରେ ରହେ, ଆଉ ସେ ଈଶ୍ୱରଙ୍କଠାରୁ ଜାତ ହେବାରୁ ପାପ କରି ପାରେ ନାହିଁ । ଏଥିରେ କିଏ ଈଶ୍ୱରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ୱରଙ୍କଠାରୁ ଜାତ ନୁହେଁ ।
”କିନ୍ତୁ ଆମ୍ଭେମାନେ ଈଶ୍ୱରଙ୍କଠାରୁ ଜାତ; ଯେ ଈଶ୍ୱରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ୱରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ। ଏତଦ୍ୱାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ ।
”ଆମ୍ଭେମାନେ ଯଦି ମନୁଷ୍ୟର ସାକ୍ଷ୍ୟ ଗ୍ରହଣ କରୁ, ତେବେ ଈଶ୍ୱରଙ୍କ ସାକ୍ଷ୍ୟ ତାହାଠାରୁ ଶ୍ରେଷ୍ଠ, ଆଉ ଈଶ୍ୱରଙ୍କ ସାକ୍ଷ୍ୟ ଏହା ଯେ, ସେ ଆପଣାର ପୁତ୍ରଙ୍କ ସମ୍ବନ୍ଧରେ ସାକ୍ଷ୍ୟ ଦେଇଅଛନ୍ତି । ଯେ ଈଶ୍ୱରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ୱରଙ୍କ ସାକ୍ଷ୍ୟ ବିଶ୍ୱାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ୱର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ୱାସ କରି ନାହିଁ । ସେହି ସାକ୍ଷ୍ୟ ଏହି ଯେ, ଈଶ୍ୱର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି ।
”ସେହି ଯୋହନ ଈଶ୍ୱରଙ୍କ ବାକ୍ୟ ଓ ଯୀଶୁଖ୍ରୀଷ୍ଟଙ୍କ ସାକ୍ଷ୍ୟ ସମ୍ବନ୍ଧରେ, ଅର୍ଥାତ୍ ସେ ଯାହାସବୁ ଦର୍ଶନ କଲା, ସେହି ବିଷୟରେ ସାକ୍ଷ୍ୟ ଦେଉଅଛି ।
”ଦେଖ, ମୁଁ ଦ୍ୱାର ନିକଟରେ ଠିଆ ହୋଇ ଆଘାତ କରୁଅଛି; ଯଦି କେହି ମୋର ସ୍ୱର ଶୁଣି ଦ୍ୱାର ଫିଟାଇଦେବ, ତାହାହେଲେ ମୁଁ ପ୍ରବେଶ କରି ତାହା ନିକଟକୁ ଯିବି, ପୁଣି, ତାହା ସହିତ ଭୋଜନ କରିବି ଓ ସେ ମୋ ସହିତ ଭୋଜନ କରିବ ।
”ସେମାନେ ଉଚ୍ଚସ୍ୱରରେ କହୁଅଛନ୍ତି, ପରିତ୍ରାଣ, ସିଂହାସନ ଉପବିଷ୍ଟ ଆମ୍ଭମାନଙ୍କ ଈଶ୍ୱରଙ୍କର ଓ ମେଷଶାବକଙ୍କର କାର୍ଯ୍ୟ ।
”ଆଉ ଆମ୍ଭେ ଆମ୍ଭର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟ (ଅଖାର ବସ୍ତ୍ର) ପରିଧାନ କରି ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ । ସେମାନେ ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଥିବା ଦୁଇ ଜୀତବୃକ୍ଷ ଓ ଦୁଇ ପ୍ରଦୀପ ସଦୃଶ । କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରେ, ତେବେ ସେମାନଙ୍କ ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କ ଶତ୍ରୁମାନଙ୍କୁ ଗ୍ରାସ କରେ; କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରିବ, ତାହାକୁ ଏହିପରି ଭାବେ ହତ ହେବାକୁ ହେବ । ସେମାନେ ଭାବବାଣୀ କହିବା ସମୟ ମଧ୍ୟରେ ଯେପରି ବୃଷ୍ଟି ନ ହୁଏ, ଏଥି ନିମନ୍ତେ ଆକାଶ ବନ୍ଦ କରିବାକୁ ସେମାନଙ୍କର କ୍ଷମତା ଅଛି, ପୁଣି, ଯେତେ ଥର ଇଚ୍ଛା, ସେତେ ଥର ଜଳକୁ ରକ୍ତରେ ପରିଣତ କରିବାକୁ ଓ ପୃଥିବୀକୁ ସମସ୍ତ ପ୍ରକାର ମହାମାରୀ ଦ୍ୱାରା ଆଘାତ କରିବାକୁ ମଧ୍ୟ ସେମାନଙ୍କର କ୍ଷମତା ଅଛି ।
”ସେମାନଙ୍କ ସାକ୍ଷ୍ୟ ସମାପ୍ତ ହେଲା ଉତ୍ତାରେ ପାତାଳକୁଣ୍ଡରୁ ଯେଉଁ ପଶୁ ଉତ୍ଥିତ ହେବ, ସେ ସେମାନଙ୍କ ସହିତ ଯୁଦ୍ଧ କରିବା ଓ ସମାନଙ୍କୁ ଜୟ କରି ବଧ କରିବ । ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବା । ଆଉ ନାନା ବଂଶ, ଗୋଷ୍ଠୀ, ଭାଷାବାଦୀ ଓ ଜାତିର ଲୋକେ ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସେମାନଙ୍କ ଶବକୁ ଦେଖିବେ ଓ ସମାଧିସ୍ଥ ହେବାକୁ ଦେବେ ନାହିଁ । ସେତେବେଳେ ପୃଥିବୀନିବାସୀମାନେ ସେମାନଙ୍କର ମୃତ୍ୟୁସମ୍ବାଦ ଶୁଣି ଆନନ୍ଦ ଓ ଆମୋଦ ପ୍ରମୋଦ କରିବେ ପୁଣି, ପରସ୍ପରକୁ ଉପହାର ଦେବେ, କାରଣ ଏହି ଦୁଇ ଭାବବାଦୀ ପୃଥିବୀନିବାସୀମାନଙ୍କୁ ଯନ୍ତ୍ରଣା ଦେଉଥିଲେ । ସାଢ଼େ ତିନି ଦିନ ଉତ୍ତାରେ ଈଶ୍ୱରଙ୍କଠାରୁ ଜୀବନବାୟୁ ଆସି ସେମାନଙ୍କଠାରେ ପ୍ରବେଶ କଲେ, ସେଥିରେ ସେମାନେ ପାଦରେ ଭରା ଦେଇ ଠିଆ ହେଲେ, ଆଉ ସେମାନଙ୍କୁ ଦେଖିବା ଲୋକମାନେ ଅତ୍ୟନ୍ତ ଭୟଭୀତ ହେଲେ ।
”ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ ।
”ସେଥିରେ ସର୍ପ ସ୍ତ୍ରୀଲୋକଙ୍କ ଉପରେ ମହାକ୍ରୁଦ୍ଧ ହୋଇ, ତାହାଙ୍କ ବଂଶର ଯେଉଁ ଅବଶିଷ୍ଟ ଲୋକମାନେ ଈଶ୍ୱରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦାନ କରନ୍ତି, ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଚାଲିଗଲା; ଆଉ ସେ ସମୁଦ୍ରର ବାଲୁକା ଉପରେ ଠିଆ ହେଲା ।
”ସେମାନଙ୍କ ମୁଖରେ କୌଣସି ମିଥ୍ୟାକଥା ନାହିଁ, ସେମାନେ ନିର୍ଦ୍ଦୋଷ ।
”ଏଥିଉତ୍ତାରେ ମୁଁ ସ୍ଵର୍ଗରେ ମହାଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ୱରଙ୍କର,
”ସେତେବେଳେ ସେ ମୋତେ କହିଲେ, ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ । ଆଉ ସେ ମୋତେ କହିଲେ, ଏହି ସବୁ ଈଶ୍ୱରଙ୍କ ସତ୍ୟ ବାକ୍ୟ । ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି । ସେଥିରେ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇଗଣ, ସେମାନଙ୍କର ସହଦାସ; ଈଶ୍ୱରଙ୍କୁ ପ୍ରଣାମ କର । ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର ।
”ପରେ ମୁଁ ସିଂହାସନସମୂହ ଦେଖିଲି; ସେହି ସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ୱରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ ।
”ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି ।
”